-+91-9937148622 |

prerana_bgr@rediffmail.com |

  Monday 19th October 2026 |

| | | |

R.N.I. Regd No. ODIODI/2010/46693

Breaking News

ଅତାବିରା ସାପ୍ତାହିକ ବଜାର ରେ ମାଁ ଜଗତଜନନୀଙ୍କ ପୂଜା,,,, ଲୋକକଳା ଓ ମନ୍ତ୍ରଧ୍ୱନିରେ କମ୍ପିଲା ୫୩ ନମ୍ବର ଜାତୀୟ ରାଜପଥ   (18-Oct-2026)       ||      ପଦଯାତ୍ରା ସଫଳ ନେଇ ବିନିକା ବିଜେଡିର ପ୍ରସ୍ତୁତି   (18-Oct-2026)       ||      ପାଣ୍ଡରାରେ ଜମୁଛି ଶାରଦୀୟ ଦୁର୍ଗାପୂଜାର ଆସର♦️ ଆକର୍ଷଣୀୟ ତୋରଣ ଓ ରଙ୍ଗିନ ଆଲୋକମାଳାରେ ଝଲସୁଛି ଅଞ୍ଚଳ   (18-Oct-2026)       ||      ଟିଟିଲାଗଡ ସ୍ୱାଧୀନପଡ଼ାର ୬୪ତମ ଦୁର୍ଗା ପୂଜା    (18-Oct-2026)       ||      ଦେବୀ ମାହେଶ୍ୱରୀଙ୍କ ସ୍ନାନ ଯାତ୍ରା(କଳାହାଣ୍ଡିର ଘୁମୁରା ବାଦ୍ୟ ଓ କୁକିଆର ବାଡ଼ି ଖେଳରେ ଫୁଲମୁଠୀ ଗ୍ରାମ ପ୍ରକମ୍ବିତ)   (18-Oct-2026)       ||      କେନ୍ଦ୍ରୀୟ ରଜକ ସେବା ସଂଘ ଦ୍ଵାରା ନୂତନ ରାଜ୍ୟପାଳ ଙ୍କୁ ଭୁବନେଶ୍ବର ରାଜଭବନରେ ଭବ୍ୟ ସ୍ଵାଗତ ସମ୍ବର୍ଦ୍ଧନା    (18-Oct-2026)       ||      ବ୍ରଜମୋହନ ରାମ ଓଡ଼ିଶାର ରାଜ୍ୟପାଳ ଭାବେ ଶପଥ ଗ୍ରହଣ କଲେ   (18-Oct-2026)       ||      ବଲାଙ୍ଗୀର ଦିନ୍ ଆୟୋଜକ କମିଟିର ସାମ୍ବାଦିକ ସମ୍ବିଳନୀ.. ୨୪ରୁ ୩୦ ତାରିଖ ପର୍ଯ୍ୟନ୍ତ ବିଭିନ୍ନ କାର୍ଯ୍ୟକ୍ରମ   (18-Oct-2026)       ||      *ବ୍ରାହ୍ମଣଙ୍କୁ ଅଶାଳୀନ ମନ୍ତବ୍ୟ* *ଶିକ୍ଷକ ଅରବିନ୍ଦ ରଣାଙ୍କୁ ତୁରନ୍ତ ଗିରଫ ଦାବୀରେ ଏସପି ଙ୍କୁ ସ୍ମାରକ ପତ୍ର ପ୍ରଦାନ*   (18-Oct-2026)       ||      *ସୋନପୁର ବ୍ଲକ ଛକ ଦୁର୍ଗା ପୂଜା ପାଇଁ ସାମ୍ୱାଦିକ ସମ୍ମିଳନୀ*- *ଏବର୍ଷ ପୂଜା ର ବଜେଟ ୨୭ଲକ୍ଷ*   (18-Oct-2026)       ||      ଭାଇ ଜିଉଁତିଆ: ଭାଇ-ଭଉଣୀର ପବିତ୍ର ବନ୍ଧନର ପର୍ବ   (18-Oct-2026)       ||      ନିଜ ପଦ ପର୍ଯ୍ୟାଦା ର ଗାରିମା ରଖନ୍ତୁ ନବ ନିଯୁକ୍ତ ରାଜ୍ୟପାଳ   (18-Oct-2026)       ||      ସୁବର୍ଣ୍ଣପୁରରେ ତିନି ଦେବୀଙ୍କ ମହାଗୌରୀ ବେଶ ପବିତ୍ରତା ଓ ଶାନ୍ତିର ଦିବ୍ୟ ସ୍ୱରୂପ   (18-Oct-2026)       ||      ବିଜୟପଲ୍ଲୀ ଶ୍ରୀ ଜଗନ୍ନାଥ ସଂସ୍କୃତ ମହାବିଦ୍ୟାଳୟରେ ଏବିଭିପିର ବିପୁଳ ବିଜୟ   (18-Oct-2026)       ||      କଣ୍ଟାବାଞ୍ଜି ସହରରେ ପୁଣି ଭାଲୁ ଆତଙ୍କ♦️ ଭାଲୁ ଆକ୍ରମଣରେ ଜଣେ ବ୍ୟକ୍ତିଙ୍କ ମୃତ୍ୟୁ   (18-Oct-2026)       ||      କଣ୍ଟାବାଞ୍ଜି ସହରରେ ପୁଣି ଭାଲୁ ଆତଙ୍କ। ଭାଲୁ ଆକ୍ରମଣରେ ଜଣେ ବ୍ୟକ୍ତିଙ୍କ ମୃତ୍ୟୁ    (18-Oct-2026)       ||      ଦୋଳ ଗୋବିନ୍ଦ ଦେଓଙ୍କ ଦେହାନ୍ତ   (18-Oct-2026)       ||      ଗଣିତ ଗବେଷଣା କ୍ଷେତ୍ରରେ ବଡ଼ ସଫଳତା: ଇଣ୍ଡିଆଜ୍ ୟଙ୍ଗ ସାଇଣ୍ଟିଷ୍ଟ ଆୱାର୍ଡରେ ସମ୍ମାନିତ ହେଲେ ଟିଟିଲାଗଡର ଏକତା ମିଶ୍ର   (18-Oct-2026)       ||      *ଡାବୁଗାଁରେ ଆରମ୍ଭ ହେଲା ଦୁର୍ଗା ପୂଜା*   (18-Oct-2026)       ||      ଗଣିତ ଗବେଷଣା    (17-Oct-2026)       ||     

HOME   ଜିଲ୍ଲା

ଆଦର୍ଶ ଶିକ୍ଷକଙ୍କୁ ଅବସରକାଳୀନ ଭାବପୂର୍ଣ୍ଣ ବିଦାୟ

01-Jun-2026



ବରଗଡ଼(ତୁଳସୀ ଚରଣ ଦାଶ):  ଅତାବିରା ବ୍ଲକ ଅନ୍ତର୍ଗତ ଝିଲିମିଣ୍ଡା ଗ୍ରାମ ପଞ୍ଚାୟତର ଜଗନ୍ନାଥ ଉଚ୍ଚ ବିଦ୍ୟାଳୟ, ଝିଲିମିଣ୍ଡାର ରାଜ୍ଯପାଳ ଓ ମୁଖ୍ଯମନ୍ତ୍ରୀ ଶିକ୍ଷା ପୁରସ୍କାରପ୍ରାପ୍ତ ସହକାରୀ ଶିକ୍ଷକ ଧର୍ମରାଜ ପ୍ରଧାନଙ୍କର ସେବାନିବୃତ୍ତି ଉପଲକ୍ଷେ ଆୟୋଜିତ ବିଦାୟୀ ସମ୍ବର୍ଦ୍ଧନା ଉତ୍ସବ ଏକ ବର୍ଣ୍ଣାଢ୍ୟ ପରିବେଶରେ ସମାପନ ହୋଇଯାଇଛି।
 ଏହି ଅବସରରେ ଛାତ୍ରଛାତ୍ରୀ, ଶିକ୍ଷକ-ଶିକ୍ଷୟିତ୍ରୀ, ପରିଚାଳନା କମିଟିର ସଦସ୍ୟ, ଗ୍ରାମବାସୀ, ବୁଦ୍ଧିଜୀବୀ, ପୁରାତନ ଛାତ୍ରଛାତ୍ରୀ ଶହ ଶହ ସଂଖ୍ୟାରେ  ନିଜ ପ୍ରିୟ ଶିକ୍ଷକଙ୍କ ବିଦାୟୀ ସଭାରେ ଯୋଗଦାନ କରିଥିଲେ।
  ପ୍ରଥମେ ସକାଳ ୬ଟା ୩୦ ମିନିଟ୍‌ରେ ଗ୍ରାମ ପରିକ୍ରମା ଓ ଦେବଦର୍ଶନ କାର୍ଯ୍ୟକ୍ରମ ଏକ ଭାବବିହ୍ୱଳ ପରିବେଶର ସୃଷ୍ଟି କରିଥିଲା। ପରବର୍ତ୍ତୀ ସମୟରେ ସ୍କୁଲ ପରିସରରେ ଏକ ସାଧାରଣ ସଭାର ଆୟୋଜନ କରାଯାଇଥିଲା।
  ବିଦ୍ୟାଳୟର ପ୍ରଧାନ ଶିକ୍ଷକ ଶ୍ରୀଯୁକ୍ତ ଶିଶିର କୁମାର ଭୋଇଙ୍କ ସଭାପତିତ୍ୱରେ ସଭାକାର୍ଯ୍ୟ ସକାଳ ୮ଟା ୩୦ ମିନିଟ୍‌ରୁ ଆରମ୍ଭ ହୋଇ ଅପରାହ୍ନ ୧ଟା ୪୫ ମିନିଟ୍ ପର୍ଯ୍ୟନ୍ତ ଚାଲିଥିଲା।
  ମୁଖ୍ୟ ଅତିଥି ଭାବେ ଜିଲ୍ଲା ଶିକ୍ଷା ଅଧିକାରୀ ଶ୍ରୀ ସରୋଜ କୁମାର ଭୁଏ ଯୋଗଦାନ କରିଥିବାବେଳେ ମୁଖ୍ୟ ବକ୍ତା ଭାବେ ଜାଣ୍ଡୋଲ ଉଚ୍ଚ ବିଦ୍ୟାଳୟର ସେବାନିବୃତ୍ତ ପ୍ରଧାନ ଶିକ୍ଷକ ଶ୍ରୀ ଗୋବିନ୍ଦ ତ୍ରିପାଠୀ ଯୋଗଦାନ କରିଥିଲେ।
  ସମ୍ମାନିତ ଅତିଥି ଭାବେ ଝିଲିମିଣ୍ଡା ଗ୍ରାମ ପଞ୍ଚାୟତର ସରପଞ୍ଚ ଶ୍ରୀମତୀ ପୂଜା କୁମ୍ଭାର, ଶିକ୍ଷାବିତ୍ ଶ୍ରୀ ବାଳଗୋବିନ୍ଦ ବାବୁ, ପରିଚାଳନା କମିଟିର ସଭାପତି ଶ୍ରୀ କଷ୍ଟ ସାହୁ, ଭୂତପୂର୍ବ ସରପଞ୍ଚ ଶ୍ରୀ ମକରଧ୍ୱଜ ଭୋଇ, ଜିଲ୍ଲା ଜୁନିଅର ରେଡ୍ କ୍ରସ୍ ଅଫିସର ଶ୍ରୀ ହେମନ୍ତ କୁମାର ସାମଲ, ଜିଲ୍ଲା ସ୍କାଉଟ୍ ଟ୍ରେନିଂ କମିଶନର ଶ୍ରୀ ମନୋଜ କୁମାର ସାହୁ, ଜିଲ୍ଲା ସ୍କାଉଟ୍ ଅର୍ଗାନାଇଜିଙ୍ଗ  କମିଶନର ଶ୍ରୀ ସୁଦର୍ଶନ ମହାକୁର, ପୂର୍ବତନ ଜିଲ୍ଲା ବିଜ୍ଞାନ ନିରୀକ୍ଷକ ଶ୍ରୀ ମନୋଜ କୁମାର ସାହୁ , ଜିଲ୍ଲା ଜୁନିଅର ରେଡ୍ କ୍ରସ୍‌ର ବରିଷ୍ଠ ସାଧନ କର୍ମୀ ତଥା ଅବସରପ୍ରାପ୍ତ ପ୍ରଧାନ ଶିକ୍ଷକ ଶ୍ରୀ ଦ୍ୱାଦଶ କୁମାର ପ୍ରଧାନ ମଞ୍ଚାସୀନ ଥିଲେ।
  ବିଦ୍ୟାଳୟର ପୂର୍ବତନ ଛାତ୍ର ତଥା ଭିମସାର, ବୁର୍ଲାର ୟୁରୋଲୋଜି ବିଭାଗର ପ୍ରଫେସର ଡାକ୍ତର ସଞ୍ଜୟ କୁମାର ମହାପାତ୍ର ନିଜ ଶିକ୍ଷକଙ୍କ ପ୍ରତି ଶ୍ରଦ୍ଧା ଓ କୃତଜ୍ଞତା ବ୍ୟକ୍ତ କରି ଅତ୍ୟନ୍ତ ମର୍ମସ୍ପର୍ଶୀ ବକ୍ତବ୍ୟ ପ୍ରଦାନ କରିଥିଲେ।
  ଏହା ବ୍ୟତୀତ କାଦୋବାହାଲ ଉଚ୍ଚ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ଶ୍ରୀ ବିଜୟ କୁମାର ଯେଶ୍ୱାଲ, ଲସ୍ତଲା ନୋଡାଲ ଉଚ୍ଚ ବିଦ୍ୟାଳୟର ବିଜ୍ଞାନ ଶିକ୍ଷକ ଶ୍ରୀ ବୈଲୋଚନ ପ୍ରଧାନ ଏବଂ ପୂର୍ବତନ ହିନ୍ଦୀ ଶିକ୍ଷକ ଶ୍ରୀ ଦୟାନିଧି ନାୟକ ନିଜ ନିଜ ବକ୍ତବ୍ୟରେ ଶ୍ରୀ ପ୍ରଧାନଙ୍କର ବହୁମୁଖୀ ଗୁଣାବଳୀ ଓ ଅବଦାନକୁ ଉଲ୍ଲେଖ କରିଥିଲେ, ଯାହା ଉପସ୍ଥିତ ଶ୍ରୋତାମଣ୍ଡଳୀଙ୍କୁ ମୁଗ୍ଧ କରିଦେଇଥିଲା।ଜିଲ୍ଲା ସ୍କାଉଟ୍ ଗାଇଡ୍ ପରିବାର, ଜୁନିଅର ରେଡକ୍ରସ ସୋସାଇଟି,ବିଭିନ୍ନ ସାହିତ୍ଯ ସଂସଦ, ଅନୁଷ୍ଠାନ ଙ୍କ ଦ୍ବାରା ତାହାଙ୍କୁ ସମ୍ବର୍ଦ୍ଧିତ କରାଯାଇଥିଲା। 
 ଗୁରୁ ଭଗବାନ ସାହୁ ରାଜ୍ୟ ସ୍ତରୀୟ ସ୍ମୃତି କମିଟି ପକ୍ଷରୁ ସଭାପତି ଶ୍ରୀ ଦଧିବାବନ ଶତପଥୀ, ସଂପାଦକ ତୁଳସୀ ଚରଣ ଦାଶ,ଆବାହକ ଲୁଲୁ ରବିନ ଦାସ, ସଦସ୍ୟ ପ୍ରଦୀପ ମିଶ୍ର,ନିହାର ରଞ୍ଜନ ପ୍ରଧାନ ଆଦି ଯୋଗଦେଇ ଶ୍ରୀ ପ୍ରଧାନଙ୍କୁ ସମ୍ବର୍ଦ୍ଧିତ କରିଥିଲେ । ଅବସରପ୍ରାପ୍ତ ଶିକ୍ଷକ ଶ୍ରୀ ଅଶୋକ ପଶାୟତ ବିଦାୟ କାଳୀନ ସଂଗୀତ ପରିବେଷଣ କରିଥିଲେ ।
  ଶେଷରେ ଶ୍ରୀଯୁକ୍ତ ନିରଞ୍ଜନ ପ୍ରଧାନ ଧନ୍ୟବାଦ ଅର୍ପଣ କରିଥିଲେ। 
       


News Comment




Photo in News

Advertisment
Lastest News
  ଜିଲ୍ଲା  
ଅତାବିରା ସାପ୍ତାହିକ ବଜାର ରେ ମାଁ ଜଗତଜନନୀଙ୍କ ପୂଜା,,,, ଲୋକକଳା ଓ ମନ୍ତ୍ରଧ୍ୱନିରେ କମ୍ପିଲା ୫୩ ନମ୍ବର ଜାତୀୟ ରାଜପଥ   18-Oct-2026
  ଜିଲ୍ଲା  
ପଦଯାତ୍ରା ସଫଳ ନେଇ ବିନିକା ବିଜେଡିର ପ୍ରସ୍ତୁତି   18-Oct-2026
  ମହାନଗର  
ପାଣ୍ଡରାରେ ଜମୁଛି ଶାରଦୀୟ ଦୁର୍ଗାପୂଜାର ଆସର♦️ ଆକର୍ଷଣୀୟ ତୋରଣ ଓ ରଙ୍ଗିନ ଆଲୋକମାଳାରେ ଝଲସୁଛି ଅଞ୍ଚଳ   18-Oct-2026
  ଜିଲ୍ଲା  
ଟିଟିଲାଗଡ ସ୍ୱାଧୀନପଡ଼ାର ୬୪ତମ ଦୁର୍ଗା ପୂଜା   18-Oct-2026
  ଜିଲ୍ଲା  
ଦେବୀ ମାହେଶ୍ୱରୀଙ୍କ ସ୍ନାନ ଯାତ୍ରା(କଳାହାଣ୍ଡିର ଘୁମୁରା ବାଦ୍ୟ ଓ କୁକିଆର ବାଡ଼ି ଖେଳରେ ଫୁଲମୁଠୀ ଗ୍ରାମ ପ୍ରକମ୍ବିତ)   18-Oct-2026
  ଜିଲ୍ଲା  
କେନ୍ଦ୍ରୀୟ ରଜକ ସେବା ସଂଘ ଦ୍ଵାରା ନୂତନ ରାଜ୍ୟପାଳ ଙ୍କୁ ଭୁବନେଶ୍ବର ରାଜଭବନରେ ଭବ୍ୟ ସ୍ଵାଗତ ସମ୍ବର୍ଦ୍ଧନା   18-Oct-2026
  ଜିଲ୍ଲା  
ବ୍ରଜମୋହନ ରାମ ଓଡ଼ିଶାର ରାଜ୍ୟପାଳ ଭାବେ ଶପଥ ଗ୍ରହଣ କଲେ   18-Oct-2026
  ଜିଲ୍ଲା  
ବଲାଙ୍ଗୀର ଦିନ୍ ଆୟୋଜକ କମିଟିର ସାମ୍ବାଦିକ ସମ୍ବିଳନୀ.. ୨୪ରୁ ୩୦ ତାରିଖ ପର୍ଯ୍ୟନ୍ତ ବିଭିନ୍ନ କାର୍ଯ୍ୟକ୍ରମ   18-Oct-2026
  ଜିଲ୍ଲା  
*ବ୍ରାହ୍ମଣଙ୍କୁ ଅଶାଳୀନ ମନ୍ତବ୍ୟ* *ଶିକ୍ଷକ ଅରବିନ୍ଦ ରଣାଙ୍କୁ ତୁରନ୍ତ ଗିରଫ ଦାବୀରେ ଏସପି ଙ୍କୁ ସ୍ମାରକ ପତ୍ର ପ୍ରଦାନ*   18-Oct-2026
  ଜିଲ୍ଲା  
*ସୋନପୁର ବ୍ଲକ ଛକ ଦୁର୍ଗା ପୂଜା ପାଇଁ ସାମ୍ୱାଦିକ ସମ୍ମିଳନୀ*- *ଏବର୍ଷ ପୂଜା ର ବଜେଟ ୨୭ଲକ୍ଷ*   18-Oct-2026
  ଜିଲ୍ଲା  
ଭାଇ ଜିଉଁତିଆ: ଭାଇ-ଭଉଣୀର ପବିତ୍ର ବନ୍ଧନର ପର୍ବ   18-Oct-2026
  ରାଜ୍ୟ  
ନିଜ ପଦ ପର୍ଯ୍ୟାଦା ର ଗାରିମା ରଖନ୍ତୁ ନବ ନିଯୁକ୍ତ ରାଜ୍ୟପାଳ   18-Oct-2026

You Might Also Like