-+91-9937148622 |

prerana_bgr@rediffmail.com |

  Thursday 29th October 2026 |

| | | |

R.N.I. Regd No. ODIODI/2010/46693

Breaking News

ଏସଆରସି କଂଟ୍ରୋଲ ରୁମରେ ସ୍ଥିତି  ଗଂଜାମ ଓ ଗଜପତି ଜିଲ୍ଲାର ସ୍ଥିତି ସମୀକ୍ଷା♦️  ବାତ୍ୟା ପରବର୍ତ୍ତୀ ସ୍ଥିତିର ନିରନ୍ତର ଅନୁଧ୍ୟାନ ଓ ଜନସାଧାରଣଙ୍କ ସୁରକ୍ଷାକୁ ଗୁରୁତ୍ୱ    (29-Oct-2026)       ||      କଲେଜଛକ କଲ୍ୟାଣମଣ୍ଡପରେ ଚିତ୍ରକଳା ଓ ମଣ୍ଡାପିଠା ତିଆରି ପ୍ରତିଯୋଗିତା ଅନୁଷ୍ଠିତ   (29-Oct-2026)       ||      ସ୍ୱାସ୍ଥ୍ୟ ମନ୍ତ୍ରୀ ଓ ଯାଜପୁର ସାଂସଦଙ୍କ ସରକାର - ବିରୋଧୀ ଆଭିମୁଖ୍ୟକୁ ୮୦ ଲକ୍ଷ ପ୍ରକୃତ ଅନୁସୂଚିତ ଜାତି ଆନ୍ଦୋଳନ ଧମକ ସରକାରୀ ସୁପାରିଶ ବନାମ ରାଜନୈତିକ ହସ୍ତକ୍ଷେପ - କେକେଡି ବିରୋଧୀ ଲଢେଇ ଅଲ୍ ଓଡିଶା କେଉଁତ, କୌବର୍ତ୍ତ ଓ ଧୀବର ହଟାଓ ଆକ୍ସନ କମିଟି, ବଲାଙ୍ଗିର   (29-Oct-2026)       ||      ବୀରମୁଣ୍ଡାରେ ପାୱାର୍ ଗ୍ରୀଡ଼୍ କର୍ପୋରେସନ୍ ଅଫ୍ ଇଣ୍ଡିଆ ଲିମିଟେଡ଼୍ ବଲାଙ୍ଗିର ସବ୍‌ସେଷ୍ଟସନ ପକ୍ଷରୁ ଗ୍ରାମସଭା ଆୟୋଜିତ   (29-Oct-2026)       ||      ଅମଳ ବେଳେ ବାତ୍ୟା ମାଡ଼, ଉଜାଡ଼ିଲା ଚାଷୀଙ୍କ ସ୍ୱପ୍ନ : ପନିପରିବା ସହ ଧାନ ଫସଲ ନଷ୍ଟ ଆଶଙ୍କା, କ୍ଷୟକ୍ଷତି ଆକଳନ କରି ସହାୟତା ଦେବାକୁ ଦାବି   (29-Oct-2026)       ||      କଳା ଜଗତର ସର୍ବଶ୍ରେଷ୍ଠ କଳା ହେଉଛି ପାଲା : ଗୁରୁ ପାର୍ବତୀ ଭୋଇ   (29-Oct-2026)       ||      ମହଦାରେ ଦୁଇ ଟ୍ରକ୍ ମଧ୍ୟରେ ଭୟଙ୍କର ଧକ୍କା, ଗ୍ରାମବାସୀ ଓ ଉଦ୍ଧାରକାରିଙ୍କ ତତ୍ପରତାରେ ବଞ୍ଚିଗଲା ଜୀବନ   (29-Oct-2026)       ||      ବରଗଡ଼ ନଦୀପଡ଼ା ରେ ଗଜଲକ୍ଷ୍ମୀ ପୂଜା   (29-Oct-2026)       ||      ବଲାଙ୍ଗୀର ସହରର ରୁଗୁଡି ପଡା ଓ ନାଲଖଣ୍ଡି ପଡା ଠାରେ ମାଁ ଗଜଲକ୍ଷ୍ମୀଙ୍କ ପୂଜା ଧୁମଧାମ ରେ ପାଳିତ   (29-Oct-2026)       ||      ଟିଟିଲାଗଡ ଓମ୍ ଭ୍ୟାଲି ସ୍କୁଲ୍‌ରେ ଆସନ୍ତା କାଲି ଅନୁଷ୍ଠିତ ହେବ କ୍ୟାରିୟର ମେଳା - ଯୋଗଦେବେ ଦେଶର ୧୦ଟି ପ୍ରମୁଖ ବିଶ୍ୱବିଦ୍ୟାଳୟର ଛାତ୍ରଛାତ୍ରୀ    (29-Oct-2026)       ||      ବରୀ ବ୍ଲକରେ ଶିଶୁ ଶ୍ରମିକ ଚିହ୍ନଟ ଓ ଉଦ୍ଧାର ନିମନ୍ତେ ମିଳିତ ଚଢ଼ାଉ ଅଭିଯାନ   (29-Oct-2026)       ||      ପୁରୁଣା ସରକାରୀ ଡାକ୍ତରଖାନା ଷ୍ଟାଫ କ୍ୱାର୍ଟର ମରାମତିରେ ଚରମ ଅବହେଳା - ଅସମ୍ପୂର୍ଣ୍ଣ କାମ ଯୋଗୁଁ ଡାକ୍ତରଙ୍କ ପରିବାର ହେଉଛନ୍ତି ଅସୁବିଧାର ସମ୍ମୁଖୀନ    (29-Oct-2026)       ||      ପିପି ଏକାଡେମୀ ରେ ସଙ୍ଗୀତ ଓ କଲେଜଛକ କଲ୍ୟାଣ ମଣ୍ଡପ ରେ ରଙ୍ଗୋଲି ଲି ପ୍ରତିଯୋଗିତା   (28-Oct-2026)       ||      ବାତ୍ୟା ‘ଅର୍ଣ୍ଣବ’ ମୁକାବିଲା କ୍ଷେତ୍ରରେ ଶୂନ୍ୟ ଜୀବନହାନି ଓ ଫସଲ କ୍ଷୟକ୍ଷତି ରୋକିବା ଉପରେ ରାଜ୍ୟପାଳଙ୍କ ଗୁରୁତ୍ୱାରୋପ   (28-Oct-2026)       ||      ସାହୁ ପରିବାର"ର ପ୍ରଥମ ସାଧାରଣ ଅଧିବେଶନ : ରମେଶ ଚନ୍ଦ୍ର ସାହୁ ସଭାପତି ଏବଂ ବିଶ୍ୱନାଥ ସାହୁ ସମ୍ପାଦକ   (28-Oct-2026)       ||      ସୁରକ୍ଷିତ ବଚପନ ଅଭିଯାନ ସଫଳ ନେଇ ସଚେତନତା   (28-Oct-2026)       ||      ଶୂନ୍ୟ ମୃତ୍ୟୁହାର ଲକ୍ଷ୍ୟରେ କନ୍ଧମାଳ ପ୍ରଶାସନର ବ୍ୟାପକ ପ୍ରସ୍ତୁତି :  ବାତ୍ୟା ମୁକାବିଲା ପାଇଁ ମନ୍ତ୍ରୀଙ୍କ ସମୀକ୍ଷା, ୧୯୮ ଗର୍ଭବତୀ ମହିଳା ମା’ ଗୃହକୁ ସ୍ଥାନାନ୍ତର   (28-Oct-2026)       ||      *ନବରଙ୍ଗପୁର କୋର୍ଟ ପରିସରରେ ସ୍ଥିତ ଅଭିଯୋଜନ କାର୍ଯ୍ୟାଳୟରେ ଦୁର୍ନୀତିମୁକ୍ତ ସମାଜ ନିମନ୍ତେ ଶପଥ କାର୍ଯ୍ୟକ୍ରମ ଅନୁଷ୍ଠିତ*   (28-Oct-2026)       ||      ସୁରକ୍ଷିତ ଶୈଶବ ଅଭିଯାନ ସଚେତନତା କାର୍ଯ୍ୟକ୍ରମ   (28-Oct-2026)       ||      ଡୁଙ୍ଗୁରିପାଲିରେ ବିଜେଡିର ଜନ ସଂପର୍କ ପଦଯାତ୍ରା: ଦମ ଦେଖାଇଲା ବିଜେଡି, ହଜାର ହଜାର ସଂଖ୍ୟାରେ କର୍ମୀଙ୍କ ସମାବେଶ    (28-Oct-2026)       ||     

HOME   ଜିଲ୍ଲା

ଇନ୍ଦ୍ରାଣୀ ବାନାର୍ଜୀ କବିଙ୍କୁ ଗଭୀର ଶ୍ରଦ୍ଧାଞ୍ଜଳି ଅର୍ପଣ

13-Feb-2026



ଭଦ୍ରକ/ଭୁବନେଶ୍ବର(ପ୍ରେରଣା ଖବର): ସ୍ବର୍ଗତଃ ଇନ୍ଦ୍ରାଣୀ ବାନାର୍ଜୀ କବିଙ୍କର ପ୍ରଥମ ଶ୍ରାଦ୍ଧ ବାର୍ଷିକୀ ଅବସରରେ ତାଙ୍କର ଅମ୍ଲାନ ସ୍ମୃତି  ଉଦ୍ଦେଶ୍ୟରେ ଗଭୀର ଶ୍ରଦ୍ଧାଞ୍ଜଳି ଅର୍ପଣ କରା ଯାଇଛି।ଏହି ଉପଲକ୍ଷେ ଇନ୍ଦ୍ରାଣୀଙ୍କର ସ୍ୱାମୀ କାତାର ଓଡ଼ିଆ ସଂଘ 'ଉତ୍କଳିକା'ର ସଭାପତି ଡଃ. ବସନ୍ତ କୁମାର କବିଙ୍କର ଭଦ୍ରକ ଜିଲ୍ଲାସ୍ଥିତ ରାହାଞ୍ଜ ବାସଭବନ ଠାରେ ଆୟୋଜିତ ଏକ ସମାରୋହରେ ତାଙ୍କର ଶତାଧିକ ପରିବାର ବର୍ଗ, ବନ୍ଧୁବାନ୍ଧବ, ସମ୍ପର୍କୀୟ ଓ ଶୁଭେଚ୍ଛୁ  ମାନଙ୍କର ସମାଗମ ଘଟିଥିବା

ଦେଖିବାକୁ ମିଳିଥିଲା। ଏହି ପ୍ରାର୍ଥନା ସଭାରେ ଉପସ୍ଥିତ ବିଶିଷ୍ଟ ବ୍ୟକ୍ତି ବିଶେଷ ସ୍ବର୍ଗତଃ କବିଙ୍କର ଆଦର୍ଶ ଜୀବନ ଓ ଉତ୍କର୍ଷ ଦର୍ଶନର ସ୍ମୃତି ଚାରଣ କରିବା ସହିତ ତାଙ୍କର ଅମର ଆତ୍ମାର ସଦ୍ଗତି ଏବଂ ଚିରଶାନ୍ତି କାମନା କରିଥିଲେ।

ସ୍ବର୍ଗତଃ ଇନ୍ଦ୍ରାଣୀ ଏକ ବହୁମୁଖୀ, ଉଚ୍ଚ ପଦାଧିକାରୀ ଓ ଉଜ୍ଜ୍ୱଳ ବ୍ୟକ୍ତିତ୍ୱର ଅଧୀକାରିଣୀ ଥିଲେ। ତାଙ୍କର ନିଷ୍ଠା, ସାଧନା,ସତ୍ୟ,ନ୍ୟାୟ ଓ ଧର୍ମପରାୟଣା ପରି ମାନବୀୟ ଗୁଣାବଳୀ  ଅନନ୍ୟ ଓ ଅତୁଳନୀୟ ଥିଲା। 

ସ୍ବର୍ଗତଃ ଇନ୍ଦ୍ରାଣୀଙ୍କର ଅସାଧାରଣ ପ୍ରତିଭା ଓ ଅସାମାନ୍ୟ ପାରଦର୍ଶିତାକୁ ଆଧାର କରି ତାଙ୍କର ସ୍ୱାମୀ ଡଃ. ବସନ୍ତ କୁମାର କବିଙ୍କ ଦ୍ୱାରା ଲିଖିତ ଇଂରାଜୀ  ଉପନ୍ୟାସ 'ରେଲ ଟୁ ରେମିନିସେନ୍ସ ଆନ ଏଟରନାଲ ଭଏଜ ଉଇଥ ଇନ୍ଦ୍ରାଣୀ', ନଣନ୍ଦ ସୁନାମଧନ୍ୟ କବୟତ୍ରୀ ସାବିତ୍ରୀ କବିଙ୍କ ରଚିତ ଓଡ଼ିଆ ପୁସ୍ତକ 'ଲୁହର ସମୁଦ୍ରରେ ଇନ୍ଦ୍ରାଣୀ ଓ ସ୍ମୃତି ସମ୍ବଳିତ ଇଂରାଜୀ  ସ୍ମରଣିକା “ଇନ୍ଦ୍ରାଣୀ: ଦ ରାଡିଆଣ୍ଟ ଷ୍ଟାର ଇନ୍ ଦ ସ୍କାଏ” ଆଦିକୁ ଆମନ୍ତ୍ରିତ ଅତିଥିମାନେ ଉନ୍ମୋଚନ କରିଥିଲେ।ବିଖ୍ୟାତ ସାରସ୍ୱତ ସାଧକ ପବିତ୍ର ପାଣିଗ୍ରାହୀଙ୍କ ପୌରହିତ୍ୟରେ ଅନୁଷ୍ଠିତ ଏହି ସଭାରେ ଉଦ୍ଘାଟକ ଭାବରେ ପ୍ରଖ୍ୟାତ ସାହିତ୍ୟିକ ଦାଶ ବେନହୁର,ସମ୍ମାନିତ ଅତିଥି ଭାବେ ଅନ୍ତର୍ଜାତୀୟ ଶୋଭନୀୟ ଆନ୍ଦୋଳନର ନିର୍ଦ୍ଦେଶିକା ଡଃ. ଅରୁନ୍ଧତୀ ଦେବୀ, ଭଦ୍ରକ ପୌରପାଳିକାର ଅଧ୍ୟକ୍ଷା ଗୁଲୁମକୀ ଦଲାୱଜୀ ହବିବ, ପ୍ରସିଦ୍ଧ ପ୍ରବଚକ ସଂଗ୍ରାମ ଆଚାର୍ଯ୍ୟ, ପ୍ରତିଷ୍ଠିତ ସାହିତ୍ୟିକ ଅରୁଣୋଦୟ ଖିଲାର,ପ୍ରତିରକ୍ଷାବିତ କର୍ଣ୍ଣେଲ ଶେଖର ସ୍ୱାଇଁ ଏବଂ ସୁପ୍ରସିଦ୍ଧ ଗାଳ୍ପିକ ରଜନୀକାନ୍ତ

ମହାନ୍ତି ପ୍ରମୁଖ  ଯୋଗଦେଇ ସ୍ବର୍ଗତଃ କବିଙ୍କୁ ଭାବ ବିହ୍ଵଳ ଶ୍ରଦ୍ଧା ସୁମନ ଅର୍ପଣ କରିଥିଲେ। ସମଗ୍ର କାର୍ଯ୍ୟକ୍ରମକୁ ଅଶୋକ କବି ସୁଚାରୁ ରୂପେ ସଂଯୋଜନା ଓ ସଂଚାଳନା କରିଥିଲେ।  

ସନ୍ଧ୍ୟାବେଳେ ଉଦୀୟମାନ ଭଜନ ଗାୟକ ଜଗବନ୍ଧୁ ମୁଦୁଲି ଓ ସାଥୀ ସୁମଧୁର ଭଜନମାନ ପରିବେଷଣ କରି ଶ୍ରୋତାମାନଙ୍କୁ ମନ୍ତ୍ରମୁଗ୍ଧ କରିଦେଇଥିଲେ। ସ୍ବର୍ଗତଃ ଇନ୍ଦ୍ରାଣୀଙ୍କର ରୁଚିକୁ ଆଧାର କରି ବିଭିନ୍ନ କିସମର ସ୍ୱାଦିଷ୍ଟ ବ୍ୟଞ୍ଜନ ଉଭୟ ମଧ୍ୟାହ୍ନ ଓ ରାତ୍ର ଭୋଜନରେ ଅତିଥି ଅଭ୍ୟାଗତମାନଙ୍କୁ ପରଷା ଯାଇଥିଲା।

ଇନ୍ଦ୍ରାଣୀଙ୍କର ପିତା ଆଶୀଷତରୁ ବାନାର୍ଜୀ ଓ ମାତା ସୁମିତା ବାନାର୍ଜୀ  ତଥା ସମଗ୍ର କବି ପରିବାର ବର୍ଗ ଆୟୋଜନରେ ମୁଖ୍ୟ ଭୂମିକା   ନିର୍ବାହ କରିବା ସହିତ ଆଗନ୍ତୁକ ମାନଙ୍କ ନିକଟରେ ଉପସ୍ଥିତି ଓ ସମର୍ଥନ ପାଇଁ କୃତଜ୍ଞତା ଅର୍ପଣ କରିଥିଲେ।


News Comment




Photo in News

Advertisment
Lastest News
  ମହାନଗର  
ଏସଆରସି କଂଟ୍ରୋଲ ରୁମରେ ସ୍ଥିତି  ଗଂଜାମ ଓ ଗଜପତି ଜିଲ୍ଲାର ସ୍ଥିତି ସମୀକ୍ଷା♦️  ବାତ୍ୟା ପରବର୍ତ୍ତୀ ସ୍ଥିତିର ନିରନ୍ତର ଅନୁଧ୍ୟାନ ଓ ଜନସାଧାରଣଙ୍କ ସୁରକ୍ଷାକୁ ଗୁରୁତ୍ୱ    29-Oct-2026
  ରାଜ୍ୟ  
କଲେଜଛକ କଲ୍ୟାଣମଣ୍ଡପରେ ଚିତ୍ରକଳା ଓ ମଣ୍ଡାପିଠା ତିଆରି ପ୍ରତିଯୋଗିତା ଅନୁଷ୍ଠିତ   29-Oct-2026
  ଜିଲ୍ଲା  
ସ୍ୱାସ୍ଥ୍ୟ ମନ୍ତ୍ରୀ ଓ ଯାଜପୁର ସାଂସଦଙ୍କ ସରକାର - ବିରୋଧୀ ଆଭିମୁଖ୍ୟକୁ ୮୦ ଲକ୍ଷ ପ୍ରକୃତ ଅନୁସୂଚିତ ଜାତି ଆନ୍ଦୋଳନ ଧମକ ସରକାରୀ ସୁପାରିଶ ବନାମ ରାଜନୈତିକ ହସ୍ତକ୍ଷେପ - କେକେଡି ବିରୋଧୀ ଲଢେଇ ଅଲ୍ ଓଡିଶା କେଉଁତ, କୌବର୍ତ୍ତ ଓ ଧୀବର ହଟାଓ ଆକ୍ସନ କମିଟି, ବଲାଙ୍ଗିର   29-Oct-2026
  ଜିଲ୍ଲା  
ବୀରମୁଣ୍ଡାରେ ପାୱାର୍ ଗ୍ରୀଡ଼୍ କର୍ପୋରେସନ୍ ଅଫ୍ ଇଣ୍ଡିଆ ଲିମିଟେଡ଼୍ ବଲାଙ୍ଗିର ସବ୍‌ସେଷ୍ଟସନ ପକ୍ଷରୁ ଗ୍ରାମସଭା ଆୟୋଜିତ   29-Oct-2026
  ଜିଲ୍ଲା  
ଅମଳ ବେଳେ ବାତ୍ୟା ମାଡ଼, ଉଜାଡ଼ିଲା ଚାଷୀଙ୍କ ସ୍ୱପ୍ନ : ପନିପରିବା ସହ ଧାନ ଫସଲ ନଷ୍ଟ ଆଶଙ୍କା, କ୍ଷୟକ୍ଷତି ଆକଳନ କରି ସହାୟତା ଦେବାକୁ ଦାବି   29-Oct-2026
  ଜିଲ୍ଲା  
କଳା ଜଗତର ସର୍ବଶ୍ରେଷ୍ଠ କଳା ହେଉଛି ପାଲା : ଗୁରୁ ପାର୍ବତୀ ଭୋଇ   29-Oct-2026
  ଜିଲ୍ଲା  
ମହଦାରେ ଦୁଇ ଟ୍ରକ୍ ମଧ୍ୟରେ ଭୟଙ୍କର ଧକ୍କା, ଗ୍ରାମବାସୀ ଓ ଉଦ୍ଧାରକାରିଙ୍କ ତତ୍ପରତାରେ ବଞ୍ଚିଗଲା ଜୀବନ   29-Oct-2026
  ଜିଲ୍ଲା  
ବରଗଡ଼ ନଦୀପଡ଼ା ରେ ଗଜଲକ୍ଷ୍ମୀ ପୂଜା   29-Oct-2026
  ଜିଲ୍ଲା  
ବଲାଙ୍ଗୀର ସହରର ରୁଗୁଡି ପଡା ଓ ନାଲଖଣ୍ଡି ପଡା ଠାରେ ମାଁ ଗଜଲକ୍ଷ୍ମୀଙ୍କ ପୂଜା ଧୁମଧାମ ରେ ପାଳିତ   29-Oct-2026
  ଜିଲ୍ଲା  
ଟିଟିଲାଗଡ ଓମ୍ ଭ୍ୟାଲି ସ୍କୁଲ୍‌ରେ ଆସନ୍ତା କାଲି ଅନୁଷ୍ଠିତ ହେବ କ୍ୟାରିୟର ମେଳା - ଯୋଗଦେବେ ଦେଶର ୧୦ଟି ପ୍ରମୁଖ ବିଶ୍ୱବିଦ୍ୟାଳୟର ଛାତ୍ରଛାତ୍ରୀ   29-Oct-2026
  ଜିଲ୍ଲା  
ବରୀ ବ୍ଲକରେ ଶିଶୁ ଶ୍ରମିକ ଚିହ୍ନଟ ଓ ଉଦ୍ଧାର ନିମନ୍ତେ ମିଳିତ ଚଢ଼ାଉ ଅଭିଯାନ   29-Oct-2026
  ଜିଲ୍ଲା  
ପୁରୁଣା ସରକାରୀ ଡାକ୍ତରଖାନା ଷ୍ଟାଫ କ୍ୱାର୍ଟର ମରାମତିରେ ଚରମ ଅବହେଳା - ଅସମ୍ପୂର୍ଣ୍ଣ କାମ ଯୋଗୁଁ ଡାକ୍ତରଙ୍କ ପରିବାର ହେଉଛନ୍ତି ଅସୁବିଧାର ସମ୍ମୁଖୀନ   29-Oct-2026

You Might Also Like