-+91-9937148622 |

prerana_bgr@rediffmail.com |

  Monday 26th October 2026 |

| | | |

R.N.I. Regd No. ODIODI/2010/46693

Breaking News

ଭୁବନେଶ୍ୱର ମହାନଗର ନିଗମ ୱାର୍ଡ ନମ୍ବର ୨୬ରେ ଓଜେସିର ବିଶାଳ କର୍ମକର୍ତ୍ତା ସମ୍ମିଳନୀ    (25-Oct-2026)       ||      ମୃଦୁରେଖା ଡ୍ୟାନ୍ସ ଏକାଡେମୀ’ ପକ୍ଷରୁ ସାଂସ୍କୃତିକ ମହୋତ୍ସବ ‘ମୃଦମ୍-୨୦୨୬’ ଆୟୋଜିତ   (25-Oct-2026)       ||      ସଦାଇପାଲିରେ ଆରମ୍ଭ ହେଲା ୩୦ତମ ବର୍ଷ ଗଜଲକ୍ଷ୍ମୀ ପୂଜା କଳସ ଯାତ୍ରାରେ ସାମିଲ ହେଲେ ଶତାଧିକ ମହିଳା ଓ ବ୍ରତଧାରୀ   (25-Oct-2026)       ||      ଜାତୀୟ ଲନ୍‌ବଲ୍‌: ସେମିଫାଇନାଲ୍‌ରେ ଶୁଭ୍ରାଂଶୁ, ରାଜେଶ୍ବର   (25-Oct-2026)       ||      ରାଜବୈଦ୍ୟ ଚିନ୍ତାମଣି ବେହେରା ସ୍ମୃତି ପରିଷଦ, ବଲାଙ୍ଗିରର ପଞ୍ଚମ ବାର୍ଷିକ ଉତ୍ସବ ଅନୁଷ୍ଠିତ   (25-Oct-2026)       ||      ମେରାହୁନର “ପକ୍ଷରୁ ଆର୍ଟ ଏଣ୍ଡ କ୍ରାଫ୍ଟ” ଓ ସଂପୂର୍ଣ୍ଣା ପକ୍ଷରୁ ମେହେନ୍ଦି ପ୍ରତିଯୋଗିତା   (25-Oct-2026)       ||      ରାଜବୈଦ୍ୟ ଚିନ୍ତାମଣି ବେହେରା ସ୍ମୃତି ପରିଷଦ, ବଲାଙ୍ଗିରର ପଞ୍ଚମ ବାର୍ଷିକ ଉତ୍ସବ ଅନୁଷ୍ଠିତ   (25-Oct-2026)       ||      ଘରୋଇ ବସରୁ ୩. ୭୭୫ କେଜି ଗଞ୍ଜେଇ ଜବତ,ଦୁଇ ଅଭିଯୁକ୍ତ ଗିରଫ   (25-Oct-2026)       ||      ଗୋପାଳଜୀ ଉଚ୍ଚ ବିଦ୍ୟାଳୟରେ ବନ୍ଧୁ ମିଳନ ଓ ଗୁରୁପୂଜନ ଉତ୍ସବ ପାଳନ   (25-Oct-2026)       ||      ସାମ୍ବାଦିକ ଙ୍କ ପିତୃ ବିୟୋଗ   (25-Oct-2026)       ||      ପଶ୍ଚିମବଙ୍ଗକୁ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ : ପୋଲିସ ଜାଲରେ ଆନ୍ତଃରାଜ୍ୟ ମହିଳା ଚାଲାଣକାରୀ ସହ ଗଞ୍ଜେଇ ଜବତ   (25-Oct-2026)       ||      ଭରତ ଜାତିସଂଘ ପାଣ୍ଠି ଗ୍ଲୋବାଲ୍ ସାଉଥ୍ ସହିତ ଭାରତର ବ୍ୟାପକ ଭାଗିଦାରୀ ର ଏକ ଅଂଶ: ସଂଗୀତା ସିଂଦେଓ    (25-Oct-2026)       ||      ଲୋଇସିଂହା ଓ ଆଗଲପୁର ଗୋଣ୍ଡୱାନା ଗୋଣ୍ଡ ସମାଜ ର ବ୍ଲକ ସ୍ତରୀୟ ନୂଆଁଖାଇ ଭେଟଘାଟ୍   (24-Oct-2026)       ||      ଟାସ୍କଫୋର୍ସ ଅଧ୍ୟକ୍ଷ ଉପମୁଖ୍ୟମନ୍ତ୍ରୀଙ୍କ ଜିଲ୍ଲାରେ ଅନ୍ୟରାଜ୍ୟର ଦାଦନମାଫିଆ ସେଠ୍ ମାନଙ୍କର ଅବାଧ ବିଚରଣ♦️କୋଟିପତି ସର୍ଦ୍ଦାରଙ୍କ ଅନ୍ୟାୟୋପାର୍ଜିତ ସମ୍ପତ୍ତିର ଇଡି ତଦନ୍ତ ହେଉ  !     (24-Oct-2026)       ||      ଚିନାଜୁରୀ ଠାରେ ନୂତନ ପେକ୍ସ ଗଠନ ପାଇଁ ପ୍ରସ୍ତୁତି ବୈଠକ   (24-Oct-2026)       ||      ବିଶ୍ୱ ପୋଲିଓ ଦିବସ ଅବସରରେ ରୋଟାରୀ ଜିଲ୍ଲା ୩୨୬୨ ପକ୍ଷରୁ ବିଶାଳ ମାରାଥନ୍ ଆୟୋଜିତ   (24-Oct-2026)       ||      ସ୍ୱାସ୍ଥ୍ୟସେବା ଓ ଆୟୁଷ୍ମାନ ବାୟୋ ବନ୍ଦନା କାର୍ଡ ରେଜିଷ୍ଟ୍ରେସନ ଶିବିର    (24-Oct-2026)       ||      ବରଗଡ଼ରେ ୨୪ଟି ଦିବ୍ୟ ରୂପରେ ମହାପ୍ରଭୁଙ୍କ ଦର୍ଶନ, ଉଦଯାପିତ ହେଲା ୨୪ ଦିବ୍ୟ ବେଶ ସମ୍ଭାର   (24-Oct-2026)       ||      ଶୁଭ୍ରାଂଶୁ, ରୋଶନୀ, ସୀମାଙ୍କ କ୍ରମାଗତ ବିଜୟ ଜାତୀୟ ଲନ୍‌ବଲ୍‌ ଦ୍ବିତୀୟ ଦିନ   (24-Oct-2026)       ||      ବରିଷ୍ଠ ଆଇନଜୀବୀ ଅଶ୍ୱିନୀ ମିଶ୍ର ଙ୍କ ପରଲୋକ    (24-Oct-2026)       ||     

HOME   ଜିଲ୍ଲା

ସରକାରୀ ମହାବିଦ୍ୟାଳୟ ବଲାଙ୍ଗିରରେ ଏକଦିବସୀୟ ଓଡ଼ିଆ ଭାଷା ସମ୍ପାନ

15-Feb-2026



ବଲାଙ୍ଗିର(ପ୍ରେରଣା ଖବର): ସ୍ଥାନୀୟ ସରକାରୀ ମହାବିଦ୍ୟାଳୟ ବଲାଙ୍ଗିରରେ ଓଡ଼ିଆ ବିଭାଗ ଏବଂ ଓଡ଼ିଆ ଭାଷା ପ୍ରତିଷ୍ଠାନ ଭୁବନେଶ୍ୱରର ମିଳିତ ଆନୁକୂଲ୍ୟରେ 'ସାଂପ୍ରତିକ ପରିପ୍ରେକ୍ଷୀରେ ଓଡ଼ିଆ ଲୋକସଂସ୍କୃତି ଓ ମାତୃଭାଷା ପ୍ରସଙ୍ଗ' ଶୀର୍ଷକରେ ଏକଦିବସୀୟ ରାଜ୍ୟସ୍ତରୀୟ ଓଡ଼ିଆ ଭାଷା ସମ୍ପାନ ଅନୁଷ୍ଠିତ ହୋଇଯାଇଛି।ମହାବିଦ୍ୟାଳୟ ର ଅଧ୍ୟକ୍ଷ ଡକ୍ଟର କୌତୁକ ପନ୍ଦରଙ୍କ ସଭାପତିତ୍ବରେ ଆୟୋଜିତ ଉଦଘାଟନୀ ସମାରୋହରେ ମୁଖ୍ୟଅତିଥି ଭାବରେ ପଦ୍ମଶ୍ରୀ ଶ୍ରୀନିବାସ ଉଦଗାତା ଯୋଗଦେଇ ଓଡ଼ିଆ ଭାଷା ଓ ସାହିତ୍ୟର ସାଂସ୍କୃତିକ ସୌନ୍ଦର୍ଯ୍ୟ ସଂପର୍କରେ ଆଲୋଚନା କରିଥିଲେ। ମୁଖ୍ୟବକ୍ତା ଭାବରେ ବିଶିଷ୍ଟ ଲୋକସାହିତ୍ୟ ତତ୍ତ୍ବବିଦ ମହେନ୍ଦ୍ର କୁମାର ମିଶ୍ର

ଯୋଗଦେଇ ପ୍ରାଥମିକ ବିଦ୍ୟାଳୟସ୍ତରରେ ଓଡ଼ିଆ ଲୋକସଂସ୍କୃତି ଓ ମାତୃଭାଷାର ପ୍ରୟୋଗ ସଂପର୍କରେ ଅବଗତ କରାଇଥିଲେ। ସମ୍ମାନିତ ଅତିଥି ଭାବରେ ଡକ୍ଟର ଛାୟାକାନ୍ତ ଷଡ଼ଙ୍ଗୀ ଯୋଗଦେଇ ଓଡ଼ିଆ ଭାଷାର ସାଂପ୍ରତିକ ସ୍ଥିତି ସଂପର୍କରେ ବକ୍ତବ୍ୟ ପ୍ରଦାନ କରିଥିଲେ। ସମ୍ମାନିତ ବକ୍ତା ଭାବେ ପ୍ରଫେସର ବିଜୟ କୁମାର ବେହେରା ଯୋଗଦେଇ ଓଡ଼ିଆ ଭାଷାର ଆଞ୍ଚଳିକ ରୂପ ସଂପର୍କରେ ଅବଗତ କରାଇଥିଲେ। ସମ୍ପାନର ଆବାହକ ଡକ୍ଟର ଶ୍ରୀକାନ୍ତ କୁମାର ବାରିକ ଆଲୋଚନାଚକ୍ରର ଅଭିଲକ୍ଷ୍ୟ ସଂପର୍କରେ ଆଲୋଚନା କରିଥିଲେ। ଏହି ସମ୍ପାନ ଉପଲକ୍ଷେ ଆୟୋଜିତ ଶୁଦ୍ଧ ଓଡ଼ିଆ ଲିଖନ, ଓଡ଼ିଆ ବକ୍ତୃତା ଏବଂ ଓଡ଼ିଆ ପ୍ରବନ୍ଧ ଲିଖନ ପ୍ରତିଯୋଗିତାରେ କୃତିତ୍ବ ଅର୍ଜନ କରିଥିବା ଛାତ୍ରଛାତ୍ରୀଙ୍କୁ ଅର୍ଥରାଶି ସହିତ ପ୍ରମାଣ ପତ୍ର ଓ ପୁସ୍ତକ ପ୍ରଦାନ କରାଯାଇ ଥିଲା। ଅନ୍ୟାନ୍ୟ ଅଧିବେଶନଗୁଡିକରେ ପ୍ରଫେସର ସୁଧୀର କୁମାର ସାହୁ,କବି ସନ୍ଦୀପ କୁଅଁର, କବି ନବୀନ ବିଶ୍ବବନ୍ଧୁ, ଡକ୍ଟର ଲକ୍ଷ୍ମଣ କୁମାର ମେହେର, ଡକ୍ଟର ପବିତ୍ର ଦଣ୍ଡସେନା, ଡକ୍ଟର ପରୀକ୍ଷିତ ଭୋଇ,ଡୋଳାମଣି ମାଝୀ,

ଅଧ୍ୟାପକ ସୁମନ୍ତ ରଣା, ଅଧ୍ୟାପକ ଆଶୀର୍ବାଦ ସାହୁ ପ୍ରମୁଖ ଉପସ୍ଥିତ ରହି ନିଜର ବକ୍ତବ୍ୟ ରଖିଥିଲେ। ଏହା ସହିତ ସରକାରୀ ମହାବିଦ୍ୟାଳୟ ବଲାଙ୍ଗିର ସମେତ ଓଡ଼ିଶାର ବିଭିନ୍ନ ବିଶ୍ୱବିଦ୍ୟାଳୟ ଓ ମହାବିଦ୍ୟାଳୟର ଅନେକ ଅଧ୍ୟାପକ ଅଧ୍ୟାପିକା ଏବଂ ଗବେଷକ ଗବେଷିକା ଉପସ୍ଥିତ ଥିଲେ। ଶେଷରେ ସାଂସ୍କୃତିକ କାର୍ଯ୍ୟକ୍ରମରେ ଲୋକନୃତ୍ୟ ଘୁମୁରା, ଘୁଡୁକା ଏବଂ ଡାଲଖାଇ ନୃତ୍ୟ ପରିବେଷଣ କରାଯାଇଥିଲା। ପରିଶେଷରେ ଅଧ୍ୟାପକ ହୃଷୀକେଶ ଦାସ ଆନୁଷ୍ଠାନିକ ଭାବେ ଧନ୍ୟବାଦ ଅର୍ପଣ କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଭୁବନେଶ୍ୱର ମହାନଗର ନିଗମ ୱାର୍ଡ ନମ୍ବର ୨୬ରେ ଓଜେସିର ବିଶାଳ କର୍ମକର୍ତ୍ତା ସମ୍ମିଳନୀ   25-Oct-2026
  ଜିଲ୍ଲା  
ମୃଦୁରେଖା ଡ୍ୟାନ୍ସ ଏକାଡେମୀ’ ପକ୍ଷରୁ ସାଂସ୍କୃତିକ ମହୋତ୍ସବ ‘ମୃଦମ୍-୨୦୨୬’ ଆୟୋଜିତ   25-Oct-2026
  ଜିଲ୍ଲା  
ସଦାଇପାଲିରେ ଆରମ୍ଭ ହେଲା ୩୦ତମ ବର୍ଷ ଗଜଲକ୍ଷ୍ମୀ ପୂଜା କଳସ ଯାତ୍ରାରେ ସାମିଲ ହେଲେ ଶତାଧିକ ମହିଳା ଓ ବ୍ରତଧାରୀ   25-Oct-2026
  ଖେଳ  
ଜାତୀୟ ଲନ୍‌ବଲ୍‌: ସେମିଫାଇନାଲ୍‌ରେ ଶୁଭ୍ରାଂଶୁ, ରାଜେଶ୍ବର   25-Oct-2026
  ଜିଲ୍ଲା  
ରାଜବୈଦ୍ୟ ଚିନ୍ତାମଣି ବେହେରା ସ୍ମୃତି ପରିଷଦ, ବଲାଙ୍ଗିରର ପଞ୍ଚମ ବାର୍ଷିକ ଉତ୍ସବ ଅନୁଷ୍ଠିତ   25-Oct-2026
  ଜିଲ୍ଲା  
ମେରାହୁନର “ପକ୍ଷରୁ ଆର୍ଟ ଏଣ୍ଡ କ୍ରାଫ୍ଟ” ଓ ସଂପୂର୍ଣ୍ଣା ପକ୍ଷରୁ ମେହେନ୍ଦି ପ୍ରତିଯୋଗିତା   25-Oct-2026
  ଜିଲ୍ଲା  
ରାଜବୈଦ୍ୟ ଚିନ୍ତାମଣି ବେହେରା ସ୍ମୃତି ପରିଷଦ, ବଲାଙ୍ଗିରର ପଞ୍ଚମ ବାର୍ଷିକ ଉତ୍ସବ ଅନୁଷ୍ଠିତ   25-Oct-2026
  ଜିଲ୍ଲା  
ଘରୋଇ ବସରୁ ୩. ୭୭୫ କେଜି ଗଞ୍ଜେଇ ଜବତ,ଦୁଇ ଅଭିଯୁକ୍ତ ଗିରଫ   25-Oct-2026
  ଜିଲ୍ଲା  
ଗୋପାଳଜୀ ଉଚ୍ଚ ବିଦ୍ୟାଳୟରେ ବନ୍ଧୁ ମିଳନ ଓ ଗୁରୁପୂଜନ ଉତ୍ସବ ପାଳନ   25-Oct-2026
  ଜିଲ୍ଲା  
ସାମ୍ବାଦିକ ଙ୍କ ପିତୃ ବିୟୋଗ   25-Oct-2026
  ଜିଲ୍ଲା  
ପଶ୍ଚିମବଙ୍ଗକୁ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ : ପୋଲିସ ଜାଲରେ ଆନ୍ତଃରାଜ୍ୟ ମହିଳା ଚାଲାଣକାରୀ ସହ ଗଞ୍ଜେଇ ଜବତ   25-Oct-2026
  ଦେଶ ବିଦେଶ  
ଭରତ ଜାତିସଂଘ ପାଣ୍ଠି ଗ୍ଲୋବାଲ୍ ସାଉଥ୍ ସହିତ ଭାରତର ବ୍ୟାପକ ଭାଗିଦାରୀ ର ଏକ ଅଂଶ: ସଂଗୀତା ସିଂଦେଓ   25-Oct-2026

You Might Also Like