-+91-9937148622 |

prerana_bgr@rediffmail.com |

  Monday 26th October 2026 |

| | | |

R.N.I. Regd No. ODIODI/2010/46693

Breaking News

ଭୁବନେଶ୍ୱର ମହାନଗର ନିଗମ ୱାର୍ଡ ନମ୍ବର ୨୬ରେ ଓଜେସିର ବିଶାଳ କର୍ମକର୍ତ୍ତା ସମ୍ମିଳନୀ    (25-Oct-2026)       ||      ମୃଦୁରେଖା ଡ୍ୟାନ୍ସ ଏକାଡେମୀ’ ପକ୍ଷରୁ ସାଂସ୍କୃତିକ ମହୋତ୍ସବ ‘ମୃଦମ୍-୨୦୨୬’ ଆୟୋଜିତ   (25-Oct-2026)       ||      ସଦାଇପାଲିରେ ଆରମ୍ଭ ହେଲା ୩୦ତମ ବର୍ଷ ଗଜଲକ୍ଷ୍ମୀ ପୂଜା କଳସ ଯାତ୍ରାରେ ସାମିଲ ହେଲେ ଶତାଧିକ ମହିଳା ଓ ବ୍ରତଧାରୀ   (25-Oct-2026)       ||      ଜାତୀୟ ଲନ୍‌ବଲ୍‌: ସେମିଫାଇନାଲ୍‌ରେ ଶୁଭ୍ରାଂଶୁ, ରାଜେଶ୍ବର   (25-Oct-2026)       ||      ରାଜବୈଦ୍ୟ ଚିନ୍ତାମଣି ବେହେରା ସ୍ମୃତି ପରିଷଦ, ବଲାଙ୍ଗିରର ପଞ୍ଚମ ବାର୍ଷିକ ଉତ୍ସବ ଅନୁଷ୍ଠିତ   (25-Oct-2026)       ||      ମେରାହୁନର “ପକ୍ଷରୁ ଆର୍ଟ ଏଣ୍ଡ କ୍ରାଫ୍ଟ” ଓ ସଂପୂର୍ଣ୍ଣା ପକ୍ଷରୁ ମେହେନ୍ଦି ପ୍ରତିଯୋଗିତା   (25-Oct-2026)       ||      ରାଜବୈଦ୍ୟ ଚିନ୍ତାମଣି ବେହେରା ସ୍ମୃତି ପରିଷଦ, ବଲାଙ୍ଗିରର ପଞ୍ଚମ ବାର୍ଷିକ ଉତ୍ସବ ଅନୁଷ୍ଠିତ   (25-Oct-2026)       ||      ଘରୋଇ ବସରୁ ୩. ୭୭୫ କେଜି ଗଞ୍ଜେଇ ଜବତ,ଦୁଇ ଅଭିଯୁକ୍ତ ଗିରଫ   (25-Oct-2026)       ||      ଗୋପାଳଜୀ ଉଚ୍ଚ ବିଦ୍ୟାଳୟରେ ବନ୍ଧୁ ମିଳନ ଓ ଗୁରୁପୂଜନ ଉତ୍ସବ ପାଳନ   (25-Oct-2026)       ||      ସାମ୍ବାଦିକ ଙ୍କ ପିତୃ ବିୟୋଗ   (25-Oct-2026)       ||      ପଶ୍ଚିମବଙ୍ଗକୁ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ : ପୋଲିସ ଜାଲରେ ଆନ୍ତଃରାଜ୍ୟ ମହିଳା ଚାଲାଣକାରୀ ସହ ଗଞ୍ଜେଇ ଜବତ   (25-Oct-2026)       ||      ଭରତ ଜାତିସଂଘ ପାଣ୍ଠି ଗ୍ଲୋବାଲ୍ ସାଉଥ୍ ସହିତ ଭାରତର ବ୍ୟାପକ ଭାଗିଦାରୀ ର ଏକ ଅଂଶ: ସଂଗୀତା ସିଂଦେଓ    (25-Oct-2026)       ||      ଲୋଇସିଂହା ଓ ଆଗଲପୁର ଗୋଣ୍ଡୱାନା ଗୋଣ୍ଡ ସମାଜ ର ବ୍ଲକ ସ୍ତରୀୟ ନୂଆଁଖାଇ ଭେଟଘାଟ୍   (24-Oct-2026)       ||      ଟାସ୍କଫୋର୍ସ ଅଧ୍ୟକ୍ଷ ଉପମୁଖ୍ୟମନ୍ତ୍ରୀଙ୍କ ଜିଲ୍ଲାରେ ଅନ୍ୟରାଜ୍ୟର ଦାଦନମାଫିଆ ସେଠ୍ ମାନଙ୍କର ଅବାଧ ବିଚରଣ♦️କୋଟିପତି ସର୍ଦ୍ଦାରଙ୍କ ଅନ୍ୟାୟୋପାର୍ଜିତ ସମ୍ପତ୍ତିର ଇଡି ତଦନ୍ତ ହେଉ  !     (24-Oct-2026)       ||      ଚିନାଜୁରୀ ଠାରେ ନୂତନ ପେକ୍ସ ଗଠନ ପାଇଁ ପ୍ରସ୍ତୁତି ବୈଠକ   (24-Oct-2026)       ||      ବିଶ୍ୱ ପୋଲିଓ ଦିବସ ଅବସରରେ ରୋଟାରୀ ଜିଲ୍ଲା ୩୨୬୨ ପକ୍ଷରୁ ବିଶାଳ ମାରାଥନ୍ ଆୟୋଜିତ   (24-Oct-2026)       ||      ସ୍ୱାସ୍ଥ୍ୟସେବା ଓ ଆୟୁଷ୍ମାନ ବାୟୋ ବନ୍ଦନା କାର୍ଡ ରେଜିଷ୍ଟ୍ରେସନ ଶିବିର    (24-Oct-2026)       ||      ବରଗଡ଼ରେ ୨୪ଟି ଦିବ୍ୟ ରୂପରେ ମହାପ୍ରଭୁଙ୍କ ଦର୍ଶନ, ଉଦଯାପିତ ହେଲା ୨୪ ଦିବ୍ୟ ବେଶ ସମ୍ଭାର   (24-Oct-2026)       ||      ଶୁଭ୍ରାଂଶୁ, ରୋଶନୀ, ସୀମାଙ୍କ କ୍ରମାଗତ ବିଜୟ ଜାତୀୟ ଲନ୍‌ବଲ୍‌ ଦ୍ବିତୀୟ ଦିନ   (24-Oct-2026)       ||      ବରିଷ୍ଠ ଆଇନଜୀବୀ ଅଶ୍ୱିନୀ ମିଶ୍ର ଙ୍କ ପରଲୋକ    (24-Oct-2026)       ||     

HOME   ଜିଲ୍ଲା

ଶିବରାତ୍ରୀ ପାଇଁ ଚଳ ଚଂଚଳ ବଲାଙ୍ଗୀରର ଶୈବ ପୀଠ

15-Feb-2026



ବଲାଙ୍ଗୀର (ପ୍ରେରଣା ଖବର): ଦେବ ଦେବ ମହାଦେବଙ୍କ ପବିତ୍ର ଶିବରାତ୍ରୀ ଅବସରରେ ଆଜି ବଲାଙ୍ଗୀର ସହରର ଶୈବପୀଠ  ଗୁଡିକ ଉତ୍ସବମୁଖର ହୋଇ ଉଠିଛି । ‘ଓମ୍ ନମଃ ଶିବାୟ’ ଧ୍ୱନୀରେ ଏକ ଆଧ୍ୟାତ୍ମିକ ପରିବେଶ ସୃଷ୍ଟି ହୋଇଥିବା ବେଳେ ଆଜି ଲାଗୁଥିଲା ଯେମିତି ଭକ୍ତ ଓ ଭଗବାନ ଏକାକର ହୋଇଯାଇଛନ୍ତି । ଘଂଟ,ଶଂଖ, ହୁଳହୁଳି ଓ ଭଜନ କୀର୍ତ୍ତନରେ ଶିବ ମନ୍ଦିର ସବୁ ପ୍ରକମ୍ପିତ ହୋଇଉଠିଲା । ଆଜି ସକାଳୁ ସକାଳୁ ଶିବ ମନ୍ଦିର ଗୁଡିକରେ ଭକ୍ତ ମାନଙ୍କ ପ୍ରବଳ ଭିଡ ଜମିଥିଲା । ମହାଶିବ ରାତ୍ରୀ ପାଇଁ ଆଜି ବଲାଙ୍ଗୀରର ମହାଦେବ ମନ୍ଦିର, ଖୁଜେନପାଲି ଶିବ ମନ୍ଦିର, କାଅଁଗା ଧବଳେଶ୍ୱର ଶିବ ମନ୍ଦିର ଓ ଚନ୍ଦ୍ରଶେଖର ଶିବ ମନ୍ଦିର ସ୍ୱତନ୍ତ୍ର ଭାବେ ସଜେଇ ହୋଇଛି । ଅଗଣିତ ଭକ୍ତଙ୍କ ବିଶ୍ୱାସ ଓ ଭାବନା ସହ ଜଡିତ ବଲାଙ୍ଗୀର ସହରର ଅନ୍ୟତମ ଶିବ ମନ୍ଦିର ଚନ୍ଦ୍ରଶେଖର ଶିବ ମନ୍ଦିରରେ ପ୍ରତିବର୍ଷ ପରି ଚଳିତ ବର୍ଷ ମଧ୍ୟ ଭକ୍ତ ଓ ଶ୍ରଦ୍ଧାଳୁଙ୍କ ସମାଗମ ହୋଇଥିଲା । ଭକ୍ତ ମାନେ ଧାଡିରେ ରହି ମହାଦେବଙ୍କ ପାଖରେ ବେଲପତ୍ର ଚଢ଼ାଇ ଦୀପ ଜାଳିଥିଲେ । ଆଜି ଦିନ ତମାମ ଚନ୍ଦ୍ରଶେଖର ଶିବ ମନ୍ଦିରରେ ବିଭିନ୍ନ ପ୍ରକାରର ଆଧ୍ୟାତ୍ମିକ କାର୍ଯ୍ୟକ୍ରମ ମାନ ରହିଛି । ରାତ୍ରୀ ରେ ଦୀପ ଜାଳି ଉଜାଗର ରହି ଶିବଙ୍କୁ ପୂଜା କରାଯାଉଥିବାରୁ ଏହି ପବିତ୍ର ପର୍ବ ମହାଜାଗର ନାମରେ ଜଣାଶୁଣା । ଭକ୍ତ ମାନେ ଏଠାକୁ ଆସି ପରମ ଆନନ୍ଦ ଓ ଶିବ କୃପା ଲାଭ କରିଥାଆନ୍ତି।  ଆଜି ଭଗବାନ ଶିବ ଓ ମାତା ପାର୍ବତୀଙ୍କ ଯୁଗଳ ମୂର୍ତ୍ତି ଦର୍ଶନ କରିବାର ସୌଭାଗ୍ୟ ଲାଭ କରନ୍ତି ଭକ୍ତ ମାନେ । ଆଜି ଭକ୍ତ ମାନେ ନିଜର ମନୋକାମନା ପୂରଣ ପାଇଁ ଭଗବାନଙ୍କ ଠାରେ ଶରଣାପନ୍ନ ହୋଇଛନ୍ତି । ଆଜି ମହା ଶିବରାତ୍ରୀ ପାଇଁ ଶିବ ମୟ ହୋଇଯାଇଛି ବଲାଙ୍ଗୀର ସହର l


News Comment




Photo in News

Advertisment
Lastest News
  ଜିଲ୍ଲା  
ଭୁବନେଶ୍ୱର ମହାନଗର ନିଗମ ୱାର୍ଡ ନମ୍ବର ୨୬ରେ ଓଜେସିର ବିଶାଳ କର୍ମକର୍ତ୍ତା ସମ୍ମିଳନୀ   25-Oct-2026
  ଜିଲ୍ଲା  
ମୃଦୁରେଖା ଡ୍ୟାନ୍ସ ଏକାଡେମୀ’ ପକ୍ଷରୁ ସାଂସ୍କୃତିକ ମହୋତ୍ସବ ‘ମୃଦମ୍-୨୦୨୬’ ଆୟୋଜିତ   25-Oct-2026
  ଜିଲ୍ଲା  
ସଦାଇପାଲିରେ ଆରମ୍ଭ ହେଲା ୩୦ତମ ବର୍ଷ ଗଜଲକ୍ଷ୍ମୀ ପୂଜା କଳସ ଯାତ୍ରାରେ ସାମିଲ ହେଲେ ଶତାଧିକ ମହିଳା ଓ ବ୍ରତଧାରୀ   25-Oct-2026
  ଖେଳ  
ଜାତୀୟ ଲନ୍‌ବଲ୍‌: ସେମିଫାଇନାଲ୍‌ରେ ଶୁଭ୍ରାଂଶୁ, ରାଜେଶ୍ବର   25-Oct-2026
  ଜିଲ୍ଲା  
ରାଜବୈଦ୍ୟ ଚିନ୍ତାମଣି ବେହେରା ସ୍ମୃତି ପରିଷଦ, ବଲାଙ୍ଗିରର ପଞ୍ଚମ ବାର୍ଷିକ ଉତ୍ସବ ଅନୁଷ୍ଠିତ   25-Oct-2026
  ଜିଲ୍ଲା  
ମେରାହୁନର “ପକ୍ଷରୁ ଆର୍ଟ ଏଣ୍ଡ କ୍ରାଫ୍ଟ” ଓ ସଂପୂର୍ଣ୍ଣା ପକ୍ଷରୁ ମେହେନ୍ଦି ପ୍ରତିଯୋଗିତା   25-Oct-2026
  ଜିଲ୍ଲା  
ରାଜବୈଦ୍ୟ ଚିନ୍ତାମଣି ବେହେରା ସ୍ମୃତି ପରିଷଦ, ବଲାଙ୍ଗିରର ପଞ୍ଚମ ବାର୍ଷିକ ଉତ୍ସବ ଅନୁଷ୍ଠିତ   25-Oct-2026
  ଜିଲ୍ଲା  
ଘରୋଇ ବସରୁ ୩. ୭୭୫ କେଜି ଗଞ୍ଜେଇ ଜବତ,ଦୁଇ ଅଭିଯୁକ୍ତ ଗିରଫ   25-Oct-2026
  ଜିଲ୍ଲା  
ଗୋପାଳଜୀ ଉଚ୍ଚ ବିଦ୍ୟାଳୟରେ ବନ୍ଧୁ ମିଳନ ଓ ଗୁରୁପୂଜନ ଉତ୍ସବ ପାଳନ   25-Oct-2026
  ଜିଲ୍ଲା  
ସାମ୍ବାଦିକ ଙ୍କ ପିତୃ ବିୟୋଗ   25-Oct-2026
  ଜିଲ୍ଲା  
ପଶ୍ଚିମବଙ୍ଗକୁ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ : ପୋଲିସ ଜାଲରେ ଆନ୍ତଃରାଜ୍ୟ ମହିଳା ଚାଲାଣକାରୀ ସହ ଗଞ୍ଜେଇ ଜବତ   25-Oct-2026
  ଦେଶ ବିଦେଶ  
ଭରତ ଜାତିସଂଘ ପାଣ୍ଠି ଗ୍ଲୋବାଲ୍ ସାଉଥ୍ ସହିତ ଭାରତର ବ୍ୟାପକ ଭାଗିଦାରୀ ର ଏକ ଅଂଶ: ସଂଗୀତା ସିଂଦେଓ   25-Oct-2026

You Might Also Like