-+91-9937148622 |

prerana_bgr@rediffmail.com |

  Thursday 22nd October 2026 |

| | | |

R.N.I. Regd No. ODIODI/2010/46693

Breaking News

ମହାଦେବପାଳି ଦୁର୍ଗାପୂଜା,ରାବଣ ବଧ ସହ ରାବଣରାଜ ଉଦଯାପିତ   (21-Oct-2026)       ||      ମା’ ସୁରେଶ୍ୱରୀଙ୍କ ମହାଲକ୍ଷ୍ମୀ ବେଶ   (21-Oct-2026)       ||      ସମଲେଇପୂଜା ଅବସରରେ ଯାଦବ ସମାଜର ବନ୍ଧୁ ମିଳନ   (21-Oct-2026)       ||      କଣ୍ଟାମାଳରେ ଜମୁଛି ଶାରଦୀୟ ଦୁର୍ଗାପୂଜାର ଆସର♦️ ଆକର୍ଷଣୀୟ ତୋରଣ ଓ ରଙ୍ଗିନ ଆଲୋକମାଳାରେ ଝଲସୁଛି ଅଞ୍ଚଳ   (21-Oct-2026)       ||      *ଡାବୁଗାଁ ଦୁର୍ଗାପୂଜାରେ ଶତାଧିକ ଭକ୍ତଙ୍କ ସମାଗମରେ ସମ୍ପନ୍ନ ହେଲା ପୂର୍ଣ୍ଣାହୁତି*   (21-Oct-2026)       ||      *ଜିଲ୍ଲା ପୋଲିସ ପକ୍ଷରୁ ୬୬ ତମ ଶହୀଦ ସ୍ମୃତି ଦିବସ ପାଳିତ*   (21-Oct-2026)       ||      *ପୋଡ଼ାଗଡ ପୀଠରେ ପାରମ୍ପରିକ ଦଶହରା ପାଳିତ*   (21-Oct-2026)       ||      ଭୁବନେଶ୍ୱରରେ ବି.ଏମ୍. ଫାଉଣ୍ଡେସନ‌ ଦ୍ୱାରା ନବ ଉତ୍ସବ ଆୟୋଜନ   (21-Oct-2026)       ||      ବେନିଆବନ୍ଧ ରେ ଅଶୋକ ବିଜୟା ଦଶମୀ ପାଳିତ   (21-Oct-2026)       ||      ସତଲମା ରେ ସାର୍ବଜନୀନ ଦୁର୍ଗାପୂଜା ଅବସରରେ ଛପନ ଭୋଗ କାର୍ଯ୍ୟକ୍ରମ   (20-Oct-2026)       ||      ଏସ୍‌ଓଏସ୍‌ ଚିଲ୍‌ଡ୍ରେନ୍‌ସ ଭିଲେଜ୍‌ରେ ପିଲାମାନଙ୍କ ସହ ବିଜୟା ଦଶମୀ ପାଳିଲେ ରାଜ୍ୟପାଳ   (20-Oct-2026)       ||      ପେଶା ନିୟମ ଲାଗୁ ଓ ବ୍ରାହ୍ମଣୀଗାଁକୁ ନୂତନ ବ୍ଲକ ଗଠନ ଦାବିରେ ପଦଯାତ୍ରା ପ୍ରସ୍ତୁତି   (20-Oct-2026)       ||      ବରପାଲି କାଳୀ ପୂଜା ପାଇଁ ଶୁଭ ସ୍ତମ୍ଭ ସ୍ଥାପନ    (20-Oct-2026)       ||      ଭାଲୁ ଆକ୍ରମଣ ରେ ମୃତ୍ୟୁବରଣ କରିଥିବା ମୃତକଙ୍କ ପରିବାରକୁ ତୁରନ୍ତ ଆର୍ଥିକ ସହାୟତା ଓ ବନ୍ୟପ୍ରାଣୀ ଆକ୍ରମଣ ରୋକିବାକୁ ସ୍ୱତନ୍ତ୍ର ପଦକ୍ଷେପ ଗ୍ରହଣ ପାଇଁ ଦାବି   (20-Oct-2026)       ||      ଶ୍ରୀରାମ ବାବାମଠ ପରିଦର୍ଶନ ରେ ସାଂସଦ ପ୍ରଦୀପ ପୁରୋହିତ   (20-Oct-2026)       ||      ଦଶହରାରେ ମା’ ସୁରେଶ୍ୱରୀ ଓ ମା’ ଭଗବତୀଙ୍କ ରାଜରାଜେଶ୍ୱରୀ ବେଶ   (20-Oct-2026)       ||      ବନ ବିଭାଗର ମିଳିତ ଚଢ଼ାଉ, ଟ୍ରକ୍‌ ସହ ମୂଲ୍ୟବାନ କାଠ ଜବତ; ଜଣେ ଅଟକ   (20-Oct-2026)       ||      ବାଦପାଲି ଫୁଟବଲ ଟୁର୍ଣ୍ଣାମେଣ୍ଟରେ ତୁରୁମ ଦଳ ଚାମ୍ପିୟନ ଫାଇନାଲରେ ପତିକାରପାଲି ଦଳକୁ ହରାଇ ହାସଲ କଲା ବିଜୟ   (19-Oct-2026)       ||      ସୁବର୍ଣ୍ଣପୁରରେ ମା’ ସୁରେଶ୍ୱରୀଙ୍କ ମହିଷାମର୍ଦ୍ଦିନୀ ବେଶ, ମା’ ଭଗବତୀ ଓ ଦୁର୍ଗାଦେବୀଙ୍କ ସିଦ୍ଧିଦାତ୍ରୀ ବେଶ   (19-Oct-2026)       ||      *ପ୍ରଧାନ ଶିକ୍ଷୟତ୍ରୀ ସୁଭାଷିନୀ ନନ୍ଦ ଙ୍କ ବିୟୋଗ*- *ସୋନପୁର ଓ କଟକ ରେ ଶୋକ*- *ଅନ୍ତିମ ସଂସ୍କାର ରେ ଯୋଗ ଦେଲେ ଜଷ୍ଟିସ ଚିତ୍ତ ରଞ୍ଜନ ଦାଶ*-   (19-Oct-2026)       ||     

HOME   ଜିଲ୍ଲା

*ସ୍ୱାମୀ ବିବେକାନନ୍ଦ କଲେଜ ବରପାଲିରେ ସମ୍ବର୍ଦ୍ଧନା ଉତ୍ସବ ଉଦଯାପିତ*

29-May-2026



ବରପାଲି (ସୁଦାମ ଦୀପ )
ବରଗଡ଼ ଜିଲ୍ଲା ଅନ୍ତର୍ଗତ ବରପାଲି ବ୍ଲକ ସ୍ଥିତ ସ୍ଵାମୀ ବିବେକାନନ୍ଦ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ଚଳିତ ବର୍ଷ ବାର୍ଷିକ ପରୀକ୍ଷା ଫଳାଫଳରେ କୃତିତ୍ଵ ଅର୍ଜନ କରିଥିବା ଛାତ୍ରଛାତ୍ରୀ ଙ୍କୁ ଏକ ସମ୍ୱର୍ଦ୍ଧନା ଉତ୍ସବ ଅନୁଷ୍ଠିତ ହୋଇଯାଇଛି । କଲେଜ ଅଧ୍ୟକ୍ଷ ଶ୍ରୀଯୁକ୍ତ ଜିତେନ୍ଦ୍ର ସାହୁ ଙ୍କ ଅଧ୍ୟକ୍ଷତାରେ ସଭା କାର୍ଯ୍ୟ ଆରମ୍ଭ ହୋଇଥିଲା। ଏହି ଉତ୍ସବରେ ବରପାଲି ତହସିଲଦାର ଶ୍ରୀଯୁକ୍ତ ରୁକ୍ମଣ ମେହେର ମୁଖ୍ୟ ଅତିଥି ଭାବରେ ଯୋଗ ଦେଇଥିବା ବେଳେ ବ୍ଲକ୍ ଶିକ୍ଷା ଅଧିକାରୀ ଶ୍ରୀଯୁକ୍ତ ମୁକୁନ୍ଦ ମାହାରା ସମ୍ମାନିତ ଅତିଥି ରୂପେ ଯୋଗଦେଇ କାର୍ଯ୍ୟକ୍ରମକୁ ସଫଳ କରିଥିଲେ । ଏଥିରେ କଲେଜ୍ ପ୍ରତିଷ୍ଠାତା ଶ୍ରୀଯୁକ୍ତ ଆଲୋକ କୁମାର ଗୁପ୍ତା ଏବଂ ଶ୍ରୀଯୁକ୍ତ ତରଣି ସେନ୍ ବାରିକ ଙ୍କ ସମେତ ପୂର୍ବତନ ଅଧ୍ୟକ୍ଷ ଶ୍ରୀଯୁକ୍ତ ଶରତ ଚନ୍ଦ୍ର ପ୍ରଧାନ ସାର୍, କଲେଜର ଅନ୍ୟାନ୍ୟ ଅଧ୍ୟାପକ ଅଧ୍ୟାପିକା କୃତି ଛାତ୍ରଛାତ୍ରୀ ଉପସ୍ଥିତ ରହିଥିଲେ  । ମୁଖ୍ୟ ଅତିଥି ରୁକ୍ମଣ ମେହେର ତଥା ବ୍ଲକ୍ ଶିକ୍ଷାଧିକାରୀ କୃତି ଛାତ୍ରଛାତ୍ରୀଙ୍କୁ ସମ୍ବର୍ଦ୍ଧିତ କରିଥିଲେ । ଉଭୟ କଳା ଓ ବିଜ୍ଞାନ ବିଭାଗରେ ଯଥା କ୍ରମେ ରୋଜାଲିନ ଥପା ୯୨.୫ % ( ୫୫୫ ମାର୍କ ) ରଖି ବରପାଲି ବ୍ଲକ ଟପ୍ପର ହୋଇଥିବା ବେଳେ ଗୁଲସନ୍ କୁମାର ମହାକୁର ୮୦ % ପ୍ରତିଶତ ମାର୍କ ରଖି କଲେଜ୍ ପାଇଁ ଗୌରବ ଆଣିଥିଲେ । ସେହିପରି ମୋନାଲିସା ଭୋଇ ୮୭ % , ଶ୍ରୁତିରେଖା ମଲିକ୍ ୮୬ % ,  ଗିରିଧାରୀ ସାହୁ ୭୮% , ରିତିକ୍ ବେହେରା ୭୭% , ସ୍ନେହା ଭୋଇ ୭୫% ମାର୍କ ରଖି ନିଜ କଠିନ ପରିଶ୍ରମର ପରାକାଷ୍ଠା କୁ ପ୍ରଦର୍ଶିତ କରିଛନ୍ତି । ଏହା ସମେତ କଲେଜ୍ ର ୭୦ ରୁ ଉର୍ଦ୍ଧ୍ବ ପରୀକ୍ଷାର୍ଥୀ ପ୍ରଥମ ଶ୍ରେଣୀରେ ଉତ୍ତୀର୍ଣ୍ଣ ହୋଇଥିଲେ  । ସମସ୍ତ ଛାତ୍ରଛାତ୍ରୀଙ୍କୁ ମୁଖ୍ୟ ଅତିଥି ଅଭିବାଦନ ଜଣାଇବା ସହ ନିଜର ଅଭିଭାଷଣରେ କହିଥିଲେ ଏଇ ସଫଳତା ଶେଷ ନୁହେଁ ଆରମ୍ଭ ମାତ୍ର । Self Motivation ଦ୍ଵାରା ଜଣେ ଅସମ୍ଭବକୁ ସମ୍ଭବ କରିପାରିବ ଏହା କହି ଉତ୍ତମ ମାର୍ଗରେ ଗତିଶୀଳ ହେବାକୁ ପରାମର୍ଶ ଦେଇଥିଲେ । ସେପରି ବ୍ଲକ୍ ଶିକ୍ଷାଧିକାରୀ ବରପାଲି ବ୍ଲକରେ ଥିବା ୯ଟି କଲେଜ୍ ମଧ୍ୟରେ ସ୍ୱାମୀ ବିବେକାନନ୍ଦ କଲେଜ ର ଛାତ୍ରୀ ରୋଜାଲିନ ଥପା ପ୍ରଥମ ସ୍ଥାନରେ ରହି କଲେଜ୍ ପାଇଁ ଗୌରବ ଆଣିଥିବାରୁ ତାଙ୍କ କଠିନ ଅଧ୍ୟବସାୟ ସାଙ୍ଗକୁ କଲେଜର ଅଧ୍ୟାପକ ଅଧ୍ୟାପିକାଙ୍କ ମାର୍ଗ ଦର୍ଶନକୁ ପ୍ରଶଂସା କରିଥିଲେ । ସେ ନିଜେ ବକ୍ତବ୍ୟରେ କହିଥିଲେ,  ନିଜକୁ ସବୁବେଳେ ଶିଷ୍ୟ ରୂପରେ ବିଚରା କରୁଥିବା ବ୍ୟକ୍ତି ସମାଜରେ ଯୋଗ୍ୟତମ ବ୍ୟକ୍ତିଙ୍କ ମଧ୍ୟରୁ ଜଣେ ହୋଇଥାଏ , ନିଜକୁ ଆଗକୁ ନେବା ସାଙ୍ଗକୁ ଅନ୍ୟମାନଙ୍କୁ ଆଗକୁ ନେଇ ପାରେ । ଶେଷରେ ସମସ୍ତ କୃତି ଛାତ୍ରଛାତ୍ରୀଙ୍କୁ ଉତ୍ସାହିତ କରି ଶୁଭେଚ୍ଛା ଜଣାଇଥିଲେ । ଏହାପରେ କୃତି ଛାତ୍ରଛାତ୍ରୀ ନିଜ ମତାମତ ରଖିଥିଲେ । କାର୍ଯ୍ୟକ୍ରମକୁ ଓଡ଼ିଆ ଅଧ୍ୟାପକ ଶ୍ରୀମାନ୍ ଦିନ ଛତର ପରିଚାଳନା କରିଥିଲେ। ଶେଷରେ ଇଂରାଜୀ ଅଧ୍ୟାପିକା ସୁଶ୍ରୀ ଶାଳିନି ମେହେର ସମସ୍ତଙ୍କୁ ଧନ୍ୟବାଦ୍ ଅର୍ପଣ କରିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ମହାଦେବପାଳି ଦୁର୍ଗାପୂଜା,ରାବଣ ବଧ ସହ ରାବଣରାଜ ଉଦଯାପିତ   21-Oct-2026
  ଜିଲ୍ଲା  
ମା’ ସୁରେଶ୍ୱରୀଙ୍କ ମହାଲକ୍ଷ୍ମୀ ବେଶ   21-Oct-2026
  ଜିଲ୍ଲା  
ସମଲେଇପୂଜା ଅବସରରେ ଯାଦବ ସମାଜର ବନ୍ଧୁ ମିଳନ   21-Oct-2026
  ଜିଲ୍ଲା  
କଣ୍ଟାମାଳରେ ଜମୁଛି ଶାରଦୀୟ ଦୁର୍ଗାପୂଜାର ଆସର♦️ ଆକର୍ଷଣୀୟ ତୋରଣ ଓ ରଙ୍ଗିନ ଆଲୋକମାଳାରେ ଝଲସୁଛି ଅଞ୍ଚଳ   21-Oct-2026
  ଜିଲ୍ଲା  
*ଡାବୁଗାଁ ଦୁର୍ଗାପୂଜାରେ ଶତାଧିକ ଭକ୍ତଙ୍କ ସମାଗମରେ ସମ୍ପନ୍ନ ହେଲା ପୂର୍ଣ୍ଣାହୁତି*   21-Oct-2026
  ଜିଲ୍ଲା  
*ଜିଲ୍ଲା ପୋଲିସ ପକ୍ଷରୁ ୬୬ ତମ ଶହୀଦ ସ୍ମୃତି ଦିବସ ପାଳିତ*   21-Oct-2026
  ଜିଲ୍ଲା  
*ପୋଡ଼ାଗଡ ପୀଠରେ ପାରମ୍ପରିକ ଦଶହରା ପାଳିତ*   21-Oct-2026
  ଜିଲ୍ଲା  
ଭୁବନେଶ୍ୱରରେ ବି.ଏମ୍. ଫାଉଣ୍ଡେସନ‌ ଦ୍ୱାରା ନବ ଉତ୍ସବ ଆୟୋଜନ   21-Oct-2026
  ଜିଲ୍ଲା  
ବେନିଆବନ୍ଧ ରେ ଅଶୋକ ବିଜୟା ଦଶମୀ ପାଳିତ   21-Oct-2026
  ଜିଲ୍ଲା  
ସତଲମା ରେ ସାର୍ବଜନୀନ ଦୁର୍ଗାପୂଜା ଅବସରରେ ଛପନ ଭୋଗ କାର୍ଯ୍ୟକ୍ରମ   20-Oct-2026
  ଜିଲ୍ଲା  
ଏସ୍‌ଓଏସ୍‌ ଚିଲ୍‌ଡ୍ରେନ୍‌ସ ଭିଲେଜ୍‌ରେ ପିଲାମାନଙ୍କ ସହ ବିଜୟା ଦଶମୀ ପାଳିଲେ ରାଜ୍ୟପାଳ   20-Oct-2026
  ଜିଲ୍ଲା  
ପେଶା ନିୟମ ଲାଗୁ ଓ ବ୍ରାହ୍ମଣୀଗାଁକୁ ନୂତନ ବ୍ଲକ ଗଠନ ଦାବିରେ ପଦଯାତ୍ରା ପ୍ରସ୍ତୁତି   20-Oct-2026

You Might Also Like