-+91-9937148622 |

prerana_bgr@rediffmail.com |

  Monday 19th October 2026 |

| | | |

R.N.I. Regd No. ODIODI/2010/46693

Breaking News

ବାଦପାଲି ଫୁଟବଲ ଟୁର୍ଣ୍ଣାମେଣ୍ଟରେ ତୁରୁମ ଦଳ ଚାମ୍ପିୟନ ଫାଇନାଲରେ ପତିକାରପାଲି ଦଳକୁ ହରାଇ ହାସଲ କଲା ବିଜୟ   (19-Oct-2026)       ||      ସୁବର୍ଣ୍ଣପୁରରେ ମା’ ସୁରେଶ୍ୱରୀଙ୍କ ମହିଷାମର୍ଦ୍ଦିନୀ ବେଶ, ମା’ ଭଗବତୀ ଓ ଦୁର୍ଗାଦେବୀଙ୍କ ସିଦ୍ଧିଦାତ୍ରୀ ବେଶ   (19-Oct-2026)       ||      *ପ୍ରଧାନ ଶିକ୍ଷୟତ୍ରୀ ସୁଭାଷିନୀ ନନ୍ଦ ଙ୍କ ବିୟୋଗ*- *ସୋନପୁର ଓ କଟକ ରେ ଶୋକ*- *ଅନ୍ତିମ ସଂସ୍କାର ରେ ଯୋଗ ଦେଲେ ଜଷ୍ଟିସ ଚିତ୍ତ ରଞ୍ଜନ ଦାଶ*-   (19-Oct-2026)       ||      ବାଗ୍ମୀ ବିଶ୍ୱନାଥ କରଙ୍କ ଶ୍ରାଦ୍ଧ ବାର୍ଷିକୀରେ ଶ୍ରଦ୍ଧା ସୁମନ ଅର୍ପଣ    (19-Oct-2026)       ||      From Dussehra to Kumar Purnima: The Divine Continuum of Shakti, Prosperity and Knowledge in Odisha   (19-Oct-2026)       ||      ବଲାଙ୍ଗିର ନାଗରିକ କମିଟୀ ର କାର୍ଯ୍ୟକାରୀ କମିଟୀ ବୈଠକ♦️ ଲୋୟର ସୁକତେଲରୁ କେନାଲ ଯୋଗେ ଜଳସେଚନ ପାଇଁ ଦାବୀ   (19-Oct-2026)       ||      ଅତାବିରା ସାପ୍ତାହିକ ବଜାର ରେ ମାଁ ଜଗତଜନନୀଙ୍କ ପୂଜା,,,, ଲୋକକଳା ଓ ମନ୍ତ୍ରଧ୍ୱନିରେ କମ୍ପିଲା ୫୩ ନମ୍ବର ଜାତୀୟ ରାଜପଥ   (18-Oct-2026)       ||      ପଦଯାତ୍ରା ସଫଳ ନେଇ ବିନିକା ବିଜେଡିର ପ୍ରସ୍ତୁତି   (18-Oct-2026)       ||      ପାଣ୍ଡରାରେ ଜମୁଛି ଶାରଦୀୟ ଦୁର୍ଗାପୂଜାର ଆସର♦️ ଆକର୍ଷଣୀୟ ତୋରଣ ଓ ରଙ୍ଗିନ ଆଲୋକମାଳାରେ ଝଲସୁଛି ଅଞ୍ଚଳ   (18-Oct-2026)       ||      ଟିଟିଲାଗଡ ସ୍ୱାଧୀନପଡ଼ାର ୬୪ତମ ଦୁର୍ଗା ପୂଜା    (18-Oct-2026)       ||      ଦେବୀ ମାହେଶ୍ୱରୀଙ୍କ ସ୍ନାନ ଯାତ୍ରା(କଳାହାଣ୍ଡିର ଘୁମୁରା ବାଦ୍ୟ ଓ କୁକିଆର ବାଡ଼ି ଖେଳରେ ଫୁଲମୁଠୀ ଗ୍ରାମ ପ୍ରକମ୍ବିତ)   (18-Oct-2026)       ||      କେନ୍ଦ୍ରୀୟ ରଜକ ସେବା ସଂଘ ଦ୍ଵାରା ନୂତନ ରାଜ୍ୟପାଳ ଙ୍କୁ ଭୁବନେଶ୍ବର ରାଜଭବନରେ ଭବ୍ୟ ସ୍ଵାଗତ ସମ୍ବର୍ଦ୍ଧନା    (18-Oct-2026)       ||      ବ୍ରଜମୋହନ ରାମ ଓଡ଼ିଶାର ରାଜ୍ୟପାଳ ଭାବେ ଶପଥ ଗ୍ରହଣ କଲେ   (18-Oct-2026)       ||      ବଲାଙ୍ଗୀର ଦିନ୍ ଆୟୋଜକ କମିଟିର ସାମ୍ବାଦିକ ସମ୍ବିଳନୀ.. ୨୪ରୁ ୩୦ ତାରିଖ ପର୍ଯ୍ୟନ୍ତ ବିଭିନ୍ନ କାର୍ଯ୍ୟକ୍ରମ   (18-Oct-2026)       ||      *ବ୍ରାହ୍ମଣଙ୍କୁ ଅଶାଳୀନ ମନ୍ତବ୍ୟ* *ଶିକ୍ଷକ ଅରବିନ୍ଦ ରଣାଙ୍କୁ ତୁରନ୍ତ ଗିରଫ ଦାବୀରେ ଏସପି ଙ୍କୁ ସ୍ମାରକ ପତ୍ର ପ୍ରଦାନ*   (18-Oct-2026)       ||      *ସୋନପୁର ବ୍ଲକ ଛକ ଦୁର୍ଗା ପୂଜା ପାଇଁ ସାମ୍ୱାଦିକ ସମ୍ମିଳନୀ*- *ଏବର୍ଷ ପୂଜା ର ବଜେଟ ୨୭ଲକ୍ଷ*   (18-Oct-2026)       ||      ଭାଇ ଜିଉଁତିଆ: ଭାଇ-ଭଉଣୀର ପବିତ୍ର ବନ୍ଧନର ପର୍ବ   (18-Oct-2026)       ||      ନିଜ ପଦ ପର୍ଯ୍ୟାଦା ର ଗାରିମା ରଖନ୍ତୁ ନବ ନିଯୁକ୍ତ ରାଜ୍ୟପାଳ   (18-Oct-2026)       ||      ସୁବର୍ଣ୍ଣପୁରରେ ତିନି ଦେବୀଙ୍କ ମହାଗୌରୀ ବେଶ ପବିତ୍ରତା ଓ ଶାନ୍ତିର ଦିବ୍ୟ ସ୍ୱରୂପ   (18-Oct-2026)       ||      ବିଜୟପଲ୍ଲୀ ଶ୍ରୀ ଜଗନ୍ନାଥ ସଂସ୍କୃତ ମହାବିଦ୍ୟାଳୟରେ ଏବିଭିପିର ବିପୁଳ ବିଜୟ   (18-Oct-2026)       ||     

HOME   ଜିଲ୍ଲା

ପୂର୍ବତନ ଜିଲ୍ଲା ଶିକ୍ଷା ଅଧିକାରୀ ପ୍ରଦୀପ ନାଗଙ୍କୁ ବିଦାୟକାଳୀନ ସମ୍ବର୍ଦ୍ଧନା ପ୍ରଦାନ

31-May-2026



ବଲାଙ୍ଗୀର(ପ୍ରେରଣା ଖବର): ସ୍ଥାନୀୟ ଜିଲ୍ଲା ଶିକ୍ଷା କାର୍ଯ୍ୟାଳୟର ସମ୍ମିଳନୀ କକ୍ଷ ଠାରେ ଜିଲ୍ଲା ଶିକ୍ଷା ପରିବାର ତରଫରୁ ପୂର୍ବତନ ଜିଲ୍ଲା ଶିକ୍ଷା ଅଧିକାରୀ,ବଲାଙ୍ଗୀର ତଥା ଆଞ୍ଚଳିକ ଶିକ୍ଷା ନିର୍ଦ୍ଦେଶକ,ସମ୍ବଲପୁର ପ୍ରଦୀପ କୁମାର ନାଗ ଙ୍କୁ ଏକ ଭାବବିହ୍ଵଳ ଓ ଗରିମାମୟ ବିଦାୟକାଳୀନ ସମ୍ବର୍ଦ୍ଧନା ସଭା ଅନୁଷ୍ଠିତ ହୋଇଥିଲା।ଜିଲ୍ଲା ଶିକ୍ଷା ଅଧିକାରୀ ସୁଧାଂଶୁ ଶେଖର ମିଶ୍ର ଙ୍କ ସଭାପତିତ୍ୱରେ ଆୟୋଜିତ ଏହି ସଭାରେ ମୁଖ୍ୟ ବକ୍ତା ଭାବେ ଡିଏଭି,ଟିଟିଲାଗଡ ର ଅବସରପ୍ରାପ୍ତ ଅଧ୍ୟକ୍ଷ ଶିବ ପ୍ରସାଦ ବେହେରା, ସମ୍ମାନୀତ ଅତିଥି ଭାବେ ଅତିରିକ୍ତ ଜିଲ୍ଲା ଶିକ୍ଷା ଅଧିକାରୀ ପ୍ରବୀର କୁମାର ପଣ୍ଡା,ରୀନା କୁମାରୀ ବେହେରା ଓ ସେବାଶ୍ରୀ ଭୋଇ,ବଲାଙ୍ଗୀର ବିଇଓ ନୀଳମଣି ପଟେଲ,ଟିଟିଲାଗଡ ବିଇଓ ଆର୍ତ୍ତତ୍ରାଣ ରଥ ମଞ୍ଚାସୀନ ଥିଲେ।ଶିକ୍ଷା ବିଭାଗର ଅଧିକାରୀ,କର୍ମଚାରୀ,ଡିପିସି ଅଫିସ ର ସମସ୍ତ କର୍ମଚାରୀ,ବିଭିନ୍ନ ବିଦ୍ୟାଳୟ ର ପ୍ରଧାନ ଶିକ୍ଷକ,ପ୍ରଧାନ ଶିକ୍ଷୟତ୍ରୀ,ବିଭିନ୍ନ ବିଦ୍ୟାଳୟ ର ଶିକ୍ଷକ,ଶିକ୍ଷୟତ୍ରୀ ଏବଂ ଶୁଭେଛୁ ମାନଙ୍କ ଉପସ୍ଥିତିରେ ଅନୁଷ୍ଠିତ ଏହି ସଭାରେ ଜିଲ୍ଲା ଶିକ୍ଷା ଅଧିକାରୀ ଶ୍ରୀ ନାଗ ଙ୍କ ଦୀର୍ଘ ଶିକ୍ଷା ସେବା ଜୀବନକୁ ସ୍ମରଣ କରାଯାଇଥିଲା।ସଭାର ପ୍ରାରମ୍ଭରେ ଅତିଥିମାନେ ପୁଷ୍ପଗୁଚ୍ଛ ପ୍ରଦାନ କରି ଶ୍ରୀ ନାଗ ଙ୍କୁ ସ୍ୱାଗତ ଜଣାଇଥିଲେ।ପରେ ମୁଖ୍ୟବକ୍ତା ଶ୍ରୀ ବେହେରା,ସଇଁତଲା ବିଇଓ ଦିଲୀପ ଯୋଶୀ,ଜିଲ୍ଲା ବିଜ୍ଞାନ ତତ୍ୱାବଧାରକ ନବଘନ ସାହୁ,ବଲାଙ୍ଗୀର ବିଇଓ ନୀଳମଣି ପଟେଲ,ଡିପିସି ଅଫିସ ର ସିନିଅର ଟେକ୍ନିକାଲ କନ୍ସଲଟାଣ୍ଟ ଭୁବନାନନ୍ଦ ହୋତା ଙ୍କ ସମେତ ବିଭିନ୍ନ ବକ୍ତା ଶ୍ରୀ ନାଗ ଙ୍କ କାର୍ଯ୍ୟ ଦକ୍ଷତା,ନିଷ୍ଠା ଓ ପ୍ରଶାସନିକ କୌଶଳ ସମ୍ପର୍କରେ ଆଲୋକପାତ କରିଥିଲେ।ବିଭିନ୍ନ ବକ୍ତା ମାନେ ନିଜ ବକ୍ତବ୍ୟରେ ଶ୍ରୀ ନାଗ ବଲାଙ୍ଗୀର ଜିଲ୍ଲା ରେ ଜିଲ୍ଲା ଶିକ୍ଷା ଅଧିକାରୀ ଭାବେ ଦାୟିତ୍ୱ ପାଳନ ସମୟରେ ଶିକ୍ଷାର ମାନୋନ୍ନତି, ବିଦ୍ୟାଳୟ ପରିଚାଳନାରେ ସ୍ୱଚ୍ଛତା,ଶିକ୍ଷକ ମାନଙ୍କ ମଧ୍ୟରେ ଦାୟିତ୍ୱବୋଧ ଏବଂ ଛାତ୍ରଛାତ୍ରୀଙ୍କ ସର୍ବାଙ୍ଗୀଣ ବିକାଶ ପାଇଁ ଅନେକ ଉଲ୍ଲେଖନୀୟ ପଦକ୍ଷେପ ଗ୍ରହଣ କରିଥିଲେ ବୋଲି କହିଥିଲେ।ଅତିରିକ୍ତ ଜିଲ୍ଲା ଶିକ୍ଷା ଅଧିକାରୀ ପ୍ରବୀର ପଣ୍ଡା, ରୀନା କୁମାରୀ ବେହେରା ଓ ସେବାଶ୍ରୀ ଭୋଇ ନିଜ ବକ୍ତବ୍ୟରେ ଜିଲ୍ଲା ଶିକ୍ଷା ଅଧିକାରୀ ଶ୍ରୀ ନାଗ ଙ୍କ ନେତୃତ୍ୱରେ ଜିଲ୍ଲା ର ବିଭିନ୍ନ ଶିକ୍ଷାମୂଳକ କାର୍ଯ୍ୟକ୍ରମ ସଫଳତାର ସହିତ ରୂପାୟିତ ହୋଇଥିଲା ବୋଲି କହିବା ସହ ବିଦ୍ୟାଳୟ ଗୁଡିକରେ ଶିକ୍ଷାର ଗୁଣାତ୍ମକ ବିକାଶ,ଛାତ୍ରଛାତ୍ରୀ ଙ୍କ ଉପସ୍ଥାନ ବୃଦ୍ଧି, ପରୀକ୍ଷା ଫଳାଫଳ ରେ ଉନ୍ନତି ଏବଂ ସରକାରୀ ଯୋଜନାଗୁଡିକର ସଫଳ କାର୍ଯ୍ୟକାରିତା କ୍ଷେତ୍ରରେ ତାଙ୍କର ଅବଦାନ ସର୍ବଦା ସ୍ମରଣୀୟ ହୋଇ ରହିବ ବୋଲି କହିଥିଲେ।ନିଜ ବକ୍ତବ୍ୟରେ ଶ୍ରୀ ନାଗ ତାଙ୍କ କାର୍ଯ୍ୟକାଳ ମଧ୍ୟରେ ମିଳିଥିବା ସହଯୋଗ ପାଇଁ ସମସ୍ତ ଅଧିକାରୀ,ଶିକ୍ଷକ ଓ କର୍ମଚାରୀ ଙ୍କୁ କୃତଜ୍ଞତା ଜଣାଇଥିଲେ।ସେ କହିଥିଲେ ଯେ,ଶିକ୍ଷା କ୍ଷେତ୍ରର ଉନ୍ନତି କେବଳ ଜଣେ ବ୍ୟକ୍ତି ଙ୍କ ପକ୍ଷରେ ସମ୍ଭବ ନୁହେଁ,ବରଂ ସମସ୍ତଙ୍କ ମିଳିତ ପ୍ରୟାସ ଓ ସହଯୋଗ ଦ୍ୱାରା ଏହା ସମ୍ଭବ ହୋଇଥାଏ।ଭବିଷ୍ୟତ ରେ ମଧ୍ୟ ଶିକ୍ଷା କ୍ଷେତ୍ରର ଅଗ୍ରଗତି ପାଇଁ ସମସ୍ତେ ଏକତ୍ରିତ ହୋଇ କାମ କରିବାକୁ ସେ ଆହ୍ୱାନ ଜଣାଇଥିଲେ।ନିଜ ବକ୍ତବ୍ୟରେ ସେ କହିଥିଲେ ଯେ,ଦାୟିତ୍ୱ ନିର୍ବାହ ସମୟରେ ଶିକ୍ଷାର ଉନ୍ନତି ଓ କାର୍ଯ୍ୟ ର ସଫଳ ରୂପାୟନ ପାଇଁ ସେ କଠୋର ମନୋଭାବ ଅବଲମ୍ବନ କରିଥିଲେ। ଏହି କ୍ରମରେ କେବେ କେବେ କାହାକୁ କଠୋର ଭାଷାରେ ତାଗିଦ କିମ୍ବା ଭର୍ସନା କରିଥିଲେ,ତେବେ ତାହାକୁ ବ୍ୟକ୍ତିଗତ ଭାବେ ନ ନେବାକୁ ଅନୁରୋଧ କରିଥିଲେ।ତାଙ୍କର ସମସ୍ତ ପଦକ୍ଷେପ ଓ ନିଷ୍ପତ୍ତି କେବଳ ଶିକ୍ଷା ବ୍ୟବସ୍ଥା ର ଉନ୍ନତି ଏବଂ ଛାତ୍ରଛାତ୍ରୀ ଙ୍କ ହିତ କୁ ଦୃଷ୍ଟିରେ ରଖି ନିଆଯାଇଥିବା ସେ ପ୍ରକାଶ କରିଥିଲେ।ଏହି ଅବସରରେ ଅତିରିକ୍ତ ଜିଲ୍ଲା ଶିକ୍ଷାଧିକାରୀ ସେବାଶ୍ରୀ ଭୋଇ ଙ୍କ ମାର୍ଗଦର୍ଶନରେ ଜିଲ୍ଲା ପ୍ରକଳ୍ପ କାର୍ଯ୍ୟାଳୟ ର ପ୍ଳାନିଙ୍ଗ କୋର୍ଡିନେଟର ଦେବେଶ ମିଶ୍ର ଶ୍ରୀ ନାଗ ଙ୍କ କାର୍ଯ୍ୟକାଳ ସମୟରେ ଆୟୋଜିତ ବିଭିନ୍ନ ଶିକ୍ଷାଭିତ୍ତିକ କାର୍ଯ୍ୟକ୍ରମ,ବିଦ୍ୟାଳୟ ପରିଦର୍ଶନ,ସଫଳତା ଏବଂ ସ୍ମରଣୀୟ ମୁହୂର୍ତ୍ତ ଗୁଡିକର ସ୍ଥିର ଫୋଟୋ ଚିତ୍ର ଗୁଡିକୁ ସ୍ଲାଇଡ଼ ମାଧ୍ୟମରେ ପ୍ରଦର୍ଶନ କରିଥିଲେ।ପ୍ରଦର୍ଶିତ ଫୋଟୋ ଚିତ୍ରଗୁଡିକ ଉପସ୍ଥିତ ଅଧିକାରୀ ଓ ଶିକ୍ଷକମାନଙ୍କୁ ଶ୍ରୀ ନାଗ ଙ୍କ କାର୍ଯ୍ୟକାଳର ବିଭିନ୍ନ ସ୍ମୃତି କୁ ପୁନଃଜୀବିତ କରିଥିଲା ଏବଂ ସଭାର ପରିବେଶକୁ ଆହୁରି ଅଧିକ ଭାବପ୍ରବଣ କରିଥିଲା।ଶେଷରେ ଜିଲ୍ଲା ଶିକ୍ଷା କାର୍ଯ୍ୟାଳୟ,ଜିଲ୍ଲା ପ୍ରକଳ୍ପ କାର୍ଯ୍ୟାଳୟ,ଜିଲ୍ଲା ର ସମସ୍ତ ବ୍ଲକ ଶିକ୍ଷା ଅଧିକାରୀ,ଜିଲ୍ଲା ର ବିଭିନ୍ନ ବିଦ୍ୟାଳୟ,ଜୁନିଅର ରେଡକ୍ରସ ସୋସାଇଟି,ସ୍କାଉଟ ଗାଇଡ଼,କ୍ରୀଡା ଶିକ୍ଷକ ଶିକ୍ଷୟତ୍ରୀ ମାନଙ୍କ ତରଫରୁ ତାଙ୍କୁ ମାନପତ୍ର,ଉପଢୌକନ ଓ ସ୍ମୃତିଚିହ୍ନ ପ୍ରଦାନ କରାଯାଇ ଉତ୍ତୋରତ୍ତର ସୁସ୍ୱାସ୍ଥ୍ୟ,ସୁଖମୟ ଜୀବନ ଓ ଭବିଷ୍ୟତ ପାଇଁ ଶୁଭେଚ୍ଛା ଜଣାଯାଇଥିଲା।ଏହି ଅବସରରେ ଜିଲ୍ଲା ଶିକ୍ଷା କାର୍ଯ୍ୟାଳୟ ର କର୍ମଚାରୀ କରୁଣା ସା ଙ୍କୁ ମଧ୍ୟ ତାଙ୍କ କର୍ମମୟ ଜୀବନରୁ ଅବସର ଗ୍ରହଣ କରିଥିବା ହେତୁ ପୁଷ୍ପାଗୁଚ୍ଛ,ଉତ୍ତରୀୟ ଓ ଉପଢୌକନ ପ୍ରଦାନ କରାଯାଇଥିଲା।କାର୍ଯ୍ୟକ୍ରମ ର ସଂଯୋଜନା ଶିକ୍ଷକ ହେମନ୍ତ ପ୍ରଧାନ କରିଥିବା ବେଳେ ଜିଲ୍ଲା ଶିକ୍ଷା କାର୍ଯ୍ୟାଳୟ ର ପଞ୍ଚସଖା ଶିକ୍ଷା ସେତୁ ର ସଂଯୋଜକ ଦୁର୍ଗାପ୍ରସାଦ ପାଣିଗ୍ରାହୀ ଧନ୍ୟବାଦ ଅର୍ପଣ କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ବାଦପାଲି ଫୁଟବଲ ଟୁର୍ଣ୍ଣାମେଣ୍ଟରେ ତୁରୁମ ଦଳ ଚାମ୍ପିୟନ ଫାଇନାଲରେ ପତିକାରପାଲି ଦଳକୁ ହରାଇ ହାସଲ କଲା ବିଜୟ   19-Oct-2026
  ଜିଲ୍ଲା  
ସୁବର୍ଣ୍ଣପୁରରେ ମା’ ସୁରେଶ୍ୱରୀଙ୍କ ମହିଷାମର୍ଦ୍ଦିନୀ ବେଶ, ମା’ ଭଗବତୀ ଓ ଦୁର୍ଗାଦେବୀଙ୍କ ସିଦ୍ଧିଦାତ୍ରୀ ବେଶ   19-Oct-2026
  ଜିଲ୍ଲା  
*ପ୍ରଧାନ ଶିକ୍ଷୟତ୍ରୀ ସୁଭାଷିନୀ ନନ୍ଦ ଙ୍କ ବିୟୋଗ*- *ସୋନପୁର ଓ କଟକ ରେ ଶୋକ*- *ଅନ୍ତିମ ସଂସ୍କାର ରେ ଯୋଗ ଦେଲେ ଜଷ୍ଟିସ ଚିତ୍ତ ରଞ୍ଜନ ଦାଶ*-   19-Oct-2026
  ରାଜ୍ୟ  
ବାଗ୍ମୀ ବିଶ୍ୱନାଥ କରଙ୍କ ଶ୍ରାଦ୍ଧ ବାର୍ଷିକୀରେ ଶ୍ରଦ୍ଧା ସୁମନ ଅର୍ପଣ   19-Oct-2026
  ଜିଲ୍ଲା  
From Dussehra to Kumar Purnima: The Divine Continuum of Shakti, Prosperity and Knowledge in Odisha   19-Oct-2026
  ଜିଲ୍ଲା  
ବଲାଙ୍ଗିର ନାଗରିକ କମିଟୀ ର କାର୍ଯ୍ୟକାରୀ କମିଟୀ ବୈଠକ♦️ ଲୋୟର ସୁକତେଲରୁ କେନାଲ ଯୋଗେ ଜଳସେଚନ ପାଇଁ ଦାବୀ   19-Oct-2026
  ଜିଲ୍ଲା  
ଅତାବିରା ସାପ୍ତାହିକ ବଜାର ରେ ମାଁ ଜଗତଜନନୀଙ୍କ ପୂଜା,,,, ଲୋକକଳା ଓ ମନ୍ତ୍ରଧ୍ୱନିରେ କମ୍ପିଲା ୫୩ ନମ୍ବର ଜାତୀୟ ରାଜପଥ   18-Oct-2026
  ଜିଲ୍ଲା  
ପଦଯାତ୍ରା ସଫଳ ନେଇ ବିନିକା ବିଜେଡିର ପ୍ରସ୍ତୁତି   18-Oct-2026
  ମହାନଗର  
ପାଣ୍ଡରାରେ ଜମୁଛି ଶାରଦୀୟ ଦୁର୍ଗାପୂଜାର ଆସର♦️ ଆକର୍ଷଣୀୟ ତୋରଣ ଓ ରଙ୍ଗିନ ଆଲୋକମାଳାରେ ଝଲସୁଛି ଅଞ୍ଚଳ   18-Oct-2026
  ଜିଲ୍ଲା  
ଟିଟିଲାଗଡ ସ୍ୱାଧୀନପଡ଼ାର ୬୪ତମ ଦୁର୍ଗା ପୂଜା   18-Oct-2026
  ଜିଲ୍ଲା  
ଦେବୀ ମାହେଶ୍ୱରୀଙ୍କ ସ୍ନାନ ଯାତ୍ରା(କଳାହାଣ୍ଡିର ଘୁମୁରା ବାଦ୍ୟ ଓ କୁକିଆର ବାଡ଼ି ଖେଳରେ ଫୁଲମୁଠୀ ଗ୍ରାମ ପ୍ରକମ୍ବିତ)   18-Oct-2026
  ଜିଲ୍ଲା  
କେନ୍ଦ୍ରୀୟ ରଜକ ସେବା ସଂଘ ଦ୍ଵାରା ନୂତନ ରାଜ୍ୟପାଳ ଙ୍କୁ ଭୁବନେଶ୍ବର ରାଜଭବନରେ ଭବ୍ୟ ସ୍ଵାଗତ ସମ୍ବର୍ଦ୍ଧନା   18-Oct-2026

You Might Also Like