-+91-9937148622 |

prerana_bgr@rediffmail.com |

  Monday 26th October 2026 |

| | | |

R.N.I. Regd No. ODIODI/2010/46693

Breaking News

ହେମଗିରି ବ୍ଲକ ପରିସରରେ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଅନୁଷ୍ଠିତ   (26-Oct-2026)       ||      ଜିଲ୍ଲା ପ୍ରଶାସନ ପକ୍ଷରୁ ସାଧୁତା ଓ ଦୁର୍ନୀତି ନିବାରଣ ଶପଥ ପାଠ କାର୍ଯ୍ୟକ୍ରମ   (26-Oct-2026)       ||      ଫୁଲାପାଲିରେ ପ୍ରଥମ ଦଶହରା କପ୍ ଫୁଟବଲ ଉଦଯାପିତ, ଟ୍ରାଇବ୍ରେକରରେ ଜୟଦେବ ଏକାଦଶ ଚାମ୍ପିଅନ    (26-Oct-2026)       ||      ଟିଟିଲାଗଡ ଲାୟନ କ୍ଲବ ତରଫରୁ ପିସ ପୋଷ୍ଟର ପ୍ରତିଯୋଗିତା ଅନୁଷ୍ଠିତ    (26-Oct-2026)       ||      ବରପାଲି ଅଞ୍ଚଳବାସୀଙ୍କ ବହୁ ବର୍ଷର ଦାବି ପୂରଣ ହେବ♦️ ବରପାଲି ରୁ କୁମ୍ଭାରି ରାସ୍ତା ବୁରୋଗାଡ ନଦୀରେ ନିର୍ମାଣ ହେବ ହାଇଲେଭେଲ ବ୍ରିଜ    (26-Oct-2026)       ||      ସମାଜ ପାଠକ ମଂଚ’ର ବୈଠକ ଅନୁଷ୍ଠିତ   (26-Oct-2026)       ||      ଭୁବନେଶ୍ୱର ମହାନଗର ନିଗମ ୱାର୍ଡ ନମ୍ବର ୨୬ରେ ଓଜେସିର ବିଶାଳ କର୍ମକର୍ତ୍ତା ସମ୍ମିଳନୀ    (25-Oct-2026)       ||      ମୃଦୁରେଖା ଡ୍ୟାନ୍ସ ଏକାଡେମୀ’ ପକ୍ଷରୁ ସାଂସ୍କୃତିକ ମହୋତ୍ସବ ‘ମୃଦମ୍-୨୦୨୬’ ଆୟୋଜିତ   (25-Oct-2026)       ||      ସଦାଇପାଲିରେ ଆରମ୍ଭ ହେଲା ୩୦ତମ ବର୍ଷ ଗଜଲକ୍ଷ୍ମୀ ପୂଜା କଳସ ଯାତ୍ରାରେ ସାମିଲ ହେଲେ ଶତାଧିକ ମହିଳା ଓ ବ୍ରତଧାରୀ   (25-Oct-2026)       ||      ଜାତୀୟ ଲନ୍‌ବଲ୍‌: ସେମିଫାଇନାଲ୍‌ରେ ଶୁଭ୍ରାଂଶୁ, ରାଜେଶ୍ବର   (25-Oct-2026)       ||      ରାଜବୈଦ୍ୟ ଚିନ୍ତାମଣି ବେହେରା ସ୍ମୃତି ପରିଷଦ, ବଲାଙ୍ଗିରର ପଞ୍ଚମ ବାର୍ଷିକ ଉତ୍ସବ ଅନୁଷ୍ଠିତ   (25-Oct-2026)       ||      ମେରାହୁନର “ପକ୍ଷରୁ ଆର୍ଟ ଏଣ୍ଡ କ୍ରାଫ୍ଟ” ଓ ସଂପୂର୍ଣ୍ଣା ପକ୍ଷରୁ ମେହେନ୍ଦି ପ୍ରତିଯୋଗିତା   (25-Oct-2026)       ||      ରାଜବୈଦ୍ୟ ଚିନ୍ତାମଣି ବେହେରା ସ୍ମୃତି ପରିଷଦ, ବଲାଙ୍ଗିରର ପଞ୍ଚମ ବାର୍ଷିକ ଉତ୍ସବ ଅନୁଷ୍ଠିତ   (25-Oct-2026)       ||      ଘରୋଇ ବସରୁ ୩. ୭୭୫ କେଜି ଗଞ୍ଜେଇ ଜବତ,ଦୁଇ ଅଭିଯୁକ୍ତ ଗିରଫ   (25-Oct-2026)       ||      ଗୋପାଳଜୀ ଉଚ୍ଚ ବିଦ୍ୟାଳୟରେ ବନ୍ଧୁ ମିଳନ ଓ ଗୁରୁପୂଜନ ଉତ୍ସବ ପାଳନ   (25-Oct-2026)       ||      ସାମ୍ବାଦିକ ଙ୍କ ପିତୃ ବିୟୋଗ   (25-Oct-2026)       ||      ପଶ୍ଚିମବଙ୍ଗକୁ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ : ପୋଲିସ ଜାଲରେ ଆନ୍ତଃରାଜ୍ୟ ମହିଳା ଚାଲାଣକାରୀ ସହ ଗଞ୍ଜେଇ ଜବତ   (25-Oct-2026)       ||      ଭରତ ଜାତିସଂଘ ପାଣ୍ଠି ଗ୍ଲୋବାଲ୍ ସାଉଥ୍ ସହିତ ଭାରତର ବ୍ୟାପକ ଭାଗିଦାରୀ ର ଏକ ଅଂଶ: ସଂଗୀତା ସିଂଦେଓ    (25-Oct-2026)       ||      ଲୋଇସିଂହା ଓ ଆଗଲପୁର ଗୋଣ୍ଡୱାନା ଗୋଣ୍ଡ ସମାଜ ର ବ୍ଲକ ସ୍ତରୀୟ ନୂଆଁଖାଇ ଭେଟଘାଟ୍   (24-Oct-2026)       ||      ଟାସ୍କଫୋର୍ସ ଅଧ୍ୟକ୍ଷ ଉପମୁଖ୍ୟମନ୍ତ୍ରୀଙ୍କ ଜିଲ୍ଲାରେ ଅନ୍ୟରାଜ୍ୟର ଦାଦନମାଫିଆ ସେଠ୍ ମାନଙ୍କର ଅବାଧ ବିଚରଣ♦️କୋଟିପତି ସର୍ଦ୍ଦାରଙ୍କ ଅନ୍ୟାୟୋପାର୍ଜିତ ସମ୍ପତ୍ତିର ଇଡି ତଦନ୍ତ ହେଉ  !     (24-Oct-2026)       ||     

HOME   ଜିଲ୍ଲା

ବଲାଙ୍ଗିର ଜିଲ୍ଲା କଳାକାର ସଂଘ ତରଫରୁ ବିଶିଷ୍ଟ କଣ୍ଠଶିଳ୍ପୀ ୰ ହ୍ୟୁମେନ ସାଗର ଙ୍କୁ ଶ୍ରଦ୍ଧାଞ୍ଜଳି

29-Nov-2025



ବଲାଙ୍ଗିର(ପ୍ରେରଣା ଖବର): ସ୍ଥାନୀୟ ଜେଏସ୍‌ଏମ୍ କଲେଜ ପରିସରରେ ଜିଲ୍ଲା କଳାକାର ସଂଘ ଆନୁକୁଲ୍ୟରେ ସ୍ୱର୍ଗତ ବିଶିଷ୍ଟ କଣ୍ଠଶିଳ୍ପୀ ହ୍ୟୁମେନ ସାଗର ଙ୍କ ସ୍ମୃତିଚାରଣ ଓ ଶ୍ରଦ୍ଧାଞ୍ଜଳି ସଭା ଅନୁଷ୍ଠିତ ହୋଇଯାଇଛି । ପ୍ରଥମେ ଅମର ଆତ୍ମାର ସତଗତି ନିମନ୍ତେ ଦୁଇ ମିନିଟ ନୀରବ ପ୍ରାର୍ଥନା କରାଯାଇଥିଲା । ପରେ ପରେ ବଲାଙ୍ଗିର ର ଅଗ୍ରଣି ସଂସ୍କୃତିକ ଅନୁଷ୍ଠାନ ପଂଚମ ର ଅଧ୍ୟକ୍ଷ ମୁରଲିଧାରୀ ପତି, ବଲାଙ୍ଗିର ନାଗରିକ କମିଟିର ସଂପାଦକ ମଧୁସୁଦନ ନାୟକ, ସଂଜ୍ୟୋତ କଳାପରିଷଦର ଅଧ୍ୟକ୍ଷା ସଂଗୀତା ଦାଶ, ପଶ୍ଚିମ ଓଡିଶା ପ୍ରଡ୍ୟୁସର ଏସୋସିଏସନ ର କାର୍ଯ୍ୟକାରୀ କମିଟି ସଦସ୍ୟ ମାଧବ ବାରିକ, ସିନେ କଳାକାର ରାମ ଶଙ୍କର ଶତପଥି, ଜିଲ୍ଲା କଳାକାର ସଂଘର ସଭାପତି ଅବଦୁଲ ଜମାଲ ଖାନ ଓ ବଲାଙ୍ଗିର ରେଲୱେ ୟୁଜର ଏସୋସିଏସନ ର ସଭାପତି ପ୍ରଫେସର ତରୁଣ କୁମାର ମିଶ୍ର ପ୍ରମୁଖ ସ୍ୱର୍ଗତ ହ୍ୟୁମେନ ସାଗର ଙ୍କ ସ୍ମୃତିଚାରଣ କରିଥିଲେ । ବରିଷ୍ଠ ନାଗରିକ ମଂଚର ସଭାପତି ପ୍ରଭାକର ମିଶ୍ର ଅମର ଆତ୍ମାର ସ୍ମୃତିଚାରଣ କରିବା ସହିତ ଧନ୍ୟବାଦ ଅର୍ପଣ କରିଥିଲେ । ଏକ ଅଖ୍ୟାତ ପଲ୍ଲିରେ ଜନ୍ମଗ୍ରହଣ କରି ଆକାଶବାଣୀ ସ୍ୱିକୃତିପ୍ରାପ୍ତ କଣ୍ଠଶିଳ୍ପୀ ରବିଚନ୍ଦ୍ର ସାଗରଙ୍କ ସୁପୁତ୍ର ହ୍ୟୁମେନ ସାଗର ନିଜର ସାଧନା ବଳରେ ରାଜ୍ୟ ତଥା ରାଜ୍ୟ ବାହାରେ ସୁନାମ ଅର୍ଜନ କରି ବଲାଙ୍ଗିର ମାଟିକୁ ଗୌରବ ବୋହି ଆଣିଥିଲେ । ନିଜର ସାଧନାପଥରେ ଅନେକ ଘାତ ପ୍ରତିଘାତକୁ ଅତିକ୍ରମ କରି ଜଣେ ସୁନାମଧନ୍ୟ କଣ୍ଠଶିଳ୍ପୀ ରୂପରେ ନିଜକୁ ପ୍ରତିଷ୍ଠିତ କରିପାରିଥିଲେ ବୋଲି ବକ୍ତାମାନେ ମତ ରଖିଥିଲେ । ସଫଳତାର କଳେବରରେ ପାଦ ଥାପିଥିବା ସମୟରେ ହିଁ ସେ ଇହଲିଳା ସମ୍ବରଣ କଲେ ବୋଲି ସମସ୍ତ ଦୁଃଖ ପ୍ରକାଶ କରିଥିଲେ ଓ ମତ ରଖିଥିଲେ ଯେ ହ୍ୟୁମେନ ସାଗର ଙ୍କ ଦେହାନ୍ତ ବଲାଙ୍ଗିର ର କଳା ଜଗତ ପାଇଁ ଏକ ଅପୁରଣୀୟ କ୍ଷତି । ନିରଞ୍ଜନ ରଥ, ବଲାଙ୍ଗିର ନାଗରିକ କମିଟିର କାର୍ଯ୍ୟକାରୀ କମିଟି ସଦସ୍ୟ ବିନୟ କୁମାର ମିଶ୍ର, ବରିଷ୍ଠ ନାଗରିକ ମଂଚର ପୂର୍ବତନ ସଭାପତି ନାରାୟଣ ଚନ୍ଦ୍ର ପାଢୀ ସମେତ ବହୁ ବୁଦ୍ଧିଜିବି ଓ କଳାକାର ଏଥିରେ ଅଂଶଗ୍ରହଣ କରିଥିଲେ । ସମାଜସେବୀ ପ୍ରସନ୍ନ କୁମାର ମିଶ୍ର ଓ ସୂକ୍ଷ୍ମକଳା କଳାକାର ସଚିଦାନନ୍ଦ ନାୟକ ବିଶେଷ ସହଯୋଗ କରିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ହେମଗିରି ବ୍ଲକ ପରିସରରେ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଅନୁଷ୍ଠିତ   26-Oct-2026
  ଜିଲ୍ଲା  
ଜିଲ୍ଲା ପ୍ରଶାସନ ପକ୍ଷରୁ ସାଧୁତା ଓ ଦୁର୍ନୀତି ନିବାରଣ ଶପଥ ପାଠ କାର୍ଯ୍ୟକ୍ରମ   26-Oct-2026
  ଜିଲ୍ଲା  
ଫୁଲାପାଲିରେ ପ୍ରଥମ ଦଶହରା କପ୍ ଫୁଟବଲ ଉଦଯାପିତ, ଟ୍ରାଇବ୍ରେକରରେ ଜୟଦେବ ଏକାଦଶ ଚାମ୍ପିଅନ   26-Oct-2026
  ଜିଲ୍ଲା  
ଟିଟିଲାଗଡ ଲାୟନ କ୍ଲବ ତରଫରୁ ପିସ ପୋଷ୍ଟର ପ୍ରତିଯୋଗିତା ଅନୁଷ୍ଠିତ    26-Oct-2026
  ଜିଲ୍ଲା  
ବରପାଲି ଅଞ୍ଚଳବାସୀଙ୍କ ବହୁ ବର୍ଷର ଦାବି ପୂରଣ ହେବ♦️ ବରପାଲି ରୁ କୁମ୍ଭାରି ରାସ୍ତା ବୁରୋଗାଡ ନଦୀରେ ନିର୍ମାଣ ହେବ ହାଇଲେଭେଲ ବ୍ରିଜ   26-Oct-2026
  ଜିଲ୍ଲା  
ସମାଜ ପାଠକ ମଂଚ’ର ବୈଠକ ଅନୁଷ୍ଠିତ   26-Oct-2026
  ଜିଲ୍ଲା  
ଭୁବନେଶ୍ୱର ମହାନଗର ନିଗମ ୱାର୍ଡ ନମ୍ବର ୨୬ରେ ଓଜେସିର ବିଶାଳ କର୍ମକର୍ତ୍ତା ସମ୍ମିଳନୀ   25-Oct-2026
  ଜିଲ୍ଲା  
ମୃଦୁରେଖା ଡ୍ୟାନ୍ସ ଏକାଡେମୀ’ ପକ୍ଷରୁ ସାଂସ୍କୃତିକ ମହୋତ୍ସବ ‘ମୃଦମ୍-୨୦୨୬’ ଆୟୋଜିତ   25-Oct-2026
  ଜିଲ୍ଲା  
ସଦାଇପାଲିରେ ଆରମ୍ଭ ହେଲା ୩୦ତମ ବର୍ଷ ଗଜଲକ୍ଷ୍ମୀ ପୂଜା କଳସ ଯାତ୍ରାରେ ସାମିଲ ହେଲେ ଶତାଧିକ ମହିଳା ଓ ବ୍ରତଧାରୀ   25-Oct-2026
  ଖେଳ  
ଜାତୀୟ ଲନ୍‌ବଲ୍‌: ସେମିଫାଇନାଲ୍‌ରେ ଶୁଭ୍ରାଂଶୁ, ରାଜେଶ୍ବର   25-Oct-2026
  ଜିଲ୍ଲା  
ରାଜବୈଦ୍ୟ ଚିନ୍ତାମଣି ବେହେରା ସ୍ମୃତି ପରିଷଦ, ବଲାଙ୍ଗିରର ପଞ୍ଚମ ବାର୍ଷିକ ଉତ୍ସବ ଅନୁଷ୍ଠିତ   25-Oct-2026
  ଜିଲ୍ଲା  
ମେରାହୁନର “ପକ୍ଷରୁ ଆର୍ଟ ଏଣ୍ଡ କ୍ରାଫ୍ଟ” ଓ ସଂପୂର୍ଣ୍ଣା ପକ୍ଷରୁ ମେହେନ୍ଦି ପ୍ରତିଯୋଗିତା   25-Oct-2026

You Might Also Like