-+91-9937148622 |

prerana_bgr@rediffmail.com |

  Saturday 17th October 2026 |

| | | |

R.N.I. Regd No. ODIODI/2010/46693

Breaking News

ବିଶିଷ୍ଟ ସୂଚନା ଅଧିକାର କର୍ମୀ ନୀଳମଣି ଯୋଶୀଙ୍କ ପରଲୋକ   (16-Oct-2026)       ||      ମୌଳିକ ସୁବିଧା ନାହିଁ, ହେଲେ ଫି’ ଆକାଶଛୁଆଁ — ରେଳ ବିଭାଗର ଦୃଷ୍ଟି ଆକର୍ଷଣ କଲେ ବିଭିନ୍ନ ସଂଗଠନ    (16-Oct-2026)       ||      ଜବର ଦଖଲ ଉଚ୍ଛେଦକୁ ଡ଼ରୁଛି ପ୍ରଶାସନ   (16-Oct-2026)       ||      ଖପ୍ରାଖୋଲ ଉପ ଡାକଘର କର୍ମଚାରୀଙ୍କ ଭୋଜନ ସମୟରେ ବିକ୍ଷୋଭ ପ୍ରଦର୍ଶନ    (16-Oct-2026)       ||      ମୁରିବାହାଲ ବ୍ଲକସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ ବିଭିନ୍ନ ପ୍ରତିଯୋଗିତାରେ କୃତିତ୍ୱ ହାସଲ କରିଥିବା ଛାତ୍ରଛାତ୍ରୀ ଜିଲ୍ଲାସ୍ତରୀୟ ସୁରଭି ପାଇଁ ମନୋନୀତ   (16-Oct-2026)       ||      ୟନେକ୍ସ ସନ୍‌ରାଇଜ ଓସବା ମିନି (୧୧ବର୍ଷରୁ କମ) ସବ୍ ଜୁନିୟର(୧୩ ବର୍ଷରୁ କମ ) ଚମ୍ପିୟାନସିପ୍ ହେଲା ଉଦଘାଟନ... * ଯୋଗଦେଲେ ସାରା ରାଜ୍ୟରୁ ୧୨୩ ଜଣ ବାଳକ ଓ ବାଳିକା ଖେଳାଳୀ   (16-Oct-2026)       ||      ବିଶ୍ୱ ହାତ ଧୋଇବା ଦିବସ ପାଳନ    (16-Oct-2026)       ||      ବଲାଙ୍ଗୀର ପୋଲିସର ତଦନ୍ତକୁ ନେଇ ପ୍ରଶ୍ନବାଚୀ ? ଗୀତାଞ୍ଜଳି ମର୍ଡରକେସ୍: ଗୁଣ୍ଡାସାହୁ ଅପହରଣ ମାମଲା  ଫରେଷ୍ଟର ଆତ୍ମହତ୍ୟାର ଉଦ୍ଦେଶ୍ୟ ଓ ଅନ୍ୟାନ୍ୟ    (16-Oct-2026)       ||      ତୁଳାଗାଁ କ୍ଲଷ୍ଟର ସ୍ତରୀୟ ସୁରଭି ୨୦୨୬ ଅନୁଷ୍ଠିତ   (16-Oct-2026)       ||      ରୋଗୀ ଓ ଅସହାୟ ମାନଙ୍କୁ ସେବା ଯୋଗାଇବା ନିମନ୍ତେ ତିନୋଟି ବ୍ୟାଟେରୀ ଚାଳିତ ଗାଡ଼ି ଲୋକାର୍ପିତ    (16-Oct-2026)       ||      *ଡାବୁଗାଁ ଜଗନ୍ନାଥ ମନ୍ଦିରରେ ଚୋରି, ପୁଲିସର ତଦନ୍ତ ଆରମ୍ଭ, ତଦନ୍ତ ପାଇଁ ଆସିବେ ସାଇଣ୍ଟିଫିକ ଟିମ୍ ଏବଂ ସନ୍ଧାନୀ କୁକୁର*   (16-Oct-2026)       ||      ବରପାଲି ମହାବିଦ୍ୟାଳୟରେ ବିସିଜେଡିର ବାଜିମାତ, ସଭାପତି ହେଲେ ରୋଶନ ମେହେର   (16-Oct-2026)       ||      କଣ୍ଟାମାଳ କଲେଜ ଛାତ୍ର ସଂସଦ ନିର୍ବାଚନରେ ବାଜିମାରିନେଲା ଏବିଭିପି♦️ ୧୦ ରୁ ୧୦ଆସନ ପୋଛିନେଲା ଏବିଭିପି    (16-Oct-2026)       ||      ଜେଲ୍ ଗଲେ ପୂର୍ବତନ କାଉନସିଲର ♦️ଗୁଣ୍ଡାଗର୍ଦ୍ଦି ପଡ଼ିଲା ମହଙ୍ଗା   (16-Oct-2026)       ||      କାଉଡୋଲା କ୍ଳଷ୍ଟର ପକ୍ଷରୁ ଶିଶୁ ମହୋତ୍ସବ ସୁରଭି ମେଳା କାର୍ଯ୍ୟକ୍ରମ ଅନୁଷ୍ଠିତ   (15-Oct-2026)       ||      *ଡାବୁଗାଁ ବ୍ଲକରେ ସେବା ସେତୁ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ*   (15-Oct-2026)       ||      ବଲାଙ୍ଗୀର ସରକାରୀ ମହିଳା ମହାବିଦ୍ୟାଳୟ ଛାତ୍ରୀ ସଂସଦର ନିର୍ବାଚନ: ସଭାନେତ୍ରୀ ହେଲେ ଶ୍ରୁତିଶ୍ରୀ ପ୍ରଧାନ, ସମ୍ପାଦିକା ହେଲେ ରୋଜାଲି ମହାକୁଡ଼    (15-Oct-2026)       ||      ବିନିକା ସିଦ୍ଧାର୍ଥ ଡିଗ୍ରୀ କଲେଜ ଛାତ୍ର ସଂସଦ ନିର୍ବାଚନ (ଆୟୁଷ୍ମାନ ସଭାପତି,ବାବୁଲୁ ସାଧାରଣ ସମ୍ପାଦକ)   (15-Oct-2026)       ||      ମାୟାବର୍ହା କ୍ଲଷ୍ଟର ସୁରଭି ସାହାଜବାହାଲ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଅନୁଷ୍ଠିତ   (15-Oct-2026)       ||      ରେକଡୋଲରେ ଟେରାକୋଟା ପ୍ରଶିକ୍ଷଣ ଶିବିର ଉଦ୍‌ଘାଟିତ ୧୫ ମହିଳାଙ୍କୁ ମିଳିବ ୬ ମାସିଆ ମାଗଣା ପ୍ରଶିକ୍ଷଣ   (15-Oct-2026)       ||     

HOME   ଜିଲ୍ଲା

ଉତ୍ସାହ ଓ ଉଲ୍ଲାସର ସହ ଅନୁଷ୍ଠିତ ହେଲା ଇନଟାକ୍ ର ଅଷ୍ଟଶମ୍ଭୁ ଐତିହ୍ୟ ପଦଯାତ୍ରା*

15-Mar-2026



(ମନୋରଞ୍ଜନ ତ୍ରିପାଠୀ )
କଳା, ସଂସ୍କୃତି ଓ ଐତିହ୍ୟର ସୁରକ୍ଷା ଦିଗରେ କାର୍ଯ୍ୟରତ ସର୍ବଭାରତୀୟ ଅନୁଷ୍ଠାନ ଇନ଼ଟାକର ସୋନପୁର ଚ୍ୟାପ୍ଟର ତରଫରୁ ଅଷ୍ଟଶମ୍ଭୁ ଐତିହ୍ୟ ପଦଯାତ୍ରା ଅନୁଷ୍ଠିତ ହୋଇଯାଇଛି । ସ୍ଥାନୀୟ ପଞ୍ଚରଥ ମନ୍ଦିର ସମ୍ମୁଖରୁ ଆରମ୍ଭ ହୋଇଥିବା ଏହି କାର୍ଯ୍ୟକ୍ରମକୁ ଜିଲ୍ଲା ଆରକ୍ଷୀ ଅଧିକ୍ଷକ ନାରାୟଣ ନାୟକ ମୁଖ୍ୟ ଅତିଥି ଭାବେ ଯୋଗଦେଇ ଶୁଭାରମ୍ଭ କରିଥିଲେ । ଏହି ଅବସରରେ ଇନଟାକ ତରଫରୁ 'ସୁବର୍ଣ୍ଣପୁରର ଅଷ୍ଟଶମ୍ଭୁ' ନାମକ ଏକ ସୂଚନା ପୁସ୍ତିକା ଉନ୍ମୋଚନ କରାଯାଇଥିଲା । ପୁସ୍ତିକାଟି ଐତିହାସିକ ସୁଦାମ ନାଏକ ରଚ଼ନା କରିଥିବା ବେଳେ ଇଂରାଜୀରେ ଅନୁବାଦ କରିଛନ୍ତି ପ୍ରଦ୍ୟୁମ୍ନ କୁମାର ସାହୁ | ଏହି ଐତିହ୍ୟ ପଦଯାତ୍ରାର ଅଂଶଗ୍ରହଣକାରୀମାନେ ଖୁବ ଉଲ୍ଲାସ ଏବଂ ଉତ୍ସାହର ସହ ଭଜନ କିର୍ତ୍ତନ କରି ସୁବର୍ଣ୍ଣପୁର ସହରରେ ଥିବା ଅଷ୍ଟଶମ୍ଭୁ ମନ୍ଦିର ପରିଦର୍ଶନ କରିଥିଲେ । ଶ୍ରୀ ଜଗନ୍ନାଥ ମନ୍ଦିର ପରିସରରେ ଥିବା ଲୋକନାଥ ମନ୍ଦିର, ରାଜାଘାଟରେ ଥିବା ବାଲୁଙ୍କେଶ୍ୱର ମନ୍ଦିର, ଗୋପାଲଜୀ ମନ୍ଦିର ପରିସରରେ ଥିବା ସିଦ୍ଧେଶ୍ଵର ମନ୍ଦିର, ସୋନପୁର ମହାବିଦ୍ୟାଳୟ ନିକଟରେ ଥିବା ଗୋକର୍ଣ୍ଣେଶ୍ଵର ମନ୍ଦିର, କଚେରୀ ଛକରେ ଥିବା ପଶ୍ଚିମ ସୋମନାଥ ମନ୍ଦିର, ସଙ୍ଗମସ୍ଥଳରେ ଥିବା ରାମେଶ୍ଵର ମନ୍ଦିର ଏବଂ ସୁବର୍ଣ୍ଣପୁରର ଅଧିଶ୍ଵର ତେଲାନଦୀ କୂଳରେ ଥିବା ସୁବର୍ଣ୍ଣମେରୁ ମନ୍ଦିରକୁ ଅଂଶଗ୍ରହଣକାରୀମାନେ ପରିଦର୍ଶନ କରିଥିଲେ । ତେବେ ଅଷ୍ଟଶମ୍ଭୁ ମଧ୍ୟରୁ ଅନ୍ୟତମ ପ୍ରମୁଖ ରୁଦ୍ରନାଥ ମନ୍ଦିରଟି ସିନେମା ହଲ ମଧ୍ୟରେ ଜୀର୍ଣ୍ଣ ଅବସ୍ଥାରେ ଏକ ପ୍ରକାର ବନ୍ଦୀ ଭାବରେ ଥିବାରୁ ପଦଯାତ୍ରୀମାନେ ପରିଦର୍ଶନରୁ ବଞ୍ଚିତ ହୋଇ କ୍ଷୋଭ ପ୍ରକାଶ କରିଥିଲେ ଏବଂ ପ୍ରଶାସନ ଏ ଦିଗରେ ପଦକ୍ଷେପ ନେବାକୁ ଅନୁରୋଧ କରିଥିଲେ । ଅବସର ପ୍ରାପ୍ତ ପ୍ରାଧ୍ୟାପକ ଡ଼ ସନ୍ତୋଷ କୁମାର ପାଢ଼ୀଙ୍କ ମାର୍ଗଦର୍ଶନରେ ସମସ୍ତ ପଦଯାତ୍ରୀ ଏହି ଐତିହ୍ୟ ପଦଯାତ୍ରାରେ ସାମିଲ ହୋଇଥିବା ବେଳେ ବିଶିଷ୍ଟ ଐତିହାସିକ ସୁଦାମ ନାଏକ ଏହି ଅଷ୍ଟଶମ୍ଭୁ ମନ୍ଦିର ଗୁଡ଼ିକର ଐତିହାସିକ ଓ ସାଂସ୍କୃତିକ ଦିଗ ଉପରେ ଆଲୋଚନା କରିଥିଲେ। ଅନ୍ୟମାନଙ୍କ ମଧ୍ୟରେ ନାଟ୍ୟଶ୍ରୀ ଗଦାଧର ବାରିକ, ବିଭୂତି ଭୂଷଣ ଓତା, ବଳଦେବ ପ୍ରଧାନ, ଡ. ସୌରଭ ରଂଜନ ଖମାରୀ, ଗତିକୃଷ୍ଣ ବଣିଆଁ, ଲକ୍ଷ୍ମୀ ନାରାୟଣ ସାହୁ, ସରିତା ପୋଥାଲ, ରୀମା ଖଟୁଆ, ଅନୁପମା ମହାପାତ୍ର ପ୍ରମୂଖ ଯୋଗ ଦେଇଥିଲେ । ଇନଟାକ୍ ସୋନପୁର ଚ୍ୟାପ୍ଟର ଆବାହକ ପ୍ରଦ୍ୟୁମ୍ନ କୁମାର ସାହୁଙ୍କ ତତ୍ତ୍ଵାବଧାନରେ ଆୟୋଜିତ ଏହି ଐତିହ୍ୟ ପଦଯାତ୍ରାର ସମାପନ ପର୍ବରେ ସହ-ଆବାହକ ବନମାଳି ପଣ୍ଡା ଧନ୍ୟବାଦ ଅର୍ପଣ କରିଥିଲେ । ଇନଟାକର ଆଜୀବନ ସଦସ୍ୟ ଦେବକୀ ନନ୍ଦନ ମିଶ୍ର କାଯ୍ୟକ୍ରମ ଆୟୋଜନରେ ବିଶେଷ ସହଯୋଗ କରିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ବିଶିଷ୍ଟ ସୂଚନା ଅଧିକାର କର୍ମୀ ନୀଳମଣି ଯୋଶୀଙ୍କ ପରଲୋକ   16-Oct-2026
  ଜିଲ୍ଲା  
ମୌଳିକ ସୁବିଧା ନାହିଁ, ହେଲେ ଫି’ ଆକାଶଛୁଆଁ — ରେଳ ବିଭାଗର ଦୃଷ୍ଟି ଆକର୍ଷଣ କଲେ ବିଭିନ୍ନ ସଂଗଠନ   16-Oct-2026
  ଜିଲ୍ଲା  
ଜବର ଦଖଲ ଉଚ୍ଛେଦକୁ ଡ଼ରୁଛି ପ୍ରଶାସନ   16-Oct-2026
  ଜିଲ୍ଲା  
ଖପ୍ରାଖୋଲ ଉପ ଡାକଘର କର୍ମଚାରୀଙ୍କ ଭୋଜନ ସମୟରେ ବିକ୍ଷୋଭ ପ୍ରଦର୍ଶନ   16-Oct-2026
  ଜିଲ୍ଲା  
ମୁରିବାହାଲ ବ୍ଲକସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ ବିଭିନ୍ନ ପ୍ରତିଯୋଗିତାରେ କୃତିତ୍ୱ ହାସଲ କରିଥିବା ଛାତ୍ରଛାତ୍ରୀ ଜିଲ୍ଲାସ୍ତରୀୟ ସୁରଭି ପାଇଁ ମନୋନୀତ   16-Oct-2026
  ଜିଲ୍ଲା  
ୟନେକ୍ସ ସନ୍‌ରାଇଜ ଓସବା ମିନି (୧୧ବର୍ଷରୁ କମ) ସବ୍ ଜୁନିୟର(୧୩ ବର୍ଷରୁ କମ ) ଚମ୍ପିୟାନସିପ୍ ହେଲା ଉଦଘାଟନ... * ଯୋଗଦେଲେ ସାରା ରାଜ୍ୟରୁ ୧୨୩ ଜଣ ବାଳକ ଓ ବାଳିକା ଖେଳାଳୀ   16-Oct-2026
  ଜିଲ୍ଲା  
ବିଶ୍ୱ ହାତ ଧୋଇବା ଦିବସ ପାଳନ   16-Oct-2026
  ଜିଲ୍ଲା  
ବଲାଙ୍ଗୀର ପୋଲିସର ତଦନ୍ତକୁ ନେଇ ପ୍ରଶ୍ନବାଚୀ ? ଗୀତାଞ୍ଜଳି ମର୍ଡରକେସ୍: ଗୁଣ୍ଡାସାହୁ ଅପହରଣ ମାମଲା  ଫରେଷ୍ଟର ଆତ୍ମହତ୍ୟାର ଉଦ୍ଦେଶ୍ୟ ଓ ଅନ୍ୟାନ୍ୟ   16-Oct-2026
  ଜିଲ୍ଲା  
ତୁଳାଗାଁ କ୍ଲଷ୍ଟର ସ୍ତରୀୟ ସୁରଭି ୨୦୨୬ ଅନୁଷ୍ଠିତ   16-Oct-2026
  ଜିଲ୍ଲା  
ରୋଗୀ ଓ ଅସହାୟ ମାନଙ୍କୁ ସେବା ଯୋଗାଇବା ନିମନ୍ତେ ତିନୋଟି ବ୍ୟାଟେରୀ ଚାଳିତ ଗାଡ଼ି ଲୋକାର୍ପିତ   16-Oct-2026
  ଜିଲ୍ଲା  
*ଡାବୁଗାଁ ଜଗନ୍ନାଥ ମନ୍ଦିରରେ ଚୋରି, ପୁଲିସର ତଦନ୍ତ ଆରମ୍ଭ, ତଦନ୍ତ ପାଇଁ ଆସିବେ ସାଇଣ୍ଟିଫିକ ଟିମ୍ ଏବଂ ସନ୍ଧାନୀ କୁକୁର*   16-Oct-2026
  ଜିଲ୍ଲା  
ବରପାଲି ମହାବିଦ୍ୟାଳୟରେ ବିସିଜେଡିର ବାଜିମାତ, ସଭାପତି ହେଲେ ରୋଶନ ମେହେର   16-Oct-2026

You Might Also Like