-+91-9937148622 |

prerana_bgr@rediffmail.com |

  Tuesday 27th October 2026 |

| | | |

R.N.I. Regd No. ODIODI/2010/46693

Breaking News

ଅଇଁଲାମୁଣ୍ଡା ଠାରେ ଡ଼ୁମାଳ ସମାଜର ମାହେଶ୍ୱରୀ ଖୁଣ୍ଟ ପୂଜା ଅନୁଷ୍ଠିତ   (27-Oct-2026)       ||      ଲକ୍ଷେ ଘର ଗଣ୍ଡା ସମାଜ ପକ୍ଷରୁ ନୁଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (27-Oct-2026)       ||      ଜୋନକନ୍-୨୦୨୬ରେ ଜେସିଆଇ ଟିଟିଲାଗଡ଼ ସିଟିର ଐତିହାସିକ ସଫଳତା: ଶୈଳେଶ ପ୍ରସାଦ ଗୋଏଲ ଶ୍ରେଷ୍ଠ ସଭାପତି   (27-Oct-2026)       ||      ଚିନାଯୁରୀରେ ପଂଚାୟତସ୍ତରୀୟ ଜନ ଅଭିଯୋଗ ଶୁଣାଣୀ   (27-Oct-2026)       ||      ବରିଷ୍ଠ ନୋଟାରୀ ଅଶ୍ୱିନୀ ମିଶ୍ର ଙ୍କ ବିୟୋଗରେ ଜିଲ୍ଲା ଓକିଲ ସଂଘ ପକ୍ଷରୁ ଶୋକସଭା    (27-Oct-2026)       ||      ସଂକଳ୍ପ ଖୋଲୁଛି ସୁଯୋଗର ଦ୍ୱାର, ସାହସ ଦେଉଛି ପରିବର୍ତ୍ତନକୁ ଗତି: ଓଡ଼ିଶାର ମହିଳାଙ୍କ ହାତରେ ନୂଆ ଭବିଷ୍ୟତର ଷ୍ଟିଅରିଂ   (27-Oct-2026)       ||      ଲୋଇସିଂହା ଠାରେ ବିଜେପି ପକ୍ଷରୁ ଯଶସ୍ବୀ ପ୍ରଧାନମନ୍ତ୍ରୀ ଙ୍କ ବାପା ଓ ମା ପ୍ରତି ଅଶାଳୀନ ମନ୍ତବ୍ୟ କୁ ନେଇ କଂଗ୍ରେସ ଅଧ୍ୟକ୍ଷ ଙ୍କ ବିରୁଦ୍ଧରେ ପ୍ରତିବାଦ କାର୍ଯ୍ୟକ୍ରମ   (26-Oct-2026)       ||      ବଲାଙ୍ଗୀରିଏନ ବୀରାଙ୍ଗନା”ଅନୁଷ୍ଠାନ ପକ୍ଷରୁ ନ୍ୟୁତ୍ୟ ପ୍ରତିଯୋଗୀତା   (26-Oct-2026)       ||      ଜାତୀୟ ଲନ୍‌ବଲ୍‌ ଉଦ୍‌ଯାପିତ: ଓଡ଼ିଶାକୁ ୩ ସ୍ବର୍ଣ୍ଣ ସହ ୫ ପଦକ ରାଜେଶ୍ବରୀ ବ୍ୟକ୍ତିଗତ ବର୍ଗ, ଓଡ଼ିଶା ୧୮ବର୍ଷରୁ କମ୍‌ ବର୍ଗରେ ଓଭରଅଲ୍‌ ବିଜେତା   (26-Oct-2026)       ||      *ଡାବୁଗାଁରେ ମାଁ ଗଜଲକ୍ଷ୍ମୀ ପୂଜା ଆରମ୍ଭ*   (26-Oct-2026)       ||      ବରଗଡ଼ ଧନୁଯାତ୍ରାରୁ କଂସ ଅଭିନେତା ସୁଶିଲ ମେହେରଙ୍କ ଅବ୍ୟାହତି   (26-Oct-2026)       ||      At the Lotus Feet of Maa Mahalakshmi: A Lifelong Vow of Devotion,Duty and Surrender    (26-Oct-2026)       ||      ରାସ୍ତା କଡ଼ ରେ କଇଁଛ ଉଦ୍ଧାର କରି ବନ ବିଭାଗକୁ ହସ୍ତାନ୍ତର କଲେ ପ୍ରକୃତି ପ୍ରେମୀ ବ୍ୟାସଦେବ   (26-Oct-2026)       ||      ହେମଗିରି ବ୍ଲକ ପରିସରରେ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଅନୁଷ୍ଠିତ   (26-Oct-2026)       ||      ଜିଲ୍ଲା ପ୍ରଶାସନ ପକ୍ଷରୁ ସାଧୁତା ଓ ଦୁର୍ନୀତି ନିବାରଣ ଶପଥ ପାଠ କାର୍ଯ୍ୟକ୍ରମ   (26-Oct-2026)       ||      ଫୁଲାପାଲିରେ ପ୍ରଥମ ଦଶହରା କପ୍ ଫୁଟବଲ ଉଦଯାପିତ, ଟ୍ରାଇବ୍ରେକରରେ ଜୟଦେବ ଏକାଦଶ ଚାମ୍ପିଅନ    (26-Oct-2026)       ||      ଟିଟିଲାଗଡ ଲାୟନ କ୍ଲବ ତରଫରୁ ପିସ ପୋଷ୍ଟର ପ୍ରତିଯୋଗିତା ଅନୁଷ୍ଠିତ    (26-Oct-2026)       ||      ବରପାଲି ଅଞ୍ଚଳବାସୀଙ୍କ ବହୁ ବର୍ଷର ଦାବି ପୂରଣ ହେବ♦️ ବରପାଲି ରୁ କୁମ୍ଭାରି ରାସ୍ତା ବୁରୋଗାଡ ନଦୀରେ ନିର୍ମାଣ ହେବ ହାଇଲେଭେଲ ବ୍ରିଜ    (26-Oct-2026)       ||      ସମାଜ ପାଠକ ମଂଚ’ର ବୈଠକ ଅନୁଷ୍ଠିତ   (26-Oct-2026)       ||      ଭୁବନେଶ୍ୱର ମହାନଗର ନିଗମ ୱାର୍ଡ ନମ୍ବର ୨୬ରେ ଓଜେସିର ବିଶାଳ କର୍ମକର୍ତ୍ତା ସମ୍ମିଳନୀ    (25-Oct-2026)       ||     

HOME   ଜିଲ୍ଲା

କୀଡୀନି ରୋଗୀଙ୍କୁ କେସିସିଏଲ ପକ୍ଷରୁ ଆର୍ଥିକ ସହାୟତା

13-Nov-2025



କେନ୍ଦ୍ରାପଡ଼ା: କେନ୍ଦ୍ରାପଡ଼ା କ୍ରେଡିଟ କୋଅପରେଟିଭ ସୋସାଇଟି(କେସିସିଏଲ) ସହର ଶାଖା ପକ୍ଷରୁ କେନ୍ଦ୍ରାପଡ଼ା ପୌରାଞ୍ଚଳ ଅନ୍ତର୍ଗତ ଇଚ୍ଛାପୁରର କମାରଖଣ୍ଡି ଗ୍ରାମ ନିବାସୀ ସ୍ବର୍ଗତ ଶଙ୍କର୍ଷଣ ବେହେରାଙ୍କ ଏକମାତ୍ର ପୁତ୍ର କିଡ଼ନୀ ରୋଗରେ ପୀଡ଼ିତ ପ୍ରଦୀପ ବେହେରା(୩୫)ଙ୍କୁ ଅଧିକ ଚିକିତ୍ସା ପାଇଁ ଆର୍ଥିକ ସହାୟତା ପ୍ରଦାନ କରାଯାଇଛି। ସୋସାଇଟିର ସଭାପତି ସମବାୟବିତ୍ତ ଶ୍ରୀ ପ୍ରମୋଦ ପ୍ରମୋଦ କୁମାର ସାହୁ ପ୍ରଦୀପଙ୍କ ବାସଭବନରେ ପହଞ୍ଚି ୧୦ ହଜାର ଟଙ୍କା ଆର୍ଥିକ ସହାୟତା ପ୍ରଦାନ କରିଛନ୍ତି। ଏହାସହ ସରକାରୀ ସ୍ତରରେ ପ୍ରଦୀପଙ୍କ ଚିକିତ୍ସା ପାଇଁ କିପରି ଅଧିକ ସହାୟତା ମିଳି ପାରିବ ସେ ନେଇ ଶ୍ରୀ ସାହୁ ଉଦ୍ୟମ କରିବେ ବୋଲି ପ୍ରତିଶ୍ରୁତି ଦେଇଛନ୍ତି। ଏହି ଅବସରରେ ଶ୍ରୀ ସାହୁ କହିଥିଲେ ସମଗ୍ର କେନ୍ଦ୍ରାପଡ଼ା ଜିଲାରେ ଭୁତଳ ଜଳ ସ୍ତର ଦ୍ରୁତ ଗତିରେ ହ୍ରାସ ପାଉଛି। ଏହାସହ ଭୁତଳ ଜଳ ପ୍ରଦୂଷିତ ହେଉଛି। ଏହି ଜଳକୁ ପାନୀୟ ଭାବେ ବ୍ୟବହାର କରୁଥିବାରୁ ଜିଲ୍ଲାରେ କିଡ଼ନୀ ରୋଗୀଙ୍କ ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି। ଏ ନେଇ ସରକାରୀ ସ୍ତରରେ ବିଶେଷଜ୍ଞ କମିଟି ଗଠନ କରାଯାଇ ଏହାର କାରଣ ଓ ନିରାକରଣ ପାଇଁ ପଦକ୍ଷେପ ନିଆଯିବା ଉଚିତ। ଫଳରେ ଲୋକେ ବିଶୁଦ୍ଧ ପାନୀୟ ଜଳ ପାଇବା ପାଇଁ ପାଇପାରିବେ ଓ କିଡ଼ନୀ ରୋଗରୁ ଦୂରେଇ ରହିପାରିବେ। ଏହି ଆର୍ଥିକ ସହାୟତା ପ୍ରଦାନ ବେଳେ ସମିତିର ସମ୍ପାଦକ ଶ୍ରୀ ଅରବିନ୍ଦ ସାହୁ, ସହର ଶାଖା ପରିଚାଳକ ଅଂଶୁମାନ ଚୌଧୁରୀ ଏବଂ ଦୈନିକ ଜମା ସଂଗ୍ରହକାରୀ ସର୍ବଶ୍ରୀ ପ୍ରଦୀପ ବେହେରା, ସନ୍ତୋଷ ସାହୁ, ଶ୍ରୀକାନ୍ତ ଦାଶ ଏବଂ ପ୍ରଶାନ୍ତ ରାଉତରାୟଙ୍କ ସମେତ ଶତାଧିକ ଗ୍ରାମବାସୀ ଉପସ୍ଥିତ ଥିଲେ। 

କିଡ଼ନୀ ରୋଗୀ ପ୍ରଦୀପଙ୍କ ବିଧବା ମା ବାସନ୍ତୀ ବେହେରା (୭୦) ଙ୍କ ଛଡା ପତ୍ନୀ ମମତାମୟୀ ବେହେରା (୨୮) ଏବଂ ଦୁଇଟି ଛୋଟ ପୁଅ ରହିଛନ୍ତି। ଘରର ଏକମାତ୍ର ରୋଜଗାରିଆ ବ୍ୟକ୍ତି ହୋଇଥିବାରୁ ପରିବାରର ଗୁଜୁରାଣ କିପରି ମେଣ୍ଟିବ ସେ ନେଇ ପ୍ରଦୀପ ଚିନ୍ତାରେ। ବିଭିନ୍ନ ଡାକ୍ତରଖାନାରେ ଚିକିତ୍ସିତ ହେବାଯୋଗୁ ସ୍ୱାସ୍ଥ୍ୟ କାର୍ଡ ପାଣ୍ଠି ଶେଷ ହୋଇଯାଇଛି। ତାଙ୍କର ଦୁଇଟି କିଡ଼ନୀ ନଷ୍ଟ ହୋଇଯାଇଥିବାରୁ ଅନ୍ତତଃ ଗୋଟିଏ କିଡ଼ନୀ ପ୍ରତିରୋପଣ ପାଇଁ ୧୦ ରୁ ୧୫ ଲକ୍ଷ ଟଙ୍କା ଆବଶ୍ୟକ। ପ୍ରଦୀପଙ୍କ ଚିକିତ୍ସା ପାଇଁ ପ୍ରଧାନମନ୍ତ୍ରୀ ଓ ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିରୁ ସହାୟତା ଯୋଗାଇଦେବା ଜରୁରୀ ହୋଇପଡିଛି। ଏ କ୍ଷେତ୍ରରେ ସାଂସଦ ବୈଜୟନ୍ତ ପଣ୍ଡା ଓ ସ୍ଥାନୀୟ ବିଧାୟକ ଗଣେଶ୍ୱର ବେହେରା ସ୍ୱତନ୍ତ୍ର ଭାବେ ଧ୍ୟାନ ଦେବାକୁ ସ୍ଥାନୀୟ ଜନସାଧାରଣ ଅନୁରୋଧ କରିଛନ୍ତି। 
  ଉଲ୍ଲେଖ ଥାଉକି କେନ୍ଦ୍ରାପଡ଼ା କ୍ରେଡିଟ କୋ-ଅପରେଟିଭ ସୋସାଇଟି ସଦା ସର୍ବଦା ବ୍ୟବସାୟ ଛଡା ସାମାଜିକ ଦିଗରେ କାର୍ଯ୍ୟ କରୁଛି। ଏହି ସମିତି ପ୍ରାକୃତିକ ବିପର୍ଯ୍ୟୟ ସମୟରେ ବିପନ୍ନ ମାନଙ୍କୁ ରିଲିଫ ସହାୟତା ପ୍ରଦାନ କରିବା ସଙ୍ଗେ ସଙ୍ଗେ ଉଚ୍ଚ ଶିକ୍ଷା କ୍ଷେତ୍ରରେ ଗରିବ ଓ ମେଧାବୀ ଛାତ୍ରଛାତ୍ରୀ ମାନଙ୍କୁ ଆର୍ଥିକ ସହାୟତା ରାଶି ପ୍ରଦାନ କରିଥାଏ। ସେହିଭଳି ଗରିବ ଓ ଅସହାୟ ରୋଗୀମାନଙ୍କୁ ଚିକିତ୍ସା ସହାୟତା ଦେବା ସଙ୍ଗେ ସଙ୍ଗେ ଜାତୀୟ ଓ ଅନ୍ତର୍ଜାତୀୟ ଓ ରାଜ୍ୟ ସ୍ତରରେ କୃତୀ ଖେଳାଳୀ ମାନଙ୍କୁ ସମ୍ବର୍ଦ୍ଧିତ କରିବା ସହ ପ୍ରୋତ୍ସାହନ ଦେଇଥାଏ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଅଇଁଲାମୁଣ୍ଡା ଠାରେ ଡ଼ୁମାଳ ସମାଜର ମାହେଶ୍ୱରୀ ଖୁଣ୍ଟ ପୂଜା ଅନୁଷ୍ଠିତ   27-Oct-2026
  ଜିଲ୍ଲା  
ଲକ୍ଷେ ଘର ଗଣ୍ଡା ସମାଜ ପକ୍ଷରୁ ନୁଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   27-Oct-2026
  ଜିଲ୍ଲା  
ଜୋନକନ୍-୨୦୨୬ରେ ଜେସିଆଇ ଟିଟିଲାଗଡ଼ ସିଟିର ଐତିହାସିକ ସଫଳତା: ଶୈଳେଶ ପ୍ରସାଦ ଗୋଏଲ ଶ୍ରେଷ୍ଠ ସଭାପତି   27-Oct-2026
  ଜିଲ୍ଲା  
ଚିନାଯୁରୀରେ ପଂଚାୟତସ୍ତରୀୟ ଜନ ଅଭିଯୋଗ ଶୁଣାଣୀ   27-Oct-2026
  ରାଜ୍ୟ  
ବରିଷ୍ଠ ନୋଟାରୀ ଅଶ୍ୱିନୀ ମିଶ୍ର ଙ୍କ ବିୟୋଗରେ ଜିଲ୍ଲା ଓକିଲ ସଂଘ ପକ୍ଷରୁ ଶୋକସଭା   27-Oct-2026
  ଜିଲ୍ଲା  
ସଂକଳ୍ପ ଖୋଲୁଛି ସୁଯୋଗର ଦ୍ୱାର, ସାହସ ଦେଉଛି ପରିବର୍ତ୍ତନକୁ ଗତି: ଓଡ଼ିଶାର ମହିଳାଙ୍କ ହାତରେ ନୂଆ ଭବିଷ୍ୟତର ଷ୍ଟିଅରିଂ   27-Oct-2026
  ଜିଲ୍ଲା  
ଲୋଇସିଂହା ଠାରେ ବିଜେପି ପକ୍ଷରୁ ଯଶସ୍ବୀ ପ୍ରଧାନମନ୍ତ୍ରୀ ଙ୍କ ବାପା ଓ ମା ପ୍ରତି ଅଶାଳୀନ ମନ୍ତବ୍ୟ କୁ ନେଇ କଂଗ୍ରେସ ଅଧ୍ୟକ୍ଷ ଙ୍କ ବିରୁଦ୍ଧରେ ପ୍ରତିବାଦ କାର୍ଯ୍ୟକ୍ରମ   26-Oct-2026
  ଜିଲ୍ଲା  
ବଲାଙ୍ଗୀରିଏନ ବୀରାଙ୍ଗନା”ଅନୁଷ୍ଠାନ ପକ୍ଷରୁ ନ୍ୟୁତ୍ୟ ପ୍ରତିଯୋଗୀତା   26-Oct-2026
  ଜିଲ୍ଲା  
ଜାତୀୟ ଲନ୍‌ବଲ୍‌ ଉଦ୍‌ଯାପିତ: ଓଡ଼ିଶାକୁ ୩ ସ୍ବର୍ଣ୍ଣ ସହ ୫ ପଦକ ରାଜେଶ୍ବରୀ ବ୍ୟକ୍ତିଗତ ବର୍ଗ, ଓଡ଼ିଶା ୧୮ବର୍ଷରୁ କମ୍‌ ବର୍ଗରେ ଓଭରଅଲ୍‌ ବିଜେତା   26-Oct-2026
  ଜିଲ୍ଲା  
*ଡାବୁଗାଁରେ ମାଁ ଗଜଲକ୍ଷ୍ମୀ ପୂଜା ଆରମ୍ଭ*   26-Oct-2026
  ଜିଲ୍ଲା  
ବରଗଡ଼ ଧନୁଯାତ୍ରାରୁ କଂସ ଅଭିନେତା ସୁଶିଲ ମେହେରଙ୍କ ଅବ୍ୟାହତି   26-Oct-2026
  ରାଜ୍ୟ  
At the Lotus Feet of Maa Mahalakshmi: A Lifelong Vow of Devotion,Duty and Surrender   26-Oct-2026

You Might Also Like