-+91-9937148622 |

prerana_bgr@rediffmail.com |

  Tuesday 27th October 2026 |

| | | |

R.N.I. Regd No. ODIODI/2010/46693

Breaking News

ଚିନାଯୁରୀରେ ପଂଚାୟତସ୍ତରୀୟ ଜନ ଅଭିଯୋଗ ଶୁଣାଣୀ   (27-Oct-2026)       ||      ବରିଷ୍ଠ ନୋଟାରୀ ଅଶ୍ୱିନୀ ମିଶ୍ର ଙ୍କ ବିୟୋଗରେ ଜିଲ୍ଲା ଓକିଲ ସଂଘ ପକ୍ଷରୁ ଶୋକସଭା    (27-Oct-2026)       ||      ସଂକଳ୍ପ ଖୋଲୁଛି ସୁଯୋଗର ଦ୍ୱାର, ସାହସ ଦେଉଛି ପରିବର୍ତ୍ତନକୁ ଗତି: ଓଡ଼ିଶାର ମହିଳାଙ୍କ ହାତରେ ନୂଆ ଭବିଷ୍ୟତର ଷ୍ଟିଅରିଂ   (27-Oct-2026)       ||      ଲୋଇସିଂହା ଠାରେ ବିଜେପି ପକ୍ଷରୁ ଯଶସ୍ବୀ ପ୍ରଧାନମନ୍ତ୍ରୀ ଙ୍କ ବାପା ଓ ମା ପ୍ରତି ଅଶାଳୀନ ମନ୍ତବ୍ୟ କୁ ନେଇ କଂଗ୍ରେସ ଅଧ୍ୟକ୍ଷ ଙ୍କ ବିରୁଦ୍ଧରେ ପ୍ରତିବାଦ କାର୍ଯ୍ୟକ୍ରମ   (26-Oct-2026)       ||      ବଲାଙ୍ଗୀରିଏନ ବୀରାଙ୍ଗନା”ଅନୁଷ୍ଠାନ ପକ୍ଷରୁ ନ୍ୟୁତ୍ୟ ପ୍ରତିଯୋଗୀତା   (26-Oct-2026)       ||      ଜାତୀୟ ଲନ୍‌ବଲ୍‌ ଉଦ୍‌ଯାପିତ: ଓଡ଼ିଶାକୁ ୩ ସ୍ବର୍ଣ୍ଣ ସହ ୫ ପଦକ ରାଜେଶ୍ବରୀ ବ୍ୟକ୍ତିଗତ ବର୍ଗ, ଓଡ଼ିଶା ୧୮ବର୍ଷରୁ କମ୍‌ ବର୍ଗରେ ଓଭରଅଲ୍‌ ବିଜେତା   (26-Oct-2026)       ||      *ଡାବୁଗାଁରେ ମାଁ ଗଜଲକ୍ଷ୍ମୀ ପୂଜା ଆରମ୍ଭ*   (26-Oct-2026)       ||      ବରଗଡ଼ ଧନୁଯାତ୍ରାରୁ କଂସ ଅଭିନେତା ସୁଶିଲ ମେହେରଙ୍କ ଅବ୍ୟାହତି   (26-Oct-2026)       ||      At the Lotus Feet of Maa Mahalakshmi: A Lifelong Vow of Devotion,Duty and Surrender    (26-Oct-2026)       ||      ରାସ୍ତା କଡ଼ ରେ କଇଁଛ ଉଦ୍ଧାର କରି ବନ ବିଭାଗକୁ ହସ୍ତାନ୍ତର କଲେ ପ୍ରକୃତି ପ୍ରେମୀ ବ୍ୟାସଦେବ   (26-Oct-2026)       ||      ହେମଗିରି ବ୍ଲକ ପରିସରରେ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଅନୁଷ୍ଠିତ   (26-Oct-2026)       ||      ଜିଲ୍ଲା ପ୍ରଶାସନ ପକ୍ଷରୁ ସାଧୁତା ଓ ଦୁର୍ନୀତି ନିବାରଣ ଶପଥ ପାଠ କାର୍ଯ୍ୟକ୍ରମ   (26-Oct-2026)       ||      ଫୁଲାପାଲିରେ ପ୍ରଥମ ଦଶହରା କପ୍ ଫୁଟବଲ ଉଦଯାପିତ, ଟ୍ରାଇବ୍ରେକରରେ ଜୟଦେବ ଏକାଦଶ ଚାମ୍ପିଅନ    (26-Oct-2026)       ||      ଟିଟିଲାଗଡ ଲାୟନ କ୍ଲବ ତରଫରୁ ପିସ ପୋଷ୍ଟର ପ୍ରତିଯୋଗିତା ଅନୁଷ୍ଠିତ    (26-Oct-2026)       ||      ବରପାଲି ଅଞ୍ଚଳବାସୀଙ୍କ ବହୁ ବର୍ଷର ଦାବି ପୂରଣ ହେବ♦️ ବରପାଲି ରୁ କୁମ୍ଭାରି ରାସ୍ତା ବୁରୋଗାଡ ନଦୀରେ ନିର୍ମାଣ ହେବ ହାଇଲେଭେଲ ବ୍ରିଜ    (26-Oct-2026)       ||      ସମାଜ ପାଠକ ମଂଚ’ର ବୈଠକ ଅନୁଷ୍ଠିତ   (26-Oct-2026)       ||      ଭୁବନେଶ୍ୱର ମହାନଗର ନିଗମ ୱାର୍ଡ ନମ୍ବର ୨୬ରେ ଓଜେସିର ବିଶାଳ କର୍ମକର୍ତ୍ତା ସମ୍ମିଳନୀ    (25-Oct-2026)       ||      ମୃଦୁରେଖା ଡ୍ୟାନ୍ସ ଏକାଡେମୀ’ ପକ୍ଷରୁ ସାଂସ୍କୃତିକ ମହୋତ୍ସବ ‘ମୃଦମ୍-୨୦୨୬’ ଆୟୋଜିତ   (25-Oct-2026)       ||      ସଦାଇପାଲିରେ ଆରମ୍ଭ ହେଲା ୩୦ତମ ବର୍ଷ ଗଜଲକ୍ଷ୍ମୀ ପୂଜା କଳସ ଯାତ୍ରାରେ ସାମିଲ ହେଲେ ଶତାଧିକ ମହିଳା ଓ ବ୍ରତଧାରୀ   (25-Oct-2026)       ||      ଜାତୀୟ ଲନ୍‌ବଲ୍‌: ସେମିଫାଇନାଲ୍‌ରେ ଶୁଭ୍ରାଂଶୁ, ରାଜେଶ୍ବର   (25-Oct-2026)       ||     

HOME   ଜିଲ୍ଲା

ରାଜ୍ୟସ୍ତରୀୟ ଜାତୀୟ ପ୍ରେସ୍‌ ଦିବସ ପାଳିତ, ଭ୍ରମାତ୍ମକ ଖବର ପ୍ରେସ୍‌ର ବିଶ୍ୱାସନୀୟତା ଉପରେ ପ୍ରଶ୍ନବାଚୀ ସୃଷ୍ଟି କରେ-ଅତିଥି

16-Nov-2025



ଭୁବନେଶ୍ୱର(ପ୍ରେରଣା ଖବର): ଗଣତନ୍ତ୍ରକୁ ସୁଦୃଢ଼ ଓ ସକ୍ରିୟ କରିବାରେ ଗଣମାଧ୍ୟମର ଭୂମିକା ଗୁରୁତ୍ୱପୂର୍ଣ୍ଣ । ସଠିକ ଖବର ପରିବେଷଣ ଓ ଗଠନମୂଳକ ସମାଲୋଚନା ଗଣତନ୍ତ୍ରକୁ ଋଦ୍ଧିମନ୍ତ କରିଥାଏ । ମାତ୍ର ସାମ୍ପ୍ରତିକ ଦୁନିଆରେ ଅନେକ ସମୟରେ ଗଣମାଧ୍ୟମ ଦ୍ୱାରା ପ୍ରସାରିତ ଖବର ଭ୍ରମାତ୍ମକ ଭାବେ ପ୍ରସାରିତ ହେଉଥିବାରୁ ପ୍ରେସ୍‌ର ବିଶ୍ୱାସନୀୟତା ଉପରେ ପ୍ରଶ୍ନବାଚୀ ସୃଷ୍ଟି ହେଉଛି । ସ୍ୱୟଂ ନିୟନ୍ତ୍ରିତ ଗଣମାଧ୍ୟମ ସମାଜ ଗଠନ ସହ ଗଣତନ୍ତ୍ରର ସୁରକ୍ଷା ଦିଗରେ କାର୍ଯ୍ୟ କରୁଥିବାର ନଜିର୍‌ ରହିଛି । ତେଣୁ ଦାୟିତ୍ୱସଂପନ୍ନ ଗଣମାଧ୍ୟମ ପ୍ରତନିଧି ପ୍ରତ୍ୟେକ ଖବରର ସତ୍ୟତା ଯାଞ୍ଚ କରି ଲୋକଲୋଚନକୁ ଆଣିବା ବିଧେୟ ବୋଲି ଅତିଥିମାନେ

ମତପ୍ରକାଶ କରିଛନ୍ତି । ଆଜି ସୂଚନା ଓ ଲୋକସଂପର୍କ ବିଭାଗ ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ରାଜ୍ୟସ୍ତରୀୟ ଜାତୀୟ ପ୍ରେସ୍‌ ଦିବସ ପାଳିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଯୋଗଦେଇ ଉତ୍କଳ ବିଶ୍ୱବିଦ୍ୟାଳୟ ରାଜନୀତି ବିଜ୍ଞାନ ବିଭାଗର ପ୍ରାକ୍ତନ ପ୍ରଫେସର ସୂର୍ଯ୍ୟ ନାରାୟଣ ମିଶ୍ର କହିଲେ ଯେ ଗଣମାଧ୍ୟମ ସର୍ବଦା ଗଣତନ୍ତ୍ରର ସୁରକ୍ଷା ଦିଗରେ ନିଜର ନୀତି ସ୍ପଷ୍ଟ କରିଆସିଛି । ପ୍ରେସ୍‌ କାଉନ୍‌ସିଲ୍‌ ଅଫ୍‌ ଇଣ୍ଡିଆ ପକ୍ଷରୁ ପ୍ରଦତ୍ତ ଚଳିତ ବର୍ଷର ଶୀର୍ଷକ ‘ଭ୍ରମାତ୍ମକ ଖବର ପ୍ରସାରଣ ବୃଦ୍ଧି ପରିପ୍ରେକ୍ଷୀରେ ଗଣମାଧ୍ୟମ ବିଶ୍ୱାସନୀୟତାର ସଂରକ୍ଷଣ’ ଉପରେ ଆଲୋକପାତ କରି ଭ୍ରମାତ୍ମକ ତଥା ଭୁଲ ଖବରରୁ ଦୂରେଇ ରହି ଜନସାଧାରଣଙ୍କୁ ସଠିକ୍‌ ସୂଚନା ପ୍ରଦାନ କରି ସଚେତନତା ସୃଷ୍ଟି କରିବା କ୍ଷେତ୍ରରେ ଗଣମାଧ୍ୟମ ନିଜେ ନିଜର ଭୂମିକା ନିର୍ଣ୍ଣୟ କରୁ ବୋଲି ସେ କହିଥିଲେ । 

ମୁଖ୍ୟବକ୍ତା ଭାବେ ଯୋଗଦେଇ ରେଭେନ୍ସା ବିଶ୍ୱବିଦ୍ୟାଳୟର ସହକାରୀ ପ୍ରଫେସର ଡ. ଦେବୀଲାଲ ମିଶ୍ର କହିଲେ ଯେ ଖବର ପ୍ରସାରଣ ପୂର୍ବରୁ ପ୍ରତ୍ୟେକ ତଥ୍ୟର ଗଭୀର ସମୀକ୍ଷାର ଆବଶ୍ୟକତା ରହିଛି । ଭ୍ରମାତ୍ମକ ଖବର ଗଣତନ୍ତ୍ର ଓ ସମାଜ ପ୍ରତି କ୍ଷତିକାରକ ବୋଲି ସେ ମତବ୍ୟକ୍ତ କରିଥିଲେ । 

ଆଜିର କାର୍ଯ୍ୟକ୍ରମରେ ସୂଚନା ଓ ଲୋକସଂପର୍କ ବିଭାଗ ନିର୍ଦ୍ଦେଶକ ଶ୍ରୀ ଅନୁଜ କୁମାର ଦାସ ପଟ୍ଟନାୟକ ପୌରୋହିତ୍ୟ କରି କହିଥିଲେ ଯେ ବିଭିନ୍ନ ପ୍ରତିଯୋଗିତାମୂଳକ ପରୀକ୍ଷା ସମୟରେ ପ୍ରତିଯୋଗୀମାନେ ସବୁବେଳେ ଗଣମାଧ୍ୟମ ଉପରେ ନିର୍ଭର କରି ଆସିଛନ୍ତି । ଗଣମାଧ୍ୟମ ତଥ୍ୟକୁ ଆଧାର କରି ସେମାନେ ଅନେକ ସ୍ତରରେ ସଫଳ ହେବା ସହ ନିଜର ଜ୍ଞାନବୃଦ୍ଧି କରିପାରିଛନ୍ତି । ତେଣୁ ଦାୟିତ୍ୱପୂର୍ଣ୍ଣ ଗଣମାଧ୍ୟମଗୁଡ଼ିକ ଖବର ପ୍ରସାରଣ ସମୟରେ ଭ୍ରମାତ୍ମକ ଖବରଠୁ ଦୂରେଇ ରହିବା ଉପରେ ସେ ଗୁରୁତ୍ୱାରୋପ କରିଥିଲେ । ଅନ୍ୟତମ ସମ୍ମାନିତ ଅତିଥି ଭାବେ ଯୋଗଦେଇ ନିର୍ଦ୍ଦେଶକ (ବୈଷୟିକ) ଶ୍ରୀ ଗୁର୍‌ବୀର୍‌ ସିଂ କହିଲେ ଯେ ଭୁଲ ଖବର ବେଳେବେଳେ ଉଦ୍ଦେଶ୍ୟମୂଳକ ନହୋଇଥିଲେ ମଧ୍ୟ ସମାଜ ଓ ଗଣତନ୍ତ୍ର ନିମନ୍ତେ କ୍ଷତିକାରକ ହୋଇଥାଏ । ଏଣୁ ଖବର ପ୍ରସାରଣ ସମୟରେ ଗଣମାଧ୍ୟମର ପ୍ରତିନିଧିମାନେ ସଚେତନ ରହିବା ନିହାତି ଆବଶ୍ୟକ । ବୈଠକରେ ବରିଷ୍ଠ 

ସାମ୍ବାଦିକ ପୀତବାସ ମିଶ୍ର ମଧ୍ୟ ନିଜର ମତ ଉପସ୍ଥାପନ କରିଥିଲେ । ଏହି ଅବସରରେ ଅନୁଷ୍ଠିତ ମହାବିଦ୍ୟାଳୟ ସ୍ତରୀୟ ଓଡ଼ିଆ ଓ ଇଂରାଜୀ ବକ୍ତୃତା ପ୍ରତିଯୋଗିତାର କୃତି ପ୍ରତିଯୋଗୀଙ୍କୁ

ପୁରସ୍କୃତ କରାଯାଇଥିଲା । ଓଡ଼ିଆ ବକ୍ତୃତା ପ୍ରତିଯୋଗିତାରେ ବିର୍ଲା ଗ୍ଲୋବାଲ୍‌ ବିଶ୍ୱବିଦ୍ୟାଳୟର ସୁଶ୍ରୀ ସିମରନ୍‌ ପ୍ରଥମ, ଉତ୍କଳ ବିଶ୍ୱବିଦ୍ୟାଳୟର ଶାଶ୍ୱତୀ ପ୍ରିୟଦର୍ଶିନୀ ଦ୍ଵିତୀୟ ଓ ବକ୍ସି ଜଗବନ୍ଧୁ ସ୍ୱୟଂଶାସିତ ମହାବିଦ୍ୟାଳୟର ବର୍ଷା ନାୟକ ତୃତୀୟ ସ୍ଥାନ ଅଧିକାର କରି ପୁରସ୍କାର ଗ୍ରହଣ କରିଥିଲେ । ସେହପରି ଇଂରାଜୀ ବକ୍ତୃତା ପ୍ରତିଯୋଗିତାରେ କିଟ୍‌ ବିଶ୍ୱବିଦ୍ୟାଳୟର ସାମିନା ଟି. ଗଣ୍ଡୱା ପ୍ରଥମ, ବିଜେବି ସ୍ୱୟଂଶାସିତ ମହାବିଦ୍ୟାଳୟର କ୍ରିଷ୍ଣା ପ୍ରିୟଦର୍ଶିନୀ ହୋତା ଦ୍ୱିତୀୟ, ବିର୍ଲା ଗ୍ଲୋବାଲ ବିଶ୍ୱବିଦ୍ୟାଳୟର ଅର୍ଚ୍ଚିତା ଭଞ୍ଜ ତୃତୀୟ ସ୍ଥାନ ନିମନ୍ତେ ପୁରସ୍କୃତ ହୋଇଥିଲେ । ଏହି ଅବସରରେ ଆୟୋଜିତ ସମ୍ବାଦପତ୍ର ପ୍ରଦର୍ଶନୀରେ ସହଯୋଗ କରିଥିବାରୁ ଶ୍ରୀ ଶଶାଙ୍କ ଶେଖର ଦାଶ, ‘ପେପରମ୍ୟାନ୍‌ ଇଣ୍ଡିଆ’ଙ୍କୁ ବିଭାଗ ପକ୍ଷରୁ ସମ୍ମାନିତ କରାଯାଇଥିଲା । 

ରାଜ୍ୟସ୍ତରୀୟ ଜାତୀୟ ପ୍ରେସ୍‌ ଦିବସ ଉପଲକ୍ଷେ ସ୍ଥାନୀୟ ଜୟଦେବ ଭବନଠାରେ ଅନୁଷ୍ଠିତ ସମ୍ବାଦପତ୍ର ପ୍ରଦର୍ଶନୀକୁ ବିଭାଗୀୟ ଅତିରିକ୍ତ ମୁଖ୍ୟ ଶାସନ ସଚିବ ଶ୍ରୀ ହେମନ୍ତ ଶର୍ମା ଉଦ୍‌ଘାଟନ କରିଥିଲେ । ଏହି ପ୍ରଦର୍ଶନୀରେ ବହୁ ପୁରାତନ ତଥା ଦେଶ ବିଦେଶର ସମ୍ବାଦପତ୍ର ସ୍ଥାନିତ ହୋଇଛି । ଏଥିରେ ୯୩ଟି ପତ୍ରପତ୍ରିକା, ୧୭ଟି ବିଦେଶୀ ଖବରକାଗଜ, ୨୪୦ଟି ଓଡ଼ିଆ ଦୈନିକ ଓ ପୁରାତନ ଖବରକାଗଜ ସମେତ ୫୦୧ଟି ଖବରକାଗଜ ଓ ପତ୍ରପତ୍ରିକା ସ୍ଥାନିତ ହୋଇଛି । ଉପନିର୍ଦ୍ଦେଶିକା ସୁଚେତା ପ୍ରିୟଦର୍ଶିନୀ ଅତିଥି ପରିଚୟ ପ୍ରଦାନ କରିଥିବାବେଳେ ସୂଚନା ଅଧିକାରୀ ରୋଜାଲିନ୍‌ ସାହୁ କାର୍ଯ୍ୟକ୍ରମ ପରିଚାଳନା କରିଥିଲେ । କାର୍ଯ୍ୟକ୍ରମରେ ବିଭାଗୀୟ ଅଧିକାରୀମାନଙ୍କ ସମେତ ବହୁ ଗଣମାଧ୍ୟମର ପ୍ରତିନିଧି ଏବଂ ବୁଦ୍ଧିଜୀବୀ ଯୋଗ ଦେଇଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଚିନାଯୁରୀରେ ପଂଚାୟତସ୍ତରୀୟ ଜନ ଅଭିଯୋଗ ଶୁଣାଣୀ   27-Oct-2026
  ରାଜ୍ୟ  
ବରିଷ୍ଠ ନୋଟାରୀ ଅଶ୍ୱିନୀ ମିଶ୍ର ଙ୍କ ବିୟୋଗରେ ଜିଲ୍ଲା ଓକିଲ ସଂଘ ପକ୍ଷରୁ ଶୋକସଭା   27-Oct-2026
  ଜିଲ୍ଲା  
ସଂକଳ୍ପ ଖୋଲୁଛି ସୁଯୋଗର ଦ୍ୱାର, ସାହସ ଦେଉଛି ପରିବର୍ତ୍ତନକୁ ଗତି: ଓଡ଼ିଶାର ମହିଳାଙ୍କ ହାତରେ ନୂଆ ଭବିଷ୍ୟତର ଷ୍ଟିଅରିଂ   27-Oct-2026
  ଜିଲ୍ଲା  
ଲୋଇସିଂହା ଠାରେ ବିଜେପି ପକ୍ଷରୁ ଯଶସ୍ବୀ ପ୍ରଧାନମନ୍ତ୍ରୀ ଙ୍କ ବାପା ଓ ମା ପ୍ରତି ଅଶାଳୀନ ମନ୍ତବ୍ୟ କୁ ନେଇ କଂଗ୍ରେସ ଅଧ୍ୟକ୍ଷ ଙ୍କ ବିରୁଦ୍ଧରେ ପ୍ରତିବାଦ କାର୍ଯ୍ୟକ୍ରମ   26-Oct-2026
  ଜିଲ୍ଲା  
ବଲାଙ୍ଗୀରିଏନ ବୀରାଙ୍ଗନା”ଅନୁଷ୍ଠାନ ପକ୍ଷରୁ ନ୍ୟୁତ୍ୟ ପ୍ରତିଯୋଗୀତା   26-Oct-2026
  ଜିଲ୍ଲା  
ଜାତୀୟ ଲନ୍‌ବଲ୍‌ ଉଦ୍‌ଯାପିତ: ଓଡ଼ିଶାକୁ ୩ ସ୍ବର୍ଣ୍ଣ ସହ ୫ ପଦକ ରାଜେଶ୍ବରୀ ବ୍ୟକ୍ତିଗତ ବର୍ଗ, ଓଡ଼ିଶା ୧୮ବର୍ଷରୁ କମ୍‌ ବର୍ଗରେ ଓଭରଅଲ୍‌ ବିଜେତା   26-Oct-2026
  ଜିଲ୍ଲା  
*ଡାବୁଗାଁରେ ମାଁ ଗଜଲକ୍ଷ୍ମୀ ପୂଜା ଆରମ୍ଭ*   26-Oct-2026
  ଜିଲ୍ଲା  
ବରଗଡ଼ ଧନୁଯାତ୍ରାରୁ କଂସ ଅଭିନେତା ସୁଶିଲ ମେହେରଙ୍କ ଅବ୍ୟାହତି   26-Oct-2026
  ରାଜ୍ୟ  
At the Lotus Feet of Maa Mahalakshmi: A Lifelong Vow of Devotion,Duty and Surrender   26-Oct-2026
  ଜିଲ୍ଲା  
ରାସ୍ତା କଡ଼ ରେ କଇଁଛ ଉଦ୍ଧାର କରି ବନ ବିଭାଗକୁ ହସ୍ତାନ୍ତର କଲେ ପ୍ରକୃତି ପ୍ରେମୀ ବ୍ୟାସଦେବ   26-Oct-2026
  ଜିଲ୍ଲା  
ହେମଗିରି ବ୍ଲକ ପରିସରରେ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଅନୁଷ୍ଠିତ   26-Oct-2026
  ଜିଲ୍ଲା  
ଜିଲ୍ଲା ପ୍ରଶାସନ ପକ୍ଷରୁ ସାଧୁତା ଓ ଦୁର୍ନୀତି ନିବାରଣ ଶପଥ ପାଠ କାର୍ଯ୍ୟକ୍ରମ   26-Oct-2026

You Might Also Like