-+91-9937148622 |

prerana_bgr@rediffmail.com |

  Sunday 1st November 2026 |

| | | |

R.N.I. Regd No. ODIODI/2010/46693

Breaking News

ରାଷ୍ଟ୍ରୀୟ ଏକତା ଦିବସରେ ସ୍ୱାସ୍ଥ୍ୟ ମନ୍ତ୍ରୀଙ୍କ ୭୦ କିଲୋମିଟର ସାଇକେଲ ଯାତ୍ରା   (31-Oct-2026)       ||      ଜିଲ୍ଲାସ୍ତରୀୟ ଯୁବ ମହୋତ୍ସବ ୨୦୨୭ ପାଇଁ ପ୍ରସ୍ତୁତି, ନଭେମ୍ବର ୫ରୁ ପ୍ରତିଯୋଗିତା ଆରମ୍ଭ   (31-Oct-2026)       ||      ବରୀ ରେ ରାଷ୍ଟ୍ରୀୟ ଏକତା ଅଭିଯାନ ନିଶା ମୁକ୍ତ ଓଡିଶା   (31-Oct-2026)       ||      ବଲାଙ୍ଗୀର ଟାଉନ୍ ଥାନା ପକ୍ଷରୁ ରାଷ୍ଟ୍ରୀୟ ଏକତା ଦିବସ ପାଳିତ    (31-Oct-2026)       ||      ମୁନୁପାଲିରେ ଏକ ଦିବସୀୟ ଫୁଟବଲ ଟୁର୍ଣ୍ଣାମେଣ୍ଟ , ଟ୍ରାଇବ୍ରେକର ରେ ଲେଣ୍ଡା ଦଳ ଚାମ୍ପିଅନ   (31-Oct-2026)       ||      ପୂର୍ବତନ ପ୍ରଧାନ ମନ୍ତ୍ରୀ ସ୍ୱର୍ଗୀୟା ଇନ୍ଦିରା ଗାନ୍ଧୀଙ୍କ ୪୨ ତମ ଶ୍ରାଦ୍ଧ ବାର୍ଷିକୀପାଳିତ   (31-Oct-2026)       ||      ମର୍ମନ୍ତୁଦ ସଡ଼କ ଦୁର୍ଘଟଣା।   (31-Oct-2026)       ||      ବଲାଙ୍ଗୀର ଦିନ ପାଳନ ଉପଲକ୍ଷେ ଆଲୋଚନାଚକ୍ର "ସ୍ବପ୍ନ ଦେଖିବା ଜରୁରୀ,ମାତ୍ର ସ୍ୱପ୍ନକୁ ସାକାର କରିବାକୁ ଦୃଷ୍ଟିକୋଣ ରେ ପରିବର୍ତ୍ତନ ଆଣିବା ନିହାତି ଆବଶ୍ୟକ"   (31-Oct-2026)       ||      ଜିଲ୍ଲା ଆଇନ ସେବା ପ୍ରାଧିକରଣ ପକ୍ଷରୁ ରାଷ୍ଟ୍ରୀୟ ଏକତା ଦିବସ ପାଳିତ    (31-Oct-2026)       ||      *ନବରଙ୍ଗପୁର ଶିକ୍ଷା ବ୍ୟବସ୍ଥାରେ ଚିନ୍ତା!* *ଛୁଟି ପରେ ସ୍କୁଲ ଖୋଲିଲା, ଶିକ୍ଷକ ଉପସ୍ଥାନକୁ ନେଇ ପ୍ରଶ୍ନ — ତଦାରଖ ବ୍ୟବସ୍ଥା ଉପରେ ଉଠିଲା ଆଙ୍ଗୁଠି*   (31-Oct-2026)       ||      ରାଷ୍ଟ୍ରୀୟ ଏକତା ଦିବସ ଅବସରରେ ଏକ ମାରାଥନ ଦୌଡ଼ କାର୍ଯ୍ୟକ୍ରମ   (31-Oct-2026)       ||      ବ୍ଲକ ସ୍ତରୀୟ ମତ୍ସ୍ୟ ଓ ପ୍ରାଣୀସମ୍ପଦ ମେଳା -୨୦୨୬ ଅନୁଷ୍ଠିତ   (31-Oct-2026)       ||      ପଦୋନ୍ନତି ପାଇଲେ ସୁବର୍ଣ୍ଣପୁର ଅତିରିକ୍ତ ଜିଲ୍ଲାପାଳ ଅଞ୍ଜଳୀନା ପ୍ରଧାନ; - ଶ୍ରମ ବିଭାଗ ର ଯୁଗ୍ମ ସଚିବ ଭାବେ ଯୋଗ ଦେବେ -   (31-Oct-2026)       ||      ବଡପୋଡ଼ାଗୁଡା ଗ୍ରାମପଞ୍ଚାୟତ ର ସମସ୍ତ ମଦକୋଠି ବନ୍ଦ ଦାବିନେଇଁ ତେଜିଲେ ମହିଳା   (31-Oct-2026)       ||      ବେହେରାଗୁଡ଼ା ଛତିଶଗଡ କୁ ସଂଯୋଗ ରାସ୍ତା ପାଲଟିଛି ମରଣଯନ୍ତା, ପ୍ରଶାସନର ଦୃଷ୍ଟି କେବେ ?   (31-Oct-2026)       ||      ମାନ୍ୟବର କେନ୍ଦ୍ରମନ୍ତ୍ରୀ ଡା. ବୀରେନ୍ଦ୍ର କୁମାରଙ୍କ ସିଆରସି ପରିଦର୍ଶନ   (30-Oct-2026)       ||      ଦିବ୍ୟାଙ୍ଗ ବ୍ୟକ୍ତିମାନଙ୍କ ସଶକ୍ତିକରଣ, ପୁନର୍ବାସ ଓ ସେମାନଙ୍କୁ ସ୍ୱାବଲମ୍ବୀ କରିବା ଉଦ୍ଦେଶ୍ୟରେ ବିଭିନ୍ନ କାର୍ଯ୍ୟକ୍ରମ    (30-Oct-2026)       ||      ସୁନ୍ଦରଗଡରେ ପିଏମ୍‌ କିଷାନ ଉତ୍ସବ ପାଳନ ପାଳିତ ଏବଂ ୨୪ତମ କିସ୍ତି ପ୍ରଦାନ   (30-Oct-2026)       ||      ଖାଲି ରାସ୍ତାରେ ଗାଡି ଦେଖି କଣ୍ଟାବାଞ୍ଜି ଏସଡିପିଓଙ୍କ ଫୋର୍ସ ପ୍ରଦର୍ଶନ !   (30-Oct-2026)       ||      ୧୦କୋଟି ଟଙ୍କାର ନିର୍ମାଣହେବ ୨କିମିର ରାସ୍ତା   (30-Oct-2026)       ||     

HOME   ଜିଲ୍ଲା

ସାରସ୍ଵତ ପରିବେଶ ମଧ୍ୟରେ କୁଆଁରୀଆ ଠାରେ ନୟାଗଡ଼ ସାହିତ୍ୟ ଉତ୍ସବ ଅନୁଷ୍ଠିତ

08-Feb-2021



ନୟାଗଡ଼(ପ୍ରଦୀପ କୁମାର ପଣ୍ଡା): ସାହିତ୍ୟ ସମାଜ ଗଠନରେ ମୁଖ୍ୟ ଭୂମିକା ଲିଭାଇଥାଏ | ସାହିତ୍ୟ ଭରି ଦେଇଥାଏ ଜୀବନ ର ଚଲା ପଥରେ ସୁଖଦୁଃଖ ର ଆସର | ସାହିତ୍ୟ ସୃଷ୍ଟି କରିଥାଏ ପ୍ରେମ | ସାହିତ୍ୟ ଯୋଡି ଦିଏ ଭଙ୍ଗା ହୃଦୟ | ସାହିତ୍ୟ ହିଁ ସତ୍ୟ, ଶିବ ଏବଂ ସୁନ୍ଦର | ନୟାଗଡ ଜିଲ୍ଲାର ପ୍ରଥମ "ସାହିତ୍ୟ ଉତ୍ସବ" ଦଶପଲ୍ଲା କୁଆଁରୀଆ ଜଳ ଭଣ୍ଡାର ନିକଟରେ ଅନୁଷ୍ଠିତ ହୋଇଥିବା ବେଳେ ଉଚ୍ଚ ଶିକ୍ଷା ମନ୍ତ୍ରୀ ଡ଼. ଅରୁଣ କୁମାର ସାହୁ ଉଦଘାଟକ ଭାବେ ଯୋଗ ଦେଇଥିଲେ | ସାହିତ୍ୟ ଜୀବନରେ ମହୁ ଭରିଦିଏ, ମଣିଷ ଭିତରେ ମଣିଷପଣିଆ କୁ ଉଜ୍ଜୀବିତ କରେ ସାହିତ୍ୟ, ସାହିତ୍ୟ ବିପ୍ଳବ କରେ, ହୃଦୟ କୁ ଯୋଡିବାକୁ ସାହିତ୍ୟ ମୁଖ୍ୟ ଭୂମିକା ଗ୍ରହଣ କରିଥାଏ ବୋଲି କହିଛନ୍ତି ଉଚ୍ଚ ଶିକ୍ଷା ମନ୍ତ୍ରୀ ଶ୍ରୀଯୁକ୍ତ ସାହୁ | ଏହି ଉଦଘାଟନୀ ଉତ୍ସବ ରେ ମୁଖ୍ୟ ଅତିଥି ବିଶିଷ୍ଠ କବି ଓ ଚିନ୍ତକ ହର ପ୍ରସାଦ ଦାଶ କହିଲେ ରାଜନୀତି ଏବଂ ସାହିତ୍ୟ ଭିତରେ ଅଛି ଏକ କ୍ଷୁଦ୍ର ସମ୍ପର୍କ | ମୁଖ୍ୟବକ୍ତା ବରିଷ୍ଠ କଥା ଶିଳ୍ପୀ ଏବଂ ଶିଶୁ ସାହିତ୍ୟିକ ଡ଼. ଦାଶ ବେନୁହର କହିଲେ ଅତୀତ କୁ ବର୍ତମାନ ସହିତ ଯୋଡି ଭବିଷ୍ୟତ ର କଥା କହିଥାଏ ସାହିତ୍ୟ | ସମ୍ମାନିତ ଅତିଥି ଦଶପଲ୍ଲା ବିଧାୟକ ତଥା ନୟାଗଡ ଜିଲ୍ଲା ବିଜେଡି ସଭାପତି  ରମେଶ ଚନ୍ଦ୍ର ବେହେରା ନିଜ ନିର୍ବାଚନ ମଣ୍ଡଳୀରେ ଏହି ଉତ୍ସବ ଅନୁଷ୍ଠିତ ହୋଇଥିବାରୁ  ଖୁସି ବ୍ୟକ୍ତ କରିଥିଲେ |  ଉଦଘାଟନୀ ସଭାରେ ଅଧକ୍ଷତା  କରିଥିଲେ କଥାକାର ତଥା ତ୍ରୟମାସିକ ପତ୍ରିକା "ଅକ୍ଷ " ର ସମ୍ପାଦକ ହାଡିବନ୍ଧୁ ମହାକୁଡ଼ | ପେନ ଇନ ବୁକ୍ସ ଅଧ୍ୟକ୍ଷ ତଥା କଥାକାର ଶୁଭ୍ରାଂଶୁ ପଣ୍ଡା ସ୍ୱାଗତ ଭାଷଣ ଏବଂ ଧନ୍ୟବାଦ ଅର୍ପଣ କରିଥିଲେ | ଉକ୍ତ ଉତ୍ସବରେ ବିଭିନ୍ନ ଆଲୋଚନା  ଏବଂ ପ୍ରଶ୍ନ ଉତ୍ତର ଅଧିବେଶନ  ତଥା "ସାହିତ୍ୟ ର ସୀମା" "ଓଡ଼ିଆ ନାଟକ ର ମରୁଡି" "ସାହିତ୍ୟ ର ଆଧାର ବ୍ୟକ୍ତି ନା ବିଶ୍ୱ" "ନୟାଗଡ଼ ର ସାହିତ୍ୟ" ଶୀର୍ଷକ କୁ ନେଇ ସମପାନ ଓ ପରେ ବ୍ୟଙ୍ଗ କବିତା ଆସର ଶେଷ ମଞ୍ଚ ବେଶ ମନ ମୁଗ୍ଧକର ପରିବେଶ ସୃଷ୍ଟି କରିଥିଲା | ଏହି ଉତ୍ସବରେ ପ୍ରାୟ ଚାରିଶହରୁ ଉର୍ଦ୍ଧ କବି ଏବଂ ଲେଖକ  ଯୋଗ ଦେଇଥିଲେ | ଏହି ଉତ୍ସବ ରେ ତ୍ରୟମାସିକ ପତ୍ରିକା "ଅକ୍ଷ", ବ୍ୟଙ୍ଗ ପତ୍ରିକା "ଉତ୍କଳ ଘଣ୍ଟ", ଗଳ୍ପ ସଂକଳନ "କେବଳ କଥା" ସମେତ ଅନେକ ପୁସ୍ତକ ଉନ୍ମୋଚନ କରିଥିଲେ ଅତିଥି ମାନେ | କବି ଡ଼. ମୃତ୍ୟୁଞ୍ଜୟ ରଥ ମଂଚ ସଞ୍ଚାଳନ କରିଥିଲେ |


News Comment




Photo in News

Advertisment
Lastest News
  ଜିଲ୍ଲା  
ରାଷ୍ଟ୍ରୀୟ ଏକତା ଦିବସରେ ସ୍ୱାସ୍ଥ୍ୟ ମନ୍ତ୍ରୀଙ୍କ ୭୦ କିଲୋମିଟର ସାଇକେଲ ଯାତ୍ରା   31-Oct-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ଯୁବ ମହୋତ୍ସବ ୨୦୨୭ ପାଇଁ ପ୍ରସ୍ତୁତି, ନଭେମ୍ବର ୫ରୁ ପ୍ରତିଯୋଗିତା ଆରମ୍ଭ   31-Oct-2026
  ଜିଲ୍ଲା  
ବରୀ ରେ ରାଷ୍ଟ୍ରୀୟ ଏକତା ଅଭିଯାନ ନିଶା ମୁକ୍ତ ଓଡିଶା   31-Oct-2026
  ଜିଲ୍ଲା  
ବଲାଙ୍ଗୀର ଟାଉନ୍ ଥାନା ପକ୍ଷରୁ ରାଷ୍ଟ୍ରୀୟ ଏକତା ଦିବସ ପାଳିତ    31-Oct-2026
  ଜିଲ୍ଲା  
ମୁନୁପାଲିରେ ଏକ ଦିବସୀୟ ଫୁଟବଲ ଟୁର୍ଣ୍ଣାମେଣ୍ଟ , ଟ୍ରାଇବ୍ରେକର ରେ ଲେଣ୍ଡା ଦଳ ଚାମ୍ପିଅନ   31-Oct-2026
  ଜିଲ୍ଲା  
ପୂର୍ବତନ ପ୍ରଧାନ ମନ୍ତ୍ରୀ ସ୍ୱର୍ଗୀୟା ଇନ୍ଦିରା ଗାନ୍ଧୀଙ୍କ ୪୨ ତମ ଶ୍ରାଦ୍ଧ ବାର୍ଷିକୀପାଳିତ   31-Oct-2026
  ଜିଲ୍ଲା  
ମର୍ମନ୍ତୁଦ ସଡ଼କ ଦୁର୍ଘଟଣା।   31-Oct-2026
  ଜିଲ୍ଲା  
ବଲାଙ୍ଗୀର ଦିନ ପାଳନ ଉପଲକ୍ଷେ ଆଲୋଚନାଚକ୍ର "ସ୍ବପ୍ନ ଦେଖିବା ଜରୁରୀ,ମାତ୍ର ସ୍ୱପ୍ନକୁ ସାକାର କରିବାକୁ ଦୃଷ୍ଟିକୋଣ ରେ ପରିବର୍ତ୍ତନ ଆଣିବା ନିହାତି ଆବଶ୍ୟକ"   31-Oct-2026
  ଜିଲ୍ଲା  
ଜିଲ୍ଲା ଆଇନ ସେବା ପ୍ରାଧିକରଣ ପକ୍ଷରୁ ରାଷ୍ଟ୍ରୀୟ ଏକତା ଦିବସ ପାଳିତ   31-Oct-2026
  ଜିଲ୍ଲା  
*ନବରଙ୍ଗପୁର ଶିକ୍ଷା ବ୍ୟବସ୍ଥାରେ ଚିନ୍ତା!* *ଛୁଟି ପରେ ସ୍କୁଲ ଖୋଲିଲା, ଶିକ୍ଷକ ଉପସ୍ଥାନକୁ ନେଇ ପ୍ରଶ୍ନ — ତଦାରଖ ବ୍ୟବସ୍ଥା ଉପରେ ଉଠିଲା ଆଙ୍ଗୁଠି*   31-Oct-2026
  ଜିଲ୍ଲା  
ରାଷ୍ଟ୍ରୀୟ ଏକତା ଦିବସ ଅବସରରେ ଏକ ମାରାଥନ ଦୌଡ଼ କାର୍ଯ୍ୟକ୍ରମ   31-Oct-2026
  ଜିଲ୍ଲା  
ବ୍ଲକ ସ୍ତରୀୟ ମତ୍ସ୍ୟ ଓ ପ୍ରାଣୀସମ୍ପଦ ମେଳା -୨୦୨୬ ଅନୁଷ୍ଠିତ   31-Oct-2026

You Might Also Like