-+91-9937148622 |

prerana_bgr@rediffmail.com |

  Saturday 17th October 2026 |

| | | |

R.N.I. Regd No. ODIODI/2010/46693

Breaking News

ବିଶିଷ୍ଟ ସୂଚନା ଅଧିକାର କର୍ମୀ ନୀଳମଣି ଯୋଶୀଙ୍କ ପରଲୋକ   (16-Oct-2026)       ||      ମୌଳିକ ସୁବିଧା ନାହିଁ, ହେଲେ ଫି’ ଆକାଶଛୁଆଁ — ରେଳ ବିଭାଗର ଦୃଷ୍ଟି ଆକର୍ଷଣ କଲେ ବିଭିନ୍ନ ସଂଗଠନ    (16-Oct-2026)       ||      ଜବର ଦଖଲ ଉଚ୍ଛେଦକୁ ଡ଼ରୁଛି ପ୍ରଶାସନ   (16-Oct-2026)       ||      ଖପ୍ରାଖୋଲ ଉପ ଡାକଘର କର୍ମଚାରୀଙ୍କ ଭୋଜନ ସମୟରେ ବିକ୍ଷୋଭ ପ୍ରଦର୍ଶନ    (16-Oct-2026)       ||      ମୁରିବାହାଲ ବ୍ଲକସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ ବିଭିନ୍ନ ପ୍ରତିଯୋଗିତାରେ କୃତିତ୍ୱ ହାସଲ କରିଥିବା ଛାତ୍ରଛାତ୍ରୀ ଜିଲ୍ଲାସ୍ତରୀୟ ସୁରଭି ପାଇଁ ମନୋନୀତ   (16-Oct-2026)       ||      ୟନେକ୍ସ ସନ୍‌ରାଇଜ ଓସବା ମିନି (୧୧ବର୍ଷରୁ କମ) ସବ୍ ଜୁନିୟର(୧୩ ବର୍ଷରୁ କମ ) ଚମ୍ପିୟାନସିପ୍ ହେଲା ଉଦଘାଟନ... * ଯୋଗଦେଲେ ସାରା ରାଜ୍ୟରୁ ୧୨୩ ଜଣ ବାଳକ ଓ ବାଳିକା ଖେଳାଳୀ   (16-Oct-2026)       ||      ବିଶ୍ୱ ହାତ ଧୋଇବା ଦିବସ ପାଳନ    (16-Oct-2026)       ||      ବଲାଙ୍ଗୀର ପୋଲିସର ତଦନ୍ତକୁ ନେଇ ପ୍ରଶ୍ନବାଚୀ ? ଗୀତାଞ୍ଜଳି ମର୍ଡରକେସ୍: ଗୁଣ୍ଡାସାହୁ ଅପହରଣ ମାମଲା  ଫରେଷ୍ଟର ଆତ୍ମହତ୍ୟାର ଉଦ୍ଦେଶ୍ୟ ଓ ଅନ୍ୟାନ୍ୟ    (16-Oct-2026)       ||      ତୁଳାଗାଁ କ୍ଲଷ୍ଟର ସ୍ତରୀୟ ସୁରଭି ୨୦୨୬ ଅନୁଷ୍ଠିତ   (16-Oct-2026)       ||      ରୋଗୀ ଓ ଅସହାୟ ମାନଙ୍କୁ ସେବା ଯୋଗାଇବା ନିମନ୍ତେ ତିନୋଟି ବ୍ୟାଟେରୀ ଚାଳିତ ଗାଡ଼ି ଲୋକାର୍ପିତ    (16-Oct-2026)       ||      *ଡାବୁଗାଁ ଜଗନ୍ନାଥ ମନ୍ଦିରରେ ଚୋରି, ପୁଲିସର ତଦନ୍ତ ଆରମ୍ଭ, ତଦନ୍ତ ପାଇଁ ଆସିବେ ସାଇଣ୍ଟିଫିକ ଟିମ୍ ଏବଂ ସନ୍ଧାନୀ କୁକୁର*   (16-Oct-2026)       ||      ବରପାଲି ମହାବିଦ୍ୟାଳୟରେ ବିସିଜେଡିର ବାଜିମାତ, ସଭାପତି ହେଲେ ରୋଶନ ମେହେର   (16-Oct-2026)       ||      କଣ୍ଟାମାଳ କଲେଜ ଛାତ୍ର ସଂସଦ ନିର୍ବାଚନରେ ବାଜିମାରିନେଲା ଏବିଭିପି♦️ ୧୦ ରୁ ୧୦ଆସନ ପୋଛିନେଲା ଏବିଭିପି    (16-Oct-2026)       ||      ଜେଲ୍ ଗଲେ ପୂର୍ବତନ କାଉନସିଲର ♦️ଗୁଣ୍ଡାଗର୍ଦ୍ଦି ପଡ଼ିଲା ମହଙ୍ଗା   (16-Oct-2026)       ||      କାଉଡୋଲା କ୍ଳଷ୍ଟର ପକ୍ଷରୁ ଶିଶୁ ମହୋତ୍ସବ ସୁରଭି ମେଳା କାର୍ଯ୍ୟକ୍ରମ ଅନୁଷ୍ଠିତ   (15-Oct-2026)       ||      *ଡାବୁଗାଁ ବ୍ଲକରେ ସେବା ସେତୁ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ*   (15-Oct-2026)       ||      ବଲାଙ୍ଗୀର ସରକାରୀ ମହିଳା ମହାବିଦ୍ୟାଳୟ ଛାତ୍ରୀ ସଂସଦର ନିର୍ବାଚନ: ସଭାନେତ୍ରୀ ହେଲେ ଶ୍ରୁତିଶ୍ରୀ ପ୍ରଧାନ, ସମ୍ପାଦିକା ହେଲେ ରୋଜାଲି ମହାକୁଡ଼    (15-Oct-2026)       ||      ବିନିକା ସିଦ୍ଧାର୍ଥ ଡିଗ୍ରୀ କଲେଜ ଛାତ୍ର ସଂସଦ ନିର୍ବାଚନ (ଆୟୁଷ୍ମାନ ସଭାପତି,ବାବୁଲୁ ସାଧାରଣ ସମ୍ପାଦକ)   (15-Oct-2026)       ||      ମାୟାବର୍ହା କ୍ଲଷ୍ଟର ସୁରଭି ସାହାଜବାହାଲ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଅନୁଷ୍ଠିତ   (15-Oct-2026)       ||      ରେକଡୋଲରେ ଟେରାକୋଟା ପ୍ରଶିକ୍ଷଣ ଶିବିର ଉଦ୍‌ଘାଟିତ ୧୫ ମହିଳାଙ୍କୁ ମିଳିବ ୬ ମାସିଆ ମାଗଣା ପ୍ରଶିକ୍ଷଣ   (15-Oct-2026)       ||     

HOME   ଜିଲ୍ଲା

ଶ୍ରୀରାମ ମନ୍ଦିର , ବାନ୍ଧନଘୋରରେ ପୁଷ୍ୟାଭିଷେକ ଉତ୍ସବ

04-Jan-2026



ବଲାଙ୍ଗୀର(ପ୍ରେରଣା ଖବର): ବଲାଙ୍ଗିର ସଦର ବ୍ଲକ ଅର୍ନ୍ତଗତ ବାନ୍ଧନଘୋର ଗ୍ରାମ ଠାରେ ଥିବା ଶ୍ରୀରାମ ମନ୍ଦିରରେ ପୌଷ ପୂର୍ଣ୍ଣିମା ଅବସରରେ ସପ୍ତମ ପୁଷ୍ୟାଭିଷେକ ଉତ୍ସବ ମହା ସମାରୋହରେ ଅନୁଷ୍ଠିତ ହୋଇଯାଇଛି। ଶ୍ରୀରାମ ମନ୍ଦିର ପରିଚାଳନା କମିଟି ଟ୍ରଷ୍ଟ ଓ ଓଡିଶା ସରକାରଙ୍କର ଓଡିଆ ଭାଷା,ସାହିତ୍ୟ ଓ ସଂସ୍କୃତି ବିଭାଗର ସହଯୋଗରେ ଅନୁଷ୍ଠିତ ଏହି ଉତ୍ସବରେ ସହସ୍ରାଧିକ ଭକ୍ତଙ୍କର ସମାବେଶ ହୋଇଥିଲା । ପୂର୍ବାହ୍ନରେ ନନ୍ଦି ଗ୍ରାମ ଠାରେ ଶ୍ରୀରାମ ଭରତ ମିଳନ ହୋଇ ଥିଲା। ପ୍ରତିବର୍ଷ ପରି ଏ ବର୍ଷ ମଧ୍ୟ ସୁବଳ ଚନ୍ଦ୍ର ଗୁରହାଣ୍ଡି ଭରତ ଭୂମିକା ଗ୍ରହଣ କରିଥିଲେ। ପରେ ପ୍ରଭୁ ଶ୍ରୀରାମ, ମାତା ସୀତା ଓ ବୀର ଲକ୍ଷ୍ମଣ ସୁସଜ୍ଜିତ ରଥରେ ନଗର ପରିକ୍ରମା କରିଥିଲେ। ଗ୍ରାମରେ ପ୍ରତ୍ୟେକ ଘର ଦୁଆରେ ଝୋଟି,ଚିତା କାଟି ପୂଜା କରିବା ସହିତ ପ୍ରଭୁଙ୍କର ଦର୍ଶନ କରିଥିଲେ। ପରିକ୍ରମାରେ ଶ୍ରୀରାମ ମନ୍ଦିର ମହିଳା ସଂକୀର୍ତନ ଦଳ, ଭଗବତ ମଣ୍ଡଳୀ ଓ ହରିପାଲି ସଂକୀର୍ତନ ଦଳ ଭାଗ ନେଇଥିଲେ। ଏହା ସହିତ ମାଗୁରବେଡା ସମ୍ପ୍ରଦା ଦଳ, ନୂଆପଡା ମାନ୍ଦଲ ଦଳ ଓ ଜଗତସିଂହପୁରର ଘୋଡାନାଚ ଦଳ, କଅଗାଁର ବୀଣାକାର ଦଳ ମଧ୍ୟ ସାମିଲ ହୋଇଥିଲେ । ବୀର ସାହୁ -ପର୍ଶୁରାମ, ସନ୍ତୋଷ ବାଗ-ହନୁମାନ ହୋଇ ନିଜର କଳା ପ୍ରଦର୍ଶନ କରିଥିଲେ। ରଥରେ ସାରଥୀ ହୋଇଥିଲେ ମାଗୁରବେଡାର ହାଡୁ ବିଶି। ଶ୍ରୀରାମ କଲଚରାଲ ଗ୍ରୁପର ସଭାପତି ମନ୍ମୟ ତ୍ରିପାଠୀ ଏହାକୁ ପରିଚାଳନା କରିଥିଲେ। 

ନଗର ପରିକ୍ରମା ଶେଷରେ ଶ୍ରୀରାମ ମନ୍ଦିର ଠାରେ ପୁଷ୍ୟାଭିଷେକ ହୋମ କରିଥିଲେ ମନ୍ଦିର ପୂଜକ ହିମାଂଶୁ ମିଶ୍ର । କର୍ତ୍ତା ହୋଇଥିଲେ ସପତ୍ନୀକ ଶ୍ରୀ ଅଚ୍ୟୁତାନନ୍ଦ ମିଶ୍ର । ପରେ ପରେ ପ୍ରସାଦ ସେବନ କରାଯାଇଥିଲା । ଅପରାହ୍ନରେ ଭକ୍ତ ସମାବେଶ ଅନୁଷ୍ଠିତ ହୋଇଥିଲା । ଏହି ଅବସରରେ ଧର୍ମପ୍ରାଣ ବ୍ୟକ୍ତିତ୍ୱ ତରୁଣ କୁମାର ପରିଛାଙ୍କୁ ସମ୍ବର୍ଦ୍ଧିତ କରାଯାଇଥିଲା। ଅନ୍ୟମାନଙ୍କ ମଧ୍ୟରେ ଅଧ୍ୟାପକ ସନ୍ଦୀପ କୁଅଁର, ରିଷିକେଶରୁ ଆସିଥିବା ବାବା ଏସ.ଏସ. ଗିରି ମଧ୍ୟ ଉପସ୍ଥିତ ଥିଲେ। ସମସ୍ତ କାର୍ଯ୍ୟକ୍ରମ ଟ୍ରଷ୍ଟର ଚେୟାରମେନ ମଳୟ ଆନନ୍ଦ କୁମାର ତ୍ରିପାଠୀଙ୍କ ତତ୍ୱାବଧାନରେ ଅନୁଷ୍ଠିତ ହୋଇଥିଲା। ପରିଚାଳନାରେ ସହଯୋଗ କରିଥିଲେ ଚିଙ୍କୁ ପ୍ରଧାନ, ସତ୍ୟନାରାୟଣ ଗହିର, ଗଣ୍ଡାରାମ ଗହିର, ଶ୍ରୀମୟ ତ୍ରିପାଠୀ ଓ ସର୍ବଜିତ ତ୍ରିପାଠୀ। ପ୍ରକାଶ ଥାଉକି ଶ୍ରୀରାମ ମନ୍ଦିର ପ୍ରତିଷ୍ଠା ହେବା ଦିନ ଠାରୁ ପୌଷ ପୂର୍ଣ୍ଣିମା ଦିନ ଗ୍ରାମବାସୀମାନେ ଆମିଷ ବର୍ଜନ ପୂର୍ବକ ଏହି ସାମିଲ ହୋଇ ଅଂଚଳରେ ଉଦାହରଣ ସୃଷ୍ଟି କରିଛନ୍ତି ।


News Comment




Photo in News

Advertisment
Lastest News
  ଜିଲ୍ଲା  
ବିଶିଷ୍ଟ ସୂଚନା ଅଧିକାର କର୍ମୀ ନୀଳମଣି ଯୋଶୀଙ୍କ ପରଲୋକ   16-Oct-2026
  ଜିଲ୍ଲା  
ମୌଳିକ ସୁବିଧା ନାହିଁ, ହେଲେ ଫି’ ଆକାଶଛୁଆଁ — ରେଳ ବିଭାଗର ଦୃଷ୍ଟି ଆକର୍ଷଣ କଲେ ବିଭିନ୍ନ ସଂଗଠନ   16-Oct-2026
  ଜିଲ୍ଲା  
ଜବର ଦଖଲ ଉଚ୍ଛେଦକୁ ଡ଼ରୁଛି ପ୍ରଶାସନ   16-Oct-2026
  ଜିଲ୍ଲା  
ଖପ୍ରାଖୋଲ ଉପ ଡାକଘର କର୍ମଚାରୀଙ୍କ ଭୋଜନ ସମୟରେ ବିକ୍ଷୋଭ ପ୍ରଦର୍ଶନ   16-Oct-2026
  ଜିଲ୍ଲା  
ମୁରିବାହାଲ ବ୍ଲକସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ ବିଭିନ୍ନ ପ୍ରତିଯୋଗିତାରେ କୃତିତ୍ୱ ହାସଲ କରିଥିବା ଛାତ୍ରଛାତ୍ରୀ ଜିଲ୍ଲାସ୍ତରୀୟ ସୁରଭି ପାଇଁ ମନୋନୀତ   16-Oct-2026
  ଜିଲ୍ଲା  
ୟନେକ୍ସ ସନ୍‌ରାଇଜ ଓସବା ମିନି (୧୧ବର୍ଷରୁ କମ) ସବ୍ ଜୁନିୟର(୧୩ ବର୍ଷରୁ କମ ) ଚମ୍ପିୟାନସିପ୍ ହେଲା ଉଦଘାଟନ... * ଯୋଗଦେଲେ ସାରା ରାଜ୍ୟରୁ ୧୨୩ ଜଣ ବାଳକ ଓ ବାଳିକା ଖେଳାଳୀ   16-Oct-2026
  ଜିଲ୍ଲା  
ବିଶ୍ୱ ହାତ ଧୋଇବା ଦିବସ ପାଳନ   16-Oct-2026
  ଜିଲ୍ଲା  
ବଲାଙ୍ଗୀର ପୋଲିସର ତଦନ୍ତକୁ ନେଇ ପ୍ରଶ୍ନବାଚୀ ? ଗୀତାଞ୍ଜଳି ମର୍ଡରକେସ୍: ଗୁଣ୍ଡାସାହୁ ଅପହରଣ ମାମଲା  ଫରେଷ୍ଟର ଆତ୍ମହତ୍ୟାର ଉଦ୍ଦେଶ୍ୟ ଓ ଅନ୍ୟାନ୍ୟ   16-Oct-2026
  ଜିଲ୍ଲା  
ତୁଳାଗାଁ କ୍ଲଷ୍ଟର ସ୍ତରୀୟ ସୁରଭି ୨୦୨୬ ଅନୁଷ୍ଠିତ   16-Oct-2026
  ଜିଲ୍ଲା  
ରୋଗୀ ଓ ଅସହାୟ ମାନଙ୍କୁ ସେବା ଯୋଗାଇବା ନିମନ୍ତେ ତିନୋଟି ବ୍ୟାଟେରୀ ଚାଳିତ ଗାଡ଼ି ଲୋକାର୍ପିତ   16-Oct-2026
  ଜିଲ୍ଲା  
*ଡାବୁଗାଁ ଜଗନ୍ନାଥ ମନ୍ଦିରରେ ଚୋରି, ପୁଲିସର ତଦନ୍ତ ଆରମ୍ଭ, ତଦନ୍ତ ପାଇଁ ଆସିବେ ସାଇଣ୍ଟିଫିକ ଟିମ୍ ଏବଂ ସନ୍ଧାନୀ କୁକୁର*   16-Oct-2026
  ଜିଲ୍ଲା  
ବରପାଲି ମହାବିଦ୍ୟାଳୟରେ ବିସିଜେଡିର ବାଜିମାତ, ସଭାପତି ହେଲେ ରୋଶନ ମେହେର   16-Oct-2026

You Might Also Like