-+91-9937148622 |

prerana_bgr@rediffmail.com |

  Monday 26th October 2026 |

| | | |

R.N.I. Regd No. ODIODI/2010/46693

Breaking News

ସମାଜ ପାଠକ ମଂଚ’ର ବୈଠକ ଅନୁଷ୍ଠିତ   (26-Oct-2026)       ||      ଭୁବନେଶ୍ୱର ମହାନଗର ନିଗମ ୱାର୍ଡ ନମ୍ବର ୨୬ରେ ଓଜେସିର ବିଶାଳ କର୍ମକର୍ତ୍ତା ସମ୍ମିଳନୀ    (25-Oct-2026)       ||      ମୃଦୁରେଖା ଡ୍ୟାନ୍ସ ଏକାଡେମୀ’ ପକ୍ଷରୁ ସାଂସ୍କୃତିକ ମହୋତ୍ସବ ‘ମୃଦମ୍-୨୦୨୬’ ଆୟୋଜିତ   (25-Oct-2026)       ||      ସଦାଇପାଲିରେ ଆରମ୍ଭ ହେଲା ୩୦ତମ ବର୍ଷ ଗଜଲକ୍ଷ୍ମୀ ପୂଜା କଳସ ଯାତ୍ରାରେ ସାମିଲ ହେଲେ ଶତାଧିକ ମହିଳା ଓ ବ୍ରତଧାରୀ   (25-Oct-2026)       ||      ଜାତୀୟ ଲନ୍‌ବଲ୍‌: ସେମିଫାଇନାଲ୍‌ରେ ଶୁଭ୍ରାଂଶୁ, ରାଜେଶ୍ବର   (25-Oct-2026)       ||      ରାଜବୈଦ୍ୟ ଚିନ୍ତାମଣି ବେହେରା ସ୍ମୃତି ପରିଷଦ, ବଲାଙ୍ଗିରର ପଞ୍ଚମ ବାର୍ଷିକ ଉତ୍ସବ ଅନୁଷ୍ଠିତ   (25-Oct-2026)       ||      ମେରାହୁନର “ପକ୍ଷରୁ ଆର୍ଟ ଏଣ୍ଡ କ୍ରାଫ୍ଟ” ଓ ସଂପୂର୍ଣ୍ଣା ପକ୍ଷରୁ ମେହେନ୍ଦି ପ୍ରତିଯୋଗିତା   (25-Oct-2026)       ||      ରାଜବୈଦ୍ୟ ଚିନ୍ତାମଣି ବେହେରା ସ୍ମୃତି ପରିଷଦ, ବଲାଙ୍ଗିରର ପଞ୍ଚମ ବାର୍ଷିକ ଉତ୍ସବ ଅନୁଷ୍ଠିତ   (25-Oct-2026)       ||      ଘରୋଇ ବସରୁ ୩. ୭୭୫ କେଜି ଗଞ୍ଜେଇ ଜବତ,ଦୁଇ ଅଭିଯୁକ୍ତ ଗିରଫ   (25-Oct-2026)       ||      ଗୋପାଳଜୀ ଉଚ୍ଚ ବିଦ୍ୟାଳୟରେ ବନ୍ଧୁ ମିଳନ ଓ ଗୁରୁପୂଜନ ଉତ୍ସବ ପାଳନ   (25-Oct-2026)       ||      ସାମ୍ବାଦିକ ଙ୍କ ପିତୃ ବିୟୋଗ   (25-Oct-2026)       ||      ପଶ୍ଚିମବଙ୍ଗକୁ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ : ପୋଲିସ ଜାଲରେ ଆନ୍ତଃରାଜ୍ୟ ମହିଳା ଚାଲାଣକାରୀ ସହ ଗଞ୍ଜେଇ ଜବତ   (25-Oct-2026)       ||      ଭରତ ଜାତିସଂଘ ପାଣ୍ଠି ଗ୍ଲୋବାଲ୍ ସାଉଥ୍ ସହିତ ଭାରତର ବ୍ୟାପକ ଭାଗିଦାରୀ ର ଏକ ଅଂଶ: ସଂଗୀତା ସିଂଦେଓ    (25-Oct-2026)       ||      ଲୋଇସିଂହା ଓ ଆଗଲପୁର ଗୋଣ୍ଡୱାନା ଗୋଣ୍ଡ ସମାଜ ର ବ୍ଲକ ସ୍ତରୀୟ ନୂଆଁଖାଇ ଭେଟଘାଟ୍   (24-Oct-2026)       ||      ଟାସ୍କଫୋର୍ସ ଅଧ୍ୟକ୍ଷ ଉପମୁଖ୍ୟମନ୍ତ୍ରୀଙ୍କ ଜିଲ୍ଲାରେ ଅନ୍ୟରାଜ୍ୟର ଦାଦନମାଫିଆ ସେଠ୍ ମାନଙ୍କର ଅବାଧ ବିଚରଣ♦️କୋଟିପତି ସର୍ଦ୍ଦାରଙ୍କ ଅନ୍ୟାୟୋପାର୍ଜିତ ସମ୍ପତ୍ତିର ଇଡି ତଦନ୍ତ ହେଉ  !     (24-Oct-2026)       ||      ଚିନାଜୁରୀ ଠାରେ ନୂତନ ପେକ୍ସ ଗଠନ ପାଇଁ ପ୍ରସ୍ତୁତି ବୈଠକ   (24-Oct-2026)       ||      ବିଶ୍ୱ ପୋଲିଓ ଦିବସ ଅବସରରେ ରୋଟାରୀ ଜିଲ୍ଲା ୩୨୬୨ ପକ୍ଷରୁ ବିଶାଳ ମାରାଥନ୍ ଆୟୋଜିତ   (24-Oct-2026)       ||      ସ୍ୱାସ୍ଥ୍ୟସେବା ଓ ଆୟୁଷ୍ମାନ ବାୟୋ ବନ୍ଦନା କାର୍ଡ ରେଜିଷ୍ଟ୍ରେସନ ଶିବିର    (24-Oct-2026)       ||      ବରଗଡ଼ରେ ୨୪ଟି ଦିବ୍ୟ ରୂପରେ ମହାପ୍ରଭୁଙ୍କ ଦର୍ଶନ, ଉଦଯାପିତ ହେଲା ୨୪ ଦିବ୍ୟ ବେଶ ସମ୍ଭାର   (24-Oct-2026)       ||      ଶୁଭ୍ରାଂଶୁ, ରୋଶନୀ, ସୀମାଙ୍କ କ୍ରମାଗତ ବିଜୟ ଜାତୀୟ ଲନ୍‌ବଲ୍‌ ଦ୍ବିତୀୟ ଦିନ   (24-Oct-2026)       ||     

HOME   ଜିଲ୍ଲା

ମହିମା ସୁବର୍ଣ୍ଣପୁର ଲୋକ ମହୋତ୍ସବ ୨୦୨୬ ର ତୃତୀୟ ସନ୍ଧ୍ୟାରେ ପ୍ରବଳ ଭିଡ଼*- *ବଙ୍ଗୀୟ ସନାତନି ଅନୁଷ୍ଠାନ ପଶ୍ଚିମ ବଙ୍ଗ କଳାକାର ଙ୍କ ସଂଗୀତ ରେ ଝୂମିଲେ ଦର୍ଶକ*-

10-Jan-2026



ସୁବର୍ଣ୍ଣପୁର (ମନୋରଞ୍ଜନ ତ୍ରିପାଠୀ)  ସୁବର୍ଣ୍ଣପୁର ଜିଲ୍ଲାର କଳା, ସଂସ୍କୃତି, ଐତିହ ଓ ବିକାଶ ଧାରାର ବାର୍ତ୍ତାଵହ ୩୨ ତମ "ମହିମା" ସୁବର୍ଣ୍ଣପୁର ଲୋକ ମହୋତ୍ସବ ୨୦୨୬ ଓ ରାଜ୍ୟ ସ୍ତରୀୟ ପଲ୍ଲୀଶ୍ରୀ ମେଳାର ତୃତୀୟ ସନ୍ଧ୍ୟାରେ ପ୍ରବଳ ଜନ ସମାଗମ ଦେଖିବାକୁ ମିଳିଥିଲା । ସନ୍ଧ୍ୟା ବେଳେ ପ୍ରଥମେ ପଶ୍ଚିମ ଓଡ଼ିଶାର କଳାକାର ମାନେ ସଙ୍ଗୀତ ପରିବେଷଣ କରି ଦର୍ଶକଙ୍କ ମନ ମୋହିଥିଲେ । ଏହି ଅବସରରେ ଅନୁଷ୍ଠିତ ସାଂସ୍କୃତିକ ସଭା ଜିଲ୍ଲାପାଳ ଡ଼. ନୃପରାଜ ସାହୁଙ୍କ ସଭାପତିତ୍ବରେ ଅନୁଷ୍ଠିତ ହୋଇଥିଲା ବେଳେ ଡ଼. ସାହୁ ସମସ୍ତ ଅତିଥି ମାନଙ୍କ ସହିତ ଉପସ୍ଥିତ ଦର୍ଶକ ମାନଙ୍କୁ ଶୁଭେଚ୍ଛା ବାର୍ତ୍ତା ପ୍ରଦାନ କରି ଉତ୍ସବକୁ ଶାନ୍ତି ଶୃଙ୍ଖଳାରେ ଉପଭୋଗ କରିବା ସହ କିଣାବିକା କରି ବିଭିନ୍ନ ପାରମ୍ପାରିକ ଖାଦ୍ୟର ଭରପୂର ମଜା ନେବା ପାଇଁ ଅନୁରୋଧ କରିଥିଲେ । ଏହି ସାଂସ୍କୃତିକ ସଭାରେ ମୂଖ୍ୟ ଅତିଥି ପ୍ରଫେସର ଡ. ବିଧୁଭୂଷଣ ମିଶ୍ର, କୁଳପତି ସମ୍ବଲପୁର ବିଶ୍ୱବିଦ୍ୟାଳୟ (ଜ୍ୟୋତି ବିହାର) ସମ୍ମାନିତ ଅତିଥି ଭାବରେ ଆରକ୍ଷୀ ଅଧିକ୍ଷକ ଶ୍ରୀ ନାରାୟଣ ନାୟକ, ପ୍ରଫେସର ଡ. ରଘୁନାଥ ମେହେର ଅବସର ପ୍ରାପ୍ତ ପ୍ରାଧ୍ୟାପକ ସମ୍ବଲପୁର, ସୁଶାନ୍ତ କୁମାର ଦାଶ କୁଳପତି ଗଙ୍ଗାଧର ମେହେର ବିଶ୍ଵବିଦ୍ୟାଳୟ, ପ୍ରଫେସର ଡ.ଗୋପିନାଥ ବାଗ, ଓଡ଼ିଆ ବିଭାଗ ବିଶ୍ବବିଦ୍ୟାଳୟ ସମ୍ବଲପୁର ଯୋଗଦାନ କରି ଲୋକ ମହୋତ୍ସବର ସାମଗ୍ରିକ ସାଜସଜ୍ଜା ବହୁତ୍ ଉଚ୍ଚ କୋଟୀର ହୋଇଥିବାରୁ ଜିଲ୍ଲାପାଳ ଙ୍କୁ ପ୍ରଶଂସା କରିଥିଲେ ।

ସୁବର୍ଣ୍ଣପୁର ମଣିଷ ର ମାଟି, ମନର ମାଟି ଓ ମହାନଦୀ ର ମାଟି ବୋଲି ମତ ରଖି ଆପଣ ଙ୍କ ଜିଲ୍ଲାପାଳ ଜଣେ ସୁନାର ଭଲ ମଣିଷ ବୋଲି ଖୁବ୍ ପ୍ରଶଂସା କରିଥିଲେ । ଶିଳ୍ପ ଓ କଳା ସଂସ୍କୃତି ସହ ଏଠାକାର ପଲ୍ଲୀଶ୍ରୀ ମେଳା ଯୋଡ଼ି ହୋଇଛି ବୋଲି କହିଥିଲେ । ଏହି ଅବସରରେ ଜିଲ୍ଲାପାଳ  ଜନସାଧାରଣ ଆସି ଭରପୁର ମଜା ନେବା ପାଇଁ ଅନୁରୋଧ କରିଥିଲେ । ବିନିକା ସେଣ୍ଟ ଭେଲୀ ସ୍କୁଲ ର ଛାତ୍ରୀ ଙ୍କ ଦ୍ଵାରା ସ୍ବାଗତ ସଙ୍ଗୀତ ପରିବେଷଣ କରାଯାଇଥିବା ବେଳେ ଭୀମ ଭୋଇ କଳାକାର ଙ୍କ ଦ୍ଵାରା ସମାପନ ସଙ୍ଗୀତ ଗାନ କରାଯାଇଥିଲା । ସଭା ଶେଷରେ ବୀରମହାରାଜପୁର  ଉପଜିଲ୍ଲାପାଳ ସୁରେନ୍ଦ୍ର ମେହେର ଧନ୍ୟବାଦ୍ ଅର୍ପଣ କରିଥିଲେ । ବିଭିନ୍ନ ସ୍ଥାନରୁ ଆସିଥିବା ସାଂସ୍କୃତିକ ଦଳ ଯଥା ବ୍ଲକ କଳା ପରିଷଦ ସଂଘ ସୋନପୁର, ମହଦା ଦଣ୍ଡନୃତ୍ୟ ଦଳ ବିନିକା, ଓଡିଶୀ ଭୁବନେଶ୍ୱର, ପଏଁରୀ ସୋନପୁର, ବଙ୍ଗୀୟ ସନାତନୀ ସଂସ୍କୃତି ସଂଘ ପଶ୍ଚିମବଙ୍ଗ,ବିହୁ ନୃତ୍ୟ ଆସାମ, ସୟମ ପଡିଆବାହାଲ, ବରଗଡ଼, ନୂତନ କଳା ପରିଷଦ ଫୁଲବାଣୀ, ଝୁମର ହରିୟଣା , ରୂପଶ୍ରୀ କଳା ପରିଷଦ ତରଭା, ପାଇକ ଆଖଡ଼ା ଖୋର୍ଦ୍ଧା, ଢାପ ପାଟଣାଗଡ଼ଙ୍କ ଗୀତ ନାଚ କୁ ବିଳମ୍ବିତ ରାତି ଯାଏ ଅଗଣିତ ଦର୍ଶକ ଉପଭୋଗ କରିଥିଲେ । ଫୁଡ୍ କୋର୍ଟ ଓ ପଲ୍ଲୀଶ୍ରୀ ମେଳାର ବିଭିନ୍ନ ଷ୍ଟଲରେ ଲୋକଙ୍କ ପ୍ରବଳ ଜନ ସମାଗମ ଦେଖିବାକୁ ମିଳିଥିଲା ।


News Comment




Photo in News

Advertisment
Lastest News
  ଜିଲ୍ଲା  
ସମାଜ ପାଠକ ମଂଚ’ର ବୈଠକ ଅନୁଷ୍ଠିତ   26-Oct-2026
  ଜିଲ୍ଲା  
ଭୁବନେଶ୍ୱର ମହାନଗର ନିଗମ ୱାର୍ଡ ନମ୍ବର ୨୬ରେ ଓଜେସିର ବିଶାଳ କର୍ମକର୍ତ୍ତା ସମ୍ମିଳନୀ   25-Oct-2026
  ଜିଲ୍ଲା  
ମୃଦୁରେଖା ଡ୍ୟାନ୍ସ ଏକାଡେମୀ’ ପକ୍ଷରୁ ସାଂସ୍କୃତିକ ମହୋତ୍ସବ ‘ମୃଦମ୍-୨୦୨୬’ ଆୟୋଜିତ   25-Oct-2026
  ଜିଲ୍ଲା  
ସଦାଇପାଲିରେ ଆରମ୍ଭ ହେଲା ୩୦ତମ ବର୍ଷ ଗଜଲକ୍ଷ୍ମୀ ପୂଜା କଳସ ଯାତ୍ରାରେ ସାମିଲ ହେଲେ ଶତାଧିକ ମହିଳା ଓ ବ୍ରତଧାରୀ   25-Oct-2026
  ଖେଳ  
ଜାତୀୟ ଲନ୍‌ବଲ୍‌: ସେମିଫାଇନାଲ୍‌ରେ ଶୁଭ୍ରାଂଶୁ, ରାଜେଶ୍ବର   25-Oct-2026
  ଜିଲ୍ଲା  
ରାଜବୈଦ୍ୟ ଚିନ୍ତାମଣି ବେହେରା ସ୍ମୃତି ପରିଷଦ, ବଲାଙ୍ଗିରର ପଞ୍ଚମ ବାର୍ଷିକ ଉତ୍ସବ ଅନୁଷ୍ଠିତ   25-Oct-2026
  ଜିଲ୍ଲା  
ମେରାହୁନର “ପକ୍ଷରୁ ଆର୍ଟ ଏଣ୍ଡ କ୍ରାଫ୍ଟ” ଓ ସଂପୂର୍ଣ୍ଣା ପକ୍ଷରୁ ମେହେନ୍ଦି ପ୍ରତିଯୋଗିତା   25-Oct-2026
  ଜିଲ୍ଲା  
ରାଜବୈଦ୍ୟ ଚିନ୍ତାମଣି ବେହେରା ସ୍ମୃତି ପରିଷଦ, ବଲାଙ୍ଗିରର ପଞ୍ଚମ ବାର୍ଷିକ ଉତ୍ସବ ଅନୁଷ୍ଠିତ   25-Oct-2026
  ଜିଲ୍ଲା  
ଘରୋଇ ବସରୁ ୩. ୭୭୫ କେଜି ଗଞ୍ଜେଇ ଜବତ,ଦୁଇ ଅଭିଯୁକ୍ତ ଗିରଫ   25-Oct-2026
  ଜିଲ୍ଲା  
ଗୋପାଳଜୀ ଉଚ୍ଚ ବିଦ୍ୟାଳୟରେ ବନ୍ଧୁ ମିଳନ ଓ ଗୁରୁପୂଜନ ଉତ୍ସବ ପାଳନ   25-Oct-2026
  ଜିଲ୍ଲା  
ସାମ୍ବାଦିକ ଙ୍କ ପିତୃ ବିୟୋଗ   25-Oct-2026
  ଜିଲ୍ଲା  
ପଶ୍ଚିମବଙ୍ଗକୁ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ : ପୋଲିସ ଜାଲରେ ଆନ୍ତଃରାଜ୍ୟ ମହିଳା ଚାଲାଣକାରୀ ସହ ଗଞ୍ଜେଇ ଜବତ   25-Oct-2026

You Might Also Like