-+91-9937148622 |

prerana_bgr@rediffmail.com |

  Monday 26th October 2026 |

| | | |

R.N.I. Regd No. ODIODI/2010/46693

Breaking News

ବରପାଲି ଅଞ୍ଚଳବାସୀଙ୍କ ବହୁ ବର୍ଷର ଦାବି ପୂରଣ ହେବ♦️ ବରପାଲି ରୁ କୁମ୍ଭାରି ରାସ୍ତା ବୁରୋଗାଡ ନଦୀରେ ନିର୍ମାଣ ହେବ ହାଇଲେଭେଲ ବ୍ରିଜ    (26-Oct-2026)       ||      ସମାଜ ପାଠକ ମଂଚ’ର ବୈଠକ ଅନୁଷ୍ଠିତ   (26-Oct-2026)       ||      ଭୁବନେଶ୍ୱର ମହାନଗର ନିଗମ ୱାର୍ଡ ନମ୍ବର ୨୬ରେ ଓଜେସିର ବିଶାଳ କର୍ମକର୍ତ୍ତା ସମ୍ମିଳନୀ    (25-Oct-2026)       ||      ମୃଦୁରେଖା ଡ୍ୟାନ୍ସ ଏକାଡେମୀ’ ପକ୍ଷରୁ ସାଂସ୍କୃତିକ ମହୋତ୍ସବ ‘ମୃଦମ୍-୨୦୨୬’ ଆୟୋଜିତ   (25-Oct-2026)       ||      ସଦାଇପାଲିରେ ଆରମ୍ଭ ହେଲା ୩୦ତମ ବର୍ଷ ଗଜଲକ୍ଷ୍ମୀ ପୂଜା କଳସ ଯାତ୍ରାରେ ସାମିଲ ହେଲେ ଶତାଧିକ ମହିଳା ଓ ବ୍ରତଧାରୀ   (25-Oct-2026)       ||      ଜାତୀୟ ଲନ୍‌ବଲ୍‌: ସେମିଫାଇନାଲ୍‌ରେ ଶୁଭ୍ରାଂଶୁ, ରାଜେଶ୍ବର   (25-Oct-2026)       ||      ରାଜବୈଦ୍ୟ ଚିନ୍ତାମଣି ବେହେରା ସ୍ମୃତି ପରିଷଦ, ବଲାଙ୍ଗିରର ପଞ୍ଚମ ବାର୍ଷିକ ଉତ୍ସବ ଅନୁଷ୍ଠିତ   (25-Oct-2026)       ||      ମେରାହୁନର “ପକ୍ଷରୁ ଆର୍ଟ ଏଣ୍ଡ କ୍ରାଫ୍ଟ” ଓ ସଂପୂର୍ଣ୍ଣା ପକ୍ଷରୁ ମେହେନ୍ଦି ପ୍ରତିଯୋଗିତା   (25-Oct-2026)       ||      ରାଜବୈଦ୍ୟ ଚିନ୍ତାମଣି ବେହେରା ସ୍ମୃତି ପରିଷଦ, ବଲାଙ୍ଗିରର ପଞ୍ଚମ ବାର୍ଷିକ ଉତ୍ସବ ଅନୁଷ୍ଠିତ   (25-Oct-2026)       ||      ଘରୋଇ ବସରୁ ୩. ୭୭୫ କେଜି ଗଞ୍ଜେଇ ଜବତ,ଦୁଇ ଅଭିଯୁକ୍ତ ଗିରଫ   (25-Oct-2026)       ||      ଗୋପାଳଜୀ ଉଚ୍ଚ ବିଦ୍ୟାଳୟରେ ବନ୍ଧୁ ମିଳନ ଓ ଗୁରୁପୂଜନ ଉତ୍ସବ ପାଳନ   (25-Oct-2026)       ||      ସାମ୍ବାଦିକ ଙ୍କ ପିତୃ ବିୟୋଗ   (25-Oct-2026)       ||      ପଶ୍ଚିମବଙ୍ଗକୁ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ : ପୋଲିସ ଜାଲରେ ଆନ୍ତଃରାଜ୍ୟ ମହିଳା ଚାଲାଣକାରୀ ସହ ଗଞ୍ଜେଇ ଜବତ   (25-Oct-2026)       ||      ଭରତ ଜାତିସଂଘ ପାଣ୍ଠି ଗ୍ଲୋବାଲ୍ ସାଉଥ୍ ସହିତ ଭାରତର ବ୍ୟାପକ ଭାଗିଦାରୀ ର ଏକ ଅଂଶ: ସଂଗୀତା ସିଂଦେଓ    (25-Oct-2026)       ||      ଲୋଇସିଂହା ଓ ଆଗଲପୁର ଗୋଣ୍ଡୱାନା ଗୋଣ୍ଡ ସମାଜ ର ବ୍ଲକ ସ୍ତରୀୟ ନୂଆଁଖାଇ ଭେଟଘାଟ୍   (24-Oct-2026)       ||      ଟାସ୍କଫୋର୍ସ ଅଧ୍ୟକ୍ଷ ଉପମୁଖ୍ୟମନ୍ତ୍ରୀଙ୍କ ଜିଲ୍ଲାରେ ଅନ୍ୟରାଜ୍ୟର ଦାଦନମାଫିଆ ସେଠ୍ ମାନଙ୍କର ଅବାଧ ବିଚରଣ♦️କୋଟିପତି ସର୍ଦ୍ଦାରଙ୍କ ଅନ୍ୟାୟୋପାର୍ଜିତ ସମ୍ପତ୍ତିର ଇଡି ତଦନ୍ତ ହେଉ  !     (24-Oct-2026)       ||      ଚିନାଜୁରୀ ଠାରେ ନୂତନ ପେକ୍ସ ଗଠନ ପାଇଁ ପ୍ରସ୍ତୁତି ବୈଠକ   (24-Oct-2026)       ||      ବିଶ୍ୱ ପୋଲିଓ ଦିବସ ଅବସରରେ ରୋଟାରୀ ଜିଲ୍ଲା ୩୨୬୨ ପକ୍ଷରୁ ବିଶାଳ ମାରାଥନ୍ ଆୟୋଜିତ   (24-Oct-2026)       ||      ସ୍ୱାସ୍ଥ୍ୟସେବା ଓ ଆୟୁଷ୍ମାନ ବାୟୋ ବନ୍ଦନା କାର୍ଡ ରେଜିଷ୍ଟ୍ରେସନ ଶିବିର    (24-Oct-2026)       ||      ବରଗଡ଼ରେ ୨୪ଟି ଦିବ୍ୟ ରୂପରେ ମହାପ୍ରଭୁଙ୍କ ଦର୍ଶନ, ଉଦଯାପିତ ହେଲା ୨୪ ଦିବ୍ୟ ବେଶ ସମ୍ଭାର   (24-Oct-2026)       ||     

HOME   ରାଜ୍ୟ

ଆଦିବାସୀ ଓ ପଛୁଆ ବର୍ଗଙ୍କ ଉନ୍ନତି ପାଇଁ ୬୬୪୯ କୋଟିରୁ ଉର୍ଦ୍ଧ୍ବ ବଜେଟ୍

13-Mar-2026



ଭୁବନେଶ୍ୱର(ପ୍ରେରଣା ଖବର): ଅନୁସୂଚିତ ଜନଜାତି ଓ ଅନୁସୂଚିତ ଜାତି ଉନ୍ନୟନ, ସଂଖ୍ୟାଲଘୁ ସମ୍ପ୍ରଦାୟ ଓ ପଛୁଆ ବର୍ଗ କଲ୍ୟାଣ ବିଭାଗ ପାଇଁ ୨୦୨୬–୨୭ ଆର୍ଥିକ ବର୍ଷର ବଜେଟ୍ ଉପସ୍ଥାପନା କରିଛନ୍ତି ମାନ୍ୟବର ମନ୍ତ୍ରୀ ଶ୍ରୀ ନିତ୍ୟାନନ୍ଦ ଗଣ୍ଡ । ଏହି ଅବସରରେ ଆୟୋଜିତ ସାମ୍ବାଦିକ ସମ୍ମିଳନୀରେ ଯୋଗ ଦେଇ ମନ୍ତ୍ରୀ ଶ୍ରୀ ଗଣ୍ଡ ଆଦିବାସୀ, ଅନୁସୂଚିତ ଜାତି, ସଂଖ୍ୟାଲଘୁ ଓ ପଛୁଆ ବର୍ଗର ଶିକ୍ଷା, ଜୀବିକା ଓ ସାମାଜିକ ଉନ୍ନତିକୁ ଲକ୍ଷ୍ୟରେ ରଖି ବଜେଟ୍ ପ୍ରସ୍ତୁତ ହୋଇଥିବା ମତ ପ୍ରକାଶ କରିଛନ୍ତି ।  

ଏହି ଅବସରରେ ଗଣଶିକ୍ଷା ମନ୍ତ୍ରୀ କହିଛନ୍ତି, ଏହି ବର୍ଷ ବିଭାଗ ପାଇଁ ସର୍ବମୋଟ ୬୬୪୯ କୋଟି ୩୩ ଲକ୍ଷ ୧୨ ହଜାର ଟଙ୍କାର ବ୍ୟୟ ବରାଦ କରାଯାଇଛି । ଏଥିରେ ୫୪୦୦ କୋଟି ଟଙ୍କା କାର୍ଯ୍ୟକ୍ରମ ବ୍ୟୟ ଓ ୧୨୪୯ କୋଟିରୁ ଅଧିକ ପ୍ରଶାସନିକ ବ୍ୟୟ ଅନ୍ତର୍ଭୁକ୍ତ ରହିଛି । ଗତ ବର୍ଷର ବଜେଟ ତୁଳନାରେ ଏହା ପ୍ରାୟ ୩ ପ୍ରତିଶତ ବୃଦ୍ଧି ପାଇଛି । ବଜେଟର କାର୍ଯ୍ୟକ୍ରମ ବ୍ୟୟ ମଧ୍ୟରୁ ୩୬୧୦ କୋଟି ଟଙ୍କା ରାଜ୍ୟ ସ୍ତରୀୟ ଯୋଜନା, ୧୯୦ କୋଟି ଟଙ୍କା କେନ୍ଦ୍ରସ୍ତରୀୟ ଯୋଜନା ଓ ୧୬୦୦ କୋଟି ଟଙ୍କା କେନ୍ଦ୍ର ପ୍ରବର୍ତ୍ତିତ ଯୋଜନା ପାଇଁ ବରାଦ କରାଯାଇଛି । ଏହି ଯୋଜନାଗୁଡ଼ିକ ମୁଖ୍ୟତଃ ଶିକ୍ଷା, ଆଦିବାସୀ ଓ ଅନୁସୂଚିତ ଜାତିଙ୍କ କଲ୍ୟାଣ, ସଂଖ୍ୟାଲଘୁ ଓ ପଛୁଆ ବର୍ଗର ସାମାଜିକ ଓ ଆର୍ଥିକ ଉନ୍ନତିକୁ ଲକ୍ଷ୍ୟ କରି ପ୍ରସ୍ତୁତ କରାଯାଇଛି । 

ଶିକ୍ଷା କ୍ଷେତ୍ରରେ ସରକାର ଛାତ୍ରଛାତ୍ରୀଙ୍କୁ ବିଶେଷ ଗୁରୁତ୍ୱ ଦେଇଛନ୍ତି । ପ୍ରାୟ ୨୩ ଲକ୍ଷ ଛାତ୍ରଛାତ୍ରୀଙ୍କୁ ଛାତ୍ରବୃତ୍ତି ପ୍ରଦାନ ପାଇଁ ୨୦୯୪ କୋଟି ଟଙ୍କାର ବ୍ୟୟ ପ୍ରସ୍ତାବ ରହିଛି । ମୁଖ୍ୟମନ୍ତ୍ରୀ ମେଧାବୀ ଛାତ୍ର ପ୍ରୋତ୍ସାହନ ଯୋଜନା ଓ କେନ୍ଦ୍ରୀୟ ଛାତ୍ରବୃତ୍ତି ଯୋଜନା ମାଧ୍ୟମରେ ଅନୁସୂଚିତ ଜାତି, ଅନୁସୂଚିତ ଜନଜାତି ଓ ପଛୁଆ ବର୍ଗର ଛାତ୍ରଛାତ୍ରୀମାନେ ଏହାର ଲାଭ ପାଇବେ । ଏହାସହିତ ପ୍ରାକ୍‌-ମାଟ୍ରିକ୍‌ ଛାତ୍ରବୃତ୍ତିର ରାଶି ବୃଦ୍ଧି କରାଯାଇ ଖାଦ୍ୟ ଓ ଆବଶ୍ୟକୀୟ ସାମଗ୍ରୀ ପାଇଁ ଛାତ୍ରଛାତ୍ରୀମାନଙ୍କୁ ଅଧିକ ସହାୟତା ଯୋଗାଯାଉଛି । ରାଜ୍ୟରେ ଆଦିବାସୀ ଓ ଅନୁସୂଚିତ ଜାତି ଛାତ୍ରଛାତ୍ରୀଙ୍କ ଶିକ୍ଷାର ଉନ୍ନତି ପାଇଁ ବର୍ତ୍ତମାନ ୧୭୬୫ଟି ବିଦ୍ୟାଳୟ କାର୍ଯ୍ୟ କରୁଛି, ଯାହାମଧ୍ୟରୁ ୧୬୧୫ଟି ଆବାସିକ ଓ ୧୫୦ଟି ଅଣଆବାସିକ ବିଦ୍ୟାଳୟ ଅଟେ । ଏହି ବିଦ୍ୟାଳୟଗୁଡ଼ିକରେ ପ୍ରାୟ ୪ ଲକ୍ଷ ୩୮ ହଜାର ଛାତ୍ରଛାତ୍ରୀ ପାଠ ପଢୁଛନ୍ତି । ଏହାସହିତ ରାଜ୍ୟରେ ମୋଟ ୫୯୬୭ଟି ଛାତ୍ରାବାସ ଚାଲୁ ଅଛି ଯେଉଁଠାରେ ପ୍ରାୟ ୫ ଲକ୍ଷ ୫୨ ହଜାର ଛାତ୍ରଛାତ୍ରୀ ରହି ପଢ଼ୁଛନ୍ତି । ଛାତ୍ରଛାତ୍ରୀଙ୍କ ଖାଦ୍ୟ, ପାଠ୍ୟ ଉପକରଣ ଓ ଅନ୍ୟାନ୍ୟ ସୁବିଧା ପାଇଁ ବଜେଟରେ ଅତିରିକ୍ତ ଅର୍ଥ ବରାଦ କରାଯାଇଛି ।

ଡ୍ରପ୍‌ଆଉଟ୍‌ ହାର କମେଇବା ପାଇଁ ସରକାର “ସହିଦ ମାଧୋ ସିଂ ହାତଖର୍ଚ୍ଚ ଯୋଜନା” ରେ ନବମ ଶ୍ରେଣୀ ଓ ଏକାଦଶ ଶ୍ରେଣୀରେ ନାମ ଲେଖାଇବା ପରେ ଜନଜାତି ଛାତ୍ରଛାତ୍ରୀଙ୍କୁ ବାର୍ଷିକ ୫ ହଜାର ଟଙ୍କା ପ୍ରୋତ୍ସାହନ ରାଶି ପ୍ରଦାନ କରୁଛନ୍ତି । ଏହି ଯୋଜନା ପାଇଁ ବଜେଟରେ ୧୫୪ କୋଟି ଟଙ୍କା ବରାଦ କରାଯାଇଛି । ଗୁଣାତ୍ମକ ଶିକ୍ଷା ପ୍ରଦାନ ପାଇଁ “ଅନ୍ୱେଷା ଯୋଜନା” ଅଧୀନରେ ୧୭ଟି ଜିଲ୍ଲାର ୧୬୩ଟି ବେସରକାରୀ ବିଦ୍ୟାଳୟରେ ପ୍ରାୟ ୨୦,୪୭୩ ଛାତ୍ରଛାତ୍ରୀ ପଢ଼ୁଛନ୍ତି । ଏହି ଯୋଜନା ପାଇଁ ୧୫୮ କୋଟି ଟଙ୍କା ବ୍ୟୟ ପ୍ରସ୍ତାବ ରହିଛି । ଏହାସହିତ “ଆକାଂକ୍ଷା ଯୋଜନା” ଅଧୀନରେ ପ୍ରତିଯୋଗିତାମୂଳକ ପରୀକ୍ଷା ପାଇଁ ପଢ଼ୁଥିବା ଛାତ୍ରଛାତ୍ରୀଙ୍କୁ ମାଗଣା ଆବାସିକ ସୁବିଧା ଦିଆଯାଉଛି ।

ଆଦିବାସୀ ଅଞ୍ଚଳର ସମଗ୍ର ଉନ୍ନତି ପାଇଁ “ଧରତି ଆବା ଜନଜାତି ଗ୍ରାମ ଉନ୍ନତି ଅଭିଯାନ” ମାଧ୍ୟମରେ ରାଜ୍ୟର ୨୭ଟି ଜିଲ୍ଲାର ୨୩୪ଟି ବ୍ଲକ ଓ ୭୬୬୭ଟି ଗ୍ରାମକୁ ଅନ୍ତର୍ଭୁକ୍ତ କରାଯାଇଛି । ଏହା ମାଧ୍ୟମରେ ୧୦ ଲକ୍ଷରୁ ଅଧିକ ଜନଜାତି ପରିବାର ଉପକୃତ ହେବେ । ଏହି ଯୋଜନା ପାଇଁ ୩୨୫ କୋଟିରୁ ଅଧିକ ଟଙ୍କା ବରାଦ କରାଯାଇଛି ।  ସେହିପରି “ପିଏମ ଜନମନ” କାର୍ଯ୍ୟକ୍ରମ ମାଧ୍ୟମରେ ବିଶେଷ ଭାବେ ଅନୁନ୍ନତ ଜନଜାତି ସମୁଦାୟଙ୍କ ସ୍ୱାସ୍ଥ୍ୟ, ଶିକ୍ଷା ଓ ଜୀବିକାରେ ସୁଧାର ଆଣିବାକୁ ଲକ୍ଷ୍ୟ ରହିଛି । ରାଜ୍ୟର ୧୪ଟି ଜିଲ୍ଲାର ୧୭୫୧ଟି ଗ୍ରାମରେ ଏହା କାର୍ଯ୍ୟକାରୀ ହେଉଛି । ମୁଖ୍ୟମନ୍ତ୍ରୀ ଜନଜାତି ଜୀବିକା ମିଶନ ମାଧ୍ୟମରେ ଆଦିବାସୀ ପରିବାରମାନଙ୍କୁ କୃଷି, ପ୍ରାଣୀସମ୍ପଦ, ମାଛଚାଷ ଓ ଲଘୁ ଉଦ୍ୟୋଗ ମାଧ୍ୟମରେ ଜୀବିକା ବିକାଶ ପାଇଁ ସହାୟତା ଦିଆଯାଉଛି । ସାମାଜିକ ନ୍ୟାୟକୁ ସୁଦୃଢ଼ କରିବା ପାଇଁ ଅନୁସୂଚିତ ଜାତି ସହ ବିବାହକୁ ପ୍ରୋତ୍ସାହନ ଦେବା ଲକ୍ଷ୍ୟରେ ସରକାର ପ୍ରତି ଦମ୍ପତିକୁ ୨ ଲକ୍ଷ ୫୦ ହଜାର ଟଙ୍କାର ଆର୍ଥିକ ସହାୟତା ପ୍ରଦାନ କରୁଛନ୍ତି । ଏଥିପାଇଁ “ସୁମଙ୍ଗଳ” ନାମକ ଅନଲାଇନ ପୋର୍ଟାଲ ଆରମ୍ଭ କରାଯାଇଛି ।


ଶିକ୍ଷାର ଗୁଣାତ୍ମକ ଉନ୍ନତି, ଛାତ୍ରଛାତ୍ରୀଙ୍କ ପାଇଁ ଅଧିକ ସୁବିଧା ଓ ଆଦିବାସୀ ଅଞ୍ଚଳର ସମଗ୍ର ବିକାଶକୁ ଲକ୍ଷ୍ୟ କରି ଏହି ବଜେଟ୍‌ ପ୍ରସ୍ତୁତ କରାଯାଇଛି ବୋଲି ମନ୍ତ୍ରୀ କହିଛନ୍ତି । ଏହାଦ୍ୱାରା ରାଜ୍ୟର ଆଦିବାସୀ ଓ ପଛୁଆ ବର୍ଗଙ୍କ ଆର୍ଥିକ ଓ ସାମାଜିକ ସଶକ୍ତିକରଣ ହେବା ସହିତ ସମାବେଶୀ ଉନ୍ନତିର ଲକ୍ଷ୍ୟ ସାଧନରେ ଏହା ଏକ ମହତ୍ୱପୂର୍ଣ୍ଣ ପଦକ୍ଷେପ ହେବ ବୋଲି ମନ୍ତ୍ରୀ ଆଶା ବ୍ୟକ୍ତ କରିଛନ୍ତି ।


News Comment




Photo in News

Advertisment
Lastest News
  ଜିଲ୍ଲା  
ବରପାଲି ଅଞ୍ଚଳବାସୀଙ୍କ ବହୁ ବର୍ଷର ଦାବି ପୂରଣ ହେବ♦️ ବରପାଲି ରୁ କୁମ୍ଭାରି ରାସ୍ତା ବୁରୋଗାଡ ନଦୀରେ ନିର୍ମାଣ ହେବ ହାଇଲେଭେଲ ବ୍ରିଜ   26-Oct-2026
  ଜିଲ୍ଲା  
ସମାଜ ପାଠକ ମଂଚ’ର ବୈଠକ ଅନୁଷ୍ଠିତ   26-Oct-2026
  ଜିଲ୍ଲା  
ଭୁବନେଶ୍ୱର ମହାନଗର ନିଗମ ୱାର୍ଡ ନମ୍ବର ୨୬ରେ ଓଜେସିର ବିଶାଳ କର୍ମକର୍ତ୍ତା ସମ୍ମିଳନୀ   25-Oct-2026
  ଜିଲ୍ଲା  
ମୃଦୁରେଖା ଡ୍ୟାନ୍ସ ଏକାଡେମୀ’ ପକ୍ଷରୁ ସାଂସ୍କୃତିକ ମହୋତ୍ସବ ‘ମୃଦମ୍-୨୦୨୬’ ଆୟୋଜିତ   25-Oct-2026
  ଜିଲ୍ଲା  
ସଦାଇପାଲିରେ ଆରମ୍ଭ ହେଲା ୩୦ତମ ବର୍ଷ ଗଜଲକ୍ଷ୍ମୀ ପୂଜା କଳସ ଯାତ୍ରାରେ ସାମିଲ ହେଲେ ଶତାଧିକ ମହିଳା ଓ ବ୍ରତଧାରୀ   25-Oct-2026
  ଖେଳ  
ଜାତୀୟ ଲନ୍‌ବଲ୍‌: ସେମିଫାଇନାଲ୍‌ରେ ଶୁଭ୍ରାଂଶୁ, ରାଜେଶ୍ବର   25-Oct-2026
  ଜିଲ୍ଲା  
ରାଜବୈଦ୍ୟ ଚିନ୍ତାମଣି ବେହେରା ସ୍ମୃତି ପରିଷଦ, ବଲାଙ୍ଗିରର ପଞ୍ଚମ ବାର୍ଷିକ ଉତ୍ସବ ଅନୁଷ୍ଠିତ   25-Oct-2026
  ଜିଲ୍ଲା  
ମେରାହୁନର “ପକ୍ଷରୁ ଆର୍ଟ ଏଣ୍ଡ କ୍ରାଫ୍ଟ” ଓ ସଂପୂର୍ଣ୍ଣା ପକ୍ଷରୁ ମେହେନ୍ଦି ପ୍ରତିଯୋଗିତା   25-Oct-2026
  ଜିଲ୍ଲା  
ରାଜବୈଦ୍ୟ ଚିନ୍ତାମଣି ବେହେରା ସ୍ମୃତି ପରିଷଦ, ବଲାଙ୍ଗିରର ପଞ୍ଚମ ବାର୍ଷିକ ଉତ୍ସବ ଅନୁଷ୍ଠିତ   25-Oct-2026
  ଜିଲ୍ଲା  
ଘରୋଇ ବସରୁ ୩. ୭୭୫ କେଜି ଗଞ୍ଜେଇ ଜବତ,ଦୁଇ ଅଭିଯୁକ୍ତ ଗିରଫ   25-Oct-2026
  ଜିଲ୍ଲା  
ଗୋପାଳଜୀ ଉଚ୍ଚ ବିଦ୍ୟାଳୟରେ ବନ୍ଧୁ ମିଳନ ଓ ଗୁରୁପୂଜନ ଉତ୍ସବ ପାଳନ   25-Oct-2026
  ଜିଲ୍ଲା  
ସାମ୍ବାଦିକ ଙ୍କ ପିତୃ ବିୟୋଗ   25-Oct-2026

You Might Also Like