-+91-9937148622 |
prerana_bgr@rediffmail.com |
Sunday 18th October 2026 |
R.N.I. Regd No. ODIODI/2010/46693
Breaking News
01-Jun-2026
କଟକ(ତପନ ମହାନ୍ତି ସାମ୍ବାଦିକ) – ଜିଲ୍ଲାପାଳଙ୍କ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଆଜି କଣ୍ଟାପଡା ବ୍ଲକ୍ କାର୍ଯ୍ୟାଳୟଠାରେ ଅନୁଷ୍ଠିତ ହୋଇଯାଇଛି । ଜିଲ୍ଲାପାଳ ଶ୍ରୀ ଦତ୍ତାତ୍ରୟ ଭାଉସାହେବ ଶିନ୍ଦେଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ଜନ ଅଭିଯୋଗ ଶୁଣାଣିରେ ସମୁଦାୟ ୫୩ଟି ଅଭିଯୋଗ ହସ୍ତଗତ ହୋଇଥିବାବେଳେ ତନ୍ମଧ୍ୟରେ ୪୯ଟି ବ୍ୟକ୍ତିଗତ ଅଭିଯୋଗ ଏବଂ ୨ଟି ସାମୁହିକ ଅଭିଯୋଗ ରହିଥିଲା । ଏହି ଅଭିଯୋଗ ଶୁଣାଣି କାଳରେ ପୁଲିସ ଆରକ୍ଷୀ ଅଧିକ୍ଷକ ଶ୍ରୀ ବିନୀତ ଅଗ୍ରୱାଲ, ଅତିରିକ୍ତ ଜିଲ୍ଲାପାଳ ଶ୍ରୀ କମଳଜିତ୍ ଦାସ, ମୁଖ୍ୟ ଉନ୍ନୟନ ଅଧିକାରୀ ତଥା ନିର୍ବାହୀ ଅଧିକାରୀ ଶ୍ରୀ ପ୍ରଶାନ୍ତ କୁମାର ନାୟକ, ଉପଜିଲ୍ଲାପାଳ କଟକ ସଦର ଶ୍ରୀ ଦିବ୍ୟଜ୍ୟୋତି ସ୍ମୃତିରଞ୍ଜନ ଦେଓ ଙ୍କ ସମେତ ଅନ୍ୟାନ୍ୟ ବିଭାଗୀୟ ଅଧିକାରୀମାନେ ଉପସ୍ଥିତ ଥିଲେ । ଏଥିସହ ବିଦ୍ୟୁତ୍,ସ୍ୱାସ୍ଥ୍ୟ, ଶିକ୍ଷା, ଆଦି ସମ୍ପର୍କିତ ବିଭିନ୍ନ ପଞ୍ଜିକୃତ ଅଭିଯୋଗର ଶୁଣାଣି ପରେ ତୁରନ୍ତ କାର୍ଯ୍ୟାନୁଷ୍ଠାନ ନିମନ୍ତେ ବିଭିନ୍ନ ଅଧିକାରୀମାନଙ୍କୁ ନିର୍ଦ୍ଦେଶ ଦିଆଯାଇଛି ।