-+91-9937148622 |

prerana_bgr@rediffmail.com |

  Friday 16th October 2026 |

| | | |

R.N.I. Regd No. ODIODI/2010/46693

Breaking News

ବଲାଙ୍ଗୀର ପୋଲିସର ତଦନ୍ତକୁ ନେଇ ପ୍ରଶ୍ନବାଚୀ ? ଗୀତାଞ୍ଜଳି ମର୍ଡରକେସ୍: ଗୁଣ୍ଡାସାହୁ ଅପହରଣ ମାମଲା  ଫରେଷ୍ଟର ଆତ୍ମହତ୍ୟାର ଉଦ୍ଦେଶ୍ୟ ଓ ଅନ୍ୟାନ୍ୟ    (16-Oct-2026)       ||      ତୁଳାଗାଁ କ୍ଲଷ୍ଟର ସ୍ତରୀୟ ସୁରଭି ୨୦୨୬ ଅନୁଷ୍ଠିତ   (16-Oct-2026)       ||      ରୋଗୀ ଓ ଅସହାୟ ମାନଙ୍କୁ ସେବା ଯୋଗାଇବା ନିମନ୍ତେ ତିନୋଟି ବ୍ୟାଟେରୀ ଚାଳିତ ଗାଡ଼ି ଲୋକାର୍ପିତ    (16-Oct-2026)       ||      *ଡାବୁଗାଁ ଜଗନ୍ନାଥ ମନ୍ଦିରରେ ଚୋରି, ପୁଲିସର ତଦନ୍ତ ଆରମ୍ଭ, ତଦନ୍ତ ପାଇଁ ଆସିବେ ସାଇଣ୍ଟିଫିକ ଟିମ୍ ଏବଂ ସନ୍ଧାନୀ କୁକୁର*   (16-Oct-2026)       ||      ବରପାଲି ମହାବିଦ୍ୟାଳୟରେ ବିସିଜେଡିର ବାଜିମାତ, ସଭାପତି ହେଲେ ରୋଶନ ମେହେର   (16-Oct-2026)       ||      କଣ୍ଟାମାଳ କଲେଜ ଛାତ୍ର ସଂସଦ ନିର୍ବାଚନରେ ବାଜିମାରିନେଲା ଏବିଭିପି♦️ ୧୦ ରୁ ୧୦ଆସନ ପୋଛିନେଲା ଏବିଭିପି    (16-Oct-2026)       ||      ଜେଲ୍ ଗଲେ ପୂର୍ବତନ କାଉନସିଲର ♦️ଗୁଣ୍ଡାଗର୍ଦ୍ଦି ପଡ଼ିଲା ମହଙ୍ଗା   (16-Oct-2026)       ||      କାଉଡୋଲା କ୍ଳଷ୍ଟର ପକ୍ଷରୁ ଶିଶୁ ମହୋତ୍ସବ ସୁରଭି ମେଳା କାର୍ଯ୍ୟକ୍ରମ ଅନୁଷ୍ଠିତ   (15-Oct-2026)       ||      *ଡାବୁଗାଁ ବ୍ଲକରେ ସେବା ସେତୁ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ*   (15-Oct-2026)       ||      ବଲାଙ୍ଗୀର ସରକାରୀ ମହିଳା ମହାବିଦ୍ୟାଳୟ ଛାତ୍ରୀ ସଂସଦର ନିର୍ବାଚନ: ସଭାନେତ୍ରୀ ହେଲେ ଶ୍ରୁତିଶ୍ରୀ ପ୍ରଧାନ, ସମ୍ପାଦିକା ହେଲେ ରୋଜାଲି ମହାକୁଡ଼    (15-Oct-2026)       ||      ବିନିକା ସିଦ୍ଧାର୍ଥ ଡିଗ୍ରୀ କଲେଜ ଛାତ୍ର ସଂସଦ ନିର୍ବାଚନ (ଆୟୁଷ୍ମାନ ସଭାପତି,ବାବୁଲୁ ସାଧାରଣ ସମ୍ପାଦକ)   (15-Oct-2026)       ||      ମାୟାବର୍ହା କ୍ଲଷ୍ଟର ସୁରଭି ସାହାଜବାହାଲ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଅନୁଷ୍ଠିତ   (15-Oct-2026)       ||      ରେକଡୋଲରେ ଟେରାକୋଟା ପ୍ରଶିକ୍ଷଣ ଶିବିର ଉଦ୍‌ଘାଟିତ ୧୫ ମହିଳାଙ୍କୁ ମିଳିବ ୬ ମାସିଆ ମାଗଣା ପ୍ରଶିକ୍ଷଣ   (15-Oct-2026)       ||      ଶୀଜଗନ୍ନାଥଙ୍କ ୨୪ ଦିବ୍ୟଦେଶ ପାଇଁ ଚୂଡାନ୍ତ ପ୍ରସ୍ତୁତି ବୈଠକ   (15-Oct-2026)       ||      ସିଦ୍ଧି ବିନାୟକ ବିଦ୍ୟା ମନ୍ଦିରରେ ଲାୟନ୍ସ ଓ ଲିଓ କ୍ଲବ୍ ତରଫରୁ ମାଗଣା ଚକ୍ଷୁ ସଚେତନତା ଓ ପରୀକ୍ଷା ଶିବିର ଅନୁଷ୍ଠିତ   (15-Oct-2026)       ||      ଦୁଇ ବାଇକ ମଧ୍ୟରେ ମୁହାଁମୁହିଁ ଧକ୍କା, ଜଣେ ମୃତ, ଅନ୍ୟ ଜଣେ ଗୁରୁତର   (15-Oct-2026)       ||      ଡେପୁଟି ସେକ୍ରେଟାରୀ ଓଡ଼ିଶା ସରକାର ଙ୍କ କ୍ଷେତ୍ର ପରିଦର୍ଶନ   (15-Oct-2026)       ||      ମାନବିକତା ଦେଖାଇଲେ ଡୁଙ୍ଗୁରିପାଲି ଥାନାଧିକାରୀ ରୋଜାଲିନ ପଟେଲ୍   (15-Oct-2026)       ||      ବାଗବାଡି ଆୟୋଜିତ ହେଲା ଆଞ୍ଚଳିକ ସାଧନକେନ୍ଦ୍ର ସ୍ତରିୟ ଶିଶୁ ମହୋତ୍ସବ ସୁରଭି -୨୦୨୬   (14-Oct-2026)       ||      ବରପାଲି ଜଗନ୍ନାଥ ନଗର ୫୧ ତମ ସାର୍ବଜନିନ ଦୁର୍ଗା ପୂଜାର ସାମ୍ବାଦିକ ସମ୍ମିଳନୀ   (14-Oct-2026)       ||     

HOME   ଜିଲ୍ଲା

ରାଜାରାଜୁଡା ଅମଳର ଜଳାଶୟ ରାଣୀ ବନ୍ଧର ସୁରକ୍ଷା ଓ ପୁନଃରୁଦ୍ଧାର ପାଇଁ ବ୍ୟାପକ ଅଭିଯାନ, ସରକାରୀ ଅନୁଦାନର ସଠିକ ବିନିଯୋଗ ନହଲେ ଆନ୍ଦୋଳନ ପାଇଁ ଚେତାବନୀ ଦେଲା ରାଣୀ ବନ୍ଧ ସୁରକ୍ଷା କମିଟି

04-Mar-2026



ବଲାଙ୍ଗୀର(ପ୍ରେରଣା ଖବର): ବଲାଙ୍ଗୀର ସହରର ମଧ୍ୟ ଭାଗରେ ଥିବା ରାଜାରାଜୁଡା ଅମଳର ପୂରାତନ ଜଳାଶୟ ରାଣୀ ବନ୍ଧର ସୁରକ୍ଷା, ପୁନଃରୁଦ୍ଧାର ଓ ଏହାର ସୌନ୍ଦର୍ଯ୍ୟକରଣ ପାଇଁ ବଲାଙ୍ଗୀର ମୁନସିପାଲିଟି ଅନ୍ତର୍ଗତ ୱାର୍ଡ ନମ୍ବର ୧୩, ୧୪, ୧୫ ଓ ୧୬ର ଅଧିବାସୀ ଓ ସଚେତନ ନାଗରିକ ମାନଙ୍କୁ ନେଇ ଏକ ବୈଠକ ଟିକ୍ରାପଡା ରାମମନ୍ଦିିର ପରିସରରେ ଅନୁଷ୍ଠିତ ହୋଇଥିଲା। ଏହି ବନ୍ଧର ପୁନଃରୁଦ୍ଧାର ପାଇଁ ସରକାରଙ୍କ ତରଫରୁ  ପୁଣି ଆସିଥିବା ୩୫ଲକ୍ଷ ଟଙ୍କାର ଅନୁଦାନର କିପରି ସଠିକ ବିନିଯୋଗ ହୋଇପାରିବ ସେ ନେଇ ବିଭିନ୍ନ ଗଠନମୂଳକ ପ୍ରସ୍ତାବ ଦିଆଯାଇଥିଲା । ରାଣୀ ବନ୍ଧ ସୁରକ୍ଷା କମିଟିର ଆବାହକ ତଥା ବଲାଙ୍ଗୀର ମୁନିସିପାଲିଟିର ପୂର୍ବତନ ଚ୍ୟାରମେନ୍ ପ୍ରଦୀପ ସାହୁଙ୍କ ଅଧ୍ୟକ୍ଷତାରେ ଅନୁିଷ୍ଠିତ ଏହି ବୈଠକରେ ରାଣୀବନ୍ଧ ତାର ପୂର୍ବ ସୌନ୍ଦର୍ଯ୍ୟ କିପରି ଫେରିପାଇବ ସେ ନେଇ ବିଭିନ୍ନ ପ୍ରସ୍ତାବ ଦିଆଯାଇଥିଲା । ଏକଦା ଏହି ଜଳାଶୟର ପାଣିକୁ ଲୋକେ ପାନୀୟ ଜଳ ଭାବରେ ବ୍ୟବହାର କରୁଥିଲେ । ବଲାଙ୍ଗୀର ସହରର ୧୬ଟି ଜଳାଶୟର ପାଣି ପରଷ୍ପର ସହିତ ସଂଯୋଗୀକରଣ ଥିବା ଯୋଗୁଁ ଜଳାଶୟ ଗୁଡିକର ପାଣି ବର୍ଷ ତମାମ ନିର୍ମଳ ରହୁଥିଲା । ଏବେ ଜନସଂଖ୍ୟା ବୃଦ୍ଧି ସହ କ୍ରମାଗତ ଭାବରେ ଜବରଦଖଲ ଓ ସ୍ଥାନୀୟ ଲୋକଙ୍କ ସଚେତନତାର ଅଭାବ ଯୋଗୁଁ ଏହି ବନ୍ଧର ପାଣି ପ୍ରଦୂଷିତ ହେବାରେ ଲାଗିଛି । ପାଖରେ ଦୈନିକ ବଜାର ରହିଥିବାରୁ ଲୋକଙ୍କ ଭିଡ ଓ ପନିପାରିବାର ମଇଳା ଅବର୍ଜନା ଏହି ବନ୍ଧକୁ ପ୍ରଦୂଷିତ କରିଦେଇଛି । ପୂର୍ବରୁ ମଧ୍ୟ ରାଣୀ ବନ୍ଧର ସୌନ୍ଦର୍ଯ୍ୟକରଣ ପାଇଁ ଲକ୍ଷାଧିକ ଟଙ୍କାର ଅନୁଦାନ ଆସିଛି କିନ୍ତୁ ସଂପୃକ୍ତ ଠିକାଦାର  ଏବଂ ପ୍ରଶାସନର ଉଦାସୀନତା ମନୋଭାବ ଯୋଗୁଁ ଟଙ୍କା ବାଟମାରଣା ହେବା ସହ ଅତି ନିମ୍ନମାନର କାମ ହୋଇଥିବା ବୈଠକରେ ଅଭିଯୋଗ ହୋଇଥିଲା । ତେବେ ବର୍ତ୍ତମନର ବନ୍ଧର ସୌନ୍ଦର୍ଯ୍ୟକରଣ ପାଇଁ ଆସିଥିବା ଅନୁଦାନ ଯେପରି ବାଟମାରଣା ନହୋଇ ବନ୍ଧର ପୁନଃରୁଦ୍ଧର ପାଇଁ ଖର୍ଚ୍ଚ ହେବ ସେ ନେଇ ଅଣ୍ଟା ଭିଡିଛି ରାଣୀ ବନ୍ଧ ସୁରକ୍ଷା କମିଟି । ରାଣୀ ବନ୍ଧର ସୁରକ୍ଷା ପାଇଁ ଦରକାର ପଡିଲେ ଏକ ଷ୍ଟିୟରିଂ କମିଟି ଗଠନ କରାଯିବ । ଏଥିସହ ଆନ୍ଦୋଳନକୁ ବ୍ୟାପକ କରାଯାଇ ମୁନିସିପାଲିଟି ଘେରାଓ ମଧ୍ୟ କରାଯିବ ବୋଲି ରାଣୀ ବନ୍ଧର ସୁରକ୍ଷା କମିଟିି ଚେତାବନୀ ଦେଇଛି । ସୁରକ୍ଷା କମିଟି ତରଫରୁ ଅନୁଷ୍ଠିତ ଆଜିର ବୈଠକରେ ଅନ୍ୟ ମାନଙ୍କ ମଧ୍ୟରେ ଶିକ୍ଷାବିତ୍ ମନୋରଂଜନ ସାହୁ, ଶିବ ରଥ, ନୀଳମଣି ମିଶ୍ର, ଗୋପବନ୍ଧୁ ପୁରୋହିତ, ଜିଲ୍ଲା ଓକିଲ ସଂଘର ସଭାପତି ବାସୁଦେବ ରଥ, ଆଇନଜୀବୀ ଭବାନୀ ଶଙ୍କର ଶତପଥୀ, ବିଜେଡି ନେତା ବିଧୂଭୂଷଣ ତ୍ରିପାଠୀ, ସମାଜସେବୀ ଭଗବାନ ବଗର୍ତ୍ତୀ, ନାଗରିକ କମିଟିର ସଂପାଦକ ମଧୂସୂଦନ ନାୟକ,ପ୍ରକାଶ ନେପାକ ଓ ଅନ୍ୟ ମାନେ ଆଲୋଚନାରେ ଅଂଶଗ୍ରହଣ କରି ବିଭିନ୍ନ ପ୍ରସ୍ତାବ ଦେଇଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ବଲାଙ୍ଗୀର ପୋଲିସର ତଦନ୍ତକୁ ନେଇ ପ୍ରଶ୍ନବାଚୀ ? ଗୀତାଞ୍ଜଳି ମର୍ଡରକେସ୍: ଗୁଣ୍ଡାସାହୁ ଅପହରଣ ମାମଲା  ଫରେଷ୍ଟର ଆତ୍ମହତ୍ୟାର ଉଦ୍ଦେଶ୍ୟ ଓ ଅନ୍ୟାନ୍ୟ   16-Oct-2026
  ଜିଲ୍ଲା  
ତୁଳାଗାଁ କ୍ଲଷ୍ଟର ସ୍ତରୀୟ ସୁରଭି ୨୦୨୬ ଅନୁଷ୍ଠିତ   16-Oct-2026
  ଜିଲ୍ଲା  
ରୋଗୀ ଓ ଅସହାୟ ମାନଙ୍କୁ ସେବା ଯୋଗାଇବା ନିମନ୍ତେ ତିନୋଟି ବ୍ୟାଟେରୀ ଚାଳିତ ଗାଡ଼ି ଲୋକାର୍ପିତ   16-Oct-2026
  ଜିଲ୍ଲା  
*ଡାବୁଗାଁ ଜଗନ୍ନାଥ ମନ୍ଦିରରେ ଚୋରି, ପୁଲିସର ତଦନ୍ତ ଆରମ୍ଭ, ତଦନ୍ତ ପାଇଁ ଆସିବେ ସାଇଣ୍ଟିଫିକ ଟିମ୍ ଏବଂ ସନ୍ଧାନୀ କୁକୁର*   16-Oct-2026
  ଜିଲ୍ଲା  
ବରପାଲି ମହାବିଦ୍ୟାଳୟରେ ବିସିଜେଡିର ବାଜିମାତ, ସଭାପତି ହେଲେ ରୋଶନ ମେହେର   16-Oct-2026
  ଜିଲ୍ଲା  
କଣ୍ଟାମାଳ କଲେଜ ଛାତ୍ର ସଂସଦ ନିର୍ବାଚନରେ ବାଜିମାରିନେଲା ଏବିଭିପି♦️ ୧୦ ରୁ ୧୦ଆସନ ପୋଛିନେଲା ଏବିଭିପି   16-Oct-2026
  ଜିଲ୍ଲା  
ଜେଲ୍ ଗଲେ ପୂର୍ବତନ କାଉନସିଲର ♦️ଗୁଣ୍ଡାଗର୍ଦ୍ଦି ପଡ଼ିଲା ମହଙ୍ଗା   16-Oct-2026
  ଜିଲ୍ଲା  
କାଉଡୋଲା କ୍ଳଷ୍ଟର ପକ୍ଷରୁ ଶିଶୁ ମହୋତ୍ସବ ସୁରଭି ମେଳା କାର୍ଯ୍ୟକ୍ରମ ଅନୁଷ୍ଠିତ   15-Oct-2026
  ଜିଲ୍ଲା  
*ଡାବୁଗାଁ ବ୍ଲକରେ ସେବା ସେତୁ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ*   15-Oct-2026
  ଜିଲ୍ଲା  
ବଲାଙ୍ଗୀର ସରକାରୀ ମହିଳା ମହାବିଦ୍ୟାଳୟ ଛାତ୍ରୀ ସଂସଦର ନିର୍ବାଚନ: ସଭାନେତ୍ରୀ ହେଲେ ଶ୍ରୁତିଶ୍ରୀ ପ୍ରଧାନ, ସମ୍ପାଦିକା ହେଲେ ରୋଜାଲି ମହାକୁଡ଼   15-Oct-2026
  ଜିଲ୍ଲା  
ବିନିକା ସିଦ୍ଧାର୍ଥ ଡିଗ୍ରୀ କଲେଜ ଛାତ୍ର ସଂସଦ ନିର୍ବାଚନ (ଆୟୁଷ୍ମାନ ସଭାପତି,ବାବୁଲୁ ସାଧାରଣ ସମ୍ପାଦକ)   15-Oct-2026
  ଜିଲ୍ଲା  
ମାୟାବର୍ହା କ୍ଲଷ୍ଟର ସୁରଭି ସାହାଜବାହାଲ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଅନୁଷ୍ଠିତ   15-Oct-2026

You Might Also Like