-+91-9937148622 |

prerana_bgr@rediffmail.com |

  Tuesday 27th October 2026 |

| | | |

R.N.I. Regd No. ODIODI/2010/46693

Breaking News

ଅଇଁଲାମୁଣ୍ଡା ଠାରେ ଡ଼ୁମାଳ ସମାଜର ମାହେଶ୍ୱରୀ ଖୁଣ୍ଟ ପୂଜା ଅନୁଷ୍ଠିତ   (27-Oct-2026)       ||      ଲକ୍ଷେ ଘର ଗଣ୍ଡା ସମାଜ ପକ୍ଷରୁ ନୁଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (27-Oct-2026)       ||      ଜୋନକନ୍-୨୦୨୬ରେ ଜେସିଆଇ ଟିଟିଲାଗଡ଼ ସିଟିର ଐତିହାସିକ ସଫଳତା: ଶୈଳେଶ ପ୍ରସାଦ ଗୋଏଲ ଶ୍ରେଷ୍ଠ ସଭାପତି   (27-Oct-2026)       ||      ଚିନାଯୁରୀରେ ପଂଚାୟତସ୍ତରୀୟ ଜନ ଅଭିଯୋଗ ଶୁଣାଣୀ   (27-Oct-2026)       ||      ବରିଷ୍ଠ ନୋଟାରୀ ଅଶ୍ୱିନୀ ମିଶ୍ର ଙ୍କ ବିୟୋଗରେ ଜିଲ୍ଲା ଓକିଲ ସଂଘ ପକ୍ଷରୁ ଶୋକସଭା    (27-Oct-2026)       ||      ସଂକଳ୍ପ ଖୋଲୁଛି ସୁଯୋଗର ଦ୍ୱାର, ସାହସ ଦେଉଛି ପରିବର୍ତ୍ତନକୁ ଗତି: ଓଡ଼ିଶାର ମହିଳାଙ୍କ ହାତରେ ନୂଆ ଭବିଷ୍ୟତର ଷ୍ଟିଅରିଂ   (27-Oct-2026)       ||      ଲୋଇସିଂହା ଠାରେ ବିଜେପି ପକ୍ଷରୁ ଯଶସ୍ବୀ ପ୍ରଧାନମନ୍ତ୍ରୀ ଙ୍କ ବାପା ଓ ମା ପ୍ରତି ଅଶାଳୀନ ମନ୍ତବ୍ୟ କୁ ନେଇ କଂଗ୍ରେସ ଅଧ୍ୟକ୍ଷ ଙ୍କ ବିରୁଦ୍ଧରେ ପ୍ରତିବାଦ କାର୍ଯ୍ୟକ୍ରମ   (26-Oct-2026)       ||      ବଲାଙ୍ଗୀରିଏନ ବୀରାଙ୍ଗନା”ଅନୁଷ୍ଠାନ ପକ୍ଷରୁ ନ୍ୟୁତ୍ୟ ପ୍ରତିଯୋଗୀତା   (26-Oct-2026)       ||      ଜାତୀୟ ଲନ୍‌ବଲ୍‌ ଉଦ୍‌ଯାପିତ: ଓଡ଼ିଶାକୁ ୩ ସ୍ବର୍ଣ୍ଣ ସହ ୫ ପଦକ ରାଜେଶ୍ବରୀ ବ୍ୟକ୍ତିଗତ ବର୍ଗ, ଓଡ଼ିଶା ୧୮ବର୍ଷରୁ କମ୍‌ ବର୍ଗରେ ଓଭରଅଲ୍‌ ବିଜେତା   (26-Oct-2026)       ||      *ଡାବୁଗାଁରେ ମାଁ ଗଜଲକ୍ଷ୍ମୀ ପୂଜା ଆରମ୍ଭ*   (26-Oct-2026)       ||      ବରଗଡ଼ ଧନୁଯାତ୍ରାରୁ କଂସ ଅଭିନେତା ସୁଶିଲ ମେହେରଙ୍କ ଅବ୍ୟାହତି   (26-Oct-2026)       ||      At the Lotus Feet of Maa Mahalakshmi: A Lifelong Vow of Devotion,Duty and Surrender    (26-Oct-2026)       ||      ରାସ୍ତା କଡ଼ ରେ କଇଁଛ ଉଦ୍ଧାର କରି ବନ ବିଭାଗକୁ ହସ୍ତାନ୍ତର କଲେ ପ୍ରକୃତି ପ୍ରେମୀ ବ୍ୟାସଦେବ   (26-Oct-2026)       ||      ହେମଗିରି ବ୍ଲକ ପରିସରରେ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଅନୁଷ୍ଠିତ   (26-Oct-2026)       ||      ଜିଲ୍ଲା ପ୍ରଶାସନ ପକ୍ଷରୁ ସାଧୁତା ଓ ଦୁର୍ନୀତି ନିବାରଣ ଶପଥ ପାଠ କାର୍ଯ୍ୟକ୍ରମ   (26-Oct-2026)       ||      ଫୁଲାପାଲିରେ ପ୍ରଥମ ଦଶହରା କପ୍ ଫୁଟବଲ ଉଦଯାପିତ, ଟ୍ରାଇବ୍ରେକରରେ ଜୟଦେବ ଏକାଦଶ ଚାମ୍ପିଅନ    (26-Oct-2026)       ||      ଟିଟିଲାଗଡ ଲାୟନ କ୍ଲବ ତରଫରୁ ପିସ ପୋଷ୍ଟର ପ୍ରତିଯୋଗିତା ଅନୁଷ୍ଠିତ    (26-Oct-2026)       ||      ବରପାଲି ଅଞ୍ଚଳବାସୀଙ୍କ ବହୁ ବର୍ଷର ଦାବି ପୂରଣ ହେବ♦️ ବରପାଲି ରୁ କୁମ୍ଭାରି ରାସ୍ତା ବୁରୋଗାଡ ନଦୀରେ ନିର୍ମାଣ ହେବ ହାଇଲେଭେଲ ବ୍ରିଜ    (26-Oct-2026)       ||      ସମାଜ ପାଠକ ମଂଚ’ର ବୈଠକ ଅନୁଷ୍ଠିତ   (26-Oct-2026)       ||      ଭୁବନେଶ୍ୱର ମହାନଗର ନିଗମ ୱାର୍ଡ ନମ୍ବର ୨୬ରେ ଓଜେସିର ବିଶାଳ କର୍ମକର୍ତ୍ତା ସମ୍ମିଳନୀ    (25-Oct-2026)       ||     

HOME   ଜିଲ୍ଲା

ରାୟଗଡ଼ା ବିକଶିତ ହେଲେହିଁ ଓଡ଼ିଶା ଓ ଭାରତ ବିକଶିତ ହେବ: କେବିକେ ସୁରକ୍ଷା ଓ ଉନ୍ନୟନ ପରିଷଦର ଜିଲ୍ଲା ବୈଠକ

03-Mar-2026



ରାୟଗଡ଼ା(ପ୍ରେରଣା ଖବର): ରାୟଗଡା ଜିଲ୍ଲାରେ ପ୍ରଥମଥର ପାଇଁ କେବିକେ ସୁରକ୍ଷା ଓ ଉନ୍ନୟନ ପରିଷଦର ସମସ୍ତ ବ୍ଲକର ପ୍ରମୁଖ କାର୍ଯ୍ୟକର୍ତ୍ତାଙ୍କୁ ନେଇ ଏକ ଜିଲ୍ଲା ସ୍ତରୀୟ ବୈଠକର ଆୟୋଜନ କରାଯାଇ ଜିଲ୍ଲାରେ ଥିବା ସମସ୍ୟାଗୁଡ଼ିକୁ କିପରି ସମ୍ଭାବନାରେ ପରିଣତ କରାଯାଇପାରିବ ସେ ବିଷୟରେ ଆଲୋଚନା କରାଗଲା । ଉକ୍ତ ବୈଠକରେ ପରିଷଦର ଆଗାମୀ ଯୋଜନା ଓ ଜ଼ିଲ୍ଲା ସ୍ତରୀୟ କାର୍ଯ୍ୟକର୍ତ୍ତାଙ୍କ ଚୟନ ଉପରେ ଆଲୋଚନା ହୋଇଥିଲା । ଜିଲ୍ଲାର ସୁରକ୍ଷା ଓ ଉନ୍ନତି ପାଇଁ ପରିଷଦ ଶତପ୍ରତିଶତ ପ୍ରତିବଦ୍ଧ ହୋଇ ଅଗ୍ରାଧିକାର ଭିତ୍ତିରେ କାମ କରିବା ପାଇଁ ମତ ପ୍ରକାଶ ପାଇଥିଲା । ଏହି କାର୍ଯ୍ୟକ୍ରମଟି "କେବିକେ ସୁରକ୍ଷା ଓ ଉନ୍ନୟନ ପରିଷଦ” ର ସଭାନେତ୍ରୀ ବିଦୁଲତା ହୁଇକାଙ୍କ ନେତୃତ୍ୱରେ ଆୟୋଜିତ ହୋଇଥିବା ବେଳେ, ରାୟଗଡ଼ା ଜିଲ୍ଲାର ସମସ୍ତ ୧୧ଟି ବ୍ଲକ୍‌ରୁ ଅନେକ ସମାଜସେବୀଗଣ ଉପସ୍ଥିତ ଥିଲେ।

ସଭାରେ ମୁଖ୍ୟ ବକ୍ତା ଭାବେ ଯୋଗଦେଇଥିଲେ ବରିଷ୍ଠ ସାମ୍ବାଦିକ ଡ଼ା. ବାଦଲ କୁମାର ତା । ସେ ତାଙ୍କ ଉଦବୋଧନରେ ଜିଲ୍ଲାର ଶିକ୍ଷା, ସ୍ୱାସ୍ଥ୍ୟ, ପରିବେଶ ସୁରକ୍ଷା, ପିଇବା ପାଣି, ରାସ୍ତା ମରାମତି, ନିଶା ନିବାରଣ, ଦାଦନ ଶ୍ରମିକଙ୍କ ସମସ୍ୟା ଏବଂ ନିଜ ଜିଲ୍ଲାରେ କର୍ମନିଯୁକ୍ତି ସୃଷ୍ଟି ଉପରେ ଆଲୋକପାତ କରିଥିଲେ । ସେ ଏହା ମଧ୍ୟ କହିଥିଲେ ଯେ ଭିବିଜିରାମଜି ଯୋଜନାରୁ କିପରି ଅଧିକ ଲୋକ ଉପକୃତ ହେବେ, ତାହା ପାଇଁ ସଚେତନତା ଆବଶ୍ୟକ। ସମସ୍ତ ଉନ୍ନୟନ ପ୍ରକ୍ରିୟାରେ ଦିବ୍ୟାଙ୍ଗ ମାନଙ୍କ ଅନ୍ତର୍ଭୁକ୍ତିକରଣ ଓ ସହଭାଗିତା ର ପ୍ରାସଙ୍ଗିକତା ଅଛି ବୋଲି ମତ ପ୍ରକାଶ ପାଇଥିଲା ।

ନାରୀ ସୁରକ୍ଷା, ଚାଷୀମାନଙ୍କୁ ଜଙ୍ଗଲ ଜମି ପଟ୍ଟା ବଣ୍ଟନ, ଜୈବିକ ପଦ୍ଧତିରେ ଚାଷକୁ ପ୍ରୋତ୍ସାହନ ଏବଂ ସରକାରୀ କର୍ମଚାରୀମାନେ ସାଧାରଣ ଲୋକଙ୍କ କାମ ଠିକ୍‌ଭାବରେ କରିବାକୁ ପଡିବ ବୋଲି ବିଶେଷ ଆଲୋଚନା କରାଯାଇଥିଲା । ବୁଢ଼ା ବୁଢ଼ୀମାନେ ଭତ୍ତାରୁ ବଞ୍ଚିତ ହେଉଥିବା ନେଇ ମଧ୍ୟ ଗଭୀର ଚିନ୍ତା ପ୍ରକାଶ ପାଇଥିଲା । ରାୟଗଡ଼ା ଜିଲ୍ଲାର ପ୍ରାୟ ୧୦ ହଜାର ବୃଦ୍ଧ ବୃଦ୍ଧା ଭତ୍ତା ପାଇଁ ଆବେଦନ କରି ଅପେକ୍ଷାରେ ରହିଥିବା ସୂଚନା ମିଳିଛି । ଏହା ସହ ଜଙ୍ଗଲରୁ ଅବୈଧ ଗଛ କଟା ଓ ଜଙ୍ଗଲ କ୍ଷୟ ନେଇ ମଧ୍ୟ ଚିନ୍ତା ବ୍ୟକ୍ତ କରାଯାଇଥିଲା ।

ସଭାର ମୂଳ ଉଦ୍ଦେଶ୍ୟ ଥିଲା — ପ୍ରତ୍ୟେକ ଯୋଗ୍ୟ ବ୍ୟକ୍ତି ସରକାରୀ ଯୋଜନାର ସୁବିଧା ପାଇପାରନ୍ତୁ । "ବିକଶିତ ରାୟଗଡ଼ା" ହେଲେ ହିଁ ବିକଶିତ ଓଡ଼ିଶା -୨୦୩୬ ଓ ଭାରତ -୨୦୪୭ ସମ୍ଭବ ବୋଲି ବିଶେଷ ଆଲୋଚ୍ୟ ବିଷୟ ଥିଲା । ଜିଲ୍ଲାର ସମସ୍ତ ବ୍ଲକ୍, ପଞ୍ଚାୟତ ଓ ଗ୍ରାମ ମାନଙ୍କରେ ପରିଷଦର କମିଟିମାନ ଗଠନ କରି ଉଦ୍ଦେଶ୍ୟଗୁଡ଼ିକୁ କାର୍ଯ୍ୟାନ୍ୱୟନ କରାଯିବା ଉପରେ ଅଂଶଗ୍ରହଣକାରୀ ମାନେ ଧ୍ୟାନ ଆକର୍ଷଣ କରିଥିଲେ ।

ଏହି କାର୍ଯ୍ୟକ୍ରମକୁ ସଫଳ କରିବାରେ ବିଜୟ ମିଶ୍ର, ଶ୍ୟାମ କୁମାର ଦାସ, ଜେମ୍ସ ଶବର, ଧରଣୀ ପ୍ରଟିକା, ଅକ୍ଷୟ କୁମାର ପିଡିସିକା, ଦିବାକର ଶବର, ଲକ୍ଷ୍ମୀ ଶବର, ଇଶ୍ଵର ଶବର, ପୁରନ୍ଦର ବନ୍ଥ, ଜଳନ୍ଧର ବାଛିଲି, ରାକେଶ ହିମିରିକା, ସତ୍ୟ ପ୍ରଟିକା, ଅନିତା ପିଡିକାକା, ବାଳମୁକୁନ୍ଦ ପାଳ, ଜବାବ ପାଲକା, ଅମିତ କୁମାର ପାଢ଼ୀ, ତପନ କାଡ୍ରାକା, ଧରଣୀ ପ୍ରଟିକା, ଉମାଶଙ୍କର ପାଢ଼ୀ, ଅନାମ ଚରଣ କୁସୁଲିଆ,  ଓ ସୁନାମଣି ପ୍ରଟିକା, ବିଦ୍ୟା ପଣ୍ଡା, ବିଦ୍ୟା ସାଗର, ଜାଲଦୁ କଣ୍ଡାଗରି, ସିମାଦ୍ରି ଡୁବୁରୁକା, ସୁନା ମାଝୀ, ପ୍ରଭାକର ଦୋରା, ଅଜୟ ରଥ, କୃଷ୍ଣ ଶବର, ସୀମାଞ୍ଚଳ ନାୟକ, ଅମର ସାହୁ ଓ ଅନ୍ୟମାନେ ଅଂଶଗ୍ରହଣ କରି ସହଯୋଗ କରିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଅଇଁଲାମୁଣ୍ଡା ଠାରେ ଡ଼ୁମାଳ ସମାଜର ମାହେଶ୍ୱରୀ ଖୁଣ୍ଟ ପୂଜା ଅନୁଷ୍ଠିତ   27-Oct-2026
  ଜିଲ୍ଲା  
ଲକ୍ଷେ ଘର ଗଣ୍ଡା ସମାଜ ପକ୍ଷରୁ ନୁଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   27-Oct-2026
  ଜିଲ୍ଲା  
ଜୋନକନ୍-୨୦୨୬ରେ ଜେସିଆଇ ଟିଟିଲାଗଡ଼ ସିଟିର ଐତିହାସିକ ସଫଳତା: ଶୈଳେଶ ପ୍ରସାଦ ଗୋଏଲ ଶ୍ରେଷ୍ଠ ସଭାପତି   27-Oct-2026
  ଜିଲ୍ଲା  
ଚିନାଯୁରୀରେ ପଂଚାୟତସ୍ତରୀୟ ଜନ ଅଭିଯୋଗ ଶୁଣାଣୀ   27-Oct-2026
  ରାଜ୍ୟ  
ବରିଷ୍ଠ ନୋଟାରୀ ଅଶ୍ୱିନୀ ମିଶ୍ର ଙ୍କ ବିୟୋଗରେ ଜିଲ୍ଲା ଓକିଲ ସଂଘ ପକ୍ଷରୁ ଶୋକସଭା   27-Oct-2026
  ଜିଲ୍ଲା  
ସଂକଳ୍ପ ଖୋଲୁଛି ସୁଯୋଗର ଦ୍ୱାର, ସାହସ ଦେଉଛି ପରିବର୍ତ୍ତନକୁ ଗତି: ଓଡ଼ିଶାର ମହିଳାଙ୍କ ହାତରେ ନୂଆ ଭବିଷ୍ୟତର ଷ୍ଟିଅରିଂ   27-Oct-2026
  ଜିଲ୍ଲା  
ଲୋଇସିଂହା ଠାରେ ବିଜେପି ପକ୍ଷରୁ ଯଶସ୍ବୀ ପ୍ରଧାନମନ୍ତ୍ରୀ ଙ୍କ ବାପା ଓ ମା ପ୍ରତି ଅଶାଳୀନ ମନ୍ତବ୍ୟ କୁ ନେଇ କଂଗ୍ରେସ ଅଧ୍ୟକ୍ଷ ଙ୍କ ବିରୁଦ୍ଧରେ ପ୍ରତିବାଦ କାର୍ଯ୍ୟକ୍ରମ   26-Oct-2026
  ଜିଲ୍ଲା  
ବଲାଙ୍ଗୀରିଏନ ବୀରାଙ୍ଗନା”ଅନୁଷ୍ଠାନ ପକ୍ଷରୁ ନ୍ୟୁତ୍ୟ ପ୍ରତିଯୋଗୀତା   26-Oct-2026
  ଜିଲ୍ଲା  
ଜାତୀୟ ଲନ୍‌ବଲ୍‌ ଉଦ୍‌ଯାପିତ: ଓଡ଼ିଶାକୁ ୩ ସ୍ବର୍ଣ୍ଣ ସହ ୫ ପଦକ ରାଜେଶ୍ବରୀ ବ୍ୟକ୍ତିଗତ ବର୍ଗ, ଓଡ଼ିଶା ୧୮ବର୍ଷରୁ କମ୍‌ ବର୍ଗରେ ଓଭରଅଲ୍‌ ବିଜେତା   26-Oct-2026
  ଜିଲ୍ଲା  
*ଡାବୁଗାଁରେ ମାଁ ଗଜଲକ୍ଷ୍ମୀ ପୂଜା ଆରମ୍ଭ*   26-Oct-2026
  ଜିଲ୍ଲା  
ବରଗଡ଼ ଧନୁଯାତ୍ରାରୁ କଂସ ଅଭିନେତା ସୁଶିଲ ମେହେରଙ୍କ ଅବ୍ୟାହତି   26-Oct-2026
  ରାଜ୍ୟ  
At the Lotus Feet of Maa Mahalakshmi: A Lifelong Vow of Devotion,Duty and Surrender   26-Oct-2026

You Might Also Like