-+91-9937148622 |

prerana_bgr@rediffmail.com |

  Saturday 24th October 2026 |

| | | |

R.N.I. Regd No. ODIODI/2010/46693

Breaking News

ବରିଷ୍ଠ ଆଇନଜୀବୀ ଅଶ୍ୱିନୀ ମିଶ୍ର ଙ୍କ ପରଲୋକ    (24-Oct-2026)       ||      ନିଖୋଜ ପ୍ରେମୀ ଯୁଗଳ ଙ୍କ ଝୁଲନ୍ତା ମୃତ ଦେହ ବେହେରା ସ୍ଥିତ ଭଣ୍ଡାର ଡ଼ଙ୍ଗରି ରୁ ଉଦ୍ଧାର   (24-Oct-2026)       ||      ବଲାଙ୍ଗୀରରେ ତ୍ରିଦିବସୀୟ ସଂସ୍କୃତ ଭାଷାବୋଧନ ବର୍ଗର ଉଦ୍‌ଯାପନୀ ସମାରୋହ   (24-Oct-2026)       ||      ବଲାଙ୍ଗୀର ଦିନ ପୂର୍ବରୁ ସେବା କାର୍ଯ୍ୟକ୍ରମର ଶୁଭାରମ୍ଭ: ନାରୀ ଶକ୍ତି ଫାଉଣ୍ଡେସନ ପକ୍ଷରୁ ମେଗା ମାଗଣା ସ୍ୱାସ୍ଥ୍ୟ ଓ ଚକ୍ଷୁ ଶିବିର ଅନୁଷ୍ଠିତ   (24-Oct-2026)       ||      ଆଦିବାସୀଙ୍କ ଜଳ, ଜଙ୍ଗଲ ଓ ଜମିର ସୁରକ୍ଷା ଦାବିରେ ଫଳସାମାଲରେ ବିଶାଳ ମେଳି♦️ ଗ୍ରାମସଭାର ସମ୍ମତି ଓ ଜନଶୁଣାଣି ବିନା ଖଣି ଲିଜ୍‌କୁ ବିରୋଧ   (24-Oct-2026)       ||      ଟିଟିଲାଗଡ଼ରେ ଭୂତଳ ପୋଲ ନିକଟସ୍ଥ ରାସ୍ତା ବନ୍ଦ ପ୍ରସ୍ତାବକୁ ବିରୋଧ - ବକ୍ସ-ଟାଇପ୍ ଅଣ୍ଡରପାସ୍ ନିର୍ମାଣ ଦାବି   (24-Oct-2026)       ||      ନ୍ୟାସନାଲ୍‌ ଅର୍ବାନ୍‌ କନ୍‌କ୍ଲେଭ୍‌-୨୦୨୬ ଉଦ୍‌ଘାଟନ କଲେ ମୁଖ୍ୟମନ୍ତ୍ରୀ♦️ପିଏମ ଇ-ବସ୍‌ ସେବା ଯୋଜନାରେ ୨୬ଟି ଇ-ବସ୍ ସେବାର ଶୁଭାରମ୍ଭ    (24-Oct-2026)       ||      ଅର୍ଥ ବିଭାଗ ପ୍ରମୁଖ ଶାସନ ସଚିବଙ୍କ ଖୋରଧା ଜିଲ୍ଲାର ବିଭିନ୍ନ ପ୍ରକଳ୍ପ ସମୀକ୍ଷା    (24-Oct-2026)       ||      ଅବସରପ୍ରାପ୍ତ ଶିକ୍ଷୟିତ୍ରୀ ସୁଶ୍ରୀ ପଦ୍ମିନୀପ୍ରଭା ସାଗରଙ୍କ ପରଲୋକ   (24-Oct-2026)       ||      କଣ୍ଟାବାଞ୍ଜି ୱାର୍ଡ ନଂ-୧୫ରେ ଦୋକାନରୁ ଚୋରି, ସିଟ୍ କଭର ସିଲେଇ ମେସିନ୍ ଲୁଟ୍   (24-Oct-2026)       ||      ଲୋଇସିଂହା ନିର୍ବାଚନ ମଣ୍ଡଳୀରେ ସାମଗ୍ରିକ ବିକାଶ ଓ ଗମନଗମନର ସୁବିଧା ପାଇଁ ବିଭିନ୍ନ ଜନହିତକର ପ୍ରକଳ୍ପର ଉଦଘାଟନ କଲେ ଗ୍ରାମ୍ୟ ଉନ୍ନୟନ ଓ ପଞ୍ଚାୟତିରାଜ ମନ୍ତ୍ରୀ    (23-Oct-2026)       ||      ଲୋଇସିଂହା ରେ ୫୬ତମ ଦୁର୍ଗାପୂଜା ଉଦଯାପିତ   (23-Oct-2026)       ||      ହଜାର ହଜାର ଭକ୍ତ ଙ୍କ ମେଲରେ ମେଲାଣି ନେଲେ ମା ଦୁର୍ଗା    (23-Oct-2026)       ||      ଆର୍ଥିକ ଅନ୍ତର୍ଭୁକ୍ତୀକରଣ ନେଇ ସଚେତନତା ଶିବିର   (23-Oct-2026)       ||      ବିର୍ଷାମୁଣ୍ଡା ଆଦିବାସୀ କଲ୍ୟାଣ ମଣ୍ଡପ ଉଦଘାଟିତ    (23-Oct-2026)       ||      ହାତୀ ଆକ୍ରମଣରେ ମୃତକଙ୍କ ପରିବାରକୁ ୨୦ ଲକ୍ଷ ସହାୟତା ଦିଆଯାଉ: କ୍ଷତିଗ୍ରସ୍ତ ପରିବାରକୁ ପକ୍କା ଘର ପ୍ରଦାନ ପାଇଁ ନିରଞ୍ଜନ ବିଶିଙ୍କ ଦାବି   (23-Oct-2026)       ||      ଷ୍ଟେଟ୍ ୟୁନିଅନ୍ ଅଫ୍ ଜର୍ଣ୍ଣାଲିଷ୍ଟ୍, ବଲାଙ୍ଗୀର ଶାଖାର ବୈଠକ    (23-Oct-2026)       ||      ଜିଲ୍ଲା ସ୍ତରୀୟ ଶିଶୁ ମହୋତ୍ସବ "ଉତ୍ସାହ ୨୦୨୬ ଅନୁଷ୍ଠିତ" ।   (23-Oct-2026)       ||      ପଶ୍ଚିମ ଓଡ଼ିଶାର ପ୍ରସିଦ୍ଧ ନୃତ୍ୟଶିଳ୍ପୀ କଳ୍ପନା ବ୍ୟାସଙ୍କୁ ଚାଦୋତରା ଦୁର୍ଗା ପୂଜା କମିଟିର ସମ୍ମାନ   (23-Oct-2026)       ||      *ସୁବର୍ଣ୍ଣପୁର ଐତିହାସିକ ପ୍ରସିଦ୍ଧ ମହାବଳୀ ଯାତ୍ରା ସଂପନ୍ନ*   (22-Oct-2026)       ||     

HOME   ମହାନଗର

୩ରୁ ଜଳିବ ପୁରୀ ବାଇପାସ୍‌ ଷ୍ଟ୍ରିଟଲାଇଟ୍‌, ମୁଖ୍ୟମନ୍ତ୍ରୀ କରିବେ ଉଦ୍‌ଘାଟନ

02-Feb-2021



ଭୁବନେଶ୍ବର (ପ୍ରେରଣା ଖବର): ଦୀର୍ଘ ଦିନର ପ୍ରତୀକ୍ଷାର ଅନ୍ତ ଘଟିବ। ପୁରୀ ବାଇପାସ୍‌ରେ ଷ୍ଟ୍ରିଟ୍‌ ଲାଇଟ୍ ଜଳିବ। ହାଇଟେକ୍‌ ଛକରୁ ଦୟା ବ୍ରିଜ୍‌ ପର୍ଯ୍ୟନ୍ତ ଏହି ୧୨କିମିର ରାସ୍ତାରୁ ଅନ୍ଧକାର ହଟିବ। ବିଏମ୍‌ସି ପକ୍ଷରୁ ପୁରୀ ବାଇପାସ୍‌ର ଆଲୋକୀକରଣ କାମ ହୋଇଥିବା ବେଳେ ଆସନ୍ତା ୩ ତାରିଖରେ (ବୁଧବାର) ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏହି ପ୍ରକଳ୍ପର ଉଦ୍‌ଘାଟନ କରିବେ। ଏଥିପାଇଁ ଆଜି ବିଏମ୍‌ସି କମିସନର ପ୍ରେମଚନ୍ଦ୍ର ଚୌଧରୀ ଓ ସିଟି ଇଞ୍ଜିନିୟର ଦେବସୁନ୍ଦର ମହାପାତ୍ର କ୍ଷେତ୍ର ପରିଦର୍ଶନ କରି ଲାଇଟ୍‌ ଜଳୁଛି କି ନାହିଁ, ଯାଞ୍ଚ କରିଛନ୍ତି। ଏହା ସହ ମୁଖ୍ୟମନ୍ତ୍ରୀଙ୍କ ସ୍ବାଗତ ପାଇଁ କେଉଁଠି ମଞ୍ଚ ହେବ, କ’ଣ କ’ଣ କାର୍ଯ୍ୟକ୍ରମ ହେବ, ତାହାର ସମୀକ୍ଷା କରିଛନ୍ତି। ବିଏମ୍‌ସିର ସୂଚନା ଅନୁଯାୟୀ, ୩ ତାରିଖ ଅପରାହ୍‌ଣ ୫ଟାରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଟଙ୍କପାଣି ରୋଡ୍‌ସ୍ଥିତ ସାଇ ମନ୍ଦିର ଛକ ନିକଟରେ ସୁଇଚ୍‌ ଟିପି ଭୁବନେଶ୍ବର-ପୁରୀ ବାଇପାସ୍‌ ଆଲୋକୀକରଣ ପ୍ରକଳ୍ପର ଉଦ୍‌ଘାଟନ କରିବେ। ଏହି ୧୨ କିମି ରାସ୍ତା‌େର ୩୮୭ଟି ବିଦ୍ୟୁତ ଖୁଣ୍ଟରେ ୭୭୪ଟି ୧୦୦ ୱାଟ୍‌ର ଏଲ୍‌ଇଡି ଲାଇଟ୍‌ ଲାଗିଛି। ଏହାବାଦ୍‌ ୪ଟି ପ୍ରମୁଖ ଛକରେ ୪ଟି ହାଇମାଷ୍ଟ ଲାଇଟ୍‌ ଲାଗିଛି। ଏଥିପାଇଁ ୭ଟି ଟ୍ରାନ୍ସଫର୍ମର ବସିଛି। ଏହି ରାସ୍ତା ଆଲୋକୀକରଣ ହେଲେ ସ୍ଥାନୀୟ ବାସିନ୍ଦାଙ୍କର ଦୀର୍ଘ ଦିନର ଦାବି ପୂରଣ ହେବ। ୨୦୧୨ ମସିହାରେ ପୁରୀ ବାଇପାସ୍‌ ରାସ୍ତା ଲୋକାର୍ପିତ ହୋଇଥିଲା। ସହରର ଏହା ପ୍ରମୁଖ ରାସ୍ତା ହୋଇଥିଲେ ହେଁ ଜାତୀୟ ରାଜପଥ କର୍ତ୍ତୃପକ୍ଷ ଏହାର ଆଲୋକୀକରଣ କରିନଥିଲେ। ଏହି ରାସ୍ତାରେ ରାହାଜାନି ଓ ଲୁଟ୍‌ ଭଳି ଘଟଣା ବଢ଼ିବାରୁ ସ୍ଥାନୀୟ ବାସିନ୍ଦା ଏହାର ଆଲୋକୀକରଣ ପାଇଁ ସ୍ଥାନୀୟ ବିଧାୟକଙ୍କଠାରୁ ଆରମ୍ଭ କରି ବିଏମ୍‌ସି କର୍ତ୍ତୃପକ୍ଷଙ୍କ ନିକଟରେ ବାରମ୍ବାର ଅଭିଯୋଗ କରିଥିଲେ। ହେଲେ ଏହି ରାସ୍ତା ବିଏମ୍‌ସି ଅଧୀନରେ ଯାଉ ନଥିବାରୁ ବିଏମ୍‌ସି ଏହାର ଆଲୋକୀକରଣ କରିବନି ବୋଲି କହିଥିଲା। ଆଲୋକୀକରଣରେ ଅର୍ଥ ବାଧକ ସାଜୁଥିଲେ ହେଁ ସ୍ଥାନୀୟ ବାସିନ୍ଦାଙ୍କ ଦାବି ଓ ପର୍ଯ୍ୟଟନ ଦୃଷ୍ଟିକୋଣରୁ ଏହି ରାସ୍ତା ଗୁରୁତ୍ବପୂର୍ଣ୍ଣ ହୋଇଥିବାରୁ ତତ୍କାଳୀନ ପର୍ଯ୍ୟଟନ ମନ୍ତ୍ରୀ ତଥା ଭୁବନେଶ୍ବର ଏକାମ୍ର ବିଧାୟକ ଅଶୋକ ଚନ୍ଦ୍ର ପଣ୍ଡା ୨୦୧୮ ମସିହାରେ ପର୍ଯ୍ୟଟନ ବିଭାଗରୁ ଏଥିପାଇଁ ୨.୮୫କୋଟି ଟଙ୍କା ବିଏମ୍‌ସିକୁ ଅନୁଦାନ ଦେଇଥିଲେ। ଏହାପରେ ବିଏମ୍‌ସି ଫେବ୍ରୁଆରି ୭, ୨୦୧୯ରେ ଟେଣ୍ଡର ଆହ୍ବାନ କରିଥିଲା। ‌ସେପ୍ଟେମ୍ବର ୩୦, ୨୦୧୯ରେ କାର୍ଯ୍ୟାଦେଶ ଦିଆଯାଇଥିଲା। ଅକ୍ଟୋବର ୧ରେ କାମ ଆରମ୍ଭ ହେବା ବେଳକୁ ଜାତୀୟ ରାଜପଥ କର୍ତ୍ତୃପକ୍ଷ ରୋକ୍‌ ଲଗାଇଥିଲେ। ଅନୁମତି ଦେଇନଥିଲେ। ଜାତୀୟ ରାଜପଥ କର୍ତ୍ତୃପକ୍ଷ କହିଥିଲେ ଯେ ବିଏମ୍‌ସି ଏଠାରେ ଆଲୋକୀକରଣ ପାଇଁ ଯେଉଁ ମାନର କାମ କରୁଛି, ତାହା ସେମାନଙ୍କ କାର୍ଯ୍ୟସ୍ତରର ନୁହେଁ। ତେଣୁ କ’ଣ କାମ ହେବ, କିପରି ହେବ ତା’ର ସବିଶେଷ ତଥ୍ୟ ଦେବା ପରେ ଏନେଇ ଅନୁମତି ମିଳିବ। ବିଏମ୍‌ସି ପକ୍ଷରୁ ଏନେଇ ସମସ୍ତ ତଥ୍ୟ ଦେବା ପରେ ବି ଅନୁମତି ମିଳି ନ ଥିଲା। ଏପରିକି ବିଏମ୍‌ସି କର୍ତ୍ତୃପକ୍ଷ ଅନୁମତି ପାଇଁ ବାରମ୍ବାର ଚିଠି ଲେଖିବା ପରେ ଅନୁମତି ନ ମିଳିବାରୁ ସ୍ଥାନୀୟ ବିଧାୟକ ତଥା ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତୀକରଣ ମନ୍ତ୍ରୀ ଅଶୋକ ଚନ୍ଦ୍ର ପଣ୍ଡା ଏନେଇ ସଡ଼କ ପରିବହନ ଓ ଜାତୀୟ ରାଜପଥ ମନ୍ତ୍ରଣାଳୟ ମନ୍ତ୍ରୀ ନୀତୀନ ଗଡ଼କରୀଙ୍କୁ ଚିଠି ଲେଖିଥିଲେ। ତଥାପି ବି ଅନୁମତି ନ ମିଳିବାରୁ ଶ୍ରୀ ପଣ୍ଡା ନୂଆଦିଲ୍ଲୀରେ ଶ୍ରୀ ଗଡ଼କରୀଙ୍କୁ ଭେଟି ଏନେଇ ଆଲୋଚନା କରିଥିଲେ। ଏହାପରେ ମାର୍ଚ୍ଚ ୧୬ରେ ଜା‌ତୀୟ ରାଜପଥ କର୍ତ୍ତୃପକ୍ଷ ଷ୍ଟ୍ରିଟ ଲାଇଟ୍‌ ଖୁଣ୍ଟର ଉଚ୍ଚତା ବଢ଼ାଇବାକୁ ସର୍ତ୍ତ ରଖି ଆଲୋକୀକରଣ ପାଇଁ ଅନୁମତି ଦେଇଥିଲେ। କରୋନା କଟକଣା ପାଇଁ କାମ ବନ୍ଦ ରହିବା ପରେ ଏବେ ଏହାର କାମ ଶେଷ ହୋଇଛି। ୬ଟି ସ୍ଥାନରେ ହେବ ସ୍ବାଗତ ମଞ୍ଚ :- ପୁରୀ ବାଇପାସ୍‌ ଆଲୋକୀକରଣ ଲୋକାର୍ପଣ କାର୍ଯ୍ୟକ୍ରମକୁ ନିଆରା ଢଙ୍ଗରେ ପାଳନ କରାଯିବ। ଏଥିରେ ମୁଖ୍ୟମନ୍ତ୍ରୀଙ୍କ ସମେତ ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତୀକରଣ ମନ୍ତ୍ରୀ ଅଶୋକ ଚନ୍ଦ୍ର ପଣ୍ଡା, ଭୁବନେଶ୍ବର (ମଧ୍ୟ) ବିଧାୟକ ଅନନ୍ତ ନାରାୟଣ ଜେନା, ଭୁବନେଶ୍ବର (ଉତ୍ତର) ବିଧାୟକ ସୁଶାନ୍ତ ରାଉତ, ବିଏମ୍‌ସିର ସମସ୍ତ ପୂର୍ବତନ କର୍ପୋରେଟର୍‌, ଏହି ରାସ୍ତା ସଂଲଗ୍ନ ବିଭିନ୍ନ ପଞ୍ଚାୟତର ପ୍ରତିନିଧି ଯୋଗଦେବେ। ମୁଖ୍ୟମନ୍ତ୍ରୀଙ୍କୁ ସ୍ବାଗତ କରିବା ପାଇଁ ଏହି ରାସ୍ତାରେ ୬ଟି ସ୍ଥାନରେ ସ୍ବତନ୍ତ୍ର ମଞ୍ଚ ହେବ। ହାଇଟେକ୍‌ ଛକ, ପାଣ୍ଡରା, କେଶୁରା ଛକ, ସାଇ ମନ୍ଦିର ଛକ, ଶିଶୁପାଳଗଡ଼ ଛକ, ଲିଙ୍ଗିପୁର ଛକରେ ମଞ୍ଚ ହେବ। ଏଠାରେ ବିଭିନ୍ନ ସାଂସ୍କୃତିକ କାର୍ଯ୍ୟକ୍ରମ ପରିବେଷଣ ହେବ।


News Comment




Photo in News

Advertisment
Lastest News
  ଜିଲ୍ଲା  
ବରିଷ୍ଠ ଆଇନଜୀବୀ ଅଶ୍ୱିନୀ ମିଶ୍ର ଙ୍କ ପରଲୋକ   24-Oct-2026
  ଜିଲ୍ଲା  
ନିଖୋଜ ପ୍ରେମୀ ଯୁଗଳ ଙ୍କ ଝୁଲନ୍ତା ମୃତ ଦେହ ବେହେରା ସ୍ଥିତ ଭଣ୍ଡାର ଡ଼ଙ୍ଗରି ରୁ ଉଦ୍ଧାର   24-Oct-2026
  ଜିଲ୍ଲା  
ବଲାଙ୍ଗୀରରେ ତ୍ରିଦିବସୀୟ ସଂସ୍କୃତ ଭାଷାବୋଧନ ବର୍ଗର ଉଦ୍‌ଯାପନୀ ସମାରୋହ   24-Oct-2026
  ଜିଲ୍ଲା  
ବଲାଙ୍ଗୀର ଦିନ ପୂର୍ବରୁ ସେବା କାର୍ଯ୍ୟକ୍ରମର ଶୁଭାରମ୍ଭ: ନାରୀ ଶକ୍ତି ଫାଉଣ୍ଡେସନ ପକ୍ଷରୁ ମେଗା ମାଗଣା ସ୍ୱାସ୍ଥ୍ୟ ଓ ଚକ୍ଷୁ ଶିବିର ଅନୁଷ୍ଠିତ   24-Oct-2026
  ଜିଲ୍ଲା  
ଆଦିବାସୀଙ୍କ ଜଳ, ଜଙ୍ଗଲ ଓ ଜମିର ସୁରକ୍ଷା ଦାବିରେ ଫଳସାମାଲରେ ବିଶାଳ ମେଳି♦️ ଗ୍ରାମସଭାର ସମ୍ମତି ଓ ଜନଶୁଣାଣି ବିନା ଖଣି ଲିଜ୍‌କୁ ବିରୋଧ   24-Oct-2026
  ଜିଲ୍ଲା  
ଟିଟିଲାଗଡ଼ରେ ଭୂତଳ ପୋଲ ନିକଟସ୍ଥ ରାସ୍ତା ବନ୍ଦ ପ୍ରସ୍ତାବକୁ ବିରୋଧ - ବକ୍ସ-ଟାଇପ୍ ଅଣ୍ଡରପାସ୍ ନିର୍ମାଣ ଦାବି   24-Oct-2026
  ଜିଲ୍ଲା  
ନ୍ୟାସନାଲ୍‌ ଅର୍ବାନ୍‌ କନ୍‌କ୍ଲେଭ୍‌-୨୦୨୬ ଉଦ୍‌ଘାଟନ କଲେ ମୁଖ୍ୟମନ୍ତ୍ରୀ♦️ପିଏମ ଇ-ବସ୍‌ ସେବା ଯୋଜନାରେ ୨୬ଟି ଇ-ବସ୍ ସେବାର ଶୁଭାରମ୍ଭ   24-Oct-2026
  ଜିଲ୍ଲା  
ଅର୍ଥ ବିଭାଗ ପ୍ରମୁଖ ଶାସନ ସଚିବଙ୍କ ଖୋରଧା ଜିଲ୍ଲାର ବିଭିନ୍ନ ପ୍ରକଳ୍ପ ସମୀକ୍ଷା   24-Oct-2026
  ଜିଲ୍ଲା  
ଅବସରପ୍ରାପ୍ତ ଶିକ୍ଷୟିତ୍ରୀ ସୁଶ୍ରୀ ପଦ୍ମିନୀପ୍ରଭା ସାଗରଙ୍କ ପରଲୋକ   24-Oct-2026
  ଜିଲ୍ଲା  
କଣ୍ଟାବାଞ୍ଜି ୱାର୍ଡ ନଂ-୧୫ରେ ଦୋକାନରୁ ଚୋରି, ସିଟ୍ କଭର ସିଲେଇ ମେସିନ୍ ଲୁଟ୍   24-Oct-2026
  ଜିଲ୍ଲା  
ଲୋଇସିଂହା ନିର୍ବାଚନ ମଣ୍ଡଳୀରେ ସାମଗ୍ରିକ ବିକାଶ ଓ ଗମନଗମନର ସୁବିଧା ପାଇଁ ବିଭିନ୍ନ ଜନହିତକର ପ୍ରକଳ୍ପର ଉଦଘାଟନ କଲେ ଗ୍ରାମ୍ୟ ଉନ୍ନୟନ ଓ ପଞ୍ଚାୟତିରାଜ ମନ୍ତ୍ରୀ   23-Oct-2026
  ଜିଲ୍ଲା  
ଲୋଇସିଂହା ରେ ୫୬ତମ ଦୁର୍ଗାପୂଜା ଉଦଯାପିତ   23-Oct-2026

You Might Also Like