-+91-9937148622 |
prerana_bgr@rediffmail.com |
Tuesday 2nd June 2026 |
R.N.I. Regd No. ODIODI/2010/46693
Breaking News
01-Jun-2026
ଯାଜପୁର(ପ୍ରଦୀପ କୁମାର ମଲ୍ଲିକ): ଯାଜପୁର ଜିଲ୍ଲା ପ୍ରଶାସନ ପକ୍ଷରୁ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଶିବିର ଜିଲ୍ଲା ପରିଷଦ ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ହୋଇଯାଇଅଛି। ଏହି ଅଭିଯୋଗ ଶିବିରରେ ଉପସ୍ଥିତ ରହି ଜିଲ୍ଲାପାଳ ଶ୍ରୀ ଅମ୍ବର କୁମାର କର ଜନସାଧାରଣଙ୍କ ବିଭିନ୍ନ ଆପତ୍ତି ଅଭିଯୋଗର ଶୁଣାଣି କରି ଥିଲେ। ବିଭାଗୀୟ ଅଧିକାରୀ ମାନେ ଏହି ଅଭିଯୋଗ ଗୁଡିକ ଯାଞ୍ଚ କରିବେ ଓ ଯେଉଁମାନେ ଯୋଗ୍ୟ ଅଛନ୍ତି ସେମାନଙ୍କର
ଯଥାସମ୍ଭବ ସମସ୍ୟାର ସମାଧାନ କରାଯିବ ବୋଲି ଜିଲ୍ଲାପାଳ ପ୍ରକାଶ କରିଥିଲେ। ମୋଟ ୩୧୧ ଟି ଅଭିଯୋଗ ପଞ୍ଜୀକୃତ ହୋଇଥିଲା। ସେଥିମଧ୍ୟରୁ ବ୍ୟକ୍ତିଗତ ସମସ୍ୟା ସମ୍ପର୍କୀୟ ୨୫୫ ଗୋଟି, ଗୋଷ୍ଠୀଗତ ସମସ୍ୟା ସମ୍ପର୍କୀୟ ୦୬ ଗୋଟି, ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିରୁ ସହାୟତା ନିମନ୍ତେ ୪୬ ଗୋଟି ରେଡକ୍ରସ ପାଣ୍ଠିରୁ ୦୪ ଗୋଟି ଅଭିଯୋଗର ଶୁଣାଣି କରାଯାଇଥିଲା। ୧୧୬ ଟି ଅଭିଯୋଗର ତତ୍କାଳ ଫଇସଲା
କରାଯାଇଥିଲା। ଏହି ମିଳିତ ଜନ ଅଭିଯୋଗ ଶୁଣାଣି ଶିବିରରେ ଆରକ୍ଷୀ ଅଧିକ୍ଷକ, ଯାଜପୁର ୟଶପ୍ରତାପ ଶ୍ରୀମାଲ, ଜିଲ୍ଲା ପରିଷଦ ମୁଖ୍ୟ ଉନ୍ନୟନ ତଥା କାର୍ଯ୍ୟ ନିର୍ବାହୀ ଅଧିକାରୀ ଦେବୀ ପ୍ରସାଦ ମହାନ୍ତି, ଉପଜିଲ୍ଲାପାଳ ତାପସ ରଞ୍ଜନ ଦେହୁରୀ, ଗୋଷ୍ଠୀ ଉନ୍ନୟନ ଅଧିକାରୀ, ଯାଜପୁର ବ୍ରହ୍ମାନନ୍ଦ ବେହେରା, ତହସିଲଦାର , ଯାଜପୁର ରବିନାରାୟଣ ପାଢ଼ୀ ଓ ଜିଲ୍ଲାସ୍ତରୀୟ ଅଧିକାରୀ, କ୍ଷେତ୍ରୀୟ ଅଧିକାରୀ, ବ୍ଲକ ସ୍ତରୀୟ ଅଧିକାରୀ ପ୍ରମୁଖ ଉପସ୍ଥିତ ରହି ଜନସାଧାରଣଙ୍କର ଆପତ୍ତି ଅଭିଯୋଗର ଶୁଣାଣି କରିଥିଲେ।