-+91-9937148622 |

prerana_bgr@rediffmail.com |

  Saturday 24th October 2026 |

| | | |

R.N.I. Regd No. ODIODI/2010/46693

Breaking News

ଲୋଇସିଂହା ନିର୍ବାଚନ ମଣ୍ଡଳୀରେ ସାମଗ୍ରିକ ବିକାଶ ଓ ଗମନଗମନର ସୁବିଧା ପାଇଁ ବିଭିନ୍ନ ଜନହିତକର ପ୍ରକଳ୍ପର ଉଦଘାଟନ କଲେ ଗ୍ରାମ୍ୟ ଉନ୍ନୟନ ଓ ପଞ୍ଚାୟତିରାଜ ମନ୍ତ୍ରୀ    (23-Oct-2026)       ||      ଲୋଇସିଂହା ରେ ୫୬ତମ ଦୁର୍ଗାପୂଜା ଉଦଯାପିତ   (23-Oct-2026)       ||      ହଜାର ହଜାର ଭକ୍ତ ଙ୍କ ମେଲରେ ମେଲାଣି ନେଲେ ମା ଦୁର୍ଗା    (23-Oct-2026)       ||      ଆର୍ଥିକ ଅନ୍ତର୍ଭୁକ୍ତୀକରଣ ନେଇ ସଚେତନତା ଶିବିର   (23-Oct-2026)       ||      ବିର୍ଷାମୁଣ୍ଡା ଆଦିବାସୀ କଲ୍ୟାଣ ମଣ୍ଡପ ଉଦଘାଟିତ    (23-Oct-2026)       ||      ହାତୀ ଆକ୍ରମଣରେ ମୃତକଙ୍କ ପରିବାରକୁ ୨୦ ଲକ୍ଷ ସହାୟତା ଦିଆଯାଉ: କ୍ଷତିଗ୍ରସ୍ତ ପରିବାରକୁ ପକ୍କା ଘର ପ୍ରଦାନ ପାଇଁ ନିରଞ୍ଜନ ବିଶିଙ୍କ ଦାବି   (23-Oct-2026)       ||      ଷ୍ଟେଟ୍ ୟୁନିଅନ୍ ଅଫ୍ ଜର୍ଣ୍ଣାଲିଷ୍ଟ୍, ବଲାଙ୍ଗୀର ଶାଖାର ବୈଠକ    (23-Oct-2026)       ||      ଜିଲ୍ଲା ସ୍ତରୀୟ ଶିଶୁ ମହୋତ୍ସବ "ଉତ୍ସାହ ୨୦୨୬ ଅନୁଷ୍ଠିତ" ।   (23-Oct-2026)       ||      ପଶ୍ଚିମ ଓଡ଼ିଶାର ପ୍ରସିଦ୍ଧ ନୃତ୍ୟଶିଳ୍ପୀ କଳ୍ପନା ବ୍ୟାସଙ୍କୁ ଚାଦୋତରା ଦୁର୍ଗା ପୂଜା କମିଟିର ସମ୍ମାନ   (23-Oct-2026)       ||      *ସୁବର୍ଣ୍ଣପୁର ଐତିହାସିକ ପ୍ରସିଦ୍ଧ ମହାବଳୀ ଯାତ୍ରା ସଂପନ୍ନ*   (22-Oct-2026)       ||      ଟିଟିଲାଗଡ ହାଟପଦାପଡ଼ା ତରଫରୁ ୧୪ ତମ ରାବଣ ପୋଡି ମହୋତ୍ସବ♦️ ବିଜେପି ବିଧାୟକ ନବିନ ଜୈନ ପୂର୍ବତନ ମନ୍ତ୍ରୀ ଶ୍ରୀମତି ଟୁକୁନି ସାହୁଙ୍କୁ ଦେଲେ ଜବାବ    (22-Oct-2026)       ||      *ସୋନପୁର ବ୍ଲକ ଛକ ଦୁର୍ଗା ପୂଜା ରାବଣ ପୋଡ଼ି ଉତ୍ସବ ରେ ଅଗଣିତ ଦର୍ଶକ*-   (22-Oct-2026)       ||      ମହାଦେବପାଳି ଦୁର୍ଗାପୂଜା,ରାବଣ ବଧ ସହ ରାବଣରାଜ ଉଦଯାପିତ   (21-Oct-2026)       ||      ମା’ ସୁରେଶ୍ୱରୀଙ୍କ ମହାଲକ୍ଷ୍ମୀ ବେଶ   (21-Oct-2026)       ||      ସମଲେଇପୂଜା ଅବସରରେ ଯାଦବ ସମାଜର ବନ୍ଧୁ ମିଳନ   (21-Oct-2026)       ||      କଣ୍ଟାମାଳରେ ଜମୁଛି ଶାରଦୀୟ ଦୁର୍ଗାପୂଜାର ଆସର♦️ ଆକର୍ଷଣୀୟ ତୋରଣ ଓ ରଙ୍ଗିନ ଆଲୋକମାଳାରେ ଝଲସୁଛି ଅଞ୍ଚଳ   (21-Oct-2026)       ||      *ଡାବୁଗାଁ ଦୁର୍ଗାପୂଜାରେ ଶତାଧିକ ଭକ୍ତଙ୍କ ସମାଗମରେ ସମ୍ପନ୍ନ ହେଲା ପୂର୍ଣ୍ଣାହୁତି*   (21-Oct-2026)       ||      *ଜିଲ୍ଲା ପୋଲିସ ପକ୍ଷରୁ ୬୬ ତମ ଶହୀଦ ସ୍ମୃତି ଦିବସ ପାଳିତ*   (21-Oct-2026)       ||      *ପୋଡ଼ାଗଡ ପୀଠରେ ପାରମ୍ପରିକ ଦଶହରା ପାଳିତ*   (21-Oct-2026)       ||      ଭୁବନେଶ୍ୱରରେ ବି.ଏମ୍. ଫାଉଣ୍ଡେସନ‌ ଦ୍ୱାରା ନବ ଉତ୍ସବ ଆୟୋଜନ   (21-Oct-2026)       ||     

HOME   ଜିଲ୍ଲା

ବୌଦ୍ଧ ଜିଲ୍ଲାରେ ଜାତୀୟ ପ୍ରେସ ଦିବସ ପାଳିତ, ୭ ଜଣ ସାମ୍ବାଦିକଙ୍କୁ ସମ୍ବର୍ଦ୍ଧନା ପ୍ରଦାନ 

17-Nov-2025



ବୌଦ୍ଧ(ପ୍ରେରଣା ଖବର): ସୁସ୍ଥ ସମାଜ ସୃଷ୍ଟି ପାଇଁ ସତ୍ୟ ଏବଂ ନିରପେକ୍ଷ ଖବର ପରିବେଷଣ କରିବା ହେଉଛି ସାମ୍ବାଦିକ ମାନଙ୍କର କର୍ତ୍ତବ୍ୟ ବୋଲି ଜାତୀୟ ପ୍ରେସ ଦିବସରେ ମୁଖ୍ୟ ଅତିଥି ଭାବେ ବୌଦ୍ଧ ବିଧାୟକ ତଥା ଓଡ଼ିଶା ସରକାରଙ୍କ ମୁଖ୍ୟ ସଚେତକ ସରୋଜ କୁମାର ପ୍ରଧାନ ଯୋଗଦେଇ ଏହା କହିଛନ୍ତି । ବୌଦ୍ଧ ଜିଲ୍ଲାପାଳଙ୍କ ସମ୍ମିଳନୀ କକ୍ଷରେ ଜିଲ୍ଲା ପ୍ରଶାସନ ଏବଂ ଜିଲ୍ଲା ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଜିଲ୍ଲା ସ୍ତରୀୟ ଜାତୀୟ ପ୍ରେସ ଦିବସ-୨୦୨୫ ମହାସମାରୋହ ରେ ପାଳିତ ହୋଇଯାଇଛି । ଜିଲ୍ଲା ସୂଚନା ଓ ଲୋକ ସମ୍ପର୍କ ଅଧିକାରୀ ରିତାକାନ୍ତି ବଳିୟାରସିଂହ ସ୍ଵାଗତ ଭାଷଣ, ଅତିଥି ପରିଚୟ ପ୍ରଦାନ ଓ ଦିବସର ଉଦ୍ଦେଶ୍ୟ ଜ୍ଞାପନ କରିଥିଲେ । କାର୍ଯ୍ୟକ୍ରମରେ ବୌଦ୍ଧ ବିଧାୟକ ତଥା ଓଡ଼ିଶା ସରକାରଙ୍କ ମୁଖ୍ୟ ସଚେତକ ସରୋଜ କୁମାର ପ୍ରଧାନ ମୁଖ୍ୟଅତିଥି, ବରିଷ୍ଠ ସାମ୍ବାଦିକ ପ୍ରଦୋଷ କୁମାର ମିଶ୍ର ମୁଖ୍ୟବକ୍ତା, ସ୍ଵତନ୍ତ୍ର ସମ୍ମାନିତ ଅତିଥି ଭାବେ କଣ୍ଟାମାଳ ବିଧାୟକ କହ୍ନାଇ ଚରଣ ଡାଙ୍ଗ, ସମ୍ମାନିତ ଅତିଥି ଭାବେ ଜିଲ୍ଲା ସାମ୍ବାଦିକ ସଂଘ ସଭାପତି ଦେବାଶିଷ ପୁରୋହିତ, ବୌଦ୍ଧ ଜିଲ୍ଲା ନାଗରିକ କମିଟି ସଭାପତି ବିଶେଶ୍ଵର ପୃଷ୍ଟି, ବରିଷ୍ଠ ସାମ୍ବାଦିକ ରଜନୀକାନ୍ତ ଦାଶ, ସୌମିତ୍ରି ନାଏକ ପ୍ରମୁଖ ଯୋଗଦେଇ “ଭ୍ରମାତ୍ମକ ଖବର ପ୍ରସାରଣ ବୃଦ୍ଧି ପରିପ୍ରେକ୍ଷୀରେ ଗଣମାଧ୍ୟମ ବିଶ୍ଵାସନୀୟତାର ସଂରକ୍ଷଣ” ଶୀର୍ଷକ ଉପରେ ନିଜ ନିଜର ବକ୍ତବ୍ୟ ରଖିଥିଲେ । ସେହିପରି ବୌଦ୍ଧ ପଞ୍ଚାୟତ ମହାବିଦ୍ୟାଳୟର ଛାତ୍ରୀ ସୁନେଲୀ ବାଘ ଓ ଓଡ଼ିଶା ଆଦର୍ଶ ବିଦ୍ୟାଳୟ ଛାତ୍ରୀ ରିଦ୍ଧି ମହାକୁଲ୍, ସାହିତ୍ୟିକ ନୀଳଲୋହିତ ମହାପାତ୍ର, ଅବସରପ୍ରାପ୍ତ ପ୍ରଧାନ ଆଚାର୍ଯ୍ୟ ଶ୍ୟାମ ସୁନ୍ଦର ମହାପାତ୍ର, ବରିଷ୍ଠ ସାମ୍ବାଦିକ ମୁକେଶ ପାଢୀ ଆଲୋଚ୍ୟ ବିଷୟବସ୍ତୁ ଉପରେ ନିଜର ଅଭିଭାଷଣ ରଖିଥିଲେ । ମୁଖ୍ୟ ଉନ୍ନୟନ ତଥା ଜିଲ୍ଲା ପରିଷଦ ନିର୍ବାହୀ ଅଧିକାରୀ ପ୍ରଭାସ ଚନ୍ଦ୍ର ଦଣ୍ଡସନା ସଭାପତିତ୍ବ କରିଥିଲେ । ସଭା ପ୍ରାରମ୍ଭରେ ଦିବଙ୍ଗତ ସାମ୍ବାଦିକଙ୍କ ସ୍ମୃତି ଉଦ୍ଦେଶ୍ୟରେ ୨ ମିନିଟ ନୀରବ ପ୍ରାର୍ଥନା କରାଯାଇଥିଲା । ଏହି ଅବସରରେ ସମ୍ବାଦ ଜିଲ୍ଲା ପ୍ରତିନିଧି ଜ୍ଞାନେନ୍ଦ୍ର ନାରାୟଣ ରଥ, ବରିଷ୍ଠ ସାମ୍ବାଦିକ ସଜ୍ଜନ କୁମାର ଅଗ୍ରୱାଲ, ଇଟିଭି ଭାରତ ରିପୋର୍ଟର ସତ୍ୟନାରାୟଣ ପାଣି, କଳିଙ୍ଗ ଟିଭି ରିପୋର୍ଟର ହିମାଂଶୁ ଶେଖର ସାହୁ, ଘଣ୍ଟାପଡା ସମାଜ ପ୍ରତିନିଧି ତଥା ମିଡ଼ିଆଏଜ ଜିଲ୍ଲା ପ୍ରତିନିଧି ବଂଶୀଧର ମାଝୀ, ଓଡ଼ିଶା ଟାଇମସ ଜିଲ୍ଲା ପ୍ରତିନିଧି ରଞ୍ଜନ କୁମାର ଦାଶ, ପ୍ରଗତିବାଦୀ ଜିଲ୍ଲା ପ୍ରତିନିଧି ଦେବାନନ୍ଦ ସାହୁଙ୍କୁ ଜିଲ୍ଲା ପ୍ରଶାସନ ତରଫରୁ ସମ୍ବର୍ଦ୍ଧିତ କରାଯାଇଥିଲା । ଏହି ଉପଲକ୍ଷେ ଅନୁଷ୍ଠିତ ଚିତ୍ରାଙ୍କନ ପ୍ରତିଯୋଗିତାର କୃତି ପ୍ରତିଯୋଗୀ ସରସ୍ଵତୀ ଶିଶୁ ବିଦ୍ୟା ମନ୍ଦିର ଛାତ୍ର ରଘୁନାଥ ପଟ୍ଟାୟକ ୧ମ, ଯୋଗୀନ୍ଦ୍ର ଦେବ ଉଚ୍ଚ ବିଦ୍ୟାଳୟ ଛାତ୍ର ଶକ୍ତି ପାଣ୍ଡେ ୨ୟ ଓ ବ୍ରାଇଟ ମାଇଣ୍ଡ ଡାଇମେନସନ ସ୍କୁଲ୍ ଛାତ୍ରୀ ଡେନିସରାଣୀ ପ୍ରଧାନ ୩ୟ । ଇଂରାଜୀ ବକ୍ତୃତା ପ୍ରତିଯୋଗୀତାରେ ଓଡ଼ିଶା ଆଦର୍ଶ ବିଦ୍ୟାଳୟ ଛାତ୍ରୀ ସ୍ମୃତିକଣା ଦେହୁରୀ ୧ମ, କେ.ବି. ହିଷ୍ଟ କଲେଜ ଛାତ୍ର ସମରେଶ ସାମଲ ୨ୟ ଓ ଓଡ଼ିଶା ଆଦର୍ଶ ବିଦ୍ୟାଳୟ ଛାତ୍ରୀ ଆଲିଶା ମହାକୁଳ ୩ୟ । ଓଡିଆ ବକ୍ତୃତା (ଷଷ୍ଠ/ଦଶମ) ପ୍ରତିଯୋଗୀତାରେ ଓଡ଼ିଶା ଆଦର୍ଶ ବିଦ୍ୟାଳୟ ଛାତ୍ରୀ ରିଦ୍ଧି ମହାକୁଲ୍ ୧ମ, ସରସ୍ଵତୀ ଶିଶୁ ବିଦ୍ୟାମନ୍ଦିର ଛାତ୍ରୀ ଅଧ୍ୟତ୍ରୀ ପୁରୋହିତ ୨ୟ, ଓଡ଼ିଶା ଆଦର୍ଶ ବିଦ୍ୟାଳୟ ଛାତ୍ରୀ ଦକ୍ଷୟନି ପ୍ରଧାନ ୩ୟ । ମହାବିଦ୍ୟାଳୟ ସ୍ତରୀୟ ଓଡ଼ିଆ ବକ୍ତୃତା ପ୍ରତିଯୋଗୀତାରେ ବୌଦ୍ଧ ପଞ୍ଚାୟତ ମହାବିଦ୍ୟାଳୟ ଛାତ୍ରୀ ସୁନେଲୀ ବାଘ ୧ମ, ମଡେଲ ଡ଼ିଗ୍ରୀ କଲେଜ ଛାତ୍ରୀ ଡେଜଲିନ୍ ସାହୁ ୨ୟ, ଡି.ଆଇ.ଇ.ଟି ଛାତ୍ର ଅଂଶୁମାନ ରଥ ଓ ଛାତ୍ରୀ ପ୍ରାଚୀ ସୁବର୍ଣ୍ଣା ପୁରୋହିତ ୩ୟ ଭାବେ ବୌଦ୍ଧ ଜିଲ୍ଲା ପ୍ରଶାସନ ତରଫରୁ ପୁରସ୍କୃତ ହୋଇଥିଲେ । କାର୍ଯ୍ୟକ୍ରମରେ ଜିଲ୍ଲାର ଗଣମାଧ୍ୟମ ପ୍ରତିନିଧି, କଳାକାର, ସାହିତ୍ୟିକ, ବୁଦ୍ଧିଜୀବୀ, ଛାତ୍ରଛାତ୍ରୀ, ଶିକ୍ଷକ ଶିକ୍ଷୟତ୍ରୀ ଯୋଗ ଦେଇଥିଲେ । ଜିଲ୍ଲା ସୂଚନା ଓ ଲୋକ ସମ୍ପର୍କ କାର୍ଯ୍ୟାଳୟର ଗ୍ରନ୍ଥାଗାରିକ ଅକ୍ଷୟ କୁମାର ମହାକୁଡ, ଜିତେନ୍ଦ୍ର କୁମାର ମହାନ୍ତି, ବୀରକିଶୋର କର୍ମୀ, ବ୍ଲକ କଳା ସଂସ୍କୃତି ସଂଘର ଉପସଭାପତି ସ୍ଵାଧୀନ କୁମାର ପରିଡା ଓ କଳାକାର କରୁଣାକର ବଗର୍ତ୍ତି ଉପସ୍ଥିତ ରହି କାର୍ଯ୍ୟକ୍ରମରେ ସହଯୋଗ କରିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଲୋଇସିଂହା ନିର୍ବାଚନ ମଣ୍ଡଳୀରେ ସାମଗ୍ରିକ ବିକାଶ ଓ ଗମନଗମନର ସୁବିଧା ପାଇଁ ବିଭିନ୍ନ ଜନହିତକର ପ୍ରକଳ୍ପର ଉଦଘାଟନ କଲେ ଗ୍ରାମ୍ୟ ଉନ୍ନୟନ ଓ ପଞ୍ଚାୟତିରାଜ ମନ୍ତ୍ରୀ   23-Oct-2026
  ଜିଲ୍ଲା  
ଲୋଇସିଂହା ରେ ୫୬ତମ ଦୁର୍ଗାପୂଜା ଉଦଯାପିତ   23-Oct-2026
  ଜିଲ୍ଲା  
ହଜାର ହଜାର ଭକ୍ତ ଙ୍କ ମେଲରେ ମେଲାଣି ନେଲେ ମା ଦୁର୍ଗା   23-Oct-2026
  ଜିଲ୍ଲା  
ଆର୍ଥିକ ଅନ୍ତର୍ଭୁକ୍ତୀକରଣ ନେଇ ସଚେତନତା ଶିବିର   23-Oct-2026
  ଜିଲ୍ଲା  
ବିର୍ଷାମୁଣ୍ଡା ଆଦିବାସୀ କଲ୍ୟାଣ ମଣ୍ଡପ ଉଦଘାଟିତ   23-Oct-2026
  ରାଜ୍ୟ  
ହାତୀ ଆକ୍ରମଣରେ ମୃତକଙ୍କ ପରିବାରକୁ ୨୦ ଲକ୍ଷ ସହାୟତା ଦିଆଯାଉ: କ୍ଷତିଗ୍ରସ୍ତ ପରିବାରକୁ ପକ୍କା ଘର ପ୍ରଦାନ ପାଇଁ ନିରଞ୍ଜନ ବିଶିଙ୍କ ଦାବି   23-Oct-2026
  ଜିଲ୍ଲା  
ଷ୍ଟେଟ୍ ୟୁନିଅନ୍ ଅଫ୍ ଜର୍ଣ୍ଣାଲିଷ୍ଟ୍, ବଲାଙ୍ଗୀର ଶାଖାର ବୈଠକ   23-Oct-2026
  ଜିଲ୍ଲା  
ଜିଲ୍ଲା ସ୍ତରୀୟ ଶିଶୁ ମହୋତ୍ସବ "ଉତ୍ସାହ ୨୦୨୬ ଅନୁଷ୍ଠିତ" ।   23-Oct-2026
  ଜିଲ୍ଲା  
ପଶ୍ଚିମ ଓଡ଼ିଶାର ପ୍ରସିଦ୍ଧ ନୃତ୍ୟଶିଳ୍ପୀ କଳ୍ପନା ବ୍ୟାସଙ୍କୁ ଚାଦୋତରା ଦୁର୍ଗା ପୂଜା କମିଟିର ସମ୍ମାନ   23-Oct-2026
  ଜିଲ୍ଲା  
*ସୁବର୍ଣ୍ଣପୁର ଐତିହାସିକ ପ୍ରସିଦ୍ଧ ମହାବଳୀ ଯାତ୍ରା ସଂପନ୍ନ*   22-Oct-2026
  ଜିଲ୍ଲା  
ଟିଟିଲାଗଡ ହାଟପଦାପଡ଼ା ତରଫରୁ ୧୪ ତମ ରାବଣ ପୋଡି ମହୋତ୍ସବ♦️ ବିଜେପି ବିଧାୟକ ନବିନ ଜୈନ ପୂର୍ବତନ ମନ୍ତ୍ରୀ ଶ୍ରୀମତି ଟୁକୁନି ସାହୁଙ୍କୁ ଦେଲେ ଜବାବ    22-Oct-2026
  ଜିଲ୍ଲା  
*ସୋନପୁର ବ୍ଲକ ଛକ ଦୁର୍ଗା ପୂଜା ରାବଣ ପୋଡ଼ି ଉତ୍ସବ ରେ ଅଗଣିତ ଦର୍ଶକ*-   22-Oct-2026

You Might Also Like