-+91-9937148622 |
prerana_bgr@rediffmail.com |
Sunday 22nd November 2026 |
R.N.I. Regd No. ODIODI/2010/46693
Breaking News
12-Dec-2025
ବାଲେଶ୍ୱର,(ପ୍ରେରଣା ଖବର): ଆଜି ବିକଶିତ ଭାରତ ଯୁବ ନେତୃତ୍ୱ ସଂଳାପ–୨୦୨୬ ତଥା ଜିଲ୍ଲା ସ୍ତରୀୟ ଯୁବ ମହୋତ୍ସବର ବାଲେଶ୍ୱର ଫକିର ମୋହନ ସ୍ୱୟଂଚାଳିତ ମହାବିଦ୍ୟାଳୟର ପଡ଼ିଆରେ ଆୟୋଜିତ ହୋଇଛି। ଓଡିଶା ସରକାରର କ୍ରୀଡା ଓ ଯୁବ ସେବା ବିଭାଗ ଏବଂ ବାଲେଶ୍ୱର ଜିଲ୍ଲା ପ୍ରଶାସନ ଙ୍କ ଦ୍ଵାରା ଆୟୋଜିତ ଏହି ଉଦଘାଟନୀ ସଭାରେ ବାଲେଶ୍ୱର ଅତିରିକ୍ତ ଜିଲ୍ଲାପାଳ ଶ୍ରୀ ସୁଧାକର ନାୟକ ସଭାପତିତ୍ଵ କରିଥିଲେ। ମଞ୍ଚାସିନ ଅତିଥିମାନଙ୍କ ମଧ୍ୟରେ ମାନ୍ୟବର ବାଲେଶ୍ୱର ଜିଲ୍ଲା ପରିଷଦ ଅଧ୍ୟକ୍ଷ ଶ୍ରୀ ନାରାୟଣ ପ୍ରଧାନ,ମାନ୍ୟବର ବାଲେଶ୍ୱର ମୁନିସିପାଲିଟି ଅଧ୍ୟକ୍ଷା ଶ୍ରୀମତି ସବିତା ସାହୁ, ଅଧ୍ୟକ୍ଷ ,ଫକିର ମୋହନ କଲେଜ ଶ୍ରୀ ଦିନେଶ ଚନ୍ଦ୍ର ଦାସ, ଜିଲ୍ଲା ସମାଜ ମଙ୍ଗଳ ଅଧିକାରୀ ପ୍ରତିଭା ବେହେରା, ଜିଲ୍ଲା ସଂସ୍କୃତି ଅଧିକାରୀ ସୁଶ୍ରୀ ମନସ୍ୱିନୀ ରାଉତ ଏବଂ ଜିଲ୍ଲା କ୍ରୀଡ଼ା ଅଧିକାରୀ ଶ୍ରୀ ପୂର୍ଣ୍ଣଚନ୍ଦ୍ର ଜେନା ଉପସ୍ଥିତ ଥିଲେ।