-+91-9937148622 |

prerana_bgr@rediffmail.com |

  Tuesday 27th October 2026 |

| | | |

R.N.I. Regd No. ODIODI/2010/46693

Breaking News

ଲକ୍ଷେ ଘର ଗଣ୍ଡା ସମାଜ ପକ୍ଷରୁ ନୁଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (27-Oct-2026)       ||      ଜୋନକନ୍-୨୦୨୬ରେ ଜେସିଆଇ ଟିଟିଲାଗଡ଼ ସିଟିର ଐତିହାସିକ ସଫଳତା: ଶୈଳେଶ ପ୍ରସାଦ ଗୋଏଲ ଶ୍ରେଷ୍ଠ ସଭାପତି   (27-Oct-2026)       ||      ଚିନାଯୁରୀରେ ପଂଚାୟତସ୍ତରୀୟ ଜନ ଅଭିଯୋଗ ଶୁଣାଣୀ   (27-Oct-2026)       ||      ବରିଷ୍ଠ ନୋଟାରୀ ଅଶ୍ୱିନୀ ମିଶ୍ର ଙ୍କ ବିୟୋଗରେ ଜିଲ୍ଲା ଓକିଲ ସଂଘ ପକ୍ଷରୁ ଶୋକସଭା    (27-Oct-2026)       ||      ସଂକଳ୍ପ ଖୋଲୁଛି ସୁଯୋଗର ଦ୍ୱାର, ସାହସ ଦେଉଛି ପରିବର୍ତ୍ତନକୁ ଗତି: ଓଡ଼ିଶାର ମହିଳାଙ୍କ ହାତରେ ନୂଆ ଭବିଷ୍ୟତର ଷ୍ଟିଅରିଂ   (27-Oct-2026)       ||      ଲୋଇସିଂହା ଠାରେ ବିଜେପି ପକ୍ଷରୁ ଯଶସ୍ବୀ ପ୍ରଧାନମନ୍ତ୍ରୀ ଙ୍କ ବାପା ଓ ମା ପ୍ରତି ଅଶାଳୀନ ମନ୍ତବ୍ୟ କୁ ନେଇ କଂଗ୍ରେସ ଅଧ୍ୟକ୍ଷ ଙ୍କ ବିରୁଦ୍ଧରେ ପ୍ରତିବାଦ କାର୍ଯ୍ୟକ୍ରମ   (26-Oct-2026)       ||      ବଲାଙ୍ଗୀରିଏନ ବୀରାଙ୍ଗନା”ଅନୁଷ୍ଠାନ ପକ୍ଷରୁ ନ୍ୟୁତ୍ୟ ପ୍ରତିଯୋଗୀତା   (26-Oct-2026)       ||      ଜାତୀୟ ଲନ୍‌ବଲ୍‌ ଉଦ୍‌ଯାପିତ: ଓଡ଼ିଶାକୁ ୩ ସ୍ବର୍ଣ୍ଣ ସହ ୫ ପଦକ ରାଜେଶ୍ବରୀ ବ୍ୟକ୍ତିଗତ ବର୍ଗ, ଓଡ଼ିଶା ୧୮ବର୍ଷରୁ କମ୍‌ ବର୍ଗରେ ଓଭରଅଲ୍‌ ବିଜେତା   (26-Oct-2026)       ||      *ଡାବୁଗାଁରେ ମାଁ ଗଜଲକ୍ଷ୍ମୀ ପୂଜା ଆରମ୍ଭ*   (26-Oct-2026)       ||      ବରଗଡ଼ ଧନୁଯାତ୍ରାରୁ କଂସ ଅଭିନେତା ସୁଶିଲ ମେହେରଙ୍କ ଅବ୍ୟାହତି   (26-Oct-2026)       ||      At the Lotus Feet of Maa Mahalakshmi: A Lifelong Vow of Devotion,Duty and Surrender    (26-Oct-2026)       ||      ରାସ୍ତା କଡ଼ ରେ କଇଁଛ ଉଦ୍ଧାର କରି ବନ ବିଭାଗକୁ ହସ୍ତାନ୍ତର କଲେ ପ୍ରକୃତି ପ୍ରେମୀ ବ୍ୟାସଦେବ   (26-Oct-2026)       ||      ହେମଗିରି ବ୍ଲକ ପରିସରରେ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଅନୁଷ୍ଠିତ   (26-Oct-2026)       ||      ଜିଲ୍ଲା ପ୍ରଶାସନ ପକ୍ଷରୁ ସାଧୁତା ଓ ଦୁର୍ନୀତି ନିବାରଣ ଶପଥ ପାଠ କାର୍ଯ୍ୟକ୍ରମ   (26-Oct-2026)       ||      ଫୁଲାପାଲିରେ ପ୍ରଥମ ଦଶହରା କପ୍ ଫୁଟବଲ ଉଦଯାପିତ, ଟ୍ରାଇବ୍ରେକରରେ ଜୟଦେବ ଏକାଦଶ ଚାମ୍ପିଅନ    (26-Oct-2026)       ||      ଟିଟିଲାଗଡ ଲାୟନ କ୍ଲବ ତରଫରୁ ପିସ ପୋଷ୍ଟର ପ୍ରତିଯୋଗିତା ଅନୁଷ୍ଠିତ    (26-Oct-2026)       ||      ବରପାଲି ଅଞ୍ଚଳବାସୀଙ୍କ ବହୁ ବର୍ଷର ଦାବି ପୂରଣ ହେବ♦️ ବରପାଲି ରୁ କୁମ୍ଭାରି ରାସ୍ତା ବୁରୋଗାଡ ନଦୀରେ ନିର୍ମାଣ ହେବ ହାଇଲେଭେଲ ବ୍ରିଜ    (26-Oct-2026)       ||      ସମାଜ ପାଠକ ମଂଚ’ର ବୈଠକ ଅନୁଷ୍ଠିତ   (26-Oct-2026)       ||      ଭୁବନେଶ୍ୱର ମହାନଗର ନିଗମ ୱାର୍ଡ ନମ୍ବର ୨୬ରେ ଓଜେସିର ବିଶାଳ କର୍ମକର୍ତ୍ତା ସମ୍ମିଳନୀ    (25-Oct-2026)       ||      ମୃଦୁରେଖା ଡ୍ୟାନ୍ସ ଏକାଡେମୀ’ ପକ୍ଷରୁ ସାଂସ୍କୃତିକ ମହୋତ୍ସବ ‘ମୃଦମ୍-୨୦୨୬’ ଆୟୋଜିତ   (25-Oct-2026)       ||     

HOME   ଜିଲ୍ଲା

ନୂଆପଡା ଉପନିର୍ବାଚନରେ ରେକର୍ଡ ସଂଖ୍ୟକ ମତଦାନ ସହିତ ଭୋଟ ଗ୍ରହଣ ସମ୍ପନ୍ନ; ୧୪ ତାରିଖରେ ଭୋଟଗଣତି ହେବ

13-Nov-2025



  ଜିଲ୍ଲାପାଳ ସାମ୍ବାଦିକ ମାନଙ୍କୁ ସୂଚନା ଦେଲେ 

ନୂଆପଡା(ପରମେଶ୍ଵର ମେହେର): ନୂଆପଡା ବିଧାନସଭା  ଉପନିର୍ବାଚନରେ ଭୋଟ ଗ୍ରହଣ କାର୍ଯ୍ୟକ୍ରମ ଜିଲ୍ଲା ପ୍ରଶାସନର ଆନ୍ତରିକ ଉଦ୍ୟମ କ୍ରମେ ସୁଚାରୁ ରୂପେ  ସମ୍ପନ୍ନ ହୋଇଛି l ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀଙ୍କ ଆଭାସୀ ମାଧ୍ୟମରେ ଦିଗ୍ ଦର୍ଶନ ସହିତ ସଂପୂର୍ଣ୍ଣ ସ୍ୱଚ୍ଛ ଓ ପାରଦର୍ଶୀ ଭାବରେ ମତଦାନ ହୋଇଥିଲା l ଜିଲ୍ଲାପାଳ ତଥା ଜିଲ୍ଲା ନିର୍ବାଚନ ଅଧିକାରୀ ମଧୁସୂଦନ ଦାଶଙ୍କ ପ୍ରତ୍ୟକ୍ଷ ତତ୍ତ୍ୱାବଧାନରେ ପୂର୍ବ ପ୍ରସ୍ତୁତି ସହିତ ପ୍ରତ୍ୟେକଟି କାର୍ଯ୍ୟ ଧାର୍ଯ୍ୟ ସମୟ ମଧ୍ୟରେ ସମ୍ପାଦିତ  ହୋଇ ଥିଲା l ମତଦାନ ପରେ ସମସ୍ତ ୩୫୮ ଟି ବୁଥ ରୁ ଇ ଭି ଏମ୍ ଓ ଭି ଭି ପାଟ ମେସିନ୍ ପୋଲିଂ ଅଧିକାରୀ ମାନେ ଯତ୍ନର ସହିତ ଆଣିଥିଲେ l ଏଗୁଡ଼ିକୁ କେନ୍ଦ୍ରୀୟ ସୁରକ୍ଷା ବଳଙ୍କ ହେପାଜତ୍ ରେ କଡା ନିରାପତ୍ତା ମଧ୍ୟରେ ସ୍ଥାନୀୟ ନେସନାଲ କଲେଜ ର ଷ୍ଟ୍ରଙ୍ଗ ରୁମ୍ ରେ ରଖାଯାଇଛି l ଆସନ୍ତା ୧୪ ତାରିଖରେ ସେଠାରେ ଭୋଟ ଗଣତି ପାଇଁ ସମସ୍ତ ଆନୁଷଙ୍ଗିକ ପ୍ରସ୍ତୁତି ଶେଷ ହୋଇଛି l ଆଜି ଏ ସମ୍ବନ୍ଧରେ ଜିଲ୍ଲାପାଳ ସାମ୍ବାଦିକ ମାନଙ୍କୁ ସୂଚନା ଦେଇ କହିଲେ ଯେ ଭାରତ ନିର୍ବାଚନ ଆୟୋଗଙ୍କ ଦ୍ଵାରା ନିର୍ଦ୍ଧାରିତ ନିୟମ ଅନୁସାରେ  ଭୋଟ ଗ୍ରହଣ ଓ ଗଣନା ପ୍ରକ୍ରିୟାକୁ ସମ୍ପୁର୍ଣ୍ଣ ସ୍ବଚ୍ଛ, ସୁସ୍ଥ ଓ ପାରଦର୍ଶୀ ଭାବରେ ଆୟୋଜନ କରିବା ପାଇଁ ଆବଶ୍ୟକ ସମସ୍ତ ପଦକ୍ଷେପ ଗ୍ରହଣ କରାଯାଇଛି l ନିର୍ବାଚନ ରେ ୨,୫୪,୪୯୭ ଜଣ ଭୋଟର୍ ଥିଲାବେଳେ ସେମାନଙ୍କ ମଧ୍ୟରୁ ୧,୦୩,୮୧୭ ଜଣ ପୁରୁଷ, ୧,୦୮,୫୬୩ ଜଣ ମହିଳା ଏବଂ ୫ ଜଣ ତୃତୀୟ ଲିଙ୍ଗି ଭୋଟ ଦେଇଛନ୍ତି l ରେକର୍ଡ ସଂଖ୍ୟକ ୮୩.୪୫ ପ୍ରତିଶତ ମତଦାନ ହୋଇଛି l ଭୋଟ ଗଣନାରେ ନିୟୋଜିତ ହେବାକୁ ଥିବା ପୋଲିଂ ସୂପରଭାଇଜର, ସହାୟକ ଏବଂ ମାଇକ୍ରୋ ଅବ୍ଜର୍ଭର ମାନଙ୍କୁ ଆବଶ୍ୟକ ତାଲିମ୍ ପ୍ରଦାନ କରାଯାଇଛିl ୧୪ ତାରିଖ ରେ ଭୋଟ ଗଣତି କେନ୍ଦ୍ର ନେସନାଲ କଲେଜରେ ୨୪ x ୭ ରେ ଦୃଢ ତ୍ରିସ୍ତରୀୟ ସୁରକ୍ଷାରେ ଷ୍ଟ୍ରଙ୍ଗ ରୁମ ମଧ୍ୟରେ  ଥିବା ସମସ୍ତ EVM ଓ VVPAT ମେସିନ୍‌ ଗୁଡ଼ିକ କାଉଣ୍ଟିଙ୍ଗ ହଲ୍ କୁ ଅଣାଯିବ l ଭୋଟ ଗଣନା ପ୍ରକ୍ରିୟା ରିଟର୍ଣିଂ ଅଫିସର୍ ତଥା ଉପ ଜିଲ୍ଲାପାଳ ସୁର୍ମି ସୋରନ୍ ଙ୍କ ପ୍ରତ୍ୟକ୍ଷ ତତ୍ତ୍ୱାବଧାନରେ ଅନୁଷ୍ଠିତ ହେବ l ଏଥି ପାଇଁ ୧୪ ଟି ଗଣତି ଟେବୁଲ୍ ଓ  ଡାକ ମତପତ୍ର ପାଇଁ ଗୋଟିଏ ଟେବୁଲ୍ ରହିବ l ପ୍ରଥମେ ପୋଷ୍ଟାଲ ବେଲଟ ସକାଳ ୮.୦୦ ଘଣ୍ଟା ସମୟରେ ଗଣାଯିବ। ତା’ପରେ ୮.୩୦ ରେ EVM ମେସିନ୍‌ର ଭୋଟ ଗଣନା ଆରମ୍ଭ ହେବ। ଏହା ୨୬ ରାଉଣ୍ଡ ରେ ସମାପ୍ତ ହେବ l ଭୋଟିଂ ମେସିନ୍ ର ତଥ୍ୟ କୁ ଫର୍ମ  ୧୭ ସି  ସହିତ ମେଳ କରାଯିବ l ନିର୍ବାଚନ ଆୟୋଗଙ୍କ ନିର୍ଦ୍ଦେଶ ଅନୁଯାୟୀ ପାଞ୍ଚଟି ପୋଲିଂ ସେଣ୍ଟରର VVPAT ସ୍ଲିପ୍‌ଗୁଡ଼ିକ ଗଣାଯାଇ EVM ଫଳାଫଳ ସହ ମେଳ କରାଯିବ, ଯାହା ଫଳାଫଳର ପାରଦର୍ଶିତା ଓ ନିଷ୍ପକ୍ଷତାକୁ ସୁନିଶ୍ଚିତ କରିବ। ଗଣତି ସମୟରେ ପ୍ରାର୍ଥୀ କିମ୍ବା ସେମାନଙ୍କ ମନୋନୀତ ବ୍ୟକ୍ତି ରହିବେ l ଗଣ ମାଧ୍ୟମର ପ୍ରତିନିଧି ମାନଙ୍କୁ ପ୍ରତି ରାଉଣ୍ଡ ଗଣତି ଶେଷରେ ସୂଚନା ପ୍ରଦାନ କରାଯିବ l ସମସ୍ତ ଗଣନା ପ୍ରକ୍ରିୟା ସିସିଟିଭି ନଜରରେ କରାଯିବ ଓ ଏସବୁର ଭିଡିଓ ରେକର୍ଡିଂ ହେବ l ଏହାର ତଦାରଖ ପାଇଁ କେନ୍ଦ୍ରୀୟ ପର୍ଯ୍ୟବେକ୍ଷକ, ଜିଲ୍ଲା ନିର୍ବାଚନ ଅଧିକାରୀ ଓ ପୋଲିସ ପ୍ରଶାସନ ଉପସ୍ଥିତ ରହିବେ l ଅନ୍ତିମ ରାଉଣ୍ଡ ଶେଷ ହେବା ପରେ ନିର୍ବାଚନ ଅଧିକାରୀ (Returning Officer) ଦ୍ୱାରା ବିଜେତା ପ୍ରାର୍ଥୀଙ୍କ ନାମ ଘୋଷଣା ହେବ ଓ ତାଙ୍କୁ ଜୟ ସନଦ(Certificate of Election) ପ୍ରଦାନ କରାଯିବ। ଭୋଟ ଗ୍ରହଣ ଦିନ ଭଳି  ସମ୍ପୂର୍ଣ ଶାନ୍ତି ଶୃଙ୍ଖଳା ସହିତ ଭୋଟ ଗଣତି ହେବ ବୋଲି ଜିଲ୍ଲାପାଳ ଆଶା ପ୍ରକାଶ କରିଛନ୍ତି   l


News Comment




Photo in News

Advertisment
Lastest News
  ଜିଲ୍ଲା  
ଲକ୍ଷେ ଘର ଗଣ୍ଡା ସମାଜ ପକ୍ଷରୁ ନୁଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   27-Oct-2026
  ଜିଲ୍ଲା  
ଜୋନକନ୍-୨୦୨୬ରେ ଜେସିଆଇ ଟିଟିଲାଗଡ଼ ସିଟିର ଐତିହାସିକ ସଫଳତା: ଶୈଳେଶ ପ୍ରସାଦ ଗୋଏଲ ଶ୍ରେଷ୍ଠ ସଭାପତି   27-Oct-2026
  ଜିଲ୍ଲା  
ଚିନାଯୁରୀରେ ପଂଚାୟତସ୍ତରୀୟ ଜନ ଅଭିଯୋଗ ଶୁଣାଣୀ   27-Oct-2026
  ରାଜ୍ୟ  
ବରିଷ୍ଠ ନୋଟାରୀ ଅଶ୍ୱିନୀ ମିଶ୍ର ଙ୍କ ବିୟୋଗରେ ଜିଲ୍ଲା ଓକିଲ ସଂଘ ପକ୍ଷରୁ ଶୋକସଭା   27-Oct-2026
  ଜିଲ୍ଲା  
ସଂକଳ୍ପ ଖୋଲୁଛି ସୁଯୋଗର ଦ୍ୱାର, ସାହସ ଦେଉଛି ପରିବର୍ତ୍ତନକୁ ଗତି: ଓଡ଼ିଶାର ମହିଳାଙ୍କ ହାତରେ ନୂଆ ଭବିଷ୍ୟତର ଷ୍ଟିଅରିଂ   27-Oct-2026
  ଜିଲ୍ଲା  
ଲୋଇସିଂହା ଠାରେ ବିଜେପି ପକ୍ଷରୁ ଯଶସ୍ବୀ ପ୍ରଧାନମନ୍ତ୍ରୀ ଙ୍କ ବାପା ଓ ମା ପ୍ରତି ଅଶାଳୀନ ମନ୍ତବ୍ୟ କୁ ନେଇ କଂଗ୍ରେସ ଅଧ୍ୟକ୍ଷ ଙ୍କ ବିରୁଦ୍ଧରେ ପ୍ରତିବାଦ କାର୍ଯ୍ୟକ୍ରମ   26-Oct-2026
  ଜିଲ୍ଲା  
ବଲାଙ୍ଗୀରିଏନ ବୀରାଙ୍ଗନା”ଅନୁଷ୍ଠାନ ପକ୍ଷରୁ ନ୍ୟୁତ୍ୟ ପ୍ରତିଯୋଗୀତା   26-Oct-2026
  ଜିଲ୍ଲା  
ଜାତୀୟ ଲନ୍‌ବଲ୍‌ ଉଦ୍‌ଯାପିତ: ଓଡ଼ିଶାକୁ ୩ ସ୍ବର୍ଣ୍ଣ ସହ ୫ ପଦକ ରାଜେଶ୍ବରୀ ବ୍ୟକ୍ତିଗତ ବର୍ଗ, ଓଡ଼ିଶା ୧୮ବର୍ଷରୁ କମ୍‌ ବର୍ଗରେ ଓଭରଅଲ୍‌ ବିଜେତା   26-Oct-2026
  ଜିଲ୍ଲା  
*ଡାବୁଗାଁରେ ମାଁ ଗଜଲକ୍ଷ୍ମୀ ପୂଜା ଆରମ୍ଭ*   26-Oct-2026
  ଜିଲ୍ଲା  
ବରଗଡ଼ ଧନୁଯାତ୍ରାରୁ କଂସ ଅଭିନେତା ସୁଶିଲ ମେହେରଙ୍କ ଅବ୍ୟାହତି   26-Oct-2026
  ରାଜ୍ୟ  
At the Lotus Feet of Maa Mahalakshmi: A Lifelong Vow of Devotion,Duty and Surrender   26-Oct-2026
  ଜିଲ୍ଲା  
ରାସ୍ତା କଡ଼ ରେ କଇଁଛ ଉଦ୍ଧାର କରି ବନ ବିଭାଗକୁ ହସ୍ତାନ୍ତର କଲେ ପ୍ରକୃତି ପ୍ରେମୀ ବ୍ୟାସଦେବ   26-Oct-2026

You Might Also Like