-+91-9937148622 |

prerana_bgr@rediffmail.com |

  Saturday 24th October 2026 |

| | | |

R.N.I. Regd No. ODIODI/2010/46693

Breaking News

ଲୋଇସିଂହା ନିର୍ବାଚନ ମଣ୍ଡଳୀରେ ସାମଗ୍ରିକ ବିକାଶ ଓ ଗମନଗମନର ସୁବିଧା ପାଇଁ ବିଭିନ୍ନ ଜନହିତକର ପ୍ରକଳ୍ପର ଉଦଘାଟନ କଲେ ଗ୍ରାମ୍ୟ ଉନ୍ନୟନ ଓ ପଞ୍ଚାୟତିରାଜ ମନ୍ତ୍ରୀ    (23-Oct-2026)       ||      ଲୋଇସିଂହା ରେ ୫୬ତମ ଦୁର୍ଗାପୂଜା ଉଦଯାପିତ   (23-Oct-2026)       ||      ହଜାର ହଜାର ଭକ୍ତ ଙ୍କ ମେଲରେ ମେଲାଣି ନେଲେ ମା ଦୁର୍ଗା    (23-Oct-2026)       ||      ଆର୍ଥିକ ଅନ୍ତର୍ଭୁକ୍ତୀକରଣ ନେଇ ସଚେତନତା ଶିବିର   (23-Oct-2026)       ||      ବିର୍ଷାମୁଣ୍ଡା ଆଦିବାସୀ କଲ୍ୟାଣ ମଣ୍ଡପ ଉଦଘାଟିତ    (23-Oct-2026)       ||      ହାତୀ ଆକ୍ରମଣରେ ମୃତକଙ୍କ ପରିବାରକୁ ୨୦ ଲକ୍ଷ ସହାୟତା ଦିଆଯାଉ: କ୍ଷତିଗ୍ରସ୍ତ ପରିବାରକୁ ପକ୍କା ଘର ପ୍ରଦାନ ପାଇଁ ନିରଞ୍ଜନ ବିଶିଙ୍କ ଦାବି   (23-Oct-2026)       ||      ଷ୍ଟେଟ୍ ୟୁନିଅନ୍ ଅଫ୍ ଜର୍ଣ୍ଣାଲିଷ୍ଟ୍, ବଲାଙ୍ଗୀର ଶାଖାର ବୈଠକ    (23-Oct-2026)       ||      ଜିଲ୍ଲା ସ୍ତରୀୟ ଶିଶୁ ମହୋତ୍ସବ "ଉତ୍ସାହ ୨୦୨୬ ଅନୁଷ୍ଠିତ" ।   (23-Oct-2026)       ||      ପଶ୍ଚିମ ଓଡ଼ିଶାର ପ୍ରସିଦ୍ଧ ନୃତ୍ୟଶିଳ୍ପୀ କଳ୍ପନା ବ୍ୟାସଙ୍କୁ ଚାଦୋତରା ଦୁର୍ଗା ପୂଜା କମିଟିର ସମ୍ମାନ   (23-Oct-2026)       ||      *ସୁବର୍ଣ୍ଣପୁର ଐତିହାସିକ ପ୍ରସିଦ୍ଧ ମହାବଳୀ ଯାତ୍ରା ସଂପନ୍ନ*   (22-Oct-2026)       ||      ଟିଟିଲାଗଡ ହାଟପଦାପଡ଼ା ତରଫରୁ ୧୪ ତମ ରାବଣ ପୋଡି ମହୋତ୍ସବ♦️ ବିଜେପି ବିଧାୟକ ନବିନ ଜୈନ ପୂର୍ବତନ ମନ୍ତ୍ରୀ ଶ୍ରୀମତି ଟୁକୁନି ସାହୁଙ୍କୁ ଦେଲେ ଜବାବ    (22-Oct-2026)       ||      *ସୋନପୁର ବ୍ଲକ ଛକ ଦୁର୍ଗା ପୂଜା ରାବଣ ପୋଡ଼ି ଉତ୍ସବ ରେ ଅଗଣିତ ଦର୍ଶକ*-   (22-Oct-2026)       ||      ମହାଦେବପାଳି ଦୁର୍ଗାପୂଜା,ରାବଣ ବଧ ସହ ରାବଣରାଜ ଉଦଯାପିତ   (21-Oct-2026)       ||      ମା’ ସୁରେଶ୍ୱରୀଙ୍କ ମହାଲକ୍ଷ୍ମୀ ବେଶ   (21-Oct-2026)       ||      ସମଲେଇପୂଜା ଅବସରରେ ଯାଦବ ସମାଜର ବନ୍ଧୁ ମିଳନ   (21-Oct-2026)       ||      କଣ୍ଟାମାଳରେ ଜମୁଛି ଶାରଦୀୟ ଦୁର୍ଗାପୂଜାର ଆସର♦️ ଆକର୍ଷଣୀୟ ତୋରଣ ଓ ରଙ୍ଗିନ ଆଲୋକମାଳାରେ ଝଲସୁଛି ଅଞ୍ଚଳ   (21-Oct-2026)       ||      *ଡାବୁଗାଁ ଦୁର୍ଗାପୂଜାରେ ଶତାଧିକ ଭକ୍ତଙ୍କ ସମାଗମରେ ସମ୍ପନ୍ନ ହେଲା ପୂର୍ଣ୍ଣାହୁତି*   (21-Oct-2026)       ||      *ଜିଲ୍ଲା ପୋଲିସ ପକ୍ଷରୁ ୬୬ ତମ ଶହୀଦ ସ୍ମୃତି ଦିବସ ପାଳିତ*   (21-Oct-2026)       ||      *ପୋଡ଼ାଗଡ ପୀଠରେ ପାରମ୍ପରିକ ଦଶହରା ପାଳିତ*   (21-Oct-2026)       ||      ଭୁବନେଶ୍ୱରରେ ବି.ଏମ୍. ଫାଉଣ୍ଡେସନ‌ ଦ୍ୱାରା ନବ ଉତ୍ସବ ଆୟୋଜନ   (21-Oct-2026)       ||     

HOME   ଜିଲ୍ଲା

୯୪ ପ୍ରତିଶତ ପଛୁଆବର୍ଗଙ୍କ ପାଇଁ ବାଚସ୍ପତିଙ୍କୁ ସ୍ମାରକପତ୍ର

08-Dec-2025



ଭୁବନେଶ୍ୱର(ପ୍ରେରଣା ଖବର): ରାଜ୍ୟରେ  ପଛୁଆବର୍ଗଙ୍କ ସଂରକ୍ଷଣକୁ ନେଇ ପିସିସି ସଭାପତି ଶ୍ରୀ ଭକ୍ତ ଚରଣ ଦାସଙ୍କ ନେତୃତ୍ୱରେ ବରିଷ୍ଠ କଂଗ୍ରେସ ନେତୃବୃନ୍ଦ ବିଧାନସଭା ବାଚସ୍ପତି ମାନନୀୟା ଶ୍ରୀମତୀ ସୁରମା ପାଢ଼ୀଙ୍କୁ ବିଧାନସଭାରେ ତାଙ୍କ କକ୍ଷରେ ଏକ ସ୍ମାରକପତ୍ର ପ୍ରଦାନ କରିଥିଲେ । 

ଓଡ଼ିଶାର ସମୁଦାୟ ଜନସଂଖ୍ୟାର ପ୍ରାୟ ୯୪ ପ୍ରତିଶତ ପଛୁଆବର୍ଗ (ଓବିସି ଓ ଏସ୍‌ଇବିସି ୫୪ ପ୍ରତିଶତ, ଅନୁସୂଚିତ ଜାତି ଓ ଜନଜାତି ୪୦ ପ୍ରତିଶତ) ଅଟନ୍ତି। ସମ୍ବିଧାନର 164(୧) ଧାରା ଅନୁଯାୟୀ ଓଡ଼ିଶାର ଉକ୍ତ ବର୍ଗଙ୍କୁ ବିଶେଷ ସଂରକ୍ଷଣ ସୁବିଧା ଦେବାପାଇଁ ବ୍ୟବସ୍ଥା ଥିବା ସତ୍ତ୍ବେ ଏହି ବର୍ଗ ସେମାନଙ୍କ ସାମ୍ବିଧାନିକ ଅଧିକାରରୁ ବଞ୍ଚିତ ହୋଇଆସିଛନ୍ତି। ଏ ବିଷୟକୁ ଅତ୍ୟନ୍ତ ଗୁରୁତ୍ବର ସହ ବିଚାରକୁ ନେଇ ଓଡ଼ିଶା ବିଧାନସଭା, ଉଭୟ ରାଜ୍ୟ ଓ କେନ୍ଦ୍ର ସରକାର ତ୍ବରିତ ପଦକ୍ଷେପ ନେବା ପାଇଁ ପ୍ରସ୍ତାବ ଗ୍ରହଣ କରିବାକୁ ସ୍ମାରକପତ୍ରରେ ଅନୁରୋଧ କରିଛନ୍ତି ।  

ଗତ ୬ ଡିସେମ୍ବର ବାବା ସାହେବ ଆମ୍ବେଦକରଙ୍କ ମହାପ୍ରୟାଣ ଦିବସରେ ଓଡ଼ିଶା ପ୍ରଦେଶ କଂଗ୍ରେସ କମିଟି ପକ୍ଷରୁ ଆୟୋଜିତ “ସାମାଜିକ ନ୍ୟାୟ ଓ ଓଡ଼ିଶା” ସମାବେଶରେ ପ୍ରସ୍ତାବ ଗ୍ରହଣ କରାଯାଇଥିଲା ଯେ “ଓଡ଼ିଶା ବିଧାନସଭା ରାଜ୍ୟ ସରକାରଙ୍କୁ ସମ୍ବିଧାନର ଅନୁଚ୍ଛେଦ ୧୫ (୪) ଓ ୧୬ (୪) ଅନୁଯାୟୀ ସୁପାରିଶ କରୁଛି ଯେ ରାଜ୍ୟର ଓବିସି/ଏସଇବିସି ଏବଂ ଅନୁସୂଚିତ ଜାତି - ଅନୁସୁଚିତ ଜାତି ବର୍ଗର ସଂଖ୍ୟାନୁପାତିକ ଆଧାରରେ ସମସ୍ତ ପ୍ରକାର ଉଚ୍ଚଶିକ୍ଷା (ବୈଷୟିକ/ ମେଡିକାଲ / ବୃତ୍ତିଗତ) ଏବଂ ସରକାରୀ ନିଯୁକ୍ତିରେ ସଂରକ୍ଷଣ ତୁରନ୍ତ ଲାଗୁ କରିବା ସଂଗେ ସଂଗେ ଏହି “ସଂଖ୍ୟାନୁପାତିକ ସଂରକ୍ଷଣ ବ୍ୟବସ୍ଥା”କୁ “ସମ୍ବିଧାନର ନବମ ସୂଚୀ” ରେ ସାମିଲ କରିବାପାଇଁ ଆବଶ୍ୟକୀୟ ପଦକ୍ଷେପ ତୁରନ୍ତ ଗ୍ରହଣ କରନ୍ତୁ ” । 

ଏଥିନିମନ୍ତେ ରାଜ୍ୟ ସରକାର ବିଧାନସଭାରେ ଏକ ସରକାରୀ ପ୍ରସ୍ତାବ ଆଗତ କରିବା ସହ ତାକୁ ସର୍ବଦଳୀୟ ସମର୍ଥନରେ ଗୃହୀତ କରି କେନ୍ଦ୍ର ସରକାରଙ୍କ ନିକଟକୁ କାର୍ଯ୍ୟାନୁଷ୍ଠାନ ପାଇଁ ବିଧାନସଭାର ଚଳିତ ଅଧିବେଶନରେ ଗୃହୀତ କରାଇବାକୁ ସ୍ମାରକପତ୍ରରେ ଅନୁରୋଧ କରାଯାଇଛି । ପିସିସି ସଭାପତି ଶ୍ରୀ ଦାସଙ୍କ ସମେତ ବରିଷ୍ଠ ନେତୃମଣ୍ଡଳୀରେ କଂଗ୍ରେସ ବିଧାୟକ ଦଳ ନେତା ଶ୍ରୀ ରାମଚନ୍ଦ୍ର କାଡାମ, ପୂର୍ବତନ କେନ୍ଦ୍ରମନ୍ତ୍ରୀ ଶ୍ରୀକାନ୍ତ ଜେନା, ପୂର୍ବତନ ସାଂସଦ ଅନନ୍ତ ପ୍ରସାଦ ସେଠୀ, ବିଧାୟକ ଶ୍ରୀ ଅଶୋକ ଦାସ, ବିଧାୟକ ସିଏସ ରାଜନ ଏକ୍କା, ପୂର୍ବତନ ବିଧାୟକ ସନ୍ତୋଷ ସିଂ ସାଲୁଜା, ପିସିସି ଉପସଭାପତି ଡ. ଲଲାଟେନ୍ଦୁ ମହାପାତ୍ର, ପୂର୍ବତନ ବିଧାୟକ କୃଷ୍ଣଚନ୍ଦ୍ର ସଗରିଆ, ପିସିସି ଗଣମାଧ୍ୟମ ଅଧ୍ୟକ୍ଷ ଶ୍ରୀ ଅରବିନ୍ଦ ଦାସ ସାମିଲ ହୋଇ ବାଚସ୍ପତିଙ୍କୁ ସ୍ମାରକପତ୍ର ପ୍ରଦାନ କରିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଲୋଇସିଂହା ନିର୍ବାଚନ ମଣ୍ଡଳୀରେ ସାମଗ୍ରିକ ବିକାଶ ଓ ଗମନଗମନର ସୁବିଧା ପାଇଁ ବିଭିନ୍ନ ଜନହିତକର ପ୍ରକଳ୍ପର ଉଦଘାଟନ କଲେ ଗ୍ରାମ୍ୟ ଉନ୍ନୟନ ଓ ପଞ୍ଚାୟତିରାଜ ମନ୍ତ୍ରୀ   23-Oct-2026
  ଜିଲ୍ଲା  
ଲୋଇସିଂହା ରେ ୫୬ତମ ଦୁର୍ଗାପୂଜା ଉଦଯାପିତ   23-Oct-2026
  ଜିଲ୍ଲା  
ହଜାର ହଜାର ଭକ୍ତ ଙ୍କ ମେଲରେ ମେଲାଣି ନେଲେ ମା ଦୁର୍ଗା   23-Oct-2026
  ଜିଲ୍ଲା  
ଆର୍ଥିକ ଅନ୍ତର୍ଭୁକ୍ତୀକରଣ ନେଇ ସଚେତନତା ଶିବିର   23-Oct-2026
  ଜିଲ୍ଲା  
ବିର୍ଷାମୁଣ୍ଡା ଆଦିବାସୀ କଲ୍ୟାଣ ମଣ୍ଡପ ଉଦଘାଟିତ   23-Oct-2026
  ରାଜ୍ୟ  
ହାତୀ ଆକ୍ରମଣରେ ମୃତକଙ୍କ ପରିବାରକୁ ୨୦ ଲକ୍ଷ ସହାୟତା ଦିଆଯାଉ: କ୍ଷତିଗ୍ରସ୍ତ ପରିବାରକୁ ପକ୍କା ଘର ପ୍ରଦାନ ପାଇଁ ନିରଞ୍ଜନ ବିଶିଙ୍କ ଦାବି   23-Oct-2026
  ଜିଲ୍ଲା  
ଷ୍ଟେଟ୍ ୟୁନିଅନ୍ ଅଫ୍ ଜର୍ଣ୍ଣାଲିଷ୍ଟ୍, ବଲାଙ୍ଗୀର ଶାଖାର ବୈଠକ   23-Oct-2026
  ଜିଲ୍ଲା  
ଜିଲ୍ଲା ସ୍ତରୀୟ ଶିଶୁ ମହୋତ୍ସବ "ଉତ୍ସାହ ୨୦୨୬ ଅନୁଷ୍ଠିତ" ।   23-Oct-2026
  ଜିଲ୍ଲା  
ପଶ୍ଚିମ ଓଡ଼ିଶାର ପ୍ରସିଦ୍ଧ ନୃତ୍ୟଶିଳ୍ପୀ କଳ୍ପନା ବ୍ୟାସଙ୍କୁ ଚାଦୋତରା ଦୁର୍ଗା ପୂଜା କମିଟିର ସମ୍ମାନ   23-Oct-2026
  ଜିଲ୍ଲା  
*ସୁବର୍ଣ୍ଣପୁର ଐତିହାସିକ ପ୍ରସିଦ୍ଧ ମହାବଳୀ ଯାତ୍ରା ସଂପନ୍ନ*   22-Oct-2026
  ଜିଲ୍ଲା  
ଟିଟିଲାଗଡ ହାଟପଦାପଡ଼ା ତରଫରୁ ୧୪ ତମ ରାବଣ ପୋଡି ମହୋତ୍ସବ♦️ ବିଜେପି ବିଧାୟକ ନବିନ ଜୈନ ପୂର୍ବତନ ମନ୍ତ୍ରୀ ଶ୍ରୀମତି ଟୁକୁନି ସାହୁଙ୍କୁ ଦେଲେ ଜବାବ    22-Oct-2026
  ଜିଲ୍ଲା  
*ସୋନପୁର ବ୍ଲକ ଛକ ଦୁର୍ଗା ପୂଜା ରାବଣ ପୋଡ଼ି ଉତ୍ସବ ରେ ଅଗଣିତ ଦର୍ଶକ*-   22-Oct-2026

You Might Also Like