-+91-9937148622 |

prerana_bgr@rediffmail.com |

  Monday 19th October 2026 |

| | | |

R.N.I. Regd No. ODIODI/2010/46693

Breaking News

ଅତାବିରା ସାପ୍ତାହିକ ବଜାର ରେ ମାଁ ଜଗତଜନନୀଙ୍କ ପୂଜା,,,, ଲୋକକଳା ଓ ମନ୍ତ୍ରଧ୍ୱନିରେ କମ୍ପିଲା ୫୩ ନମ୍ବର ଜାତୀୟ ରାଜପଥ   (18-Oct-2026)       ||      ପଦଯାତ୍ରା ସଫଳ ନେଇ ବିନିକା ବିଜେଡିର ପ୍ରସ୍ତୁତି   (18-Oct-2026)       ||      ପାଣ୍ଡରାରେ ଜମୁଛି ଶାରଦୀୟ ଦୁର୍ଗାପୂଜାର ଆସର♦️ ଆକର୍ଷଣୀୟ ତୋରଣ ଓ ରଙ୍ଗିନ ଆଲୋକମାଳାରେ ଝଲସୁଛି ଅଞ୍ଚଳ   (18-Oct-2026)       ||      ଟିଟିଲାଗଡ ସ୍ୱାଧୀନପଡ଼ାର ୬୪ତମ ଦୁର୍ଗା ପୂଜା    (18-Oct-2026)       ||      ଦେବୀ ମାହେଶ୍ୱରୀଙ୍କ ସ୍ନାନ ଯାତ୍ରା(କଳାହାଣ୍ଡିର ଘୁମୁରା ବାଦ୍ୟ ଓ କୁକିଆର ବାଡ଼ି ଖେଳରେ ଫୁଲମୁଠୀ ଗ୍ରାମ ପ୍ରକମ୍ବିତ)   (18-Oct-2026)       ||      କେନ୍ଦ୍ରୀୟ ରଜକ ସେବା ସଂଘ ଦ୍ଵାରା ନୂତନ ରାଜ୍ୟପାଳ ଙ୍କୁ ଭୁବନେଶ୍ବର ରାଜଭବନରେ ଭବ୍ୟ ସ୍ଵାଗତ ସମ୍ବର୍ଦ୍ଧନା    (18-Oct-2026)       ||      ବ୍ରଜମୋହନ ରାମ ଓଡ଼ିଶାର ରାଜ୍ୟପାଳ ଭାବେ ଶପଥ ଗ୍ରହଣ କଲେ   (18-Oct-2026)       ||      ବଲାଙ୍ଗୀର ଦିନ୍ ଆୟୋଜକ କମିଟିର ସାମ୍ବାଦିକ ସମ୍ବିଳନୀ.. ୨୪ରୁ ୩୦ ତାରିଖ ପର୍ଯ୍ୟନ୍ତ ବିଭିନ୍ନ କାର୍ଯ୍ୟକ୍ରମ   (18-Oct-2026)       ||      *ବ୍ରାହ୍ମଣଙ୍କୁ ଅଶାଳୀନ ମନ୍ତବ୍ୟ* *ଶିକ୍ଷକ ଅରବିନ୍ଦ ରଣାଙ୍କୁ ତୁରନ୍ତ ଗିରଫ ଦାବୀରେ ଏସପି ଙ୍କୁ ସ୍ମାରକ ପତ୍ର ପ୍ରଦାନ*   (18-Oct-2026)       ||      *ସୋନପୁର ବ୍ଲକ ଛକ ଦୁର୍ଗା ପୂଜା ପାଇଁ ସାମ୍ୱାଦିକ ସମ୍ମିଳନୀ*- *ଏବର୍ଷ ପୂଜା ର ବଜେଟ ୨୭ଲକ୍ଷ*   (18-Oct-2026)       ||      ଭାଇ ଜିଉଁତିଆ: ଭାଇ-ଭଉଣୀର ପବିତ୍ର ବନ୍ଧନର ପର୍ବ   (18-Oct-2026)       ||      ନିଜ ପଦ ପର୍ଯ୍ୟାଦା ର ଗାରିମା ରଖନ୍ତୁ ନବ ନିଯୁକ୍ତ ରାଜ୍ୟପାଳ   (18-Oct-2026)       ||      ସୁବର୍ଣ୍ଣପୁରରେ ତିନି ଦେବୀଙ୍କ ମହାଗୌରୀ ବେଶ ପବିତ୍ରତା ଓ ଶାନ୍ତିର ଦିବ୍ୟ ସ୍ୱରୂପ   (18-Oct-2026)       ||      ବିଜୟପଲ୍ଲୀ ଶ୍ରୀ ଜଗନ୍ନାଥ ସଂସ୍କୃତ ମହାବିଦ୍ୟାଳୟରେ ଏବିଭିପିର ବିପୁଳ ବିଜୟ   (18-Oct-2026)       ||      କଣ୍ଟାବାଞ୍ଜି ସହରରେ ପୁଣି ଭାଲୁ ଆତଙ୍କ♦️ ଭାଲୁ ଆକ୍ରମଣରେ ଜଣେ ବ୍ୟକ୍ତିଙ୍କ ମୃତ୍ୟୁ   (18-Oct-2026)       ||      କଣ୍ଟାବାଞ୍ଜି ସହରରେ ପୁଣି ଭାଲୁ ଆତଙ୍କ। ଭାଲୁ ଆକ୍ରମଣରେ ଜଣେ ବ୍ୟକ୍ତିଙ୍କ ମୃତ୍ୟୁ    (18-Oct-2026)       ||      ଦୋଳ ଗୋବିନ୍ଦ ଦେଓଙ୍କ ଦେହାନ୍ତ   (18-Oct-2026)       ||      ଗଣିତ ଗବେଷଣା କ୍ଷେତ୍ରରେ ବଡ଼ ସଫଳତା: ଇଣ୍ଡିଆଜ୍ ୟଙ୍ଗ ସାଇଣ୍ଟିଷ୍ଟ ଆୱାର୍ଡରେ ସମ୍ମାନିତ ହେଲେ ଟିଟିଲାଗଡର ଏକତା ମିଶ୍ର   (18-Oct-2026)       ||      *ଡାବୁଗାଁରେ ଆରମ୍ଭ ହେଲା ଦୁର୍ଗା ପୂଜା*   (18-Oct-2026)       ||      ଗଣିତ ଗବେଷଣା    (17-Oct-2026)       ||     

HOME   ଜିଲ୍ଲା

ଲୋକଙ୍କ ବିଶ୍ୱାସ ଜିତିଥିବା ଅତିରିକ୍ତ କମିଶନରଙ୍କୁ ଭାବବିହ୍ୱଳ ବିଦାୟୀ ସମ୍ବର୍ଦ୍ଧନା

01-Jun-2026




ଯାଜପୁର(ପ୍ରଦୀପ କୁମାର ମଲ୍ଲିକ): ଯାଜପୁର ଜିଲ୍ଲା ବ୍ୟାସନଗରସ୍ଥିତ ଅତିରିକ୍ତ କମିଶନର କାର୍ଯ୍ୟାଳୟରେ ଅତିରିକ୍ତ କମିଶନର ଅକ୍ଷୟ କୁମାର ମଲ୍ଲିକଙ୍କୁ ଶନିବାର ଭାବବିହ୍ୱଳ ପରିବେଶ ମଧ୍ୟରେ ବିଦାୟୀ ସମ୍ବର୍ଦ୍ଧନା ପ୍ରଦାନ କରାଯାଇଛି। ଦୀର୍ଘ ଦୁଇ ବର୍ଷର କାର୍ଯ୍ୟକାଳ ମଧ୍ୟରେ ସେ ନିଜର ଦକ୍ଷ ପ୍ରଶାସନିକ କାର୍ଯ୍ୟଦକ୍ଷତା, ମାନବିକ ଦୃଷ୍ଟିଭଙ୍ଗୀ ଓ ସାଧାରଣ ଲୋକଙ୍କ ପ୍ରତି ସମର୍ପିତ ଭାବନା ଯୋଗୁଁ ଲୋକ ମାନଙ୍କ ବିଶ୍ୱାସ ଭାଜନ ହୋଇପାରିଥିବା ଆଲୋଚନା କରା ଯାଇଥିଲା। କମିଶନରଙ୍କ କାର୍ଯ୍ୟାଳୟରେ ଆୟୋଜିତ ଏହି ବିଦାୟୀ କାର୍ଯ୍ୟକ୍ରମରେ କର୍ମଚାରୀମାନଙ୍କ ପକ୍ଷରୁ ପୁଷ୍ପଗୁଚ୍ଛ, ଫୁଲମାଳା ପ୍ରଦାନ ସହ କେକ୍ କାଟି ସମ୍ମାନଜନକ ଭାବେ ସମ୍ବର୍ଦ୍ଧନା ଜଣାଯାଇଥିଲା। ଏହା ସହିତ ଯାଜପୁରରୋଡ଼ ଓକିଲ ସଂଘ ଓ ଆଇନଜୀବୀମାନଙ୍କ ପକ୍ଷରୁ ମଧ୍ୟ ଅକ୍ଷୟ କୁମାର ମଲ୍ଲିକଙ୍କୁ ଭବ୍ୟ ସମ୍ବର୍ଦ୍ଧନା ଜ୍ଞାପନ କରାଯାଇଥିଲା। ଏହି ଅବସରରେ ତାଙ୍କ ଚାକିରି ଜୀବନ ଉପରେ ଆଲୋକପାତ କରାଯାଇଥିଲା। ସେ ଜୀବନର ପ୍ରଥମ ପୋଷ୍ଟିଂ ଭଦ୍ରକରୁ ବଣାଇରେ ଯୋଗଦେଇଥିବା ବେଳେ ପରବର୍ତ୍ତୀ ସମୟରେ ବିଂଝାରପୁର, ଯାଜପୁର ସମେତ ବିଭିନ୍ନ ସ୍ଥାନରେ କାର୍ଯ୍ୟ କରିବାର ସୁଯୋଗ ପାଇଥିଲେ। କଳିଙ୍ଗନଗର କମିଶନର କାର୍ଯ୍ୟାଳୟରେ ଦୁଇ ବର୍ଷର କାର୍ଯ୍ୟକାଳ ମଧ୍ୟରେ ସେ ଅନେକ ଲୋକମୁଖୀ ଓ ପ୍ରଶାସନିକ କାର୍ଯ୍ୟ ସଫଳତାର ସହ ସମ୍ପାଦନ କରିଥିବା କୁହାଯାଇଥିଲା। ନିଜ ଅଭିଭାଷଣରେ ଅକ୍ଷୟ କୁମାର ମଲ୍ଲିକ ମାଟି ସହ ମଣିଷର ସମ୍ପର୍କକୁ ସବୁବେଳେ ଅତୁଟ ରଖିବା ଉପରେ ଗୁରୁତ୍ୱ ଆରୋପ କରିଥିଲେ। ସେ କହିଥିଲେ ଯେ, ୧୯୨୮ ମସିହାରୁ ରହିଆସୁଥିବା କୌଣସି ପରିବାରକୁ ଯଦି ସେଟେଲମେଣ୍ଟ ପ୍ରକ୍ରିୟାରେ ବଞ୍ଚିତ କରାଯିବ କିମ୍ବା ଲୋକଙ୍କୁ ତାଙ୍କର ଭିଟାମାଟିରୁ ଅଲଗା କରାଯିବ, ତାହା କେବେବି ଉଚିତ ନୁହେଁ। ସାଧାରଣ ଲୋକଙ୍କ ସ୍ୱର ଭାବେ ଆଇନଜୀବୀମାନେ ଆଗକୁ ଆସିବା ଆବଶ୍ୟକ ବୋଲି ସେ ମତପ୍ରକାଶ କରିଥିଲେ। ଲୋକଙ୍କ ସମସ୍ୟାର ସମାଧାନ ପାଇଁ ଆଇନଗତ ପଦକ୍ଷେପ, କାଗଜପତ୍ର ଓ କଲମର ସଠିକ୍ ବ୍ୟବହାରକୁ ପ୍ରାଧାନ୍ୟ ଦେବା ଉପରେ ସେ ଜୋର ଦେଇ ଥିଲେ। ଏହି ବିଦାୟୀ ସମାରୋହରେ ଅତିରିକ୍ତ କମିଶନର କାର୍ଯ୍ୟାଳୟର କର୍ମଚାରୀ, ଆଇନଜୀବୀ ଏବଂ ବହୁ ଶୁଭେଚ୍ଛୁ ଉପସ୍ଥିତ ରହି ତାଙ୍କ ଉଜ୍ଜ୍ୱଳ ଭବିଷ୍ୟତ ଓ ସୁସ୍ଥ ସୁଖମୟ ଜୀବନ କାମନା କରିଥିଲେ |


News Comment




Photo in News

Advertisment
Lastest News
  ଜିଲ୍ଲା  
ଅତାବିରା ସାପ୍ତାହିକ ବଜାର ରେ ମାଁ ଜଗତଜନନୀଙ୍କ ପୂଜା,,,, ଲୋକକଳା ଓ ମନ୍ତ୍ରଧ୍ୱନିରେ କମ୍ପିଲା ୫୩ ନମ୍ବର ଜାତୀୟ ରାଜପଥ   18-Oct-2026
  ଜିଲ୍ଲା  
ପଦଯାତ୍ରା ସଫଳ ନେଇ ବିନିକା ବିଜେଡିର ପ୍ରସ୍ତୁତି   18-Oct-2026
  ମହାନଗର  
ପାଣ୍ଡରାରେ ଜମୁଛି ଶାରଦୀୟ ଦୁର୍ଗାପୂଜାର ଆସର♦️ ଆକର୍ଷଣୀୟ ତୋରଣ ଓ ରଙ୍ଗିନ ଆଲୋକମାଳାରେ ଝଲସୁଛି ଅଞ୍ଚଳ   18-Oct-2026
  ଜିଲ୍ଲା  
ଟିଟିଲାଗଡ ସ୍ୱାଧୀନପଡ଼ାର ୬୪ତମ ଦୁର୍ଗା ପୂଜା   18-Oct-2026
  ଜିଲ୍ଲା  
ଦେବୀ ମାହେଶ୍ୱରୀଙ୍କ ସ୍ନାନ ଯାତ୍ରା(କଳାହାଣ୍ଡିର ଘୁମୁରା ବାଦ୍ୟ ଓ କୁକିଆର ବାଡ଼ି ଖେଳରେ ଫୁଲମୁଠୀ ଗ୍ରାମ ପ୍ରକମ୍ବିତ)   18-Oct-2026
  ଜିଲ୍ଲା  
କେନ୍ଦ୍ରୀୟ ରଜକ ସେବା ସଂଘ ଦ୍ଵାରା ନୂତନ ରାଜ୍ୟପାଳ ଙ୍କୁ ଭୁବନେଶ୍ବର ରାଜଭବନରେ ଭବ୍ୟ ସ୍ଵାଗତ ସମ୍ବର୍ଦ୍ଧନା   18-Oct-2026
  ଜିଲ୍ଲା  
ବ୍ରଜମୋହନ ରାମ ଓଡ଼ିଶାର ରାଜ୍ୟପାଳ ଭାବେ ଶପଥ ଗ୍ରହଣ କଲେ   18-Oct-2026
  ଜିଲ୍ଲା  
ବଲାଙ୍ଗୀର ଦିନ୍ ଆୟୋଜକ କମିଟିର ସାମ୍ବାଦିକ ସମ୍ବିଳନୀ.. ୨୪ରୁ ୩୦ ତାରିଖ ପର୍ଯ୍ୟନ୍ତ ବିଭିନ୍ନ କାର୍ଯ୍ୟକ୍ରମ   18-Oct-2026
  ଜିଲ୍ଲା  
*ବ୍ରାହ୍ମଣଙ୍କୁ ଅଶାଳୀନ ମନ୍ତବ୍ୟ* *ଶିକ୍ଷକ ଅରବିନ୍ଦ ରଣାଙ୍କୁ ତୁରନ୍ତ ଗିରଫ ଦାବୀରେ ଏସପି ଙ୍କୁ ସ୍ମାରକ ପତ୍ର ପ୍ରଦାନ*   18-Oct-2026
  ଜିଲ୍ଲା  
*ସୋନପୁର ବ୍ଲକ ଛକ ଦୁର୍ଗା ପୂଜା ପାଇଁ ସାମ୍ୱାଦିକ ସମ୍ମିଳନୀ*- *ଏବର୍ଷ ପୂଜା ର ବଜେଟ ୨୭ଲକ୍ଷ*   18-Oct-2026
  ଜିଲ୍ଲା  
ଭାଇ ଜିଉଁତିଆ: ଭାଇ-ଭଉଣୀର ପବିତ୍ର ବନ୍ଧନର ପର୍ବ   18-Oct-2026
  ରାଜ୍ୟ  
ନିଜ ପଦ ପର୍ଯ୍ୟାଦା ର ଗାରିମା ରଖନ୍ତୁ ନବ ନିଯୁକ୍ତ ରାଜ୍ୟପାଳ   18-Oct-2026

You Might Also Like