-+91-9937148622 |

prerana_bgr@rediffmail.com |

  Saturday 24th October 2026 |

| | | |

R.N.I. Regd No. ODIODI/2010/46693

Breaking News

ଅବସରପ୍ରାପ୍ତ ଶିକ୍ଷୟିତ୍ରୀ ସୁଶ୍ରୀ ପଦ୍ମିନୀପ୍ରଭା ସାଗରଙ୍କ ପରଲୋକ   (24-Oct-2026)       ||      କଣ୍ଟାବାଞ୍ଜି ୱାର୍ଡ ନଂ-୧୫ରେ ଦୋକାନରୁ ଚୋରି, ସିଟ୍ କଭର ସିଲେଇ ମେସିନ୍ ଲୁଟ୍   (24-Oct-2026)       ||      ଲୋଇସିଂହା ନିର୍ବାଚନ ମଣ୍ଡଳୀରେ ସାମଗ୍ରିକ ବିକାଶ ଓ ଗମନଗମନର ସୁବିଧା ପାଇଁ ବିଭିନ୍ନ ଜନହିତକର ପ୍ରକଳ୍ପର ଉଦଘାଟନ କଲେ ଗ୍ରାମ୍ୟ ଉନ୍ନୟନ ଓ ପଞ୍ଚାୟତିରାଜ ମନ୍ତ୍ରୀ    (23-Oct-2026)       ||      ଲୋଇସିଂହା ରେ ୫୬ତମ ଦୁର୍ଗାପୂଜା ଉଦଯାପିତ   (23-Oct-2026)       ||      ହଜାର ହଜାର ଭକ୍ତ ଙ୍କ ମେଲରେ ମେଲାଣି ନେଲେ ମା ଦୁର୍ଗା    (23-Oct-2026)       ||      ଆର୍ଥିକ ଅନ୍ତର୍ଭୁକ୍ତୀକରଣ ନେଇ ସଚେତନତା ଶିବିର   (23-Oct-2026)       ||      ବିର୍ଷାମୁଣ୍ଡା ଆଦିବାସୀ କଲ୍ୟାଣ ମଣ୍ଡପ ଉଦଘାଟିତ    (23-Oct-2026)       ||      ହାତୀ ଆକ୍ରମଣରେ ମୃତକଙ୍କ ପରିବାରକୁ ୨୦ ଲକ୍ଷ ସହାୟତା ଦିଆଯାଉ: କ୍ଷତିଗ୍ରସ୍ତ ପରିବାରକୁ ପକ୍କା ଘର ପ୍ରଦାନ ପାଇଁ ନିରଞ୍ଜନ ବିଶିଙ୍କ ଦାବି   (23-Oct-2026)       ||      ଷ୍ଟେଟ୍ ୟୁନିଅନ୍ ଅଫ୍ ଜର୍ଣ୍ଣାଲିଷ୍ଟ୍, ବଲାଙ୍ଗୀର ଶାଖାର ବୈଠକ    (23-Oct-2026)       ||      ଜିଲ୍ଲା ସ୍ତରୀୟ ଶିଶୁ ମହୋତ୍ସବ "ଉତ୍ସାହ ୨୦୨୬ ଅନୁଷ୍ଠିତ" ।   (23-Oct-2026)       ||      ପଶ୍ଚିମ ଓଡ଼ିଶାର ପ୍ରସିଦ୍ଧ ନୃତ୍ୟଶିଳ୍ପୀ କଳ୍ପନା ବ୍ୟାସଙ୍କୁ ଚାଦୋତରା ଦୁର୍ଗା ପୂଜା କମିଟିର ସମ୍ମାନ   (23-Oct-2026)       ||      *ସୁବର୍ଣ୍ଣପୁର ଐତିହାସିକ ପ୍ରସିଦ୍ଧ ମହାବଳୀ ଯାତ୍ରା ସଂପନ୍ନ*   (22-Oct-2026)       ||      ଟିଟିଲାଗଡ ହାଟପଦାପଡ଼ା ତରଫରୁ ୧୪ ତମ ରାବଣ ପୋଡି ମହୋତ୍ସବ♦️ ବିଜେପି ବିଧାୟକ ନବିନ ଜୈନ ପୂର୍ବତନ ମନ୍ତ୍ରୀ ଶ୍ରୀମତି ଟୁକୁନି ସାହୁଙ୍କୁ ଦେଲେ ଜବାବ    (22-Oct-2026)       ||      *ସୋନପୁର ବ୍ଲକ ଛକ ଦୁର୍ଗା ପୂଜା ରାବଣ ପୋଡ଼ି ଉତ୍ସବ ରେ ଅଗଣିତ ଦର୍ଶକ*-   (22-Oct-2026)       ||      ମହାଦେବପାଳି ଦୁର୍ଗାପୂଜା,ରାବଣ ବଧ ସହ ରାବଣରାଜ ଉଦଯାପିତ   (21-Oct-2026)       ||      ମା’ ସୁରେଶ୍ୱରୀଙ୍କ ମହାଲକ୍ଷ୍ମୀ ବେଶ   (21-Oct-2026)       ||      ସମଲେଇପୂଜା ଅବସରରେ ଯାଦବ ସମାଜର ବନ୍ଧୁ ମିଳନ   (21-Oct-2026)       ||      କଣ୍ଟାମାଳରେ ଜମୁଛି ଶାରଦୀୟ ଦୁର୍ଗାପୂଜାର ଆସର♦️ ଆକର୍ଷଣୀୟ ତୋରଣ ଓ ରଙ୍ଗିନ ଆଲୋକମାଳାରେ ଝଲସୁଛି ଅଞ୍ଚଳ   (21-Oct-2026)       ||      *ଡାବୁଗାଁ ଦୁର୍ଗାପୂଜାରେ ଶତାଧିକ ଭକ୍ତଙ୍କ ସମାଗମରେ ସମ୍ପନ୍ନ ହେଲା ପୂର୍ଣ୍ଣାହୁତି*   (21-Oct-2026)       ||      *ଜିଲ୍ଲା ପୋଲିସ ପକ୍ଷରୁ ୬୬ ତମ ଶହୀଦ ସ୍ମୃତି ଦିବସ ପାଳିତ*   (21-Oct-2026)       ||     

HOME   ଜିଲ୍ଲା

ବରଗଡ଼ :ପୋଲିସ ମାଡ଼ରେ ୨ ଗୁରୁତର

29-Jan-2021



ବରଗଡ, (ମୁକୁନ୍ଦ ଦାସ) : ବରଗଡ଼ ଟାଉନ ଥାନା ଅନ୍ତର୍ଗତ ପଧାନପାଲି ଗାଁର ୩ ଜଣ ଯୁବକଙ୍କୁ ସଦର ଥାନା ପୋଲିସ କର୍ମଚାରୀ ମାଡ଼ ମାରିଥିବା ଅଭିଯୋଗ ହୋଇଛି। ପୋଲିସ ମାଡ଼ରେ ୩ ଯୁବକ ଆହତ ହୋଇଥିବାବେଳେ ଜଣେ ଗୁରୁତର ଅଛନ୍ତି। ବରଗଡ଼ ସହର ଉପକଣ୍ଠ ପଧାନପାଲି ଗାଁର ପ୍ରମୋଦ ନାଏକ ମାଛ ଚାଷ ପାଇଁ ପୋଖରୀକୁ ଠିକା ଭାବେ ନେଇଛନ୍ତି।

ତେବେ ଗତକାଲି ରାତିରେ ପ୍ରମୋଦ ତାଙ୍କ ଭାଇ ଟିଙ୍କୁ ନାଏକ ଏବଂ ବେଦପ୍ତ ପ୍ରଧାନ ସହ ପୋଖରୀ ହୁଡାରେ ବସିଥିବା ବେଳେ ବରଗଡ଼ ସଦର ଥାନା ଆଇଆଇସି ଦିଲୀପ ବେହେରା ଏବଂ ୨ ଜଣ ବ୍ୟବସାୟୀ ପହଞ୍ଚି ସେମାନଙ୍କୁ ପ୍ରଥମେ ଅଶ୍ଲିଳ ଭାଷାରେ ଗାଳିଗୁଲଜ କରିଥିଲେ। ପରେ ଯୁବକମାନଙ୍କୁ ପ୍ଲାଷ୍ଟିକ ପାଇପ୍‌ରେ ପ୍ରବଳ ମାଡ ମାରିଥିବା ଅଭିଯୋଗ ହୋଇଛି।
ଏଥିରେ ପ୍ରମୋଦଙ୍କ ଭାଇ ଟିଙ୍କୁ ଗୁରୁତର ଆହତ ହୋଇ ବୁର୍ଲା ମେଡିକାଲରେ ଚିକିତ୍ସିତ ହେଉଛନ୍ତି। ମାଡ଼ ଯୋଗୁଁ ତାଙ୍କ ଶରୀରର ବିଭିନ୍ନ ସ୍ଥାନରେ କ୍ଷତ ଚିହ୍ନ ରହିଛି। ତେବେ ଟାଉନ ଥାନା ଅଧୀନରେ ଥିବା ପଧାନପାଲିକୁ କିପରି ସଦର ଥାନା ପୋଲିସ ଆସି ମାଡ଼ପିଟ୍ କଲେ ଏବଂ ସଂପୃକ୍ତ ଥାନାଧିକାରୀଙ୍କ ପ୍ରତି କାର୍ଯ୍ୟାନୁଷ୍ଠାନ ନେବାକୁ ଦାବି କରିଛନ୍ତି ପ୍ରମୋଦ।
ସେପଟେ ପ୍ରମୋଦ ଟାଉନଥାନାରେ ଲିଖିତ ଅଭିଯୋଗ କରିବା ପରେ ମାମଲା ରୁଜୁ ହୋଇଛି। ତେବେ ତଦନ୍ତ ପରେ ଘଟଣାର ସତ୍ୟାସତ୍ୟ ଜଣାପଡିବ ବୋଲି ଟାଉନ ଥାନା ଆଇଆଇସି ସଦାନନ୍ଦ ପୂଜାହାରୀ କହିଛନ୍ତି। ସେପଟେ ସଦର ଥାନା ଆଇଆଇସିଙ୍କ ପ୍ରତିକ୍ରିୟା ମିଳିପାରିନି।
ରାତିରେ ଆମେ ୩ ଜଣ ପୋଖରୀ ହୁଡ଼ାରେ ବସିଥିଲୁ। ଆମ ପାଖକୁ ହଠାତ୍ ୩ଟି ଭ୍ୟାନ୍ ଆସି ପହଞ୍ଚିଲା। ଆମକୁ କୌଣସି କଥା ପଚାରିଲେ ନାହିଁ। କିଛି ବି ବୁଝିବା ଆଗରୁ ପିଟି ଚାଲିଲେ। ମୋତେ ବାଡେଇଲେ ଓ ମୋ ସହ ଅନ୍ୟ ୨ ଜଣଙ୍କୁ ବାଡେଇଲେ। ଫଳରେ ସେମାନେ ଗୁରୁତର ହୋଇପଡ଼ିଥିଲେ। ସେମାନେ ଏବେ ବି ଚିକିତ୍ସାଧୀନ ଅଛନ୍ତି। ପଧାନପଲ୍ଲୀ ଟାଉନ୍‌ ଥାନା ଅଧୀନରେ ଆସୁଛି। କିନ୍ତୁ ମାଡ଼ ମାରିଥିବା ଓଆଇସି ସଦର ଥାନାର ଥିଲେ।
-ପ୍ରମୋଦ କୁମାର ନାଏକ, ଅଭିଯୋଗକାରୀ
ଏ ସଂକ୍ରାନ୍ତରେ ଗୋଟିଏ ମାମଲା ହୋଇଛି। ତଦନ୍ତ ଆରମ୍ଭ ହୋଇଛି। ଏବେ ପ୍ରଥମିକ ସ୍ତରରେ ତଦନ୍ତ ରହିଛି। ତଦନ୍ତ ପରେ ହିଁ ପ୍ରକୃତ ସତ୍ୟାସତ୍ୟ ଜଣାପଡିବ। 
-ସଦାନନ୍ଦ ପୂଜାହାରୀ, ଆଇଆଇସି ଟାଉନଥାନା, ବରଗଡ଼
ପୋଲିସ୍‌ର ଦବଙ୍ଗଗିରି ନେଇ ଅନେକ ଖବର ସାମନାକୁ ଆସିଛି। ନିକଟରେ ହାଜତ ମୃତ୍ୟୁ ସବୁଠୁ ଚର୍ଚ୍ଚାର ବିଷୟ ହୋଇଛି।


News Comment




Photo in News

Advertisment
Lastest News
  ଜିଲ୍ଲା  
ଅବସରପ୍ରାପ୍ତ ଶିକ୍ଷୟିତ୍ରୀ ସୁଶ୍ରୀ ପଦ୍ମିନୀପ୍ରଭା ସାଗରଙ୍କ ପରଲୋକ   24-Oct-2026
  ଜିଲ୍ଲା  
କଣ୍ଟାବାଞ୍ଜି ୱାର୍ଡ ନଂ-୧୫ରେ ଦୋକାନରୁ ଚୋରି, ସିଟ୍ କଭର ସିଲେଇ ମେସିନ୍ ଲୁଟ୍   24-Oct-2026
  ଜିଲ୍ଲା  
ଲୋଇସିଂହା ନିର୍ବାଚନ ମଣ୍ଡଳୀରେ ସାମଗ୍ରିକ ବିକାଶ ଓ ଗମନଗମନର ସୁବିଧା ପାଇଁ ବିଭିନ୍ନ ଜନହିତକର ପ୍ରକଳ୍ପର ଉଦଘାଟନ କଲେ ଗ୍ରାମ୍ୟ ଉନ୍ନୟନ ଓ ପଞ୍ଚାୟତିରାଜ ମନ୍ତ୍ରୀ   23-Oct-2026
  ଜିଲ୍ଲା  
ଲୋଇସିଂହା ରେ ୫୬ତମ ଦୁର୍ଗାପୂଜା ଉଦଯାପିତ   23-Oct-2026
  ଜିଲ୍ଲା  
ହଜାର ହଜାର ଭକ୍ତ ଙ୍କ ମେଲରେ ମେଲାଣି ନେଲେ ମା ଦୁର୍ଗା   23-Oct-2026
  ଜିଲ୍ଲା  
ଆର୍ଥିକ ଅନ୍ତର୍ଭୁକ୍ତୀକରଣ ନେଇ ସଚେତନତା ଶିବିର   23-Oct-2026
  ଜିଲ୍ଲା  
ବିର୍ଷାମୁଣ୍ଡା ଆଦିବାସୀ କଲ୍ୟାଣ ମଣ୍ଡପ ଉଦଘାଟିତ   23-Oct-2026
  ରାଜ୍ୟ  
ହାତୀ ଆକ୍ରମଣରେ ମୃତକଙ୍କ ପରିବାରକୁ ୨୦ ଲକ୍ଷ ସହାୟତା ଦିଆଯାଉ: କ୍ଷତିଗ୍ରସ୍ତ ପରିବାରକୁ ପକ୍କା ଘର ପ୍ରଦାନ ପାଇଁ ନିରଞ୍ଜନ ବିଶିଙ୍କ ଦାବି   23-Oct-2026
  ଜିଲ୍ଲା  
ଷ୍ଟେଟ୍ ୟୁନିଅନ୍ ଅଫ୍ ଜର୍ଣ୍ଣାଲିଷ୍ଟ୍, ବଲାଙ୍ଗୀର ଶାଖାର ବୈଠକ   23-Oct-2026
  ଜିଲ୍ଲା  
ଜିଲ୍ଲା ସ୍ତରୀୟ ଶିଶୁ ମହୋତ୍ସବ "ଉତ୍ସାହ ୨୦୨୬ ଅନୁଷ୍ଠିତ" ।   23-Oct-2026
  ଜିଲ୍ଲା  
ପଶ୍ଚିମ ଓଡ଼ିଶାର ପ୍ରସିଦ୍ଧ ନୃତ୍ୟଶିଳ୍ପୀ କଳ୍ପନା ବ୍ୟାସଙ୍କୁ ଚାଦୋତରା ଦୁର୍ଗା ପୂଜା କମିଟିର ସମ୍ମାନ   23-Oct-2026
  ଜିଲ୍ଲା  
*ସୁବର୍ଣ୍ଣପୁର ଐତିହାସିକ ପ୍ରସିଦ୍ଧ ମହାବଳୀ ଯାତ୍ରା ସଂପନ୍ନ*   22-Oct-2026

You Might Also Like