-+91-9937148622 |

prerana_bgr@rediffmail.com |

  Sunday 25th October 2026 |

| | | |

R.N.I. Regd No. ODIODI/2010/46693

Breaking News

ମୃଦୁରେଖା ଡ୍ୟାନ୍ସ ଏକାଡେମୀ’ ପକ୍ଷରୁ ସାଂସ୍କୃତିକ ମହୋତ୍ସବ ‘ମୃଦମ୍-୨୦୨୬’ ଆୟୋଜିତ   (25-Oct-2026)       ||      ସଦାଇପାଲିରେ ଆରମ୍ଭ ହେଲା ୩୦ତମ ବର୍ଷ ଗଜଲକ୍ଷ୍ମୀ ପୂଜା କଳସ ଯାତ୍ରାରେ ସାମିଲ ହେଲେ ଶତାଧିକ ମହିଳା ଓ ବ୍ରତଧାରୀ   (25-Oct-2026)       ||      ଜାତୀୟ ଲନ୍‌ବଲ୍‌: ସେମିଫାଇନାଲ୍‌ରେ ଶୁଭ୍ରାଂଶୁ, ରାଜେଶ୍ବର   (25-Oct-2026)       ||      ରାଜବୈଦ୍ୟ ଚିନ୍ତାମଣି ବେହେରା ସ୍ମୃତି ପରିଷଦ, ବଲାଙ୍ଗିରର ପଞ୍ଚମ ବାର୍ଷିକ ଉତ୍ସବ ଅନୁଷ୍ଠିତ   (25-Oct-2026)       ||      ମେରାହୁନର “ପକ୍ଷରୁ ଆର୍ଟ ଏଣ୍ଡ କ୍ରାଫ୍ଟ” ଓ ସଂପୂର୍ଣ୍ଣା ପକ୍ଷରୁ ମେହେନ୍ଦି ପ୍ରତିଯୋଗିତା   (25-Oct-2026)       ||      ରାଜବୈଦ୍ୟ ଚିନ୍ତାମଣି ବେହେରା ସ୍ମୃତି ପରିଷଦ, ବଲାଙ୍ଗିରର ପଞ୍ଚମ ବାର୍ଷିକ ଉତ୍ସବ ଅନୁଷ୍ଠିତ   (25-Oct-2026)       ||      ଘରୋଇ ବସରୁ ୩. ୭୭୫ କେଜି ଗଞ୍ଜେଇ ଜବତ,ଦୁଇ ଅଭିଯୁକ୍ତ ଗିରଫ   (25-Oct-2026)       ||      ଗୋପାଳଜୀ ଉଚ୍ଚ ବିଦ୍ୟାଳୟରେ ବନ୍ଧୁ ମିଳନ ଓ ଗୁରୁପୂଜନ ଉତ୍ସବ ପାଳନ   (25-Oct-2026)       ||      ସାମ୍ବାଦିକ ଙ୍କ ପିତୃ ବିୟୋଗ   (25-Oct-2026)       ||      ପଶ୍ଚିମବଙ୍ଗକୁ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ : ପୋଲିସ ଜାଲରେ ଆନ୍ତଃରାଜ୍ୟ ମହିଳା ଚାଲାଣକାରୀ ସହ ଗଞ୍ଜେଇ ଜବତ   (25-Oct-2026)       ||      ଭରତ ଜାତିସଂଘ ପାଣ୍ଠି ଗ୍ଲୋବାଲ୍ ସାଉଥ୍ ସହିତ ଭାରତର ବ୍ୟାପକ ଭାଗିଦାରୀ ର ଏକ ଅଂଶ: ସଂଗୀତା ସିଂଦେଓ    (25-Oct-2026)       ||      ଲୋଇସିଂହା ଓ ଆଗଲପୁର ଗୋଣ୍ଡୱାନା ଗୋଣ୍ଡ ସମାଜ ର ବ୍ଲକ ସ୍ତରୀୟ ନୂଆଁଖାଇ ଭେଟଘାଟ୍   (24-Oct-2026)       ||      ଟାସ୍କଫୋର୍ସ ଅଧ୍ୟକ୍ଷ ଉପମୁଖ୍ୟମନ୍ତ୍ରୀଙ୍କ ଜିଲ୍ଲାରେ ଅନ୍ୟରାଜ୍ୟର ଦାଦନମାଫିଆ ସେଠ୍ ମାନଙ୍କର ଅବାଧ ବିଚରଣ♦️କୋଟିପତି ସର୍ଦ୍ଦାରଙ୍କ ଅନ୍ୟାୟୋପାର୍ଜିତ ସମ୍ପତ୍ତିର ଇଡି ତଦନ୍ତ ହେଉ  !     (24-Oct-2026)       ||      ଚିନାଜୁରୀ ଠାରେ ନୂତନ ପେକ୍ସ ଗଠନ ପାଇଁ ପ୍ରସ୍ତୁତି ବୈଠକ   (24-Oct-2026)       ||      ବିଶ୍ୱ ପୋଲିଓ ଦିବସ ଅବସରରେ ରୋଟାରୀ ଜିଲ୍ଲା ୩୨୬୨ ପକ୍ଷରୁ ବିଶାଳ ମାରାଥନ୍ ଆୟୋଜିତ   (24-Oct-2026)       ||      ସ୍ୱାସ୍ଥ୍ୟସେବା ଓ ଆୟୁଷ୍ମାନ ବାୟୋ ବନ୍ଦନା କାର୍ଡ ରେଜିଷ୍ଟ୍ରେସନ ଶିବିର    (24-Oct-2026)       ||      ବରଗଡ଼ରେ ୨୪ଟି ଦିବ୍ୟ ରୂପରେ ମହାପ୍ରଭୁଙ୍କ ଦର୍ଶନ, ଉଦଯାପିତ ହେଲା ୨୪ ଦିବ୍ୟ ବେଶ ସମ୍ଭାର   (24-Oct-2026)       ||      ଶୁଭ୍ରାଂଶୁ, ରୋଶନୀ, ସୀମାଙ୍କ କ୍ରମାଗତ ବିଜୟ ଜାତୀୟ ଲନ୍‌ବଲ୍‌ ଦ୍ବିତୀୟ ଦିନ   (24-Oct-2026)       ||      ବରିଷ୍ଠ ଆଇନଜୀବୀ ଅଶ୍ୱିନୀ ମିଶ୍ର ଙ୍କ ପରଲୋକ    (24-Oct-2026)       ||      ନିଖୋଜ ପ୍ରେମୀ ଯୁଗଳ ଙ୍କ ଝୁଲନ୍ତା ମୃତ ଦେହ ବେହେରା ସ୍ଥିତ ଭଣ୍ଡାର ଡ଼ଙ୍ଗରି ରୁ ଉଦ୍ଧାର   (24-Oct-2026)       ||     

HOME   ଜିଲ୍ଲା

ଓଡ଼ିଆରେ ସରକାରୀ କାର୍ଯ୍ୟ ପାଇଁ ସୁବର୍ଣ୍ଣପୁରରେ ପ୍ରଶିକ୍ଷଣ ଶିବିର

12-May-2026



ସୁବର୍ଣ୍ଣପୁର (ମନୋରଞ୍ଜନ ତ୍ରିପାଠୀ )
ସୁବର୍ଣ୍ଣପୁର ଜିଲ୍ଲାପାଳଙ୍କ ସମ୍ମିଳନୀ କକ୍ଷରେ ଓଡ଼ିଆ ଭାଷାରେ ସରକାରୀ କାର୍ଯ୍ୟ ସମ୍ପାଦନ କରିବା ନିମନ୍ତେ ଏକ ପ୍ରୟୋଗାତ୍ମକ ପ୍ରଶିକ୍ଷଣ ଶିବିର ଆୟୋଜିତ ହୋଇଥିଲା।
ଏହି ଦୁଇ ଦିନିଆ ପ୍ରଶିକ୍ଷଣ ଶିବିରରେ ଓଡ଼ିଆ ଭାଷା ପ୍ରତିଷ୍ଠାନର ଶ୍ରୀ ମନୋରଞ୍ଜନ ପାଣିଗ୍ରାହୀ, ଡ଼. ସଞ୍ଜୟ କୁମାର ପଣ୍ଡା ଏବଂ ଡ଼. ରମେଶ ଚନ୍ଦ୍ର ମଲ୍ଲିକ ସମ୍ବଳ ବ୍ୟକ୍ତିତ୍ୱ ଭାବେ ଉପସ୍ଥିତ ରହି ଜିଲ୍ଲାର ସମସ୍ତ ଅଧିକାରୀମାନଙ୍କୁ ପ୍ରଶିକ୍ଷଣ ଦେଇଥିଲେ।
ଏହି ଶିବିର ଜିଲ୍ଲାପାଳ ଡ଼. ନୃପରାଜ ସାହୁଙ୍କ ଅଧ୍ୟକ୍ଷତାରେ ଆୟୋଜିତ ହୋଇଥିଲା। ଏଥିରେ ଅତିରିକ୍ତ ଜିଲ୍ଲାପାଳ (ରାଜସ୍ୱ) ଶ୍ରୀ ରାଜେନ୍ଦ୍ର ମାଝୀ, ଅତିରିକ୍ତ ଜିଲ୍ଲାପାଳ (ସାଧାରଣ) ଶ୍ରୀମତୀ ଅଞ୍ଜଳୀନା ପ୍ରଧାନଙ୍କ ସହିତ ଜିଲ୍ଲା ସ୍ତରୀୟ ଅଧିକାରୀ ଓ କର୍ମଚାରୀମାନେ ଉପସ୍ଥିତ ରହି ପ୍ରଶିକ୍ଷଣ ଗ୍ରହଣ କରିଥିଲେ।
ଏହି ଅବସରରେ ଜିଲ୍ଲାପାଳ ଡ଼. ସାହୁ କହିଥିଲେ ଯେ ଓଡ଼ିଆ ଭାଷାର ଆନ୍ଦୋଳନକାରୀମାନଙ୍କ ବହୁ ଦିନର ଦାବି ପୂରଣ ହେବାକୁ ଯାଉଛି । ଓଡ଼ିଆ ଭାଷାରେ ଆମେ ଅନେକ କାମ କରିପାରିବା। ଆମ ପିଲାମାନେ ଓଡ଼ିଆ କହିଲେ ଆମେ ଗର୍ବିତ ହେବା ଉଚିତ। ପ୍ରତ୍ୟେକ କ୍ଷେତ୍ରରେ ଓଡ଼ିଆର ବ୍ୟବହାର କରାଯାଇପାରିବ ଏବଂ ଓଡ଼ିଆ ଭାଷାର ବ୍ୟବହାରରେ ଆମ ଜିଲ୍ଲା ରାଜ୍ୟରେ ପ୍ରତିନିଧିତ୍ୱ କରିବ ବୋଲି ଜିଲ୍ଲାପାଳ ଆଶା ପ୍ରକାଶ କରିଛନ୍ତି।
ସୂଚନା ଯେ ଓଡ଼ିଆ ଭାଷା ସାହିତ୍ୟ ଓ ସଂସ୍କୃତି ବିଭାଗ ଦ୍ୱାରା ଆୟୋଜିତ ଏହି ଶିବିର ପ୍ରତ୍ୟେକ ଜିଲ୍ଲାରେ ଆୟୋଜନ କରାଯାଉଛି ଏବଂ ସୁବର୍ଣ୍ଣପୁର ହେଉଛି ଅଷ୍ଟମ ଜିଲ୍ଲା | 
ଶିବିରରେ ଓଡ଼ିଆ ଭାଷାରେ କାମ କରିବା ପ୍ରତି ଆଗ୍ରହ ସୃଷ୍ଟି କରିବା ସହ ସଚେତନତା ବୃଦ୍ଧି ପାଇଁ ପ୍ରଶିକ୍ଷଣ ଦିଆଯାଇଥିଲା। ଓଡିଶା ପାଇଁ ଓଡ଼ିଆ ଭାଷା ସର୍ବଶ୍ରେଷ୍ଠ ବୋଲି ଉଲ୍ଲେଖ କରାଯାଇଥିଲା ଏବଂ ଓଡ଼ିଆ ଭାଷା ଦ୍ୱାରା ଶାସକ ଓ ଶାସିତ ମଧ୍ୟରେ ସମନ୍ୱୟ ସୃଷ୍ଟି ହେବ ବୋଲି କୁହାଯାଇଥିଲା।
ଏହି ଶିବିରରେ ଆଗାମୀଦିନରେ ହେବାକୁ ଥିବା ସମସ୍ୟା ଉପରେ ଚର୍ଚ୍ଚା କରାଯାଇଥିଲା ଏବଂ ବିଭିନ୍ନ ପ୍ରାୟୋଗିକ ଓ ବୈଜ୍ଞାନିକ ଶବ୍ଦ ପାଇଁ ବିଭିନ୍ନ ପୁସ୍ତକ ସମ୍ପର୍କରେ ଅବଗତ କରାଯାଇଥିଲା। ପରିଶେଷରେ ଜିଲ୍ଲା ସାଂସ୍କୃତି ଅଧିକାରୀ ସମସ୍ତଙ୍କୁ ଧନ୍ୟବାଦ ଅର୍ପଣ କରିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ମୃଦୁରେଖା ଡ୍ୟାନ୍ସ ଏକାଡେମୀ’ ପକ୍ଷରୁ ସାଂସ୍କୃତିକ ମହୋତ୍ସବ ‘ମୃଦମ୍-୨୦୨୬’ ଆୟୋଜିତ   25-Oct-2026
  ଜିଲ୍ଲା  
ସଦାଇପାଲିରେ ଆରମ୍ଭ ହେଲା ୩୦ତମ ବର୍ଷ ଗଜଲକ୍ଷ୍ମୀ ପୂଜା କଳସ ଯାତ୍ରାରେ ସାମିଲ ହେଲେ ଶତାଧିକ ମହିଳା ଓ ବ୍ରତଧାରୀ   25-Oct-2026
  ଖେଳ  
ଜାତୀୟ ଲନ୍‌ବଲ୍‌: ସେମିଫାଇନାଲ୍‌ରେ ଶୁଭ୍ରାଂଶୁ, ରାଜେଶ୍ବର   25-Oct-2026
  ଜିଲ୍ଲା  
ରାଜବୈଦ୍ୟ ଚିନ୍ତାମଣି ବେହେରା ସ୍ମୃତି ପରିଷଦ, ବଲାଙ୍ଗିରର ପଞ୍ଚମ ବାର୍ଷିକ ଉତ୍ସବ ଅନୁଷ୍ଠିତ   25-Oct-2026
  ଜିଲ୍ଲା  
ମେରାହୁନର “ପକ୍ଷରୁ ଆର୍ଟ ଏଣ୍ଡ କ୍ରାଫ୍ଟ” ଓ ସଂପୂର୍ଣ୍ଣା ପକ୍ଷରୁ ମେହେନ୍ଦି ପ୍ରତିଯୋଗିତା   25-Oct-2026
  ଜିଲ୍ଲା  
ରାଜବୈଦ୍ୟ ଚିନ୍ତାମଣି ବେହେରା ସ୍ମୃତି ପରିଷଦ, ବଲାଙ୍ଗିରର ପଞ୍ଚମ ବାର୍ଷିକ ଉତ୍ସବ ଅନୁଷ୍ଠିତ   25-Oct-2026
  ଜିଲ୍ଲା  
ଘରୋଇ ବସରୁ ୩. ୭୭୫ କେଜି ଗଞ୍ଜେଇ ଜବତ,ଦୁଇ ଅଭିଯୁକ୍ତ ଗିରଫ   25-Oct-2026
  ଜିଲ୍ଲା  
ଗୋପାଳଜୀ ଉଚ୍ଚ ବିଦ୍ୟାଳୟରେ ବନ୍ଧୁ ମିଳନ ଓ ଗୁରୁପୂଜନ ଉତ୍ସବ ପାଳନ   25-Oct-2026
  ଜିଲ୍ଲା  
ସାମ୍ବାଦିକ ଙ୍କ ପିତୃ ବିୟୋଗ   25-Oct-2026
  ଜିଲ୍ଲା  
ପଶ୍ଚିମବଙ୍ଗକୁ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ : ପୋଲିସ ଜାଲରେ ଆନ୍ତଃରାଜ୍ୟ ମହିଳା ଚାଲାଣକାରୀ ସହ ଗଞ୍ଜେଇ ଜବତ   25-Oct-2026
  ଦେଶ ବିଦେଶ  
ଭରତ ଜାତିସଂଘ ପାଣ୍ଠି ଗ୍ଲୋବାଲ୍ ସାଉଥ୍ ସହିତ ଭାରତର ବ୍ୟାପକ ଭାଗିଦାରୀ ର ଏକ ଅଂଶ: ସଂଗୀତା ସିଂଦେଓ   25-Oct-2026
  ଜିଲ୍ଲା  
ଲୋଇସିଂହା ଓ ଆଗଲପୁର ଗୋଣ୍ଡୱାନା ଗୋଣ୍ଡ ସମାଜ ର ବ୍ଲକ ସ୍ତରୀୟ ନୂଆଁଖାଇ ଭେଟଘାଟ୍   24-Oct-2026

You Might Also Like