-+91-9937148622 |

prerana_bgr@rediffmail.com |

  Saturday 24th October 2026 |

| | | |

R.N.I. Regd No. ODIODI/2010/46693

Breaking News

ଅର୍ଥ ବିଭାଗ ପ୍ରମୁଖ ଶାସନ ସଚିବଙ୍କ ଖୋରଧା ଜିଲ୍ଲାର ବିଭିନ୍ନ ପ୍ରକଳ୍ପ ସମୀକ୍ଷା    (24-Oct-2026)       ||      ଅବସରପ୍ରାପ୍ତ ଶିକ୍ଷୟିତ୍ରୀ ସୁଶ୍ରୀ ପଦ୍ମିନୀପ୍ରଭା ସାଗରଙ୍କ ପରଲୋକ   (24-Oct-2026)       ||      କଣ୍ଟାବାଞ୍ଜି ୱାର୍ଡ ନଂ-୧୫ରେ ଦୋକାନରୁ ଚୋରି, ସିଟ୍ କଭର ସିଲେଇ ମେସିନ୍ ଲୁଟ୍   (24-Oct-2026)       ||      ଲୋଇସିଂହା ନିର୍ବାଚନ ମଣ୍ଡଳୀରେ ସାମଗ୍ରିକ ବିକାଶ ଓ ଗମନଗମନର ସୁବିଧା ପାଇଁ ବିଭିନ୍ନ ଜନହିତକର ପ୍ରକଳ୍ପର ଉଦଘାଟନ କଲେ ଗ୍ରାମ୍ୟ ଉନ୍ନୟନ ଓ ପଞ୍ଚାୟତିରାଜ ମନ୍ତ୍ରୀ    (23-Oct-2026)       ||      ଲୋଇସିଂହା ରେ ୫୬ତମ ଦୁର୍ଗାପୂଜା ଉଦଯାପିତ   (23-Oct-2026)       ||      ହଜାର ହଜାର ଭକ୍ତ ଙ୍କ ମେଲରେ ମେଲାଣି ନେଲେ ମା ଦୁର୍ଗା    (23-Oct-2026)       ||      ଆର୍ଥିକ ଅନ୍ତର୍ଭୁକ୍ତୀକରଣ ନେଇ ସଚେତନତା ଶିବିର   (23-Oct-2026)       ||      ବିର୍ଷାମୁଣ୍ଡା ଆଦିବାସୀ କଲ୍ୟାଣ ମଣ୍ଡପ ଉଦଘାଟିତ    (23-Oct-2026)       ||      ହାତୀ ଆକ୍ରମଣରେ ମୃତକଙ୍କ ପରିବାରକୁ ୨୦ ଲକ୍ଷ ସହାୟତା ଦିଆଯାଉ: କ୍ଷତିଗ୍ରସ୍ତ ପରିବାରକୁ ପକ୍କା ଘର ପ୍ରଦାନ ପାଇଁ ନିରଞ୍ଜନ ବିଶିଙ୍କ ଦାବି   (23-Oct-2026)       ||      ଷ୍ଟେଟ୍ ୟୁନିଅନ୍ ଅଫ୍ ଜର୍ଣ୍ଣାଲିଷ୍ଟ୍, ବଲାଙ୍ଗୀର ଶାଖାର ବୈଠକ    (23-Oct-2026)       ||      ଜିଲ୍ଲା ସ୍ତରୀୟ ଶିଶୁ ମହୋତ୍ସବ "ଉତ୍ସାହ ୨୦୨୬ ଅନୁଷ୍ଠିତ" ।   (23-Oct-2026)       ||      ପଶ୍ଚିମ ଓଡ଼ିଶାର ପ୍ରସିଦ୍ଧ ନୃତ୍ୟଶିଳ୍ପୀ କଳ୍ପନା ବ୍ୟାସଙ୍କୁ ଚାଦୋତରା ଦୁର୍ଗା ପୂଜା କମିଟିର ସମ୍ମାନ   (23-Oct-2026)       ||      *ସୁବର୍ଣ୍ଣପୁର ଐତିହାସିକ ପ୍ରସିଦ୍ଧ ମହାବଳୀ ଯାତ୍ରା ସଂପନ୍ନ*   (22-Oct-2026)       ||      ଟିଟିଲାଗଡ ହାଟପଦାପଡ଼ା ତରଫରୁ ୧୪ ତମ ରାବଣ ପୋଡି ମହୋତ୍ସବ♦️ ବିଜେପି ବିଧାୟକ ନବିନ ଜୈନ ପୂର୍ବତନ ମନ୍ତ୍ରୀ ଶ୍ରୀମତି ଟୁକୁନି ସାହୁଙ୍କୁ ଦେଲେ ଜବାବ    (22-Oct-2026)       ||      *ସୋନପୁର ବ୍ଲକ ଛକ ଦୁର୍ଗା ପୂଜା ରାବଣ ପୋଡ଼ି ଉତ୍ସବ ରେ ଅଗଣିତ ଦର୍ଶକ*-   (22-Oct-2026)       ||      ମହାଦେବପାଳି ଦୁର୍ଗାପୂଜା,ରାବଣ ବଧ ସହ ରାବଣରାଜ ଉଦଯାପିତ   (21-Oct-2026)       ||      ମା’ ସୁରେଶ୍ୱରୀଙ୍କ ମହାଲକ୍ଷ୍ମୀ ବେଶ   (21-Oct-2026)       ||      ସମଲେଇପୂଜା ଅବସରରେ ଯାଦବ ସମାଜର ବନ୍ଧୁ ମିଳନ   (21-Oct-2026)       ||      କଣ୍ଟାମାଳରେ ଜମୁଛି ଶାରଦୀୟ ଦୁର୍ଗାପୂଜାର ଆସର♦️ ଆକର୍ଷଣୀୟ ତୋରଣ ଓ ରଙ୍ଗିନ ଆଲୋକମାଳାରେ ଝଲସୁଛି ଅଞ୍ଚଳ   (21-Oct-2026)       ||      *ଡାବୁଗାଁ ଦୁର୍ଗାପୂଜାରେ ଶତାଧିକ ଭକ୍ତଙ୍କ ସମାଗମରେ ସମ୍ପନ୍ନ ହେଲା ପୂର୍ଣ୍ଣାହୁତି*   (21-Oct-2026)       ||     

HOME   ଜିଲ୍ଲା

*ଜିଲ୍ଲା ସ୍ତରୀୟ ଅନ୍ତର୍ଜାତୀୟ ଭିନ୍ନକ୍ଷମ ଦିବସ -୨୦୨୫ ପାଳିତ*

03-Dec-2025



ସୁବର୍ଣ୍ଣପୁର (ମନୋରଞ୍ଜନ ତ୍ରିପାଠୀ)
 ସୁବର୍ଣ୍ଣପୁରରେ ଜିଲ୍ଲା ସ୍ତରୀୟ ଅନ୍ତର୍ଜାତୀୟ ଭିନ୍ନକ୍ଷମ ଦିବସ -୨୦୨୫ ପାଳିତ ହୋଇଯାଇଛି । ଏହି ଅବସରରେ ପୂର୍ବାହ୍ନ ୯.୩୦ ଟା ବେଳେ ସୁବର୍ଣ୍ଣପୁର ଡି.ଡି.ଆର୍.ସି କାର୍ଯ୍ୟାଳୟ ଠାରୁ ଏକ ସଚେତନତା ଶୋଭାଯାତ୍ରା ବାହାରି ତହସିଲ ଅଫିସ ଛକ, ପୁରୁଣା ଡାକ୍ତରଖାନା ଛକ,  ନଳିନୀ ଛକ ଦେଇ ନୂତନ ଟାଉନ ହଲ ଠାରେ ପହଞ୍ଚିଥିଲା । ଏହି ଶୋଭାଯାତ୍ରାରେ ସୁବର୍ଣ୍ଣପୁର ଜିଲ୍ଲାର ସମସ୍ତ ସ୍ଵତନ୍ତ୍ର ଭିନ୍ନକ୍ଷମ ବିଦ୍ୟାଳୟର ଛାତ୍ର ଛାତ୍ରୀ ମାନେ ଅଂଶ ଗ୍ରହଣ କରିଥିଲେ ଓ ବିଭିନ୍ନ ପ୍ରକାର ସ୍ଲୋଗାନ ମାଧ୍ୟମରେ ଜନସାଧାରଣଙ୍କୁ ସଚେତନ କରାଇଥିଲେ । ଏହି ସଚେତନତା ଶୋଭାଯାତ୍ରାକୁ ଅତିରିକ୍ତ ଜିଲ୍ଲାପାଳ ଅଞ୍ଜଳିନା ପ୍ରଧାନ ସବୁଜ ପତାକା ଦେଖାଇ ଶୁଭାରମ୍ଭ କରିଥିଲେ । ଟାଉନହଲ ଠାରେ ପୂର୍ବାହ୍ନ ୧୦.୩୦ ଟା ବେଳେ ସୁବର୍ଣ୍ଣପୁର ଜିଲ୍ଲାର ବିଭିନ୍ନ ସ୍ଵତନ୍ତ୍ର ଭିନ୍ନକ୍ଷମ ବିଦ୍ୟାଳୟ ଗୁଡିକରୁ ଆସିଥିବା ଭିନ୍ନକ୍ଷମ ଛାତ୍ରଛାତ୍ରୀ ମାନଙ୍କ ଦ୍ଵାରା ସାଂସ୍କୃତିକ କାର୍ଯ୍ୟକ୍ରମରେ ଅଂଶ ଗ୍ରହଣ କରି ସେମାନଙ୍କ ଭିତରେ ଥିବା ଲୁକ୍କାୟିତ ପ୍ରତିଭା ଗୁଡିକୁ ଗୀତ, ନାଚ, ଅଭିନୟ ଏକାକୀ ଓ ଦଳଗତ ଭାବରେ ପ୍ରଦର୍ଶନ କରିଥିଲେ । ମଧ୍ୟାହ୍ନ ଭୋଜନ ପରେ ଏକ ସଭା ଜିଲ୍ଲା ସାମାଜିକ ସୁରକ୍ଷା ଅଧିକାରୀ ଗୋବିନ୍ଦ ବଲ୍ଲଭ ଷଡ଼ଙ୍ଗୀଙ୍କ ସଭାପତିତ୍ବରେ ଅନୁଷ୍ଠିତ ହୋଇଥିଲା । ଏହି ସଭାରେ ଅତିରିକ୍ତ ଜିଲ୍ଲାପାଳ (ରାଜସ୍ବ) ରାଜେନ୍ଦ୍ର ମାଝୀ, ମୁଖ୍ୟ ଅତିଥି ଭାବେ ଯୋଗଦାନ କରିଥିବା ବେଳେ ସଚିବ, ଜିଲ୍ଲା ଆଇନ ସେବା ପ୍ରାଧିକରଣ ଶ୍ରୀ ଦେବାଶିଷ ଦାଶ, ଅତିରିକ୍ତ ଜିଲ୍ଲାପାଳ (ସାଧାରଣ) ଅଞ୍ଜଳିନା ପ୍ରଧାନ, ମୁଖ୍ୟ ଜିଲ୍ଲା ଚିକିତ୍ସା ଓ ଜନ ସ୍ଵାସ୍ଥ୍ୟ ଅଧିକାରୀ, ଡ଼. ଉଷାରାଣୀ ଦାଶ ଓ ଅର୍ଜୁନ ମାଝୀ, ଜିଲ୍ଲା ପଞ୍ଚାୟତ ଅଧିକାରୀ ତଥା ଜିଲ୍ଲା ସୂଚନା ଓ ଲୋକସମ୍ପର୍କ ଅଧିକାରୀ ସମ୍ମାନିତ ଅତିଥି ଭାବରେ ଯୋଗଦାନ କରିଥିଲେ । ମୁଖ୍ୟ ଅତିଥି ଓ ସମ୍ମାନିତ ଅତିଥି ଜିଲ୍ଲା ସ୍ତରୀୟ ଅନ୍ତର୍ଜାତୀୟ ଭିନ୍ନକ୍ଷମ ଦିବସ - ୨୦୨୫ ଉପଲକ୍ଷେ ସେମାନଙ୍କର ବାର୍ତ୍ତା ଅଭିଭାଷଣ ମାଧ୍ୟମରେ ପ୍ରକାଶ କରିଥିଲେ । ଶେଷରେ ଗତ ୦୨ ତାରିଖ ଦିନ ଭିନ୍ନକ୍ଷମ ଛାତ୍ରଛାତ୍ରୀ ମାନଙ୍କ ମଧ୍ୟରେ ଅନୁଷ୍ଠିତ ହୋଇଥିବା କ୍ରୀଡ଼ା ପ୍ରତିଯୋଗିତାରେ କୃତି ଛାତ୍ରଛାତ୍ରୀ ମାନଙ୍କୁ ମୁଖ୍ୟ ଅତିଥି ଓ ସମ୍ମାନିତ ଅତିଥି ମାନଙ୍କ ଦ୍ଵାରା ପୁରସ୍କୃତ କରାଯାଇଥିଲା। ଏହି ଦିବସ ପାଳନ ପାଇଁ ଜିଲ୍ଲା ସାମାଜିକ ସୁରକ୍ଷା କାର୍ଯ୍ୟାଳୟର କର୍ମଚାରୀମାନଙ୍କ ସମେତ ଜିଲ୍ଲାର ସମସ୍ତ ବ୍ଲକର ବ୍ଲକ ସ୍ତରୀୟ  ସାମାଜିକ ସୁରକ୍ଷା ଅଧିକାରୀ ଓ କର୍ମଚାରୀମାନେ ସହଯୋଗ କରିଥିଲେ । ଏହି ଅବସରରେ ଜିଲ୍ଲାର ଗଣମାଧ୍ୟମର ପ୍ରତିନିଧିମାନେ ଉପସ୍ଥିତ ଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଅର୍ଥ ବିଭାଗ ପ୍ରମୁଖ ଶାସନ ସଚିବଙ୍କ ଖୋରଧା ଜିଲ୍ଲାର ବିଭିନ୍ନ ପ୍ରକଳ୍ପ ସମୀକ୍ଷା   24-Oct-2026
  ଜିଲ୍ଲା  
ଅବସରପ୍ରାପ୍ତ ଶିକ୍ଷୟିତ୍ରୀ ସୁଶ୍ରୀ ପଦ୍ମିନୀପ୍ରଭା ସାଗରଙ୍କ ପରଲୋକ   24-Oct-2026
  ଜିଲ୍ଲା  
କଣ୍ଟାବାଞ୍ଜି ୱାର୍ଡ ନଂ-୧୫ରେ ଦୋକାନରୁ ଚୋରି, ସିଟ୍ କଭର ସିଲେଇ ମେସିନ୍ ଲୁଟ୍   24-Oct-2026
  ଜିଲ୍ଲା  
ଲୋଇସିଂହା ନିର୍ବାଚନ ମଣ୍ଡଳୀରେ ସାମଗ୍ରିକ ବିକାଶ ଓ ଗମନଗମନର ସୁବିଧା ପାଇଁ ବିଭିନ୍ନ ଜନହିତକର ପ୍ରକଳ୍ପର ଉଦଘାଟନ କଲେ ଗ୍ରାମ୍ୟ ଉନ୍ନୟନ ଓ ପଞ୍ଚାୟତିରାଜ ମନ୍ତ୍ରୀ   23-Oct-2026
  ଜିଲ୍ଲା  
ଲୋଇସିଂହା ରେ ୫୬ତମ ଦୁର୍ଗାପୂଜା ଉଦଯାପିତ   23-Oct-2026
  ଜିଲ୍ଲା  
ହଜାର ହଜାର ଭକ୍ତ ଙ୍କ ମେଲରେ ମେଲାଣି ନେଲେ ମା ଦୁର୍ଗା   23-Oct-2026
  ଜିଲ୍ଲା  
ଆର୍ଥିକ ଅନ୍ତର୍ଭୁକ୍ତୀକରଣ ନେଇ ସଚେତନତା ଶିବିର   23-Oct-2026
  ଜିଲ୍ଲା  
ବିର୍ଷାମୁଣ୍ଡା ଆଦିବାସୀ କଲ୍ୟାଣ ମଣ୍ଡପ ଉଦଘାଟିତ   23-Oct-2026
  ରାଜ୍ୟ  
ହାତୀ ଆକ୍ରମଣରେ ମୃତକଙ୍କ ପରିବାରକୁ ୨୦ ଲକ୍ଷ ସହାୟତା ଦିଆଯାଉ: କ୍ଷତିଗ୍ରସ୍ତ ପରିବାରକୁ ପକ୍କା ଘର ପ୍ରଦାନ ପାଇଁ ନିରଞ୍ଜନ ବିଶିଙ୍କ ଦାବି   23-Oct-2026
  ଜିଲ୍ଲା  
ଷ୍ଟେଟ୍ ୟୁନିଅନ୍ ଅଫ୍ ଜର୍ଣ୍ଣାଲିଷ୍ଟ୍, ବଲାଙ୍ଗୀର ଶାଖାର ବୈଠକ   23-Oct-2026
  ଜିଲ୍ଲା  
ଜିଲ୍ଲା ସ୍ତରୀୟ ଶିଶୁ ମହୋତ୍ସବ "ଉତ୍ସାହ ୨୦୨୬ ଅନୁଷ୍ଠିତ" ।   23-Oct-2026
  ଜିଲ୍ଲା  
ପଶ୍ଚିମ ଓଡ଼ିଶାର ପ୍ରସିଦ୍ଧ ନୃତ୍ୟଶିଳ୍ପୀ କଳ୍ପନା ବ୍ୟାସଙ୍କୁ ଚାଦୋତରା ଦୁର୍ଗା ପୂଜା କମିଟିର ସମ୍ମାନ   23-Oct-2026

You Might Also Like