-+91-9937148622 |

prerana_bgr@rediffmail.com |

  Monday 19th October 2026 |

| | | |

R.N.I. Regd No. ODIODI/2010/46693

Breaking News

ଅତାବିରା ସାପ୍ତାହିକ ବଜାର ରେ ମାଁ ଜଗତଜନନୀଙ୍କ ପୂଜା,,,, ଲୋକକଳା ଓ ମନ୍ତ୍ରଧ୍ୱନିରେ କମ୍ପିଲା ୫୩ ନମ୍ବର ଜାତୀୟ ରାଜପଥ   (18-Oct-2026)       ||      ପଦଯାତ୍ରା ସଫଳ ନେଇ ବିନିକା ବିଜେଡିର ପ୍ରସ୍ତୁତି   (18-Oct-2026)       ||      ପାଣ୍ଡରାରେ ଜମୁଛି ଶାରଦୀୟ ଦୁର୍ଗାପୂଜାର ଆସର♦️ ଆକର୍ଷଣୀୟ ତୋରଣ ଓ ରଙ୍ଗିନ ଆଲୋକମାଳାରେ ଝଲସୁଛି ଅଞ୍ଚଳ   (18-Oct-2026)       ||      ଟିଟିଲାଗଡ ସ୍ୱାଧୀନପଡ଼ାର ୬୪ତମ ଦୁର୍ଗା ପୂଜା    (18-Oct-2026)       ||      ଦେବୀ ମାହେଶ୍ୱରୀଙ୍କ ସ୍ନାନ ଯାତ୍ରା(କଳାହାଣ୍ଡିର ଘୁମୁରା ବାଦ୍ୟ ଓ କୁକିଆର ବାଡ଼ି ଖେଳରେ ଫୁଲମୁଠୀ ଗ୍ରାମ ପ୍ରକମ୍ବିତ)   (18-Oct-2026)       ||      କେନ୍ଦ୍ରୀୟ ରଜକ ସେବା ସଂଘ ଦ୍ଵାରା ନୂତନ ରାଜ୍ୟପାଳ ଙ୍କୁ ଭୁବନେଶ୍ବର ରାଜଭବନରେ ଭବ୍ୟ ସ୍ଵାଗତ ସମ୍ବର୍ଦ୍ଧନା    (18-Oct-2026)       ||      ବ୍ରଜମୋହନ ରାମ ଓଡ଼ିଶାର ରାଜ୍ୟପାଳ ଭାବେ ଶପଥ ଗ୍ରହଣ କଲେ   (18-Oct-2026)       ||      ବଲାଙ୍ଗୀର ଦିନ୍ ଆୟୋଜକ କମିଟିର ସାମ୍ବାଦିକ ସମ୍ବିଳନୀ.. ୨୪ରୁ ୩୦ ତାରିଖ ପର୍ଯ୍ୟନ୍ତ ବିଭିନ୍ନ କାର୍ଯ୍ୟକ୍ରମ   (18-Oct-2026)       ||      *ବ୍ରାହ୍ମଣଙ୍କୁ ଅଶାଳୀନ ମନ୍ତବ୍ୟ* *ଶିକ୍ଷକ ଅରବିନ୍ଦ ରଣାଙ୍କୁ ତୁରନ୍ତ ଗିରଫ ଦାବୀରେ ଏସପି ଙ୍କୁ ସ୍ମାରକ ପତ୍ର ପ୍ରଦାନ*   (18-Oct-2026)       ||      *ସୋନପୁର ବ୍ଲକ ଛକ ଦୁର୍ଗା ପୂଜା ପାଇଁ ସାମ୍ୱାଦିକ ସମ୍ମିଳନୀ*- *ଏବର୍ଷ ପୂଜା ର ବଜେଟ ୨୭ଲକ୍ଷ*   (18-Oct-2026)       ||      ଭାଇ ଜିଉଁତିଆ: ଭାଇ-ଭଉଣୀର ପବିତ୍ର ବନ୍ଧନର ପର୍ବ   (18-Oct-2026)       ||      ନିଜ ପଦ ପର୍ଯ୍ୟାଦା ର ଗାରିମା ରଖନ୍ତୁ ନବ ନିଯୁକ୍ତ ରାଜ୍ୟପାଳ   (18-Oct-2026)       ||      ସୁବର୍ଣ୍ଣପୁରରେ ତିନି ଦେବୀଙ୍କ ମହାଗୌରୀ ବେଶ ପବିତ୍ରତା ଓ ଶାନ୍ତିର ଦିବ୍ୟ ସ୍ୱରୂପ   (18-Oct-2026)       ||      ବିଜୟପଲ୍ଲୀ ଶ୍ରୀ ଜଗନ୍ନାଥ ସଂସ୍କୃତ ମହାବିଦ୍ୟାଳୟରେ ଏବିଭିପିର ବିପୁଳ ବିଜୟ   (18-Oct-2026)       ||      କଣ୍ଟାବାଞ୍ଜି ସହରରେ ପୁଣି ଭାଲୁ ଆତଙ୍କ♦️ ଭାଲୁ ଆକ୍ରମଣରେ ଜଣେ ବ୍ୟକ୍ତିଙ୍କ ମୃତ୍ୟୁ   (18-Oct-2026)       ||      କଣ୍ଟାବାଞ୍ଜି ସହରରେ ପୁଣି ଭାଲୁ ଆତଙ୍କ। ଭାଲୁ ଆକ୍ରମଣରେ ଜଣେ ବ୍ୟକ୍ତିଙ୍କ ମୃତ୍ୟୁ    (18-Oct-2026)       ||      ଦୋଳ ଗୋବିନ୍ଦ ଦେଓଙ୍କ ଦେହାନ୍ତ   (18-Oct-2026)       ||      ଗଣିତ ଗବେଷଣା କ୍ଷେତ୍ରରେ ବଡ଼ ସଫଳତା: ଇଣ୍ଡିଆଜ୍ ୟଙ୍ଗ ସାଇଣ୍ଟିଷ୍ଟ ଆୱାର୍ଡରେ ସମ୍ମାନିତ ହେଲେ ଟିଟିଲାଗଡର ଏକତା ମିଶ୍ର   (18-Oct-2026)       ||      *ଡାବୁଗାଁରେ ଆରମ୍ଭ ହେଲା ଦୁର୍ଗା ପୂଜା*   (18-Oct-2026)       ||      ଗଣିତ ଗବେଷଣା    (17-Oct-2026)       ||     

HOME   ଜିଲ୍ଲା

ସ୍ୱତନ୍ତ୍ର ସଘନ ସଂଶୋଧନ (ଏସ୍‌ଆଇଆର୍)-୨୦୨୬ ପ୍ରକ୍ରିୟା ନିମନ୍ତେ ସାମ୍ବାଦିକ ସମ୍ମିଳନୀ

01-Jun-2026



 

ସମ୍ବଲପୁର-(ସଂଜୀବ ପାଣିଗ୍ରାହୀ )

ଭାରତ ନିର୍ବାଚନ ଆୟୋଗଙ୍କ ନିର୍ଦ୍ଦେଶକ୍ରମେ ରାଜ୍ୟବ୍ୟାପୀ ଆରମ୍ଭ ହୋଇଥିବା ସ୍ୱତନ୍ତ୍ର ସଘନ ସଂଶୋଧନ (Special Intensive Revision–SIR) ୨୦୨୬ ପ୍ରକ୍ରିୟା ସମ୍ପର୍କରେ ଆଜି ଜିଲ୍ଲାପାଳ ତଥା ଜିଲ୍ଲା ନିର୍ବାଚନ ଅଧିକାରୀ ଶ୍ରୀ ସିଦ୍ଧେଶ୍ୱର ବଳିରାମ ବନ୍ଦୋର (ଭା.ପ୍ର.ସେ.)ଙ୍କ ଅଧ୍ୟକ୍ଷତାରେ ସମଗ୍ର ଶିକ୍ଷା ସମ୍ମିଳନୀ ଲକ୍ଷ ଠାରେ ଏକ ସାମ୍ବାଦିକ ସମ୍ମିଳନୀ ଅନୁଷ୍ଠିତ ହୋଇଥିଲା।

ଏହି ଅବସରରେ ଜିଲ୍ଲାପାଳ କହିଥିଲେ ଯେ, ଏସ୍‌ଆଇଆର୍ ପ୍ରକ୍ରିୟାର ମୂଳ ଉଦ୍ଦେଶ୍ୟ ହେଉଛି ଭୋଟର ତାଲିକାକୁ ନିର୍ଭୁଲ, ତ୍ରୁଟିମୁକ୍ତ ଏବଂ ଅଦ୍ୟତନ କରିବା। ଏହା ମାଧ୍ୟମରେ ଯୋଗ୍ୟ ନାଗରିକଙ୍କ ନାମ ଭୋଟର ତାଲିକାରେ ସାମିଲ କରାଯିବା ସହ ମୃତ, ସ୍ଥାନାନ୍ତରିତ ଏବଂ ଦ୍ୱିତୀୟ ନାମଭୁକ୍ତିଗୁଡ଼ିକୁ ଚିହ୍ନଟ କରି ଆବଶ୍ୟକ ସଂଶୋଧନ କରାଯିବ।

ଜନସାଧାରଣଙ୍କ ସୁବିଧା ଓ ସହଯୋଗକୁ ଦୃଷ୍ଟିରେ ରଖି ସମ୍ବଲପୁର ଜିଲ୍ଲାର ସମସ୍ତ ସହରାଞ୍ଚଳ ଓ ଗ୍ରାମାଞ୍ଚଳରେ ମୋଟ ୯୪୮ ଜଣ ବୁଥ୍ ସ୍ତରୀୟ ଅଧିକାରୀ (BLO) ନିୟୋଜିତ ହୋଇ ଘରକୁ ଘର ବୁଲି ସର୍ଭେ କାର୍ଯ୍ୟ କରୁଛନ୍ତି। ଏହି ସର୍ଭେ କାର୍ଯ୍ୟ ୩୦ ମେ’ରୁ ଆରମ୍ଭ ହୋଇ ୨୮ ଜୁନ୍ ପର୍ଯ୍ୟନ୍ତ ଚାଲିବ। ଏହି ସମୟରେ ବିଏଲ୍‌ଓମାନେ ପ୍ରତ୍ୟେକ ପରିବାରକୁ ଯାଇ ଇନୁମରେଶନ ଫର୍ମ ବଣ୍ଟନ କରିବେ ଏବଂ ପୂରଣ ହୋଇଥିବା ଫର୍ମ ସଂଗ୍ରହ କରିବେ।

ଜିଲ୍ଲାପାଳ ଜନସାଧାରଣଙ୍କୁ ଅନୁରୋଧ କରିଥିଲେ ଯେ, ବିଏଲ୍‌ଓମାନଙ୍କ ସହ ସମ୍ପୂର୍ଣ୍ଣ ସହଯୋଗ କରି ସଠିକ୍ ତଥ୍ୟ ପ୍ରଦାନ କରନ୍ତୁ। ସମସ୍ତ ବିଏଲ୍‌ଓ ବୈଧ ପରିଚୟପତ୍ର ସହିତ ଘରକୁ ଯିବେ ଏବଂ ସେମାନଙ୍କୁ ଏହି କାର୍ଯ୍ୟ ପାଇଁ ଯଥୋଚିତ ପ୍ରଶିକ୍ଷଣ ଦିଆଯାଇଛି।

ସେ ସୂଚନା ଦେଇ କହିଥିଲେ ଯେ, ୫ ଜୁଲାଇରେ ଚିଠା ଭୋଟର ତାଲିକା ପ୍ରକାଶ ପାଇବ। ଏହା ପରେ ୫ ଜୁଲାଇରୁ ୪ ଅଗଷ୍ଟ ପର୍ଯ୍ୟନ୍ତ ୩୧ ଦିନିଆ ଆପତ୍ତି ଓ ଅଭିଯୋଗ ଅବଧି ରହିବ। ଏହି ସମୟ ମଧ୍ୟରେ ଯଦି କୌଣସି ଯୋଗ୍ୟ ନାଗରିକଙ୍କ ନାମ ତାଲିକାରୁ ବାଦ ପଡ଼ିଥାଏ କିମ୍ବା କୌଣସି ତ୍ରୁଟି ଥାଏ, ତେବେ ସେମାନେ ଆବଶ୍ୟକ ଆବେଦନ ଦାଖଲ କରିପାରିବେ। ସମ୍ବଲପୁର, ରେଙ୍ଗାଲି, ରେଢ଼ାଖୋଲ ଓ କୁଚିଣ୍ଡାର ନିର୍ବାଚନ ପଞ୍ଜୀକରଣ ଅଧିକାରୀମାନେ (ERO) ଏହି ଆପତ୍ତି ଓ ଅଭିଯୋଗର ଶୁଣାଣି କରି ନିଷ୍ପତ୍ତି ଗ୍ରହଣ କରିବେ।

ଯେଉଁ ନାଗରିକମାନଙ୍କର ନାମ ବର୍ତ୍ତମାନର ଭୋଟର ତାଲିକାରେ ନାହିଁ କିମ୍ବା ୨୦୦୨ ଭୋଟର ତାଲିକା ସହ କୌଣସି ସମ୍ପର୍କ ସ୍ଥାପିତ ହୋଇନାହିଁ, ସେମାନଙ୍କ ନାମ ସାମିଲ କରିବା ପାଇଁ ଆବଶ୍ୟକ ଦସ୍ତାବିଜ୍ ସହ ଆବେଦନ କରିବାର ସୁଯୋଗ ରହିଛି। ସରକାରଙ୍କ ଦ୍ୱାରା ସ୍ୱୀକୃତ ୧୨ ପ୍ରକାରର ଦସ୍ତାବିଜ୍ ଏଥିପାଇଁ ଗ୍ରହଣ କରାଯିବ।

ଜିଲ୍ଲାପାଳ ସ୍ପଷ୍ଟ କରିଥିଲେ ଯେ, ଏହି ସମସ୍ତ ନିୟମ ଓ ସମୟସୀମା ସମଗ୍ର ଓଡ଼ିଶାରେ ସମାନ ଭାବେ ଲାଗୁ ହେଉଛି। କୌଣସି ଯୋଗ୍ୟ ଭୋଟର ଯେପରି ଏହି ପ୍ରକ୍ରିୟାରୁ ବାଦ୍ ନପଡ଼ନ୍ତି, ସେଥିପାଇଁ ସମସ୍ତ ନାଗରିକଙ୍କୁ ସଚେତନତାର ସହ ଏହି ଅଭିଯାନରେ ସକ୍ରିୟ ଭାଗ ନେବାକୁ ସେ ଆହ୍ୱାନ ଜଣାଇଥିଲେ।

ସେ ଆହୁରି କହିଥିଲେ ଯେ, ଏସ୍‌ଆଇଆର୍ ସମ୍ପର୍କିତ କୌଣସି ଭ୍ରମାତ୍ମକ ସୂଚନା କୁ ବିଶ୍ୱାସ ନକରି ନାଗରିକମାନେ କେବଳ ନିର୍ବାଚନ ଆୟୋଗ ଓ ଜିଲ୍ଲା ପ୍ରଶାସନର ଅଧିକୃତ ସୂଚନା ଉପରେ ନିର୍ଭର କରିବାକୁ ଅନୁରୋଧ କରିଥିଲେ। ଅଧିକ ସୂଚନା ପାଇଁ ଟୋଲ୍ ଫ୍ରି ହେଲ୍ପଲାଇନ୍ ନମ୍ବର ୧୯୫୦ ଏବଂ ଭୋଟର ହେଲ୍ପଲାଇନ୍ ଆପ୍ ମାଧ୍ୟମରେ ସେବା ଉପଲବ୍ଧ ରହିଛି।

ସୂଚନା ଅନୁଯାୟୀ, ୫ ଜୁଲାଇରେ ଚିଠା ଭୋଟର ତାଲିକା ପ୍ରକାଶ ପାଇବ ଏବଂ ୬ ସେପ୍ଟେମ୍ବରରେ ଚୂଡ଼ାନ୍ତ ଭୋଟର ତାଲିକା ପ୍ରକାଶ କରାଯିବ।

ଉକ୍ତ ସାମ୍ବାଦିକ ସମ୍ମିଳନୀରେ ଅତିରିକ୍ତ ଜିଲ୍ଲପାଳ ଶ୍ରୀ ସୁଧାଂଶୁ କୁମାର ଭୋଇ, ଡେପୁଟୀ କଲେକ୍ଟର ଇଲେକ୍ସନ ଗୀତିକା ନାୟକ,ଜିଲ୍ଲା ସୂଚନା ଓ ଲୋକସମ୍ପର୍କ ଅଧିକାରୀ ସଂଯୁକ୍ତା କୁଲ୍ଲୁ, ବିଭିନ୍ନ ଗଣମାଧ୍ୟମ ପ୍ରତିନିଧିମାନେ ଉପସ୍ଥିତ ଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଅତାବିରା ସାପ୍ତାହିକ ବଜାର ରେ ମାଁ ଜଗତଜନନୀଙ୍କ ପୂଜା,,,, ଲୋକକଳା ଓ ମନ୍ତ୍ରଧ୍ୱନିରେ କମ୍ପିଲା ୫୩ ନମ୍ବର ଜାତୀୟ ରାଜପଥ   18-Oct-2026
  ଜିଲ୍ଲା  
ପଦଯାତ୍ରା ସଫଳ ନେଇ ବିନିକା ବିଜେଡିର ପ୍ରସ୍ତୁତି   18-Oct-2026
  ମହାନଗର  
ପାଣ୍ଡରାରେ ଜମୁଛି ଶାରଦୀୟ ଦୁର୍ଗାପୂଜାର ଆସର♦️ ଆକର୍ଷଣୀୟ ତୋରଣ ଓ ରଙ୍ଗିନ ଆଲୋକମାଳାରେ ଝଲସୁଛି ଅଞ୍ଚଳ   18-Oct-2026
  ଜିଲ୍ଲା  
ଟିଟିଲାଗଡ ସ୍ୱାଧୀନପଡ଼ାର ୬୪ତମ ଦୁର୍ଗା ପୂଜା   18-Oct-2026
  ଜିଲ୍ଲା  
ଦେବୀ ମାହେଶ୍ୱରୀଙ୍କ ସ୍ନାନ ଯାତ୍ରା(କଳାହାଣ୍ଡିର ଘୁମୁରା ବାଦ୍ୟ ଓ କୁକିଆର ବାଡ଼ି ଖେଳରେ ଫୁଲମୁଠୀ ଗ୍ରାମ ପ୍ରକମ୍ବିତ)   18-Oct-2026
  ଜିଲ୍ଲା  
କେନ୍ଦ୍ରୀୟ ରଜକ ସେବା ସଂଘ ଦ୍ଵାରା ନୂତନ ରାଜ୍ୟପାଳ ଙ୍କୁ ଭୁବନେଶ୍ବର ରାଜଭବନରେ ଭବ୍ୟ ସ୍ଵାଗତ ସମ୍ବର୍ଦ୍ଧନା   18-Oct-2026
  ଜିଲ୍ଲା  
ବ୍ରଜମୋହନ ରାମ ଓଡ଼ିଶାର ରାଜ୍ୟପାଳ ଭାବେ ଶପଥ ଗ୍ରହଣ କଲେ   18-Oct-2026
  ଜିଲ୍ଲା  
ବଲାଙ୍ଗୀର ଦିନ୍ ଆୟୋଜକ କମିଟିର ସାମ୍ବାଦିକ ସମ୍ବିଳନୀ.. ୨୪ରୁ ୩୦ ତାରିଖ ପର୍ଯ୍ୟନ୍ତ ବିଭିନ୍ନ କାର୍ଯ୍ୟକ୍ରମ   18-Oct-2026
  ଜିଲ୍ଲା  
*ବ୍ରାହ୍ମଣଙ୍କୁ ଅଶାଳୀନ ମନ୍ତବ୍ୟ* *ଶିକ୍ଷକ ଅରବିନ୍ଦ ରଣାଙ୍କୁ ତୁରନ୍ତ ଗିରଫ ଦାବୀରେ ଏସପି ଙ୍କୁ ସ୍ମାରକ ପତ୍ର ପ୍ରଦାନ*   18-Oct-2026
  ଜିଲ୍ଲା  
*ସୋନପୁର ବ୍ଲକ ଛକ ଦୁର୍ଗା ପୂଜା ପାଇଁ ସାମ୍ୱାଦିକ ସମ୍ମିଳନୀ*- *ଏବର୍ଷ ପୂଜା ର ବଜେଟ ୨୭ଲକ୍ଷ*   18-Oct-2026
  ଜିଲ୍ଲା  
ଭାଇ ଜିଉଁତିଆ: ଭାଇ-ଭଉଣୀର ପବିତ୍ର ବନ୍ଧନର ପର୍ବ   18-Oct-2026
  ରାଜ୍ୟ  
ନିଜ ପଦ ପର୍ଯ୍ୟାଦା ର ଗାରିମା ରଖନ୍ତୁ ନବ ନିଯୁକ୍ତ ରାଜ୍ୟପାଳ   18-Oct-2026

You Might Also Like