-+91-9937148622 |

prerana_bgr@rediffmail.com |

  Tuesday 27th October 2026 |

| | | |

R.N.I. Regd No. ODIODI/2010/46693

Breaking News

ଲୋଇସିଂହା ଠାରେ ବିଜେପି ପକ୍ଷରୁ ଯଶସ୍ବୀ ପ୍ରଧାନମନ୍ତ୍ରୀ ଙ୍କ ବାପା ଓ ମା ପ୍ରତି ଅଶାଳୀନ ମନ୍ତବ୍ୟ କୁ ନେଇ କଂଗ୍ରେସ ଅଧ୍ୟକ୍ଷ ଙ୍କ ବିରୁଦ୍ଧରେ ପ୍ରତିବାଦ କାର୍ଯ୍ୟକ୍ରମ   (26-Oct-2026)       ||      ବଲାଙ୍ଗୀରିଏନ ବୀରାଙ୍ଗନା”ଅନୁଷ୍ଠାନ ପକ୍ଷରୁ ନ୍ୟୁତ୍ୟ ପ୍ରତିଯୋଗୀତା   (26-Oct-2026)       ||      ଜାତୀୟ ଲନ୍‌ବଲ୍‌ ଉଦ୍‌ଯାପିତ: ଓଡ଼ିଶାକୁ ୩ ସ୍ବର୍ଣ୍ଣ ସହ ୫ ପଦକ ରାଜେଶ୍ବରୀ ବ୍ୟକ୍ତିଗତ ବର୍ଗ, ଓଡ଼ିଶା ୧୮ବର୍ଷରୁ କମ୍‌ ବର୍ଗରେ ଓଭରଅଲ୍‌ ବିଜେତା   (26-Oct-2026)       ||      *ଡାବୁଗାଁରେ ମାଁ ଗଜଲକ୍ଷ୍ମୀ ପୂଜା ଆରମ୍ଭ*   (26-Oct-2026)       ||      ବରଗଡ଼ ଧନୁଯାତ୍ରାରୁ କଂସ ଅଭିନେତା ସୁଶିଲ ମେହେରଙ୍କ ଅବ୍ୟାହତି   (26-Oct-2026)       ||      At the Lotus Feet of Maa Mahalakshmi: A Lifelong Vow of Devotion,Duty and Surrender    (26-Oct-2026)       ||      ରାସ୍ତା କଡ଼ ରେ କଇଁଛ ଉଦ୍ଧାର କରି ବନ ବିଭାଗକୁ ହସ୍ତାନ୍ତର କଲେ ପ୍ରକୃତି ପ୍ରେମୀ ବ୍ୟାସଦେବ   (26-Oct-2026)       ||      ହେମଗିରି ବ୍ଲକ ପରିସରରେ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଅନୁଷ୍ଠିତ   (26-Oct-2026)       ||      ଜିଲ୍ଲା ପ୍ରଶାସନ ପକ୍ଷରୁ ସାଧୁତା ଓ ଦୁର୍ନୀତି ନିବାରଣ ଶପଥ ପାଠ କାର୍ଯ୍ୟକ୍ରମ   (26-Oct-2026)       ||      ଫୁଲାପାଲିରେ ପ୍ରଥମ ଦଶହରା କପ୍ ଫୁଟବଲ ଉଦଯାପିତ, ଟ୍ରାଇବ୍ରେକରରେ ଜୟଦେବ ଏକାଦଶ ଚାମ୍ପିଅନ    (26-Oct-2026)       ||      ଟିଟିଲାଗଡ ଲାୟନ କ୍ଲବ ତରଫରୁ ପିସ ପୋଷ୍ଟର ପ୍ରତିଯୋଗିତା ଅନୁଷ୍ଠିତ    (26-Oct-2026)       ||      ବରପାଲି ଅଞ୍ଚଳବାସୀଙ୍କ ବହୁ ବର୍ଷର ଦାବି ପୂରଣ ହେବ♦️ ବରପାଲି ରୁ କୁମ୍ଭାରି ରାସ୍ତା ବୁରୋଗାଡ ନଦୀରେ ନିର୍ମାଣ ହେବ ହାଇଲେଭେଲ ବ୍ରିଜ    (26-Oct-2026)       ||      ସମାଜ ପାଠକ ମଂଚ’ର ବୈଠକ ଅନୁଷ୍ଠିତ   (26-Oct-2026)       ||      ଭୁବନେଶ୍ୱର ମହାନଗର ନିଗମ ୱାର୍ଡ ନମ୍ବର ୨୬ରେ ଓଜେସିର ବିଶାଳ କର୍ମକର୍ତ୍ତା ସମ୍ମିଳନୀ    (25-Oct-2026)       ||      ମୃଦୁରେଖା ଡ୍ୟାନ୍ସ ଏକାଡେମୀ’ ପକ୍ଷରୁ ସାଂସ୍କୃତିକ ମହୋତ୍ସବ ‘ମୃଦମ୍-୨୦୨୬’ ଆୟୋଜିତ   (25-Oct-2026)       ||      ସଦାଇପାଲିରେ ଆରମ୍ଭ ହେଲା ୩୦ତମ ବର୍ଷ ଗଜଲକ୍ଷ୍ମୀ ପୂଜା କଳସ ଯାତ୍ରାରେ ସାମିଲ ହେଲେ ଶତାଧିକ ମହିଳା ଓ ବ୍ରତଧାରୀ   (25-Oct-2026)       ||      ଜାତୀୟ ଲନ୍‌ବଲ୍‌: ସେମିଫାଇନାଲ୍‌ରେ ଶୁଭ୍ରାଂଶୁ, ରାଜେଶ୍ବର   (25-Oct-2026)       ||      ରାଜବୈଦ୍ୟ ଚିନ୍ତାମଣି ବେହେରା ସ୍ମୃତି ପରିଷଦ, ବଲାଙ୍ଗିରର ପଞ୍ଚମ ବାର୍ଷିକ ଉତ୍ସବ ଅନୁଷ୍ଠିତ   (25-Oct-2026)       ||      ମେରାହୁନର “ପକ୍ଷରୁ ଆର୍ଟ ଏଣ୍ଡ କ୍ରାଫ୍ଟ” ଓ ସଂପୂର୍ଣ୍ଣା ପକ୍ଷରୁ ମେହେନ୍ଦି ପ୍ରତିଯୋଗିତା   (25-Oct-2026)       ||      ରାଜବୈଦ୍ୟ ଚିନ୍ତାମଣି ବେହେରା ସ୍ମୃତି ପରିଷଦ, ବଲାଙ୍ଗିରର ପଞ୍ଚମ ବାର୍ଷିକ ଉତ୍ସବ ଅନୁଷ୍ଠିତ   (25-Oct-2026)       ||     

HOME   ରାଜ୍ୟ

କୁଟିଆ ପଞ୍ଚାୟତରେ ମୁଖ୍ୟମନ୍ତ୍ରୀଙ୍କ ଦ୍ବାରା ୧୮ କୋଟି ଟଙ୍କା ପ୍ରକଳ୍ପର ଶୁଭାରମ୍ଭ, ୧୩ କୋଟିର ପ୍ରକଳ୍ପ ଉଦ୍‌ଘାଟନ, ୫ କୋଟିର ସେତୁ ପାଇଁ ଭିତ୍ତିପ୍ରସ୍ତର ସ୍ଥାପନ, ମୁଁ ଶୀଘ୍ର କୁଟିଆ ପଞ୍ଚାୟତ ଯିବି - ମୁଖ୍ୟମନ୍ତ୍ରୀ

05-Feb-2021



ଭୁବନେଶ୍ବର,(ପ୍ରେରଣା ଖବର ବ୍ୟୁରୋ): ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଆଜି ଭିଡିଓ କନ୍‌ଫରେସନ୍‌ସିଂ ମାଧ୍ୟମରେ କୋରାପୁଟ ଜିଲ୍ଲାର ପଟାଙ୍ଗି ଅଂଚଳର କୁଟିଆ ପଞ୍ଚାୟତ ପାଇଁ ୧୮ କୋଟି ଟଙ୍କାର ବିଭିନ୍ନ ପ୍ରକଲ୍ପର ଶୁଭାରମ୍ଭ କରିଛନ୍ତି। ଏଥିମଧ୍ୟରୁ ୧୩ କୋଟି ଟଙ୍କାର ବିଭିନ୍ନ ପ୍ରକଳ୍ପର ଉଦ୍‌ଘାଟନ ହୋଇଥିବା ବେଳେ ୫ କୋଟି ଟଙ୍କାର ଗୋଟିଏ ହାଇ ଲେଭେଲ ସେତୁ ପାଇଁ ମଧ୍ୟ ଭିତ୍ତିପ୍ରସ୍ତର ରଖାଯାଇଛି । ସମୁଦାୟ ୧୫୦ କୋଟି ଟଙ୍କାର ବିଭିନ୍ନ ପ୍ରକଳ୍ପ କାମ ଜାରି ରହିଛି।

   ସୂଚନାଯୋଗ୍ୟ ଯେ ମୁଖ୍ୟମନ୍ତ୍ରୀ ୨୦୧୮ରେ କୁଟିଆ ପଞ୍ଚାୟତର ବିକାଶ ପାଇଁ ୧୫୦ କୋଟି ଟଙ୍କାର ପ୍ରକଳ୍ପ ଘୋଷଣା କରିଥିଲେ।

   ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଥିଲେ ଯେ ସେ ଖୁବ୍‌ଶୀଘ୍ର କୁଟିଆ ଅଞ୍ଚଳକୁ ଗସ୍ତ କରି ଲୋକମାନଙ୍କୁ ଭେଟିବେ । କୁଟିଆ ଅଞ୍ଚଳକୁ ଏକ ଆଦର୍ଶ ପଞ୍ଚାୟତ ଭାବରେ ଗଠନ କରାଯିବ ବୋଲି ପ୍ରକାଶ କରି ମୁଖ୍ୟମନ୍ତ୍ରୀ କହିଥିଲେ ଯେ କୋଟିଆ ପଞ୍ଚାୟତରେ ଶିକ୍ଷା, ସ୍ବାସ୍ଥ୍ୟ, ଯୋଗାଯୋଗ, ପିଇବା ପାଣି, ବିଜୁଳି ଆଦି ସବୁ ସୁବିଧାର ବିକାଶ କରାଯାଇଛି ।  

ଖାଦ୍ୟ ସୁରକ୍ଷା ଠାରୁ ଆରମ୍ଭ କରି ସାମାଜିକ ନିରାପତ୍ତା ଯୋଗାଇ ଦିଆଯାଉଛି। ଜୀବନଜୀବିକା ପାଇଁ ମଧ୍ୟ ପଦକ୍ଷେପ ନିଆଯାଇଛି।

  ମୁଖ୍ୟମନ୍ତ୍ରୀ କହିଥିଲେ ଯେ ମାଲକାନଗିରିରୁ ମୟୁରଭଂଜ, କୋରାପୁଟରୁ କଟକ- ସବୁ ଅଞ୍ଚଳର ବିକାଶ ପାଇଁ ସେ କାମ କରୁଛନ୍ତି । ବିକାଶର ସୁଫଳ ପ୍ରତି ପରିବାର ପାଖରେ ପହଞ୍ଚାଇବା ପାଇଁ, ରାଜ୍ୟର ସବୁ କୋଣ ଅନୁକୋଣରେ ପହଞ୍ଚାଇବା ପାଇଁ କାମ କରୁଛୁ ବୋଲି ସେ କହିଥିଲେ ।

  ଏହି ଅବସରରେ ମୁଖ୍ୟମନ୍ତ୍ରୀ  କହିଥିଲେ ଯେ ଓଡିଶା ଆମର ମା । ଓଡିଆ ଆମର ଭାଷା । ମହାପ୍ରଭୁ ଜଗନ୍ନାଥ ଆମର ବଡ ଠାକୁର । ଜଗନ୍ନାଥ ସଂସ୍କୃତି ଆମର  ସଂସ୍କୃତି। କୋରାପୁଟକୁ ଆମେ ଦ୍ବିତୀୟ ଶ୍ରୀକ୍ଷେତ୍ର ବୋଲି କହିଥାଉ । ସ୍ବାଧୀନତା ସଂଗ୍ରାମରେ ମଧ୍ୟ କୋରାପୁଟ ବଡ ଭୂମିକା ବିଷୟରେ ଆଲୋକପାତ କରି ସେ ଏହି ଅବସରରେ ଶହୀଦ ଲକ୍ଷ୍ମଣ ନାୟକଙ୍କ ପ୍ରତି ମୋର ଶ୍ରଦ୍ଧାଞ୍ଜଳି ଅର୍ପଣ କରିଥିଲେ ।

   ଏହି କାର୍ଯ୍ୟକ୍ରମରେ ଯୋଗ ଦେଇ ହସ୍ତତନ୍ତ, ବୟନ ଓ ହସ୍ତଶିଳ୍ପ ମନ୍ତ୍ରୀ ଶ୍ରୀମତୀ ପଦ୍ମିନୀ ଦିଆନ କହିଥିଲେ ଯେ ମୁଖ୍ୟମନ୍ତ୍ରୀଙ୍କ ଦୂରଦୃଷ୍ଟି ଓ ବିକାଶ ମୂଳକ କାର୍ଯ୍ୟକ୍ରମ ଯୋଗୁ କୁଟିଆ ପଞ୍ଚାୟତରେ ବହୁତ ଉନ୍ନତି ଆସିଛି। ଗାଁର ଲୋକମାନେ ରାସ୍ତାଘାଟ, ପାଣି, ବିଜୁଳି, ଶିକ୍ଷା ଆଦି ବିଭିନ୍ନ ସୁବିଧା ପାଇପାରୁଛନ୍ତି। ଏଥିପାଇଁ ସେ ମୁଖ୍ୟମନ୍ତ୍ରୀଙ୍କ ନିକଟରେ କୃତଜ୍ଞତା ପ୍ରକାଶ କରିଥିଲେ ।

କୋରାପୁଟ ଓ ପଟାଙ୍ଗିର ବିଧାୟକ ମଧ୍ୟ ଏହି ଅବସରରେ  ନିଜର ମତବ୍ୟକ୍ତ କରି କୁଟିଆ ଆଞ୍ଚଳର ବିକାଶ ପାଇଁ ମୁଖ୍ୟମନ୍ତ୍ରୀଙ୍କ ନିକଟରେ କୃତଜ୍ଞତା ପ୍ରକାଶ କରିଥିଲେ। କୁଟିଆ ପଞ୍ଚାୟତର ପ୍ରତିନିଧି, ସ୍ବୟଂ ସହାୟକ ଗୋଷ୍ଠୀ ସଦସ୍ୟା ମାନେ ମଧ୍ୟ ଏହି ଅବସରରେ ନିଜର ମତାମତ ରଖି କୁଟିଆ ପଞ୍ଚାୟତ ଏବଂ ସାରା ଜିଲ୍ଲାରେ ବିଭିନ୍ନ କାର୍ଯ୍ୟକ୍ରମର ସୁଫଳ ସଂପର୍କରେ କିପରି ଲୋକମାନେ ପାଉଛନ୍ତି, ସେ ବିଷୟରେ ଆଲୋକପାତ କରିଥିଲେ ।

    ଏହି କାର୍ଯ୍ୟକ୍ରମକୁ ମୁଖ୍ୟମନ୍ତ୍ରୀଙ୍କ ସଚିବ (୫-ଟି) ଶ୍ରୀ ଭି.କେ ପାଣ୍ଡିଆନ ସଂଯୋଜନା କରିଥିଲେ।

  କୋରାପୁଟ ଜିଲ୍ଲାପାଳ ସ୍ବାଗତ ଭାଷଣ ଦେଇଥିଲେ ଏବଂ ଗ୍ରାମ୍ୟ ଉନ୍ନୟନ ପ୍ରକଳ୍ପ ନିର୍ଦ୍ଦେଶକ ଧନ୍ୟବାଦ ଅର୍ପଣ କରିଥିଲେ ।

   କୁଟିଆ ଅଞ୍ଚଳର ବିକାଶ ଉପରେ ଏକ ସ୍ବତନ୍ତ୍ର ବୃତ୍ତ ଚିତ୍ର ଏହି ଅବସରରେ ପ୍ରଦର୍ଶନ କରାଯାଇଥିଲା।

ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଶାସନ ସଚିବ, ସ୍ବାସ୍ଥ୍ୟ ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ ଏବଂ ଅର୍ଥ ବିଭାଗର ପ୍ରମୁଖ ସଚିବ ଆଦି ଉପସ୍ଥିତ ଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଲୋଇସିଂହା ଠାରେ ବିଜେପି ପକ୍ଷରୁ ଯଶସ୍ବୀ ପ୍ରଧାନମନ୍ତ୍ରୀ ଙ୍କ ବାପା ଓ ମା ପ୍ରତି ଅଶାଳୀନ ମନ୍ତବ୍ୟ କୁ ନେଇ କଂଗ୍ରେସ ଅଧ୍ୟକ୍ଷ ଙ୍କ ବିରୁଦ୍ଧରେ ପ୍ରତିବାଦ କାର୍ଯ୍ୟକ୍ରମ   26-Oct-2026
  ଜିଲ୍ଲା  
ବଲାଙ୍ଗୀରିଏନ ବୀରାଙ୍ଗନା”ଅନୁଷ୍ଠାନ ପକ୍ଷରୁ ନ୍ୟୁତ୍ୟ ପ୍ରତିଯୋଗୀତା   26-Oct-2026
  ଜିଲ୍ଲା  
ଜାତୀୟ ଲନ୍‌ବଲ୍‌ ଉଦ୍‌ଯାପିତ: ଓଡ଼ିଶାକୁ ୩ ସ୍ବର୍ଣ୍ଣ ସହ ୫ ପଦକ ରାଜେଶ୍ବରୀ ବ୍ୟକ୍ତିଗତ ବର୍ଗ, ଓଡ଼ିଶା ୧୮ବର୍ଷରୁ କମ୍‌ ବର୍ଗରେ ଓଭରଅଲ୍‌ ବିଜେତା   26-Oct-2026
  ଜିଲ୍ଲା  
*ଡାବୁଗାଁରେ ମାଁ ଗଜଲକ୍ଷ୍ମୀ ପୂଜା ଆରମ୍ଭ*   26-Oct-2026
  ଜିଲ୍ଲା  
ବରଗଡ଼ ଧନୁଯାତ୍ରାରୁ କଂସ ଅଭିନେତା ସୁଶିଲ ମେହେରଙ୍କ ଅବ୍ୟାହତି   26-Oct-2026
  ରାଜ୍ୟ  
At the Lotus Feet of Maa Mahalakshmi: A Lifelong Vow of Devotion,Duty and Surrender   26-Oct-2026
  ଜିଲ୍ଲା  
ରାସ୍ତା କଡ଼ ରେ କଇଁଛ ଉଦ୍ଧାର କରି ବନ ବିଭାଗକୁ ହସ୍ତାନ୍ତର କଲେ ପ୍ରକୃତି ପ୍ରେମୀ ବ୍ୟାସଦେବ   26-Oct-2026
  ଜିଲ୍ଲା  
ହେମଗିରି ବ୍ଲକ ପରିସରରେ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଅନୁଷ୍ଠିତ   26-Oct-2026
  ଜିଲ୍ଲା  
ଜିଲ୍ଲା ପ୍ରଶାସନ ପକ୍ଷରୁ ସାଧୁତା ଓ ଦୁର୍ନୀତି ନିବାରଣ ଶପଥ ପାଠ କାର୍ଯ୍ୟକ୍ରମ   26-Oct-2026
  ଜିଲ୍ଲା  
ଫୁଲାପାଲିରେ ପ୍ରଥମ ଦଶହରା କପ୍ ଫୁଟବଲ ଉଦଯାପିତ, ଟ୍ରାଇବ୍ରେକରରେ ଜୟଦେବ ଏକାଦଶ ଚାମ୍ପିଅନ   26-Oct-2026
  ଜିଲ୍ଲା  
ଟିଟିଲାଗଡ ଲାୟନ କ୍ଲବ ତରଫରୁ ପିସ ପୋଷ୍ଟର ପ୍ରତିଯୋଗିତା ଅନୁଷ୍ଠିତ    26-Oct-2026
  ଜିଲ୍ଲା  
ବରପାଲି ଅଞ୍ଚଳବାସୀଙ୍କ ବହୁ ବର୍ଷର ଦାବି ପୂରଣ ହେବ♦️ ବରପାଲି ରୁ କୁମ୍ଭାରି ରାସ୍ତା ବୁରୋଗାଡ ନଦୀରେ ନିର୍ମାଣ ହେବ ହାଇଲେଭେଲ ବ୍ରିଜ   26-Oct-2026

You Might Also Like