-+91-9937148622 |

prerana_bgr@rediffmail.com |

  Saturday 31st October 2026 |

| | | |

R.N.I. Regd No. ODIODI/2010/46693

Breaking News

*ନବରଙ୍ଗପୁର ଶିକ୍ଷା ବ୍ୟବସ୍ଥାରେ ଚିନ୍ତା!* *ଛୁଟି ପରେ ସ୍କୁଲ ଖୋଲିଲା, ଶିକ୍ଷକ ଉପସ୍ଥାନକୁ ନେଇ ପ୍ରଶ୍ନ — ତଦାରଖ ବ୍ୟବସ୍ଥା ଉପରେ ଉଠିଲା ଆଙ୍ଗୁଠି*   (31-Oct-2026)       ||      ରାଷ୍ଟ୍ରୀୟ ଏକତା ଦିବସ ଅବସରରେ ଏକ ମାରାଥନ ଦୌଡ଼ କାର୍ଯ୍ୟକ୍ରମ   (31-Oct-2026)       ||      ବ୍ଲକ ସ୍ତରୀୟ ମତ୍ସ୍ୟ ଓ ପ୍ରାଣୀସମ୍ପଦ ମେଳା -୨୦୨୬ ଅନୁଷ୍ଠିତ   (31-Oct-2026)       ||      ପଦୋନ୍ନତି ପାଇଲେ ସୁବର୍ଣ୍ଣପୁର ଅତିରିକ୍ତ ଜିଲ୍ଲାପାଳ ଅଞ୍ଜଳୀନା ପ୍ରଧାନ; - ଶ୍ରମ ବିଭାଗ ର ଯୁଗ୍ମ ସଚିବ ଭାବେ ଯୋଗ ଦେବେ -   (31-Oct-2026)       ||      ବଡପୋଡ଼ାଗୁଡା ଗ୍ରାମପଞ୍ଚାୟତ ର ସମସ୍ତ ମଦକୋଠି ବନ୍ଦ ଦାବିନେଇଁ ତେଜିଲେ ମହିଳା   (31-Oct-2026)       ||      ବେହେରାଗୁଡ଼ା ଛତିଶଗଡ କୁ ସଂଯୋଗ ରାସ୍ତା ପାଲଟିଛି ମରଣଯନ୍ତା, ପ୍ରଶାସନର ଦୃଷ୍ଟି କେବେ ?   (31-Oct-2026)       ||      ମାନ୍ୟବର କେନ୍ଦ୍ରମନ୍ତ୍ରୀ ଡା. ବୀରେନ୍ଦ୍ର କୁମାରଙ୍କ ସିଆରସି ପରିଦର୍ଶନ   (30-Oct-2026)       ||      ଦିବ୍ୟାଙ୍ଗ ବ୍ୟକ୍ତିମାନଙ୍କ ସଶକ୍ତିକରଣ, ପୁନର୍ବାସ ଓ ସେମାନଙ୍କୁ ସ୍ୱାବଲମ୍ବୀ କରିବା ଉଦ୍ଦେଶ୍ୟରେ ବିଭିନ୍ନ କାର୍ଯ୍ୟକ୍ରମ    (30-Oct-2026)       ||      ସୁନ୍ଦରଗଡରେ ପିଏମ୍‌ କିଷାନ ଉତ୍ସବ ପାଳନ ପାଳିତ ଏବଂ ୨୪ତମ କିସ୍ତି ପ୍ରଦାନ   (30-Oct-2026)       ||      ଖାଲି ରାସ୍ତାରେ ଗାଡି ଦେଖି କଣ୍ଟାବାଞ୍ଜି ଏସଡିପିଓଙ୍କ ଫୋର୍ସ ପ୍ରଦର୍ଶନ !   (30-Oct-2026)       ||      ୧୦କୋଟି ଟଙ୍କାର ନିର୍ମାଣହେବ ୨କିମିର ରାସ୍ତା   (30-Oct-2026)       ||      ଭୋଟ ବଞ୍ଚାଅ ଦେଶ ବଞ୍ଚାଅ କୁ ନେଇ ର ସାମ୍ବାଦିକ ସମ୍ବିଳନୀ    (30-Oct-2026)       ||      ଦୁର୍ଘଟଣା ପିଛା ଛାଡୁ ନାହିଁ,ପୁଣି ସେହି ପାଉଁଶ ବୋଝେଇ ଗାଡି ପାଉଁଶ ବୋଝେଇ ଗାଡି ଦୁର୍ଘଟଣା ଗ୍ରସ୍ତ, ଭାଙ୍ଗିଲା ବ୍ୟାଙ୍କର ଗେଟ୍   (30-Oct-2026)       ||      ଏସଆରସି କଂଟ୍ରୋଲ ରୁମରେ ସ୍ଥିତି  ଗଂଜାମ ଓ ଗଜପତି ଜିଲ୍ଲାର ସ୍ଥିତି ସମୀକ୍ଷା♦️  ବାତ୍ୟା ପରବର୍ତ୍ତୀ ସ୍ଥିତିର ନିରନ୍ତର ଅନୁଧ୍ୟାନ ଓ ଜନସାଧାରଣଙ୍କ ସୁରକ୍ଷାକୁ ଗୁରୁତ୍ୱ    (29-Oct-2026)       ||      କଲେଜଛକ କଲ୍ୟାଣମଣ୍ଡପରେ ଚିତ୍ରକଳା ଓ ମଣ୍ଡାପିଠା ତିଆରି ପ୍ରତିଯୋଗିତା ଅନୁଷ୍ଠିତ   (29-Oct-2026)       ||      ସ୍ୱାସ୍ଥ୍ୟ ମନ୍ତ୍ରୀ ଓ ଯାଜପୁର ସାଂସଦଙ୍କ ସରକାର - ବିରୋଧୀ ଆଭିମୁଖ୍ୟକୁ ୮୦ ଲକ୍ଷ ପ୍ରକୃତ ଅନୁସୂଚିତ ଜାତି ଆନ୍ଦୋଳନ ଧମକ ସରକାରୀ ସୁପାରିଶ ବନାମ ରାଜନୈତିକ ହସ୍ତକ୍ଷେପ - କେକେଡି ବିରୋଧୀ ଲଢେଇ ଅଲ୍ ଓଡିଶା କେଉଁତ, କୌବର୍ତ୍ତ ଓ ଧୀବର ହଟାଓ ଆକ୍ସନ କମିଟି, ବଲାଙ୍ଗିର   (29-Oct-2026)       ||      ବୀରମୁଣ୍ଡାରେ ପାୱାର୍ ଗ୍ରୀଡ଼୍ କର୍ପୋରେସନ୍ ଅଫ୍ ଇଣ୍ଡିଆ ଲିମିଟେଡ଼୍ ବଲାଙ୍ଗିର ସବ୍‌ସେଷ୍ଟସନ ପକ୍ଷରୁ ଗ୍ରାମସଭା ଆୟୋଜିତ   (29-Oct-2026)       ||      ଅମଳ ବେଳେ ବାତ୍ୟା ମାଡ଼, ଉଜାଡ଼ିଲା ଚାଷୀଙ୍କ ସ୍ୱପ୍ନ : ପନିପରିବା ସହ ଧାନ ଫସଲ ନଷ୍ଟ ଆଶଙ୍କା, କ୍ଷୟକ୍ଷତି ଆକଳନ କରି ସହାୟତା ଦେବାକୁ ଦାବି   (29-Oct-2026)       ||      କଳା ଜଗତର ସର୍ବଶ୍ରେଷ୍ଠ କଳା ହେଉଛି ପାଲା : ଗୁରୁ ପାର୍ବତୀ ଭୋଇ   (29-Oct-2026)       ||      ମହଦାରେ ଦୁଇ ଟ୍ରକ୍ ମଧ୍ୟରେ ଭୟଙ୍କର ଧକ୍କା, ଗ୍ରାମବାସୀ ଓ ଉଦ୍ଧାରକାରିଙ୍କ ତତ୍ପରତାରେ ବଞ୍ଚିଗଲା ଜୀବନ   (29-Oct-2026)       ||     

HOME   ରାଜ୍ୟ

ହତ୍ୟା ପ‌ରେ କୂଅରେ ଫିଙ୍ଗିଦେଲେ; ହାତଗୋଡ଼ ବନ୍ଧା ଶବ ଉଦ୍ଧାର

08-Feb-2021



ଜଗନ୍ନାଥପ୍ରସାଦ (ପ୍ରେରଣା ଖବର) : ଗଞ୍ଜାମ ଜିଲ୍ଲା ଜଗନ୍ନାଥପ୍ରସାଦ ଯୁଧିଷ୍ଠିର ବିଦ୍ୟାପୀଠ ପଛପଟେ ଥିବା ଏକ ପରିତ୍ୟକ୍ତ କୂଅରୁ ଆଜି ଜଣେ ଯୁବକଙ୍କ ହାତଗୋଡ଼ ବନ୍ଧା ଶବ ମିଳିବା ଘଟଣା ଆଲୋଡ଼ନ ସୃଷ୍ଟି କରିଛି। ମୃତକ ଜଣକ ହେଲେ, ଜଳିସାହିର ଶଙ୍କର ମହାନ୍ତି (୨୧)। ପାରିପାର୍ଶ୍ବିକ ସ୍ଥିତିରୁ ଏହା ଏକ ଯୋଜନାବଦ୍ଧ ହତ୍ୟାକାଣ୍ଡ ବୋଲି ଜଣାପଡ଼ିଛି। ମୁହଁରେ ଲାଲ୍‌ କପଡ଼ା ଏବଂ ଦୁଇ ଗୋଡ଼ ଓ ଦୁଇ ହାତକୁ ପଛରୁ ରଶିରେ ଶକ୍ତ ଭାବେ ବନ୍ଧାଯାଇଛି। ପ୍ରେମ ବ୍ୟାପାରକୁ କେନ୍ଦ୍ର କରି ଶଙ୍କରଙ୍କୁ ହତ୍ୟା କରାଯାଇ ଥାଇ ପାରେ ବୋଲି ଚର୍ଚ୍ଚା ହେଉଛି। ବିଭିନ୍ନ ଦିଗରୁ ପୁଲିସ ତଦନ୍ତ ଜାରି ରଖିଛି। ଶବ ବ୍ୟବ‌ଚ୍ଛେଦ ରିପୋର୍ଟକୁ ଅପେକ୍ଷା କରାଯାଇଛି। ମୃତକ ଶଙ୍କର ହେଉଛନ୍ତି ନୟାଗଡ଼ ଜିଲ୍ଲା ଇଟାମାଟି ଥାନା ଅଧୀନ ଚମ୍ପେଇତପୁର ଗ୍ରାମର ମୂଳବାସିନ୍ଦା। ବାପାଙ୍କ ମୃତ୍ୟୁ ପରେ ସେ ମାଆ ଇନ୍ଦୁଙ୍କ ସହ ଜଗନ୍ନାଥପ୍ରସାଦରେ ମାମୁଙ୍କ ଘ‌ରେ ୧୦ ବର୍ଷ ହେଲା ରହୁଛନ୍ତି। ଇନ୍ଦୁ ଜଣେ ଅଙ୍ଗନବାଡ଼ି ସହାୟିକା। ଶଙ୍କର ଏକ ଫାଷ୍ଟଫୁଡ୍ ସେଣ୍ଟରରେ କାମ କରୁଥିଲେ। ଗତ ପାଞ୍ଚ ତାରିଖରେ ଦୋକାନ ବନ୍ଦ ଥିବା ବେଳେ ଶଙ୍କର ସନ୍ଧ୍ୟାରେ ଘରୁ ବାହାରକୁ ଯାଇଥିଲେ। ହେଲେ ଆଉ ଫେରି ନଥିଲେ। ମାଆ ଇନ୍ଦୁ ଶୁକ୍ରବାର ରାତି ସାରା ଓ ଗତକାଲି ଶଙ୍କରଙ୍କୁ ଖୋଜାଖୋଜି କରି ଠାବ କରିପାରି ନଥିଲେ। ବନ୍ଧୁବାନ୍ଧବଙ୍କୁ ଯୋଗାଯୋଗ କରିବା ପରେ ମଧ୍ୟ ଶଙ୍କରଙ୍କ ଖୋଜ୍‌ଖବର ନମିଳିବାରୁ ଗତକାଲି ସନ୍ଧ୍ୟାରେ ଜଗନ୍ନାଥପ୍ରସାଦ ଥାନାରେ ଏତଲା ଦେଇଥିଲେ। ରାତିରୁ ହିଁ ପୁଲିସ ଖୋଳତାଡ଼ ଆରମ୍ଭ କରିଦେଇଥିଲା। ଆଜି ସକାଳେ ଯୁଧିଷ୍ଠିର ବିଦ୍ୟାପୀଠ ବିଦ୍ୟାଳୟ ପଛଭାଗ‌ରେ ଥିବା ଏକ ପରିତ୍ୟକ୍ତ କୂଅ ନିକଟରେ ‌ଗୋଟିଏ ଚପଲ୍ ଓ ଭିତରେ ଗୋଟିଏ ଚପଲ୍ ପଡ଼ିଥିଲା। ପୁଲିସ କୂ୍ଅ ପାଖରେ ପହଞ୍ଚିବା ପରେ ମୃତକ ଶଙ୍କରଙ୍କ ଅଜା ପୀତାମ୍ବରଙ୍କୁ ଡକାଯାଇଥିଲା। ଏହି ଚପଲ୍ ତାଙ୍କ ନାତିଙ୍କ ବୋଲି ପୀତାମ୍ବର କହିବା ପରେ ଅଗ୍ନିଶମ ବାହିନୀର ସହାୟତା ନିଆଯାଇଥିଲା। ଜଗନ୍ନାଥପ୍ରସାଦ ଦମକଳବାହିନୀ ଷ୍ଟେସନ୍ ଅଧିକାରୀ ବିକାଶ ମୁଦୁଲି ସଦଳବଳ ପହଞ୍ଚିବା ପରେ କୂଅ ଭିତରୁ ଶଙ୍କରଙ୍କ ହାତଗୋଡ଼ ବନ୍ଧାଯାଇଥିବା ଶବ ଉଦ୍ଧାର କରାଯାଇଥିଲା। କୌଣସି ସ୍ଥାନରେ ଦୁର୍ବୃତ୍ତ ମାନେ ତାଙ୍କୁ ହତ୍ୟା କରିବା ପରେ ଏଠାରେ ଆଣି ଫୋପାଡ଼ିଦେଇପାରିଥାନ୍ତି ବୋଲି ଜଣାପଡ଼ିଛି।ଭଞ୍ଜନଗର ଏସଡିପିଓ ଶୁଭ୍ରାଂଶୁ ଶେଖର ମିଶ୍ର, ଜଗନ୍ନାଥପ୍ରସାଦ ଥାନାଧିକାରୀ ଦିଲ୍ଲୀପ କୁମାର ସ୍ବାଇଁ, ଗାଙ୍ଗପୁର ଥାନାଧିକାରୀ ଧୀରେଶ କୁମାର ଦାଶ ଓ ତାରସିଂ ଥାନାଧିକାରୀ ସବ୍ୟସାଚୀ ମଲ୍ଲ ପହଞ୍ଚି ତଦନ୍ତ କରିଥିଲେ। ଏହାସହ ଛତ୍ରପୁରରୁ ସାଇଣ୍ଟିଫିକ୍ ଟିମ୍ ଓ ଡଗ୍‌ସ୍କ୍ବାଡ଼୍‌ ଆସି ଛାନଭିନ୍ କରିଥିବା ଜଣାପଡ଼ିଛି। ଶବକୁ ବ୍ୟବଚ୍ଛେଦ ପାଇଁ ଭଞ୍ଜନଗର ଡାକ୍ତରଖାନାକୁ ପଠାଯାଇଛି। ଏନେଇ କେସ୍ ନମ୍ବର ୩୨ ଅନୁସାରେ ଏକ ମାମଲା ରୁଜୁ ସହ ତଦନ୍ତ ଜାରି ରହିଛି। ଅନ୍ୟପକ୍ଷରେ ଏକମାତ୍ର ପୁଅକୁ ହରାଇ ମାଆ ଇନ୍ଦୁ ଭାଙ୍ଗିପଡ଼ିଛନ୍ତି।


News Comment




Photo in News

Advertisment
Lastest News
  ଜିଲ୍ଲା  
*ନବରଙ୍ଗପୁର ଶିକ୍ଷା ବ୍ୟବସ୍ଥାରେ ଚିନ୍ତା!* *ଛୁଟି ପରେ ସ୍କୁଲ ଖୋଲିଲା, ଶିକ୍ଷକ ଉପସ୍ଥାନକୁ ନେଇ ପ୍ରଶ୍ନ — ତଦାରଖ ବ୍ୟବସ୍ଥା ଉପରେ ଉଠିଲା ଆଙ୍ଗୁଠି*   31-Oct-2026
  ଜିଲ୍ଲା  
ରାଷ୍ଟ୍ରୀୟ ଏକତା ଦିବସ ଅବସରରେ ଏକ ମାରାଥନ ଦୌଡ଼ କାର୍ଯ୍ୟକ୍ରମ   31-Oct-2026
  ଜିଲ୍ଲା  
ବ୍ଲକ ସ୍ତରୀୟ ମତ୍ସ୍ୟ ଓ ପ୍ରାଣୀସମ୍ପଦ ମେଳା -୨୦୨୬ ଅନୁଷ୍ଠିତ   31-Oct-2026
  ଜିଲ୍ଲା  
ପଦୋନ୍ନତି ପାଇଲେ ସୁବର୍ଣ୍ଣପୁର ଅତିରିକ୍ତ ଜିଲ୍ଲାପାଳ ଅଞ୍ଜଳୀନା ପ୍ରଧାନ; - ଶ୍ରମ ବିଭାଗ ର ଯୁଗ୍ମ ସଚିବ ଭାବେ ଯୋଗ ଦେବେ -   31-Oct-2026
  ଜିଲ୍ଲା  
ବଡପୋଡ଼ାଗୁଡା ଗ୍ରାମପଞ୍ଚାୟତ ର ସମସ୍ତ ମଦକୋଠି ବନ୍ଦ ଦାବିନେଇଁ ତେଜିଲେ ମହିଳା   31-Oct-2026
  ଜିଲ୍ଲା  
ବେହେରାଗୁଡ଼ା ଛତିଶଗଡ କୁ ସଂଯୋଗ ରାସ୍ତା ପାଲଟିଛି ମରଣଯନ୍ତା, ପ୍ରଶାସନର ଦୃଷ୍ଟି କେବେ ?   31-Oct-2026
  ଜିଲ୍ଲା  
ମାନ୍ୟବର କେନ୍ଦ୍ରମନ୍ତ୍ରୀ ଡା. ବୀରେନ୍ଦ୍ର କୁମାରଙ୍କ ସିଆରସି ପରିଦର୍ଶନ   30-Oct-2026
  ରାଜ୍ୟ  
ଦିବ୍ୟାଙ୍ଗ ବ୍ୟକ୍ତିମାନଙ୍କ ସଶକ୍ତିକରଣ, ପୁନର୍ବାସ ଓ ସେମାନଙ୍କୁ ସ୍ୱାବଲମ୍ବୀ କରିବା ଉଦ୍ଦେଶ୍ୟରେ ବିଭିନ୍ନ କାର୍ଯ୍ୟକ୍ରମ   30-Oct-2026
  ଜିଲ୍ଲା  
ସୁନ୍ଦରଗଡରେ ପିଏମ୍‌ କିଷାନ ଉତ୍ସବ ପାଳନ ପାଳିତ ଏବଂ ୨୪ତମ କିସ୍ତି ପ୍ରଦାନ   30-Oct-2026
  ଜିଲ୍ଲା  
ଖାଲି ରାସ୍ତାରେ ଗାଡି ଦେଖି କଣ୍ଟାବାଞ୍ଜି ଏସଡିପିଓଙ୍କ ଫୋର୍ସ ପ୍ରଦର୍ଶନ !   30-Oct-2026
  ଜିଲ୍ଲା  
୧୦କୋଟି ଟଙ୍କାର ନିର୍ମାଣହେବ ୨କିମିର ରାସ୍ତା   30-Oct-2026
  ଜିଲ୍ଲା  
ଭୋଟ ବଞ୍ଚାଅ ଦେଶ ବଞ୍ଚାଅ କୁ ନେଇ ର ସାମ୍ବାଦିକ ସମ୍ବିଳନୀ   30-Oct-2026

You Might Also Like