-+91-9937148622 |

prerana_bgr@rediffmail.com |

  Monday 26th October 2026 |

| | | |

R.N.I. Regd No. ODIODI/2010/46693

Breaking News

ଜିଲ୍ଲା ପ୍ରଶାସନ ପକ୍ଷରୁ ସାଧୁତା ଓ ଦୁର୍ନୀତି ନିବାରଣ ଶପଥ ପାଠ କାର୍ଯ୍ୟକ୍ରମ   (26-Oct-2026)       ||      ଫୁଲାପାଲିରେ ପ୍ରଥମ ଦଶହରା କପ୍ ଫୁଟବଲ ଉଦଯାପିତ, ଟ୍ରାଇବ୍ରେକରରେ ଜୟଦେବ ଏକାଦଶ ଚାମ୍ପିଅନ    (26-Oct-2026)       ||      ଟିଟିଲାଗଡ ଲାୟନ କ୍ଲବ ତରଫରୁ ପିସ ପୋଷ୍ଟର ପ୍ରତିଯୋଗିତା ଅନୁଷ୍ଠିତ    (26-Oct-2026)       ||      ବରପାଲି ଅଞ୍ଚଳବାସୀଙ୍କ ବହୁ ବର୍ଷର ଦାବି ପୂରଣ ହେବ♦️ ବରପାଲି ରୁ କୁମ୍ଭାରି ରାସ୍ତା ବୁରୋଗାଡ ନଦୀରେ ନିର୍ମାଣ ହେବ ହାଇଲେଭେଲ ବ୍ରିଜ    (26-Oct-2026)       ||      ସମାଜ ପାଠକ ମଂଚ’ର ବୈଠକ ଅନୁଷ୍ଠିତ   (26-Oct-2026)       ||      ଭୁବନେଶ୍ୱର ମହାନଗର ନିଗମ ୱାର୍ଡ ନମ୍ବର ୨୬ରେ ଓଜେସିର ବିଶାଳ କର୍ମକର୍ତ୍ତା ସମ୍ମିଳନୀ    (25-Oct-2026)       ||      ମୃଦୁରେଖା ଡ୍ୟାନ୍ସ ଏକାଡେମୀ’ ପକ୍ଷରୁ ସାଂସ୍କୃତିକ ମହୋତ୍ସବ ‘ମୃଦମ୍-୨୦୨୬’ ଆୟୋଜିତ   (25-Oct-2026)       ||      ସଦାଇପାଲିରେ ଆରମ୍ଭ ହେଲା ୩୦ତମ ବର୍ଷ ଗଜଲକ୍ଷ୍ମୀ ପୂଜା କଳସ ଯାତ୍ରାରେ ସାମିଲ ହେଲେ ଶତାଧିକ ମହିଳା ଓ ବ୍ରତଧାରୀ   (25-Oct-2026)       ||      ଜାତୀୟ ଲନ୍‌ବଲ୍‌: ସେମିଫାଇନାଲ୍‌ରେ ଶୁଭ୍ରାଂଶୁ, ରାଜେଶ୍ବର   (25-Oct-2026)       ||      ରାଜବୈଦ୍ୟ ଚିନ୍ତାମଣି ବେହେରା ସ୍ମୃତି ପରିଷଦ, ବଲାଙ୍ଗିରର ପଞ୍ଚମ ବାର୍ଷିକ ଉତ୍ସବ ଅନୁଷ୍ଠିତ   (25-Oct-2026)       ||      ମେରାହୁନର “ପକ୍ଷରୁ ଆର୍ଟ ଏଣ୍ଡ କ୍ରାଫ୍ଟ” ଓ ସଂପୂର୍ଣ୍ଣା ପକ୍ଷରୁ ମେହେନ୍ଦି ପ୍ରତିଯୋଗିତା   (25-Oct-2026)       ||      ରାଜବୈଦ୍ୟ ଚିନ୍ତାମଣି ବେହେରା ସ୍ମୃତି ପରିଷଦ, ବଲାଙ୍ଗିରର ପଞ୍ଚମ ବାର୍ଷିକ ଉତ୍ସବ ଅନୁଷ୍ଠିତ   (25-Oct-2026)       ||      ଘରୋଇ ବସରୁ ୩. ୭୭୫ କେଜି ଗଞ୍ଜେଇ ଜବତ,ଦୁଇ ଅଭିଯୁକ୍ତ ଗିରଫ   (25-Oct-2026)       ||      ଗୋପାଳଜୀ ଉଚ୍ଚ ବିଦ୍ୟାଳୟରେ ବନ୍ଧୁ ମିଳନ ଓ ଗୁରୁପୂଜନ ଉତ୍ସବ ପାଳନ   (25-Oct-2026)       ||      ସାମ୍ବାଦିକ ଙ୍କ ପିତୃ ବିୟୋଗ   (25-Oct-2026)       ||      ପଶ୍ଚିମବଙ୍ଗକୁ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ : ପୋଲିସ ଜାଲରେ ଆନ୍ତଃରାଜ୍ୟ ମହିଳା ଚାଲାଣକାରୀ ସହ ଗଞ୍ଜେଇ ଜବତ   (25-Oct-2026)       ||      ଭରତ ଜାତିସଂଘ ପାଣ୍ଠି ଗ୍ଲୋବାଲ୍ ସାଉଥ୍ ସହିତ ଭାରତର ବ୍ୟାପକ ଭାଗିଦାରୀ ର ଏକ ଅଂଶ: ସଂଗୀତା ସିଂଦେଓ    (25-Oct-2026)       ||      ଲୋଇସିଂହା ଓ ଆଗଲପୁର ଗୋଣ୍ଡୱାନା ଗୋଣ୍ଡ ସମାଜ ର ବ୍ଲକ ସ୍ତରୀୟ ନୂଆଁଖାଇ ଭେଟଘାଟ୍   (24-Oct-2026)       ||      ଟାସ୍କଫୋର୍ସ ଅଧ୍ୟକ୍ଷ ଉପମୁଖ୍ୟମନ୍ତ୍ରୀଙ୍କ ଜିଲ୍ଲାରେ ଅନ୍ୟରାଜ୍ୟର ଦାଦନମାଫିଆ ସେଠ୍ ମାନଙ୍କର ଅବାଧ ବିଚରଣ♦️କୋଟିପତି ସର୍ଦ୍ଦାରଙ୍କ ଅନ୍ୟାୟୋପାର୍ଜିତ ସମ୍ପତ୍ତିର ଇଡି ତଦନ୍ତ ହେଉ  !     (24-Oct-2026)       ||      ଚିନାଜୁରୀ ଠାରେ ନୂତନ ପେକ୍ସ ଗଠନ ପାଇଁ ପ୍ରସ୍ତୁତି ବୈଠକ   (24-Oct-2026)       ||     

HOME   ଜିଲ୍ଲା

ଭୁବନେଶ୍ୱର ବାଲିଯାତ୍ରା ମହୋତ୍ସବ ନେଇ ପ୍ରସ୍ତୁତି ବୈଠକ, ନଭେମ୍ବର ୫ରୁ ୧୪ ପର୍ଯ୍ୟନ୍ତ କୁଆଖାଇ ନଦୀପଠାରେ ହେବ ଆୟୋଜନ

25-Oct-2025



ଭୁବନେଶ୍ୱର(ପ୍ରେରଣା ଖବର): ବିଗତ ବର୍ଷମାନଙ୍କ ଭଳି ଚଳିତ ବର୍ଷ ଭୁବନେଶ୍ୱର ବାଲିଯାତ୍ରା ମହୋତ୍ସବ ନଭେମ୍ବର ୫ରୁ ୧୪ ତାରିଖ ପର୍ଯ୍ୟନ୍ତ ଅନୁଷ୍ଠିତ ହେବ । ଏ ନେଇ ଏକ ପ୍ରସ୍ତୁତି ବୈଠକ ଆଜି ଭୁବନେଶ୍ୱରର ଅତିରିକ୍ତ ଜିଲ୍ଲାପାଳ ଶ୍ରୀ ରୁଦ୍ର ନାରାୟଣ ମହାନ୍ତିଙ୍କ ଅଧ୍ୟକ୍ଷତାରେ ସ୍ଥାନୀୟ ସର୍କିଟ୍‌ ହାଉସ୍‌ଠାରେ ଅନୁଷ୍ଠିତ ହୋଇଯାଇଛି । 

ଭୁବନେଶ୍ୱର ବାଲିଯାତ୍ରା ମହୋତ୍ସବ କମିଟି ଏବଂ ଜିଲ୍ଲା ପ୍ରଶାସନର ମିଳିତ ସହଯୋଗରେ କୁଆଖାଇ ନଦୀପଠାରେ ଆୟୋଜିତ ହେବାକୁ ଥିବା ଏହି ମହୋତ୍ସବର ବିଭିନ୍ନ ରୂପରେଖ ସଂପର୍କରେ ଆଲୋଚନା କରି ଶ୍ରୀ ମହାନ୍ତି କହିଲେ ଯେ ବାଲିଯାତ୍ରା ହେଉଛି ଆମ ଅସ୍ମିତାର ପରିଚୟ । ଏହି ମହୋତ୍ସବକୁ ସଫଳ କରିବା ନିମନ୍ତେ ପ୍ରଶାସନ ପକ୍ଷରୁ ସମସ୍ତ ସହଯୋଗ ପ୍ରଦାନ କରାଯିବ । 

ବୈଠକର ଆଲୋଚନାରୁ ଜଣାପଡ଼ିଛି ଯେ ଚଳିତ ବର୍ଷ ରାଜ୍ୟର ବିଭିନ୍ନ ଉତ୍ପାଦ ଏଠାରେ ବିକ୍ରୟ କରାଯିବା ନେଇ ବ୍ୟବସ୍ଥା କରାଯିବ । ଏଥି ସହ ରାଜ୍ୟର ଐତିହ୍ୟ, ପରମ୍ପରା ଓ ଅସ୍ମିତାର ସ୍ୱତନ୍ତ୍ର ପ୍ରଦର୍ଶନ କରାଯିବା ସହ ବିଭିନ୍ନ ସାଂସ୍କୃତିକ କାର୍ଯ୍ୟକ୍ରମ ଆୟୋଜିତ ହେବ । ଏଥିପାଇଁ ଆଲୋକୀକରଣ, ସଂଯୋଗୀ ସଡ଼କ ମରାମତି, ପାର୍କିଂ, ପୁଲିସ ମୁତୟନ,ପାନୀୟ ଜଳ ଓ ଶୌଚାଳୟ, ଖାଦ୍ୟ ମାନ ଯାଞ୍ଚ, ଆଶୁ ଚିକିତ୍ସା ବ୍ୟବସ୍ଥା, ସୁରକ୍ଷା ଓ ଟ୍ରାଫିକ୍‌ ଆଦି ସଂପର୍କରେ ଆଲୋଚନା ହୋଇ ସଂପୃକ୍ତ ବିଭାଗମାନଙ୍କୁ ଏ ଦିଗରେ ବିହିତ ପଦକ୍ଷେପ ନେବାକୁ କୁହାଯାଇଥିଲା । 

ଉକ୍ତ ବୈଠକରେ ଯୋଗଦେଇ କମିଟିର ଉପଦେଷ୍ଟା ଶ୍ରୀ ଗୋଲକ ମହାପାତ୍ର ମହୋତ୍ସବ ଆୟୋଜନର ସର୍ବସଫଳତା ପାଇଁ ସମସ୍ତଙ୍କ ସହଯୋଗ ଲୋଡ଼ିଥିଲେ । ଚଳିତ ବର୍ଷ ଭୁବନେଶ୍ୱର ବାଲିଯାତ୍ରାର ସଫଳ ପରିଚାଳନା ଉପରେ ସେ ଗୁରୁତ୍ୱାରୋପ କରିଥିଲେ । ପ୍ରାରମ୍ଭରେ କମିଟିର କାର୍ଯ୍ୟକାରୀ ସଭାପତି ଶ୍ରୀ ଯଶୋବନ୍ତ ଓଝା ମହୋତ୍ସବ ପାଳନର ରୂପରେଖ ସଂପର୍କରେ ଧାରଣା ଦେଇଥିଲେ । ଉପଜିଲ୍ଲାପାଳ ଡ. ମନୋରଞ୍ଜନ ସାହୁ, ଜିଲ୍ଲା ପରିଷଦ ଅତିରିକ୍ତ ମୁଖ୍ୟ ଉନ୍ନୟନ ଅଧିକାରୀ ଶ୍ରୀମତୀ କସ୍ତୁରୀବାଳା ଜେନା, ଭୁବନେଶ୍ୱର ବିଡିଓ ଶ୍ରୀ ଦେବୀ ପ୍ରସାଦ ମହାନ୍ତି, ବିଭିନ୍ନ ବିଭାଗୀୟ ଅଧିକାରୀ ଏବଂ କମିଟିର ସଂପାଦକ ଶ୍ରୀ ସୁବାଷ ପାତ୍ର, ଉପଦେଷ୍ଟା ଶ୍ରୀ ଜୀବନ ବଡ଼ୁ, ଶ୍ରୀ ଅଭୟ ବଡ଼ଜେନା, ଅନ୍ନପୂର୍ଣ୍ଣା ମିଶ୍ର ପ୍ରମୁଖ ଉପସ୍ଥିତ ଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଜିଲ୍ଲା ପ୍ରଶାସନ ପକ୍ଷରୁ ସାଧୁତା ଓ ଦୁର୍ନୀତି ନିବାରଣ ଶପଥ ପାଠ କାର୍ଯ୍ୟକ୍ରମ   26-Oct-2026
  ଜିଲ୍ଲା  
ଫୁଲାପାଲିରେ ପ୍ରଥମ ଦଶହରା କପ୍ ଫୁଟବଲ ଉଦଯାପିତ, ଟ୍ରାଇବ୍ରେକରରେ ଜୟଦେବ ଏକାଦଶ ଚାମ୍ପିଅନ   26-Oct-2026
  ଜିଲ୍ଲା  
ଟିଟିଲାଗଡ ଲାୟନ କ୍ଲବ ତରଫରୁ ପିସ ପୋଷ୍ଟର ପ୍ରତିଯୋଗିତା ଅନୁଷ୍ଠିତ    26-Oct-2026
  ଜିଲ୍ଲା  
ବରପାଲି ଅଞ୍ଚଳବାସୀଙ୍କ ବହୁ ବର୍ଷର ଦାବି ପୂରଣ ହେବ♦️ ବରପାଲି ରୁ କୁମ୍ଭାରି ରାସ୍ତା ବୁରୋଗାଡ ନଦୀରେ ନିର୍ମାଣ ହେବ ହାଇଲେଭେଲ ବ୍ରିଜ   26-Oct-2026
  ଜିଲ୍ଲା  
ସମାଜ ପାଠକ ମଂଚ’ର ବୈଠକ ଅନୁଷ୍ଠିତ   26-Oct-2026
  ଜିଲ୍ଲା  
ଭୁବନେଶ୍ୱର ମହାନଗର ନିଗମ ୱାର୍ଡ ନମ୍ବର ୨୬ରେ ଓଜେସିର ବିଶାଳ କର୍ମକର୍ତ୍ତା ସମ୍ମିଳନୀ   25-Oct-2026
  ଜିଲ୍ଲା  
ମୃଦୁରେଖା ଡ୍ୟାନ୍ସ ଏକାଡେମୀ’ ପକ୍ଷରୁ ସାଂସ୍କୃତିକ ମହୋତ୍ସବ ‘ମୃଦମ୍-୨୦୨୬’ ଆୟୋଜିତ   25-Oct-2026
  ଜିଲ୍ଲା  
ସଦାଇପାଲିରେ ଆରମ୍ଭ ହେଲା ୩୦ତମ ବର୍ଷ ଗଜଲକ୍ଷ୍ମୀ ପୂଜା କଳସ ଯାତ୍ରାରେ ସାମିଲ ହେଲେ ଶତାଧିକ ମହିଳା ଓ ବ୍ରତଧାରୀ   25-Oct-2026
  ଖେଳ  
ଜାତୀୟ ଲନ୍‌ବଲ୍‌: ସେମିଫାଇନାଲ୍‌ରେ ଶୁଭ୍ରାଂଶୁ, ରାଜେଶ୍ବର   25-Oct-2026
  ଜିଲ୍ଲା  
ରାଜବୈଦ୍ୟ ଚିନ୍ତାମଣି ବେହେରା ସ୍ମୃତି ପରିଷଦ, ବଲାଙ୍ଗିରର ପଞ୍ଚମ ବାର୍ଷିକ ଉତ୍ସବ ଅନୁଷ୍ଠିତ   25-Oct-2026
  ଜିଲ୍ଲା  
ମେରାହୁନର “ପକ୍ଷରୁ ଆର୍ଟ ଏଣ୍ଡ କ୍ରାଫ୍ଟ” ଓ ସଂପୂର୍ଣ୍ଣା ପକ୍ଷରୁ ମେହେନ୍ଦି ପ୍ରତିଯୋଗିତା   25-Oct-2026
  ଜିଲ୍ଲା  
ରାଜବୈଦ୍ୟ ଚିନ୍ତାମଣି ବେହେରା ସ୍ମୃତି ପରିଷଦ, ବଲାଙ୍ଗିରର ପଞ୍ଚମ ବାର୍ଷିକ ଉତ୍ସବ ଅନୁଷ୍ଠିତ   25-Oct-2026

You Might Also Like