-+91-9937148622 |

prerana_bgr@rediffmail.com |

  Monday 26th October 2026 |

| | | |

R.N.I. Regd No. ODIODI/2010/46693

Breaking News

ହେମଗିରି ବ୍ଲକ ପରିସରରେ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଅନୁଷ୍ଠିତ   (26-Oct-2026)       ||      ଜିଲ୍ଲା ପ୍ରଶାସନ ପକ୍ଷରୁ ସାଧୁତା ଓ ଦୁର୍ନୀତି ନିବାରଣ ଶପଥ ପାଠ କାର୍ଯ୍ୟକ୍ରମ   (26-Oct-2026)       ||      ଫୁଲାପାଲିରେ ପ୍ରଥମ ଦଶହରା କପ୍ ଫୁଟବଲ ଉଦଯାପିତ, ଟ୍ରାଇବ୍ରେକରରେ ଜୟଦେବ ଏକାଦଶ ଚାମ୍ପିଅନ    (26-Oct-2026)       ||      ଟିଟିଲାଗଡ ଲାୟନ କ୍ଲବ ତରଫରୁ ପିସ ପୋଷ୍ଟର ପ୍ରତିଯୋଗିତା ଅନୁଷ୍ଠିତ    (26-Oct-2026)       ||      ବରପାଲି ଅଞ୍ଚଳବାସୀଙ୍କ ବହୁ ବର୍ଷର ଦାବି ପୂରଣ ହେବ♦️ ବରପାଲି ରୁ କୁମ୍ଭାରି ରାସ୍ତା ବୁରୋଗାଡ ନଦୀରେ ନିର୍ମାଣ ହେବ ହାଇଲେଭେଲ ବ୍ରିଜ    (26-Oct-2026)       ||      ସମାଜ ପାଠକ ମଂଚ’ର ବୈଠକ ଅନୁଷ୍ଠିତ   (26-Oct-2026)       ||      ଭୁବନେଶ୍ୱର ମହାନଗର ନିଗମ ୱାର୍ଡ ନମ୍ବର ୨୬ରେ ଓଜେସିର ବିଶାଳ କର୍ମକର୍ତ୍ତା ସମ୍ମିଳନୀ    (25-Oct-2026)       ||      ମୃଦୁରେଖା ଡ୍ୟାନ୍ସ ଏକାଡେମୀ’ ପକ୍ଷରୁ ସାଂସ୍କୃତିକ ମହୋତ୍ସବ ‘ମୃଦମ୍-୨୦୨୬’ ଆୟୋଜିତ   (25-Oct-2026)       ||      ସଦାଇପାଲିରେ ଆରମ୍ଭ ହେଲା ୩୦ତମ ବର୍ଷ ଗଜଲକ୍ଷ୍ମୀ ପୂଜା କଳସ ଯାତ୍ରାରେ ସାମିଲ ହେଲେ ଶତାଧିକ ମହିଳା ଓ ବ୍ରତଧାରୀ   (25-Oct-2026)       ||      ଜାତୀୟ ଲନ୍‌ବଲ୍‌: ସେମିଫାଇନାଲ୍‌ରେ ଶୁଭ୍ରାଂଶୁ, ରାଜେଶ୍ବର   (25-Oct-2026)       ||      ରାଜବୈଦ୍ୟ ଚିନ୍ତାମଣି ବେହେରା ସ୍ମୃତି ପରିଷଦ, ବଲାଙ୍ଗିରର ପଞ୍ଚମ ବାର୍ଷିକ ଉତ୍ସବ ଅନୁଷ୍ଠିତ   (25-Oct-2026)       ||      ମେରାହୁନର “ପକ୍ଷରୁ ଆର୍ଟ ଏଣ୍ଡ କ୍ରାଫ୍ଟ” ଓ ସଂପୂର୍ଣ୍ଣା ପକ୍ଷରୁ ମେହେନ୍ଦି ପ୍ରତିଯୋଗିତା   (25-Oct-2026)       ||      ରାଜବୈଦ୍ୟ ଚିନ୍ତାମଣି ବେହେରା ସ୍ମୃତି ପରିଷଦ, ବଲାଙ୍ଗିରର ପଞ୍ଚମ ବାର୍ଷିକ ଉତ୍ସବ ଅନୁଷ୍ଠିତ   (25-Oct-2026)       ||      ଘରୋଇ ବସରୁ ୩. ୭୭୫ କେଜି ଗଞ୍ଜେଇ ଜବତ,ଦୁଇ ଅଭିଯୁକ୍ତ ଗିରଫ   (25-Oct-2026)       ||      ଗୋପାଳଜୀ ଉଚ୍ଚ ବିଦ୍ୟାଳୟରେ ବନ୍ଧୁ ମିଳନ ଓ ଗୁରୁପୂଜନ ଉତ୍ସବ ପାଳନ   (25-Oct-2026)       ||      ସାମ୍ବାଦିକ ଙ୍କ ପିତୃ ବିୟୋଗ   (25-Oct-2026)       ||      ପଶ୍ଚିମବଙ୍ଗକୁ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ : ପୋଲିସ ଜାଲରେ ଆନ୍ତଃରାଜ୍ୟ ମହିଳା ଚାଲାଣକାରୀ ସହ ଗଞ୍ଜେଇ ଜବତ   (25-Oct-2026)       ||      ଭରତ ଜାତିସଂଘ ପାଣ୍ଠି ଗ୍ଲୋବାଲ୍ ସାଉଥ୍ ସହିତ ଭାରତର ବ୍ୟାପକ ଭାଗିଦାରୀ ର ଏକ ଅଂଶ: ସଂଗୀତା ସିଂଦେଓ    (25-Oct-2026)       ||      ଲୋଇସିଂହା ଓ ଆଗଲପୁର ଗୋଣ୍ଡୱାନା ଗୋଣ୍ଡ ସମାଜ ର ବ୍ଲକ ସ୍ତରୀୟ ନୂଆଁଖାଇ ଭେଟଘାଟ୍   (24-Oct-2026)       ||      ଟାସ୍କଫୋର୍ସ ଅଧ୍ୟକ୍ଷ ଉପମୁଖ୍ୟମନ୍ତ୍ରୀଙ୍କ ଜିଲ୍ଲାରେ ଅନ୍ୟରାଜ୍ୟର ଦାଦନମାଫିଆ ସେଠ୍ ମାନଙ୍କର ଅବାଧ ବିଚରଣ♦️କୋଟିପତି ସର୍ଦ୍ଦାରଙ୍କ ଅନ୍ୟାୟୋପାର୍ଜିତ ସମ୍ପତ୍ତିର ଇଡି ତଦନ୍ତ ହେଉ  !     (24-Oct-2026)       ||     

HOME   ଜିଲ୍ଲା

*ସୁବର୍ଣ୍ଣପୁର ଠାରେ ଚିତ୍ରଗୁପ୍ତ ପୂଜା ମହାସମାରୋହ ରେ ପାଳିତ*

25-Oct-2025



ସୁବର୍ଣ୍ଣପୁର,( ମନୋରଞ୍ଜନ ତ୍ରିପାଠୀ)
 ସୁବର୍ଣ୍ଣପୁର ଜିଲ୍ଲା ଚିତ୍ରଗୁପ୍ତ କଲ୍ୟାଣ ସମିତି  ଆନୁକୁଲ୍ୟରେ କରଣ ସମାଜର ଇଷ୍ଟଦେବ ଶ୍ରୀ ଶ୍ରୀ ଚିତ୍ରଗୁପ୍ତ ମହାପ୍ରଭୁଙ୍କ ପୁଜା ଓ ଜିଲ୍ଲା କରଣ ସମାଜର ବାର୍ଷିକ ଉତ୍ସବ ଆଜି ମହାସମାରୋହରେ ସ୍ଥାନୀୟ ଘୋଡ଼ଘାଟପଡା ସ୍ଥିତ ଚିତ୍ରଗୁପ୍ତ କଲ୍ୟାଣ ସମିତି ଗୃହ ପରିସରରେ ପାଳିତ ହୋଇଯାଇଛି l ଏହି ଅବସରରେ ପୂର୍ବ ଦିନ ଏକ ବିରାଟ କଳସ ଶୋଭାଯାତ୍ରା ବାହାରି ସହର ର ଘୋଡ଼ାଘାଟପଡା ସ୍ଥିତ ମହାନଦୀର କଦମ୍ବ ଘାଟକୁ ଯାଇ ପୁଜକ ଦାମୋଦର ନାଏକଙ୍କ ଦ୍ୱାରା ପୁଜା କରାଯାଇ ପୁର୍ଣ୍ଣ କଳସ ଅଣାଯାଇଥିଲା l ଏହିି ପୂଜାରେ କର୍ତ୍ତାଭାବରେ ପ୍ରଭାତ କିଶୋର ଦାନୀ ଓ ତାଙ୍କ ପତ୍ନୀ ମଲ୍ଲିକା କାର୍ଯ୍ୟ ନିର୍ବାହ କରିଥିଲେ । ସୁବର୍ଣ୍ଣପୁର ଜିଲ୍ଲାର ସମସ୍ତ ବ୍ଲକ ତଥା ପଡୋଶୀ ବଉଦ ଜିଲ୍ଲା ରୁ ଛଅ ଶହରୁ ଉର୍ଦ୍ଧ କରଣ ସମାଜର ସଭ୍ୟସଭ୍ୟା ଯୋଗ ଦେଇଥିଲେ l ମଧ୍ୟାହ୍ନରେ କରଣ ସମାଜର ଏକ ମହାସଭାରେ ସମାଜର ସଭାପତି ପ୍ରକାଶ ଚନ୍ଦ୍ର ବେବର୍ତ୍ତା ସଭାପତିତ୍ୱ କରିଥିବା ମୁଖ୍ୟ ଅତିଥି ଭାବରେ ଅବସରପ୍ରାପ୍ତ ପ୍ରଧାନ ଶିକ୍ଷକ ବିରଞ୍ଚି ମହାନ୍ତି, ମୁଖ୍ୟବକ୍ତା ଭାବରେ ବିଜୁ ପଟ୍ଟନାୟକ ମହାବିଦ୍ୟାଳୟ ଯୁକ୍ତ ଦୁଇ ଇଂରାଜୀ ଅଧ୍ୟାପିକା ସରସ୍ଵତୀ ଦାସ ଯୋଗଦେଇ ଯେଉଁ ଜାତି ଯେତେ ଉଚ୍ଚ ହୋଇଥାଏ ସେଠାରେ ମହିଳାଙ୍କ ଭୂମିକା ମୁଖ୍ୟ ରହିଥାଏ କହିବା ସହିତ ମାଦଳା ପାଞ୍ଜି ରେ କରଣ ଶବ୍ଦର ବହୁବାର ଉଲ୍ଲେଖ ରହିଥିବା ପ୍ରକାଶ କରିଥିଲେ l ଏପରିକି କରଣ ଙ୍କ ଉତ୍ପତି ଦୁଇ ହଜାର ବର୍ଷ ପୂର୍ବ ବୋଲି ଜଣାଯାଏ l ଜାତୀୟ ପତାକା ତଳେ ଯେପରି ଅଶୋକ ଚକ୍ର ଚିହ୍ନ ରହିଥାଏ କରଣ ସମାଜର ତଳେ କଲମ ଓ ଦୁଆତ ର ଚିହ୍ନ ରହିଥାଏ l ସଭ୍ୟ ମାନଙ୍କୁ ଆହ୍ୱାନ ଦେଇ ଯେତେ ବାଧା ବିଘ୍ନ, ପ୍ରତିବନ୍ଧକ ଆସିଲେ ମଧ୍ୟ ଆଗକୁ ବଢିବାକୁ ହେବ ବୋଲି ଆହ୍ୱାନ ଦେଇଥିଲେ l କରଣ ସମାଜର କୋଷାଧକ୍ଷ ଜ୍ୟୋତି ରଂଜନ ପଟ୍ଟନାୟକ ଧନ୍ୟବାଦ୍ ଅର୍ପଣ କରିଥିଲେ l ଏହା ସହିତ ଆସନ୍ତା ବର୍ଷ ର କର୍ତ୍ତା ଭାବରେ ଶ୍ରୀକାନ୍ତ ମହାନ୍ତି ଓ ସନ୍ତୋଷିନି ପଟ୍ଟନାୟକ ଙ୍କୁ ଚୟନ କରାଯାଇଥିଲା l ସମସ୍ତ କାର୍ଯ୍ୟକ୍ରମକୁ ଦେବାଶିଷ ପଟ୍ଟନାୟକ ସଂଯୋଜନା କରିଥିଲେ l ପୂଜାର ମହାଆଳତୀ ପରେ ସାମୁହିକ ପ୍ରସାଦ ସେବନ କରାଯାଇ ଥିଲା । ଏହା ପରେ ସମାଜ ତରଫରୁ ରଙ୍ଗୋଲି, ନାଚ, ମ୍ୟୁଜିକ ଚେଆର, ଚିତ୍ରାଙ୍କନ, କୌତୁକ ଆଦି ବିଭିନ୍ନ ପ୍ରତିଯୋଗିତା ର ଆୟୋଜନ ହୋଇଥିଲା l ଅନୁଷ୍ଠାନର ଦ୍ୱିତିୟ ଅଧିବେସନରେ ମୁଖ୍ୟ ଅତିଥି ଅବସର ପ୍ରାପ୍ତ ଅଧ୍ୟାପିକା କିରଣବାଳା ଯୋଗଦେଇ ବିଭିନ୍ନ ପ୍ରତିଯୋଗିତାରେ କୃତି ପ୍ରତିଯୋଗୀଙ୍କୁ ପୁରସ୍କୃତ କରିବା ସହିତ କରଣ ସମାଜର ଗର୍ବ ଓ ଗୌରବ ସୋନପୁର ବ୍ଲକ ସିଆଲଜୁରି ଗ୍ରାମର କୃଷ୍ଣ ପ୍ରସାଦ ବହିଦାର ଓ ଶିକ୍ଷା କ୍ଷେତ୍ରରେ ଅର୍ପିତା ମହାନ୍ତି ଙ୍କୁ ଉପଢୌକନ ଓ ମାନପତ୍ର ପ୍ରଦାନ କରାଯାଇଥିଲା l


News Comment




Photo in News

Advertisment
Lastest News
  ଜିଲ୍ଲା  
ହେମଗିରି ବ୍ଲକ ପରିସରରେ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଅନୁଷ୍ଠିତ   26-Oct-2026
  ଜିଲ୍ଲା  
ଜିଲ୍ଲା ପ୍ରଶାସନ ପକ୍ଷରୁ ସାଧୁତା ଓ ଦୁର୍ନୀତି ନିବାରଣ ଶପଥ ପାଠ କାର୍ଯ୍ୟକ୍ରମ   26-Oct-2026
  ଜିଲ୍ଲା  
ଫୁଲାପାଲିରେ ପ୍ରଥମ ଦଶହରା କପ୍ ଫୁଟବଲ ଉଦଯାପିତ, ଟ୍ରାଇବ୍ରେକରରେ ଜୟଦେବ ଏକାଦଶ ଚାମ୍ପିଅନ   26-Oct-2026
  ଜିଲ୍ଲା  
ଟିଟିଲାଗଡ ଲାୟନ କ୍ଲବ ତରଫରୁ ପିସ ପୋଷ୍ଟର ପ୍ରତିଯୋଗିତା ଅନୁଷ୍ଠିତ    26-Oct-2026
  ଜିଲ୍ଲା  
ବରପାଲି ଅଞ୍ଚଳବାସୀଙ୍କ ବହୁ ବର୍ଷର ଦାବି ପୂରଣ ହେବ♦️ ବରପାଲି ରୁ କୁମ୍ଭାରି ରାସ୍ତା ବୁରୋଗାଡ ନଦୀରେ ନିର୍ମାଣ ହେବ ହାଇଲେଭେଲ ବ୍ରିଜ   26-Oct-2026
  ଜିଲ୍ଲା  
ସମାଜ ପାଠକ ମଂଚ’ର ବୈଠକ ଅନୁଷ୍ଠିତ   26-Oct-2026
  ଜିଲ୍ଲା  
ଭୁବନେଶ୍ୱର ମହାନଗର ନିଗମ ୱାର୍ଡ ନମ୍ବର ୨୬ରେ ଓଜେସିର ବିଶାଳ କର୍ମକର୍ତ୍ତା ସମ୍ମିଳନୀ   25-Oct-2026
  ଜିଲ୍ଲା  
ମୃଦୁରେଖା ଡ୍ୟାନ୍ସ ଏକାଡେମୀ’ ପକ୍ଷରୁ ସାଂସ୍କୃତିକ ମହୋତ୍ସବ ‘ମୃଦମ୍-୨୦୨୬’ ଆୟୋଜିତ   25-Oct-2026
  ଜିଲ୍ଲା  
ସଦାଇପାଲିରେ ଆରମ୍ଭ ହେଲା ୩୦ତମ ବର୍ଷ ଗଜଲକ୍ଷ୍ମୀ ପୂଜା କଳସ ଯାତ୍ରାରେ ସାମିଲ ହେଲେ ଶତାଧିକ ମହିଳା ଓ ବ୍ରତଧାରୀ   25-Oct-2026
  ଖେଳ  
ଜାତୀୟ ଲନ୍‌ବଲ୍‌: ସେମିଫାଇନାଲ୍‌ରେ ଶୁଭ୍ରାଂଶୁ, ରାଜେଶ୍ବର   25-Oct-2026
  ଜିଲ୍ଲା  
ରାଜବୈଦ୍ୟ ଚିନ୍ତାମଣି ବେହେରା ସ୍ମୃତି ପରିଷଦ, ବଲାଙ୍ଗିରର ପଞ୍ଚମ ବାର୍ଷିକ ଉତ୍ସବ ଅନୁଷ୍ଠିତ   25-Oct-2026
  ଜିଲ୍ଲା  
ମେରାହୁନର “ପକ୍ଷରୁ ଆର୍ଟ ଏଣ୍ଡ କ୍ରାଫ୍ଟ” ଓ ସଂପୂର୍ଣ୍ଣା ପକ୍ଷରୁ ମେହେନ୍ଦି ପ୍ରତିଯୋଗିତା   25-Oct-2026

You Might Also Like