-+91-9937148622 |

prerana_bgr@rediffmail.com |

  Wednesday 28th October 2026 |

| | | |

R.N.I. Regd No. ODIODI/2010/46693

Breaking News

ସମଲେଇ ମନ୍ଦିରରେ ହୁଳହୁଲି ଓ ଶଙ୍ଖଫୁଙ୍କା ପ୍ରତିଯୋଗିତା♦️ ପିପି ଏକାଡେମୀରେ କବିତା ଆସର    (27-Oct-2026)       ||      ଅଲ୍ ଇଣ୍ଡିଆ ପୋଷ୍ଟାଲ ଏମ୍ପ୍ଲଇଜ୍ ୟୁନିଅନ୍ ଗ୍ରୁପ୍-ସି, ବଲାଙ୍ଗୀର ଡାକ ମଣ୍ଡଲ ର ୧୩ତମ ଦ୍ୱିବାର୍ଷିକ ମଣ୍ଡଳ ଅଧିବେଶନ    (27-Oct-2026)       ||      ଦଶହରା ଫୁଟବଲ ଧମାକା ଝାରମୁଣ୍ଡା -2026   (27-Oct-2026)       ||      ଅଇଁଲାମୁଣ୍ଡା ଠାରେ ଡ଼ୁମାଳ ସମାଜର ମାହେଶ୍ୱରୀ ଖୁଣ୍ଟ ପୂଜା ଅନୁଷ୍ଠିତ   (27-Oct-2026)       ||      ଲକ୍ଷେ ଘର ଗଣ୍ଡା ସମାଜ ପକ୍ଷରୁ ନୁଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (27-Oct-2026)       ||      ଜୋନକନ୍-୨୦୨୬ରେ ଜେସିଆଇ ଟିଟିଲାଗଡ଼ ସିଟିର ଐତିହାସିକ ସଫଳତା: ଶୈଳେଶ ପ୍ରସାଦ ଗୋଏଲ ଶ୍ରେଷ୍ଠ ସଭାପତି   (27-Oct-2026)       ||      ଚିନାଯୁରୀରେ ପଂଚାୟତସ୍ତରୀୟ ଜନ ଅଭିଯୋଗ ଶୁଣାଣୀ   (27-Oct-2026)       ||      ବରିଷ୍ଠ ନୋଟାରୀ ଅଶ୍ୱିନୀ ମିଶ୍ର ଙ୍କ ବିୟୋଗରେ ଜିଲ୍ଲା ଓକିଲ ସଂଘ ପକ୍ଷରୁ ଶୋକସଭା    (27-Oct-2026)       ||      ସଂକଳ୍ପ ଖୋଲୁଛି ସୁଯୋଗର ଦ୍ୱାର, ସାହସ ଦେଉଛି ପରିବର୍ତ୍ତନକୁ ଗତି: ଓଡ଼ିଶାର ମହିଳାଙ୍କ ହାତରେ ନୂଆ ଭବିଷ୍ୟତର ଷ୍ଟିଅରିଂ   (27-Oct-2026)       ||      ଲୋଇସିଂହା ଠାରେ ବିଜେପି ପକ୍ଷରୁ ଯଶସ୍ବୀ ପ୍ରଧାନମନ୍ତ୍ରୀ ଙ୍କ ବାପା ଓ ମା ପ୍ରତି ଅଶାଳୀନ ମନ୍ତବ୍ୟ କୁ ନେଇ କଂଗ୍ରେସ ଅଧ୍ୟକ୍ଷ ଙ୍କ ବିରୁଦ୍ଧରେ ପ୍ରତିବାଦ କାର୍ଯ୍ୟକ୍ରମ   (26-Oct-2026)       ||      ବଲାଙ୍ଗୀରିଏନ ବୀରାଙ୍ଗନା”ଅନୁଷ୍ଠାନ ପକ୍ଷରୁ ନ୍ୟୁତ୍ୟ ପ୍ରତିଯୋଗୀତା   (26-Oct-2026)       ||      ଜାତୀୟ ଲନ୍‌ବଲ୍‌ ଉଦ୍‌ଯାପିତ: ଓଡ଼ିଶାକୁ ୩ ସ୍ବର୍ଣ୍ଣ ସହ ୫ ପଦକ ରାଜେଶ୍ବରୀ ବ୍ୟକ୍ତିଗତ ବର୍ଗ, ଓଡ଼ିଶା ୧୮ବର୍ଷରୁ କମ୍‌ ବର୍ଗରେ ଓଭରଅଲ୍‌ ବିଜେତା   (26-Oct-2026)       ||      *ଡାବୁଗାଁରେ ମାଁ ଗଜଲକ୍ଷ୍ମୀ ପୂଜା ଆରମ୍ଭ*   (26-Oct-2026)       ||      ବରଗଡ଼ ଧନୁଯାତ୍ରାରୁ କଂସ ଅଭିନେତା ସୁଶିଲ ମେହେରଙ୍କ ଅବ୍ୟାହତି   (26-Oct-2026)       ||      At the Lotus Feet of Maa Mahalakshmi: A Lifelong Vow of Devotion,Duty and Surrender    (26-Oct-2026)       ||      ରାସ୍ତା କଡ଼ ରେ କଇଁଛ ଉଦ୍ଧାର କରି ବନ ବିଭାଗକୁ ହସ୍ତାନ୍ତର କଲେ ପ୍ରକୃତି ପ୍ରେମୀ ବ୍ୟାସଦେବ   (26-Oct-2026)       ||      ହେମଗିରି ବ୍ଲକ ପରିସରରେ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଅନୁଷ୍ଠିତ   (26-Oct-2026)       ||      ଜିଲ୍ଲା ପ୍ରଶାସନ ପକ୍ଷରୁ ସାଧୁତା ଓ ଦୁର୍ନୀତି ନିବାରଣ ଶପଥ ପାଠ କାର୍ଯ୍ୟକ୍ରମ   (26-Oct-2026)       ||      ଫୁଲାପାଲିରେ ପ୍ରଥମ ଦଶହରା କପ୍ ଫୁଟବଲ ଉଦଯାପିତ, ଟ୍ରାଇବ୍ରେକରରେ ଜୟଦେବ ଏକାଦଶ ଚାମ୍ପିଅନ    (26-Oct-2026)       ||      ଟିଟିଲାଗଡ ଲାୟନ କ୍ଲବ ତରଫରୁ ପିସ ପୋଷ୍ଟର ପ୍ରତିଯୋଗିତା ଅନୁଷ୍ଠିତ    (26-Oct-2026)       ||     

HOME   ଜିଲ୍ଲା

ଜରାସିଂହା ପିଏମଶ୍ରୀ ନେତ୍ରଭାନୁହାଇସ୍କୁଲର ପ୍ଲାଟିନମଜୁବୁଲି ଉତ୍ସବ♦️ଗାଁ ରାଜନୀତି ଯୋଗୁଁ ହୋଇପାରୁନି ଅନେକ ସ୍କୁଲକଲେଜର ଉତ୍ସବ-ଡ.ଅରୁଣ ସାହୁ

05-Feb-2026



ବଲାଙ୍ଗିର(ପ୍ରେରଣା ଖବର)-ବଲାଙ୍ଗୀର ଜିଲ୍ଲା ଦେଓଗାଁ ବ୍ଲକର ଐତିହାସିକ ଗ୍ରାମ ଜରାସିଂହାର ପିଏମଶ୍ରୀ ହାଇସ୍କୁଲର ୭୫ବର୍ଷ ପୂର୍ତ୍ତିରେ ପ୍ଲାଟିନମ ଜୁବୁଲି ପାଳିତ ହେଉଛି । ଆଜି ଏହାର ଉଦଘାଟନୀ ଉତ୍ସବରେ ମୁଖ୍ୟଅତିଥି ଭାବରେ ବଲାଙ୍ଗୀର ବିଧାୟକ କଳିକେଶନାରାୟଣ ସିଂଦେଓ,ବରେଣ୍ୟ ଅତିଥି ଭାବରେ ପୂର୍ବତନ ମନ୍ତ୍ରୀ ତଥା ନୟାଗଡ ବିଧାୟକ ଡ.ଅରୁଣ କୁମାର ସାହୁ ଓ ମୁଖ୍ୟବକ୍ତା ଭାବରେ ସମ୍ବାଦଗ୍ରୁପର ଅଧ୍ୟକ୍ଷ ତଥା ପୂର୍ବତନ ସାଂସଦ ସୌମ୍ୟରଂଜନ ପଟ୍ଟନାୟକ ଯୋଗ ଦେଇ ଦେବୀ ପାଟଖଣ୍ଡା,ପୂର୍ବତନମୁଖ୍ୟମନ୍ତ୍ରୀ ନବକୃଷ୍ଣ

ଚୌଧୁରୀ ଓ ସ୍କୁଲର ପ୍ରତିଷ୍ଠାତା ଲାଲଜଗନ୍ନାଥ ପ୍ରସାଦ୍ ସିଂଦେଓଙ୍କ ପ୍ରତିକୃତିରେ ମାଲ୍ୟାର୍ପଣକରି ଉତ୍ସବକୁ ଆନୁଷ୍ଠାନିକ ଭାବରେ ଉଦଘାଟନ କରିଥିଲେ ।  ବିଦ୍ୟାଳୟର ପୁରାତନ ଛାତ୍ରସଂସଦ ପକ୍ଷରୁ ଜୁବୁଲିପାଳନ କମିଟିର ଅଧ୍ୟକ୍ଷ ଲକ୍ଷ୍ମଣ କୁମାର ମେହେରଙ୍କ ସଭାପତିତ୍ୱ ଓ ସଂଯୋଜନାରେ ଅନୁଷ୍ଠିତ ଏହି ଉତ୍ସବରେ କମିଟିର ଉପଦେଷ୍ଟା ପୁରାତନଛାତ୍ର ତଥା ପୂର୍ବତନ ବିଧାୟକ ଯଜେ୍ଞଶ୍ୱର ବାବୁ ଜୁବୁଲିର ଉଦ୍ଦେଶ୍ୟ ଜ୍ଞାପନ କରି ବିଦ୍ୟାଳୟର ଐତିହ୍ୟଉପରେ ବକ୍ତବ୍ୟ ରଖିଥିଲେ । ମୁଖ୍ୟଅତିଥି ଶ୍ରୀ ସିଂଦେଓ ଜରାସିଂହା ମାଟି ସହ ତାଙ୍କର ପାରିବାରିକ ସମ୍ପର୍କ ରହିଥିବା ଓ ଏଠିକାର ସାମଗ୍ରୀକ ବିକାଶ ତାଙ୍କର ଲକ୍ଷ୍ୟ ବୋଲି କହିଥିଲେ । ପୁରାତନଛାତ୍ରମାନେ ହେଉଛନ୍ତି ଶିକ୍ଷାନୁଷ୍ଟାନମାନଙ୍କର ସମ୍ପତ୍ତି । ସ୍କୁଲକଲେଜରେ ପାଠପଢିବାଠାରୁ ରାଜନୀତି କରିବା ପର୍ଯ୍ୟନ୍ତ ସମୟରେ ସେ ଅନେକ ସୁଖଦ ଓ ତିକ୍ତ ଅନୁଭବ ରଖିଛନ୍ତି । ସ୍କୁଲକଲେଜ ମାନଙ୍କରେ ଉତ୍ସବ ପାଳିତ ହେଲେ ଛାତ୍ରଛାତ୍ରୀମାନଙ୍କର ଭବିଷ୍ୟତ ପାଇଁ ଏକ ସୁଖଦ ଅନୁଭୁତି ରହିଥାଏ ଓ ବୌଦ୍ଧିକ ବିକାଶ ହୁଏ । ତେବେ ଅନେକ ଗାଁମାନଙ୍କରେ ରାଜନୀତି କାରଣରୁ ସ୍କୁଲକଲେଜ ମାନଙ୍କରେ ଉତ୍ସବ ପାଳିତ ହୋଇ ପାରୁନାହିଁ ବୋଲି କହିବା ସହିତ ଶିକ୍ଷାନୁଷ୍ଠାନରେ ଉନ୍ନତ ଶିକ୍ଷାରେ ସମସ୍ତଙ୍କର ସହଭାଗିତା ରହିବା ଆବଶ୍ୟକ ବୋଲି ମତଦେଇଥିଲେ । ଯେଉଁମାନେ ପାଠପଢିଥିବା ଅନୁଷ୍ଠାନ ପ୍ରତି ଅନୁରକ୍ତି ନାହିଁ ସେମାନେ ସମାଜ ପାଇଁ କେବେ ବି ମଙ୍ଗଳକର ନୁହଁନ୍ତି ବୋଲି ଡ.ଅରୁଣ ସାହୁ କହିଥିଲେ । ଠିକ ସେହିପରି ସମ୍ବାଦଗ୍ରୁପର ଅଧ୍ୟକ୍ଷ ସୌମ୍ୟରଂଜନ ପଟ୍ଟନାୟକ ତାଙ୍କ ବକ୍ତବ୍ୟରେ ମାଁ,ମାଟି,ମାତୃଭାଷାକୁ ସମ୍ମାନ ଜଣାଇ ମଦମୁକ୍ତ

ଓଡିଶା ଗଠନ ପାଇଁ ଛାତ୍ରଛାତ୍ରୀ ଜୀବନର ଲକ୍ଷ୍ୟରଖନ୍ତୁ ବୋଲି ପରାମର୍ଶ ଦେଇଥିଲେ । ଜୀବନରେ ଉନ୍ନତି କରିବାକୁ ହେଲେ ନିଜକୁ ନୀରୋଗୀ,ନୀର୍ଭିକ,ନିରାଡମ୍ବର ଓ ନିଶାମୁକ୍ତ ହେବାକୁ ପଡିବ ବୋଲି କହିଥିଲେ । ସ୍କୁଲମାନଙ୍କରେ ଶିକ୍ଷାର ଗୁଣାତ୍ମକ ମାନ ବଢାଇବାକୁ ହେଲେ ଅଭିଭାବକ, ପୁରାତନ ଛାତ୍ରମାନଙ୍କୁ ଅଧିକ କ୍ରୀୟାଶୀଳ ହେବାକୁ ସେ ପରାମର୍ଶ ଦେଇଥିଲେ । ଏହି ଅବସରରେ ସ୍କୁଲରେ ପାଠପଢି ବିଭିନ୍ନ କ୍ଷେତ୍ରରେ ଉଲ୍ଲେଖନୀୟ ଅବଦାନ ପାଇଁ ଡ.ହରିଶ୍ଚନ୍ଦ୍ର ନାୟକଙ୍କ ସମେତ ଅନ୍ୟାନ୍ୟ ବିଶିଷ୍ଟବ୍ୟକ୍ତିଙ୍କୁ ସମ୍ମର୍ଦ୍ଧିତ କରାଯାଇଥିଲା । ଅନ୍ୟମାନଙ୍କମଧ୍ୟରେ ସ୍ମରଣିକା କମିଟିର  ଅଧ୍ୟକ୍ଷ ଉମାଶଙ୍କର ସିଂ, ଉପସଭାପତି କନିୟରଲାଲ ସାମଲ,କୋଷାଧ୍ୟକ୍ଷ ଚିତ୍ତରଂଜନ ଥନାପତି,ପ୍ରଚାରପ୍ରସାର କମିଟିର ଅଧ୍ୟକ୍ଷ ଦେବୀ ପ୍ରସାଦ ନାୟକ,ଅର୍ଥକମିଟିର ଅଧ୍ୟକ୍ଷ କର୍ତ୍ତାରସିଂ କୁମ୍ଭାର, ସମିତିସଭ୍ୟ ଅମିତ ତ୍ରୀପାଠୀ ମଞ୍ଚାସୀନ ଥିଲେ । ଶେଷରେ କମିଟିର ଉପସଭାପତି ସତ୍ୟନାରାୟଣ ପାଣି ସମସ୍ତଙ୍କୁ ଧନ୍ୟବାଦ ଅର୍ପଣ କରିଥିଲେ । ସାଂସ୍କୃତିକ ସଭାପରେ ଛାତ୍ରଛାତ୍ରୀଙ୍କ ଦ୍ୱାରା ସାଂସ୍କୃତିକ କାର୍ଯ୍ୟକ୍ରମ ପରିବେଷଣ କରାଯାଇଥିଲା ।


News Comment




Photo in News

Advertisment
Lastest News
  ଜିଲ୍ଲା  
ସମଲେଇ ମନ୍ଦିରରେ ହୁଳହୁଲି ଓ ଶଙ୍ଖଫୁଙ୍କା ପ୍ରତିଯୋଗିତା♦️ ପିପି ଏକାଡେମୀରେ କବିତା ଆସର   27-Oct-2026
  ଜିଲ୍ଲା  
ଅଲ୍ ଇଣ୍ଡିଆ ପୋଷ୍ଟାଲ ଏମ୍ପ୍ଲଇଜ୍ ୟୁନିଅନ୍ ଗ୍ରୁପ୍-ସି, ବଲାଙ୍ଗୀର ଡାକ ମଣ୍ଡଲ ର ୧୩ତମ ଦ୍ୱିବାର୍ଷିକ ମଣ୍ଡଳ ଅଧିବେଶନ   27-Oct-2026
  ଜିଲ୍ଲା  
ଦଶହରା ଫୁଟବଲ ଧମାକା ଝାରମୁଣ୍ଡା -2026   27-Oct-2026
  ଜିଲ୍ଲା  
ଅଇଁଲାମୁଣ୍ଡା ଠାରେ ଡ଼ୁମାଳ ସମାଜର ମାହେଶ୍ୱରୀ ଖୁଣ୍ଟ ପୂଜା ଅନୁଷ୍ଠିତ   27-Oct-2026
  ଜିଲ୍ଲା  
ଲକ୍ଷେ ଘର ଗଣ୍ଡା ସମାଜ ପକ୍ଷରୁ ନୁଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   27-Oct-2026
  ଜିଲ୍ଲା  
ଜୋନକନ୍-୨୦୨୬ରେ ଜେସିଆଇ ଟିଟିଲାଗଡ଼ ସିଟିର ଐତିହାସିକ ସଫଳତା: ଶୈଳେଶ ପ୍ରସାଦ ଗୋଏଲ ଶ୍ରେଷ୍ଠ ସଭାପତି   27-Oct-2026
  ଜିଲ୍ଲା  
ଚିନାଯୁରୀରେ ପଂଚାୟତସ୍ତରୀୟ ଜନ ଅଭିଯୋଗ ଶୁଣାଣୀ   27-Oct-2026
  ରାଜ୍ୟ  
ବରିଷ୍ଠ ନୋଟାରୀ ଅଶ୍ୱିନୀ ମିଶ୍ର ଙ୍କ ବିୟୋଗରେ ଜିଲ୍ଲା ଓକିଲ ସଂଘ ପକ୍ଷରୁ ଶୋକସଭା   27-Oct-2026
  ଜିଲ୍ଲା  
ସଂକଳ୍ପ ଖୋଲୁଛି ସୁଯୋଗର ଦ୍ୱାର, ସାହସ ଦେଉଛି ପରିବର୍ତ୍ତନକୁ ଗତି: ଓଡ଼ିଶାର ମହିଳାଙ୍କ ହାତରେ ନୂଆ ଭବିଷ୍ୟତର ଷ୍ଟିଅରିଂ   27-Oct-2026
  ଜିଲ୍ଲା  
ଲୋଇସିଂହା ଠାରେ ବିଜେପି ପକ୍ଷରୁ ଯଶସ୍ବୀ ପ୍ରଧାନମନ୍ତ୍ରୀ ଙ୍କ ବାପା ଓ ମା ପ୍ରତି ଅଶାଳୀନ ମନ୍ତବ୍ୟ କୁ ନେଇ କଂଗ୍ରେସ ଅଧ୍ୟକ୍ଷ ଙ୍କ ବିରୁଦ୍ଧରେ ପ୍ରତିବାଦ କାର୍ଯ୍ୟକ୍ରମ   26-Oct-2026
  ଜିଲ୍ଲା  
ବଲାଙ୍ଗୀରିଏନ ବୀରାଙ୍ଗନା”ଅନୁଷ୍ଠାନ ପକ୍ଷରୁ ନ୍ୟୁତ୍ୟ ପ୍ରତିଯୋଗୀତା   26-Oct-2026
  ଜିଲ୍ଲା  
ଜାତୀୟ ଲନ୍‌ବଲ୍‌ ଉଦ୍‌ଯାପିତ: ଓଡ଼ିଶାକୁ ୩ ସ୍ବର୍ଣ୍ଣ ସହ ୫ ପଦକ ରାଜେଶ୍ବରୀ ବ୍ୟକ୍ତିଗତ ବର୍ଗ, ଓଡ଼ିଶା ୧୮ବର୍ଷରୁ କମ୍‌ ବର୍ଗରେ ଓଭରଅଲ୍‌ ବିଜେତା   26-Oct-2026

You Might Also Like