-+91-9937148622 |

prerana_bgr@rediffmail.com |

  Saturday 24th October 2026 |

| | | |

R.N.I. Regd No. ODIODI/2010/46693

Breaking News

ଲୋଇସିଂହା ନିର୍ବାଚନ ମଣ୍ଡଳୀରେ ସାମଗ୍ରିକ ବିକାଶ ଓ ଗମନଗମନର ସୁବିଧା ପାଇଁ ବିଭିନ୍ନ ଜନହିତକର ପ୍ରକଳ୍ପର ଉଦଘାଟନ କଲେ ଗ୍ରାମ୍ୟ ଉନ୍ନୟନ ଓ ପଞ୍ଚାୟତିରାଜ ମନ୍ତ୍ରୀ    (23-Oct-2026)       ||      ଲୋଇସିଂହା ରେ ୫୬ତମ ଦୁର୍ଗାପୂଜା ଉଦଯାପିତ   (23-Oct-2026)       ||      ହଜାର ହଜାର ଭକ୍ତ ଙ୍କ ମେଲରେ ମେଲାଣି ନେଲେ ମା ଦୁର୍ଗା    (23-Oct-2026)       ||      ଆର୍ଥିକ ଅନ୍ତର୍ଭୁକ୍ତୀକରଣ ନେଇ ସଚେତନତା ଶିବିର   (23-Oct-2026)       ||      ବିର୍ଷାମୁଣ୍ଡା ଆଦିବାସୀ କଲ୍ୟାଣ ମଣ୍ଡପ ଉଦଘାଟିତ    (23-Oct-2026)       ||      ହାତୀ ଆକ୍ରମଣରେ ମୃତକଙ୍କ ପରିବାରକୁ ୨୦ ଲକ୍ଷ ସହାୟତା ଦିଆଯାଉ: କ୍ଷତିଗ୍ରସ୍ତ ପରିବାରକୁ ପକ୍କା ଘର ପ୍ରଦାନ ପାଇଁ ନିରଞ୍ଜନ ବିଶିଙ୍କ ଦାବି   (23-Oct-2026)       ||      ଷ୍ଟେଟ୍ ୟୁନିଅନ୍ ଅଫ୍ ଜର୍ଣ୍ଣାଲିଷ୍ଟ୍, ବଲାଙ୍ଗୀର ଶାଖାର ବୈଠକ    (23-Oct-2026)       ||      ଜିଲ୍ଲା ସ୍ତରୀୟ ଶିଶୁ ମହୋତ୍ସବ "ଉତ୍ସାହ ୨୦୨୬ ଅନୁଷ୍ଠିତ" ।   (23-Oct-2026)       ||      ପଶ୍ଚିମ ଓଡ଼ିଶାର ପ୍ରସିଦ୍ଧ ନୃତ୍ୟଶିଳ୍ପୀ କଳ୍ପନା ବ୍ୟାସଙ୍କୁ ଚାଦୋତରା ଦୁର୍ଗା ପୂଜା କମିଟିର ସମ୍ମାନ   (23-Oct-2026)       ||      *ସୁବର୍ଣ୍ଣପୁର ଐତିହାସିକ ପ୍ରସିଦ୍ଧ ମହାବଳୀ ଯାତ୍ରା ସଂପନ୍ନ*   (22-Oct-2026)       ||      ଟିଟିଲାଗଡ ହାଟପଦାପଡ଼ା ତରଫରୁ ୧୪ ତମ ରାବଣ ପୋଡି ମହୋତ୍ସବ♦️ ବିଜେପି ବିଧାୟକ ନବିନ ଜୈନ ପୂର୍ବତନ ମନ୍ତ୍ରୀ ଶ୍ରୀମତି ଟୁକୁନି ସାହୁଙ୍କୁ ଦେଲେ ଜବାବ    (22-Oct-2026)       ||      *ସୋନପୁର ବ୍ଲକ ଛକ ଦୁର୍ଗା ପୂଜା ରାବଣ ପୋଡ଼ି ଉତ୍ସବ ରେ ଅଗଣିତ ଦର୍ଶକ*-   (22-Oct-2026)       ||      ମହାଦେବପାଳି ଦୁର୍ଗାପୂଜା,ରାବଣ ବଧ ସହ ରାବଣରାଜ ଉଦଯାପିତ   (21-Oct-2026)       ||      ମା’ ସୁରେଶ୍ୱରୀଙ୍କ ମହାଲକ୍ଷ୍ମୀ ବେଶ   (21-Oct-2026)       ||      ସମଲେଇପୂଜା ଅବସରରେ ଯାଦବ ସମାଜର ବନ୍ଧୁ ମିଳନ   (21-Oct-2026)       ||      କଣ୍ଟାମାଳରେ ଜମୁଛି ଶାରଦୀୟ ଦୁର୍ଗାପୂଜାର ଆସର♦️ ଆକର୍ଷଣୀୟ ତୋରଣ ଓ ରଙ୍ଗିନ ଆଲୋକମାଳାରେ ଝଲସୁଛି ଅଞ୍ଚଳ   (21-Oct-2026)       ||      *ଡାବୁଗାଁ ଦୁର୍ଗାପୂଜାରେ ଶତାଧିକ ଭକ୍ତଙ୍କ ସମାଗମରେ ସମ୍ପନ୍ନ ହେଲା ପୂର୍ଣ୍ଣାହୁତି*   (21-Oct-2026)       ||      *ଜିଲ୍ଲା ପୋଲିସ ପକ୍ଷରୁ ୬୬ ତମ ଶହୀଦ ସ୍ମୃତି ଦିବସ ପାଳିତ*   (21-Oct-2026)       ||      *ପୋଡ଼ାଗଡ ପୀଠରେ ପାରମ୍ପରିକ ଦଶହରା ପାଳିତ*   (21-Oct-2026)       ||      ଭୁବନେଶ୍ୱରରେ ବି.ଏମ୍. ଫାଉଣ୍ଡେସନ‌ ଦ୍ୱାରା ନବ ଉତ୍ସବ ଆୟୋଜନ   (21-Oct-2026)       ||     

HOME   ଖେଳ

ବଲାଙ୍ଗିର ଜିଲ୍ଲାସ୍ତରୀୟ ବିଦ୍ୟାଳୟ ସମୂହ ଫୁଟବଲ ପ୍ରତିଯୋଗିତା-୨୦୨୫ ଉଦଘାଟିତ

31-Oct-2025



ବଲାଙ୍ଗୀର(ପ୍ରେରଣା ଖବର): ବଲାଙ୍ଗୀର ଜିଲ୍ଲା ଦେଓଗାଁ ବ୍ଲକ ଅନ୍ତର୍ଗତ ଆଞ୍ଚଳିକ ନୋଡାଲ ସରକାରୀ ଉଚ୍ଚ ବିଦ୍ୟାଳୟ, ଉପରଝର ଠାରେ ଜିଲ୍ଲାସ୍ତରୀୟ ବିଦ୍ୟାଳୟ ସମୂହ ଫୁଟବଲ ପ୍ରତିଯୋଗିତା ଉଦଘାଟିତ ହୋଇଯାଇଛି । ତିନିଦିନ ଧରି ହେବାକୁ ଥିବା ଏହି ପ୍ରପ୍ରତିଯୋଗିତାରଉଦଘାଟନୀ ଉତ୍ସବରେ ଦେଓଗାଁ ବ୍ଲକ ଶିକ୍ଷା ଅଧିକାରୀ ମମତା ମହାଡ଼ିକଙ୍କ ସଭାପତିତ୍ଵରେ ଅନୁଷ୍ଠିତ ହୋଇଥିଲା । ମୁଖ୍ୟ ଅତିଥି ଭାବରେ ଜିଲ୍ଲା ଶିକ୍ଷା ଅଧିକାରୀ ପ୍ରଦୀପ କୁମାର ନାଗ ଯୋଗ ଦେଇ ଥିଲେ, ଅନ୍ୟ ସମ୍ମାନିତ ଅତିଥି ଭାବରେ ତୁରେକେଲା ବ୍ଲକ ଶିକ୍ଷା ଅଧିକାରୀ ଗୌତମ ପଟେଲ, ବଲାଙ୍ଗୀର ଫୁଟବଲ ପ୍ରଶିକ୍ଷକ ପରାଶର ବାଗ, ପୂର୍ବତନ ଜିଲ୍ଲା ଶାରୀରିକ ଶିକ୍ଷା ଅଧିକାରୀ ଅନ୍ତର୍ଯ୍ୟାମୀ ବିଶ୍ଵାଳ, ପର୍ଯ୍ୟବେକ୍ଷକ ଭାବରେ ସୁନୀଲ କୁମାର ବିଶ୍ଵାଳ, ଦେଓଗାଁ ବ୍ଲକର ଏଜିଇଓ ଚୈତନ୍ୟ ଧରୁଆ ଓ ଦେଓଗାଁ ବ୍ଲକ କ୍ରିଡା ସଂଗଠନର ସମ୍ପାଦକ  ଉମେଶ ଚନ୍ଦ୍ର ପାଣିଗ୍ରାହୀ ମଞ୍ଚାସୀନ ଥିଲେ । ପ୍ରାରମ୍ଭିକ ପର୍ଯ୍ୟୟରେ ଆୟୋଜକ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ଅନନ୍ତ ବାରିକ ସ୍ଵାଗତ ଅଭିଭାଷଣ କରିଥିବା ବେଳେ ଜିଲ୍ଲା ଶାରୀରିକ ଶିକ୍ଷା ଅଧିକାରୀ ପ୍ରଦୀପ କୁମାର ପାତ୍ର ବିବରଣୀ ପାଠ କରିଥିଲେ । ଏଥିରେ ବଲାଙ୍ଗିର ଜିଲ୍ଲାର ୧୪ ଗୋଟି ବ୍ଲକର ୧୭ ବର୍ଷରୁ କମ ବୟସର ବାଳକ ଓ ବାଳିକା ଦଳ ଅଂଶଗ୍ରହଣ କରିଛନ୍ତି ସର୍ବମୋଟ ୩୧୯ ଜଣ ଖେଳାଳି, ୩୧ ଜଣ ମେନେଜର ଓ ୩୧ ଜଣ ଅଫିସିଆଲ କାର୍ଯ୍ୟକ୍ରମରେ ଯୋଗ ଦେଇଛନ୍ତି ।  ପ୍ରତିଯୋଗିତାରେ ଅଂଶଗ୍ରହଣ କରିଥିବା ଉଦ୍ଦେଶ୍ୟ କେବଳ ପୁରସ୍କାର ଲାଭ ନୁହେଁ ବରଂ ଶୃଙ୍ଖଳା ସହ ସୁସ୍ଥ ଜୀବନ ମୂଲ୍ୟବୋଧ ହିଁ ଏହାର ପ୍ରଧାନ ଉଦ୍ଦେଶ୍ୟ ବୋଲି ଅତିଥିଗଣ ମାନେ ମତବ୍ୟକ୍ତ କରିଥିଲେ । ମନୋନୀତ ଖେଳାଳି ମାନେ ଆସନ୍ତା ନଭେମ୍ବର ମାସରେ ବଲାଙ୍ଗିର ଜିଲ୍ଲାରେ ହେବାକୁ ଥିବା ରାଜ୍ୟ ବିଦ୍ୟାଳୟ ଫୁଟବଲ ପ୍ରତିଯୋଗୀତାରେ ବଲାଙ୍ଗିର ଜିଲ୍ଲାକୁ ପ୍ରତିନିଧିତ୍ଵ କରିବେ । କାର୍ଯ୍ୟକ୍ରମରେ ଦେଓଗାଁ ବ୍ଲକର ସମସ୍ତ ପ୍ରଧାନଶିକ୍ଷକ, କ୍ରିଡା ଶିକ୍ଷକ, ଶିକ୍ଷକ ତଥା ଉପରଝର ଗ୍ରାମବାସୀ ସହଯୋଗ କରିଥିଲେ । ମଞ୍ଚ ପରିଚାଳନା ହେମନ୍ତ ପ୍ରଧାନ ଓ  ଧନ୍ୟବାଦ ଅର୍ପଣ ସନ୍ଧ୍ୟା ରାଣୀ ଛତ୍ରିଆ କରିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଲୋଇସିଂହା ନିର୍ବାଚନ ମଣ୍ଡଳୀରେ ସାମଗ୍ରିକ ବିକାଶ ଓ ଗମନଗମନର ସୁବିଧା ପାଇଁ ବିଭିନ୍ନ ଜନହିତକର ପ୍ରକଳ୍ପର ଉଦଘାଟନ କଲେ ଗ୍ରାମ୍ୟ ଉନ୍ନୟନ ଓ ପଞ୍ଚାୟତିରାଜ ମନ୍ତ୍ରୀ   23-Oct-2026
  ଜିଲ୍ଲା  
ଲୋଇସିଂହା ରେ ୫୬ତମ ଦୁର୍ଗାପୂଜା ଉଦଯାପିତ   23-Oct-2026
  ଜିଲ୍ଲା  
ହଜାର ହଜାର ଭକ୍ତ ଙ୍କ ମେଲରେ ମେଲାଣି ନେଲେ ମା ଦୁର୍ଗା   23-Oct-2026
  ଜିଲ୍ଲା  
ଆର୍ଥିକ ଅନ୍ତର୍ଭୁକ୍ତୀକରଣ ନେଇ ସଚେତନତା ଶିବିର   23-Oct-2026
  ଜିଲ୍ଲା  
ବିର୍ଷାମୁଣ୍ଡା ଆଦିବାସୀ କଲ୍ୟାଣ ମଣ୍ଡପ ଉଦଘାଟିତ   23-Oct-2026
  ରାଜ୍ୟ  
ହାତୀ ଆକ୍ରମଣରେ ମୃତକଙ୍କ ପରିବାରକୁ ୨୦ ଲକ୍ଷ ସହାୟତା ଦିଆଯାଉ: କ୍ଷତିଗ୍ରସ୍ତ ପରିବାରକୁ ପକ୍କା ଘର ପ୍ରଦାନ ପାଇଁ ନିରଞ୍ଜନ ବିଶିଙ୍କ ଦାବି   23-Oct-2026
  ଜିଲ୍ଲା  
ଷ୍ଟେଟ୍ ୟୁନିଅନ୍ ଅଫ୍ ଜର୍ଣ୍ଣାଲିଷ୍ଟ୍, ବଲାଙ୍ଗୀର ଶାଖାର ବୈଠକ   23-Oct-2026
  ଜିଲ୍ଲା  
ଜିଲ୍ଲା ସ୍ତରୀୟ ଶିଶୁ ମହୋତ୍ସବ "ଉତ୍ସାହ ୨୦୨୬ ଅନୁଷ୍ଠିତ" ।   23-Oct-2026
  ଜିଲ୍ଲା  
ପଶ୍ଚିମ ଓଡ଼ିଶାର ପ୍ରସିଦ୍ଧ ନୃତ୍ୟଶିଳ୍ପୀ କଳ୍ପନା ବ୍ୟାସଙ୍କୁ ଚାଦୋତରା ଦୁର୍ଗା ପୂଜା କମିଟିର ସମ୍ମାନ   23-Oct-2026
  ଜିଲ୍ଲା  
*ସୁବର୍ଣ୍ଣପୁର ଐତିହାସିକ ପ୍ରସିଦ୍ଧ ମହାବଳୀ ଯାତ୍ରା ସଂପନ୍ନ*   22-Oct-2026
  ଜିଲ୍ଲା  
ଟିଟିଲାଗଡ ହାଟପଦାପଡ଼ା ତରଫରୁ ୧୪ ତମ ରାବଣ ପୋଡି ମହୋତ୍ସବ♦️ ବିଜେପି ବିଧାୟକ ନବିନ ଜୈନ ପୂର୍ବତନ ମନ୍ତ୍ରୀ ଶ୍ରୀମତି ଟୁକୁନି ସାହୁଙ୍କୁ ଦେଲେ ଜବାବ    22-Oct-2026
  ଜିଲ୍ଲା  
*ସୋନପୁର ବ୍ଲକ ଛକ ଦୁର୍ଗା ପୂଜା ରାବଣ ପୋଡ଼ି ଉତ୍ସବ ରେ ଅଗଣିତ ଦର୍ଶକ*-   22-Oct-2026

You Might Also Like