-+91-9937148622 |

prerana_bgr@rediffmail.com |

  Thursday 22nd October 2026 |

| | | |

R.N.I. Regd No. ODIODI/2010/46693

Breaking News

ଟିଟିଲାଗଡ ହାଟପଦାପଡ଼ା ତରଫରୁ ୧୪ ତମ ରାବଣ ପୋଡି ମହୋତ୍ସବ♦️ ବିଜେପି ବିଧାୟକ ନବିନ ଜୈନ ପୂର୍ବତନ ମନ୍ତ୍ରୀ ଶ୍ରୀମତି ଟୁକୁନି ସାହୁଙ୍କୁ ଦେଲେ ଜବାବ    (22-Oct-2026)       ||      *ସୋନପୁର ବ୍ଲକ ଛକ ଦୁର୍ଗା ପୂଜା ରାବଣ ପୋଡ଼ି ଉତ୍ସବ ରେ ଅଗଣିତ ଦର୍ଶକ*-   (22-Oct-2026)       ||      ମହାଦେବପାଳି ଦୁର୍ଗାପୂଜା,ରାବଣ ବଧ ସହ ରାବଣରାଜ ଉଦଯାପିତ   (21-Oct-2026)       ||      ମା’ ସୁରେଶ୍ୱରୀଙ୍କ ମହାଲକ୍ଷ୍ମୀ ବେଶ   (21-Oct-2026)       ||      ସମଲେଇପୂଜା ଅବସରରେ ଯାଦବ ସମାଜର ବନ୍ଧୁ ମିଳନ   (21-Oct-2026)       ||      କଣ୍ଟାମାଳରେ ଜମୁଛି ଶାରଦୀୟ ଦୁର୍ଗାପୂଜାର ଆସର♦️ ଆକର୍ଷଣୀୟ ତୋରଣ ଓ ରଙ୍ଗିନ ଆଲୋକମାଳାରେ ଝଲସୁଛି ଅଞ୍ଚଳ   (21-Oct-2026)       ||      *ଡାବୁଗାଁ ଦୁର୍ଗାପୂଜାରେ ଶତାଧିକ ଭକ୍ତଙ୍କ ସମାଗମରେ ସମ୍ପନ୍ନ ହେଲା ପୂର୍ଣ୍ଣାହୁତି*   (21-Oct-2026)       ||      *ଜିଲ୍ଲା ପୋଲିସ ପକ୍ଷରୁ ୬୬ ତମ ଶହୀଦ ସ୍ମୃତି ଦିବସ ପାଳିତ*   (21-Oct-2026)       ||      *ପୋଡ଼ାଗଡ ପୀଠରେ ପାରମ୍ପରିକ ଦଶହରା ପାଳିତ*   (21-Oct-2026)       ||      ଭୁବନେଶ୍ୱରରେ ବି.ଏମ୍. ଫାଉଣ୍ଡେସନ‌ ଦ୍ୱାରା ନବ ଉତ୍ସବ ଆୟୋଜନ   (21-Oct-2026)       ||      ବେନିଆବନ୍ଧ ରେ ଅଶୋକ ବିଜୟା ଦଶମୀ ପାଳିତ   (21-Oct-2026)       ||      ସତଲମା ରେ ସାର୍ବଜନୀନ ଦୁର୍ଗାପୂଜା ଅବସରରେ ଛପନ ଭୋଗ କାର୍ଯ୍ୟକ୍ରମ   (20-Oct-2026)       ||      ଏସ୍‌ଓଏସ୍‌ ଚିଲ୍‌ଡ୍ରେନ୍‌ସ ଭିଲେଜ୍‌ରେ ପିଲାମାନଙ୍କ ସହ ବିଜୟା ଦଶମୀ ପାଳିଲେ ରାଜ୍ୟପାଳ   (20-Oct-2026)       ||      ପେଶା ନିୟମ ଲାଗୁ ଓ ବ୍ରାହ୍ମଣୀଗାଁକୁ ନୂତନ ବ୍ଲକ ଗଠନ ଦାବିରେ ପଦଯାତ୍ରା ପ୍ରସ୍ତୁତି   (20-Oct-2026)       ||      ବରପାଲି କାଳୀ ପୂଜା ପାଇଁ ଶୁଭ ସ୍ତମ୍ଭ ସ୍ଥାପନ    (20-Oct-2026)       ||      ଭାଲୁ ଆକ୍ରମଣ ରେ ମୃତ୍ୟୁବରଣ କରିଥିବା ମୃତକଙ୍କ ପରିବାରକୁ ତୁରନ୍ତ ଆର୍ଥିକ ସହାୟତା ଓ ବନ୍ୟପ୍ରାଣୀ ଆକ୍ରମଣ ରୋକିବାକୁ ସ୍ୱତନ୍ତ୍ର ପଦକ୍ଷେପ ଗ୍ରହଣ ପାଇଁ ଦାବି   (20-Oct-2026)       ||      ଶ୍ରୀରାମ ବାବାମଠ ପରିଦର୍ଶନ ରେ ସାଂସଦ ପ୍ରଦୀପ ପୁରୋହିତ   (20-Oct-2026)       ||      ଦଶହରାରେ ମା’ ସୁରେଶ୍ୱରୀ ଓ ମା’ ଭଗବତୀଙ୍କ ରାଜରାଜେଶ୍ୱରୀ ବେଶ   (20-Oct-2026)       ||      ବନ ବିଭାଗର ମିଳିତ ଚଢ଼ାଉ, ଟ୍ରକ୍‌ ସହ ମୂଲ୍ୟବାନ କାଠ ଜବତ; ଜଣେ ଅଟକ   (20-Oct-2026)       ||      ବାଦପାଲି ଫୁଟବଲ ଟୁର୍ଣ୍ଣାମେଣ୍ଟରେ ତୁରୁମ ଦଳ ଚାମ୍ପିୟନ ଫାଇନାଲରେ ପତିକାରପାଲି ଦଳକୁ ହରାଇ ହାସଲ କଲା ବିଜୟ   (19-Oct-2026)       ||     

HOME   ଜିଲ୍ଲା

ରାଜ୍ୟସଭା ନାମାଙ୍କନପତ୍ର ଦାଖଲ କଲେ ଦେବାଶିଷ

06-Jun-2026



କଟକ (ତପନ ମହାନ୍ତି) : ରାଜ୍ୟସଭା ଉପ-ନିର୍ବାଚନ ପାଇଁ ବିଜେପି ପ୍ରାର୍ଥୀ ଦେବାଶିଷ ସାମନ୍ତରାୟ ଶୁକ୍ରବାର ନାମାଙ୍କନପତ୍ର ଦାଖଲ କରିଛନ୍ତି । ଅପରାହ୍ନରେ ଶ୍ରୀ ସାମନ୍ତରାୟ ଶୋଭାଯାତ୍ରାରେ ଆସି ବିଧାନସଭାରେ ନିର୍ବାଚନ ରିଟଣ୍ଡିଂ ଅଧିକାରୀଙ୍କ ନିକଟରେ ୪ ସେଟ୍ ନାମାଙ୍କନପ‌ତ୍ର ଦାଖଲ କରିଛନ୍ତି। ଏହି ସମୟରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ, ରାଜ୍ୟ ବିଜେପି ସଭାପତି ମନମୋହନ ସାମଲ, ମନ୍ତ୍ରିମଣ୍ଡଳର ଅନେକ ସଦସ୍ୟ,

ବିଧାୟକଗଣଙ୍କ ସମେତ ପାର୍ଟିର ବହୁ ନେତା ଉପସ୍ଥିତ ଥିଲେ। ଗୁରୁବାର ବିଜେପିର କେନ୍ଦ୍ରୀୟ ନିର୍ବାଚନ କମିଟି ଶ୍ରୀ ସାମନ୍ତରାୟଙ୍କ ପ୍ରାର୍ଥିତ୍ଵ ଘୋଷଣା କରିଥିଲା। ରାଜ୍ୟସଭା ଉପ-ନିର୍ବାଚନ ପାଇଁ ନାମାଙ୍କନ ଦାଖଲର ଶେଷ ତାରିଖ ଚଳିତ ମାସ ୮ ଥିବାବେଳେ ଅଦ୍ୟାବଧୂ ବିଜେପି ପ୍ରାର୍ଥୀ ଦେବାଶିଷଙ୍କୁ ବାଦ୍ ଦେଲେ ଆଉ କେହି ନାମାଙ୍କନ ଦାଖଲ କରିନାହାନ୍ତି। ପୂର୍ବରୁ ବ୍ରହ୍ମଗିରି ବିଧାୟିକା ଉପାସନା ମହାପାତ୍ର ୪ସେଟ୍ ନାମାଙ୍କନ ଫର୍ମ ଆଣିଥିବାବେଳେ ମୁଖ୍ୟ ସଚେତକ ସରୋଜ ପ୍ରଧାନ ୪ସେଟ୍ ନାମାଙ୍କନ ଫର୍ମ ଆଣିଥିଲେ। ବିଜେପି ମୋଟ ୮ ସେଟ୍ ନାମାଙ୍କନ ଫର୍ମ ଆଣିଛି। ତନ୍ମଧ୍ୟରୁ ଦେବାଶିଷ ୪ସେଟ୍ ଦାଖଲ କରିଛନ୍ତି।

ଅଦ୍ୟାବଧୂ ଅନ୍ୟ କୌଣସି ରାଜନୈତିକ ଦଳ ପକ୍ଷରୁ ନାମାଙ୍କନପ‌ତ୍ର ଫର୍ମ ଅଣାଯାଇନାହିଁ। ଉପ-ନିର୍ବାଚନ ହେଉଥ‌ିବା ଏହି ଆସନର କାର୍ଯ୍ୟକାଳ ଏପ୍ରିଲ ୨୦୩୦ ପର୍ଯ୍ୟନ୍ତ ରହିଛି।

ନାମାଙ୍କନ ଦାଖଲ ପରେ ଶ୍ରୀ ସାମନ୍ତରାୟ କହିଛନ୍ତି, ବିଜେଡିର ଭାଡ଼ି ଖାଲି ହେଉଛି। ଆଗାମୀ ଦିନରେ ଦେଖନ୍ତୁ କ'ଣ ହେଉଛି। ଆହୁରି ଅନେକ ନେତା ବିଜେଡି ଛାଡ଼ି ବିଜେପିରେ ସାମିଲ ହେବେ। କାରଣ ଡବଲ ଇଞ୍ଜିନ ସରକାର ଥିବାରୁ ଏଠାରେ ମୁଁ ଅଧୂକ କାମ କରିପାରିବି। ରାଜ୍ୟ ବିଜେପି ସଭାପତି ଶ୍ରୀ ସାମଲ କହିଛନ୍ତି, ବିଜେପିର ଶକ୍ତି ବୃଦ୍ଧି ପାଉଛି। ଆଗାମୀ ଦିନରେ ଆହୁରି ଶକ୍ତି ବଢ଼ିବ। ରାଜସ୍ବ ମନ୍ତ୍ରୀ ସୁରେଶ ପୂଜାରୀ କହିଛନ୍ତି, ଯେଉଁଭଳି ଭାବେ ତାଙ୍କ ନେତାମାନେ ଦଳ ଛାଡ଼ୁଛନ୍ତି, ତାକୁ ଦେଖିଲେ ଜଣାପଡୁଛି ବିଜେଡି ଏବେ ବିଜେପି ମୁହାଁ। ଗୋଟିଏ ପରେ ଗୋଟିଏ ୱିକେଟ ଖସୁଛି, ଖୁବ୍ ଶୀଘ୍ର ଦଳ ସମ୍ପୂର୍ଣ ଅଲଆଉଟ ହୋଇଯିବ। ବିନା ବିଚାରଧାରାରେ କ୍ଷମତା ସର୍ବସ୍ବ ଦଳ କେବେ ଦୀର୍ଘାୟୁ ହୋଇନାହିଁ ବୋଲି ସେ କହିଛନ୍ତି।

ଏହି ଉପ-ନିର୍ବାଚନ ପ୍ରତିଦ୍ବନ୍ଦିତାମୂଳକ ହେଲେ ଜୁନ ୧୮ ତାରିଖ ପୂର୍ବାହ୍ଣ ୯ ଟାରୁ ଅପରାହ୍ଣ ୪ଟା ପର୍ଯ୍ୟନ୍ତ ମତଦାନ ହୋଇ ସନ୍ଧ୍ୟା ୫ଟାରେ ଭୋଟ ଗଣନା କରାଯିବ। ସୂଚନାଯୋଗ୍ୟ, ଶ୍ରୀ ସାମନ୍ତରାୟ ମେ ୨୫ରେ ବିଜେଡିର ପ୍ରାଥମିକ ସଦସ୍ୟତା ଓ ରାଜ୍ୟସଭା ସାଂସଦ ପଦରୁ ଇସ୍ତଫା ଦେଇ ପରଦିନ ଦିଲ୍ଲୀସ୍ଥିତ ବିଜେପି କାର୍ଯ୍ୟାଳୟରେ ବିଜେପିରେ ମିଶିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଟିଟିଲାଗଡ ହାଟପଦାପଡ଼ା ତରଫରୁ ୧୪ ତମ ରାବଣ ପୋଡି ମହୋତ୍ସବ♦️ ବିଜେପି ବିଧାୟକ ନବିନ ଜୈନ ପୂର୍ବତନ ମନ୍ତ୍ରୀ ଶ୍ରୀମତି ଟୁକୁନି ସାହୁଙ୍କୁ ଦେଲେ ଜବାବ    22-Oct-2026
  ଜିଲ୍ଲା  
*ସୋନପୁର ବ୍ଲକ ଛକ ଦୁର୍ଗା ପୂଜା ରାବଣ ପୋଡ଼ି ଉତ୍ସବ ରେ ଅଗଣିତ ଦର୍ଶକ*-   22-Oct-2026
  ଜିଲ୍ଲା  
ମହାଦେବପାଳି ଦୁର୍ଗାପୂଜା,ରାବଣ ବଧ ସହ ରାବଣରାଜ ଉଦଯାପିତ   21-Oct-2026
  ଜିଲ୍ଲା  
ମା’ ସୁରେଶ୍ୱରୀଙ୍କ ମହାଲକ୍ଷ୍ମୀ ବେଶ   21-Oct-2026
  ଜିଲ୍ଲା  
ସମଲେଇପୂଜା ଅବସରରେ ଯାଦବ ସମାଜର ବନ୍ଧୁ ମିଳନ   21-Oct-2026
  ଜିଲ୍ଲା  
କଣ୍ଟାମାଳରେ ଜମୁଛି ଶାରଦୀୟ ଦୁର୍ଗାପୂଜାର ଆସର♦️ ଆକର୍ଷଣୀୟ ତୋରଣ ଓ ରଙ୍ଗିନ ଆଲୋକମାଳାରେ ଝଲସୁଛି ଅଞ୍ଚଳ   21-Oct-2026
  ଜିଲ୍ଲା  
*ଡାବୁଗାଁ ଦୁର୍ଗାପୂଜାରେ ଶତାଧିକ ଭକ୍ତଙ୍କ ସମାଗମରେ ସମ୍ପନ୍ନ ହେଲା ପୂର୍ଣ୍ଣାହୁତି*   21-Oct-2026
  ଜିଲ୍ଲା  
*ଜିଲ୍ଲା ପୋଲିସ ପକ୍ଷରୁ ୬୬ ତମ ଶହୀଦ ସ୍ମୃତି ଦିବସ ପାଳିତ*   21-Oct-2026
  ଜିଲ୍ଲା  
*ପୋଡ଼ାଗଡ ପୀଠରେ ପାରମ୍ପରିକ ଦଶହରା ପାଳିତ*   21-Oct-2026
  ଜିଲ୍ଲା  
ଭୁବନେଶ୍ୱରରେ ବି.ଏମ୍. ଫାଉଣ୍ଡେସନ‌ ଦ୍ୱାରା ନବ ଉତ୍ସବ ଆୟୋଜନ   21-Oct-2026
  ଜିଲ୍ଲା  
ବେନିଆବନ୍ଧ ରେ ଅଶୋକ ବିଜୟା ଦଶମୀ ପାଳିତ   21-Oct-2026
  ଜିଲ୍ଲା  
ସତଲମା ରେ ସାର୍ବଜନୀନ ଦୁର୍ଗାପୂଜା ଅବସରରେ ଛପନ ଭୋଗ କାର୍ଯ୍ୟକ୍ରମ   20-Oct-2026

You Might Also Like