-+91-9937148622 |

prerana_bgr@rediffmail.com |

  Wednesday 14th October 2026 |

| | | |

R.N.I. Regd No. ODIODI/2010/46693

Breaking News

ବଲାଙ୍ଗୀରଠାରେ ଅନୁଷ୍ଠିତ ହେଲା ଅଖିଳ ଓଡ଼ିଶା ନ୍ୟାୟିକ କର୍ମଚାରୀ ସଂଘର ରାଜ୍ୟସ୍ତରୀୟ ସାଧାରଣ ପରିଷଦ ବୈଠକ   (13-Oct-2026)       ||      ୩ ହଜାର ଟଙ୍କା ଲାଞ୍ଚ ନେବା ଅଭିଯୋଗରେ ସଇଁତଲା ଆର ଆଇ ଙ୍କୁ ଧରିଲା ଭିଜିଲାନ୍ସ ବିଭାଗ    (13-Oct-2026)       ||      *ନବରଙ୍ଗପୁରରେ ନୂତନ ଜିଲ୍ଲାପାଳଙ୍କ ଦାୟିତ୍ୱ ଗ୍ରହଣ*   (13-Oct-2026)       ||      ବଲାଙ୍ଗୀର ତହସିଲର ଅବ୍ୟବସ୍ଥା ନେଇ ବଲାଙ୍ଗୀର ଜିଲ୍ଲା ଓକିଲ ସଂଘ ସଭାପତି ଙ୍କ ପ୍ରତିକ୍ରିୟା: କପି ଟିଏ ପାଇବା ପାଇଁ ଲୋକଙ୍କୁ ମାସ ମାସ ଧରି ଅପେକ୍ଷା କରିବାକୁ ପଡୁଛି    (13-Oct-2026)       ||      ଚନ୍ଦ୍ରଘଣ୍ଟା ବେଶରେ ଦର୍ଶନ ଦେଲେ ମାଁ ଚରଦେଇ   (13-Oct-2026)       ||      ଜିଲ୍ଲା ସମବାୟ ବିଭାଗ, ହସ୍ତତନ୍ତ ଓ ବୟନ ଶିଳ୍ପ ବିଭାଗର ମିଳିତ ଆନୁକୂଲ୍ୟରେ ରଙ୍ଗୋଲି ରାଷ୍ଟ୍ର କାର୍ଯ୍ୟକ୍ରମ ଅନୁଷ୍ଠିତ   (13-Oct-2026)       ||      ବଲାଙ୍ଗୀରରେ ରାଜ୍ୟ ବିଦ୍ୟାଳୟ ସମୂହ କ୍ରୀଡ଼ା ପ୍ରତିଯୋଗିତା   (13-Oct-2026)       ||      ଓମ୍‌ ଭ୍ୟାଲି ଶିକ୍ଷାନୁଷ୍ଠାନରେ ୧୧ତମ ବାଟାଲିୟନ ଦ୍ଵାରା ଏନ୍‌.ସି.ସି.ପ୍ରଶିକ୍ଷଣ ଶିବିରର ଉଦ୍‌ଯାପିତ    (13-Oct-2026)       ||      ପାଟଣେଶ୍ୱରୀ ଦେବୀପୀଠରେ ନବରାତ୍ରପୂଜା   (13-Oct-2026)       ||      ମା’ସୁରେଶ୍ୱରୀଙ୍କ ସମେତ ତିନି ଦେବୀଙ୍କ ଚନ୍ଦ୍ରଘଣ୍ଟା ବେଶ   (13-Oct-2026)       ||      ଚୋରି ଓ ଅପରାଧର ଖିଅ ଖୋଜିବ ସିସିଟିଭି! ଦାରିଙ୍ଗବାଡ଼ିର ସବୁ ହୋଟେଲ, ରିସର୍ଟ ଓ ରେଷ୍ଟୁରାଣ୍ଟରେ କ୍ୟାମେରା ଲାଗିବା ବାଧ୍ୟତାମୂଳକ   (13-Oct-2026)       ||      ପଡାଗଡ଼ ଅଞ୍ଚଳରେ ରାତିରେ ଚାଲିଛି ବେଆଇନ କ୍ରସର, ଖଣି ମାଫିଆ ମାଲାମାଲ   (13-Oct-2026)       ||      ତୁଷୁରାରେ ମହାରାଜା ଅଗ୍ରସେନଜୀଙ୍କ ଜୟନ୍ତୀ ପାଳିତ   (13-Oct-2026)       ||      ମା କୁଶଙ୍ଗାଇ ପୀଠ ନବରାତ୍ରିରେ ଚଳଚଞ୍ଚଳ   (13-Oct-2026)       ||      ଅଲ୍ ଓଡିଶା ଅଙ୍ଗନୱାଡ଼ି ଲେଡିଜ୍ ୱାର୍କରର୍ସ ଆସୋସିଏସନ୍ ପକ୍ଷରୁ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ   (13-Oct-2026)       ||      ଭାରତ ବିକାଶ ପରିଷଦ ଦ୍ଵାରା (ଶିକ୍ଷା ବର୍ଷ ୨୦୨୬) ପାଇଁ ଶ୍ରେଷ୍ଠ ଛାତ୍ର ଓ ଶ୍ରେଷ୍ଠ ଶିକ୍ଷୟିତ୍ରୀ ପୁରସ୍କାରରେ ସମ୍ମାନିତ ହେଲେ ଓମ ଭ୍ୟାଲି ସ୍କୁଲର ଶିକ୍ଷୟତ୍ରୀ ଓ ଛାତ୍ର    (13-Oct-2026)       ||      ଆଗଲପୁର ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ରେ କ୍ଲଷ୍ଟର୍ ସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଧୁମ ଧାମରେ ପାଳିତ   (13-Oct-2026)       ||      ମା ଘଣ୍ଟାସୁନିଙ୍କ ନବମୀ ଯାତ୍ରା ଉପଲକ୍ଷେ ପ୍ରସ୍ତୁତି ବୈଠକ ଅନୁଷ୍ଠିତ    (12-Oct-2026)       ||      *ଆସନ୍ତା କାଲି ଠାରୁ ସୁବର୍ଣ୍ଣପୁର ଠାରେ ହେବ ରାଜ୍ୟ ସ୍ତରୀୟ ୧୪ ବର୍ଷ ରୁ କମ୍ ବାଳକ ଫୁଟବଲ୍ ଚାମ୍ପିଅନସିପ*-   (12-Oct-2026)       ||      ମା’ ସୁରେଶ୍ୱରୀଙ୍କ ସମେତ ତିନି ଦେବୀଙ୍କ ବ୍ରହ୍ମଚାରିଣୀ ବେଶ ଦର୍ଶନ   (12-Oct-2026)       ||     

HOME   ଜିଲ୍ଲା

ନୂଆପଡା ବିଧାନସଭା ବିକାଶ ସମିତି ବୈଠକ ଅନୁଷ୍ଠିତ l ସମର୍ପିତ ଭାବରେ ଲୋକଙ୍କ ସେବା କରିବା ପାଇଁ ଅଧିକାରୀ ମାନଙ୍କୁ ବିଧାୟକଙ୍କ ଆହ୍ବାନ

20-Jan-2026



(ଡୋଲେଶ୍ୱର ବାଗ)
ନୂଆପଡା ବିଧାନସଭା କ୍ଷେତ୍ର ବିକାଶ ସମିତି ବୈଠକ ସ୍ଥାନୀୟ ସଦ୍ଭାବନା ସଭା ଗୃହରେ ଅନୁଷ୍ଠିତ ହୋଇଯାଇଛି l ବୈଠକରେ ମାନ୍ୟବର ବିଧାୟକ ନୂଆପଡା, ଶ୍ରୀ ଜୟ ଢୋଲକିଆ ଅଧ୍ୟକ୍ଷତା କରି ସମର୍ପିତ ଭାବରେ  ଜନ ସାଧାରଣଙ୍କୁ ସେବା ଯୋଗାଇ ଦେବାପାଇଁ ଅଧିକାରୀ ମାନଙ୍କୁ ଆହ୍ବାନ ଦେଇଛନ୍ତି l ଜିଲ୍ଲାପାଳ ମଧୁସୂଦନ ଦାଶଙ୍କ ଉପସ୍ଥିତିରେ ବିଧାୟକ ନୂଆପଡା ବିଧାନସଭା କ୍ଷେତ୍ରରେ ପଞ୍ଚାୟତି ରାଜ, ସ୍ବାସ୍ଥ୍ୟ, ଶିକ୍ଷା ,ରାସ୍ତା ଓ କୋଠାବାଡ଼ି ବିଭାଗ, ଗ୍ରାମ୍ୟ ବିକାଶ, ପାନୀୟ ଜଳ ଯୋଗାଣ ଓ ପରିମଳ ବିଭାଗ,ଉଠା ଜଳସେଚନ, ଜଳ ସେଚନ, କ୍ଷୁଦ୍ର ଜଳସେଚନ,  ପ୍ରାଣୀ ସମ୍ପଦ ଇତ୍ୟାଦି ବିଭାଗର କାର୍ଯ୍ୟାବଳୀ ର ସମୀକ୍ଷା କରିଥିଲେ l ପ୍ରାରମ୍ଭରେ ଜିଲ୍ଲାପାଳ ମାନ୍ୟବର ବିଧାୟକ ଓ ସମସ୍ତ ଅଧିକାରୀଙ୍କୁ ସ୍ଵାଗତ କରି ବୈଠକର ଉଦ୍ଦେଶ୍ୟ ଜ୍ଞାପନ କରିଥିଲେ l ଉପ ନିର୍ଦ୍ଦେଶକ ପରିସଂଖ୍ୟାନ ଡିଲେଶ୍ୱର ଧରୁଆ ବିଭିନ୍ନ ବିଭାଗର ପ୍ରଗତି ବିବରଣୀ ଉପସ୍ଥାପନ କରିଥିଲେ l ଗୋଟି ଗୋଟି କରି ସମସ୍ତ ବିଭାଗୀୟ ଅଧିକାରୀ ମାନେ ଗୃହକୁ ନିଜ ନିଜ ବିଭାଗର ସଫଳତା ଓ ଭବିଷ୍ୟତ କାର୍ଯ୍ୟଖସଡ଼ା ସମ୍ବନ୍ଧରେ ଅବଗତ କରିଥିଲେ l ମୁଖ୍ୟତଃ ସମସ୍ତ ନିର୍ମାଣ କାର୍ଯ୍ୟ ର ଅଗ୍ରଗତି ଓ ଏହି ସମ୍ବନ୍ଧୀୟ ଅସୁବିଧା ବିଷୟରେ ଯନ୍ତ୍ରୀ ଓ ଅଧିକାରୀ ମାନଙ୍କ ସହିତ ବିଧାୟକ ସିଧା ସଳଖ ଆଲୋଚନା କରିଥିଲେ l ମୁଖ୍ୟ ମନ୍ତ୍ରୀ ସ୍ୱତନ୍ତ୍ର ସହାୟତା ଯୋଜନାରେ  ବିଧାନସଭା କ୍ଷେତ୍ରରେ ୨୦ କୋଟି ୫୦ ଲକ୍ଷ ବ୍ୟୟରେ ୩୧୧ ଟି ପ୍ରକଳ୍ପ ଅନୁମୋଦିତ ହୋଇଥିବାବେଳେ ଏଥିରୁ ୭୦ ଟି ପ୍ରକଳ୍ପ ସଂପୂର୍ଣ୍ଣ ହୋଇଛି l ବିଧାୟକଙ୍କ ଅନୁଦାନରେ ୨୩୦  ଟି ପ୍ରକଳ୍ପ ପାଇଁ ୭ କୋଟି ଟଙ୍କା ବ୍ୟୟ ଅଟକଳରୁ ୧୬୧ ଟି କାମ ସଂପୂର୍ଣ୍ଣ ହୋଇଛି l କେ ବି କେ ବିକାଶ  ଯୋଜନାରେ ୨ କୋଟି ଟଙ୍କାର ୫୪ ଟି ପ୍ରକଳ୍ପରୁ ୨୨ ଟି କାମ ସଂପୂର୍ଣ୍ଣ ହୋଇଛି l ୩୬ ଲକ୍ଷ ଟଙ୍କା ରେ ଅନୁମୋଦିତ ୧୮ ଟି ଅଙ୍ଗନବାଡ଼ି କେନ୍ଦ୍ର ରୁ ୮ ଟି ସଂପୂର୍ଣ୍ଣ ହୋଇଛି l୪୮ ଟି ବନ ସୁରକ୍ଷା କୋଠାରୁ ୧୩ ଟି ନିର୍ମିତ ହୋଇଛି l ୪ କୋଟି ୫୬ ଲକ୍ଷ ଟଙ୍କା ବ୍ୟୟ ଅଟକଳରେ ୨୬ ଟି ଅତିରିକ୍ତ ଶ୍ରେଣୀ ଗୃହ ମଧ୍ୟରୁ ୭ ଟି ସଂପୂର୍ଣ୍ଣ ହୋଇଛି l ୧୪ କୋଟି ଟଙ୍କା ବ୍ୟୟରେ ଜିଲ୍ଲା ସଂସ୍କୃତି ଭବନ କାମ ଆରମ୍ଭ ହୋଇଛି l ନୂଆପଡା ଟାଉନ୍ ହଲ୍ ନିର୍ମାଣ କାର୍ଯ୍ୟ ଆଗେଇ ଚାଲିଛି l ବିଧାୟକ ପତୋରା ଡେମ୍ ରୁ ସ୍ଥାନୀୟ ସିଲଦା ରିଜର୍ଭ  କଲୋନୀ କୁ ପାନୀୟ ଜଳ ଯୋଗାଣ,ବିଭିନ୍ନ ଗ୍ରାମରେ ଅଧିକ ସଂଖ୍ୟାରେ ନଳକୂପ ଖନନ, ସମସ୍ତ ଅଙ୍ଗନୱାଡ଼ି କେନ୍ଦ୍ର,  ବିଦ୍ୟାଳୟକୁ ପାନୀୟ ଜଳ ଯୋଗାଣ ପାଇଁ ବ୍ୟବସ୍ଥା କରିବା ପାଇଁ  ସଂପୃକ୍ତ ବିଭାଗ ମାନଙ୍କୁ ନିର୍ଦ୍ଦେଶ ଦେଇଥିଲେ l ଯେଉଁ  ଗ୍ରାମ ମାନଙ୍କରେ ମୋବାଇଲ୍ ସିଗ୍ନାଲ ନାହିଁ, ସେଠାରେ ନୂତନ ମୋବାଇଲ୍ ଟାୱାର ସ୍ଥାପନ ପାଇଁ ପ୍ରସ୍ତାବ ଦେଇଥିଲେ l ଜିଲ୍ଲାପାଳ ଅଧିକାରୀ ମାନଙ୍କୁ ନିର୍ଦ୍ଦେଶ ଦେଲେ ଯେ କୌଣସି ନିର୍ମାଣ କାମରେ ହେଳା ଏବଂ ଗୁଣମାନରେ ମୋଟେ ସାଲିସ କରାଯିବ ନାହିଁ l ଆଜିର ସମୀକ୍ଷା ବୈଠକରେ ଅତିରିକ୍ତ ଜିଲ୍ଲାପାଳ ସୁବାଷ ଚନ୍ଦ୍ର ରଇତ, ଜିଲ୍ଲା ମୁଖ୍ୟ ଉନ୍ନୟନ ଅଧିକାରୀ ଲମ୍ବୋଦର ଧରୁଆ, ଜିଲ୍ଲା ମୁଖ୍ୟ ଚିକିତ୍ସାଧିକାରୀ ଡଃ ଦ୍ବାରିକାନାଥ ଶତପଥୀ, ନୂଆପଡା ଓ କୋମନା ବି ଡି ଓ, ସମସ୍ତ ଜିଲ୍ଲାସ୍ତରୀୟ ଅଧିକାରୀ, ବିଭିନ୍ନ ବିଭାଗର ଯନ୍ତ୍ରୀ ଉପସ୍ଥିତ ଥିଲେ l ଶେଷରେ ଏ ପି ଡି କ୍ଷମାନିଧି ଭୋଇ ଧନ୍ୟବାଦ ଅର୍ପଣ କରିଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
ବଲାଙ୍ଗୀରଠାରେ ଅନୁଷ୍ଠିତ ହେଲା ଅଖିଳ ଓଡ଼ିଶା ନ୍ୟାୟିକ କର୍ମଚାରୀ ସଂଘର ରାଜ୍ୟସ୍ତରୀୟ ସାଧାରଣ ପରିଷଦ ବୈଠକ   13-Oct-2026
  ଜିଲ୍ଲା  
୩ ହଜାର ଟଙ୍କା ଲାଞ୍ଚ ନେବା ଅଭିଯୋଗରେ ସଇଁତଲା ଆର ଆଇ ଙ୍କୁ ଧରିଲା ଭିଜିଲାନ୍ସ ବିଭାଗ   13-Oct-2026
  ଜିଲ୍ଲା  
*ନବରଙ୍ଗପୁରରେ ନୂତନ ଜିଲ୍ଲାପାଳଙ୍କ ଦାୟିତ୍ୱ ଗ୍ରହଣ*   13-Oct-2026
  ଜିଲ୍ଲା  
ବଲାଙ୍ଗୀର ତହସିଲର ଅବ୍ୟବସ୍ଥା ନେଇ ବଲାଙ୍ଗୀର ଜିଲ୍ଲା ଓକିଲ ସଂଘ ସଭାପତି ଙ୍କ ପ୍ରତିକ୍ରିୟା: କପି ଟିଏ ପାଇବା ପାଇଁ ଲୋକଙ୍କୁ ମାସ ମାସ ଧରି ଅପେକ୍ଷା କରିବାକୁ ପଡୁଛି   13-Oct-2026
  ଜିଲ୍ଲା  
ଚନ୍ଦ୍ରଘଣ୍ଟା ବେଶରେ ଦର୍ଶନ ଦେଲେ ମାଁ ଚରଦେଇ   13-Oct-2026
  ଜିଲ୍ଲା  
ଜିଲ୍ଲା ସମବାୟ ବିଭାଗ, ହସ୍ତତନ୍ତ ଓ ବୟନ ଶିଳ୍ପ ବିଭାଗର ମିଳିତ ଆନୁକୂଲ୍ୟରେ ରଙ୍ଗୋଲି ରାଷ୍ଟ୍ର କାର୍ଯ୍ୟକ୍ରମ ଅନୁଷ୍ଠିତ   13-Oct-2026
  ଜିଲ୍ଲା  
ବଲାଙ୍ଗୀରରେ ରାଜ୍ୟ ବିଦ୍ୟାଳୟ ସମୂହ କ୍ରୀଡ଼ା ପ୍ରତିଯୋଗିତା   13-Oct-2026
  ଜିଲ୍ଲା  
ଓମ୍‌ ଭ୍ୟାଲି ଶିକ୍ଷାନୁଷ୍ଠାନରେ ୧୧ତମ ବାଟାଲିୟନ ଦ୍ଵାରା ଏନ୍‌.ସି.ସି.ପ୍ରଶିକ୍ଷଣ ଶିବିରର ଉଦ୍‌ଯାପିତ   13-Oct-2026
  ଜିଲ୍ଲା  
ପାଟଣେଶ୍ୱରୀ ଦେବୀପୀଠରେ ନବରାତ୍ରପୂଜା   13-Oct-2026
  ଜିଲ୍ଲା  
ମା’ସୁରେଶ୍ୱରୀଙ୍କ ସମେତ ତିନି ଦେବୀଙ୍କ ଚନ୍ଦ୍ରଘଣ୍ଟା ବେଶ   13-Oct-2026
  ଜିଲ୍ଲା  
ଚୋରି ଓ ଅପରାଧର ଖିଅ ଖୋଜିବ ସିସିଟିଭି! ଦାରିଙ୍ଗବାଡ଼ିର ସବୁ ହୋଟେଲ, ରିସର୍ଟ ଓ ରେଷ୍ଟୁରାଣ୍ଟରେ କ୍ୟାମେରା ଲାଗିବା ବାଧ୍ୟତାମୂଳକ   13-Oct-2026
  ଜିଲ୍ଲା  
ପଡାଗଡ଼ ଅଞ୍ଚଳରେ ରାତିରେ ଚାଲିଛି ବେଆଇନ କ୍ରସର, ଖଣି ମାଫିଆ ମାଲାମାଲ   13-Oct-2026

You Might Also Like