-+91-9937148622 |

prerana_bgr@rediffmail.com |

  Saturday 31st October 2026 |

| | | |

R.N.I. Regd No. ODIODI/2010/46693

Breaking News

ମାନ୍ୟବର କେନ୍ଦ୍ରମନ୍ତ୍ରୀ ଡା. ବୀରେନ୍ଦ୍ର କୁମାରଙ୍କ ସିଆରସି ପରିଦର୍ଶନ   (30-Oct-2026)       ||      ଦିବ୍ୟାଙ୍ଗ ବ୍ୟକ୍ତିମାନଙ୍କ ସଶକ୍ତିକରଣ, ପୁନର୍ବାସ ଓ ସେମାନଙ୍କୁ ସ୍ୱାବଲମ୍ବୀ କରିବା ଉଦ୍ଦେଶ୍ୟରେ ବିଭିନ୍ନ କାର୍ଯ୍ୟକ୍ରମ    (30-Oct-2026)       ||      ସୁନ୍ଦରଗଡରେ ପିଏମ୍‌ କିଷାନ ଉତ୍ସବ ପାଳନ ପାଳିତ ଏବଂ ୨୪ତମ କିସ୍ତି ପ୍ରଦାନ   (30-Oct-2026)       ||      ଖାଲି ରାସ୍ତାରେ ଗାଡି ଦେଖି କଣ୍ଟାବାଞ୍ଜି ଏସଡିପିଓଙ୍କ ଫୋର୍ସ ପ୍ରଦର୍ଶନ !   (30-Oct-2026)       ||      ୧୦କୋଟି ଟଙ୍କାର ନିର୍ମାଣହେବ ୨କିମିର ରାସ୍ତା   (30-Oct-2026)       ||      ଭୋଟ ବଞ୍ଚାଅ ଦେଶ ବଞ୍ଚାଅ କୁ ନେଇ ର ସାମ୍ବାଦିକ ସମ୍ବିଳନୀ    (30-Oct-2026)       ||      ଦୁର୍ଘଟଣା ପିଛା ଛାଡୁ ନାହିଁ,ପୁଣି ସେହି ପାଉଁଶ ବୋଝେଇ ଗାଡି ପାଉଁଶ ବୋଝେଇ ଗାଡି ଦୁର୍ଘଟଣା ଗ୍ରସ୍ତ, ଭାଙ୍ଗିଲା ବ୍ୟାଙ୍କର ଗେଟ୍   (30-Oct-2026)       ||      ଏସଆରସି କଂଟ୍ରୋଲ ରୁମରେ ସ୍ଥିତି  ଗଂଜାମ ଓ ଗଜପତି ଜିଲ୍ଲାର ସ୍ଥିତି ସମୀକ୍ଷା♦️  ବାତ୍ୟା ପରବର୍ତ୍ତୀ ସ୍ଥିତିର ନିରନ୍ତର ଅନୁଧ୍ୟାନ ଓ ଜନସାଧାରଣଙ୍କ ସୁରକ୍ଷାକୁ ଗୁରୁତ୍ୱ    (29-Oct-2026)       ||      କଲେଜଛକ କଲ୍ୟାଣମଣ୍ଡପରେ ଚିତ୍ରକଳା ଓ ମଣ୍ଡାପିଠା ତିଆରି ପ୍ରତିଯୋଗିତା ଅନୁଷ୍ଠିତ   (29-Oct-2026)       ||      ସ୍ୱାସ୍ଥ୍ୟ ମନ୍ତ୍ରୀ ଓ ଯାଜପୁର ସାଂସଦଙ୍କ ସରକାର - ବିରୋଧୀ ଆଭିମୁଖ୍ୟକୁ ୮୦ ଲକ୍ଷ ପ୍ରକୃତ ଅନୁସୂଚିତ ଜାତି ଆନ୍ଦୋଳନ ଧମକ ସରକାରୀ ସୁପାରିଶ ବନାମ ରାଜନୈତିକ ହସ୍ତକ୍ଷେପ - କେକେଡି ବିରୋଧୀ ଲଢେଇ ଅଲ୍ ଓଡିଶା କେଉଁତ, କୌବର୍ତ୍ତ ଓ ଧୀବର ହଟାଓ ଆକ୍ସନ କମିଟି, ବଲାଙ୍ଗିର   (29-Oct-2026)       ||      ବୀରମୁଣ୍ଡାରେ ପାୱାର୍ ଗ୍ରୀଡ଼୍ କର୍ପୋରେସନ୍ ଅଫ୍ ଇଣ୍ଡିଆ ଲିମିଟେଡ଼୍ ବଲାଙ୍ଗିର ସବ୍‌ସେଷ୍ଟସନ ପକ୍ଷରୁ ଗ୍ରାମସଭା ଆୟୋଜିତ   (29-Oct-2026)       ||      ଅମଳ ବେଳେ ବାତ୍ୟା ମାଡ଼, ଉଜାଡ଼ିଲା ଚାଷୀଙ୍କ ସ୍ୱପ୍ନ : ପନିପରିବା ସହ ଧାନ ଫସଲ ନଷ୍ଟ ଆଶଙ୍କା, କ୍ଷୟକ୍ଷତି ଆକଳନ କରି ସହାୟତା ଦେବାକୁ ଦାବି   (29-Oct-2026)       ||      କଳା ଜଗତର ସର୍ବଶ୍ରେଷ୍ଠ କଳା ହେଉଛି ପାଲା : ଗୁରୁ ପାର୍ବତୀ ଭୋଇ   (29-Oct-2026)       ||      ମହଦାରେ ଦୁଇ ଟ୍ରକ୍ ମଧ୍ୟରେ ଭୟଙ୍କର ଧକ୍କା, ଗ୍ରାମବାସୀ ଓ ଉଦ୍ଧାରକାରିଙ୍କ ତତ୍ପରତାରେ ବଞ୍ଚିଗଲା ଜୀବନ   (29-Oct-2026)       ||      ବରଗଡ଼ ନଦୀପଡ଼ା ରେ ଗଜଲକ୍ଷ୍ମୀ ପୂଜା   (29-Oct-2026)       ||      ବଲାଙ୍ଗୀର ସହରର ରୁଗୁଡି ପଡା ଓ ନାଲଖଣ୍ଡି ପଡା ଠାରେ ମାଁ ଗଜଲକ୍ଷ୍ମୀଙ୍କ ପୂଜା ଧୁମଧାମ ରେ ପାଳିତ   (29-Oct-2026)       ||      ଟିଟିଲାଗଡ ଓମ୍ ଭ୍ୟାଲି ସ୍କୁଲ୍‌ରେ ଆସନ୍ତା କାଲି ଅନୁଷ୍ଠିତ ହେବ କ୍ୟାରିୟର ମେଳା - ଯୋଗଦେବେ ଦେଶର ୧୦ଟି ପ୍ରମୁଖ ବିଶ୍ୱବିଦ୍ୟାଳୟର ଛାତ୍ରଛାତ୍ରୀ    (29-Oct-2026)       ||      ବରୀ ବ୍ଲକରେ ଶିଶୁ ଶ୍ରମିକ ଚିହ୍ନଟ ଓ ଉଦ୍ଧାର ନିମନ୍ତେ ମିଳିତ ଚଢ଼ାଉ ଅଭିଯାନ   (29-Oct-2026)       ||      ପୁରୁଣା ସରକାରୀ ଡାକ୍ତରଖାନା ଷ୍ଟାଫ କ୍ୱାର୍ଟର ମରାମତିରେ ଚରମ ଅବହେଳା - ଅସମ୍ପୂର୍ଣ୍ଣ କାମ ଯୋଗୁଁ ଡାକ୍ତରଙ୍କ ପରିବାର ହେଉଛନ୍ତି ଅସୁବିଧାର ସମ୍ମୁଖୀନ    (29-Oct-2026)       ||      ପିପି ଏକାଡେମୀ ରେ ସଙ୍ଗୀତ ଓ କଲେଜଛକ କଲ୍ୟାଣ ମଣ୍ଡପ ରେ ରଙ୍ଗୋଲି ଲି ପ୍ରତିଯୋଗିତା   (28-Oct-2026)       ||     

HOME   ରାଜ୍ୟ

ନୂଆପଡାରେ ସିବିଏସଇ ଦଶମ ଶ୍ରେଣୀ ପରୀକ୍ଷାରେ ଉଲ୍ଲେଖନୀୟ ପ୍ରଦର୍ଶନ: ୧୦ ଟପ୍ପର ଛାତ୍ରଛାତ୍ରୀଙ୍କୁ ଜିଲ୍ଲା ପ୍ରଶାସନଙ୍କ ପକ୍ଷରୁ ସମ୍ବର୍ଦ୍ଧନା

17-Apr-2026



ନୂଆପଡା(ପରମେଶ୍ୱର ମେହେର): ସିବିଏସଇ ଦଶମ ଶ୍ରେଣୀ–୨୦୨୬ର ପରୀକ୍ଷାରେ ଏବର୍ଷ ନୂଆପଡା ଜିଲ୍ଲାର ଛାତ୍ରଛାତ୍ରୀମାନେ ଉଲ୍ଲେଖନୀୟ ସଫଳତା ହାସଲ କରିଛନ୍ତି। ବିଭିନ୍ନ ବିଦ୍ୟାଳୟର ଛାତ୍ରଛାତ୍ରୀମାନେ ଉତ୍କୃଷ୍ଟ ଫଳାଫଳ ହାସଲ କରି ସ୍କୁଲ ଏବଂ ଜିଲ୍ଲା ପାଇଁ ଗୌରବ ଆଣିଛନ୍ତି।
ସମଗ୍ର ଶିକ୍ଷା, ନୂଆପଡାର ଆନୁକୂଳ୍ୟରେ ଦଶମ ଶ୍ରେଣୀ ଟପ୍ପରମାନଙ୍କ ପାଇଁ ଆଜି ଜିଲ୍ଲାସ୍ତରୀୟ ସମ୍ବର୍ଦ୍ଧନା ସଭା ମୁଖ୍ୟାଳୟର ସ୍ଥାନୀୟ କନଫରେନ୍ସ ହଲରେ ଜିଲ୍ଲାପାଳ ମଧୁସୂଦନ ଦାଶଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଥିଲା।
ଏହି ପରୀକ୍ଷାରେ ପିଏମ୍ ଶ୍ରୀ କେନ୍ଦ୍ରୀୟ ବିଦ୍ୟାଳୟ, ଖରିଆରର ଛାତ୍ରୀ ଆରୁଷି ଶୁକ୍ଳା ୪୯୧ ମାର୍କ (୯୮.୨%) ସହ ଜିଲ୍ଲା ଟପ୍ପର ହୋଇଥିବାବେଳେ, ସେହି ବିଦ୍ୟାଳୟର ମଧୁସ୍ମିତା ମହାନ୍ତି ଓ ପ୍ରତିକ୍ଷା କୁମ୍ଭାର ୪୮୭ ମାର୍କ (୯୭.୪%) ସହ ଯୁଗ୍ମ ଭାବେ ଦ୍ୱିତୀୟ ସ୍ଥାନ ଅଧିକାର କରିଥିଲେ। ସେହିପରି ପିଏମ୍ ଶ୍ରୀ ଜବାହର ନବୋଦୟ ବିଦ୍ୟାଳୟ, ତରବୋଡର ସମୀକ୍ଷା ପି. ସବର ୪୮୨ (୯୬.୩୩%), ଓଡ଼ିଶା ଆଦର୍ଶ ବିଦ୍ୟାଳୟ, ନେଗିପାଲିର ଯୋଗେଶ କେଉଟ ୪୮୨ (୯୬.୪%), ଓଡ଼ିଶା ଆଦର୍ଶ ବିଦ୍ୟାଳୟ, ବାଡିର ପ୍ରିୟାଂଶି ସାହୁ ୪୮୭ (୯୭.୪%), ଓଡ଼ିଶା ଆଦର୍ଶ ବିଦ୍ୟାଳୟ, ଝାଗରାହିର ପ୍ରାଚୀ ଜୈନ ୪୭୫ (୯୫%), ଓଡ଼ିଶା ଆଦର୍ଶ ବିଦ୍ୟାଳୟ, ତିମାନପୁରର କୁମକୁମ ଟାଣ୍ଡି ୪୭୭ (୯୫.୪%), ଓଡ଼ିଶା ଆଦର୍ଶ ବିଦ୍ୟାଳୟ, କେଶରାଜପୁରର ସୁଭ୍ରାନ ଶେଖର ପଣ୍ଡା ୪୬୯ (୯୩.୮%) ଓ ଏକଲବ୍ୟ ମଡେଲ ଆବାସିକ ବିଦ୍ୟାଳୟ, ନୂଆପଡାର ପ୍ରେରଣା ସେଠ ୪୫୦ (୯୦%) ମାର୍କ ରଖି ସ୍ୱତନ୍ତ୍ର ସଫଳତା ଅଧିଗତ କରିଥିଲେ।
ଏହି ସମ୍ବର୍ଦ୍ଧନା କାର୍ଯ୍ୟକ୍ରମରେ ଜିଲ୍ଲାପାଳଙ୍କ ସହ ଅତିରିକ୍ତ ଜିଲ୍ଲାପାଳ ସୁବାଷ ଚନ୍ଦ୍ର ରଇତ, ମୁଖ୍ୟ ଉନ୍ନୟନ ଅଧିକାରୀ ଲମ୍ବୋଦର ଧରୁଆ, ଜିଲ୍ଲା ଶିକ୍ଷା ଅଧିକାରୀ ପ୍ରଶାନ୍ତ କୁମାର ମହାନ୍ତି ସହ ଅନ୍ୟାନ୍ୟ ଅଧିକାରୀମାନେ ଉପସ୍ଥିତ ଥିଲେ।
ସମ୍ମାନିତ ଛାତ୍ରଛାତ୍ରୀମାନେ ନିଜ ସଫଳତାର ଯାତ୍ରା ବିଷୟରେ ଅନୁଭବ ବାଣ୍ଟି, ଦୃଢ଼ ପରିଶ୍ରମ, ଶିକ୍ଷକମାନଙ୍କ ମାର୍ଗଦର୍ଶନ ଓ ଅଭିଭାବକମାନଙ୍କ ପ୍ରେରଣାକୁ ସେମାନଙ୍କ ସଫଳତାର ମୂଳ ମନ୍ତ୍ର ବୋଲି କହିଥିଲେ।
ଏହି ଅବସରରେ ଜିଲ୍ଲାପାଳ କହିଥିଲେ ଯେ, ଆଜି ନବୋଦୟ ବିଦ୍ୟାଳୟ, କେନ୍ଦ୍ରୀୟ ବିଦ୍ୟାଳୟ ଓ ଓଡ଼ିଶା ଆଦର୍ଶ ବିଦ୍ୟାଳୟର ୧୦ ଜଣ କୃତି ଛାତ୍ରଛାତ୍ରୀଙ୍କୁ ସମ୍ବର୍ଦ୍ଧନା କରାଯାଇଛି। ଏହି ସମ୍ବର୍ଦ୍ଧନା ସେମାନଙ୍କୁ ଆଗାମୀ ଦିନରେ ଆହୁରି ଉତ୍କୃଷ୍ଟ ପ୍ରଦର୍ଶନ ପାଇଁ ଉତ୍ସାହିତ କରିବ। ସେହିପରି ଜିଲ୍ଲାରେ ଶିକ୍ଷାର ଗୁଣାତ୍ମକ ଉନ୍ନତି ପାଇଁ ନିଆଯାଇଥିବା ପଦକ୍ଷେପ ଓ ଦୃଷ୍ଟିକୋଣ ବିଷୟରେ ସେ ଉଲ୍ଲେଖ କରିଥିଲେ।ଏହି ସମ୍ବର୍ଦ୍ଧନା ସଭା ଛାତ୍ରଛାତ୍ରୀମାନଙ୍କୁ ଆଗାମୀ ଦିନରେ ଆହୁରି ଉତ୍ତମ ପ୍ରଦର୍ଶନ ପାଇଁ ପ୍ରେରଣା ଯୋଗାଇବା ସହ ଜିଲ୍ଲାରେ ଶିକ୍ଷାର ଗୁଣାତ୍ମକ ଉନ୍ନତିକୁ ଏକ ନୂତନ ଦିଗ ଦେଇଛି।


News Comment




Photo in News

Advertisment
Lastest News
  ଜିଲ୍ଲା  
ମାନ୍ୟବର କେନ୍ଦ୍ରମନ୍ତ୍ରୀ ଡା. ବୀରେନ୍ଦ୍ର କୁମାରଙ୍କ ସିଆରସି ପରିଦର୍ଶନ   30-Oct-2026
  ରାଜ୍ୟ  
ଦିବ୍ୟାଙ୍ଗ ବ୍ୟକ୍ତିମାନଙ୍କ ସଶକ୍ତିକରଣ, ପୁନର୍ବାସ ଓ ସେମାନଙ୍କୁ ସ୍ୱାବଲମ୍ବୀ କରିବା ଉଦ୍ଦେଶ୍ୟରେ ବିଭିନ୍ନ କାର୍ଯ୍ୟକ୍ରମ   30-Oct-2026
  ଜିଲ୍ଲା  
ସୁନ୍ଦରଗଡରେ ପିଏମ୍‌ କିଷାନ ଉତ୍ସବ ପାଳନ ପାଳିତ ଏବଂ ୨୪ତମ କିସ୍ତି ପ୍ରଦାନ   30-Oct-2026
  ଜିଲ୍ଲା  
ଖାଲି ରାସ୍ତାରେ ଗାଡି ଦେଖି କଣ୍ଟାବାଞ୍ଜି ଏସଡିପିଓଙ୍କ ଫୋର୍ସ ପ୍ରଦର୍ଶନ !   30-Oct-2026
  ଜିଲ୍ଲା  
୧୦କୋଟି ଟଙ୍କାର ନିର୍ମାଣହେବ ୨କିମିର ରାସ୍ତା   30-Oct-2026
  ଜିଲ୍ଲା  
ଭୋଟ ବଞ୍ଚାଅ ଦେଶ ବଞ୍ଚାଅ କୁ ନେଇ ର ସାମ୍ବାଦିକ ସମ୍ବିଳନୀ   30-Oct-2026
  ଜିଲ୍ଲା  
ଦୁର୍ଘଟଣା ପିଛା ଛାଡୁ ନାହିଁ,ପୁଣି ସେହି ପାଉଁଶ ବୋଝେଇ ଗାଡି ପାଉଁଶ ବୋଝେଇ ଗାଡି ଦୁର୍ଘଟଣା ଗ୍ରସ୍ତ, ଭାଙ୍ଗିଲା ବ୍ୟାଙ୍କର ଗେଟ୍   30-Oct-2026
  ମହାନଗର  
ଏସଆରସି କଂଟ୍ରୋଲ ରୁମରେ ସ୍ଥିତି  ଗଂଜାମ ଓ ଗଜପତି ଜିଲ୍ଲାର ସ୍ଥିତି ସମୀକ୍ଷା♦️  ବାତ୍ୟା ପରବର୍ତ୍ତୀ ସ୍ଥିତିର ନିରନ୍ତର ଅନୁଧ୍ୟାନ ଓ ଜନସାଧାରଣଙ୍କ ସୁରକ୍ଷାକୁ ଗୁରୁତ୍ୱ    29-Oct-2026
  ରାଜ୍ୟ  
କଲେଜଛକ କଲ୍ୟାଣମଣ୍ଡପରେ ଚିତ୍ରକଳା ଓ ମଣ୍ଡାପିଠା ତିଆରି ପ୍ରତିଯୋଗିତା ଅନୁଷ୍ଠିତ   29-Oct-2026
  ଜିଲ୍ଲା  
ସ୍ୱାସ୍ଥ୍ୟ ମନ୍ତ୍ରୀ ଓ ଯାଜପୁର ସାଂସଦଙ୍କ ସରକାର - ବିରୋଧୀ ଆଭିମୁଖ୍ୟକୁ ୮୦ ଲକ୍ଷ ପ୍ରକୃତ ଅନୁସୂଚିତ ଜାତି ଆନ୍ଦୋଳନ ଧମକ ସରକାରୀ ସୁପାରିଶ ବନାମ ରାଜନୈତିକ ହସ୍ତକ୍ଷେପ - କେକେଡି ବିରୋଧୀ ଲଢେଇ ଅଲ୍ ଓଡିଶା କେଉଁତ, କୌବର୍ତ୍ତ ଓ ଧୀବର ହଟାଓ ଆକ୍ସନ କମିଟି, ବଲାଙ୍ଗିର   29-Oct-2026
  ଜିଲ୍ଲା  
ବୀରମୁଣ୍ଡାରେ ପାୱାର୍ ଗ୍ରୀଡ଼୍ କର୍ପୋରେସନ୍ ଅଫ୍ ଇଣ୍ଡିଆ ଲିମିଟେଡ଼୍ ବଲାଙ୍ଗିର ସବ୍‌ସେଷ୍ଟସନ ପକ୍ଷରୁ ଗ୍ରାମସଭା ଆୟୋଜିତ   29-Oct-2026
  ଜିଲ୍ଲା  
ଅମଳ ବେଳେ ବାତ୍ୟା ମାଡ଼, ଉଜାଡ଼ିଲା ଚାଷୀଙ୍କ ସ୍ୱପ୍ନ : ପନିପରିବା ସହ ଧାନ ଫସଲ ନଷ୍ଟ ଆଶଙ୍କା, କ୍ଷୟକ୍ଷତି ଆକଳନ କରି ସହାୟତା ଦେବାକୁ ଦାବି   29-Oct-2026

You Might Also Like