-+91-9937148622 |

prerana_bgr@rediffmail.com |

  Saturday 24th October 2026 |

| | | |

R.N.I. Regd No. ODIODI/2010/46693

Breaking News

ବରିଷ୍ଠ ଆଇନଜୀବୀ ଅଶ୍ୱିନୀ ମିଶ୍ର ଙ୍କ ପରଲୋକ    (24-Oct-2026)       ||      ନିଖୋଜ ପ୍ରେମୀ ଯୁଗଳ ଙ୍କ ଝୁଲନ୍ତା ମୃତ ଦେହ ବେହେରା ସ୍ଥିତ ଭଣ୍ଡାର ଡ଼ଙ୍ଗରି ରୁ ଉଦ୍ଧାର   (24-Oct-2026)       ||      ବଲାଙ୍ଗୀରରେ ତ୍ରିଦିବସୀୟ ସଂସ୍କୃତ ଭାଷାବୋଧନ ବର୍ଗର ଉଦ୍‌ଯାପନୀ ସମାରୋହ   (24-Oct-2026)       ||      ବଲାଙ୍ଗୀର ଦିନ ପୂର୍ବରୁ ସେବା କାର୍ଯ୍ୟକ୍ରମର ଶୁଭାରମ୍ଭ: ନାରୀ ଶକ୍ତି ଫାଉଣ୍ଡେସନ ପକ୍ଷରୁ ମେଗା ମାଗଣା ସ୍ୱାସ୍ଥ୍ୟ ଓ ଚକ୍ଷୁ ଶିବିର ଅନୁଷ୍ଠିତ   (24-Oct-2026)       ||      ଆଦିବାସୀଙ୍କ ଜଳ, ଜଙ୍ଗଲ ଓ ଜମିର ସୁରକ୍ଷା ଦାବିରେ ଫଳସାମାଲରେ ବିଶାଳ ମେଳି♦️ ଗ୍ରାମସଭାର ସମ୍ମତି ଓ ଜନଶୁଣାଣି ବିନା ଖଣି ଲିଜ୍‌କୁ ବିରୋଧ   (24-Oct-2026)       ||      ଟିଟିଲାଗଡ଼ରେ ଭୂତଳ ପୋଲ ନିକଟସ୍ଥ ରାସ୍ତା ବନ୍ଦ ପ୍ରସ୍ତାବକୁ ବିରୋଧ - ବକ୍ସ-ଟାଇପ୍ ଅଣ୍ଡରପାସ୍ ନିର୍ମାଣ ଦାବି   (24-Oct-2026)       ||      ନ୍ୟାସନାଲ୍‌ ଅର୍ବାନ୍‌ କନ୍‌କ୍ଲେଭ୍‌-୨୦୨୬ ଉଦ୍‌ଘାଟନ କଲେ ମୁଖ୍ୟମନ୍ତ୍ରୀ♦️ପିଏମ ଇ-ବସ୍‌ ସେବା ଯୋଜନାରେ ୨୬ଟି ଇ-ବସ୍ ସେବାର ଶୁଭାରମ୍ଭ    (24-Oct-2026)       ||      ଅର୍ଥ ବିଭାଗ ପ୍ରମୁଖ ଶାସନ ସଚିବଙ୍କ ଖୋରଧା ଜିଲ୍ଲାର ବିଭିନ୍ନ ପ୍ରକଳ୍ପ ସମୀକ୍ଷା    (24-Oct-2026)       ||      ଅବସରପ୍ରାପ୍ତ ଶିକ୍ଷୟିତ୍ରୀ ସୁଶ୍ରୀ ପଦ୍ମିନୀପ୍ରଭା ସାଗରଙ୍କ ପରଲୋକ   (24-Oct-2026)       ||      କଣ୍ଟାବାଞ୍ଜି ୱାର୍ଡ ନଂ-୧୫ରେ ଦୋକାନରୁ ଚୋରି, ସିଟ୍ କଭର ସିଲେଇ ମେସିନ୍ ଲୁଟ୍   (24-Oct-2026)       ||      ଲୋଇସିଂହା ନିର୍ବାଚନ ମଣ୍ଡଳୀରେ ସାମଗ୍ରିକ ବିକାଶ ଓ ଗମନଗମନର ସୁବିଧା ପାଇଁ ବିଭିନ୍ନ ଜନହିତକର ପ୍ରକଳ୍ପର ଉଦଘାଟନ କଲେ ଗ୍ରାମ୍ୟ ଉନ୍ନୟନ ଓ ପଞ୍ଚାୟତିରାଜ ମନ୍ତ୍ରୀ    (23-Oct-2026)       ||      ଲୋଇସିଂହା ରେ ୫୬ତମ ଦୁର୍ଗାପୂଜା ଉଦଯାପିତ   (23-Oct-2026)       ||      ହଜାର ହଜାର ଭକ୍ତ ଙ୍କ ମେଲରେ ମେଲାଣି ନେଲେ ମା ଦୁର୍ଗା    (23-Oct-2026)       ||      ଆର୍ଥିକ ଅନ୍ତର୍ଭୁକ୍ତୀକରଣ ନେଇ ସଚେତନତା ଶିବିର   (23-Oct-2026)       ||      ବିର୍ଷାମୁଣ୍ଡା ଆଦିବାସୀ କଲ୍ୟାଣ ମଣ୍ଡପ ଉଦଘାଟିତ    (23-Oct-2026)       ||      ହାତୀ ଆକ୍ରମଣରେ ମୃତକଙ୍କ ପରିବାରକୁ ୨୦ ଲକ୍ଷ ସହାୟତା ଦିଆଯାଉ: କ୍ଷତିଗ୍ରସ୍ତ ପରିବାରକୁ ପକ୍କା ଘର ପ୍ରଦାନ ପାଇଁ ନିରଞ୍ଜନ ବିଶିଙ୍କ ଦାବି   (23-Oct-2026)       ||      ଷ୍ଟେଟ୍ ୟୁନିଅନ୍ ଅଫ୍ ଜର୍ଣ୍ଣାଲିଷ୍ଟ୍, ବଲାଙ୍ଗୀର ଶାଖାର ବୈଠକ    (23-Oct-2026)       ||      ଜିଲ୍ଲା ସ୍ତରୀୟ ଶିଶୁ ମହୋତ୍ସବ "ଉତ୍ସାହ ୨୦୨୬ ଅନୁଷ୍ଠିତ" ।   (23-Oct-2026)       ||      ପଶ୍ଚିମ ଓଡ଼ିଶାର ପ୍ରସିଦ୍ଧ ନୃତ୍ୟଶିଳ୍ପୀ କଳ୍ପନା ବ୍ୟାସଙ୍କୁ ଚାଦୋତରା ଦୁର୍ଗା ପୂଜା କମିଟିର ସମ୍ମାନ   (23-Oct-2026)       ||      *ସୁବର୍ଣ୍ଣପୁର ଐତିହାସିକ ପ୍ରସିଦ୍ଧ ମହାବଳୀ ଯାତ୍ରା ସଂପନ୍ନ*   (22-Oct-2026)       ||     

HOME   ଜିଲ୍ଲା

ରଚନା ପକ୍ଷରୁ ବିଶେଷ ରଚନା ସନ୍ଧ୍ୟା

28-Oct-2025



ବଲାଙ୍ଗିର(ପ୍ରେରଣା ଖବର): କବି ରାଜେନ୍ଦ୍ର କିଶୋର ପଣ୍ଡା ନିଜ ଜୀବନର ବିପୁଳ ଅନୁଭୂତିକୁ ନେଇ ବିବିଧ ଭାବଭରା କବିତା ରଚନା କରିଛନ୍ତି। ଜୀବନ ଦର୍ଶନରେ ପରିପୂର୍ଣ୍ଣ ତାଙ୍କ କବିତାସମୂହକୁ ପଢ଼ି ଜଣେ ଭାବଗ୍ରାହୀ ପାଠକ ତହିଁରେ ତଲ୍ଲୀନ ହେବା ସହ ନିଜକୁ ଓ ଜଗତକୁ ଏକ ଭିନ୍ନ ଦୃଷ୍ଟିରେ  ଦେଖିବାକୁ ବାଧ୍ୟ ହୁଏ। ସେ ଥିଲେ ଶବ୍ଦର ଯାଦୁକର ଓ ଭାବର ପାରାବାର। କେତେବେଳେ ତାଙ୍କ କବିତା ନାରୀମୁକ୍ତିର କଥା କହେ ତ ପୁଣି କେତେବେଳେ ଝିଅକୁ ସଂଯମରେ ସଂଚରି ଯିବାର ଶିକ୍ଷାଦିଏ। "କବିତା ଯୁଦ୍ଧ ନୁହେଁ, ପ୍ରେମ" ବୋଲି ତରୁଣକବିଙ୍କୁ ଅନୁପ୍ରାଣିତ କରି ତାଙ୍କୁ କଲମ ବଢ଼େଇ ଦେବାର କଥା କହେ।

ବଲାଙ୍ଗିରର ଅଗ୍ରଣୀ ସାହିତ୍ୟିକ-ସାମାଜିକ-ସାଂସ୍କୃତିକ ଅନୁଷ୍ଠାନ 'ରଚନା' ଦ୍ୱାରା ସ୍ଥାନୀୟ ପି ପି ଏକାଡେମୀ ସଭାକକ୍ଷରେ ଆୟୋଜିତ ବିଶେଷ ରଚନା ସନ୍ଧ୍ୟାରେ "ପ୍ରଣାମ ରାଜେନ୍ଦ୍ର !" ଶୀର୍ଷକ ସ୍ମୃତି ଓ ଅନୁଭୂତିର ଭାବ ବିନିମୟ କାର୍ଯ୍ୟକ୍ରମରେ ଏହି ମତ ପ୍ରକାଶ ପାଇଛି। 'ରଚନା'ର ସଭାପତି ସନାତନ ଠାକୁରଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ସଭାରେ ଯୋଗଦେଇ କବି ନବୀନ ବିଶ୍ୱବନ୍ଧୁ ନିଜ ପାଠପଢ଼ା ସମୟରେ କବି ରାଜେନ୍ଦ୍ର ପଣ୍ଡାଙ୍କ କବିତାର ପ୍ରଭାବ କିପରି ସହପାଠୀଙ୍କ ଭିତରେ ସଞ୍ଚରି ଯାଇଥିଲା ଏବଂ ଏବେ ଅଧ୍ୟାପକ ଜୀବନରେ ତାଙ୍କ କବିତାକୁ ପିଲାଙ୍କୁ ପଢ଼ାଇବା ବେଳେ କିପରି ଭାବବିହ୍ଵଳ ହେବାକୁ ପଡ଼େ ତାହା ବର୍ଣ୍ଣନା କରିଥିଲେ। 

ସଭା ଆରମ୍ଭରେ କବି ରାଜେନ୍ଦ୍ରଙ୍କ "ଅନ୍ୟା" କବିତାକୁ ବିଶିଷ୍ଟ କଣ୍ଠଶିଳ୍ପୀ ଦୁଃଖୀଶ୍ୟାମ ତ୍ରିପାଠୀ ସ୍ୱର ଦେଇ ଗାଇବା ପରେ 'ରଚନା'ର ସମ୍ପାଦକ ଭାଗିରଥି ମିଶ୍ର କବିଙ୍କ ଜୀବନଯାତ୍ରା ଓ ସାହିତ୍ୟକୃତି ସମ୍ପର୍କରେ ସୂଚନା ଦେଇଥିଲେ। କବିଙ୍କ ଲିଖିତ କେତୋଟି କବିତା ଆବୃତ୍ତି କରିଥିଲେ କବି ସସ୍ମିତା ନେପାକ, ବନ୍ଦନା ପଟ୍ଟନାୟକ ଓ ମୃଗେଶ ବୈଷ୍ଣବ ପାଣିଗ୍ରାହୀ। ଏହା ପରେ କବି ପ୍ରହଲ୍ଲାଦ ଶତପଥି, ବିଜୟ ତ୍ରିପାଠୀ, ଡ. ଆରତୀ ତ୍ରିପାଠୀ, ଅଧ୍ୟାପକ ଜୟ କୁମାର ଆଚାର୍ଯ୍ୟ, ସୁଶାନ୍ତ ବାଗ ଓ ରାମଶଙ୍କର ଶତପଥି କବିଙ୍କ ସହ ନିଜ ସ୍ମୃତି ଅନୁଭୂତିର ବର୍ଣନା କରିଥିଲେ। କବି ରାଜୀବ ଲୋଚନ ଆଚାର୍ଯ୍ୟ କାର୍ଯ୍ୟକ୍ରମର ସଂଯୋଜନା କରିଥିଲେ। ଶେଷରେ କବିଙ୍କ "ପ୍ରିୟ ସହକବି !" କବିତା ଆବୃତ୍ତି ସହ ଧନ୍ୟବାଦ ଦେଇଥିଲେ 'ରଚନା'ର ସହସମ୍ପାଦକ ରତ୍ନମୟ ତ୍ରିପାଠୀ l ଏହି କାର୍ଯ୍ୟକ୍ରମରେ ବହୁ ସାହିତ୍ୟିକ ଓ ରାଜେନ୍ଦ୍ର କବିତାପ୍ରେମୀ ଯୋଗଦେଇଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
ବରିଷ୍ଠ ଆଇନଜୀବୀ ଅଶ୍ୱିନୀ ମିଶ୍ର ଙ୍କ ପରଲୋକ   24-Oct-2026
  ଜିଲ୍ଲା  
ନିଖୋଜ ପ୍ରେମୀ ଯୁଗଳ ଙ୍କ ଝୁଲନ୍ତା ମୃତ ଦେହ ବେହେରା ସ୍ଥିତ ଭଣ୍ଡାର ଡ଼ଙ୍ଗରି ରୁ ଉଦ୍ଧାର   24-Oct-2026
  ଜିଲ୍ଲା  
ବଲାଙ୍ଗୀରରେ ତ୍ରିଦିବସୀୟ ସଂସ୍କୃତ ଭାଷାବୋଧନ ବର୍ଗର ଉଦ୍‌ଯାପନୀ ସମାରୋହ   24-Oct-2026
  ଜିଲ୍ଲା  
ବଲାଙ୍ଗୀର ଦିନ ପୂର୍ବରୁ ସେବା କାର୍ଯ୍ୟକ୍ରମର ଶୁଭାରମ୍ଭ: ନାରୀ ଶକ୍ତି ଫାଉଣ୍ଡେସନ ପକ୍ଷରୁ ମେଗା ମାଗଣା ସ୍ୱାସ୍ଥ୍ୟ ଓ ଚକ୍ଷୁ ଶିବିର ଅନୁଷ୍ଠିତ   24-Oct-2026
  ଜିଲ୍ଲା  
ଆଦିବାସୀଙ୍କ ଜଳ, ଜଙ୍ଗଲ ଓ ଜମିର ସୁରକ୍ଷା ଦାବିରେ ଫଳସାମାଲରେ ବିଶାଳ ମେଳି♦️ ଗ୍ରାମସଭାର ସମ୍ମତି ଓ ଜନଶୁଣାଣି ବିନା ଖଣି ଲିଜ୍‌କୁ ବିରୋଧ   24-Oct-2026
  ଜିଲ୍ଲା  
ଟିଟିଲାଗଡ଼ରେ ଭୂତଳ ପୋଲ ନିକଟସ୍ଥ ରାସ୍ତା ବନ୍ଦ ପ୍ରସ୍ତାବକୁ ବିରୋଧ - ବକ୍ସ-ଟାଇପ୍ ଅଣ୍ଡରପାସ୍ ନିର୍ମାଣ ଦାବି   24-Oct-2026
  ଜିଲ୍ଲା  
ନ୍ୟାସନାଲ୍‌ ଅର୍ବାନ୍‌ କନ୍‌କ୍ଲେଭ୍‌-୨୦୨୬ ଉଦ୍‌ଘାଟନ କଲେ ମୁଖ୍ୟମନ୍ତ୍ରୀ♦️ପିଏମ ଇ-ବସ୍‌ ସେବା ଯୋଜନାରେ ୨୬ଟି ଇ-ବସ୍ ସେବାର ଶୁଭାରମ୍ଭ   24-Oct-2026
  ଜିଲ୍ଲା  
ଅର୍ଥ ବିଭାଗ ପ୍ରମୁଖ ଶାସନ ସଚିବଙ୍କ ଖୋରଧା ଜିଲ୍ଲାର ବିଭିନ୍ନ ପ୍ରକଳ୍ପ ସମୀକ୍ଷା   24-Oct-2026
  ଜିଲ୍ଲା  
ଅବସରପ୍ରାପ୍ତ ଶିକ୍ଷୟିତ୍ରୀ ସୁଶ୍ରୀ ପଦ୍ମିନୀପ୍ରଭା ସାଗରଙ୍କ ପରଲୋକ   24-Oct-2026
  ଜିଲ୍ଲା  
କଣ୍ଟାବାଞ୍ଜି ୱାର୍ଡ ନଂ-୧୫ରେ ଦୋକାନରୁ ଚୋରି, ସିଟ୍ କଭର ସିଲେଇ ମେସିନ୍ ଲୁଟ୍   24-Oct-2026
  ଜିଲ୍ଲା  
ଲୋଇସିଂହା ନିର୍ବାଚନ ମଣ୍ଡଳୀରେ ସାମଗ୍ରିକ ବିକାଶ ଓ ଗମନଗମନର ସୁବିଧା ପାଇଁ ବିଭିନ୍ନ ଜନହିତକର ପ୍ରକଳ୍ପର ଉଦଘାଟନ କଲେ ଗ୍ରାମ୍ୟ ଉନ୍ନୟନ ଓ ପଞ୍ଚାୟତିରାଜ ମନ୍ତ୍ରୀ   23-Oct-2026
  ଜିଲ୍ଲା  
ଲୋଇସିଂହା ରେ ୫୬ତମ ଦୁର୍ଗାପୂଜା ଉଦଯାପିତ   23-Oct-2026

You Might Also Like