-+91-9937148622 |

prerana_bgr@rediffmail.com |

  Tuesday 27th October 2026 |

| | | |

R.N.I. Regd No. ODIODI/2010/46693

Breaking News

ଲୋଇସିଂହା ଠାରେ ବିଜେପି ପକ୍ଷରୁ ଯଶସ୍ବୀ ପ୍ରଧାନମନ୍ତ୍ରୀ ଙ୍କ ବାପା ଓ ମା ପ୍ରତି ଅଶାଳୀନ ମନ୍ତବ୍ୟ କୁ ନେଇ କଂଗ୍ରେସ ଅଧ୍ୟକ୍ଷ ଙ୍କ ବିରୁଦ୍ଧରେ ପ୍ରତିବାଦ କାର୍ଯ୍ୟକ୍ରମ   (26-Oct-2026)       ||      ବଲାଙ୍ଗୀରିଏନ ବୀରାଙ୍ଗନା”ଅନୁଷ୍ଠାନ ପକ୍ଷରୁ ନ୍ୟୁତ୍ୟ ପ୍ରତିଯୋଗୀତା   (26-Oct-2026)       ||      ଜାତୀୟ ଲନ୍‌ବଲ୍‌ ଉଦ୍‌ଯାପିତ: ଓଡ଼ିଶାକୁ ୩ ସ୍ବର୍ଣ୍ଣ ସହ ୫ ପଦକ ରାଜେଶ୍ବରୀ ବ୍ୟକ୍ତିଗତ ବର୍ଗ, ଓଡ଼ିଶା ୧୮ବର୍ଷରୁ କମ୍‌ ବର୍ଗରେ ଓଭରଅଲ୍‌ ବିଜେତା   (26-Oct-2026)       ||      *ଡାବୁଗାଁରେ ମାଁ ଗଜଲକ୍ଷ୍ମୀ ପୂଜା ଆରମ୍ଭ*   (26-Oct-2026)       ||      ବରଗଡ଼ ଧନୁଯାତ୍ରାରୁ କଂସ ଅଭିନେତା ସୁଶିଲ ମେହେରଙ୍କ ଅବ୍ୟାହତି   (26-Oct-2026)       ||      At the Lotus Feet of Maa Mahalakshmi: A Lifelong Vow of Devotion,Duty and Surrender    (26-Oct-2026)       ||      ରାସ୍ତା କଡ଼ ରେ କଇଁଛ ଉଦ୍ଧାର କରି ବନ ବିଭାଗକୁ ହସ୍ତାନ୍ତର କଲେ ପ୍ରକୃତି ପ୍ରେମୀ ବ୍ୟାସଦେବ   (26-Oct-2026)       ||      ହେମଗିରି ବ୍ଲକ ପରିସରରେ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଅନୁଷ୍ଠିତ   (26-Oct-2026)       ||      ଜିଲ୍ଲା ପ୍ରଶାସନ ପକ୍ଷରୁ ସାଧୁତା ଓ ଦୁର୍ନୀତି ନିବାରଣ ଶପଥ ପାଠ କାର୍ଯ୍ୟକ୍ରମ   (26-Oct-2026)       ||      ଫୁଲାପାଲିରେ ପ୍ରଥମ ଦଶହରା କପ୍ ଫୁଟବଲ ଉଦଯାପିତ, ଟ୍ରାଇବ୍ରେକରରେ ଜୟଦେବ ଏକାଦଶ ଚାମ୍ପିଅନ    (26-Oct-2026)       ||      ଟିଟିଲାଗଡ ଲାୟନ କ୍ଲବ ତରଫରୁ ପିସ ପୋଷ୍ଟର ପ୍ରତିଯୋଗିତା ଅନୁଷ୍ଠିତ    (26-Oct-2026)       ||      ବରପାଲି ଅଞ୍ଚଳବାସୀଙ୍କ ବହୁ ବର୍ଷର ଦାବି ପୂରଣ ହେବ♦️ ବରପାଲି ରୁ କୁମ୍ଭାରି ରାସ୍ତା ବୁରୋଗାଡ ନଦୀରେ ନିର୍ମାଣ ହେବ ହାଇଲେଭେଲ ବ୍ରିଜ    (26-Oct-2026)       ||      ସମାଜ ପାଠକ ମଂଚ’ର ବୈଠକ ଅନୁଷ୍ଠିତ   (26-Oct-2026)       ||      ଭୁବନେଶ୍ୱର ମହାନଗର ନିଗମ ୱାର୍ଡ ନମ୍ବର ୨୬ରେ ଓଜେସିର ବିଶାଳ କର୍ମକର୍ତ୍ତା ସମ୍ମିଳନୀ    (25-Oct-2026)       ||      ମୃଦୁରେଖା ଡ୍ୟାନ୍ସ ଏକାଡେମୀ’ ପକ୍ଷରୁ ସାଂସ୍କୃତିକ ମହୋତ୍ସବ ‘ମୃଦମ୍-୨୦୨୬’ ଆୟୋଜିତ   (25-Oct-2026)       ||      ସଦାଇପାଲିରେ ଆରମ୍ଭ ହେଲା ୩୦ତମ ବର୍ଷ ଗଜଲକ୍ଷ୍ମୀ ପୂଜା କଳସ ଯାତ୍ରାରେ ସାମିଲ ହେଲେ ଶତାଧିକ ମହିଳା ଓ ବ୍ରତଧାରୀ   (25-Oct-2026)       ||      ଜାତୀୟ ଲନ୍‌ବଲ୍‌: ସେମିଫାଇନାଲ୍‌ରେ ଶୁଭ୍ରାଂଶୁ, ରାଜେଶ୍ବର   (25-Oct-2026)       ||      ରାଜବୈଦ୍ୟ ଚିନ୍ତାମଣି ବେହେରା ସ୍ମୃତି ପରିଷଦ, ବଲାଙ୍ଗିରର ପଞ୍ଚମ ବାର୍ଷିକ ଉତ୍ସବ ଅନୁଷ୍ଠିତ   (25-Oct-2026)       ||      ମେରାହୁନର “ପକ୍ଷରୁ ଆର୍ଟ ଏଣ୍ଡ କ୍ରାଫ୍ଟ” ଓ ସଂପୂର୍ଣ୍ଣା ପକ୍ଷରୁ ମେହେନ୍ଦି ପ୍ରତିଯୋଗିତା   (25-Oct-2026)       ||      ରାଜବୈଦ୍ୟ ଚିନ୍ତାମଣି ବେହେରା ସ୍ମୃତି ପରିଷଦ, ବଲାଙ୍ଗିରର ପଞ୍ଚମ ବାର୍ଷିକ ଉତ୍ସବ ଅନୁଷ୍ଠିତ   (25-Oct-2026)       ||     

HOME   ଜିଲ୍ଲା

ନୂଆପଡ଼ାରେ ଜିଲ୍ଲାସ୍ତରୀୟ ‘ସୁଭଦ୍ରା ଶକ୍ତି ମେଳା–୨୦୨୬  ମହିଳା ଉଦ୍ୟୋଗୀତା ଓ ସାଂସ୍କୃତିକ ପରମ୍ପରାର ମହୋତ୍ସବ ଉଦ୍ଘାଟିତ 

10-Mar-2026



ନୂଆପଡ଼ା(ପରମେଶ୍ୱର ମେହେର): ଓଡ଼ିଶାର ମହିଳା ଉଦ୍ୟୋଗୀତା ସହିତ ସାଂସ୍କୃତିକ ପରମ୍ପରାକୁ ଆଗେଇ ନେବା ଉଦ୍ଦେଶ୍ୟରେ ଜିଲ୍ଲା ପ୍ରଶାସନ, ନୂଆପଡ଼ା ଓ ଓଡ଼ିଶା ସରକାରଙ୍କ ମିଶନ ଶକ୍ତି ବିଭାଗର ଆନୁକୂଲ୍ୟରେ ଜିଲ୍ଲା ସ୍ତରୀୟ ସୁଭଦ୍ରା ଶକ୍ତି ମେଳା–୨୦୨୬ ,ନୂଆପଡ଼ା ସ୍ଥିତ ନେସନାଲ ମହାବିଦ୍ୟାଳୟ ପଡ଼ିଆରେ ବର୍ଣ୍ଣାଢ଼୍ୟ ପରିବେଶରେ ଉଦ୍ଘାଟିତ ହୋଇଯାଇଛି। ଏହି ମେଳା ମାର୍ଚ୍ଚ ୧୦ ରୁ ୧୬ ତାରିଖ ପର୍ଯ୍ୟନ୍ତ ସପ୍ତାହବ୍ୟାପୀ  ଆୟୋଜିତ ହେବ।  ନୂଆପଡ଼ା ଜିଲ୍ଲାପାଳ ମଧୁସୂଦନ ଦାଶଙ୍କ ସଭାପତିତ୍ୱରେ ଅନୁଷ୍ଠିତ  ଉଦ୍ଘାଟନୀ ଉତ୍ସବ ସମାରୋହରେ ନୂଆପଡ଼ା ଜିଲ୍ଲା ପରିଷଦ ଅଧ୍ୟକ୍ଷା ଶ୍ରୀମତୀ ଡଲି ମାଝୀ ମୁଖ୍ୟ ଅତିଥି ଭାବେ ଯୋଗଦେଇ ଥିଲେ l ସମ୍ମାନିତ ଅତିଥି ଭାବେ ନୂଆପଡ଼ା ଜିଲ୍ଲା ଆରକ୍ଷୀ ଅଧିକ୍ଷକ ଅମ୍ରିତପାଲ ସିଂ, ବନଖଣ୍ଡ ଅଧିକାରୀ (ପ୍ରାନ୍ତୀୟ) ଖଡ଼ିଆଳ ଅଜିଜ ଖାନ, ନୂଆପଡ଼ା ପଞ୍ଚାୟତ ସମିତି ଅଧ୍ୟକ୍ଷା ଶ୍ରୀମତୀ ତାରେଶ୍ୱରୀ ସାହୁ, ଖରିଆର ରୋଡ଼ ବିଜ୍ଞାପିତ ଅଞ୍ଚଳ ପରିଷଦ ଅଧ୍ୟକ୍ଷା ଡଃ ସୋନିଆ ଜୈନ ଓ ଜିଲ୍ଲା ପରିଷଦ ସଭ୍ୟା ଶ୍ରୀମତୀ ଉମା ଠାକୁର ଉପସ୍ଥିତ ଥିଲେ।ପ୍ରଥମେ ବରେଣ୍ୟ ଅତିଥିମାନଙ୍କ ଦ୍ବାରା ମେଳାର ଶୁଭ ଉଦ୍ଘାଟନ କରାଯାଇଥିଲା। ପରେ ଅତିଥିମାନେ ଷ୍ଟଲଗୁଡ଼ିକ ପରିଭ୍ରମଣ କରି ମହିଳା ସ୍ୱୟଂସହାୟକ ଗୋଷ୍ଠୀ ଓ ସ୍ଥାନୀୟ ଉଦ୍ୟୋଗୀମାନଙ୍କ ଦ୍ବାରା ପ୍ରସ୍ତୁତ ବିଭିନ୍ନ ହସ୍ତଶିଳ୍ପ, ଘରୋଇ ଉତ୍ପାଦ, ଖାଦ୍ୟ ପଦାର୍ଥ ଓ ଅନ୍ୟାନ୍ୟ ସାମଗ୍ରୀ ବୁଲି ଦେଖିଥିଲେ।ପରେ ପ୍ରଦୀପ ପ୍ରଜ୍ଜ୍ୱଳନ ଓ ପୂଜାର୍ଚ୍ଚନା ପରେ ସାଂସ୍କୃତିକ ସନ୍ଧ୍ୟାର ଶୁଭାରମ୍ଭ ହୋଇଥିଲା। ଆୟୋଜିତ ସଭାରେ ଅତିଥିମାନେ ମହିଳା ସଶକ୍ତିକରଣ ଓ ସ୍ୱୟଂସହାୟକ ଗୋଷ୍ଠୀମାନଙ୍କ ଆର୍ଥିକ ଉନ୍ନତିରେ ଏପରି ମେଳାର ଗୁରୁତ୍ୱ ରହିଛି ବୋଲି  କହିଥିଲେ। ମେଳା ଉପଲକ୍ଷେ ଆୟୋଜିତ ଦୌଡ଼ ଡିଆଁ ଓ ମେହେନ୍ଦି ପ୍ରତିଯୋଗିତାର କୃତୀ ପ୍ରତିଯୋଗୀମାନଙ୍କୁ ସମ୍ମାନିତ କରାଯାଇଥିଲା l ମଞ୍ଚରେ ଅତିଥିମାନଙ୍କୁ ସ୍ମୃତି ଉପହାର ପ୍ରଦାନ କରାଯାଇଥିଲା।
ଜିଲ୍ଲା ସୂଚନା ଓ ଲୋକସମ୍ପର୍କ ଅଧିକାରୀ ବିଦ୍ୟାପତି ପଣ୍ଡା ଧନ୍ୟବାଦ ଅର୍ପଣ  କରିଥିଲେ l 
ପ୍ରଥମ ଦିନର ସାଂସ୍କୃତିକ କାର୍ଯ୍ୟକ୍ରମରେ କୋମନାର ରାଧେଶ୍ୟାମ ଘୁମୁରା ଦଳ, ଏକଲବ୍ୟ ମଡେଲ ଆବାସିକ ବିଦ୍ୟାଳୟ, ନୂଆପଡ଼ା କେଜିବିଭି  ବିଦ୍ୟାଳୟ , କୋଶଳ ଫୋକ ଏକାଡେମୀ, ମା ବିଣାପାଣି ବଜାସାଲ (କୋନାବିରା)  ଆକର୍ଷଣୀୟ ନୃତ୍ୟ ପ୍ରଦର୍ଶନ କରି ଥିଲେ । ସେହିପରି ପ୍ରଥମ ଦିନ ସନ୍ଧ୍ୟାରେ ଆୟୋଜିତ ଷ୍ଟାର୍ ନାଇଟ୍ କାର୍ଯ୍ୟକ୍ରମରେ ପ୍ରସିଦ୍ଧ କଳାକାର ଭାଗ୍ୟଶ୍ରୀ, ଦେବେଶ ପତି ଓ ଶୁଭଲକ୍ଷ୍ମୀଙ୍କ ଆକର୍ଷଣୀୟ ଅର୍କେଷ୍ଟ୍ରା ଦର୍ଶକମାନଙ୍କୁ ମନୋମୁଗ୍ଧ କରିଥିଲା। ଏହି ଅବସରରେ
ଜିଲ୍ଲାପାଳ ସାମ୍ବାଦିକମାନଙ୍କୁ କହିଥିଲେ ଯେ ସୁଭଦ୍ରା ଶକ୍ତି ମେଳା ମାଧ୍ୟମରେ ମହିଳା ସ୍ୱୟଂସହାୟକ ଗୋଷ୍ଠୀମାନଙ୍କ ଉତ୍ପାଦକୁ ବଜାର ସୁବିଧା ଯୋଗାଇବା ସହିତ ମହିଳା ସଶକ୍ତିକରଣକୁ ଆହୁରି ମଜବୁତ କରିବାର ଲକ୍ଷ୍ୟ ରହିଛି। ଜିଲ୍ଲାବାସୀଙ୍କୁ ବହୁ ସଂଖ୍ୟାରେ ମେଳାକୁ ଆସି ଷ୍ଟଲଗୁଡ଼ିକ ପରିଦର୍ଶନ କରିବା, ସ୍ୱୟଂସହାୟକ ଗୋଷ୍ଠୀମାନଙ୍କ ପଦାର୍ଥ କ୍ରୟ କରିବା ସହ ସାଂସ୍କୃତିକ କାର୍ଯ୍ୟକ୍ରମର ଆନନ୍ଦ ନେବାକୁ ସେ ଆହ୍ୱାନ କରିଥିଲେ।ସପ୍ତାହବ୍ୟାପୀ ଚାଲିବାକୁ ଥିବା ଏହି ମେଳାରେ ଜିଲ୍ଲା ଓ ରାଜ୍ୟର ପ୍ରାୟ ୩୦୦ ଉଦ୍ୟୋଗୀ ଓ ବିଭିନ୍ନ ସ୍ୱୟଂସହାୟକ ଗୋଷ୍ଠୀ ତାଙ୍କର ହସ୍ତଶିଳ୍ପ, ଘରୋଇ ଉତ୍ପାଦ, ଖାଦ୍ୟ ପଦାର୍ଥ ଓ ଅନ୍ୟାନ୍ୟ ସାମଗ୍ରୀ ପ୍ରଦର୍ଶନ ଓ ବିକ୍ରୟ କରୁଛନ୍ତି। ଏହା ସହିତ ପ୍ରତିଦିନ ସନ୍ଧ୍ୟାରେ ବିଭିନ୍ନ ସାଂସ୍କୃତିକ କାର୍ଯ୍ୟକ୍ରମ ଥିବାରୁ ମେଳା ପରିସର ଉତ୍ସବମୁଖର ହେବ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଲୋଇସିଂହା ଠାରେ ବିଜେପି ପକ୍ଷରୁ ଯଶସ୍ବୀ ପ୍ରଧାନମନ୍ତ୍ରୀ ଙ୍କ ବାପା ଓ ମା ପ୍ରତି ଅଶାଳୀନ ମନ୍ତବ୍ୟ କୁ ନେଇ କଂଗ୍ରେସ ଅଧ୍ୟକ୍ଷ ଙ୍କ ବିରୁଦ୍ଧରେ ପ୍ରତିବାଦ କାର୍ଯ୍ୟକ୍ରମ   26-Oct-2026
  ଜିଲ୍ଲା  
ବଲାଙ୍ଗୀରିଏନ ବୀରାଙ୍ଗନା”ଅନୁଷ୍ଠାନ ପକ୍ଷରୁ ନ୍ୟୁତ୍ୟ ପ୍ରତିଯୋଗୀତା   26-Oct-2026
  ଜିଲ୍ଲା  
ଜାତୀୟ ଲନ୍‌ବଲ୍‌ ଉଦ୍‌ଯାପିତ: ଓଡ଼ିଶାକୁ ୩ ସ୍ବର୍ଣ୍ଣ ସହ ୫ ପଦକ ରାଜେଶ୍ବରୀ ବ୍ୟକ୍ତିଗତ ବର୍ଗ, ଓଡ଼ିଶା ୧୮ବର୍ଷରୁ କମ୍‌ ବର୍ଗରେ ଓଭରଅଲ୍‌ ବିଜେତା   26-Oct-2026
  ଜିଲ୍ଲା  
*ଡାବୁଗାଁରେ ମାଁ ଗଜଲକ୍ଷ୍ମୀ ପୂଜା ଆରମ୍ଭ*   26-Oct-2026
  ଜିଲ୍ଲା  
ବରଗଡ଼ ଧନୁଯାତ୍ରାରୁ କଂସ ଅଭିନେତା ସୁଶିଲ ମେହେରଙ୍କ ଅବ୍ୟାହତି   26-Oct-2026
  ରାଜ୍ୟ  
At the Lotus Feet of Maa Mahalakshmi: A Lifelong Vow of Devotion,Duty and Surrender   26-Oct-2026
  ଜିଲ୍ଲା  
ରାସ୍ତା କଡ଼ ରେ କଇଁଛ ଉଦ୍ଧାର କରି ବନ ବିଭାଗକୁ ହସ୍ତାନ୍ତର କଲେ ପ୍ରକୃତି ପ୍ରେମୀ ବ୍ୟାସଦେବ   26-Oct-2026
  ଜିଲ୍ଲା  
ହେମଗିରି ବ୍ଲକ ପରିସରରେ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଅନୁଷ୍ଠିତ   26-Oct-2026
  ଜିଲ୍ଲା  
ଜିଲ୍ଲା ପ୍ରଶାସନ ପକ୍ଷରୁ ସାଧୁତା ଓ ଦୁର୍ନୀତି ନିବାରଣ ଶପଥ ପାଠ କାର୍ଯ୍ୟକ୍ରମ   26-Oct-2026
  ଜିଲ୍ଲା  
ଫୁଲାପାଲିରେ ପ୍ରଥମ ଦଶହରା କପ୍ ଫୁଟବଲ ଉଦଯାପିତ, ଟ୍ରାଇବ୍ରେକରରେ ଜୟଦେବ ଏକାଦଶ ଚାମ୍ପିଅନ   26-Oct-2026
  ଜିଲ୍ଲା  
ଟିଟିଲାଗଡ ଲାୟନ କ୍ଲବ ତରଫରୁ ପିସ ପୋଷ୍ଟର ପ୍ରତିଯୋଗିତା ଅନୁଷ୍ଠିତ    26-Oct-2026
  ଜିଲ୍ଲା  
ବରପାଲି ଅଞ୍ଚଳବାସୀଙ୍କ ବହୁ ବର୍ଷର ଦାବି ପୂରଣ ହେବ♦️ ବରପାଲି ରୁ କୁମ୍ଭାରି ରାସ୍ତା ବୁରୋଗାଡ ନଦୀରେ ନିର୍ମାଣ ହେବ ହାଇଲେଭେଲ ବ୍ରିଜ   26-Oct-2026

You Might Also Like