-+91-9937148622 |

prerana_bgr@rediffmail.com |

  Thursday 22nd October 2026 |

| | | |

R.N.I. Regd No. ODIODI/2010/46693

Breaking News

ମହାଦେବପାଳି ଦୁର୍ଗାପୂଜା,ରାବଣ ବଧ ସହ ରାବଣରାଜ ଉଦଯାପିତ   (21-Oct-2026)       ||      ମା’ ସୁରେଶ୍ୱରୀଙ୍କ ମହାଲକ୍ଷ୍ମୀ ବେଶ   (21-Oct-2026)       ||      ସମଲେଇପୂଜା ଅବସରରେ ଯାଦବ ସମାଜର ବନ୍ଧୁ ମିଳନ   (21-Oct-2026)       ||      କଣ୍ଟାମାଳରେ ଜମୁଛି ଶାରଦୀୟ ଦୁର୍ଗାପୂଜାର ଆସର♦️ ଆକର୍ଷଣୀୟ ତୋରଣ ଓ ରଙ୍ଗିନ ଆଲୋକମାଳାରେ ଝଲସୁଛି ଅଞ୍ଚଳ   (21-Oct-2026)       ||      *ଡାବୁଗାଁ ଦୁର୍ଗାପୂଜାରେ ଶତାଧିକ ଭକ୍ତଙ୍କ ସମାଗମରେ ସମ୍ପନ୍ନ ହେଲା ପୂର୍ଣ୍ଣାହୁତି*   (21-Oct-2026)       ||      *ଜିଲ୍ଲା ପୋଲିସ ପକ୍ଷରୁ ୬୬ ତମ ଶହୀଦ ସ୍ମୃତି ଦିବସ ପାଳିତ*   (21-Oct-2026)       ||      *ପୋଡ଼ାଗଡ ପୀଠରେ ପାରମ୍ପରିକ ଦଶହରା ପାଳିତ*   (21-Oct-2026)       ||      ଭୁବନେଶ୍ୱରରେ ବି.ଏମ୍. ଫାଉଣ୍ଡେସନ‌ ଦ୍ୱାରା ନବ ଉତ୍ସବ ଆୟୋଜନ   (21-Oct-2026)       ||      ବେନିଆବନ୍ଧ ରେ ଅଶୋକ ବିଜୟା ଦଶମୀ ପାଳିତ   (21-Oct-2026)       ||      ସତଲମା ରେ ସାର୍ବଜନୀନ ଦୁର୍ଗାପୂଜା ଅବସରରେ ଛପନ ଭୋଗ କାର୍ଯ୍ୟକ୍ରମ   (20-Oct-2026)       ||      ଏସ୍‌ଓଏସ୍‌ ଚିଲ୍‌ଡ୍ରେନ୍‌ସ ଭିଲେଜ୍‌ରେ ପିଲାମାନଙ୍କ ସହ ବିଜୟା ଦଶମୀ ପାଳିଲେ ରାଜ୍ୟପାଳ   (20-Oct-2026)       ||      ପେଶା ନିୟମ ଲାଗୁ ଓ ବ୍ରାହ୍ମଣୀଗାଁକୁ ନୂତନ ବ୍ଲକ ଗଠନ ଦାବିରେ ପଦଯାତ୍ରା ପ୍ରସ୍ତୁତି   (20-Oct-2026)       ||      ବରପାଲି କାଳୀ ପୂଜା ପାଇଁ ଶୁଭ ସ୍ତମ୍ଭ ସ୍ଥାପନ    (20-Oct-2026)       ||      ଭାଲୁ ଆକ୍ରମଣ ରେ ମୃତ୍ୟୁବରଣ କରିଥିବା ମୃତକଙ୍କ ପରିବାରକୁ ତୁରନ୍ତ ଆର୍ଥିକ ସହାୟତା ଓ ବନ୍ୟପ୍ରାଣୀ ଆକ୍ରମଣ ରୋକିବାକୁ ସ୍ୱତନ୍ତ୍ର ପଦକ୍ଷେପ ଗ୍ରହଣ ପାଇଁ ଦାବି   (20-Oct-2026)       ||      ଶ୍ରୀରାମ ବାବାମଠ ପରିଦର୍ଶନ ରେ ସାଂସଦ ପ୍ରଦୀପ ପୁରୋହିତ   (20-Oct-2026)       ||      ଦଶହରାରେ ମା’ ସୁରେଶ୍ୱରୀ ଓ ମା’ ଭଗବତୀଙ୍କ ରାଜରାଜେଶ୍ୱରୀ ବେଶ   (20-Oct-2026)       ||      ବନ ବିଭାଗର ମିଳିତ ଚଢ଼ାଉ, ଟ୍ରକ୍‌ ସହ ମୂଲ୍ୟବାନ କାଠ ଜବତ; ଜଣେ ଅଟକ   (20-Oct-2026)       ||      ବାଦପାଲି ଫୁଟବଲ ଟୁର୍ଣ୍ଣାମେଣ୍ଟରେ ତୁରୁମ ଦଳ ଚାମ୍ପିୟନ ଫାଇନାଲରେ ପତିକାରପାଲି ଦଳକୁ ହରାଇ ହାସଲ କଲା ବିଜୟ   (19-Oct-2026)       ||      ସୁବର୍ଣ୍ଣପୁରରେ ମା’ ସୁରେଶ୍ୱରୀଙ୍କ ମହିଷାମର୍ଦ୍ଦିନୀ ବେଶ, ମା’ ଭଗବତୀ ଓ ଦୁର୍ଗାଦେବୀଙ୍କ ସିଦ୍ଧିଦାତ୍ରୀ ବେଶ   (19-Oct-2026)       ||      *ପ୍ରଧାନ ଶିକ୍ଷୟତ୍ରୀ ସୁଭାଷିନୀ ନନ୍ଦ ଙ୍କ ବିୟୋଗ*- *ସୋନପୁର ଓ କଟକ ରେ ଶୋକ*- *ଅନ୍ତିମ ସଂସ୍କାର ରେ ଯୋଗ ଦେଲେ ଜଷ୍ଟିସ ଚିତ୍ତ ରଞ୍ଜନ ଦାଶ*-   (19-Oct-2026)       ||     

HOME   ଜିଲ୍ଲା

ବଲାଙ୍ଗୀର ଲୋକ ଉତ୍ସବର ପ୍ରଥମ ସନ୍ଧ୍ୟା: ଲୋକକଳା ଓ ପାରମ୍ପରିକ ନୃତ୍ୟରେ ଦୁଲୁକିଲା କୋଶଳ କଳା ମଣ୍ଡଳ ପଡିଆ

19-Jan-2026



ବଲାଙ୍ଗିର(ଦେବାଶିଷ ବହିଦାର): ୨୩ତମ ବଲାଙ୍ଗିର ଲୋକଉତ୍ସବ ର ମୁଖ୍ୟ ସମାରୋହ କୋଶଳ କଳା ମଣ୍ଡପରେ ଉଦ୍ଘାଟିତ ହୋଇଛି । ସକାଳେ ମଞ୍ଚ ପୂଜା ସହ  କାର୍ଯ୍ୟକ୍ରମ ଆରମ୍ଭ ହୋଇଥିଲା ବେଳେ ପରେ ସାଂସ୍କୃତିକ ଶୋଭାଯାତ୍ରା ସହର ପରିକ୍ରମା କରିଥିଲା। ସହର ପରିକ୍ରମା କରି ମାଁ ସମଲେଇ, ମାଁ ପାଟଣେଶ୍ୱରୀ, ମାଁ ଦୂର୍ଗାଙ୍କ ଦର୍ଶନ କରିଥିଲା ଶୋଭାଯାତ୍ରା । ତେବେ ଜିଲ୍ଲାର ଦୁଲଦୁଲି, ସଂର୍କିର୍ତନ, କଲାହାଣ୍ଡିର କଟପାଙ୍କ

ଦଳ ଆଦି ସାଂସ୍କୃତିକ କାର୍ଯ୍ୟକ୍ରମ ସହର ପରିକ୍ରମା କରିଥିଲା ।  ଜିଲ୍ଲାପାଳ ତଥା ଜିଲ୍ଲା ସଂସ୍କୃତି ପରିଷଦ ଅଧ୍ୟକ୍ଷ ଶ୍ରୀ ଗୌରୱ ଶିୱାଜୀ ଇସଲୱାରଙ୍କ ସଭାପତିତ୍ବରେ ଆୟୋଜିତ ଲୋକଉତ୍ସବର ପ୍ରଥମ ସନ୍ଧ୍ୟାରେ ମୁଖ୍ୟ ଅତିଥି ଭାବେ ମାନ୍ୟବର ରାଜ୍ୟସଭା ସାଂସଦ ଶ୍ରୀ ନିରଞ୍ଜନ ବିଶି ଉପସ୍ଥିତି ରହି  ଦୀପ ପ୍ରଜ୍ବଳନ ପୂର୍ବକ ଲୋକଉତ୍ସବର ଶୁଭ ଉଦ୍ଘାଟନ କରିଥିଲେ ।ମୁଖ୍ୟ ଅତିଥି ନିଜ ଅଭିଭାଷଣରେ କହିଥିଲେ, ଆମ ବଲାଙ୍ଗିର ବୀରଙ୍କ ମାଟି, ଏଠାକାର  ଐତିହ ଯେପରି ଅନନ୍ୟ ଆମ କଳାସଂସ୍କୃତି ମଧ୍ୟ ଅନନ୍ୟ । ଲୋକଉତ୍ସବ ଏହି ଭିନ୍ନ ପରିଚୟକୁ ବଜାୟ ରଖିଛି । ଲୋକଉତ୍ସବ ଦ୍ଵାରା ଜିଲ୍ଲା ଓ ଜିଲ୍ଲାବାସୀଙ୍କ ସର୍ବାଙ୍ଗୀନ ଉନ୍ନତି ହେଉଛି । ଲୋକଙ୍କ ଅର୍ଥନୀତି ବଢୁଛି, କଳାକାରଙ୍କ ପ୍ରତିଭାକୁ ଉତ୍ସାହ ମିଳୁଛି । ସମ୍ମାନିତ ଅତିଥି ଭାବେ, ଆରକ୍ଷୀ ଅଧିକ୍ଷକ ଅଭିଳାଷ ଜି ମଞ୍ଚାସୀନ ଥିଲେ।  ଅନ୍ୟ ଅତିଥି ଭାବେ ଜିଲ୍ଲା ସଂସ୍କୃତି ଅଧିକାରୀ ଶ୍ରୀ ରଶ୍ମି ରଞ୍ଜନ ମିଶ୍ର, ସାଂସ୍କୃତିକ କମିଟିର ସହ ଅଧ୍ୟକ୍ଷ ଗୋପାଳ ପଧାନ ଓ ସହ ଅଧ୍ୟକ୍ଷା ସଙ୍ଗୀତା ଦାସ, ସ୍ମରଣିକା କମିଟିର ସହ ଅଧ୍ୟକ୍ଷ ମହେନ୍ଦ୍ର ଦର୍ଜି, ସହ ଅଧ୍ୟକ୍ଷ ସନ୍ଦୀପ କୁଆଁର, ଅତିଥି କଳାକାର ଈଶ୍ୱର ଚନ୍ଦ୍ର ଖମାରୀ, ସମ୍ବର୍ଦ୍ଧିତ କଳାକାର ଗୋଲାପ ଜେନା ପ୍ରମୁଖ ମଞ୍ଚାସୀନ ଥିଲେ।
ଆଜି ଏହି ଅବସରରେ ଲୋକଉତ୍ସବ ଓ କୋଶଳ କଳା ମଣ୍ଡଳର ମୁଖପତ୍ର  ଚତୁରଙ୍ଗ ଅତିଥିମାନଙ୍କ ଦ୍ଵାରା ଉନ୍ମୋଚିତ ହୋଇଛି । ଏହାସହ ବରିଷ୍ଠ କଳାକାର ଗୋଲାପ ଜେନାଙ୍କୁ ସମ୍ବର୍ଦ୍ଧିତ କରାଯାଇଥିଲା । ଜିଲ୍ଲା ସଂସ୍କୃତି ଅଧିକାରୀ ଶ୍ରୀ ମିଶ୍ର ସ୍ୱାଗତ

ସମ୍ଭାଷଣ ସହ ଅତିଥିଙ୍କୁ ସମ୍ବର୍ଦ୍ଧିତ କରିଥିଲେ । ସନ୍ଦୀପ କୁଆଁର ମଞ୍ଚ ପରିଚାଳନା ଓ ଅତିଥି ପରିଚୟ ପ୍ରଦାନ କରିଥିଲେ । ଗୋପାଳ ପଧାନ ଧନ୍ୟବାଦ୍ ଅର୍ପଣ କରିଥିଲେ । ଗୁଜୁରାଟରୁ ସିଦ୍ଧି ଧମାଲ,  ବିହୁ ନୃତ୍ୟ-ଆସାମ,  ଭାଙ୍ଗଡା-ପଞ୍ଜାବ, କଳାଧାମ-ବଲାଙ୍ଗିର, ଯୋଡ଼ିଶଙ୍ଖ-ଗଞ୍ଜାମ, ଖୁସି ଡ୍ୟାନ୍ସ ଏକାଡେମୀ, ସାଇ ସ୍ଵର୍ଣ୍ଣ କଳା ପରିଷଦ, କୁରେଫୁଲ କଳା ପରିଷଦ, କ୍ଲାସିକ ଡାନ୍ସ ଏକାଡେମୀ-ଟିଟଲାଗଡ଼,  ଚିନି ଚମ୍ପା କଳାପରିଷଦ- ପାଟଣାଗଡ଼ ଆଦି ସାଂସ୍କୃତିକ ଦଳ ଦ୍ବାରା ସାଂସ୍କୃତିକ କାର୍ଯ୍ୟକ୍ରମ ପରିବେଷିତ ହୋଇଥିଲା । ପ୍ରଥମ ସନ୍ଧ୍ୟାରେ, କଳା ସଂସ୍କୃତିର ଏହି ମହାମିଳନ ଲୋକଉତ୍ସବକୁ ଖୁବ୍ ଆନନ୍ଦ ସହ ଉପଭୋଗ କରିଛନ୍ତି ବଲାଙ୍ଗିରବାସୀ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ମହାଦେବପାଳି ଦୁର୍ଗାପୂଜା,ରାବଣ ବଧ ସହ ରାବଣରାଜ ଉଦଯାପିତ   21-Oct-2026
  ଜିଲ୍ଲା  
ମା’ ସୁରେଶ୍ୱରୀଙ୍କ ମହାଲକ୍ଷ୍ମୀ ବେଶ   21-Oct-2026
  ଜିଲ୍ଲା  
ସମଲେଇପୂଜା ଅବସରରେ ଯାଦବ ସମାଜର ବନ୍ଧୁ ମିଳନ   21-Oct-2026
  ଜିଲ୍ଲା  
କଣ୍ଟାମାଳରେ ଜମୁଛି ଶାରଦୀୟ ଦୁର୍ଗାପୂଜାର ଆସର♦️ ଆକର୍ଷଣୀୟ ତୋରଣ ଓ ରଙ୍ଗିନ ଆଲୋକମାଳାରେ ଝଲସୁଛି ଅଞ୍ଚଳ   21-Oct-2026
  ଜିଲ୍ଲା  
*ଡାବୁଗାଁ ଦୁର୍ଗାପୂଜାରେ ଶତାଧିକ ଭକ୍ତଙ୍କ ସମାଗମରେ ସମ୍ପନ୍ନ ହେଲା ପୂର୍ଣ୍ଣାହୁତି*   21-Oct-2026
  ଜିଲ୍ଲା  
*ଜିଲ୍ଲା ପୋଲିସ ପକ୍ଷରୁ ୬୬ ତମ ଶହୀଦ ସ୍ମୃତି ଦିବସ ପାଳିତ*   21-Oct-2026
  ଜିଲ୍ଲା  
*ପୋଡ଼ାଗଡ ପୀଠରେ ପାରମ୍ପରିକ ଦଶହରା ପାଳିତ*   21-Oct-2026
  ଜିଲ୍ଲା  
ଭୁବନେଶ୍ୱରରେ ବି.ଏମ୍. ଫାଉଣ୍ଡେସନ‌ ଦ୍ୱାରା ନବ ଉତ୍ସବ ଆୟୋଜନ   21-Oct-2026
  ଜିଲ୍ଲା  
ବେନିଆବନ୍ଧ ରେ ଅଶୋକ ବିଜୟା ଦଶମୀ ପାଳିତ   21-Oct-2026
  ଜିଲ୍ଲା  
ସତଲମା ରେ ସାର୍ବଜନୀନ ଦୁର୍ଗାପୂଜା ଅବସରରେ ଛପନ ଭୋଗ କାର୍ଯ୍ୟକ୍ରମ   20-Oct-2026
  ଜିଲ୍ଲା  
ଏସ୍‌ଓଏସ୍‌ ଚିଲ୍‌ଡ୍ରେନ୍‌ସ ଭିଲେଜ୍‌ରେ ପିଲାମାନଙ୍କ ସହ ବିଜୟା ଦଶମୀ ପାଳିଲେ ରାଜ୍ୟପାଳ   20-Oct-2026
  ଜିଲ୍ଲା  
ପେଶା ନିୟମ ଲାଗୁ ଓ ବ୍ରାହ୍ମଣୀଗାଁକୁ ନୂତନ ବ୍ଲକ ଗଠନ ଦାବିରେ ପଦଯାତ୍ରା ପ୍ରସ୍ତୁତି   20-Oct-2026

You Might Also Like