-+91-9937148622 |

prerana_bgr@rediffmail.com |

  Monday 26th October 2026 |

| | | |

R.N.I. Regd No. ODIODI/2010/46693

Breaking News

ଭୁବନେଶ୍ୱର ମହାନଗର ନିଗମ ୱାର୍ଡ ନମ୍ବର ୨୬ରେ ଓଜେସିର ବିଶାଳ କର୍ମକର୍ତ୍ତା ସମ୍ମିଳନୀ    (25-Oct-2026)       ||      ମୃଦୁରେଖା ଡ୍ୟାନ୍ସ ଏକାଡେମୀ’ ପକ୍ଷରୁ ସାଂସ୍କୃତିକ ମହୋତ୍ସବ ‘ମୃଦମ୍-୨୦୨୬’ ଆୟୋଜିତ   (25-Oct-2026)       ||      ସଦାଇପାଲିରେ ଆରମ୍ଭ ହେଲା ୩୦ତମ ବର୍ଷ ଗଜଲକ୍ଷ୍ମୀ ପୂଜା କଳସ ଯାତ୍ରାରେ ସାମିଲ ହେଲେ ଶତାଧିକ ମହିଳା ଓ ବ୍ରତଧାରୀ   (25-Oct-2026)       ||      ଜାତୀୟ ଲନ୍‌ବଲ୍‌: ସେମିଫାଇନାଲ୍‌ରେ ଶୁଭ୍ରାଂଶୁ, ରାଜେଶ୍ବର   (25-Oct-2026)       ||      ରାଜବୈଦ୍ୟ ଚିନ୍ତାମଣି ବେହେରା ସ୍ମୃତି ପରିଷଦ, ବଲାଙ୍ଗିରର ପଞ୍ଚମ ବାର୍ଷିକ ଉତ୍ସବ ଅନୁଷ୍ଠିତ   (25-Oct-2026)       ||      ମେରାହୁନର “ପକ୍ଷରୁ ଆର୍ଟ ଏଣ୍ଡ କ୍ରାଫ୍ଟ” ଓ ସଂପୂର୍ଣ୍ଣା ପକ୍ଷରୁ ମେହେନ୍ଦି ପ୍ରତିଯୋଗିତା   (25-Oct-2026)       ||      ରାଜବୈଦ୍ୟ ଚିନ୍ତାମଣି ବେହେରା ସ୍ମୃତି ପରିଷଦ, ବଲାଙ୍ଗିରର ପଞ୍ଚମ ବାର୍ଷିକ ଉତ୍ସବ ଅନୁଷ୍ଠିତ   (25-Oct-2026)       ||      ଘରୋଇ ବସରୁ ୩. ୭୭୫ କେଜି ଗଞ୍ଜେଇ ଜବତ,ଦୁଇ ଅଭିଯୁକ୍ତ ଗିରଫ   (25-Oct-2026)       ||      ଗୋପାଳଜୀ ଉଚ୍ଚ ବିଦ୍ୟାଳୟରେ ବନ୍ଧୁ ମିଳନ ଓ ଗୁରୁପୂଜନ ଉତ୍ସବ ପାଳନ   (25-Oct-2026)       ||      ସାମ୍ବାଦିକ ଙ୍କ ପିତୃ ବିୟୋଗ   (25-Oct-2026)       ||      ପଶ୍ଚିମବଙ୍ଗକୁ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ : ପୋଲିସ ଜାଲରେ ଆନ୍ତଃରାଜ୍ୟ ମହିଳା ଚାଲାଣକାରୀ ସହ ଗଞ୍ଜେଇ ଜବତ   (25-Oct-2026)       ||      ଭରତ ଜାତିସଂଘ ପାଣ୍ଠି ଗ୍ଲୋବାଲ୍ ସାଉଥ୍ ସହିତ ଭାରତର ବ୍ୟାପକ ଭାଗିଦାରୀ ର ଏକ ଅଂଶ: ସଂଗୀତା ସିଂଦେଓ    (25-Oct-2026)       ||      ଲୋଇସିଂହା ଓ ଆଗଲପୁର ଗୋଣ୍ଡୱାନା ଗୋଣ୍ଡ ସମାଜ ର ବ୍ଲକ ସ୍ତରୀୟ ନୂଆଁଖାଇ ଭେଟଘାଟ୍   (24-Oct-2026)       ||      ଟାସ୍କଫୋର୍ସ ଅଧ୍ୟକ୍ଷ ଉପମୁଖ୍ୟମନ୍ତ୍ରୀଙ୍କ ଜିଲ୍ଲାରେ ଅନ୍ୟରାଜ୍ୟର ଦାଦନମାଫିଆ ସେଠ୍ ମାନଙ୍କର ଅବାଧ ବିଚରଣ♦️କୋଟିପତି ସର୍ଦ୍ଦାରଙ୍କ ଅନ୍ୟାୟୋପାର୍ଜିତ ସମ୍ପତ୍ତିର ଇଡି ତଦନ୍ତ ହେଉ  !     (24-Oct-2026)       ||      ଚିନାଜୁରୀ ଠାରେ ନୂତନ ପେକ୍ସ ଗଠନ ପାଇଁ ପ୍ରସ୍ତୁତି ବୈଠକ   (24-Oct-2026)       ||      ବିଶ୍ୱ ପୋଲିଓ ଦିବସ ଅବସରରେ ରୋଟାରୀ ଜିଲ୍ଲା ୩୨୬୨ ପକ୍ଷରୁ ବିଶାଳ ମାରାଥନ୍ ଆୟୋଜିତ   (24-Oct-2026)       ||      ସ୍ୱାସ୍ଥ୍ୟସେବା ଓ ଆୟୁଷ୍ମାନ ବାୟୋ ବନ୍ଦନା କାର୍ଡ ରେଜିଷ୍ଟ୍ରେସନ ଶିବିର    (24-Oct-2026)       ||      ବରଗଡ଼ରେ ୨୪ଟି ଦିବ୍ୟ ରୂପରେ ମହାପ୍ରଭୁଙ୍କ ଦର୍ଶନ, ଉଦଯାପିତ ହେଲା ୨୪ ଦିବ୍ୟ ବେଶ ସମ୍ଭାର   (24-Oct-2026)       ||      ଶୁଭ୍ରାଂଶୁ, ରୋଶନୀ, ସୀମାଙ୍କ କ୍ରମାଗତ ବିଜୟ ଜାତୀୟ ଲନ୍‌ବଲ୍‌ ଦ୍ବିତୀୟ ଦିନ   (24-Oct-2026)       ||      ବରିଷ୍ଠ ଆଇନଜୀବୀ ଅଶ୍ୱିନୀ ମିଶ୍ର ଙ୍କ ପରଲୋକ    (24-Oct-2026)       ||     

HOME   ଜିଲ୍ଲା

ବଲାଙ୍ଗୀର ଜିଲ୍ଲାର ବିଭିନ୍ନ ସମସ୍ୟା ନେଇ କଳିକେଶଙ୍କ ବିଧାନସଭାରେ ପ୍ରଶ୍ନ♦️ ବଲାଙ୍ଗୀର ଜିଲ୍ଲାରେ ଖଣିଭିତ୍ତକ ଶିଲ୍ପସ୍ଥାପନର ପ୍ରସ୍ତାବ ନାହିଁ - ଖଣିମନ୍ତ୍ରୀ

12-Mar-2026



ବଲାଙ୍ଗୀର (ପ୍ରେରଣା ଖବର): ଓଡିଶା ବିଧାନସଭାରେ ବଲାଙ୍ଗୀର ଜିଲ୍ଲାର ବିଭିନ୍ନ ସମସ୍ୟାକୁ ନେଇ ବଲାଙ୍ଗୀର ବିଧାୟକ କଳିକେଶ ନାରାୟଣ ସିଂଦେଓ ଦୃଢସ୍ୱର ଉତ୍ତୋଳନ କରିଛନ୍ତି। ଜିଲ୍ଲାର ପାନୀୟଜଳସମସ୍ୟା,ଶିକ୍ଷା,ସ୍ୱାସ୍ଥ୍ୟ ଓ ରାସ୍ତାଉନ୍ନତିକରଣ, ଯୁବକ/ଯୁବତୀଙ୍କ ନିଯୁକ୍ତି ପ୍ରସଙ୍ଗକୁ ନେଇ ସରକାରଙ୍କୁ ବିରୋଧି ବିଧାୟକ ଭାବରେ ଘେରୁଥିବା ଲକ୍ଷ୍ୟ କରାଯାଇଛି। ବଲାଙ୍ଗୀର ଜିଲ୍ଲାରେ ସରକାର କରିବାକୁ ଥିବା ଖଣିପ୍ରକଲ୍ପରେ ଜିଲ୍ଲାର କେତେ ନିଯୁକ୍ତି ସୁଯୋଗ ପାଇବେ ବୋଲି ପ୍ରଶ୍ନ ଉଠାଇଛନ୍ତି। ଚଳିତ ବିଧାନସଭା ଅଧିବେସନର ପ୍ରଥମ ପର୍ଯ୍ୟାୟରେ ସ୍କୁଲକଲେଜ,ସ୍ୱାସ୍ଥ୍ୟକେନ୍ଦ୍ର ତଥା ରାସ୍ତା ଉନ୍ନତିକରଣ ନେଇ ପୂର୍ତ୍ତ ଓ ଗୃହନିର୍ମାଣ ବିଭାଗର ମନ୍ତ୍ରୀଙ୍କୁ ଜିଲ୍ଲାର ଭିତ୍ତିଭୂମୀ ଉପରେ ପ୍ରଶ୍ନ କରିଥିଲେ । ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ ତାଙ୍କର ଉତ୍ତରରେ ବଲାଙ୍ଗୀର ନିର୍ବାଚନମଣ୍ଡଳି ତଥା ବଲାଙ୍ଗୀର ଓ କଣ୍ଟାବାଞ୍ଜି ଡିଭିଜନ ପକ୍ଷରୁ ଭିତ୍ତିଭୂମୀ ନିର୍ମାଣ ପାଇଁ ନିଆଯାଇଥିବା ପଦକ୍ଷେପ ବିଷୟରେ ଉତ୍ତର ରଖିଥିଲେ। ଏହା ସହିତ ଗୃହବିଭାଗ ଦାୟିତ୍ୱରେ ଥିବା ମୁଖ୍ୟମନ୍ତ୍ରୀ ମୋହନଚରଣ ମାଝୀଙ୍କୁ ପଚରାଯାଇଥିବା ଏକ ପଶ୍ନର ଉତ୍ତରରେ ବଲାଙ୍ଗୀର ଟାଉନଥାନାର ଏକ ନୂତନ ବିଲଡିଂ ନିର୍ମାଣର ଏକ ପ୍ରସ୍ତାବ ରହିଥିବା ଉତ୍ତର ରଖିଥିଲେ। ଠିକ ସେହିପରି ସ୍ୱାସ୍ଥ୍ୟ ତଥା ବୈଦ୍ୟୁତିକ ବୈଷୟିକ ବିଭାଗର ମନ୍ତ୍ରୀ ଡ.ମୁକେଶ ମହାଲିଙ୍ଗଙ୍କୁ ପଚରାଯାଇଥିବା ପ୍ରଶ୍ନରେ ବଲାଙ୍ଗୀରରେ ଏକ ଆଇଟିପାର୍କ ସ୍ଥାପନ ହେବାକୁ ଯାଉଛି ବୋଲି ଉତ୍ତର ରଖିଥିଲେ। ଜିଲ୍ଲାରେ ପାନୀୟଜଳ ଯୋଗାଣ ବ୍ୟବସ୍ଥା ନେଇ କଳିକେଶ ପ୍ରଶ୍ନକରି ପ୍ରକଲ୍ପଗୁଡିକ ନିର୍ଦ୍ଧାରତ ସମୟରେ ସରୁନଥିବା ବିଷୟରେ ପ୍ରଶ୍ନ କରିଥିଲେ। ବିଭିନ୍ନ ବ୍ଲକଅଞ୍ଚଳରେ ପାନୀୟ ଜଳଯୋଗାଣ ପାଇଁ ଚାଲିଥିବା ପ୍ରକଲ୍ପଗୁଡିକ ଆସନ୍ତା ଜୁନ ଓ ଆଉ କିଛି ଡିସେମ୍ବର ସୁଦ୍ଧା ସରିଯିବ ବୋଲି ମନ୍ତ୍ରୀ ମନ୍ତ୍ରୀ ଶ୍ରୀ ନାଏକ ଉତ୍ତର ରଖିଛନ୍ତି । ତେବେ ବଲାଙ୍ଗୀର ଜିଲ୍ଲାରେ ଖଣିଖନନ ଓ ପରିବେଶ ସୁରକ୍ଷା ତଥା ଯୁବକ/ଯୁବତୀଙ୍କ ନିଯୁକ୍ତି ପ୍ରସଙ୍ଗରେ ନେଇ ବିଧାନସଭା ରେ କଳିକେଶ କରିଥିବା ପ୍ରଶ୍ନରେ ଖଣିମନ୍ତ୍ରୀ ଉତ୍ତର ରଖି କହିଛନ୍ତି ଯେ, ୨୦୨୫-୨୬ରେ ଜିଲ୍ଲାର ୪ଟି ଖଣି ବ୍ଲକ ନିଲାମ ହୋଇଛି। ଏଥିରେ ତେଲିପଦର-ଲୁକାପଡା-ପିପଲମୁଣ୍ଡା ଚୁନପଥର ଖଣିକୁ ରାଜ୍ୟସରକାର ନୀଲାମ କରିଥିବା ବେଳେ ଭାରତସରକାରଙ୍କ ପକ୍ଷରୁ ଭରତବାହାଲ ଗ୍ରାଫାଇଟ ଓ ମାଙ୍ଗାନିଜ ବ୍ଲକ,ଲରମ୍ଭା ଗ୍ରାଫାଇଟ ଓ ମାଙ୍ଗାନିଜ ବ୍ଲକ, କନେଇଟାଲ ଗ୍ରାଫାଇଟ ଓ ମାଙ୍ଗାନିଜ ଖଣିବ୍ଲକକୁ ନୀଳାମ କରାଯାଇଛି। କିନ୍ତୁ ଏପର୍ଯ୍ୟନ୍ତ ଜିଲ୍ଲାରେ କୌଣସି ଖଣିଭିତ୍ତିକ ଶିଲ୍ପ ସ୍ଥାପନ ନେଇ କୌଣସି ପ୍ରସ୍ତାବ ନାହିଁ ବୋଲି ମନ୍ତ୍ରୀ ଉତ୍ତର ରଖିଛନ୍ତି। ଜିଲ୍ଲାରେ ବନୀକରଣ,ବେକାର ଯୁବକ/ଯୁବତୀଙ୍କୁ ତାଲିମ ଇତ୍ୟାଦି ପ୍ରସଙ୍ଗରେ ମଧ୍ୟ ବିଧାୟକ ଶ୍ରୀ ସିଂଦେଓ ପ୍ରଶ୍ନ ଉପସ୍ଥାପନ କରିଛନ୍ତି।


News Comment




Photo in News

Advertisment
Lastest News
  ଜିଲ୍ଲା  
ଭୁବନେଶ୍ୱର ମହାନଗର ନିଗମ ୱାର୍ଡ ନମ୍ବର ୨୬ରେ ଓଜେସିର ବିଶାଳ କର୍ମକର୍ତ୍ତା ସମ୍ମିଳନୀ   25-Oct-2026
  ଜିଲ୍ଲା  
ମୃଦୁରେଖା ଡ୍ୟାନ୍ସ ଏକାଡେମୀ’ ପକ୍ଷରୁ ସାଂସ୍କୃତିକ ମହୋତ୍ସବ ‘ମୃଦମ୍-୨୦୨୬’ ଆୟୋଜିତ   25-Oct-2026
  ଜିଲ୍ଲା  
ସଦାଇପାଲିରେ ଆରମ୍ଭ ହେଲା ୩୦ତମ ବର୍ଷ ଗଜଲକ୍ଷ୍ମୀ ପୂଜା କଳସ ଯାତ୍ରାରେ ସାମିଲ ହେଲେ ଶତାଧିକ ମହିଳା ଓ ବ୍ରତଧାରୀ   25-Oct-2026
  ଖେଳ  
ଜାତୀୟ ଲନ୍‌ବଲ୍‌: ସେମିଫାଇନାଲ୍‌ରେ ଶୁଭ୍ରାଂଶୁ, ରାଜେଶ୍ବର   25-Oct-2026
  ଜିଲ୍ଲା  
ରାଜବୈଦ୍ୟ ଚିନ୍ତାମଣି ବେହେରା ସ୍ମୃତି ପରିଷଦ, ବଲାଙ୍ଗିରର ପଞ୍ଚମ ବାର୍ଷିକ ଉତ୍ସବ ଅନୁଷ୍ଠିତ   25-Oct-2026
  ଜିଲ୍ଲା  
ମେରାହୁନର “ପକ୍ଷରୁ ଆର୍ଟ ଏଣ୍ଡ କ୍ରାଫ୍ଟ” ଓ ସଂପୂର୍ଣ୍ଣା ପକ୍ଷରୁ ମେହେନ୍ଦି ପ୍ରତିଯୋଗିତା   25-Oct-2026
  ଜିଲ୍ଲା  
ରାଜବୈଦ୍ୟ ଚିନ୍ତାମଣି ବେହେରା ସ୍ମୃତି ପରିଷଦ, ବଲାଙ୍ଗିରର ପଞ୍ଚମ ବାର୍ଷିକ ଉତ୍ସବ ଅନୁଷ୍ଠିତ   25-Oct-2026
  ଜିଲ୍ଲା  
ଘରୋଇ ବସରୁ ୩. ୭୭୫ କେଜି ଗଞ୍ଜେଇ ଜବତ,ଦୁଇ ଅଭିଯୁକ୍ତ ଗିରଫ   25-Oct-2026
  ଜିଲ୍ଲା  
ଗୋପାଳଜୀ ଉଚ୍ଚ ବିଦ୍ୟାଳୟରେ ବନ୍ଧୁ ମିଳନ ଓ ଗୁରୁପୂଜନ ଉତ୍ସବ ପାଳନ   25-Oct-2026
  ଜିଲ୍ଲା  
ସାମ୍ବାଦିକ ଙ୍କ ପିତୃ ବିୟୋଗ   25-Oct-2026
  ଜିଲ୍ଲା  
ପଶ୍ଚିମବଙ୍ଗକୁ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ : ପୋଲିସ ଜାଲରେ ଆନ୍ତଃରାଜ୍ୟ ମହିଳା ଚାଲାଣକାରୀ ସହ ଗଞ୍ଜେଇ ଜବତ   25-Oct-2026
  ଦେଶ ବିଦେଶ  
ଭରତ ଜାତିସଂଘ ପାଣ୍ଠି ଗ୍ଲୋବାଲ୍ ସାଉଥ୍ ସହିତ ଭାରତର ବ୍ୟାପକ ଭାଗିଦାରୀ ର ଏକ ଅଂଶ: ସଂଗୀତା ସିଂଦେଓ   25-Oct-2026

You Might Also Like