-+91-9937148622 |

prerana_bgr@rediffmail.com |

  Tuesday 27th October 2026 |

| | | |

R.N.I. Regd No. ODIODI/2010/46693

Breaking News

ଲୋଇସିଂହା ଠାରେ ବିଜେପି ପକ୍ଷରୁ ଯଶସ୍ବୀ ପ୍ରଧାନମନ୍ତ୍ରୀ ଙ୍କ ବାପା ଓ ମା ପ୍ରତି ଅଶାଳୀନ ମନ୍ତବ୍ୟ କୁ ନେଇ କଂଗ୍ରେସ ଅଧ୍ୟକ୍ଷ ଙ୍କ ବିରୁଦ୍ଧରେ ପ୍ରତିବାଦ କାର୍ଯ୍ୟକ୍ରମ   (26-Oct-2026)       ||      ବଲାଙ୍ଗୀରିଏନ ବୀରାଙ୍ଗନା”ଅନୁଷ୍ଠାନ ପକ୍ଷରୁ ନ୍ୟୁତ୍ୟ ପ୍ରତିଯୋଗୀତା   (26-Oct-2026)       ||      ଜାତୀୟ ଲନ୍‌ବଲ୍‌ ଉଦ୍‌ଯାପିତ: ଓଡ଼ିଶାକୁ ୩ ସ୍ବର୍ଣ୍ଣ ସହ ୫ ପଦକ ରାଜେଶ୍ବରୀ ବ୍ୟକ୍ତିଗତ ବର୍ଗ, ଓଡ଼ିଶା ୧୮ବର୍ଷରୁ କମ୍‌ ବର୍ଗରେ ଓଭରଅଲ୍‌ ବିଜେତା   (26-Oct-2026)       ||      *ଡାବୁଗାଁରେ ମାଁ ଗଜଲକ୍ଷ୍ମୀ ପୂଜା ଆରମ୍ଭ*   (26-Oct-2026)       ||      ବରଗଡ଼ ଧନୁଯାତ୍ରାରୁ କଂସ ଅଭିନେତା ସୁଶିଲ ମେହେରଙ୍କ ଅବ୍ୟାହତି   (26-Oct-2026)       ||      At the Lotus Feet of Maa Mahalakshmi: A Lifelong Vow of Devotion,Duty and Surrender    (26-Oct-2026)       ||      ରାସ୍ତା କଡ଼ ରେ କଇଁଛ ଉଦ୍ଧାର କରି ବନ ବିଭାଗକୁ ହସ୍ତାନ୍ତର କଲେ ପ୍ରକୃତି ପ୍ରେମୀ ବ୍ୟାସଦେବ   (26-Oct-2026)       ||      ହେମଗିରି ବ୍ଲକ ପରିସରରେ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଅନୁଷ୍ଠିତ   (26-Oct-2026)       ||      ଜିଲ୍ଲା ପ୍ରଶାସନ ପକ୍ଷରୁ ସାଧୁତା ଓ ଦୁର୍ନୀତି ନିବାରଣ ଶପଥ ପାଠ କାର୍ଯ୍ୟକ୍ରମ   (26-Oct-2026)       ||      ଫୁଲାପାଲିରେ ପ୍ରଥମ ଦଶହରା କପ୍ ଫୁଟବଲ ଉଦଯାପିତ, ଟ୍ରାଇବ୍ରେକରରେ ଜୟଦେବ ଏକାଦଶ ଚାମ୍ପିଅନ    (26-Oct-2026)       ||      ଟିଟିଲାଗଡ ଲାୟନ କ୍ଲବ ତରଫରୁ ପିସ ପୋଷ୍ଟର ପ୍ରତିଯୋଗିତା ଅନୁଷ୍ଠିତ    (26-Oct-2026)       ||      ବରପାଲି ଅଞ୍ଚଳବାସୀଙ୍କ ବହୁ ବର୍ଷର ଦାବି ପୂରଣ ହେବ♦️ ବରପାଲି ରୁ କୁମ୍ଭାରି ରାସ୍ତା ବୁରୋଗାଡ ନଦୀରେ ନିର୍ମାଣ ହେବ ହାଇଲେଭେଲ ବ୍ରିଜ    (26-Oct-2026)       ||      ସମାଜ ପାଠକ ମଂଚ’ର ବୈଠକ ଅନୁଷ୍ଠିତ   (26-Oct-2026)       ||      ଭୁବନେଶ୍ୱର ମହାନଗର ନିଗମ ୱାର୍ଡ ନମ୍ବର ୨୬ରେ ଓଜେସିର ବିଶାଳ କର୍ମକର୍ତ୍ତା ସମ୍ମିଳନୀ    (25-Oct-2026)       ||      ମୃଦୁରେଖା ଡ୍ୟାନ୍ସ ଏକାଡେମୀ’ ପକ୍ଷରୁ ସାଂସ୍କୃତିକ ମହୋତ୍ସବ ‘ମୃଦମ୍-୨୦୨୬’ ଆୟୋଜିତ   (25-Oct-2026)       ||      ସଦାଇପାଲିରେ ଆରମ୍ଭ ହେଲା ୩୦ତମ ବର୍ଷ ଗଜଲକ୍ଷ୍ମୀ ପୂଜା କଳସ ଯାତ୍ରାରେ ସାମିଲ ହେଲେ ଶତାଧିକ ମହିଳା ଓ ବ୍ରତଧାରୀ   (25-Oct-2026)       ||      ଜାତୀୟ ଲନ୍‌ବଲ୍‌: ସେମିଫାଇନାଲ୍‌ରେ ଶୁଭ୍ରାଂଶୁ, ରାଜେଶ୍ବର   (25-Oct-2026)       ||      ରାଜବୈଦ୍ୟ ଚିନ୍ତାମଣି ବେହେରା ସ୍ମୃତି ପରିଷଦ, ବଲାଙ୍ଗିରର ପଞ୍ଚମ ବାର୍ଷିକ ଉତ୍ସବ ଅନୁଷ୍ଠିତ   (25-Oct-2026)       ||      ମେରାହୁନର “ପକ୍ଷରୁ ଆର୍ଟ ଏଣ୍ଡ କ୍ରାଫ୍ଟ” ଓ ସଂପୂର୍ଣ୍ଣା ପକ୍ଷରୁ ମେହେନ୍ଦି ପ୍ରତିଯୋଗିତା   (25-Oct-2026)       ||      ରାଜବୈଦ୍ୟ ଚିନ୍ତାମଣି ବେହେରା ସ୍ମୃତି ପରିଷଦ, ବଲାଙ୍ଗିରର ପଞ୍ଚମ ବାର୍ଷିକ ଉତ୍ସବ ଅନୁଷ୍ଠିତ   (25-Oct-2026)       ||     

HOME   ଜିଲ୍ଲା

ଭାରତରତ୍ନ ବାବା ସାହେବ ଡଃ. ଭୀମରାଓ ଆମ୍ବେଦକରଙ୍କ ଜିଲ୍ଲାସ୍ତରୀୟ ଜୟନ୍ତୀ ଉତ୍ସବ ପାଳିତ

14-Apr-2026



ବଲାଙ୍ଗିର(ପ୍ରେରଣା ଖବର): ଆଜି ଜିଲ୍ଲା ପ୍ରଶାସନ ଓ ଜିଲ୍ଲା ସୂଚନା ଓ ଲୋକସମ୍ପର୍କ ବିଭାଗ, ବଲାଙ୍ଗିର ପକ୍ଷରୁ ସମ୍ବିଧାନ ପ୍ରଣେତା ଭାରତରତ୍ନ ବାବା ସାହେବ ଡଃ. ଭୀମରାଓ ଆମ୍ବେଦକରଙ୍କ ଜିଲ୍ଲାସ୍ତରୀୟ ଜୟନ୍ତୀ ଉତ୍ସବ ପାଳିତ ହୋଇଛି । ପୂର୍ବାହ୍ନ ୦୭.୩୦ରେ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଥିବା ଡଃ. ଆମ୍ବେଦକରଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କରି ଶ୍ରଦ୍ଧାଞ୍ଜଳି ଜ୍ଞାପନ କରାଯାଇଥିଲା । ଏହି ସମୟରେ ଜିଲ୍ଲାପରିଷଦ ଅଧ୍ୟକ୍ଷା ଦେବକୀ ସାହୁ, ପୌରାଧ୍ୟକ୍ଷା ଲିକା ସାହୁ, ଅତିରିକ୍ତ ଜିଲ୍ଲାପାଳ ପବିତ୍ର ବେହେରା, ପୌର ନିର୍ବାହୀ ଅଧିକାରୀ ସନ୍ତୋଷ ବେହେରା, ସୂଚନା ଓ ଲୋକସମ୍ପର୍କ ଅଧିକାରୀ ରାଜେନ୍ଦ୍ର ମାଝି, ଉପଖଣ୍ଡ ସୂଚନା ଓ ଲୋକସମ୍ପର୍କ ଅଧିକାରୀ ଲକ୍ଷ୍ମୀ ସାକିଆ

ପ୍ରମୁଖ ଉପସ୍ଥିତ ରହି ପୁଷ୍ପାଞ୍ଜଳି ଅର୍ପଣ କରିଥିଲେ ।
ଜୟନ୍ତୀ ଉପଲକ୍ଷେ ପୂର୍ବାହ୍ନରେ ଅନ୍ୱେଷା ହଷ୍ଟେଲ ହଲରେ ଏକ ସାଧାରଣ ସଭା ଅନୁଷ୍ଠିତ ହୋଇଥିଲା। ସଭାରେ ମୁଖ୍ୟଅତିଥି ଭାବେ ଅତିରିକ୍ତ ଜିଲ୍ଲାପାଳ ପବିତ୍ର ବେହେରା, ସମ୍ମାନିତ ଅତିଥି ଭାବେ ଜିଲ୍ଲା ମଙ୍ଗଳ ଅଧିକାରୀ ପ୍ରତାପ ଚନ୍ଦ୍ର ମହାନ୍ତି, ଜିଲ୍ଲା ସୂଚନା ଓ ଲୋକସମ୍ପର୍କ ଅଧିକାରୀ ରାଜେନ୍ଦ୍ର ମାଝୀ, ଅତିରିକ୍ତ ଜିଲ୍ଲା ମଙ୍ଗଳ ଅଧିକାରୀ ଦାମୋଦର ବିଶ୍ୱାଳ, ପିଏମଶ୍ରୀ ଜିଲ୍ଲା ସଂଯୋଜକ ଖଗେଶ୍ୱର ମହାକୁର ଓ ଅନ୍ୱେଷା ହଷ୍ଟେଲ, ପଥରଚେପାର ସହକାରୀ ସୁପରିଣ୍ଟେଣ୍ଡେଣ୍ଟ ସୁଚରିତା ଠାକୁର ଉପସ୍ଥିତ ଥିଲେ । ସେମାନେ ଡଃ. ଆମ୍ବେଦକରଙ୍କ ଜୀବନାଦର୍ଶ, ସଂଘର୍ଷମୟ ଓ ଗାରିମାମୟ ଜୀବନୀ ତଥା ତାଙ୍କ ଦ୍ୱାରା ପ୍ରଣିତ ଭାରତୀୟ ସମ୍ବିଧାନ ସମ୍ପର୍କରେ ଆଲୋଚନା କରିଥିଲେ । ଉତ୍ସବ ଅବସରରେ ଆୟୋଜିତ ଉଚ୍ଚ ବିଦ୍ୟାଳୟ ଓ ମହାବିଦ୍ୟାଳୟ ସ୍ତରୀୟ ଓଡିଆ ବକ୍ତୃତା ଓ ପ୍ରବନ୍ଧ ପ୍ରତିଯୋଗିତାର ବିଜେତାମାନଙ୍କୁ ପୁରସ୍କାର ଓ ପ୍ରଶଂସାପତ୍ର

ପ୍ରଦାନ କରାଯାଇଥିଲା । ଉଚ୍ଚ ବିଦ୍ୟାଳୟ ସ୍ତରୀୟ ଓଡିଆ ପ୍ରବନ୍ଧ ପ୍ରତିଯୋଗିତାରେ ପୃଥିରାଜ ଉଚ୍ଚ ବିଦ୍ୟାଳୟର ଛାତ୍ର ଶୁଭମ ପଟେଲ ପ୍ରଥମ, ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟର ଛାତ୍ରୀ ମାନସୀରାଣୀ ଦାସ ଦ୍ଵିତୀୟ ଓ ଟାଉନ ବାଳିକା ଉଚ୍ଚ ବିଦ୍ୟାଳୟର ଛାତ୍ରୀ ସୋହାନା ନାଗ ତୃତୀୟ ହୋଇ ପୁରସ୍କାର ଓ ପ୍ରଶଂସା ପତ୍ର ଗ୍ରହଣ କରିଥିଲେ  । ମହାବିଦ୍ୟାଳୟ ସ୍ତରୀୟ ଓଡିଆ ବକ୍ତୃତା ପ୍ରତିଯୋଗିତା ରେ ନିକିତା ସିଂହ ପ୍ରଥମ, ବିଶ୍ଵଦିନୀ ବିଶ୍ଵାଳ ଦ୍ଵିତୀୟ ଓ ଅନିଶା ସାହୁ ତୃତୀୟ ସ୍ଥାନ ହାସଲ କରିଛନ୍ତି   । ସମସ୍ତ କାର୍ଯ୍ୟକ୍ରମକୁ ଉପଖଣ୍ଡ ସୂଚନା ଓ ଲୋକସମ୍ପର୍କ ଅଧିକାରୀ ଲକ୍ଷ୍ମୀ ସାକିଆ ପରିଚାଳନା କରିଥିଲେ । ଧନ୍ୟବାଦ ଜଣାଇଥିଲେ ସୂଚନା ଓ ଲୋକସମ୍ପର୍କ ବିଭାଗର କନିଷ୍ଠ ରାଜସ୍ୱ ସହାୟକ ପୁରୁଷୋତ୍ତମ ମୁନା । ଏହି ଉତ୍ସବକୁ ସଫଳ କରିବାରେ ଜିଲ୍ଲା ସୂଚନା ଓ ଲୋକସମ୍ପର୍କ କାର୍ଯ୍ୟାଳୟ, ବଲାଙ୍ଗିର ପୌରପରିଷଦ ଓ ଅନ୍ଵେଷା ଛାତ୍ରାବାସର ସମସ୍ତ ଅଧିକାରୀ ଓ କର୍ମଚାରୀ ସହଯୋଗ କରିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଲୋଇସିଂହା ଠାରେ ବିଜେପି ପକ୍ଷରୁ ଯଶସ୍ବୀ ପ୍ରଧାନମନ୍ତ୍ରୀ ଙ୍କ ବାପା ଓ ମା ପ୍ରତି ଅଶାଳୀନ ମନ୍ତବ୍ୟ କୁ ନେଇ କଂଗ୍ରେସ ଅଧ୍ୟକ୍ଷ ଙ୍କ ବିରୁଦ୍ଧରେ ପ୍ରତିବାଦ କାର୍ଯ୍ୟକ୍ରମ   26-Oct-2026
  ଜିଲ୍ଲା  
ବଲାଙ୍ଗୀରିଏନ ବୀରାଙ୍ଗନା”ଅନୁଷ୍ଠାନ ପକ୍ଷରୁ ନ୍ୟୁତ୍ୟ ପ୍ରତିଯୋଗୀତା   26-Oct-2026
  ଜିଲ୍ଲା  
ଜାତୀୟ ଲନ୍‌ବଲ୍‌ ଉଦ୍‌ଯାପିତ: ଓଡ଼ିଶାକୁ ୩ ସ୍ବର୍ଣ୍ଣ ସହ ୫ ପଦକ ରାଜେଶ୍ବରୀ ବ୍ୟକ୍ତିଗତ ବର୍ଗ, ଓଡ଼ିଶା ୧୮ବର୍ଷରୁ କମ୍‌ ବର୍ଗରେ ଓଭରଅଲ୍‌ ବିଜେତା   26-Oct-2026
  ଜିଲ୍ଲା  
*ଡାବୁଗାଁରେ ମାଁ ଗଜଲକ୍ଷ୍ମୀ ପୂଜା ଆରମ୍ଭ*   26-Oct-2026
  ଜିଲ୍ଲା  
ବରଗଡ଼ ଧନୁଯାତ୍ରାରୁ କଂସ ଅଭିନେତା ସୁଶିଲ ମେହେରଙ୍କ ଅବ୍ୟାହତି   26-Oct-2026
  ରାଜ୍ୟ  
At the Lotus Feet of Maa Mahalakshmi: A Lifelong Vow of Devotion,Duty and Surrender   26-Oct-2026
  ଜିଲ୍ଲା  
ରାସ୍ତା କଡ଼ ରେ କଇଁଛ ଉଦ୍ଧାର କରି ବନ ବିଭାଗକୁ ହସ୍ତାନ୍ତର କଲେ ପ୍ରକୃତି ପ୍ରେମୀ ବ୍ୟାସଦେବ   26-Oct-2026
  ଜିଲ୍ଲା  
ହେମଗିରି ବ୍ଲକ ପରିସରରେ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଅନୁଷ୍ଠିତ   26-Oct-2026
  ଜିଲ୍ଲା  
ଜିଲ୍ଲା ପ୍ରଶାସନ ପକ୍ଷରୁ ସାଧୁତା ଓ ଦୁର୍ନୀତି ନିବାରଣ ଶପଥ ପାଠ କାର୍ଯ୍ୟକ୍ରମ   26-Oct-2026
  ଜିଲ୍ଲା  
ଫୁଲାପାଲିରେ ପ୍ରଥମ ଦଶହରା କପ୍ ଫୁଟବଲ ଉଦଯାପିତ, ଟ୍ରାଇବ୍ରେକରରେ ଜୟଦେବ ଏକାଦଶ ଚାମ୍ପିଅନ   26-Oct-2026
  ଜିଲ୍ଲା  
ଟିଟିଲାଗଡ ଲାୟନ କ୍ଲବ ତରଫରୁ ପିସ ପୋଷ୍ଟର ପ୍ରତିଯୋଗିତା ଅନୁଷ୍ଠିତ    26-Oct-2026
  ଜିଲ୍ଲା  
ବରପାଲି ଅଞ୍ଚଳବାସୀଙ୍କ ବହୁ ବର୍ଷର ଦାବି ପୂରଣ ହେବ♦️ ବରପାଲି ରୁ କୁମ୍ଭାରି ରାସ୍ତା ବୁରୋଗାଡ ନଦୀରେ ନିର୍ମାଣ ହେବ ହାଇଲେଭେଲ ବ୍ରିଜ   26-Oct-2026

You Might Also Like