-+91-9937148622 |

prerana_bgr@rediffmail.com |

  Monday 26th October 2026 |

| | | |

R.N.I. Regd No. ODIODI/2010/46693

Breaking News

ଭୁବନେଶ୍ୱର ମହାନଗର ନିଗମ ୱାର୍ଡ ନମ୍ବର ୨୬ରେ ଓଜେସିର ବିଶାଳ କର୍ମକର୍ତ୍ତା ସମ୍ମିଳନୀ    (25-Oct-2026)       ||      ମୃଦୁରେଖା ଡ୍ୟାନ୍ସ ଏକାଡେମୀ’ ପକ୍ଷରୁ ସାଂସ୍କୃତିକ ମହୋତ୍ସବ ‘ମୃଦମ୍-୨୦୨୬’ ଆୟୋଜିତ   (25-Oct-2026)       ||      ସଦାଇପାଲିରେ ଆରମ୍ଭ ହେଲା ୩୦ତମ ବର୍ଷ ଗଜଲକ୍ଷ୍ମୀ ପୂଜା କଳସ ଯାତ୍ରାରେ ସାମିଲ ହେଲେ ଶତାଧିକ ମହିଳା ଓ ବ୍ରତଧାରୀ   (25-Oct-2026)       ||      ଜାତୀୟ ଲନ୍‌ବଲ୍‌: ସେମିଫାଇନାଲ୍‌ରେ ଶୁଭ୍ରାଂଶୁ, ରାଜେଶ୍ବର   (25-Oct-2026)       ||      ରାଜବୈଦ୍ୟ ଚିନ୍ତାମଣି ବେହେରା ସ୍ମୃତି ପରିଷଦ, ବଲାଙ୍ଗିରର ପଞ୍ଚମ ବାର୍ଷିକ ଉତ୍ସବ ଅନୁଷ୍ଠିତ   (25-Oct-2026)       ||      ମେରାହୁନର “ପକ୍ଷରୁ ଆର୍ଟ ଏଣ୍ଡ କ୍ରାଫ୍ଟ” ଓ ସଂପୂର୍ଣ୍ଣା ପକ୍ଷରୁ ମେହେନ୍ଦି ପ୍ରତିଯୋଗିତା   (25-Oct-2026)       ||      ରାଜବୈଦ୍ୟ ଚିନ୍ତାମଣି ବେହେରା ସ୍ମୃତି ପରିଷଦ, ବଲାଙ୍ଗିରର ପଞ୍ଚମ ବାର୍ଷିକ ଉତ୍ସବ ଅନୁଷ୍ଠିତ   (25-Oct-2026)       ||      ଘରୋଇ ବସରୁ ୩. ୭୭୫ କେଜି ଗଞ୍ଜେଇ ଜବତ,ଦୁଇ ଅଭିଯୁକ୍ତ ଗିରଫ   (25-Oct-2026)       ||      ଗୋପାଳଜୀ ଉଚ୍ଚ ବିଦ୍ୟାଳୟରେ ବନ୍ଧୁ ମିଳନ ଓ ଗୁରୁପୂଜନ ଉତ୍ସବ ପାଳନ   (25-Oct-2026)       ||      ସାମ୍ବାଦିକ ଙ୍କ ପିତୃ ବିୟୋଗ   (25-Oct-2026)       ||      ପଶ୍ଚିମବଙ୍ଗକୁ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ : ପୋଲିସ ଜାଲରେ ଆନ୍ତଃରାଜ୍ୟ ମହିଳା ଚାଲାଣକାରୀ ସହ ଗଞ୍ଜେଇ ଜବତ   (25-Oct-2026)       ||      ଭରତ ଜାତିସଂଘ ପାଣ୍ଠି ଗ୍ଲୋବାଲ୍ ସାଉଥ୍ ସହିତ ଭାରତର ବ୍ୟାପକ ଭାଗିଦାରୀ ର ଏକ ଅଂଶ: ସଂଗୀତା ସିଂଦେଓ    (25-Oct-2026)       ||      ଲୋଇସିଂହା ଓ ଆଗଲପୁର ଗୋଣ୍ଡୱାନା ଗୋଣ୍ଡ ସମାଜ ର ବ୍ଲକ ସ୍ତରୀୟ ନୂଆଁଖାଇ ଭେଟଘାଟ୍   (24-Oct-2026)       ||      ଟାସ୍କଫୋର୍ସ ଅଧ୍ୟକ୍ଷ ଉପମୁଖ୍ୟମନ୍ତ୍ରୀଙ୍କ ଜିଲ୍ଲାରେ ଅନ୍ୟରାଜ୍ୟର ଦାଦନମାଫିଆ ସେଠ୍ ମାନଙ୍କର ଅବାଧ ବିଚରଣ♦️କୋଟିପତି ସର୍ଦ୍ଦାରଙ୍କ ଅନ୍ୟାୟୋପାର୍ଜିତ ସମ୍ପତ୍ତିର ଇଡି ତଦନ୍ତ ହେଉ  !     (24-Oct-2026)       ||      ଚିନାଜୁରୀ ଠାରେ ନୂତନ ପେକ୍ସ ଗଠନ ପାଇଁ ପ୍ରସ୍ତୁତି ବୈଠକ   (24-Oct-2026)       ||      ବିଶ୍ୱ ପୋଲିଓ ଦିବସ ଅବସରରେ ରୋଟାରୀ ଜିଲ୍ଲା ୩୨୬୨ ପକ୍ଷରୁ ବିଶାଳ ମାରାଥନ୍ ଆୟୋଜିତ   (24-Oct-2026)       ||      ସ୍ୱାସ୍ଥ୍ୟସେବା ଓ ଆୟୁଷ୍ମାନ ବାୟୋ ବନ୍ଦନା କାର୍ଡ ରେଜିଷ୍ଟ୍ରେସନ ଶିବିର    (24-Oct-2026)       ||      ବରଗଡ଼ରେ ୨୪ଟି ଦିବ୍ୟ ରୂପରେ ମହାପ୍ରଭୁଙ୍କ ଦର୍ଶନ, ଉଦଯାପିତ ହେଲା ୨୪ ଦିବ୍ୟ ବେଶ ସମ୍ଭାର   (24-Oct-2026)       ||      ଶୁଭ୍ରାଂଶୁ, ରୋଶନୀ, ସୀମାଙ୍କ କ୍ରମାଗତ ବିଜୟ ଜାତୀୟ ଲନ୍‌ବଲ୍‌ ଦ୍ବିତୀୟ ଦିନ   (24-Oct-2026)       ||      ବରିଷ୍ଠ ଆଇନଜୀବୀ ଅଶ୍ୱିନୀ ମିଶ୍ର ଙ୍କ ପରଲୋକ    (24-Oct-2026)       ||     

HOME   ଜିଲ୍ଲା

*ନୂଆପଡ଼ା ଜିଲ୍ଲାପାଳଙ୍କ ଜଳସେଚନ ବିଭାଗ (ମଧ୍ୟମ) କାର୍ଯ୍ୟାବଳୀର ମାସିକ ସମୀକ୍ଷା ବୈଠକ ଅନୁଷ୍ଠିତ l ସମସ୍ତ ପ୍ରକଳ୍ପର ଗୁଣବତ୍ତା ଠିକ୍ ରହିବା ସହିତ ସମୟ ସୀମା ମଧ୍ୟରେ କାର୍ଯ୍ୟ ସମାପ୍ତ ହେବ - ଜିଲ୍ଲାପାଳ*

07-Feb-2026



(ଡୋଲେଶ୍ୱର ବାଗ)
ନୂଆପଡ଼ା ଜିଲ୍ଲାପାଳ ମଧୁସୂଦନ ଦାଶଙ୍କ ଅଧ୍ୟକ୍ଷତାରେ ଜିଲ୍ଲାପାଳଙ୍କ ସମ୍ମିଳନୀ କକ୍ଷରେ ଜଳସେଚନ ବିଭାଗ (ମଧ୍ୟମ ଜଳସେଚନ ପ୍ରକଳ୍ପ)ର କାର୍ଯ୍ୟାବଳୀର ମାସିକ ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଯାଇଛି । ଏଥିରେ ଜଳସେଚନ ବିଭାଗର ନିର୍ବାହୀ ଯନ୍ତ୍ରୀ  ରୋହିତ ଅଗ୍ରୱାଲ କାର୍ଯ୍ୟ ଖସଡା ଓ ସଫଳତାର ବିବରଣୀ ଉପସ୍ଥାପନା କରିଥିଲେ । ସର୍ବ ପ୍ରଥମେ, ନୂଆପଡ଼ା ଜିଲ୍ଲାର ସଫଳ ରବି ଜଳସେଚନ ବିଷୟରେ ସମ୍ୟକ ଭାବେ ଆଲୋଚନା କରାଯାଇଥିଲା ।
ବିଭାଗ ଦ୍ଵାରା ଖରିଫ୍ ଋତୁରେ ୨୨୬୨୫ ଏଵଂ ରବି ରେ ୬୯୭୪ ହେକ୍ଟର ଜମିକୁ ଜଳସେଚନ ସୁବିଧା ଯୋଗାଇ ଦିଆଯାଉଛି l ଏହାଦ୍ଵାରା ୧୧୮ ଟି ଗ୍ରାମର ଚାଷୀ ୫୨ ଟି ପାଣି ପଞ୍ଚାୟତ ଦ୍ଵାରା ଉପକୃତ ହେଉଛନ୍ତି l ଜିଲ୍ଲାପାଳଙ୍କ ପୂର୍ବ ସମୀକ୍ଷା ବୈଠକରେ ୩ ଗୋଟି ସର୍ଭିସ ରୋଡ଼, ୫ ଗୋଟି ନଦୀବନ୍ଧ ସୁରକ୍ଷା କାର୍ଯ୍ୟ, ସାଇପଲା ନଦୀବନ୍ଧର ଉନ୍ନତିକରଣ, ୬ ଗୋଟି ମଧ୍ୟମ ଜଳସେଚନ ପ୍ରକଳ୍ପର କେନାଲ ଲାଇନିଙ୍ଗ, ମରାମତି ଓ ରକ୍ଷଣାବେକ୍ଷଣ କାର୍ଯ୍ୟ ସମ୍ବନ୍ଧରେ ଆଲୋଚନା ହୋଇଥିଲା l ପ୍ରକଳ୍ପ ଗୁଡ଼ିକର କାର୍ଯ୍ୟ ଗୁଣବତ୍ତାକୁ ବଜାୟରଖି  ସମୟସୀମା ମଧ୍ୟରେ ଶୀଘ୍ର ସମ୍ପାଦନ କରିବା ନିମନ୍ତେ ଜିଲ୍ଲାପାଳ ନିର୍ଦ୍ଦେଶ ଦେଇଥିଲେ ।ବର୍ତ୍ତମାନ, ସେଥିମଧ୍ୟରୁ ୧ ଗୋଟି ସର୍ଭିସ ରୋଡ଼ କାମ ସମାପ୍ତ ହୋଇ ସାରିଛି ଅନ୍ୟ ଦୁଇ ଗୋଟି ସର୍ଭିସ ରୋଡ଼ ୭୦ ପ୍ରତିଶତ ସମ୍ପୂର୍ଣ୍ଣ ହୋଇଛି । କେନାଲ ଲାଇନିଙ୍ଗ, ମରାମତି ଓ ରକ୍ଷଣା ବେକ୍ଷଣ କାର୍ଯ୍ୟ ୯୦ ପ୍ରତିଶତ ହୋଇ ସାରିଛି । ବଳକା କାର୍ଯ୍ୟଗୁଡିକୁ ମଧ୍ୟ ସମୟ ସୀମା ମଧ୍ୟରେ ସମ୍ପୂର୍ଣ କରିବା ପାଇଁ ଜିଲ୍ଲାପାଳ ନିର୍ଦ୍ଦେଶ ଦେଇଥିଲେ ।ଜିଲ୍ଲାପାଳ, ମାନ୍ୟବର ମୁଖ୍ୟମନ୍ତ୍ରୀଙ୍କ ଦ୍ବାରା ଘୋଷଣା କରାଯାଇଥିବା ୪  ଗୋଟି କାର୍ଯ୍ୟର ବର୍ତ୍ତମାନର ସ୍ଥିତି ସମ୍ପର୍କରେ ପଚାରି ବୁଝିଥିଲେ । ବର୍ତ୍ତମାନ, ଏହି କାର୍ଯ୍ୟର ଡି ପି ଆର୍ ଓ ଖର୍ଚ୍ଚ ଆକଳନ ପାଇଁ ଉକ୍ତ ସ୍ଥାନଗୁଡିକର ସର୍ଭେ କାର୍ଯ୍ୟ ଜାରୀ ରହିଛି । ଏହା ସରିଲା ପରେ, ଉକ୍ତ ପ୍ରକଳ୍ପ ଗୁଡିକ ପ୍ରାୟତଃ ଜୁନ ମାସରେ ଆରମ୍ଭ ହେବାର ସମ୍ଭାବନା ଅଛି । 
ଏହି ବୈଠକରେ ନୂଆପଡ଼ା ଜଳସେଚନ ବିଭାଜନର ନିର୍ବାହୀ ଯନ୍ତ୍ରୀ, ସହକାରୀ ନିର୍ବାହୀ ଯନ୍ତ୍ରୀ ସୌମ୍ୟ ରଞ୍ଜନ ନାୟକ,  ସହକାରୀ ଯନ୍ତ୍ରୀ ଜ୍ୟୋତିର୍ମୟୀ ଦାସ, ବିଘ୍ନେଶ୍ୱର ପ୍ରଧାନ, ସୁଶାନ୍ତ କିସାନ୍ , ସୌରଭ  ରଞ୍ଜନ ପରିଡ଼ା, ସମସ୍ତ କନିଷ୍ଠ ଯନ୍ତ୍ରୀ ଓ ଜିଲ୍ଲା ସୂଚନା ଓ ଲୋକ ସମ୍ପର୍କ ଅଧିକାରୀ ବିଦ୍ୟାପତି ପଣ୍ଡା ପ୍ରମୁଖ ଉପସ୍ଥିତ ଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଭୁବନେଶ୍ୱର ମହାନଗର ନିଗମ ୱାର୍ଡ ନମ୍ବର ୨୬ରେ ଓଜେସିର ବିଶାଳ କର୍ମକର୍ତ୍ତା ସମ୍ମିଳନୀ   25-Oct-2026
  ଜିଲ୍ଲା  
ମୃଦୁରେଖା ଡ୍ୟାନ୍ସ ଏକାଡେମୀ’ ପକ୍ଷରୁ ସାଂସ୍କୃତିକ ମହୋତ୍ସବ ‘ମୃଦମ୍-୨୦୨୬’ ଆୟୋଜିତ   25-Oct-2026
  ଜିଲ୍ଲା  
ସଦାଇପାଲିରେ ଆରମ୍ଭ ହେଲା ୩୦ତମ ବର୍ଷ ଗଜଲକ୍ଷ୍ମୀ ପୂଜା କଳସ ଯାତ୍ରାରେ ସାମିଲ ହେଲେ ଶତାଧିକ ମହିଳା ଓ ବ୍ରତଧାରୀ   25-Oct-2026
  ଖେଳ  
ଜାତୀୟ ଲନ୍‌ବଲ୍‌: ସେମିଫାଇନାଲ୍‌ରେ ଶୁଭ୍ରାଂଶୁ, ରାଜେଶ୍ବର   25-Oct-2026
  ଜିଲ୍ଲା  
ରାଜବୈଦ୍ୟ ଚିନ୍ତାମଣି ବେହେରା ସ୍ମୃତି ପରିଷଦ, ବଲାଙ୍ଗିରର ପଞ୍ଚମ ବାର୍ଷିକ ଉତ୍ସବ ଅନୁଷ୍ଠିତ   25-Oct-2026
  ଜିଲ୍ଲା  
ମେରାହୁନର “ପକ୍ଷରୁ ଆର୍ଟ ଏଣ୍ଡ କ୍ରାଫ୍ଟ” ଓ ସଂପୂର୍ଣ୍ଣା ପକ୍ଷରୁ ମେହେନ୍ଦି ପ୍ରତିଯୋଗିତା   25-Oct-2026
  ଜିଲ୍ଲା  
ରାଜବୈଦ୍ୟ ଚିନ୍ତାମଣି ବେହେରା ସ୍ମୃତି ପରିଷଦ, ବଲାଙ୍ଗିରର ପଞ୍ଚମ ବାର୍ଷିକ ଉତ୍ସବ ଅନୁଷ୍ଠିତ   25-Oct-2026
  ଜିଲ୍ଲା  
ଘରୋଇ ବସରୁ ୩. ୭୭୫ କେଜି ଗଞ୍ଜେଇ ଜବତ,ଦୁଇ ଅଭିଯୁକ୍ତ ଗିରଫ   25-Oct-2026
  ଜିଲ୍ଲା  
ଗୋପାଳଜୀ ଉଚ୍ଚ ବିଦ୍ୟାଳୟରେ ବନ୍ଧୁ ମିଳନ ଓ ଗୁରୁପୂଜନ ଉତ୍ସବ ପାଳନ   25-Oct-2026
  ଜିଲ୍ଲା  
ସାମ୍ବାଦିକ ଙ୍କ ପିତୃ ବିୟୋଗ   25-Oct-2026
  ଜିଲ୍ଲା  
ପଶ୍ଚିମବଙ୍ଗକୁ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ : ପୋଲିସ ଜାଲରେ ଆନ୍ତଃରାଜ୍ୟ ମହିଳା ଚାଲାଣକାରୀ ସହ ଗଞ୍ଜେଇ ଜବତ   25-Oct-2026
  ଦେଶ ବିଦେଶ  
ଭରତ ଜାତିସଂଘ ପାଣ୍ଠି ଗ୍ଲୋବାଲ୍ ସାଉଥ୍ ସହିତ ଭାରତର ବ୍ୟାପକ ଭାଗିଦାରୀ ର ଏକ ଅଂଶ: ସଂଗୀତା ସିଂଦେଓ   25-Oct-2026

You Might Also Like