-+91-9937148622 |

prerana_bgr@rediffmail.com |

  Saturday 17th October 2026 |

| | | |

R.N.I. Regd No. ODIODI/2010/46693

Breaking News

*ବରିଷ୍ଠ ଆଇନଜୀବୀ ଦିବାକର ସାହୁଙ୍କ ବିୟୋଗ*   (17-Oct-2026)       ||      ମଦ ବନ୍ଦ ପାଇଁ ତାତିଲେ ମହିଳା    (17-Oct-2026)       ||      ବିଶିଷ୍ଟ ସୂଚନା ଅଧିକାର କର୍ମୀ ନୀଳମଣି ଯୋଶୀଙ୍କ ପରଲୋକ   (16-Oct-2026)       ||      ମୌଳିକ ସୁବିଧା ନାହିଁ, ହେଲେ ଫି’ ଆକାଶଛୁଆଁ — ରେଳ ବିଭାଗର ଦୃଷ୍ଟି ଆକର୍ଷଣ କଲେ ବିଭିନ୍ନ ସଂଗଠନ    (16-Oct-2026)       ||      ଜବର ଦଖଲ ଉଚ୍ଛେଦକୁ ଡ଼ରୁଛି ପ୍ରଶାସନ   (16-Oct-2026)       ||      ଖପ୍ରାଖୋଲ ଉପ ଡାକଘର କର୍ମଚାରୀଙ୍କ ଭୋଜନ ସମୟରେ ବିକ୍ଷୋଭ ପ୍ରଦର୍ଶନ    (16-Oct-2026)       ||      ମୁରିବାହାଲ ବ୍ଲକସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ ବିଭିନ୍ନ ପ୍ରତିଯୋଗିତାରେ କୃତିତ୍ୱ ହାସଲ କରିଥିବା ଛାତ୍ରଛାତ୍ରୀ ଜିଲ୍ଲାସ୍ତରୀୟ ସୁରଭି ପାଇଁ ମନୋନୀତ   (16-Oct-2026)       ||      ୟନେକ୍ସ ସନ୍‌ରାଇଜ ଓସବା ମିନି (୧୧ବର୍ଷରୁ କମ) ସବ୍ ଜୁନିୟର(୧୩ ବର୍ଷରୁ କମ ) ଚମ୍ପିୟାନସିପ୍ ହେଲା ଉଦଘାଟନ... * ଯୋଗଦେଲେ ସାରା ରାଜ୍ୟରୁ ୧୨୩ ଜଣ ବାଳକ ଓ ବାଳିକା ଖେଳାଳୀ   (16-Oct-2026)       ||      ବିଶ୍ୱ ହାତ ଧୋଇବା ଦିବସ ପାଳନ    (16-Oct-2026)       ||      ବଲାଙ୍ଗୀର ପୋଲିସର ତଦନ୍ତକୁ ନେଇ ପ୍ରଶ୍ନବାଚୀ ? ଗୀତାଞ୍ଜଳି ମର୍ଡରକେସ୍: ଗୁଣ୍ଡାସାହୁ ଅପହରଣ ମାମଲା  ଫରେଷ୍ଟର ଆତ୍ମହତ୍ୟାର ଉଦ୍ଦେଶ୍ୟ ଓ ଅନ୍ୟାନ୍ୟ    (16-Oct-2026)       ||      ତୁଳାଗାଁ କ୍ଲଷ୍ଟର ସ୍ତରୀୟ ସୁରଭି ୨୦୨୬ ଅନୁଷ୍ଠିତ   (16-Oct-2026)       ||      ରୋଗୀ ଓ ଅସହାୟ ମାନଙ୍କୁ ସେବା ଯୋଗାଇବା ନିମନ୍ତେ ତିନୋଟି ବ୍ୟାଟେରୀ ଚାଳିତ ଗାଡ଼ି ଲୋକାର୍ପିତ    (16-Oct-2026)       ||      *ଡାବୁଗାଁ ଜଗନ୍ନାଥ ମନ୍ଦିରରେ ଚୋରି, ପୁଲିସର ତଦନ୍ତ ଆରମ୍ଭ, ତଦନ୍ତ ପାଇଁ ଆସିବେ ସାଇଣ୍ଟିଫିକ ଟିମ୍ ଏବଂ ସନ୍ଧାନୀ କୁକୁର*   (16-Oct-2026)       ||      ବରପାଲି ମହାବିଦ୍ୟାଳୟରେ ବିସିଜେଡିର ବାଜିମାତ, ସଭାପତି ହେଲେ ରୋଶନ ମେହେର   (16-Oct-2026)       ||      କଣ୍ଟାମାଳ କଲେଜ ଛାତ୍ର ସଂସଦ ନିର୍ବାଚନରେ ବାଜିମାରିନେଲା ଏବିଭିପି♦️ ୧୦ ରୁ ୧୦ଆସନ ପୋଛିନେଲା ଏବିଭିପି    (16-Oct-2026)       ||      ଜେଲ୍ ଗଲେ ପୂର୍ବତନ କାଉନସିଲର ♦️ଗୁଣ୍ଡାଗର୍ଦ୍ଦି ପଡ଼ିଲା ମହଙ୍ଗା   (16-Oct-2026)       ||      କାଉଡୋଲା କ୍ଳଷ୍ଟର ପକ୍ଷରୁ ଶିଶୁ ମହୋତ୍ସବ ସୁରଭି ମେଳା କାର୍ଯ୍ୟକ୍ରମ ଅନୁଷ୍ଠିତ   (15-Oct-2026)       ||      *ଡାବୁଗାଁ ବ୍ଲକରେ ସେବା ସେତୁ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ*   (15-Oct-2026)       ||      ବଲାଙ୍ଗୀର ସରକାରୀ ମହିଳା ମହାବିଦ୍ୟାଳୟ ଛାତ୍ରୀ ସଂସଦର ନିର୍ବାଚନ: ସଭାନେତ୍ରୀ ହେଲେ ଶ୍ରୁତିଶ୍ରୀ ପ୍ରଧାନ, ସମ୍ପାଦିକା ହେଲେ ରୋଜାଲି ମହାକୁଡ଼    (15-Oct-2026)       ||      ବିନିକା ସିଦ୍ଧାର୍ଥ ଡିଗ୍ରୀ କଲେଜ ଛାତ୍ର ସଂସଦ ନିର୍ବାଚନ (ଆୟୁଷ୍ମାନ ସଭାପତି,ବାବୁଲୁ ସାଧାରଣ ସମ୍ପାଦକ)   (15-Oct-2026)       ||     

HOME   ରାଜ୍ୟ

ଜିଲ୍ଲାସ୍ତରୀୟ ରାଷ୍ଟ୍ରୀୟ ଲୋକ ଅଦାଲତ ଅନୁଷ୍ଠିତ♦️ ୫୦, ୯୬୨ଟି ମାମଲାର ଫଇସଲା

14-Mar-2026



ଭୁବନେଶ୍ୱର(ପ୍ରେରଣା ଖବର): ଖୋର୍ଦ୍ଧା ଜିଲ୍ଲା ଆଇନସେବା ପ୍ରାଧିକରଣ, ଭୁବନେଶ୍ୱରଙ୍କ ପକ୍ଷରୁ ଖୋର୍ଦ୍ଧା ଜିଲ୍ଲାର ସମସ୍ତ ବିଚାର ବିଭାଗୀୟ ଅଦାଲତ ଓ ରାଜସ୍ୱ ଅଦାଲତ ପରିସରରେ ଯଥା ଭୁବନେଶ୍ୱର, ଖୋର୍ଦ୍ଧା, ବାଣପୁର, ଚିଲିକା, ଟାଙ୍ଗି, ବେଗୁନିଆ ଓ ଜଟଣୀ ଠାରେ ଚଳିତ ବର୍ଷର ପ୍ରଥମ ଲୋକ ଅଦାଲତ ଅନୁଷ୍ଠିତ ହୋଇଛି । ଉକ୍ତ ଲୋକ ଅଦାଲତରେ ମୋଟ ୮୮ ହଜାର ୬୯୪ଟି ମାମଲା ଆଗତ କରାଯାଇ ସେଥିମଧ୍ୟରୁ ୫୦ ହଜାର ୯୬୨ଟି ମାମଲା ଫଇସଲା କରାଯାଇଥିଲା । ଏହି ମାମଲା ଗୁଡିକର ଫଇସଲା କରାଯାଇ ମୋଟ ୧୮ କୋଟି ୫୫ ଲକ୍ଷ ୫୬ହଜାର ୧୪୯ ଟଙ୍କାର ରାଜସ୍ୱ,ଜରିମାନା ଏବଂ ରାଜିନାମା ସ୍ୱାକ୍ଷରିତ ହୋଇଥିଲା । ମୋଟ ୫ ହଜାର ୩୨୩ଟି ଦେୱାନି ଓ ଫୌଜଦାରୀ ମାମଲା ଫଇସଲା ହୋଇଥିବା ବେଳେ ୪୫ ହଜାର ୨୪୫ଟି ରାଜସ୍ବ ମାମଲା, ୩୯୪ଟି ପ୍ରାକ ମୋକଦ୍ଦମା ଫଇସଲା କରାଯାଇଥିଲା । 

ଉକ୍ତ ଲୋକ ଅଦାଲତରେ ଫୌଜଦାରୀ ସାଲିସ୍‌ଯୋଗ୍ୟ ମାମଲା, ଚେକ୍‌ ବାଉନ୍ସ, ବ୍ୟାଙ୍କ ରିକଭରି, ମୋଟର ଯାନ ଦୁର୍ଘଟଣା, ଶ୍ରମ,ଟ୍ରାଫିକ ଚାଲାଣ ମାମଲା,ବିଭିନ୍ନ ଜନଉପଯୋଗୀ ମାମଲା, ବୈବାହିକ, ଜମି ଅଧିଗ୍ରହଣ, ରାଜସ୍ୱ ଏବଂ ଦେୱାନି ମାମଲା ସହ ବ୍ୟାଙ୍କ ଋଣ ଅନାଦେୟ, ଟେଲିଫୋନ୍‌, ବିଦ୍ୟୁତ ବିଲ୍‌ ଏବଂ ପ୍ରାକ୍‌ ମୋକଦ୍ଦମାମାନ ଫଇସଲା କରାଯାଇଥିଲା । 

ଜିଲ୍ଲା ଓ ଦୌରାଜଜ୍‌ ତଥା ଜିଲ୍ଲା ଆଇନସେବା ପ୍ରାଧିକରଣ ଅଧ୍ୟକ୍ଷ ଶ୍ରୀ ବିରଞ୍ଚି ନାରାୟଣ ମହାନ୍ତି ଉକ୍ତ ଲୋକ ଅଦାଲତର ସଫଳତା ପାଇଁ ସମସ୍ତ ବିଚାର ବିଭାଗୀୟ ଅଧିକାରୀ ଏବଂ ଅନ୍ୟାନ୍ୟ ରାଜସ୍ୱ, ଆଞ୍ଚଳିକ ବ୍ୟାଙ୍କ ମ୍ୟାନେଜର, ଟେଲିକମ୍‌ ଓ ବୀମା ଅଧିକାରୀମାନଙ୍କୁ ଧନ୍ୟବାଦ ପ୍ରଦାନ କରିଥିଲେ । ସେହିପରି ଉକ୍ତ ଲୋକ ଅଦାଲତରେ ଅଂଶଗ୍ରହଣ କରିଥିବା ସମସ୍ତ ଆଇନଜୀବୀମାନଙ୍କୁ ସାଧୁବାଦ ଦେବା ସହ ଆସନ୍ତା ମଇ ୯ ତାରିଖରେ ପରବର୍ତ୍ତୀ ରାଷ୍ଟ୍ରୀୟ ଲୋକ ଅଦାଲତ ପାଇଁ ଆଗୁଆ ପ୍ରସ୍ତୁତି ହେବାକୁ ପରାମର୍ଶ ଦେଇଥିଲେ । ଅନ୍ୟପକ୍ଷରେ ପ୍ରାଧିକରଣଙ୍କ ସଚିବ ଶ୍ରୀମତୀ ସଲୋମୀ ସାହୁ ଉପସ୍ଥିତ ରହି କୋର୍ଟ କର୍ମଚାରୀ ଏବଂ ଅନ୍ୟାନ୍ୟ ପଦାଧିକାରୀମାନଙ୍କୁ ସେମାନଙ୍କର ବହୁମୂଲ୍ୟ ସହଯୋଗ ପାଇଁ ଧନ୍ୟବାଦ ଅର୍ପଣ କରିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
*ବରିଷ୍ଠ ଆଇନଜୀବୀ ଦିବାକର ସାହୁଙ୍କ ବିୟୋଗ*   17-Oct-2026
  ଜିଲ୍ଲା  
ମଦ ବନ୍ଦ ପାଇଁ ତାତିଲେ ମହିଳା   17-Oct-2026
  ଜିଲ୍ଲା  
ବିଶିଷ୍ଟ ସୂଚନା ଅଧିକାର କର୍ମୀ ନୀଳମଣି ଯୋଶୀଙ୍କ ପରଲୋକ   16-Oct-2026
  ଜିଲ୍ଲା  
ମୌଳିକ ସୁବିଧା ନାହିଁ, ହେଲେ ଫି’ ଆକାଶଛୁଆଁ — ରେଳ ବିଭାଗର ଦୃଷ୍ଟି ଆକର୍ଷଣ କଲେ ବିଭିନ୍ନ ସଂଗଠନ   16-Oct-2026
  ଜିଲ୍ଲା  
ଜବର ଦଖଲ ଉଚ୍ଛେଦକୁ ଡ଼ରୁଛି ପ୍ରଶାସନ   16-Oct-2026
  ଜିଲ୍ଲା  
ଖପ୍ରାଖୋଲ ଉପ ଡାକଘର କର୍ମଚାରୀଙ୍କ ଭୋଜନ ସମୟରେ ବିକ୍ଷୋଭ ପ୍ରଦର୍ଶନ   16-Oct-2026
  ଜିଲ୍ଲା  
ମୁରିବାହାଲ ବ୍ଲକସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ ବିଭିନ୍ନ ପ୍ରତିଯୋଗିତାରେ କୃତିତ୍ୱ ହାସଲ କରିଥିବା ଛାତ୍ରଛାତ୍ରୀ ଜିଲ୍ଲାସ୍ତରୀୟ ସୁରଭି ପାଇଁ ମନୋନୀତ   16-Oct-2026
  ଜିଲ୍ଲା  
ୟନେକ୍ସ ସନ୍‌ରାଇଜ ଓସବା ମିନି (୧୧ବର୍ଷରୁ କମ) ସବ୍ ଜୁନିୟର(୧୩ ବର୍ଷରୁ କମ ) ଚମ୍ପିୟାନସିପ୍ ହେଲା ଉଦଘାଟନ... * ଯୋଗଦେଲେ ସାରା ରାଜ୍ୟରୁ ୧୨୩ ଜଣ ବାଳକ ଓ ବାଳିକା ଖେଳାଳୀ   16-Oct-2026
  ଜିଲ୍ଲା  
ବିଶ୍ୱ ହାତ ଧୋଇବା ଦିବସ ପାଳନ   16-Oct-2026
  ଜିଲ୍ଲା  
ବଲାଙ୍ଗୀର ପୋଲିସର ତଦନ୍ତକୁ ନେଇ ପ୍ରଶ୍ନବାଚୀ ? ଗୀତାଞ୍ଜଳି ମର୍ଡରକେସ୍: ଗୁଣ୍ଡାସାହୁ ଅପହରଣ ମାମଲା  ଫରେଷ୍ଟର ଆତ୍ମହତ୍ୟାର ଉଦ୍ଦେଶ୍ୟ ଓ ଅନ୍ୟାନ୍ୟ   16-Oct-2026
  ଜିଲ୍ଲା  
ତୁଳାଗାଁ କ୍ଲଷ୍ଟର ସ୍ତରୀୟ ସୁରଭି ୨୦୨୬ ଅନୁଷ୍ଠିତ   16-Oct-2026
  ଜିଲ୍ଲା  
ରୋଗୀ ଓ ଅସହାୟ ମାନଙ୍କୁ ସେବା ଯୋଗାଇବା ନିମନ୍ତେ ତିନୋଟି ବ୍ୟାଟେରୀ ଚାଳିତ ଗାଡ଼ି ଲୋକାର୍ପିତ   16-Oct-2026

You Might Also Like