-+91-9937148622 |

prerana_bgr@rediffmail.com |

  Tuesday 27th October 2026 |

| | | |

R.N.I. Regd No. ODIODI/2010/46693

Breaking News

ଲକ୍ଷେ ଘର ଗଣ୍ଡା ସମାଜ ପକ୍ଷରୁ ନୁଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (27-Oct-2026)       ||      ଜୋନକନ୍-୨୦୨୬ରେ ଜେସିଆଇ ଟିଟିଲାଗଡ଼ ସିଟିର ଐତିହାସିକ ସଫଳତା: ଶୈଳେଶ ପ୍ରସାଦ ଗୋଏଲ ଶ୍ରେଷ୍ଠ ସଭାପତି   (27-Oct-2026)       ||      ଚିନାଯୁରୀରେ ପଂଚାୟତସ୍ତରୀୟ ଜନ ଅଭିଯୋଗ ଶୁଣାଣୀ   (27-Oct-2026)       ||      ବରିଷ୍ଠ ନୋଟାରୀ ଅଶ୍ୱିନୀ ମିଶ୍ର ଙ୍କ ବିୟୋଗରେ ଜିଲ୍ଲା ଓକିଲ ସଂଘ ପକ୍ଷରୁ ଶୋକସଭା    (27-Oct-2026)       ||      ସଂକଳ୍ପ ଖୋଲୁଛି ସୁଯୋଗର ଦ୍ୱାର, ସାହସ ଦେଉଛି ପରିବର୍ତ୍ତନକୁ ଗତି: ଓଡ଼ିଶାର ମହିଳାଙ୍କ ହାତରେ ନୂଆ ଭବିଷ୍ୟତର ଷ୍ଟିଅରିଂ   (27-Oct-2026)       ||      ଲୋଇସିଂହା ଠାରେ ବିଜେପି ପକ୍ଷରୁ ଯଶସ୍ବୀ ପ୍ରଧାନମନ୍ତ୍ରୀ ଙ୍କ ବାପା ଓ ମା ପ୍ରତି ଅଶାଳୀନ ମନ୍ତବ୍ୟ କୁ ନେଇ କଂଗ୍ରେସ ଅଧ୍ୟକ୍ଷ ଙ୍କ ବିରୁଦ୍ଧରେ ପ୍ରତିବାଦ କାର୍ଯ୍ୟକ୍ରମ   (26-Oct-2026)       ||      ବଲାଙ୍ଗୀରିଏନ ବୀରାଙ୍ଗନା”ଅନୁଷ୍ଠାନ ପକ୍ଷରୁ ନ୍ୟୁତ୍ୟ ପ୍ରତିଯୋଗୀତା   (26-Oct-2026)       ||      ଜାତୀୟ ଲନ୍‌ବଲ୍‌ ଉଦ୍‌ଯାପିତ: ଓଡ଼ିଶାକୁ ୩ ସ୍ବର୍ଣ୍ଣ ସହ ୫ ପଦକ ରାଜେଶ୍ବରୀ ବ୍ୟକ୍ତିଗତ ବର୍ଗ, ଓଡ଼ିଶା ୧୮ବର୍ଷରୁ କମ୍‌ ବର୍ଗରେ ଓଭରଅଲ୍‌ ବିଜେତା   (26-Oct-2026)       ||      *ଡାବୁଗାଁରେ ମାଁ ଗଜଲକ୍ଷ୍ମୀ ପୂଜା ଆରମ୍ଭ*   (26-Oct-2026)       ||      ବରଗଡ଼ ଧନୁଯାତ୍ରାରୁ କଂସ ଅଭିନେତା ସୁଶିଲ ମେହେରଙ୍କ ଅବ୍ୟାହତି   (26-Oct-2026)       ||      At the Lotus Feet of Maa Mahalakshmi: A Lifelong Vow of Devotion,Duty and Surrender    (26-Oct-2026)       ||      ରାସ୍ତା କଡ଼ ରେ କଇଁଛ ଉଦ୍ଧାର କରି ବନ ବିଭାଗକୁ ହସ୍ତାନ୍ତର କଲେ ପ୍ରକୃତି ପ୍ରେମୀ ବ୍ୟାସଦେବ   (26-Oct-2026)       ||      ହେମଗିରି ବ୍ଲକ ପରିସରରେ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଅନୁଷ୍ଠିତ   (26-Oct-2026)       ||      ଜିଲ୍ଲା ପ୍ରଶାସନ ପକ୍ଷରୁ ସାଧୁତା ଓ ଦୁର୍ନୀତି ନିବାରଣ ଶପଥ ପାଠ କାର୍ଯ୍ୟକ୍ରମ   (26-Oct-2026)       ||      ଫୁଲାପାଲିରେ ପ୍ରଥମ ଦଶହରା କପ୍ ଫୁଟବଲ ଉଦଯାପିତ, ଟ୍ରାଇବ୍ରେକରରେ ଜୟଦେବ ଏକାଦଶ ଚାମ୍ପିଅନ    (26-Oct-2026)       ||      ଟିଟିଲାଗଡ ଲାୟନ କ୍ଲବ ତରଫରୁ ପିସ ପୋଷ୍ଟର ପ୍ରତିଯୋଗିତା ଅନୁଷ୍ଠିତ    (26-Oct-2026)       ||      ବରପାଲି ଅଞ୍ଚଳବାସୀଙ୍କ ବହୁ ବର୍ଷର ଦାବି ପୂରଣ ହେବ♦️ ବରପାଲି ରୁ କୁମ୍ଭାରି ରାସ୍ତା ବୁରୋଗାଡ ନଦୀରେ ନିର୍ମାଣ ହେବ ହାଇଲେଭେଲ ବ୍ରିଜ    (26-Oct-2026)       ||      ସମାଜ ପାଠକ ମଂଚ’ର ବୈଠକ ଅନୁଷ୍ଠିତ   (26-Oct-2026)       ||      ଭୁବନେଶ୍ୱର ମହାନଗର ନିଗମ ୱାର୍ଡ ନମ୍ବର ୨୬ରେ ଓଜେସିର ବିଶାଳ କର୍ମକର୍ତ୍ତା ସମ୍ମିଳନୀ    (25-Oct-2026)       ||      ମୃଦୁରେଖା ଡ୍ୟାନ୍ସ ଏକାଡେମୀ’ ପକ୍ଷରୁ ସାଂସ୍କୃତିକ ମହୋତ୍ସବ ‘ମୃଦମ୍-୨୦୨୬’ ଆୟୋଜିତ   (25-Oct-2026)       ||     

HOME   ଦେଶ ବିଦେଶ

କୋଭିଡ ଟିକା ନେବା ପରେ ୮ ମହିଳା ସୁରକ୍ଷା କର୍ମୀ ଅସୁସ୍ଥ

06-Feb-2021



ଅଯୋଧ୍ୟା(ପ୍ରେରଣା ଖବର ବ୍ୟୁରୋ):ଉତ୍ତର ପ୍ରଦେଶର ଅଯୋଧ୍ୟାରେ ଶ୍ରୀରାମ ଜନ୍ମଭୂମି ଅଯୋଧ୍ୟାର ଶ୍ରୀରାମ ଜନ୍ମଭୂମି ସୁରକ୍ଷା ପାଇଁ ମୁତୟନ ହୋଇଥିବା ସୁରକ୍ଷାକର୍ମୀଙ୍କ ମଧ୍ୟରୁ ୮ ଜଣ ମହିଳା ଆରକ୍ଷୀଙ୍କ ସ୍ୱାସ୍ଥ୍ୟାବସ୍ଥା ଶନିବାର ସକାଳୁ ଖରାପ ହୋଇଯାଇଛି। ଏହି ଖବର ପ୍ରଚାର ହେବା ପରେ ଉକ୍ତ ଅଞ୍ଚଳରେ ଭୟର ବାତାବରଣ ସୃଷ୍ଟି ହୋଇଛି। ୮ ମହିଳା କନ୍‌ଷ୍ଟେବଲ୍‌ଙ୍କୁ ଶ୍ରୀରାମ ହସ୍‌ପିଟାଲରେ ଭର୍ତ୍ତି କରାଯାଇଛି। ଡାକ୍ତରୀ ଟିମ୍‌ ଏମାନଙ୍କ ଉପରେ ନଜର ରଖିଛନ୍ତି। ଏହି ମହିଳା କନ୍‌ଷ୍ଟେବଲ୍‌ମାନେ ଶୁକ୍ରବାର ଜିଲ୍ଲାରେ ହୋଇଥିବା କୋଭିଡ-୧୯ ଟିକାକରଣରେ ସାମିଲ ହୋଇ ଟିକା ନେଇଥିଲେ।

ଆଜି ସକାଳୁ ଏହି ମହିଳା କନ୍‌ଷ୍ଟେବଲ୍‌ମାନେ ନିଜ ନିଜ କର୍ମସ୍ଥଳୀରେ ପହଞ୍ଚିଥିଲେ। ସକାଳୁ ସକାଳୁ ସେମାନେ ଅସୁସ୍ଥ ଅନୁଭବ କରିଥିଲେ। ସେମାନଙ୍କର ମୁଣ୍ଡ ବିନ୍ଧା ହେବା ସହ ବାନ୍ତି ହୋଇଥିଲା। ଗତ ଦୁଇ ଓ ତିନି ତାରିଖରେ  ଡ୍ୟୁଟିରେ ଥିବା ଏକାଧିକ ମହିଳା ସୁରକ୍ଷା କର୍ମୀଙ୍କ ସ୍ୱାସ୍ଥ୍ୟାବସ୍ଥା ଖରାପ ହେବାରୁ ଅନ୍ୟମାନେ ଭୟଭୀତ ହୋଇ ଯାଇଥିଲେ। ଅନ୍ୟ ସୁରକ୍ଷାକର୍ମୀମାନେ ଏ ସଂକ୍ରାନ୍ତରେ ସୂଚନା ଅଧିକାରୀଙ୍କୁ ଦେଇଥିଲେ। ପରେ ସେମାନଙ୍କୁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା।

ଏହି ମହିଳା ସୁରକ୍ଷା କର୍ମୀଙ୍କୁ ଚିକିତ୍ସା କରୁଥିବା ଡାକ୍ତର ଉଜୈର ଅହମ୍ମଦ ଅନ୍‌ସାରୀଙ୍କ କହିବା ଅନୁଯାୟୀ, ଏସବୁ ଲକ୍ଷଣ ସାମାନ୍ୟ ଅଟେ। ଏପରି ସମସ୍ୟା କରୋନା ଭାକ୍ସିନ ନେବା ପରେ ପ୍ରାୟ ଆସିଥାଏ। ଏଥିରେ ଶରୀର ଦରଜ ହେବା ସହ ହାଲିଆ ଭାବ ବଢିଯାଇଥାଏ। ଡାକ୍ତରଙ୍କ କହିବା ଅନୁଯାୟୀ, ଯେ କୌଣସି ଟିକା ନେଲେ ଏହି ପ୍ରକାର ସାଇଡ ଇଫେକ୍ଟ ଦେଖା ଦେଇଥାଏ।

ସମସ୍ତଙ୍କ ସ୍ୱାସ୍ଥ୍ୟାବସ୍ଥା ଭଲ ଅଛି ଏବଂ ରକ୍ତଚାପ ସ୍ୱାଭାବିକ ଅଛି। ଡାକ୍ତରୀ ଟିମ୍‌ ସେମାନଙ୍କ ଉପରେ ନଜର ରଖିଛି। ପରୀକ୍ଷା ରିପୋର୍ଟ ଆସିବା ପରେ ସବିଶେଷ ତଥ୍ୟ ଜଣାପଡ଼ିବ ବୋଲି ଚିକିତ୍ସା କରୁଥିବା ଡାକ୍ତର କହିଛନ୍ତି।

ସୂଚନା ଥାଉ କି, କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଡା. ହର୍ଷବର୍ଦ୍ଧନ ଶୁକ୍ରବାର ଲୋକସଭାରେ ସୂଚନା ଦେଇ କହିଛନ୍ତି, ୫୦ ବର୍ଷରୁ ଅଧିକ ବୟସର ଲୋକଙ୍କୁ ମାର୍ଚ୍ଚ ୨ୟ କିମ୍ବା ୩ୟ ସପ୍ତାହରେ ଟିକା ଦିଆଯିବା ପ୍ରକ୍ରିୟା ଆରମ୍ଭ ହେବ। ସାଂସଦଙ୍କ ଏକ ପ୍ରଶ୍ନର ଏକ ଉତ୍ତରରେ ହର୍ଷବର୍ଦ୍ଧନ କହିଛନ୍ତି, କୋଭିଡ-୧୯ର ଦୁଇ ଡୋଜ ଟିକାକୁ ଜରୁରୀକାଳିନ ବ୍ୟବହାର ପାଇଁ ମଞ୍ଜୁରୀ ଦିଆଯାଇଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ନେତୃତ୍ୱରେ ଜାନୁଆରୀ ୧୬ ତାରିଖ ୨୦୨୧ରେ ଆରମ୍ଭ କରାଯାଇଛି। ଦେଶରେ ବର୍ତ୍ତମାନ ସୁଦ୍ଧା ୫୦ ଲକ୍ଷ ଲୋକଙ୍କୁ ଟିକା ପ୍ରଦାନ କରାଯାଇଛି।

ମନ୍ତ୍ରୀ ଆହୁରି କହିଛନ୍ତି, ବର୍ତ୍ତମାନ ଆହୁରି ୭ଟି ଟିକା ଉପରେ ଗବେଷଣା ଚାଲିଛି। ଏଥିମଧ୍ୟରୁ ୩ଟି ଟିକା କ୍ଲିନିକାଲ ଟ୍ରାଏଲର ତୃତୀୟ ପର୍ଯ୍ୟାୟରେ ରହିଛି। ୨ଟି ଟିକା କ୍ଲିନିକାଲ ଟ୍ରାଏଲର ପ୍ରଥମ ଏବଂ ୨ୟ ପର୍ଯ୍ୟାୟରେ ରହିଛି। ୨ଟି ଟିକା ପ୍ରି-କ୍ଲିନିକାଲ ଷ୍ଟେଜ୍‌ରେ ରହିଛି। ତେବେ ଟିକାକରଣର ପ୍ରଥମ ପର୍ଯ୍ୟାୟରେ ଏକ କୋଟି ସ୍ୱାସ୍ଥ୍ୟ କର୍ମୀଙ୍କୁ ଟିକାକରଣ କରାଯିବା ଲକ୍ଷ୍ୟ ରହିଛି।


News Comment




Photo in News

Advertisment
Lastest News
  ଜିଲ୍ଲା  
ଲକ୍ଷେ ଘର ଗଣ୍ଡା ସମାଜ ପକ୍ଷରୁ ନୁଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   27-Oct-2026
  ଜିଲ୍ଲା  
ଜୋନକନ୍-୨୦୨୬ରେ ଜେସିଆଇ ଟିଟିଲାଗଡ଼ ସିଟିର ଐତିହାସିକ ସଫଳତା: ଶୈଳେଶ ପ୍ରସାଦ ଗୋଏଲ ଶ୍ରେଷ୍ଠ ସଭାପତି   27-Oct-2026
  ଜିଲ୍ଲା  
ଚିନାଯୁରୀରେ ପଂଚାୟତସ୍ତରୀୟ ଜନ ଅଭିଯୋଗ ଶୁଣାଣୀ   27-Oct-2026
  ରାଜ୍ୟ  
ବରିଷ୍ଠ ନୋଟାରୀ ଅଶ୍ୱିନୀ ମିଶ୍ର ଙ୍କ ବିୟୋଗରେ ଜିଲ୍ଲା ଓକିଲ ସଂଘ ପକ୍ଷରୁ ଶୋକସଭା   27-Oct-2026
  ଜିଲ୍ଲା  
ସଂକଳ୍ପ ଖୋଲୁଛି ସୁଯୋଗର ଦ୍ୱାର, ସାହସ ଦେଉଛି ପରିବର୍ତ୍ତନକୁ ଗତି: ଓଡ଼ିଶାର ମହିଳାଙ୍କ ହାତରେ ନୂଆ ଭବିଷ୍ୟତର ଷ୍ଟିଅରିଂ   27-Oct-2026
  ଜିଲ୍ଲା  
ଲୋଇସିଂହା ଠାରେ ବିଜେପି ପକ୍ଷରୁ ଯଶସ୍ବୀ ପ୍ରଧାନମନ୍ତ୍ରୀ ଙ୍କ ବାପା ଓ ମା ପ୍ରତି ଅଶାଳୀନ ମନ୍ତବ୍ୟ କୁ ନେଇ କଂଗ୍ରେସ ଅଧ୍ୟକ୍ଷ ଙ୍କ ବିରୁଦ୍ଧରେ ପ୍ରତିବାଦ କାର୍ଯ୍ୟକ୍ରମ   26-Oct-2026
  ଜିଲ୍ଲା  
ବଲାଙ୍ଗୀରିଏନ ବୀରାଙ୍ଗନା”ଅନୁଷ୍ଠାନ ପକ୍ଷରୁ ନ୍ୟୁତ୍ୟ ପ୍ରତିଯୋଗୀତା   26-Oct-2026
  ଜିଲ୍ଲା  
ଜାତୀୟ ଲନ୍‌ବଲ୍‌ ଉଦ୍‌ଯାପିତ: ଓଡ଼ିଶାକୁ ୩ ସ୍ବର୍ଣ୍ଣ ସହ ୫ ପଦକ ରାଜେଶ୍ବରୀ ବ୍ୟକ୍ତିଗତ ବର୍ଗ, ଓଡ଼ିଶା ୧୮ବର୍ଷରୁ କମ୍‌ ବର୍ଗରେ ଓଭରଅଲ୍‌ ବିଜେତା   26-Oct-2026
  ଜିଲ୍ଲା  
*ଡାବୁଗାଁରେ ମାଁ ଗଜଲକ୍ଷ୍ମୀ ପୂଜା ଆରମ୍ଭ*   26-Oct-2026
  ଜିଲ୍ଲା  
ବରଗଡ଼ ଧନୁଯାତ୍ରାରୁ କଂସ ଅଭିନେତା ସୁଶିଲ ମେହେରଙ୍କ ଅବ୍ୟାହତି   26-Oct-2026
  ରାଜ୍ୟ  
At the Lotus Feet of Maa Mahalakshmi: A Lifelong Vow of Devotion,Duty and Surrender   26-Oct-2026
  ଜିଲ୍ଲା  
ରାସ୍ତା କଡ଼ ରେ କଇଁଛ ଉଦ୍ଧାର କରି ବନ ବିଭାଗକୁ ହସ୍ତାନ୍ତର କଲେ ପ୍ରକୃତି ପ୍ରେମୀ ବ୍ୟାସଦେବ   26-Oct-2026

You Might Also Like