-+91-9937148622 |

prerana_bgr@rediffmail.com |

  Wednesday 14th October 2026 |

| | | |

R.N.I. Regd No. ODIODI/2010/46693

Breaking News

ବଲାଙ୍ଗୀରଠାରେ ଅନୁଷ୍ଠିତ ହେଲା ଅଖିଳ ଓଡ଼ିଶା ନ୍ୟାୟିକ କର୍ମଚାରୀ ସଂଘର ରାଜ୍ୟସ୍ତରୀୟ ସାଧାରଣ ପରିଷଦ ବୈଠକ   (13-Oct-2026)       ||      ୩ ହଜାର ଟଙ୍କା ଲାଞ୍ଚ ନେବା ଅଭିଯୋଗରେ ସଇଁତଲା ଆର ଆଇ ଙ୍କୁ ଧରିଲା ଭିଜିଲାନ୍ସ ବିଭାଗ    (13-Oct-2026)       ||      *ନବରଙ୍ଗପୁରରେ ନୂତନ ଜିଲ୍ଲାପାଳଙ୍କ ଦାୟିତ୍ୱ ଗ୍ରହଣ*   (13-Oct-2026)       ||      ବଲାଙ୍ଗୀର ତହସିଲର ଅବ୍ୟବସ୍ଥା ନେଇ ବଲାଙ୍ଗୀର ଜିଲ୍ଲା ଓକିଲ ସଂଘ ସଭାପତି ଙ୍କ ପ୍ରତିକ୍ରିୟା: କପି ଟିଏ ପାଇବା ପାଇଁ ଲୋକଙ୍କୁ ମାସ ମାସ ଧରି ଅପେକ୍ଷା କରିବାକୁ ପଡୁଛି    (13-Oct-2026)       ||      ଚନ୍ଦ୍ରଘଣ୍ଟା ବେଶରେ ଦର୍ଶନ ଦେଲେ ମାଁ ଚରଦେଇ   (13-Oct-2026)       ||      ଜିଲ୍ଲା ସମବାୟ ବିଭାଗ, ହସ୍ତତନ୍ତ ଓ ବୟନ ଶିଳ୍ପ ବିଭାଗର ମିଳିତ ଆନୁକୂଲ୍ୟରେ ରଙ୍ଗୋଲି ରାଷ୍ଟ୍ର କାର୍ଯ୍ୟକ୍ରମ ଅନୁଷ୍ଠିତ   (13-Oct-2026)       ||      ବଲାଙ୍ଗୀରରେ ରାଜ୍ୟ ବିଦ୍ୟାଳୟ ସମୂହ କ୍ରୀଡ଼ା ପ୍ରତିଯୋଗିତା   (13-Oct-2026)       ||      ଓମ୍‌ ଭ୍ୟାଲି ଶିକ୍ଷାନୁଷ୍ଠାନରେ ୧୧ତମ ବାଟାଲିୟନ ଦ୍ଵାରା ଏନ୍‌.ସି.ସି.ପ୍ରଶିକ୍ଷଣ ଶିବିରର ଉଦ୍‌ଯାପିତ    (13-Oct-2026)       ||      ପାଟଣେଶ୍ୱରୀ ଦେବୀପୀଠରେ ନବରାତ୍ରପୂଜା   (13-Oct-2026)       ||      ମା’ସୁରେଶ୍ୱରୀଙ୍କ ସମେତ ତିନି ଦେବୀଙ୍କ ଚନ୍ଦ୍ରଘଣ୍ଟା ବେଶ   (13-Oct-2026)       ||      ଚୋରି ଓ ଅପରାଧର ଖିଅ ଖୋଜିବ ସିସିଟିଭି! ଦାରିଙ୍ଗବାଡ଼ିର ସବୁ ହୋଟେଲ, ରିସର୍ଟ ଓ ରେଷ୍ଟୁରାଣ୍ଟରେ କ୍ୟାମେରା ଲାଗିବା ବାଧ୍ୟତାମୂଳକ   (13-Oct-2026)       ||      ପଡାଗଡ଼ ଅଞ୍ଚଳରେ ରାତିରେ ଚାଲିଛି ବେଆଇନ କ୍ରସର, ଖଣି ମାଫିଆ ମାଲାମାଲ   (13-Oct-2026)       ||      ତୁଷୁରାରେ ମହାରାଜା ଅଗ୍ରସେନଜୀଙ୍କ ଜୟନ୍ତୀ ପାଳିତ   (13-Oct-2026)       ||      ମା କୁଶଙ୍ଗାଇ ପୀଠ ନବରାତ୍ରିରେ ଚଳଚଞ୍ଚଳ   (13-Oct-2026)       ||      ଅଲ୍ ଓଡିଶା ଅଙ୍ଗନୱାଡ଼ି ଲେଡିଜ୍ ୱାର୍କରର୍ସ ଆସୋସିଏସନ୍ ପକ୍ଷରୁ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ   (13-Oct-2026)       ||      ଭାରତ ବିକାଶ ପରିଷଦ ଦ୍ଵାରା (ଶିକ୍ଷା ବର୍ଷ ୨୦୨୬) ପାଇଁ ଶ୍ରେଷ୍ଠ ଛାତ୍ର ଓ ଶ୍ରେଷ୍ଠ ଶିକ୍ଷୟିତ୍ରୀ ପୁରସ୍କାରରେ ସମ୍ମାନିତ ହେଲେ ଓମ ଭ୍ୟାଲି ସ୍କୁଲର ଶିକ୍ଷୟତ୍ରୀ ଓ ଛାତ୍ର    (13-Oct-2026)       ||      ଆଗଲପୁର ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ରେ କ୍ଲଷ୍ଟର୍ ସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଧୁମ ଧାମରେ ପାଳିତ   (13-Oct-2026)       ||      ମା ଘଣ୍ଟାସୁନିଙ୍କ ନବମୀ ଯାତ୍ରା ଉପଲକ୍ଷେ ପ୍ରସ୍ତୁତି ବୈଠକ ଅନୁଷ୍ଠିତ    (12-Oct-2026)       ||      *ଆସନ୍ତା କାଲି ଠାରୁ ସୁବର୍ଣ୍ଣପୁର ଠାରେ ହେବ ରାଜ୍ୟ ସ୍ତରୀୟ ୧୪ ବର୍ଷ ରୁ କମ୍ ବାଳକ ଫୁଟବଲ୍ ଚାମ୍ପିଅନସିପ*-   (12-Oct-2026)       ||      ମା’ ସୁରେଶ୍ୱରୀଙ୍କ ସମେତ ତିନି ଦେବୀଙ୍କ ବ୍ରହ୍ମଚାରିଣୀ ବେଶ ଦର୍ଶନ   (12-Oct-2026)       ||     

HOME   ଶି‍କ୍ଷା ଓ ନିଯୁକ୍ତି

ଜିଲ୍ଲାପାଳ ଉପସ୍ଥିତ ରହି ସଭାକୁ କଲେ ସମ୍ବୋଧିତ, କବି ଓ କବିତା କାର୍ଯ୍ୟକ୍ରମରେ ୧୭ କବିଙ୍କ କବିତା ଆବୃତ୍ତି

26-Dec-2025



ବଲାଙ୍ଗୀର (ପ୍ରେରଣା ଖବର): ବୁଧବାର ଅପରାହ୍ଣ ୩ ଟା ଜିଲ୍ଲାପାଳଙ୍କ ସମ୍ମିଳନୀ କକ୍ଷରେ ଶିକ୍ଷାବିତ୍ ସନାତନ ଠାକୁରଙ୍କ ସଭାପତିତ୍ୱରେ ଏକ ସଭା ଅନୁଷ୍ଠିତ ହୋଇଯାଇଛି। ଏହି ସଭାରେ ବଲାଙ୍ଗୀର ଅତିରିକ୍ତ ଜିଲ୍ଲାପାଳ ତଥା ଚତୁରଂଗ ପ୍ରକାଶନ ଉପଦେଷ୍ଟା ମଣ୍ଡଳୀ ଅଧ୍ୟକ୍ଷ ଡକ୍ଟର ବିଜୟାନନ୍ଦ ସେଠୀ ମୁଖ୍ୟ ଅତିଥିରୂପେ ଯୋଗ ଦେଇ କୋଶଳ କଳାମଣ୍ଡଳ, ବଲାଙ୍ଗୀରର ମୁଖପତ୍ର ଚତୁରଙ୍ଗ ୧୩ତମ ସଂଖ୍ୟାର ଉନ୍ମୋଚନ କରିଥିଲେ । ସଭାରେ ଜିଲ୍ଲା ସଂସ୍କୃତି ଅଧିକାରୀ ତଥା ଚତୁରଂଗର ପରିଚାଳନା ସଂପାଦକ  ରଶ୍ମିରଂଜନ ମିଶ୍ର ସ୍ୱାଗତ ଭାଷଣ ପ୍ରଦାନ ପୂର୍ବକ କାର୍ଯ୍ୟକ୍ରମର ଉଦ୍ଦେଶ୍ୟ ଜ୍ଞାପନ କରିଥିଲେ । ଉପଦେଷ୍ଟା ମଣ୍ଡଳୀ ସଦସ୍ୟ ପ୍ରଫେସର ମଧୁସୂଦନ ପତି ଓ ନାଟ୍ୟଭୂଷଣ ଜଗଦାନନ୍ଦ ଛୁରିଆ ବରେଣ୍ୟ ଅତିଥି ରୂପେ ଯୋଗଦେଇ ଆଶୀର୍ବଚନ ପ୍ରଦାନ କରିଥିଲେ । କାର୍ଯ୍ୟକ୍ରମ ଚାଲିଥିବା ବେଳେ ବଲାଙ୍ଗିର ଜିଳ୍ଲାପାଳ ଗୌରବ ଶିବାଜୀ ଇସଲୱାର ଉପସ୍ଥିତ ରହି ସଭାକୁ ସମ୍ବୋଧିତ କରିବା ସହିତ ବଲାଙ୍ଗିରର କଳା, ସାହିତ୍ୟ ଓ ସଂସ୍କୃତିର ବିକାଶ ପାଇଁ ଜିଲ୍ଲା ପ୍ରଶାସନ ବଦ୍ଧପରିକର ବୋଲି ପ୍ରକାଶ କରିଥିଲେ । ସନ୍ଦୀପ କୁମାର କୁଅଁର ସଭା ପରିଚାଳନା  କରିଥିବାବେଳେ କବି ଓ କବିତା କାର୍ଯ୍ୟକ୍ରମକୁ ସଂଯୋଜନା କରିଥିଲେ ସସ୍ମିତା ନେପାକ ଓ ଚୁମକି ଦାଶ । କବି ଓ କବିତା କାର୍ଯ୍ୟକ୍ରମରେ କବି ଭାଗୀରଥି ମିଶ୍ର, ଡ. ପ୍ରହଲ୍ଲାଦ ଶତପଥୀ, ଆନନ୍ଦଚନ୍ଦ୍ର ସାହୁ , ସନ୍ଦୀପ କୁଅଁର, ନବୀନ ବିଶ୍ୱବନ୍ଧୁୁ, ସୁଶାନ୍ତ ବାଗ, ମୃଗେଶ ବୈଷ୍ଣବ ପାଣିଗ୍ରାହୀ, ସୁଜିତ ଶତପଥୀ, ରାଜୀବ ଲୋଚନ ଆଚାର୍ଯ୍ୟ, ମୁକୁଲ ମିଶ୍ର, ବନ୍ଦନା ପଟ୍ଟନାୟକ, ଡାକ୍ତର ଜ୍ୟୋତି ସାହୁ, ପୁସ୍ତମ ଜୁଆଡ଼ି, ଗଣେଶ ବାରିକ, ଝରଣା ସାହୁ  ଓ ରସରାଜ ଅଚ୍ୟୁତ ପୁରୋହିତ ସ୍ୱରଚିତ କବିତା ପାଠ କରିଥିଲେ । ଏହି ଅବସରରେ ଗାଳ୍ପିକା ଅମୂଲ୍ୟମଣି ମିଶ୍ରଙ୍କ ଗଳ୍ପ ପୁସ୍ତକ 'ଅକଥ୍ୟ ପ୍ରଶ୍ନ'  ଲୋକାର୍ପିତ ହୋଇଥିଲା l କାର୍ଯ୍ୟକ୍ରମରେ ଜିଲ୍ଲା ସୂଚନା ଓ ଲୋକ ସଂପର୍କ ଅଧିକାରୀ ତଥା ଚତୁରଂଗ ସଂପାଦନା ମଣ୍ଡଳୀ ସଦସ୍ୟ ଅଧ୍ୟାପକ ଜୟକୁମାର ଆଚାର୍ଯ୍ୟ, ରଘୁନାଥ ବାବୁ, ବୀରେନ୍ଦ୍ର କୁମାର ଝାଙ୍କର, ବିଭୁକଲ୍ୟାଣ ଗଡ଼ତ୍ୟା ଏବଂ ଡ ଭବାନୀ ଶଙ୍କର ପଟେଲ, ଡ. ଅରୁଣ କୁମାର ନାଏକ, ବଳିଷ୍ଠ ପ୍ରଧାନ, ଡ ପ୍ରେମଚାନ୍ଦ ମହାନ୍ତି ପ୍ରମୁଖ  କବି ଓ ସାହିତ୍ୟିକ ଯୋଗ ଦେଇଥିଲେ ।

 

 


News Comment




Photo in News

Advertisment
Lastest News
  ଜିଲ୍ଲା  
ବଲାଙ୍ଗୀରଠାରେ ଅନୁଷ୍ଠିତ ହେଲା ଅଖିଳ ଓଡ଼ିଶା ନ୍ୟାୟିକ କର୍ମଚାରୀ ସଂଘର ରାଜ୍ୟସ୍ତରୀୟ ସାଧାରଣ ପରିଷଦ ବୈଠକ   13-Oct-2026
  ଜିଲ୍ଲା  
୩ ହଜାର ଟଙ୍କା ଲାଞ୍ଚ ନେବା ଅଭିଯୋଗରେ ସଇଁତଲା ଆର ଆଇ ଙ୍କୁ ଧରିଲା ଭିଜିଲାନ୍ସ ବିଭାଗ   13-Oct-2026
  ଜିଲ୍ଲା  
*ନବରଙ୍ଗପୁରରେ ନୂତନ ଜିଲ୍ଲାପାଳଙ୍କ ଦାୟିତ୍ୱ ଗ୍ରହଣ*   13-Oct-2026
  ଜିଲ୍ଲା  
ବଲାଙ୍ଗୀର ତହସିଲର ଅବ୍ୟବସ୍ଥା ନେଇ ବଲାଙ୍ଗୀର ଜିଲ୍ଲା ଓକିଲ ସଂଘ ସଭାପତି ଙ୍କ ପ୍ରତିକ୍ରିୟା: କପି ଟିଏ ପାଇବା ପାଇଁ ଲୋକଙ୍କୁ ମାସ ମାସ ଧରି ଅପେକ୍ଷା କରିବାକୁ ପଡୁଛି   13-Oct-2026
  ଜିଲ୍ଲା  
ଚନ୍ଦ୍ରଘଣ୍ଟା ବେଶରେ ଦର୍ଶନ ଦେଲେ ମାଁ ଚରଦେଇ   13-Oct-2026
  ଜିଲ୍ଲା  
ଜିଲ୍ଲା ସମବାୟ ବିଭାଗ, ହସ୍ତତନ୍ତ ଓ ବୟନ ଶିଳ୍ପ ବିଭାଗର ମିଳିତ ଆନୁକୂଲ୍ୟରେ ରଙ୍ଗୋଲି ରାଷ୍ଟ୍ର କାର୍ଯ୍ୟକ୍ରମ ଅନୁଷ୍ଠିତ   13-Oct-2026
  ଜିଲ୍ଲା  
ବଲାଙ୍ଗୀରରେ ରାଜ୍ୟ ବିଦ୍ୟାଳୟ ସମୂହ କ୍ରୀଡ଼ା ପ୍ରତିଯୋଗିତା   13-Oct-2026
  ଜିଲ୍ଲା  
ଓମ୍‌ ଭ୍ୟାଲି ଶିକ୍ଷାନୁଷ୍ଠାନରେ ୧୧ତମ ବାଟାଲିୟନ ଦ୍ଵାରା ଏନ୍‌.ସି.ସି.ପ୍ରଶିକ୍ଷଣ ଶିବିରର ଉଦ୍‌ଯାପିତ   13-Oct-2026
  ଜିଲ୍ଲା  
ପାଟଣେଶ୍ୱରୀ ଦେବୀପୀଠରେ ନବରାତ୍ରପୂଜା   13-Oct-2026
  ଜିଲ୍ଲା  
ମା’ସୁରେଶ୍ୱରୀଙ୍କ ସମେତ ତିନି ଦେବୀଙ୍କ ଚନ୍ଦ୍ରଘଣ୍ଟା ବେଶ   13-Oct-2026
  ଜିଲ୍ଲା  
ଚୋରି ଓ ଅପରାଧର ଖିଅ ଖୋଜିବ ସିସିଟିଭି! ଦାରିଙ୍ଗବାଡ଼ିର ସବୁ ହୋଟେଲ, ରିସର୍ଟ ଓ ରେଷ୍ଟୁରାଣ୍ଟରେ କ୍ୟାମେରା ଲାଗିବା ବାଧ୍ୟତାମୂଳକ   13-Oct-2026
  ଜିଲ୍ଲା  
ପଡାଗଡ଼ ଅଞ୍ଚଳରେ ରାତିରେ ଚାଲିଛି ବେଆଇନ କ୍ରସର, ଖଣି ମାଫିଆ ମାଲାମାଲ   13-Oct-2026

You Might Also Like

           
  ଶି‍କ୍ଷା ଓ ନିଯୁକ୍ତି  

୯୩% ମାର୍କ ରଖ୍ ସଫଳତା ପାଇଲେ ସନ୍ଦୀପ

           
  ଶି‍କ୍ଷା ଓ ନିଯୁକ୍ତି  

ଆଜିଠାରୁ ହେବ ସକାଳୁଆ ସ୍କୁଲ