-+91-9937148622 |

prerana_bgr@rediffmail.com |

  Saturday 31st October 2026 |

| | | |

R.N.I. Regd No. ODIODI/2010/46693

Breaking News

ଜିଲ୍ଲାସ୍ତରୀୟ ଯୁବ ମହୋତ୍ସବ ୨୦୨୭ ପାଇଁ ପ୍ରସ୍ତୁତି, ନଭେମ୍ବର ୫ରୁ ପ୍ରତିଯୋଗିତା ଆରମ୍ଭ   (31-Oct-2026)       ||      ବରୀ ରେ ରାଷ୍ଟ୍ରୀୟ ଏକତା ଅଭିଯାନ ନିଶା ମୁକ୍ତ ଓଡିଶା   (31-Oct-2026)       ||      ବଲାଙ୍ଗୀର ଟାଉନ୍ ଥାନା ପକ୍ଷରୁ ରାଷ୍ଟ୍ରୀୟ ଏକତା ଦିବସ ପାଳିତ    (31-Oct-2026)       ||      ମୁନୁପାଲିରେ ଏକ ଦିବସୀୟ ଫୁଟବଲ ଟୁର୍ଣ୍ଣାମେଣ୍ଟ , ଟ୍ରାଇବ୍ରେକର ରେ ଲେଣ୍ଡା ଦଳ ଚାମ୍ପିଅନ   (31-Oct-2026)       ||      ପୂର୍ବତନ ପ୍ରଧାନ ମନ୍ତ୍ରୀ ସ୍ୱର୍ଗୀୟା ଇନ୍ଦିରା ଗାନ୍ଧୀଙ୍କ ୪୨ ତମ ଶ୍ରାଦ୍ଧ ବାର୍ଷିକୀପାଳିତ   (31-Oct-2026)       ||      ମର୍ମନ୍ତୁଦ ସଡ଼କ ଦୁର୍ଘଟଣା।   (31-Oct-2026)       ||      ବଲାଙ୍ଗୀର ଦିନ ପାଳନ ଉପଲକ୍ଷେ ଆଲୋଚନାଚକ୍ର "ସ୍ବପ୍ନ ଦେଖିବା ଜରୁରୀ,ମାତ୍ର ସ୍ୱପ୍ନକୁ ସାକାର କରିବାକୁ ଦୃଷ୍ଟିକୋଣ ରେ ପରିବର୍ତ୍ତନ ଆଣିବା ନିହାତି ଆବଶ୍ୟକ"   (31-Oct-2026)       ||      ଜିଲ୍ଲା ଆଇନ ସେବା ପ୍ରାଧିକରଣ ପକ୍ଷରୁ ରାଷ୍ଟ୍ରୀୟ ଏକତା ଦିବସ ପାଳିତ    (31-Oct-2026)       ||      *ନବରଙ୍ଗପୁର ଶିକ୍ଷା ବ୍ୟବସ୍ଥାରେ ଚିନ୍ତା!* *ଛୁଟି ପରେ ସ୍କୁଲ ଖୋଲିଲା, ଶିକ୍ଷକ ଉପସ୍ଥାନକୁ ନେଇ ପ୍ରଶ୍ନ — ତଦାରଖ ବ୍ୟବସ୍ଥା ଉପରେ ଉଠିଲା ଆଙ୍ଗୁଠି*   (31-Oct-2026)       ||      ରାଷ୍ଟ୍ରୀୟ ଏକତା ଦିବସ ଅବସରରେ ଏକ ମାରାଥନ ଦୌଡ଼ କାର୍ଯ୍ୟକ୍ରମ   (31-Oct-2026)       ||      ବ୍ଲକ ସ୍ତରୀୟ ମତ୍ସ୍ୟ ଓ ପ୍ରାଣୀସମ୍ପଦ ମେଳା -୨୦୨୬ ଅନୁଷ୍ଠିତ   (31-Oct-2026)       ||      ପଦୋନ୍ନତି ପାଇଲେ ସୁବର୍ଣ୍ଣପୁର ଅତିରିକ୍ତ ଜିଲ୍ଲାପାଳ ଅଞ୍ଜଳୀନା ପ୍ରଧାନ; - ଶ୍ରମ ବିଭାଗ ର ଯୁଗ୍ମ ସଚିବ ଭାବେ ଯୋଗ ଦେବେ -   (31-Oct-2026)       ||      ବଡପୋଡ଼ାଗୁଡା ଗ୍ରାମପଞ୍ଚାୟତ ର ସମସ୍ତ ମଦକୋଠି ବନ୍ଦ ଦାବିନେଇଁ ତେଜିଲେ ମହିଳା   (31-Oct-2026)       ||      ବେହେରାଗୁଡ଼ା ଛତିଶଗଡ କୁ ସଂଯୋଗ ରାସ୍ତା ପାଲଟିଛି ମରଣଯନ୍ତା, ପ୍ରଶାସନର ଦୃଷ୍ଟି କେବେ ?   (31-Oct-2026)       ||      ମାନ୍ୟବର କେନ୍ଦ୍ରମନ୍ତ୍ରୀ ଡା. ବୀରେନ୍ଦ୍ର କୁମାରଙ୍କ ସିଆରସି ପରିଦର୍ଶନ   (30-Oct-2026)       ||      ଦିବ୍ୟାଙ୍ଗ ବ୍ୟକ୍ତିମାନଙ୍କ ସଶକ୍ତିକରଣ, ପୁନର୍ବାସ ଓ ସେମାନଙ୍କୁ ସ୍ୱାବଲମ୍ବୀ କରିବା ଉଦ୍ଦେଶ୍ୟରେ ବିଭିନ୍ନ କାର୍ଯ୍ୟକ୍ରମ    (30-Oct-2026)       ||      ସୁନ୍ଦରଗଡରେ ପିଏମ୍‌ କିଷାନ ଉତ୍ସବ ପାଳନ ପାଳିତ ଏବଂ ୨୪ତମ କିସ୍ତି ପ୍ରଦାନ   (30-Oct-2026)       ||      ଖାଲି ରାସ୍ତାରେ ଗାଡି ଦେଖି କଣ୍ଟାବାଞ୍ଜି ଏସଡିପିଓଙ୍କ ଫୋର୍ସ ପ୍ରଦର୍ଶନ !   (30-Oct-2026)       ||      ୧୦କୋଟି ଟଙ୍କାର ନିର୍ମାଣହେବ ୨କିମିର ରାସ୍ତା   (30-Oct-2026)       ||      ଭୋଟ ବଞ୍ଚାଅ ଦେଶ ବଞ୍ଚାଅ କୁ ନେଇ ର ସାମ୍ବାଦିକ ସମ୍ବିଳନୀ    (30-Oct-2026)       ||     

HOME   ଜିଲ୍ଲା

ହାତୀ ସୁରକ୍ଷା ଦିଗହରା : ବେଲଘରରେ ପୁଣି ଏକ ଦନ୍ତା ହାତୀ ମୃତ : ୪ ମାସରେ ମଲେଣି ୩ ହାତୀ

19-Apr-2026



ବାଲିଗୁଡା(ସୁଶୀଳ କୁମାର ପାଣିଗ୍ରାହୀ):  କନ୍ଧମାଳ ଜିଲ୍ଲା ବାଲିଗୁଡ଼ା ବନଖଣ୍ଡ ଅନ୍ତର୍ଗତ ବେଲଘର ରେଞ୍ଜର ଝିରିପାଣି ବିଟ୍ ଶିମିଳିପଦର ଜଙ୍ଗଲରେ ପୁଣି ଏକ ହାତୀର ମୃତ୍ୟୁ ଘଟିଛି। କିଛିଦିନ ହେବ କଳାହାଣ୍ଡି ଜିଲ୍ଲାରୁ ୨୬ ଟିକିଆ ହାତୀପଲ ବେଲଘର ରେଞ୍ଜ ଝିରିପାଣି ବିଟରେ ପ୍ରବେଶ କରିଥିବା ବେଳେ ପ୍ରାୟ ୧୦ ଦିନ ହେବ ଗୋଟିଏ ପରେ ଗୋଟିଏ ଜଙ୍ଗଲ ଘୁରି ବୁଲୁଥିଲେ। ହାତୀପଲରେ ଗୋଟିଏ ଦନ୍ତା ହାତୀ ଅସୁସ୍ଥ ଅବସ୍ଥାରେ ବୁଲୁଥିବା ବନବିଭାଗ କର୍ମଚାରୀ ଦେଖିବାକୁ ପାଇଥିଲେ। ହାତୀ ଅସୁସ୍ଥ ସମ୍ପର୍କରେ ବାଲିଗୁଡ଼ା ଡିଏଫଓ ଘନଶ୍ୟାମ ମହନ୍ତକୁ ଖବର ଦେବା ପରେ ଘଟଣାସ୍ଥଳରେ ଡିଏଫଓ, ଏସିଏଫ୍ ପହଞ୍ଚି ପ୍ରାଣୀ ଚିକିତ୍ସାଳୟର ଡାକ୍ତର ମାନଙ୍କ ଦ୍ୱାରା ଚିକିତ୍ସା ଆରମ୍ଭ କରିଥିଲେ | କିନ୍ତୁ ଚିକିତ୍ସା ସତ୍ତ୍ବେ ହାତୀଟି ଆଖି ବୁଜି ଦେଇଥିଲା। ସନ୍ଧ୍ୟା ହୋଇ ଯାଇଥିବାରୁ ହାତୀର ଶବ ବ୍ୟବଚ୍ଛେଦ କରାଇ ଯାଇନଥିବା ଜଣାପଡିଛି। ତେବେ ବେଲଘର ରେଞ୍ଜରେ ଗତ ୪ମାସ ଭିତରେ ୩ଟି ହାତୀ ମରିଥିବା ବେଳେ ଏହାକୁ ନେଇ ପରିବେଶବିତଙ୍କ ମହଲରେ ଉଦ୍‌ବେଗ ପ୍ରକାଶ ପାଇଛି । ବେଲଘର ରେଞ୍ଜରେ ଗତ ୨୦୨୫ ଡିସେମ୍ବର ୧୨ରେ ଏକ ହାତୀ ମୃତ୍ୟୁ ହୋଇଥିବା ବେଳେ ଜାନୁଆରି ୫ରେ ଆଉ ଏକ ହାତୀର ମୃତ୍ୟୁ ହୋଇଥିଲା। ହାତୀମୃତ୍ୟୁ ଘଟଣା ସାରା ରାଜ୍ୟରେ ଚାଞ୍ଚଲ୍ୟ ସୃଷ୍ଟି କରିଥିଲା। କାହିଁକି ନା ହାତୀ ମୃତ୍ୟୁ ଘଟଣାକୁ ଲୁଚାଇବାକୁ ସେତେବେଳେ ଖୋଦ୍ ବନ କର୍ମଚାରୀ ସାମିଲ ହୋଇଥିଲେ । ଏହି ଘଟଣାରେ ସେତେବେଳେ ଜଣେ ରେଞ୍ଜର ଓ ଏସିଏଫ୍ ନିଲମ୍ବିତ ହୋଇଥିଲେ । ପୁଣି ଆଜି ଏକ ହାତୀ ମୃତ୍ୟୁ ହୋଇଥିବା ବେଳେ କେଉଁ କାରଣରୁ ହାତୀଟି ମଲା ସେ ନେଇ ବନ ବିଭାଗ ପକ୍ଷରୁ ଏ ନେଇ କୌଣସି ସୂଚନା ଦିଆଯାଇ ନାହିଁ। କିନ୍ତୁ ହାତୀଟି ଗୋଠଛଡା ହୋଇ ଶିମିଳିପଦର, ମୁଣ୍ଡୁଟି ଓ ଦେଶୁଘାଟି ରାସ୍ତାକଡ଼ ଜଙ୍ଗଲରେ ବୁଲି ନପାରି ପଡ଼ି ରହୁଥିଲା ବୋଲି ସ୍ଥାନୀୟ ଗ୍ରାମବାସୀ କହିଛନ୍ତି। ଠିକ ଭାବେ ଚିକିତ୍ସା କରାଯାଇ ପାରି ନଥିବାରୁ ହାତୀଟି ହୁଏତ ପ୍ରାଣ ହରାଇଛି ବୋଲି ସ୍ଥାନୀୟ ଗ୍ରାମବାସୀ ଅଭିଯୋଗ କରିଛନ୍ତି । ବନ ବିଭାଗ ପକ୍ଷରୁ ହାତୀ ସୁରକ୍ଷା ଦିଗରେ ଠିକ ପଦେକ୍ଷପ ନିଆଯାଉ ନଥିବାରୁ ୪ ମାସରେ ଏହି ରେଞ୍ଜରେ ତିନିଟି ହାତୀ ମରିବା ସବୁଠୁ ଉଦ୍‌ବେଗର ବିଷୟ ବୋଲି ସ୍ଥାନୀୟ ପରିବେଶବିତ କୌଶିକ ସାହୁ କହିଛନ୍ତି ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଜିଲ୍ଲାସ୍ତରୀୟ ଯୁବ ମହୋତ୍ସବ ୨୦୨୭ ପାଇଁ ପ୍ରସ୍ତୁତି, ନଭେମ୍ବର ୫ରୁ ପ୍ରତିଯୋଗିତା ଆରମ୍ଭ   31-Oct-2026
  ଜିଲ୍ଲା  
ବରୀ ରେ ରାଷ୍ଟ୍ରୀୟ ଏକତା ଅଭିଯାନ ନିଶା ମୁକ୍ତ ଓଡିଶା   31-Oct-2026
  ଜିଲ୍ଲା  
ବଲାଙ୍ଗୀର ଟାଉନ୍ ଥାନା ପକ୍ଷରୁ ରାଷ୍ଟ୍ରୀୟ ଏକତା ଦିବସ ପାଳିତ    31-Oct-2026
  ଜିଲ୍ଲା  
ମୁନୁପାଲିରେ ଏକ ଦିବସୀୟ ଫୁଟବଲ ଟୁର୍ଣ୍ଣାମେଣ୍ଟ , ଟ୍ରାଇବ୍ରେକର ରେ ଲେଣ୍ଡା ଦଳ ଚାମ୍ପିଅନ   31-Oct-2026
  ଜିଲ୍ଲା  
ପୂର୍ବତନ ପ୍ରଧାନ ମନ୍ତ୍ରୀ ସ୍ୱର୍ଗୀୟା ଇନ୍ଦିରା ଗାନ୍ଧୀଙ୍କ ୪୨ ତମ ଶ୍ରାଦ୍ଧ ବାର୍ଷିକୀପାଳିତ   31-Oct-2026
  ଜିଲ୍ଲା  
ମର୍ମନ୍ତୁଦ ସଡ଼କ ଦୁର୍ଘଟଣା।   31-Oct-2026
  ଜିଲ୍ଲା  
ବଲାଙ୍ଗୀର ଦିନ ପାଳନ ଉପଲକ୍ଷେ ଆଲୋଚନାଚକ୍ର "ସ୍ବପ୍ନ ଦେଖିବା ଜରୁରୀ,ମାତ୍ର ସ୍ୱପ୍ନକୁ ସାକାର କରିବାକୁ ଦୃଷ୍ଟିକୋଣ ରେ ପରିବର୍ତ୍ତନ ଆଣିବା ନିହାତି ଆବଶ୍ୟକ"   31-Oct-2026
  ଜିଲ୍ଲା  
ଜିଲ୍ଲା ଆଇନ ସେବା ପ୍ରାଧିକରଣ ପକ୍ଷରୁ ରାଷ୍ଟ୍ରୀୟ ଏକତା ଦିବସ ପାଳିତ   31-Oct-2026
  ଜିଲ୍ଲା  
*ନବରଙ୍ଗପୁର ଶିକ୍ଷା ବ୍ୟବସ୍ଥାରେ ଚିନ୍ତା!* *ଛୁଟି ପରେ ସ୍କୁଲ ଖୋଲିଲା, ଶିକ୍ଷକ ଉପସ୍ଥାନକୁ ନେଇ ପ୍ରଶ୍ନ — ତଦାରଖ ବ୍ୟବସ୍ଥା ଉପରେ ଉଠିଲା ଆଙ୍ଗୁଠି*   31-Oct-2026
  ଜିଲ୍ଲା  
ରାଷ୍ଟ୍ରୀୟ ଏକତା ଦିବସ ଅବସରରେ ଏକ ମାରାଥନ ଦୌଡ଼ କାର୍ଯ୍ୟକ୍ରମ   31-Oct-2026
  ଜିଲ୍ଲା  
ବ୍ଲକ ସ୍ତରୀୟ ମତ୍ସ୍ୟ ଓ ପ୍ରାଣୀସମ୍ପଦ ମେଳା -୨୦୨୬ ଅନୁଷ୍ଠିତ   31-Oct-2026
  ଜିଲ୍ଲା  
ପଦୋନ୍ନତି ପାଇଲେ ସୁବର୍ଣ୍ଣପୁର ଅତିରିକ୍ତ ଜିଲ୍ଲାପାଳ ଅଞ୍ଜଳୀନା ପ୍ରଧାନ; - ଶ୍ରମ ବିଭାଗ ର ଯୁଗ୍ମ ସଚିବ ଭାବେ ଯୋଗ ଦେବେ -   31-Oct-2026

You Might Also Like