-+91-9937148622 |

prerana_bgr@rediffmail.com |

  Friday 30th October 2026 |

| | | |

R.N.I. Regd No. ODIODI/2010/46693

Breaking News

ଏସଆରସି କଂଟ୍ରୋଲ ରୁମରେ ସ୍ଥିତି  ଗଂଜାମ ଓ ଗଜପତି ଜିଲ୍ଲାର ସ୍ଥିତି ସମୀକ୍ଷା♦️  ବାତ୍ୟା ପରବର୍ତ୍ତୀ ସ୍ଥିତିର ନିରନ୍ତର ଅନୁଧ୍ୟାନ ଓ ଜନସାଧାରଣଙ୍କ ସୁରକ୍ଷାକୁ ଗୁରୁତ୍ୱ    (29-Oct-2026)       ||      କଲେଜଛକ କଲ୍ୟାଣମଣ୍ଡପରେ ଚିତ୍ରକଳା ଓ ମଣ୍ଡାପିଠା ତିଆରି ପ୍ରତିଯୋଗିତା ଅନୁଷ୍ଠିତ   (29-Oct-2026)       ||      ସ୍ୱାସ୍ଥ୍ୟ ମନ୍ତ୍ରୀ ଓ ଯାଜପୁର ସାଂସଦଙ୍କ ସରକାର - ବିରୋଧୀ ଆଭିମୁଖ୍ୟକୁ ୮୦ ଲକ୍ଷ ପ୍ରକୃତ ଅନୁସୂଚିତ ଜାତି ଆନ୍ଦୋଳନ ଧମକ ସରକାରୀ ସୁପାରିଶ ବନାମ ରାଜନୈତିକ ହସ୍ତକ୍ଷେପ - କେକେଡି ବିରୋଧୀ ଲଢେଇ ଅଲ୍ ଓଡିଶା କେଉଁତ, କୌବର୍ତ୍ତ ଓ ଧୀବର ହଟାଓ ଆକ୍ସନ କମିଟି, ବଲାଙ୍ଗିର   (29-Oct-2026)       ||      ବୀରମୁଣ୍ଡାରେ ପାୱାର୍ ଗ୍ରୀଡ଼୍ କର୍ପୋରେସନ୍ ଅଫ୍ ଇଣ୍ଡିଆ ଲିମିଟେଡ଼୍ ବଲାଙ୍ଗିର ସବ୍‌ସେଷ୍ଟସନ ପକ୍ଷରୁ ଗ୍ରାମସଭା ଆୟୋଜିତ   (29-Oct-2026)       ||      ଅମଳ ବେଳେ ବାତ୍ୟା ମାଡ଼, ଉଜାଡ଼ିଲା ଚାଷୀଙ୍କ ସ୍ୱପ୍ନ : ପନିପରିବା ସହ ଧାନ ଫସଲ ନଷ୍ଟ ଆଶଙ୍କା, କ୍ଷୟକ୍ଷତି ଆକଳନ କରି ସହାୟତା ଦେବାକୁ ଦାବି   (29-Oct-2026)       ||      କଳା ଜଗତର ସର୍ବଶ୍ରେଷ୍ଠ କଳା ହେଉଛି ପାଲା : ଗୁରୁ ପାର୍ବତୀ ଭୋଇ   (29-Oct-2026)       ||      ମହଦାରେ ଦୁଇ ଟ୍ରକ୍ ମଧ୍ୟରେ ଭୟଙ୍କର ଧକ୍କା, ଗ୍ରାମବାସୀ ଓ ଉଦ୍ଧାରକାରିଙ୍କ ତତ୍ପରତାରେ ବଞ୍ଚିଗଲା ଜୀବନ   (29-Oct-2026)       ||      ବରଗଡ଼ ନଦୀପଡ଼ା ରେ ଗଜଲକ୍ଷ୍ମୀ ପୂଜା   (29-Oct-2026)       ||      ବଲାଙ୍ଗୀର ସହରର ରୁଗୁଡି ପଡା ଓ ନାଲଖଣ୍ଡି ପଡା ଠାରେ ମାଁ ଗଜଲକ୍ଷ୍ମୀଙ୍କ ପୂଜା ଧୁମଧାମ ରେ ପାଳିତ   (29-Oct-2026)       ||      ଟିଟିଲାଗଡ ଓମ୍ ଭ୍ୟାଲି ସ୍କୁଲ୍‌ରେ ଆସନ୍ତା କାଲି ଅନୁଷ୍ଠିତ ହେବ କ୍ୟାରିୟର ମେଳା - ଯୋଗଦେବେ ଦେଶର ୧୦ଟି ପ୍ରମୁଖ ବିଶ୍ୱବିଦ୍ୟାଳୟର ଛାତ୍ରଛାତ୍ରୀ    (29-Oct-2026)       ||      ବରୀ ବ୍ଲକରେ ଶିଶୁ ଶ୍ରମିକ ଚିହ୍ନଟ ଓ ଉଦ୍ଧାର ନିମନ୍ତେ ମିଳିତ ଚଢ଼ାଉ ଅଭିଯାନ   (29-Oct-2026)       ||      ପୁରୁଣା ସରକାରୀ ଡାକ୍ତରଖାନା ଷ୍ଟାଫ କ୍ୱାର୍ଟର ମରାମତିରେ ଚରମ ଅବହେଳା - ଅସମ୍ପୂର୍ଣ୍ଣ କାମ ଯୋଗୁଁ ଡାକ୍ତରଙ୍କ ପରିବାର ହେଉଛନ୍ତି ଅସୁବିଧାର ସମ୍ମୁଖୀନ    (29-Oct-2026)       ||      ପିପି ଏକାଡେମୀ ରେ ସଙ୍ଗୀତ ଓ କଲେଜଛକ କଲ୍ୟାଣ ମଣ୍ଡପ ରେ ରଙ୍ଗୋଲି ଲି ପ୍ରତିଯୋଗିତା   (28-Oct-2026)       ||      ବାତ୍ୟା ‘ଅର୍ଣ୍ଣବ’ ମୁକାବିଲା କ୍ଷେତ୍ରରେ ଶୂନ୍ୟ ଜୀବନହାନି ଓ ଫସଲ କ୍ଷୟକ୍ଷତି ରୋକିବା ଉପରେ ରାଜ୍ୟପାଳଙ୍କ ଗୁରୁତ୍ୱାରୋପ   (28-Oct-2026)       ||      ସାହୁ ପରିବାର"ର ପ୍ରଥମ ସାଧାରଣ ଅଧିବେଶନ : ରମେଶ ଚନ୍ଦ୍ର ସାହୁ ସଭାପତି ଏବଂ ବିଶ୍ୱନାଥ ସାହୁ ସମ୍ପାଦକ   (28-Oct-2026)       ||      ସୁରକ୍ଷିତ ବଚପନ ଅଭିଯାନ ସଫଳ ନେଇ ସଚେତନତା   (28-Oct-2026)       ||      ଶୂନ୍ୟ ମୃତ୍ୟୁହାର ଲକ୍ଷ୍ୟରେ କନ୍ଧମାଳ ପ୍ରଶାସନର ବ୍ୟାପକ ପ୍ରସ୍ତୁତି :  ବାତ୍ୟା ମୁକାବିଲା ପାଇଁ ମନ୍ତ୍ରୀଙ୍କ ସମୀକ୍ଷା, ୧୯୮ ଗର୍ଭବତୀ ମହିଳା ମା’ ଗୃହକୁ ସ୍ଥାନାନ୍ତର   (28-Oct-2026)       ||      *ନବରଙ୍ଗପୁର କୋର୍ଟ ପରିସରରେ ସ୍ଥିତ ଅଭିଯୋଜନ କାର୍ଯ୍ୟାଳୟରେ ଦୁର୍ନୀତିମୁକ୍ତ ସମାଜ ନିମନ୍ତେ ଶପଥ କାର୍ଯ୍ୟକ୍ରମ ଅନୁଷ୍ଠିତ*   (28-Oct-2026)       ||      ସୁରକ୍ଷିତ ଶୈଶବ ଅଭିଯାନ ସଚେତନତା କାର୍ଯ୍ୟକ୍ରମ   (28-Oct-2026)       ||      ଡୁଙ୍ଗୁରିପାଲିରେ ବିଜେଡିର ଜନ ସଂପର୍କ ପଦଯାତ୍ରା: ଦମ ଦେଖାଇଲା ବିଜେଡି, ହଜାର ହଜାର ସଂଖ୍ୟାରେ କର୍ମୀଙ୍କ ସମାବେଶ    (28-Oct-2026)       ||     

HOME   ଜିଲ୍ଲା

ସମରେନ୍ଦ୍ରଙ୍କ ବନ୍ଧୁମିଳନ♦️ ଯୋଗ ଦେଲେ ବଲାଙ୍ଗିର ଓ ଲୋଇସିଂହା ନିର୍ବାଚନ ମଣ୍ଡଳୀର କଂଗ୍ରେସ କର୍ମୀ ଓ ନେତା

13-Feb-2026



ବଲାଙ୍ଗିର(ପ୍ରେରଣା ଖବର)- ୨୦୧୪ ମସିହା ପୂର୍ବବର୍ତ୍ତୀ ବଲାଙ୍ଗିର ଓ ୨୦୧୪ ରୁ ୨୦୨୪ ଦଶ ବର୍ଷର ବଲାଙ୍ଗିରର ଅବସ୍ଥା କେବଳ ଆମ ଅଂଚଳର ଲୋକ ନୁହନ୍ତି, ସାରା  ରାଜ୍ୟ ଦେଖିଛି । ନରସିଂହ ମିଶ୍ରଙ୍କ ନେତୃତ୍ୱରେ ବଲାଙ୍ଗିର ନିର୍ବାଚନ ମଣ୍ଡଳୀ ଅଦ୍ଭୁତପୂର୍ବ ବିକାଶ ଜିଲ୍ଲାର ଅନ୍ୟ ନିର୍ବାଚନମଣ୍ଡଳୀ ତଥା ପାଶ୍ୱର୍ବର୍ତ୍ତି ଜିଲ୍ଲା ମାନଙ୍କରେ ମଧ୍ୟ ଚର୍ଚ୍ଚାର ବିଷୟ ଥିଲା । ତେଣୁ ଆମମାନଙ୍କ ପାଇଁ ରାଜନୀତି କରିବା କେବଳ ପଦ ପଦବୀ କିମ୍ବା ନିର୍ବାଚନରେ ଟିକେଟ ହାତେଇବା ନୁହେଁ, ଆମ ରାଜନୀତି ଲୋକଙ୍କ ପାଇଁ ଶିକ୍ଷା, ସ୍ୱାସ୍ଥ୍ୟ, ଜଳସେଚନ, ଗମନାଗମନ ଓ ଅଂଚଳର ଅର୍ଥନୈତିକ ବିକାଶର ବାଟ ଦେଖାଇବା ପାଇଁ ହୋଇଥାଏ । ମୁଁ ଦୃଢତା ସହ କହିବି ନରସିଂହ ମିଶ୍ର ଓ 

କଂଗ୍ରେସ ଦଳର ରାଜନୀତି ବଲାଙ୍ଗିର ପାଇଁ ଅନେକ ବିକାଶ ଆଣିଛି ବୋଲି ସ୍ଥାନୀୟ ଏକ ହୋଟେଲରେ ଆୟୋଜିତ ଏକ ବନ୍ଧୁମିଳନ କାର୍ଯ୍ୟକ୍ରମରେ ଗତ ନିର୍ବାଚନର ବିଧାୟକ ପ୍ରାର୍ଥୀ ସମରେନ୍ଦ୍ର ମିଶ୍ର ନିଜ ବକ୍ତବ୍ୟରେ ଉପସ୍ଥିତ କଂଗ୍ରେସ କର୍ମୀ ମାନଙ୍କୁ କହିଛନ୍ତି। ଏ ଅବସରରେ ସମରେନ୍ଦ୍ର ଏହା ମଧ୍ୟ କହିଛନ୍ତି ଯେ ଯଦି ରାଜ୍ୟରେ ଆମେ କଂଗ୍ରେସ ସରକାର ଆଣିବାକୁ ଚାହୁଁଛୁ ତେବେ ତୃଣମୂଳ ସ୍ତରରୁ ପଂଚାୟତ ନିର୍ବାଚନରେ ଆମକୁ ଜିତିବାକୁ ପଡିବ। ପରିବର୍ତ୍ତିତ ରାଜନୈତିକ ପରିସ୍ଥିତିରେ ନିଜକୁ ଖାପ ଖୁଆଇ ପ୍ରତ୍ୟେକ ଗାଁ, ପ୍ରତ୍ୟେକ ପଂଚାୟତରେ ଆମେ ଆହୁରି ଶକ୍ତିଶାଳି ହେବାକୁ ପଡିବ। ନିର୍ବାଚନରେ ଟିକେଟ ଯେ ବି ପାଉ ତାକୁ ସମସ୍ତ ପ୍ରକାର ସହଯୋଗର ହାତ ବଢାଇବାକୁ ପଡିବ ବୋଲି ସେ କହିଥିଲେ । ବନ୍ଧୁମିଳନ ଉତ୍ସବରେ ପୂର୍ବତନ ଆଇନମନ୍ତ୍ରୀ

ନରସିଂହ ମିଶ୍ରଙ୍କ ଯୋଗଦାନ ଉପସ୍ଥିତ ସମସ୍ତ କର୍ମୀ ଓ କର୍ମକର୍ତ୍ତାମାନଙ୍କୁ ଅନେକ ଉତ୍ସାହ ପ୍ରଦାନ କରିଥିଲା। ଏ ଅବସରରେ ନରସିଂହ କହିଥିଲେ ସମଗ୍ର କଂଗ୍ରେସ ପରିବାର ଏକଜୁଟ ହୋଇ ଲୋକଙ୍କ ପାଇଁ କାମ କରନ୍ତୁ। ଲୋକଙ୍କ ପାଇଁ କାମ କରିବା ହିଁ ପ୍ରକୃତ ରାଜନୀତି ଅଟେ ଏବଂ ଏହା ମାଧ୍ୟମ ରେ ଆମେ ନିଜ ମଧ୍ୟରେ ଏକତା ବୃଦ୍ଧି କରିବା ସହ କଂଗ୍ରେସ ଦଳକୁ ଆହୁରି ଶକ୍ତିଶାଳି କରିପାରିବା ବୋଲି ଶ୍ରୀ ମିଶ୍ର କହିଥିଲେ । ଏହି ବନ୍ଧୁମିଳନ କାର୍ଯ୍ୟକ୍ରମରେ ଦେଓଗାଁ ବ୍ଲକ, ବଲାଙ୍ଗିର ସଦର ବ୍ଲକ, ପୁଇଁନ୍ତଲା, ଲୋଇସିଂହା ଓ ଆଗଲପୁର ବ୍ଲକରୁ ସମସ୍ତ ପଂଚାୟତର ପ୍ରତିନିଧି ଓ କଂଗ୍ରେସ କର୍ମୀମାନେ ଉପସ୍ଥିତ ହୋଇ ଆଗାମୀ ଦିନର କାର୍ଯ୍ୟକ୍ରମକୁ ନେଇ ମତାମତ ପ୍ରଦାନ କରିଥିଲେ। ଏ ଅବସରରେ ଦେଓଗାଁ ବ୍ଲକ ସଭାପତି ରାମଜୀ ଚୈାଧୁରୀ, ବଲାଙ୍ଗିର ନଗର ସଭାପତି ବୁଲୁ ଦାନି, ଜିଲ୍ଲା କଂଗ୍ରେସ ସଂପାଦକ ଟିକିରି ନାଗ, ଜ୍ୟୋତିଷ ମୁଗ୍ରୀ ପ୍ରମୁଖ ଙ୍କୁ ସମ୍ବର୍ଦ୍ଧନା ପ୍ରଦାନ କରାଯାଇଥିଲା । ଆଜିର ଏହି ବନ୍ଧୁମିଳନ କାର୍ଯ୍ୟକ୍ରମକୁ ବରିଷ୍ଠ କଂଗ୍ରେସ ନେତା ଉମାଶଙ୍କର ପଣ୍ଡା ପରିଚାଳନା କରିଥିବା ବେଳେ ପୂର୍ବତନ ଜିଲ୍ଲା କଂଗ୍ରେସ ସଭାପତି ଦିଲୀପ ବେହେରା, ଅଶୋକ ନନ୍ଦ, ବରିଷ୍ଠ କଂଗ୍ରେସ ନେତା ପୁରନ୍ଦର ଦାଶ, ରାଜକିଶୋର ବାବୁ, ଲୋଇସିଂହା ବିଧାନସଭା ବିଧାୟକ ପ୍ରାର୍ଥୀ ଓମ୍ ପ୍ରକାଶ କୁମ୍ଭାର ପ୍ରମୁଖ ମଂଚାସୀନ ଥିଲେ।  କାର୍ଯ୍ୟକ୍ରମରେ ୫୦୦ରୁ ଉର୍ଦ୍ଧ୍ୱ କଂଗ୍ରେସ କର୍ମୀ ବିଭିନ୍ନ ଅଂଚଳରୁ ଆସି ନିଜ ମତାମତ ପ୍ରଦାନ କରିଥିଲେ ।


News Comment




Photo in News

Advertisment
Lastest News
  ମହାନଗର  
ଏସଆରସି କଂଟ୍ରୋଲ ରୁମରେ ସ୍ଥିତି  ଗଂଜାମ ଓ ଗଜପତି ଜିଲ୍ଲାର ସ୍ଥିତି ସମୀକ୍ଷା♦️  ବାତ୍ୟା ପରବର୍ତ୍ତୀ ସ୍ଥିତିର ନିରନ୍ତର ଅନୁଧ୍ୟାନ ଓ ଜନସାଧାରଣଙ୍କ ସୁରକ୍ଷାକୁ ଗୁରୁତ୍ୱ    29-Oct-2026
  ରାଜ୍ୟ  
କଲେଜଛକ କଲ୍ୟାଣମଣ୍ଡପରେ ଚିତ୍ରକଳା ଓ ମଣ୍ଡାପିଠା ତିଆରି ପ୍ରତିଯୋଗିତା ଅନୁଷ୍ଠିତ   29-Oct-2026
  ଜିଲ୍ଲା  
ସ୍ୱାସ୍ଥ୍ୟ ମନ୍ତ୍ରୀ ଓ ଯାଜପୁର ସାଂସଦଙ୍କ ସରକାର - ବିରୋଧୀ ଆଭିମୁଖ୍ୟକୁ ୮୦ ଲକ୍ଷ ପ୍ରକୃତ ଅନୁସୂଚିତ ଜାତି ଆନ୍ଦୋଳନ ଧମକ ସରକାରୀ ସୁପାରିଶ ବନାମ ରାଜନୈତିକ ହସ୍ତକ୍ଷେପ - କେକେଡି ବିରୋଧୀ ଲଢେଇ ଅଲ୍ ଓଡିଶା କେଉଁତ, କୌବର୍ତ୍ତ ଓ ଧୀବର ହଟାଓ ଆକ୍ସନ କମିଟି, ବଲାଙ୍ଗିର   29-Oct-2026
  ଜିଲ୍ଲା  
ବୀରମୁଣ୍ଡାରେ ପାୱାର୍ ଗ୍ରୀଡ଼୍ କର୍ପୋରେସନ୍ ଅଫ୍ ଇଣ୍ଡିଆ ଲିମିଟେଡ଼୍ ବଲାଙ୍ଗିର ସବ୍‌ସେଷ୍ଟସନ ପକ୍ଷରୁ ଗ୍ରାମସଭା ଆୟୋଜିତ   29-Oct-2026
  ଜିଲ୍ଲା  
ଅମଳ ବେଳେ ବାତ୍ୟା ମାଡ଼, ଉଜାଡ଼ିଲା ଚାଷୀଙ୍କ ସ୍ୱପ୍ନ : ପନିପରିବା ସହ ଧାନ ଫସଲ ନଷ୍ଟ ଆଶଙ୍କା, କ୍ଷୟକ୍ଷତି ଆକଳନ କରି ସହାୟତା ଦେବାକୁ ଦାବି   29-Oct-2026
  ଜିଲ୍ଲା  
କଳା ଜଗତର ସର୍ବଶ୍ରେଷ୍ଠ କଳା ହେଉଛି ପାଲା : ଗୁରୁ ପାର୍ବତୀ ଭୋଇ   29-Oct-2026
  ଜିଲ୍ଲା  
ମହଦାରେ ଦୁଇ ଟ୍ରକ୍ ମଧ୍ୟରେ ଭୟଙ୍କର ଧକ୍କା, ଗ୍ରାମବାସୀ ଓ ଉଦ୍ଧାରକାରିଙ୍କ ତତ୍ପରତାରେ ବଞ୍ଚିଗଲା ଜୀବନ   29-Oct-2026
  ଜିଲ୍ଲା  
ବରଗଡ଼ ନଦୀପଡ଼ା ରେ ଗଜଲକ୍ଷ୍ମୀ ପୂଜା   29-Oct-2026
  ଜିଲ୍ଲା  
ବଲାଙ୍ଗୀର ସହରର ରୁଗୁଡି ପଡା ଓ ନାଲଖଣ୍ଡି ପଡା ଠାରେ ମାଁ ଗଜଲକ୍ଷ୍ମୀଙ୍କ ପୂଜା ଧୁମଧାମ ରେ ପାଳିତ   29-Oct-2026
  ଜିଲ୍ଲା  
ଟିଟିଲାଗଡ ଓମ୍ ଭ୍ୟାଲି ସ୍କୁଲ୍‌ରେ ଆସନ୍ତା କାଲି ଅନୁଷ୍ଠିତ ହେବ କ୍ୟାରିୟର ମେଳା - ଯୋଗଦେବେ ଦେଶର ୧୦ଟି ପ୍ରମୁଖ ବିଶ୍ୱବିଦ୍ୟାଳୟର ଛାତ୍ରଛାତ୍ରୀ   29-Oct-2026
  ଜିଲ୍ଲା  
ବରୀ ବ୍ଲକରେ ଶିଶୁ ଶ୍ରମିକ ଚିହ୍ନଟ ଓ ଉଦ୍ଧାର ନିମନ୍ତେ ମିଳିତ ଚଢ଼ାଉ ଅଭିଯାନ   29-Oct-2026
  ଜିଲ୍ଲା  
ପୁରୁଣା ସରକାରୀ ଡାକ୍ତରଖାନା ଷ୍ଟାଫ କ୍ୱାର୍ଟର ମରାମତିରେ ଚରମ ଅବହେଳା - ଅସମ୍ପୂର୍ଣ୍ଣ କାମ ଯୋଗୁଁ ଡାକ୍ତରଙ୍କ ପରିବାର ହେଉଛନ୍ତି ଅସୁବିଧାର ସମ୍ମୁଖୀନ   29-Oct-2026

You Might Also Like