-+91-9937148622 |

prerana_bgr@rediffmail.com |

  Friday 23rd October 2026 |

| | | |

R.N.I. Regd No. ODIODI/2010/46693

Breaking News

ଷ୍ଟେଟ୍ ୟୁନିଅନ୍ ଅଫ୍ ଜର୍ଣ୍ଣାଲିଷ୍ଟ୍, ବଲାଙ୍ଗୀର ଶାଖାର ବୈଠକ    (23-Oct-2026)       ||      ଜିଲ୍ଲା ସ୍ତରୀୟ ଶିଶୁ ମହୋତ୍ସବ "ଉତ୍ସାହ ୨୦୨୬ ଅନୁଷ୍ଠିତ" ।   (23-Oct-2026)       ||      ପଶ୍ଚିମ ଓଡ଼ିଶାର ପ୍ରସିଦ୍ଧ ନୃତ୍ୟଶିଳ୍ପୀ କଳ୍ପନା ବ୍ୟାସଙ୍କୁ ଚାଦୋତରା ଦୁର୍ଗା ପୂଜା କମିଟିର ସମ୍ମାନ   (23-Oct-2026)       ||      *ସୁବର୍ଣ୍ଣପୁର ଐତିହାସିକ ପ୍ରସିଦ୍ଧ ମହାବଳୀ ଯାତ୍ରା ସଂପନ୍ନ*   (22-Oct-2026)       ||      ଟିଟିଲାଗଡ ହାଟପଦାପଡ଼ା ତରଫରୁ ୧୪ ତମ ରାବଣ ପୋଡି ମହୋତ୍ସବ♦️ ବିଜେପି ବିଧାୟକ ନବିନ ଜୈନ ପୂର୍ବତନ ମନ୍ତ୍ରୀ ଶ୍ରୀମତି ଟୁକୁନି ସାହୁଙ୍କୁ ଦେଲେ ଜବାବ    (22-Oct-2026)       ||      *ସୋନପୁର ବ୍ଲକ ଛକ ଦୁର୍ଗା ପୂଜା ରାବଣ ପୋଡ଼ି ଉତ୍ସବ ରେ ଅଗଣିତ ଦର୍ଶକ*-   (22-Oct-2026)       ||      ମହାଦେବପାଳି ଦୁର୍ଗାପୂଜା,ରାବଣ ବଧ ସହ ରାବଣରାଜ ଉଦଯାପିତ   (21-Oct-2026)       ||      ମା’ ସୁରେଶ୍ୱରୀଙ୍କ ମହାଲକ୍ଷ୍ମୀ ବେଶ   (21-Oct-2026)       ||      ସମଲେଇପୂଜା ଅବସରରେ ଯାଦବ ସମାଜର ବନ୍ଧୁ ମିଳନ   (21-Oct-2026)       ||      କଣ୍ଟାମାଳରେ ଜମୁଛି ଶାରଦୀୟ ଦୁର୍ଗାପୂଜାର ଆସର♦️ ଆକର୍ଷଣୀୟ ତୋରଣ ଓ ରଙ୍ଗିନ ଆଲୋକମାଳାରେ ଝଲସୁଛି ଅଞ୍ଚଳ   (21-Oct-2026)       ||      *ଡାବୁଗାଁ ଦୁର୍ଗାପୂଜାରେ ଶତାଧିକ ଭକ୍ତଙ୍କ ସମାଗମରେ ସମ୍ପନ୍ନ ହେଲା ପୂର୍ଣ୍ଣାହୁତି*   (21-Oct-2026)       ||      *ଜିଲ୍ଲା ପୋଲିସ ପକ୍ଷରୁ ୬୬ ତମ ଶହୀଦ ସ୍ମୃତି ଦିବସ ପାଳିତ*   (21-Oct-2026)       ||      *ପୋଡ଼ାଗଡ ପୀଠରେ ପାରମ୍ପରିକ ଦଶହରା ପାଳିତ*   (21-Oct-2026)       ||      ଭୁବନେଶ୍ୱରରେ ବି.ଏମ୍. ଫାଉଣ୍ଡେସନ‌ ଦ୍ୱାରା ନବ ଉତ୍ସବ ଆୟୋଜନ   (21-Oct-2026)       ||      ବେନିଆବନ୍ଧ ରେ ଅଶୋକ ବିଜୟା ଦଶମୀ ପାଳିତ   (21-Oct-2026)       ||      ସତଲମା ରେ ସାର୍ବଜନୀନ ଦୁର୍ଗାପୂଜା ଅବସରରେ ଛପନ ଭୋଗ କାର୍ଯ୍ୟକ୍ରମ   (20-Oct-2026)       ||      ଏସ୍‌ଓଏସ୍‌ ଚିଲ୍‌ଡ୍ରେନ୍‌ସ ଭିଲେଜ୍‌ରେ ପିଲାମାନଙ୍କ ସହ ବିଜୟା ଦଶମୀ ପାଳିଲେ ରାଜ୍ୟପାଳ   (20-Oct-2026)       ||      ପେଶା ନିୟମ ଲାଗୁ ଓ ବ୍ରାହ୍ମଣୀଗାଁକୁ ନୂତନ ବ୍ଲକ ଗଠନ ଦାବିରେ ପଦଯାତ୍ରା ପ୍ରସ୍ତୁତି   (20-Oct-2026)       ||      ବରପାଲି କାଳୀ ପୂଜା ପାଇଁ ଶୁଭ ସ୍ତମ୍ଭ ସ୍ଥାପନ    (20-Oct-2026)       ||      ଭାଲୁ ଆକ୍ରମଣ ରେ ମୃତ୍ୟୁବରଣ କରିଥିବା ମୃତକଙ୍କ ପରିବାରକୁ ତୁରନ୍ତ ଆର୍ଥିକ ସହାୟତା ଓ ବନ୍ୟପ୍ରାଣୀ ଆକ୍ରମଣ ରୋକିବାକୁ ସ୍ୱତନ୍ତ୍ର ପଦକ୍ଷେପ ଗ୍ରହଣ ପାଇଁ ଦାବି   (20-Oct-2026)       ||     

HOME   ଜିଲ୍ଲା

ଏମଭି–୭୯ ପିଏମ୍‌ ଶ୍ରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ପିଏମ୍‌ ଶ୍ରୀ ଉତ୍ସବ : ଶିକ୍ଷା ହେଉଛି ଜୀବନ ଗଢ଼ିବାର ମୂଳ ଆଧାର

21-Jan-2026



କାଲିମେଳାସନ୍ତୋଷ କୁମାର ପଣ୍ଡା): ମାଲକାନଗିରି ଜିଲ୍ଲା କାଲିମେଳା ବ୍ଲକ୍‌ ଅନ୍ତର୍ଗତ ଏମଭି–୭୯ ସ୍ଥିତ ପ୍ରଧାନମନ୍ତ୍ରୀ ସ୍କୁଲ ଫର ରାଇଜିଂ ଇଣ୍ଡିଆ (ପିଏମ୍‌ ଶ୍ରୀ) ବାଳିକା ଉଚ୍ଚ ବିଦ୍ୟାଳୟ ପ୍ରାଙ୍ଗଣରେ ପିଏମ୍‌ ଶ୍ରୀ ଉତ୍ସବ ଉତ୍ସାହ ଓ ଆଡମ୍ବର ସହ ଆୟୋଜିତ ହୋଇଯାଇଛି।ଏହି ଅବସରରେ ମୁଖ୍ୟ ଅତିଥି ଭାବେ ଯୋଗଦେଇଥିବା ମାଲକାନଗିରି ବିଧାୟକ ଶ୍ରୀଯୁକ୍ତ ନରସିଂହ ମାଡକାମି ଛାତ୍ରଛାତ୍ରୀମାନଙ୍କୁ ଜୀବନ ଗଢ଼ିବାରେ ଶିକ୍ଷାର ଗୁରୁତ୍ୱ ସମ୍ପର୍କରେ ମାର୍ଗଦର୍ଶନ ଦେଇ କହିଥିଲେ ଯେ, “ପାଠପଢ଼ା କେବଳ ଜୀବିକା ଉପାର୍ଜନର ଉପାୟ ନୁହେଁ, ଏହା ଜୀବନ ନିର୍ମାଣର ସବୁଠୁ ବଡ଼ ଆଧାର।”
ବାଳିକା ଶିକ୍ଷାକୁ ଗୁରୁତ୍ୱ ଦେଇ ସେ କହିଥିଲେ ଯେ, ପୂର୍ବରୁ ଝିଅ ଜନ୍ମକୁ ନେଇ ସମାଜରେ ଯେ ଧାରଣା ଥିଲା, ଏବେ ସେଥିରେ ବଡ଼ ପରିବର୍ତ୍ତନ ଆସିଛି। ଆଜି ଝିଅମାନେ ପାଠପଢ଼ା, ଖେଳ ଓ ସମସ୍ତ କ୍ଷେତ୍ରରେ ନିଜ ଦକ୍ଷତା ପ୍ରମାଣ କରି ଇତିହାସ ରଚନା କରୁଛନ୍ତି ବୋଲି ସେ ମତ ପ୍ରକାଶ କରିଥିଲେ।ମୁଖ୍ୟ ବକ୍ତା ଭାବେ ଯୋଗଦେଇଥିବା କାଲିମେଳା ବିଡିଓ ଶ୍ରୀଯୁକ୍ତ ପ୍ରଦୀପ କୁମାର କର ଛାତ୍ରଛାତ୍ରୀମାନଙ୍କୁ ଭୁଲ କରିବାକୁ ଭୟ ନକରି ଶିଖିବାର ପରାମର୍ଶ ଦେଇ କହିଥିଲେ, “ଭୁଲ ହେଉଛି ଶିକ୍ଷାର ପ୍ରଥମ ପଦକ୍ଷେପ। ଭୟ ତ୍ୟାଗ କଲେ ଆତ୍ମବିଶ୍ୱାସ ବଢ଼େ ଏବଂ ଆତ୍ମବିଶ୍ୱାସରୁ ସୃଜନଶୀଳ ଚିନ୍ତା ଓ ସଫଳତା ଜନ୍ମ ନେଇଥାଏ।ଏହି କାର୍ଯ୍ୟକ୍ରମରେ ଅତିରିକ୍ତ ଜିଲ୍ଲା ଶିକ୍ଷା ଅଧିକାରୀ ଶ୍ରୀଯୁକ୍ତ ଭାଗିରଥ ବେହେରା, ଏସ୍‌.ଏମ୍‌.ସି. ସଭାପତି ଶ୍ରୀଯୁକ୍ତ କଳ୍ପ ବାଣୁଆ, ପୂର୍ବତନ ଜିଲ୍ଲା ବିଜେପି ସଭାପତି ନିମାଇଁ ପାଲ, ପରିତୋଶ ସରକାର, ନାରାୟଣ ସରକାର, ସମୀର ମିସ୍ତ୍ରୀ ପ୍ରମୁଖ ମଞ୍ଚାସୀନ ଅତିଥି ଭାବେ ଉପସ୍ଥିତ ଥିଲେ।ମେଳାର ମୁଖ୍ୟ ଆକର୍ଷଣ ଥିଲା Talent Gallery, Career Counselling, ମାଲକାନଗିରିର ଆଞ୍ଚଳିକ ଇତିହାସ ଆଧାରିତ ପ୍ରଦର୍ଶନୀ, Business Summit  ଦୋକାନ ଯାତ୍ରା, ଖାଦ୍ୟ ଷ୍ଟଲ୍,ଗୁପ୍ ଚୁପ୍, ବିରିୟାନୀ, ମାଣ୍ଡିଆ ଲଡୁ, ରାଶି ଲଡୁ, ପୁରୁଣା/ଆବର୍ଜନା ଜିନିଷରୁ ନୂଆ ଉପଯୋଗୀ ବସ୍ତୁ ତିଆରି କରିବାର ଏକ ପ୍ରତିଯୋଗିତା/ପ୍ରଦର୍ଶନୀ ବହୁତ ଗୁଡିଏ ଘର ସଜେଇବା ସମାଗ୍ରୀ , ସାହିତ୍ୟ ସୃଜନୀ, ୱାଲ ମଗାଜିଂ ଓ ପେରେଣ୍ଟସ ଅଜ ଏ ପାଟନର ଭଳି ବିଭିନ୍ନ ଷ୍ଟଲ୍, ଯାହା ଛାତ୍ରଛାତ୍ରୀ ଓ ଅଭିଭାବକମାନଙ୍କୁ ଆକର୍ଷିତ କରିଥିଲାକାର୍ଯ୍ୟକ୍ରମର ଆବାହକ ଥିଲେ ପ୍ରଧାନ ଶିକ୍ଷକ ଶ୍ରୀଯୁକ୍ତ ମନୋଜ କୁମାର ମିଶ୍ର। ସେ ଅତିଥିମାନଙ୍କୁ ସ୍ୱାଗତ କରି କହିଥିଲେ ଯେ, ଏପରି କାର୍ଯ୍ୟକ୍ରମ ଛାତ୍ରଛାତ୍ରୀମାନଙ୍କ ମଧ୍ୟରେ ଆତ୍ମବିଶ୍ୱାସ, ସୃଜନଶୀଳତା ଓ ଭବିଷ୍ୟତ ପ୍ରତି ସଚେତନତା ବୃଦ୍ଧି କରିବlକାର୍ଯ୍ୟକ୍ରମ ଶେଷରେ କୁନି ପିଲାମାନଙ୍କ ଦ୍ୱାରା ପରିବେଷିତ ସାମାଜିକ ବାର୍ତ୍ତାବାହୀ ନାଟକ ସମସ୍ତଙ୍କ ମନ ଜିତିଥିଲା। ପିଏମ୍‌ ଶ୍ରୀ ଅନ୍ତର୍ଗତ ବିଭିନ୍ନ କ୍ରୀଡ଼ା ଓ ପ୍ରତିଯୋଗିତାର କୃତି ପ୍ରତିଯୋଗୀମାନଙ୍କୁ ଅତିଥିମାନଙ୍କ ହାତରେ ପୁରସ୍କାର ବିତରଣ କରାଯାଇଥିଲା।


News Comment




Photo in News

Advertisment
Lastest News
  ଜିଲ୍ଲା  
ଷ୍ଟେଟ୍ ୟୁନିଅନ୍ ଅଫ୍ ଜର୍ଣ୍ଣାଲିଷ୍ଟ୍, ବଲାଙ୍ଗୀର ଶାଖାର ବୈଠକ   23-Oct-2026
  ଜିଲ୍ଲା  
ଜିଲ୍ଲା ସ୍ତରୀୟ ଶିଶୁ ମହୋତ୍ସବ "ଉତ୍ସାହ ୨୦୨୬ ଅନୁଷ୍ଠିତ" ।   23-Oct-2026
  ଜିଲ୍ଲା  
ପଶ୍ଚିମ ଓଡ଼ିଶାର ପ୍ରସିଦ୍ଧ ନୃତ୍ୟଶିଳ୍ପୀ କଳ୍ପନା ବ୍ୟାସଙ୍କୁ ଚାଦୋତରା ଦୁର୍ଗା ପୂଜା କମିଟିର ସମ୍ମାନ   23-Oct-2026
  ଜିଲ୍ଲା  
*ସୁବର୍ଣ୍ଣପୁର ଐତିହାସିକ ପ୍ରସିଦ୍ଧ ମହାବଳୀ ଯାତ୍ରା ସଂପନ୍ନ*   22-Oct-2026
  ଜିଲ୍ଲା  
ଟିଟିଲାଗଡ ହାଟପଦାପଡ଼ା ତରଫରୁ ୧୪ ତମ ରାବଣ ପୋଡି ମହୋତ୍ସବ♦️ ବିଜେପି ବିଧାୟକ ନବିନ ଜୈନ ପୂର୍ବତନ ମନ୍ତ୍ରୀ ଶ୍ରୀମତି ଟୁକୁନି ସାହୁଙ୍କୁ ଦେଲେ ଜବାବ    22-Oct-2026
  ଜିଲ୍ଲା  
*ସୋନପୁର ବ୍ଲକ ଛକ ଦୁର୍ଗା ପୂଜା ରାବଣ ପୋଡ଼ି ଉତ୍ସବ ରେ ଅଗଣିତ ଦର୍ଶକ*-   22-Oct-2026
  ଜିଲ୍ଲା  
ମହାଦେବପାଳି ଦୁର୍ଗାପୂଜା,ରାବଣ ବଧ ସହ ରାବଣରାଜ ଉଦଯାପିତ   21-Oct-2026
  ଜିଲ୍ଲା  
ମା’ ସୁରେଶ୍ୱରୀଙ୍କ ମହାଲକ୍ଷ୍ମୀ ବେଶ   21-Oct-2026
  ଜିଲ୍ଲା  
ସମଲେଇପୂଜା ଅବସରରେ ଯାଦବ ସମାଜର ବନ୍ଧୁ ମିଳନ   21-Oct-2026
  ଜିଲ୍ଲା  
କଣ୍ଟାମାଳରେ ଜମୁଛି ଶାରଦୀୟ ଦୁର୍ଗାପୂଜାର ଆସର♦️ ଆକର୍ଷଣୀୟ ତୋରଣ ଓ ରଙ୍ଗିନ ଆଲୋକମାଳାରେ ଝଲସୁଛି ଅଞ୍ଚଳ   21-Oct-2026
  ଜିଲ୍ଲା  
*ଡାବୁଗାଁ ଦୁର୍ଗାପୂଜାରେ ଶତାଧିକ ଭକ୍ତଙ୍କ ସମାଗମରେ ସମ୍ପନ୍ନ ହେଲା ପୂର୍ଣ୍ଣାହୁତି*   21-Oct-2026
  ଜିଲ୍ଲା  
*ଜିଲ୍ଲା ପୋଲିସ ପକ୍ଷରୁ ୬୬ ତମ ଶହୀଦ ସ୍ମୃତି ଦିବସ ପାଳିତ*   21-Oct-2026

You Might Also Like