-+91-9937148622 |

prerana_bgr@rediffmail.com |

  Monday 26th October 2026 |

| | | |

R.N.I. Regd No. ODIODI/2010/46693

Breaking News

ଭୁବନେଶ୍ୱର ମହାନଗର ନିଗମ ୱାର୍ଡ ନମ୍ବର ୨୬ରେ ଓଜେସିର ବିଶାଳ କର୍ମକର୍ତ୍ତା ସମ୍ମିଳନୀ    (25-Oct-2026)       ||      ମୃଦୁରେଖା ଡ୍ୟାନ୍ସ ଏକାଡେମୀ’ ପକ୍ଷରୁ ସାଂସ୍କୃତିକ ମହୋତ୍ସବ ‘ମୃଦମ୍-୨୦୨୬’ ଆୟୋଜିତ   (25-Oct-2026)       ||      ସଦାଇପାଲିରେ ଆରମ୍ଭ ହେଲା ୩୦ତମ ବର୍ଷ ଗଜଲକ୍ଷ୍ମୀ ପୂଜା କଳସ ଯାତ୍ରାରେ ସାମିଲ ହେଲେ ଶତାଧିକ ମହିଳା ଓ ବ୍ରତଧାରୀ   (25-Oct-2026)       ||      ଜାତୀୟ ଲନ୍‌ବଲ୍‌: ସେମିଫାଇନାଲ୍‌ରେ ଶୁଭ୍ରାଂଶୁ, ରାଜେଶ୍ବର   (25-Oct-2026)       ||      ରାଜବୈଦ୍ୟ ଚିନ୍ତାମଣି ବେହେରା ସ୍ମୃତି ପରିଷଦ, ବଲାଙ୍ଗିରର ପଞ୍ଚମ ବାର୍ଷିକ ଉତ୍ସବ ଅନୁଷ୍ଠିତ   (25-Oct-2026)       ||      ମେରାହୁନର “ପକ୍ଷରୁ ଆର୍ଟ ଏଣ୍ଡ କ୍ରାଫ୍ଟ” ଓ ସଂପୂର୍ଣ୍ଣା ପକ୍ଷରୁ ମେହେନ୍ଦି ପ୍ରତିଯୋଗିତା   (25-Oct-2026)       ||      ରାଜବୈଦ୍ୟ ଚିନ୍ତାମଣି ବେହେରା ସ୍ମୃତି ପରିଷଦ, ବଲାଙ୍ଗିରର ପଞ୍ଚମ ବାର୍ଷିକ ଉତ୍ସବ ଅନୁଷ୍ଠିତ   (25-Oct-2026)       ||      ଘରୋଇ ବସରୁ ୩. ୭୭୫ କେଜି ଗଞ୍ଜେଇ ଜବତ,ଦୁଇ ଅଭିଯୁକ୍ତ ଗିରଫ   (25-Oct-2026)       ||      ଗୋପାଳଜୀ ଉଚ୍ଚ ବିଦ୍ୟାଳୟରେ ବନ୍ଧୁ ମିଳନ ଓ ଗୁରୁପୂଜନ ଉତ୍ସବ ପାଳନ   (25-Oct-2026)       ||      ସାମ୍ବାଦିକ ଙ୍କ ପିତୃ ବିୟୋଗ   (25-Oct-2026)       ||      ପଶ୍ଚିମବଙ୍ଗକୁ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ : ପୋଲିସ ଜାଲରେ ଆନ୍ତଃରାଜ୍ୟ ମହିଳା ଚାଲାଣକାରୀ ସହ ଗଞ୍ଜେଇ ଜବତ   (25-Oct-2026)       ||      ଭରତ ଜାତିସଂଘ ପାଣ୍ଠି ଗ୍ଲୋବାଲ୍ ସାଉଥ୍ ସହିତ ଭାରତର ବ୍ୟାପକ ଭାଗିଦାରୀ ର ଏକ ଅଂଶ: ସଂଗୀତା ସିଂଦେଓ    (25-Oct-2026)       ||      ଲୋଇସିଂହା ଓ ଆଗଲପୁର ଗୋଣ୍ଡୱାନା ଗୋଣ୍ଡ ସମାଜ ର ବ୍ଲକ ସ୍ତରୀୟ ନୂଆଁଖାଇ ଭେଟଘାଟ୍   (24-Oct-2026)       ||      ଟାସ୍କଫୋର୍ସ ଅଧ୍ୟକ୍ଷ ଉପମୁଖ୍ୟମନ୍ତ୍ରୀଙ୍କ ଜିଲ୍ଲାରେ ଅନ୍ୟରାଜ୍ୟର ଦାଦନମାଫିଆ ସେଠ୍ ମାନଙ୍କର ଅବାଧ ବିଚରଣ♦️କୋଟିପତି ସର୍ଦ୍ଦାରଙ୍କ ଅନ୍ୟାୟୋପାର୍ଜିତ ସମ୍ପତ୍ତିର ଇଡି ତଦନ୍ତ ହେଉ  !     (24-Oct-2026)       ||      ଚିନାଜୁରୀ ଠାରେ ନୂତନ ପେକ୍ସ ଗଠନ ପାଇଁ ପ୍ରସ୍ତୁତି ବୈଠକ   (24-Oct-2026)       ||      ବିଶ୍ୱ ପୋଲିଓ ଦିବସ ଅବସରରେ ରୋଟାରୀ ଜିଲ୍ଲା ୩୨୬୨ ପକ୍ଷରୁ ବିଶାଳ ମାରାଥନ୍ ଆୟୋଜିତ   (24-Oct-2026)       ||      ସ୍ୱାସ୍ଥ୍ୟସେବା ଓ ଆୟୁଷ୍ମାନ ବାୟୋ ବନ୍ଦନା କାର୍ଡ ରେଜିଷ୍ଟ୍ରେସନ ଶିବିର    (24-Oct-2026)       ||      ବରଗଡ଼ରେ ୨୪ଟି ଦିବ୍ୟ ରୂପରେ ମହାପ୍ରଭୁଙ୍କ ଦର୍ଶନ, ଉଦଯାପିତ ହେଲା ୨୪ ଦିବ୍ୟ ବେଶ ସମ୍ଭାର   (24-Oct-2026)       ||      ଶୁଭ୍ରାଂଶୁ, ରୋଶନୀ, ସୀମାଙ୍କ କ୍ରମାଗତ ବିଜୟ ଜାତୀୟ ଲନ୍‌ବଲ୍‌ ଦ୍ବିତୀୟ ଦିନ   (24-Oct-2026)       ||      ବରିଷ୍ଠ ଆଇନଜୀବୀ ଅଶ୍ୱିନୀ ମିଶ୍ର ଙ୍କ ପରଲୋକ    (24-Oct-2026)       ||     

HOME   ରାଜ୍ୟ

କେନ୍ଦ୍ରରେ ଏନଡିଏ ସରକାର ଆସିଲା ପରେ ଆୟୁର୍ବେଦର ମର୍ଯ୍ୟାଦା ବଢିଛି- ସ୍ୱାସ୍ଥ୍ୟମନ୍ତ୍ରୀ ଡ.ମୁକେଶ

14-Feb-2026



ବଲାଙ୍ଗିର(ପ୍ରେରଣା ଖବର)-ରାଜ୍ୟରେ ଥିବା ଆୟୁଷଡାକ୍ତରଙ୍କ ଦରମାବୃଦ୍ଧିକୁ ନେଇ ଅନେକଦିନର ଦାବି ରହିଥିଲା। ରାଜ୍ୟ ସରକାର ଏବେ ସେହି ଦାବିକୁ ପୂରଣ କରି ଆୟୁଷ ଡାକ୍ତରଙ୍କୁ ଏକ ମର୍ଯ୍ୟାଦାଜନକ ଦରମାପ୍ରଦାନ କରିବାକୁ ଘୋଷଣା କରିଛନ୍ତି। ସେଥିପାଇଁ ରାଜ୍ୟସରକାରଙ୍କ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ, ସଂସଦୀୟ ବ୍ୟାପାର,ବୈଦ୍ୟୁତିକ ଓ ସୂଚନା ପ୍ରଯୁକ୍ତି ବିଦ୍ୟାବିଭାଗର ମନ୍ତ୍ରୀ ଡ.ମୁକେଶ ମହାଲିଙ୍ଗଙ୍କୁ ବଲାଙ୍ଗୀର ଜିଲ୍ଲା ଆୟୁଷ ଡାକ୍ତର ସଂଘ ପକ୍ଷରୁ ଭବ୍ୟ ସମ୍ବର୍ଦ୍ଧନା ଜ୍ଞାପନ କରାଯାଇଛି। ଏହି ଅବସରରେ ମନ୍ତ୍ରୀଙ୍କୁ ଏକ ପଟ୍ଟଚିତ୍ର ଓ 

ଉପଢୌକନ ଦେଇ ସମ୍ବର୍ଦ୍ଧିତ କରାଯାଇଥିଲା । ସ୍ଥାନୀୟ ଏକ ହୋଟେଲରେ ଆୟୁଷଡାକ୍ତର ସଂଘର ବଲାଙ୍ଗୀର ଜିଲ୍ଲା ସଭାପତି ଡ.ମନୋରଂଜନ ପଧାନଙ୍କ ସଭାପତିତ୍ୱ ଓ ଡା.ସବିତା ଦାସଙ୍କ ସଂଯୋଜନାରେ ଅନୁଷ୍ଠିତ ଏହି ସମ୍ବର୍ଦ୍ଧନା କାର୍ଯ୍ୟକ୍ରମରେ ସ୍ୱାସ୍ଥ୍ୟମନ୍ତ୍ରୀ ଡ.ମହାଲିଙ୍ଗ କହିଛନ୍ତି ଯେ,ଭାରତୀୟ ସଂସ୍କୃତିରେ  ପାରମ୍ପରିକ ଆୟୁର୍ବେଦ ଚିକିତ୍ସାର ଗୁରୁତ୍ୱ ରହିଆସିଛି । ୨୦୧୪ ମସିହାରେ କେନ୍ଦ୍ରରେ ଏନଡିଏ ସରକାର ଆସିଲା ପରେ ଯଶଶ୍ୱୀ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଜାତୀୟଆୟୁଷମିଶନ ଗଠନ ସହ ଆୟୁଷର ଏକ ସ୍ୱତନ୍ତ୍ର ମନ୍ତ୍ରଣାଳୟ ଖୋଲିଥିଲେ । ଆଜି ଗାଁ ଗାଁରେ ଆୟୁଷ ଡାକ୍ତର ନିଯୁକ୍ତ ହୋଇ ଲୋକଙ୍କୁ ଚିକିତ୍ସା ସେବା ଯୋଗାଇ ଆସୁଛନ୍ତି । ଆୟୁଷ ଡାକ୍ତରଙ୍କ ଅନେକ ଦିନର ଦାବିକୁ ରାଜ୍ୟର ମୁଖ୍ୟମନ୍ତ୍ରୀ ମୋହନଚରଣ ମାଝୀ ସହୃଦୟତାର ସହିତ ବିଚାରକରି ଦରମାବୃଦ୍ଧି ସହ ଆୟୁଷଡାକ୍ତରଙ୍କ ମାନବୃଦ୍ଧି କରିଛନ୍ତି। ବର୍ତ୍ତମାନ ଆୟୁଷ ଚିକିତ୍ସାଳୟ ମାନଙ୍କରେ ନିର୍ମଳସେବା, ନିଦାନସେବା ଆରମ୍ଭ ହୋଇ ସାରିଥିବା ବେଳେ ଆଗାମୀ ଦିନରେ  ଆୟୁଷ ମହାବିଦ୍ୟାଳୟ ତଥା ଆୟୁଷ ବିଶ୍ୱବିଦ୍ୟାଳୟ ସ୍ଥାପନର ପ୍ରସ୍ତାବ ରହିଥିବା ମନ୍ତ୍ରୀ ଡ.ମହାଲିଙ୍ଗ କହିଥିଲେ। ପ୍ରଧାନମନ୍ତ୍ରୀ ଜନଆରୋଗ୍ୟ ଯୋଜନା ତଥା ଗୋପବନ୍ଧୁ ଜନଅଅରୋଗ୍ୟ ଯୋଜନା ଯଥାଶୀଘ୍ର  ଆୟୁଷସେବା ଅନ୍ତର୍ଭୁକ୍ତ କରାଯିବ ବୋଲି ମଧ୍ୟ ମନ୍ତ୍ରୀ ଡ.ମହାଲିଙ୍ଗ କହିଥିଲେ। ସମ୍ବର୍ଦ୍ଧନା ସଭାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ, ମୁଖ୍ୟମନ୍ତ୍ରୀ ମୋହନଚରଣ ମାଝୀ ଓ ସ୍ୱାସ୍ଥ୍ୟମନ୍ତ୍ରୀ ଡ.ମୁକେଶ ମହାଲିଙ୍ଗଙ୍କୁ କୃତଜ୍ଞତା ଜ୍ଞାପନ କରାଯାଇଥିଲା । ପ୍ରକାଶ ଯେ,ବଲାଙ୍ଗୀର ଜିଲ୍ଲା ସମେତ ରାଜ୍ୟରେ ଜାତୀୟସ୍ୱାସ୍ଥ୍ୟମିଶନ ଅଧିନରେ ଆୟୁଷ ଡାକ୍ତର ମାନେ ଚିକିସାସେବା ଯୋଗାଇ ଆସୁଛନ୍ତି । ସ୍ୱଲ୍ପଦରମାରେ ସେମାନେ ଦୀର୍ଘବର୍ଷ ହେଲା ଚାକିରି କରୁଛନ୍ତି । ଆୟୁର୍ବେଦ ଡାକ୍ତରୀପାଠ ପଢିଥିଲେ ହେଁ ସେମାନଙ୍କୁ ଏକ ମର୍ଯ୍ୟାଦାଜନକ ସମ୍ମାନ ମିଳୁନଥିଲା। ବିଭିନ୍ନ ସମୟରେ ଆୟୁଷ ଡାକ୍ତରସଂଘ ପକ୍ଷରୁ ରାଜ୍ୟସରକାରଙ୍କ ସହିତ ଆଲୋଚନା ହେଉଥିଲା ତଥା ଆନ୍ଦୋଳନ ମଧ୍ୟ ହେଉଥିଲା। କିନ୍ତୁ ଶେଷରେ 

ରାଜ୍ୟସରକାର ଏମାନଙ୍କର ଦାବିକୁ ମାନିଲେ। ଏବେ ଆୟୁଷ ଡାକ୍ତରମାନେ ସର୍ବନିମ୍ନ ୫୬ ହଜାର ଟଙ୍କା ଓ ଚାକିରି ସମୟ ଅବଧି ଦେଖି ସର୍ବାଧିକ ୯୧ ହଜାର ଟଙ୍କା ପର୍ଯ୍ୟନ୍ତ ଦରମା ପାଇବେ । ସଭାରେ ବଲାଙ୍ଗୀର ସଂଘର ସଂପାଦକ ଡାକ୍ତର ଲଳିତକୁମାର ସାହୁ ସଭାର ଉଦ୍ଦେଶ୍ୟ ଜ୍ଞାପନ ସହ ସଂଘର ପଦକ୍ଷେପ ବିଷୟରେ କହିଥିଲେ। ଶେଷରେ ଡା.ସୁଦାମ ଅଗ୍ରୱାଲ ଧନ୍ୟବାଦ ଅର୍ପଣ କରିଥିଲେ। ଏହି କାର୍ଯ୍ୟକ୍ରମରେ ଡଃ. ସୁମିତ୍ରା ଦାସ, ଡଃ ଅର୍ଚ୍ଚନା ଚାନ୍ଦ ଙ୍କ ସହ ବଲାଙ୍ଗୀର ଜିଲ୍ଲାର ସିଏଚସି ଓ ପିଏଚସିରେ କାମ କରୁଥିବା ସମସ୍ତ ଆୟୁଷ ଡାକ୍ତରମାନେ ଉପସ୍ଥିତ ରହି ସହଯୋଗ ଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଭୁବନେଶ୍ୱର ମହାନଗର ନିଗମ ୱାର୍ଡ ନମ୍ବର ୨୬ରେ ଓଜେସିର ବିଶାଳ କର୍ମକର୍ତ୍ତା ସମ୍ମିଳନୀ   25-Oct-2026
  ଜିଲ୍ଲା  
ମୃଦୁରେଖା ଡ୍ୟାନ୍ସ ଏକାଡେମୀ’ ପକ୍ଷରୁ ସାଂସ୍କୃତିକ ମହୋତ୍ସବ ‘ମୃଦମ୍-୨୦୨୬’ ଆୟୋଜିତ   25-Oct-2026
  ଜିଲ୍ଲା  
ସଦାଇପାଲିରେ ଆରମ୍ଭ ହେଲା ୩୦ତମ ବର୍ଷ ଗଜଲକ୍ଷ୍ମୀ ପୂଜା କଳସ ଯାତ୍ରାରେ ସାମିଲ ହେଲେ ଶତାଧିକ ମହିଳା ଓ ବ୍ରତଧାରୀ   25-Oct-2026
  ଖେଳ  
ଜାତୀୟ ଲନ୍‌ବଲ୍‌: ସେମିଫାଇନାଲ୍‌ରେ ଶୁଭ୍ରାଂଶୁ, ରାଜେଶ୍ବର   25-Oct-2026
  ଜିଲ୍ଲା  
ରାଜବୈଦ୍ୟ ଚିନ୍ତାମଣି ବେହେରା ସ୍ମୃତି ପରିଷଦ, ବଲାଙ୍ଗିରର ପଞ୍ଚମ ବାର୍ଷିକ ଉତ୍ସବ ଅନୁଷ୍ଠିତ   25-Oct-2026
  ଜିଲ୍ଲା  
ମେରାହୁନର “ପକ୍ଷରୁ ଆର୍ଟ ଏଣ୍ଡ କ୍ରାଫ୍ଟ” ଓ ସଂପୂର୍ଣ୍ଣା ପକ୍ଷରୁ ମେହେନ୍ଦି ପ୍ରତିଯୋଗିତା   25-Oct-2026
  ଜିଲ୍ଲା  
ରାଜବୈଦ୍ୟ ଚିନ୍ତାମଣି ବେହେରା ସ୍ମୃତି ପରିଷଦ, ବଲାଙ୍ଗିରର ପଞ୍ଚମ ବାର୍ଷିକ ଉତ୍ସବ ଅନୁଷ୍ଠିତ   25-Oct-2026
  ଜିଲ୍ଲା  
ଘରୋଇ ବସରୁ ୩. ୭୭୫ କେଜି ଗଞ୍ଜେଇ ଜବତ,ଦୁଇ ଅଭିଯୁକ୍ତ ଗିରଫ   25-Oct-2026
  ଜିଲ୍ଲା  
ଗୋପାଳଜୀ ଉଚ୍ଚ ବିଦ୍ୟାଳୟରେ ବନ୍ଧୁ ମିଳନ ଓ ଗୁରୁପୂଜନ ଉତ୍ସବ ପାଳନ   25-Oct-2026
  ଜିଲ୍ଲା  
ସାମ୍ବାଦିକ ଙ୍କ ପିତୃ ବିୟୋଗ   25-Oct-2026
  ଜିଲ୍ଲା  
ପଶ୍ଚିମବଙ୍ଗକୁ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ : ପୋଲିସ ଜାଲରେ ଆନ୍ତଃରାଜ୍ୟ ମହିଳା ଚାଲାଣକାରୀ ସହ ଗଞ୍ଜେଇ ଜବତ   25-Oct-2026
  ଦେଶ ବିଦେଶ  
ଭରତ ଜାତିସଂଘ ପାଣ୍ଠି ଗ୍ଲୋବାଲ୍ ସାଉଥ୍ ସହିତ ଭାରତର ବ୍ୟାପକ ଭାଗିଦାରୀ ର ଏକ ଅଂଶ: ସଂଗୀତା ସିଂଦେଓ   25-Oct-2026

You Might Also Like